ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ରାଜାବଳୀ

ଦିତୀୟ ରାଜାବଳୀ ଅଧ୍ୟାୟ 15

1 ଇସ୍ରାଏଲର ରାଜା ଯାରବୀୟାମ୍ଙ୍କର ଅଧିକାରର ସତାଇଶ ବର୍ଷରେ ଯିହୁଦାର ରାଜା ଅମତ୍ସୀୟଙ୍କର ପୁତ୍ର ଅସରୀୟ ରାଜ୍ୟ କରିବାକୁ ଆରମ୍ଭ କଲେ । 2 ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ଆଉ ସେ ଯିରୂଶାଲମରେ ବାଆନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ । 3 ପୁଣି ସେ ଆପଣା ପିତା ଅମତ୍ସୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ । 4 ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ଵଳାଇଲେ । 5 ପୁଣି ସଦାପ୍ରଭୁ ରାଜାଙ୍କୁ ଆଘାତ କଲେ, ତହିଁରେ ସେ ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ଏକ ପୃଥକ୍ ଗୃହରେ ବାସ କଲେ । ଆଉ ରାଜାଙ୍କର ପୁତ୍ର ଯୋଥମ୍ ଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ । 6 ଏହି ଅସରୀୟଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? 7 ଅନନ୍ତର ଅସରୀୟ ଆପଣା ପିତୃଗଣ ସହିତ ଶୟନ କଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ-ନଗରରେ ତାଙ୍କର ପିତୃଗଣ ସହିତ କବର ଦେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍ ତାଙ୍କର ପଦରେ ରାଜ୍ୟ କଲେ । 8 ଯିହୁଦାର ରାଜା ଅସରୀୟଙ୍କର ଅଧିକାରର ଅଠତିରିଶ ବର୍ଷରେ ଯାରବୀୟାମ୍ଙ୍କ ପୁତ୍ର ଜିଖରୀୟ ଶମରୀୟାରେ ଇସ୍ରାଏଲ ଉପରେ ଛଅ ମାସ ରାଜ୍ୟ କଲେ । 9 ପୁଣି ସେ ଆପଣା ପୂର୍ବପୁରୁଷମାନଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ । 10 ଆଉ ଯାବେଶ୍ଙ୍କର ପୁତ୍ର ଶଲ୍ଲୁମ୍ ତାଙ୍କ ବିରୁଦ୍ଧରେ ଚକ୍ରା; କରି ଓ ଲୋକମାନଙ୍କ ସମ୍ମୁଖରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ । 11 ଏହି ଜିଖରୀୟଙ୍କ ଅବଶିଷ୍ଟ ବୃତ୍ତା; ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି । 12 ସଦାପ୍ରଭୁ ଯେହୂଙ୍କୁ ଏହି କଥା କହିଥିଲେ, ଯଥା, ତୁମ୍ଭ ପୁତ୍ରମାନେ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ । ଆଉ ସେହିପରି ହେଲା । 13 ଯିହୁଦାର ରାଜା ଉଷୀୟଙ୍କର ଅଧିକାରର ଅଣଚାଳିଶ ବର୍ଷରେ ଯାବେଶଙ୍କର ପୁତ୍ର ଶଲ୍ଲୁମ୍ ରାଜ୍ୟ କରିବାକୁ ଆରମ୍ଭ କଲେ; ଆଉ ସେ ଶମରୀୟାରେ ଏକ ମାସ କାଳ ରାଜ୍ୟ କଲେ । 14 ଆଉ ଗାଦିର ପୁତ୍ର ମନହେମ୍ ତିର୍ସାରୁ ଯାଇ ଶମରୀୟାରେ ଉପସ୍ଥିତ ହେଲେ ଓ ଯାବେଶଙ୍କର ପୁତ୍ର ଶଲ୍ଲୁମଙ୍କୁ ଶମରୀୟାରେ ଆଘାତ କରି ବଧ କଲେ, ପୁଣି ତାଙ୍କ ପଦରେ ରାଜ୍ୟ କଲେ । 15 ଏହି ଶଲ୍ଲୁମଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର କୃତ ଚକ୍ରା; ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି । 16 ଏଥିଉତ୍ତାରେ ମନହେମ୍ ତିପ୍ସହ ଓ ତନ୍ମଧ୍ୟବର୍ତ୍ତୀ ସମସ୍ତଙ୍କୁ, ପୁଣି ତିର୍ସାଠାରୁ ତିପ୍ସହର ସମସ୍ତ ଅଞ୍ଚଳକୁ ଆଘାତ କଲେ; ଲୋକମାନେ ତାଙ୍କ ପାଇଁ ନଗର ମୁକ୍ତ ନ କରିବାରୁ ସେ ତାହା ଆଘାତ କଲେ; ପୁଣି ତନ୍ମଧ୍ୟବର୍ତ୍ତିନୀ ଗର୍ଭବତୀ ସ୍ତ୍ରୀ ସମସ୍ତଙ୍କର ଉଦର ବିଦୀର୍ଣ୍ଣ କଲେ । 17 ଯିହୁଦାର ରାଜା ଅସରୀୟଙ୍କର ଅଧିକାରର ଅଣଚାଳିଶ ବର୍ଷରେ ଗାଦିର ପୁତ୍ର ମନହେମ୍ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ଶମରୀୟାରେ ଦଶ ବର୍ଷ ରାଜ୍ୟ କଲେ । 18 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ଆପଣାର ଯାବଜ୍ଜୀବନ ବିମୁଖ ହେଲେ ନାହିଁ । 19 ଅଶୂରର ରାଜା ପୂଲ୍ ଦେଶର ପ୍ରତିକୂଳରେ ଆସନ୍ତେ, ମନହେମ୍ ଆପଣା ହସ୍ତରେ ରାଜ୍ୟ ଦୃଢ଼ କରିବା ପାଇଁ ଯେପରି ପୂଲ୍ର ହସ୍ତ ତାଙ୍କର ସହାୟ ହେବ, ଏଥିପାଇଁ ସେ ତାହାକୁ ଏକ ସହସ୍ର ତାଳ; ରୂପା ଦେଲେ । 20 ପୁଣି ମନହେମ୍ ଏହି ମୁଦ୍ରା ଇସ୍ରାଏଲ ମଧ୍ୟରୁ ଆଦାୟ କଲେ, ଅର୍ଥାତ୍, ଅଶୂରର ରାଜାକୁ ଦେବା ପାଇଁ ସମଗ୍ର ଧନଶାଳୀ ଲୋକଙ୍କର ପ୍ରତିଜଣଠାରୁ ପଚାଶ ଶେକଲ ଲେଖାଏଁ ରୂପା ନେଲେ, ତହିଁରେ ଅଶୂରର ରାଜା ଫେରିଗଲା ଓ ଦେଶର ସେସ୍ଥାନରେ ରହିଲା ନାହିଁ । 21 ଏହି ମନହେମ୍ଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା କʼଣ ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? 22 ଅନନ୍ତର ମନହେମ୍ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ; ତହୁଁ ତାଙ୍କର ପୁତ୍ର ପକହୀୟ ତାଙ୍କ ପଦରେ ରାଜ୍ୟ କଲେ । 23 ଯିହୁଦାର ରାଜା ଅସରୀୟଙ୍କର ଅଧିକାରର ପଚାଶ ବର୍ଷରେ ମନହେମ୍ଙ୍କର ପୁତ୍ର ପକହୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜ୍ୟ କଲେ । 24 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ । 25 ଆଉ ରମଲୀୟଙ୍କର ପୁତ୍ର ପେକହ ନାମକ ତାଙ୍କର ସେନାପତି ତାଙ୍କ ବିରୁଦ୍ଧରେ ଚକ୍ରା; କରି ତାଙ୍କୁ ଓ ତାଙ୍କ ସଙ୍ଗେ ଅର୍ଗୋବ ଓ ଅରୀୟିକୁ ଶମରୀୟାସ୍ଥ ରାଜଗୃହର ଦୁର୍ଗରେ ଆଘାତ କଲେ; ପୁଣି ତାଙ୍କ ସଙ୍ଗେ ପଚାଶ ଜଣ ଗିଲୀୟଦୀୟ ଲୋକ ଥିଲେ; ଆଉ ସେ ତାଙ୍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ । 26 ଏହି ପକହୀୟଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି । 27 ଯିହୁଦାର ରାଜା ଅସରୀୟଙ୍କର ଅଧିକାରର ବାଆନ ବର୍ଷରେ ରମଲୀୟଙ୍କର ପୁତ୍ର ପେକହ ଶମରୀୟାରେ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି କୋଡ଼ିଏ ବର୍ଷ ରାଜ୍ୟ କଲେ । 28 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହିସବୁ ପାପରୁ ସେ ବିମୁଖ ହେଲେ ନାହିଁ । 29 ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲାତ୍-ପିଲେସର୍ ଆସି ଇୟୋନ୍ ଓ ଆବେଲ୍-ବୈଥ୍ମାଖା ଓ ଯାନୋହ ଓ କେଦଶ ଓ ହାତ୍ସୋର ଓ ଗିଲୀୟଦ୍ ଓ ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ହସ୍ତଗତ କଲା; ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା । 30 ଏଉତ୍ତାରେ ଏଲାଙ୍କର ପୁତ୍ର ହୋଶେୟ ରମଲୀୟଙ୍କର ପୁତ୍ର ପେକହଙ୍କ ବିରୁଦ୍ଧରେ ଚକ୍ରା; କଲେ ଓ ସେ ତାଙ୍କୁ ଆଘାତ କରି ବଧ କଲେ, ପୁଣି ଉଷୀୟଙ୍କର ପୁତ୍ର ଯୋଥମ୍ଙ୍କର ଅଧିକାରର କୋଡ଼ିଏ ବର୍ଷରେ ସେ ପେକହଙ୍କ ପଦରେ ରାଜ୍ୟ କଲେ । 31 ଏହି ପେକହଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା ଇସ୍ରାଏଲର ରାଜାମାନଙ୍କର ଇତିହାସ ପୁସ୍ତକରେ ଲିଖିତ ଅଛି । 32 ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହଙ୍କର ଅଧିକାରର ଦ୍ଵିତୀୟ ବର୍ଷରେ ଯିହୁଦାର ରାଜା ଉଷୀୟଙ୍କର ପୁତ୍ର ଯୋଥମ୍ ରାଜ୍ୟ କରିବାକୁ ଆରମ୍ଭ କଲେ । 33 ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ଆଉ ତାଙ୍କ ମାତାଙ୍କର ନାମ ଯିରୁଶା, ସେ ସାଦୋକର କନ୍ୟା ଥିଲେ । 34 ଯୋଥମ୍ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ କର୍ମ କଲେ । 35 ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ଵଳାଇଲେ । ସେ ସଦାପ୍ରଭୁଙ୍କ ଗୃହର ଉପର-ଦ୍ଵାର ଦୃଢ଼ କଲେ । 36 ଏହି ଯୋଥମ୍ଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦା-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? 37 ସେସମୟରେ ସଦାପ୍ରଭୁ ଅରାମର ରାଜା ରତ୍ସୀନକୁ ଓ ରମଲୀୟଙ୍କର ପୁତ୍ର ପେକହଙ୍କୁ ଯିହୁଦା ବିରୁଦ୍ଧରେ ପଠାଇବାକୁ ଆରମ୍ଭ କଲେ । 38 ଅନନ୍ତର ଯୋଥମ୍ ଆପଣା ପିତୃଗଣ ସହିତ ଶୟନ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଗଣ ସଙ୍ଗ କବର ପାଇଲେ; ତହୁଁ ତାଙ୍କର ପୁତ୍ର ଆହସ୍ ତାଙ୍କର ପଦରେ ରାଜ୍ୟ କଲେ ।
1 ଇସ୍ରାଏଲର ରାଜା ଯାରବୀୟାମ୍ଙ୍କର ଅଧିକାରର ସତାଇଶ ବର୍ଷରେ ଯିହୁଦାର ରାଜା ଅମତ୍ସୀୟଙ୍କର ପୁତ୍ର ଅସରୀୟ ରାଜ୍ୟ କରିବାକୁ ଆରମ୍ଭ କଲେ । .::. 2 ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ଆଉ ସେ ଯିରୂଶାଲମରେ ବାଆନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ । .::. 3 ପୁଣି ସେ ଆପଣା ପିତା ଅମତ୍ସୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ । .::. 4 ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ଵଳାଇଲେ । .::. 5 ପୁଣି ସଦାପ୍ରଭୁ ରାଜାଙ୍କୁ ଆଘାତ କଲେ, ତହିଁରେ ସେ ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ଏକ ପୃଥକ୍ ଗୃହରେ ବାସ କଲେ । ଆଉ ରାଜାଙ୍କର ପୁତ୍ର ଯୋଥମ୍ ଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ । .::. 6 ଏହି ଅସରୀୟଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? .::. 7 ଅନନ୍ତର ଅସରୀୟ ଆପଣା ପିତୃଗଣ ସହିତ ଶୟନ କଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ-ନଗରରେ ତାଙ୍କର ପିତୃଗଣ ସହିତ କବର ଦେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍ ତାଙ୍କର ପଦରେ ରାଜ୍ୟ କଲେ । .::. 8 ଯିହୁଦାର ରାଜା ଅସରୀୟଙ୍କର ଅଧିକାରର ଅଠତିରିଶ ବର୍ଷରେ ଯାରବୀୟାମ୍ଙ୍କ ପୁତ୍ର ଜିଖରୀୟ ଶମରୀୟାରେ ଇସ୍ରାଏଲ ଉପରେ ଛଅ ମାସ ରାଜ୍ୟ କଲେ । .::. 9 ପୁଣି ସେ ଆପଣା ପୂର୍ବପୁରୁଷମାନଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ । .::. 10 ଆଉ ଯାବେଶ୍ଙ୍କର ପୁତ୍ର ଶଲ୍ଲୁମ୍ ତାଙ୍କ ବିରୁଦ୍ଧରେ ଚକ୍ରା; କରି ଓ ଲୋକମାନଙ୍କ ସମ୍ମୁଖରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ । .::. 11 ଏହି ଜିଖରୀୟଙ୍କ ଅବଶିଷ୍ଟ ବୃତ୍ତା; ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି । .::. 12 ସଦାପ୍ରଭୁ ଯେହୂଙ୍କୁ ଏହି କଥା କହିଥିଲେ, ଯଥା, ତୁମ୍ଭ ପୁତ୍ରମାନେ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ । ଆଉ ସେହିପରି ହେଲା । .::. 13 ଯିହୁଦାର ରାଜା ଉଷୀୟଙ୍କର ଅଧିକାରର ଅଣଚାଳିଶ ବର୍ଷରେ ଯାବେଶଙ୍କର ପୁତ୍ର ଶଲ୍ଲୁମ୍ ରାଜ୍ୟ କରିବାକୁ ଆରମ୍ଭ କଲେ; ଆଉ ସେ ଶମରୀୟାରେ ଏକ ମାସ କାଳ ରାଜ୍ୟ କଲେ । .::. 14 ଆଉ ଗାଦିର ପୁତ୍ର ମନହେମ୍ ତିର୍ସାରୁ ଯାଇ ଶମରୀୟାରେ ଉପସ୍ଥିତ ହେଲେ ଓ ଯାବେଶଙ୍କର ପୁତ୍ର ଶଲ୍ଲୁମଙ୍କୁ ଶମରୀୟାରେ ଆଘାତ କରି ବଧ କଲେ, ପୁଣି ତାଙ୍କ ପଦରେ ରାଜ୍ୟ କଲେ । .::. 15 ଏହି ଶଲ୍ଲୁମଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର କୃତ ଚକ୍ରା; ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି । .::. 16 ଏଥିଉତ୍ତାରେ ମନହେମ୍ ତିପ୍ସହ ଓ ତନ୍ମଧ୍ୟବର୍ତ୍ତୀ ସମସ୍ତଙ୍କୁ, ପୁଣି ତିର୍ସାଠାରୁ ତିପ୍ସହର ସମସ୍ତ ଅଞ୍ଚଳକୁ ଆଘାତ କଲେ; ଲୋକମାନେ ତାଙ୍କ ପାଇଁ ନଗର ମୁକ୍ତ ନ କରିବାରୁ ସେ ତାହା ଆଘାତ କଲେ; ପୁଣି ତନ୍ମଧ୍ୟବର୍ତ୍ତିନୀ ଗର୍ଭବତୀ ସ୍ତ୍ରୀ ସମସ୍ତଙ୍କର ଉଦର ବିଦୀର୍ଣ୍ଣ କଲେ । .::. 17 ଯିହୁଦାର ରାଜା ଅସରୀୟଙ୍କର ଅଧିକାରର ଅଣଚାଳିଶ ବର୍ଷରେ ଗାଦିର ପୁତ୍ର ମନହେମ୍ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ଶମରୀୟାରେ ଦଶ ବର୍ଷ ରାଜ୍ୟ କଲେ । .::. 18 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ଆପଣାର ଯାବଜ୍ଜୀବନ ବିମୁଖ ହେଲେ ନାହିଁ । .::. 19 ଅଶୂରର ରାଜା ପୂଲ୍ ଦେଶର ପ୍ରତିକୂଳରେ ଆସନ୍ତେ, ମନହେମ୍ ଆପଣା ହସ୍ତରେ ରାଜ୍ୟ ଦୃଢ଼ କରିବା ପାଇଁ ଯେପରି ପୂଲ୍ର ହସ୍ତ ତାଙ୍କର ସହାୟ ହେବ, ଏଥିପାଇଁ ସେ ତାହାକୁ ଏକ ସହସ୍ର ତାଳ; ରୂପା ଦେଲେ । .::. 20 ପୁଣି ମନହେମ୍ ଏହି ମୁଦ୍ରା ଇସ୍ରାଏଲ ମଧ୍ୟରୁ ଆଦାୟ କଲେ, ଅର୍ଥାତ୍, ଅଶୂରର ରାଜାକୁ ଦେବା ପାଇଁ ସମଗ୍ର ଧନଶାଳୀ ଲୋକଙ୍କର ପ୍ରତିଜଣଠାରୁ ପଚାଶ ଶେକଲ ଲେଖାଏଁ ରୂପା ନେଲେ, ତହିଁରେ ଅଶୂରର ରାଜା ଫେରିଗଲା ଓ ଦେଶର ସେସ୍ଥାନରେ ରହିଲା ନାହିଁ । .::. 21 ଏହି ମନହେମ୍ଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା କʼଣ ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? .::. 22 ଅନନ୍ତର ମନହେମ୍ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ; ତହୁଁ ତାଙ୍କର ପୁତ୍ର ପକହୀୟ ତାଙ୍କ ପଦରେ ରାଜ୍ୟ କଲେ । .::. 23 ଯିହୁଦାର ରାଜା ଅସରୀୟଙ୍କର ଅଧିକାରର ପଚାଶ ବର୍ଷରେ ମନହେମ୍ଙ୍କର ପୁତ୍ର ପକହୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜ୍ୟ କଲେ । .::. 24 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ । .::. 25 ଆଉ ରମଲୀୟଙ୍କର ପୁତ୍ର ପେକହ ନାମକ ତାଙ୍କର ସେନାପତି ତାଙ୍କ ବିରୁଦ୍ଧରେ ଚକ୍ରା; କରି ତାଙ୍କୁ ଓ ତାଙ୍କ ସଙ୍ଗେ ଅର୍ଗୋବ ଓ ଅରୀୟିକୁ ଶମରୀୟାସ୍ଥ ରାଜଗୃହର ଦୁର୍ଗରେ ଆଘାତ କଲେ; ପୁଣି ତାଙ୍କ ସଙ୍ଗେ ପଚାଶ ଜଣ ଗିଲୀୟଦୀୟ ଲୋକ ଥିଲେ; ଆଉ ସେ ତାଙ୍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ । .::. 26 ଏହି ପକହୀୟଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି । .::. 27 ଯିହୁଦାର ରାଜା ଅସରୀୟଙ୍କର ଅଧିକାରର ବାଆନ ବର୍ଷରେ ରମଲୀୟଙ୍କର ପୁତ୍ର ପେକହ ଶମରୀୟାରେ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି କୋଡ଼ିଏ ବର୍ଷ ରାଜ୍ୟ କଲେ । .::. 28 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହିସବୁ ପାପରୁ ସେ ବିମୁଖ ହେଲେ ନାହିଁ । .::. 29 ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲାତ୍-ପିଲେସର୍ ଆସି ଇୟୋନ୍ ଓ ଆବେଲ୍-ବୈଥ୍ମାଖା ଓ ଯାନୋହ ଓ କେଦଶ ଓ ହାତ୍ସୋର ଓ ଗିଲୀୟଦ୍ ଓ ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ହସ୍ତଗତ କଲା; ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା । .::. 30 ଏଉତ୍ତାରେ ଏଲାଙ୍କର ପୁତ୍ର ହୋଶେୟ ରମଲୀୟଙ୍କର ପୁତ୍ର ପେକହଙ୍କ ବିରୁଦ୍ଧରେ ଚକ୍ରା; କଲେ ଓ ସେ ତାଙ୍କୁ ଆଘାତ କରି ବଧ କଲେ, ପୁଣି ଉଷୀୟଙ୍କର ପୁତ୍ର ଯୋଥମ୍ଙ୍କର ଅଧିକାରର କୋଡ଼ିଏ ବର୍ଷରେ ସେ ପେକହଙ୍କ ପଦରେ ରାଜ୍ୟ କଲେ । .::. 31 ଏହି ପେକହଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା ଇସ୍ରାଏଲର ରାଜାମାନଙ୍କର ଇତିହାସ ପୁସ୍ତକରେ ଲିଖିତ ଅଛି । .::. 32 ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହଙ୍କର ଅଧିକାରର ଦ୍ଵିତୀୟ ବର୍ଷରେ ଯିହୁଦାର ରାଜା ଉଷୀୟଙ୍କର ପୁତ୍ର ଯୋଥମ୍ ରାଜ୍ୟ କରିବାକୁ ଆରମ୍ଭ କଲେ । .::. 33 ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ଆଉ ତାଙ୍କ ମାତାଙ୍କର ନାମ ଯିରୁଶା, ସେ ସାଦୋକର କନ୍ୟା ଥିଲେ । .::. 34 ଯୋଥମ୍ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ କର୍ମ କଲେ । .::. 35 ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ଵଳାଇଲେ । ସେ ସଦାପ୍ରଭୁଙ୍କ ଗୃହର ଉପର-ଦ୍ଵାର ଦୃଢ଼ କଲେ । .::. 36 ଏହି ଯୋଥମ୍ଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦା-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? .::. 37 ସେସମୟରେ ସଦାପ୍ରଭୁ ଅରାମର ରାଜା ରତ୍ସୀନକୁ ଓ ରମଲୀୟଙ୍କର ପୁତ୍ର ପେକହଙ୍କୁ ଯିହୁଦା ବିରୁଦ୍ଧରେ ପଠାଇବାକୁ ଆରମ୍ଭ କଲେ । .::. 38 ଅନନ୍ତର ଯୋଥମ୍ ଆପଣା ପିତୃଗଣ ସହିତ ଶୟନ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଗଣ ସଙ୍ଗ କବର ପାଇଲେ; ତହୁଁ ତାଙ୍କର ପୁତ୍ର ଆହସ୍ ତାଙ୍କର ପଦରେ ରାଜ୍ୟ କଲେ । .::.
  • ଦିତୀୟ ରାଜାବଳୀ ଅଧ୍ୟାୟ 1  
  • ଦିତୀୟ ରାଜାବଳୀ ଅଧ୍ୟାୟ 2  
  • ଦିତୀୟ ରାଜାବଳୀ ଅଧ୍ୟାୟ 3  
  • ଦିତୀୟ ରାଜାବଳୀ ଅଧ୍ୟାୟ 4  
  • ଦିତୀୟ ରାଜାବଳୀ ଅଧ୍ୟାୟ 5  
  • ଦିତୀୟ ରାଜାବଳୀ ଅଧ୍ୟାୟ 6  
  • ଦିତୀୟ ରାଜାବଳୀ ଅଧ୍ୟାୟ 7  
  • ଦିତୀୟ ରାଜାବଳୀ ଅଧ୍ୟାୟ 8  
  • ଦିତୀୟ ରାଜାବଳୀ ଅଧ୍ୟାୟ 9  
  • ଦିତୀୟ ରାଜାବଳୀ ଅଧ୍ୟାୟ 10  
  • ଦିତୀୟ ରାଜାବଳୀ ଅଧ୍ୟାୟ 11  
  • ଦିତୀୟ ରାଜାବଳୀ ଅଧ୍ୟାୟ 12  
  • ଦିତୀୟ ରାଜାବଳୀ ଅଧ୍ୟାୟ 13  
  • ଦିତୀୟ ରାଜାବଳୀ ଅଧ୍ୟାୟ 14  
  • ଦିତୀୟ ରାଜାବଳୀ ଅଧ୍ୟାୟ 15  
  • ଦିତୀୟ ରାଜାବଳୀ ଅଧ୍ୟାୟ 16  
  • ଦିତୀୟ ରାଜାବଳୀ ଅଧ୍ୟାୟ 17  
  • ଦିତୀୟ ରାଜାବଳୀ ଅଧ୍ୟାୟ 18  
  • ଦିତୀୟ ରାଜାବଳୀ ଅଧ୍ୟାୟ 19  
  • ଦିତୀୟ ରାଜାବଳୀ ଅଧ୍ୟାୟ 20  
  • ଦିତୀୟ ରାଜାବଳୀ ଅଧ୍ୟାୟ 21  
  • ଦିତୀୟ ରାଜାବଳୀ ଅଧ୍ୟାୟ 22  
  • ଦିତୀୟ ରାଜାବଳୀ ଅଧ୍ୟାୟ 23  
  • ଦିତୀୟ ରାଜାବଳୀ ଅଧ୍ୟାୟ 24  
  • ଦିତୀୟ ରାଜାବଳୀ ଅଧ୍ୟାୟ 25  
×

Alert

×

Oriya Letters Keypad References