ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ହୋଶେୟ

ହୋଶେୟ ଅଧ୍ୟାୟ 4

1 ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ଵର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣର ସହିତ ସଦାପ୍ରଭୁଙ୍କର ବିବାଦ ଅଛି । 2 ଶପଥ, ବିଶ୍ଵାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ତହିଁ ମଧ୍ୟରେ ଆଉ କିଛି ନାହିଁ; ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ । 3 ଏଥିପାଇଁ ଦେଶ ବିଳାପ କରିବ ଓ ତହିଁର ନିବାସୀ ପ୍ରତ୍ୟେକ ଲୋକ, କ୍ଷେତ୍ରସ୍ଥ ପଶୁ ଓ ଆକାଶସ୍ଥ ପକ୍ଷୀଗଣ ସହିତ କ୍ଷୀଣ ହେବେ; ହଁ, ସମୁଦ୍ରର ମତ୍ସ୍ୟଗଣ ହିଁ ଦୂରୀକୃତ ହେବେ 4 ତଥାପି କୌଣସି ମନୁଷ୍ୟ ବିବାଦ ନ କରୁ, କିଅବା କୌଣସି ମନୁଷ୍ୟ ଅନୁଯୋଗ ନ କରୁ; କାରଣ ତୁମ୍ଭର ଲୋକମାନେ ଯାଜକ ସହିତ ବିବାଦକାରୀ ଲୋକମାନଙ୍କର ତୁଲ୍ୟ ଅଟନ୍ତି । 5 ପୁଣି, ତୁମ୍ଭେ ଦିନବେଳେ ଝୁଣ୍ଟି ପଡ଼ିବ ଓ ଭବିଷ୍ୟଦ୍-ବକ୍ତା ହିଁ ରାତ୍ରିକାଳରେ ତୁମ୍ଭ ସଙ୍ଗେ ଝୁଣ୍ଟି ପଡ଼ିବ; ଆଉ, ଆମ୍ଭେ ତୁମ୍ଭର ମାତାକୁ ବିନାଶ କରିବା, 6 ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ଵରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ପକାଇବା । 7 ସେମାନେ ବୃଦ୍ଧି ପାଇବା ପ୍ରମାଣେ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା । 8 ସେମାନେ ଆମ୍ଭ ଲୋକମାନଙ୍କ ପାପରେ ପ୍ରତିପୋଷିତ ହୁଅନ୍ତି, ଆଉ ସେମାନଙ୍କ ଅଧର୍ମରେ ଆପଣା ଆପଣା ଅନ୍ତଃକରଣକୁ ଆସକ୍ତ କରନ୍ତି । 9 ଏଣୁ ଯଥା ଲୋକ ତଥା ଯାଜକ ହେବେ; ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ତ ଦେବା ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା । 10 ତହିଁରେ ସେମାନେ ଭୋଜନ କଲେ ହେଁ ତୃପ୍ତ ନୋହିବେ; ବ୍ୟଭିଚାର କଲେ ହେଁ ବହୁବଂଶ ନୋହିବେ; କାରଣ ସେମାନେ ସଦାପ୍ରଭୁଙ୍କ ପ୍ରତି ମନୋଯୋଗ ତ୍ୟାଗ କରିଅଛନ୍ତି । 11 ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ । 12 ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ତର ନିକଟରେ ମନ୍ତ୍ରଣା ଚାହାନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ଵରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି । 13 ସେମାନେ ପର୍ବତମାନର ଶୃଙ୍ଗରେ ବଳିଦାନ କରନ୍ତି ଓ ଉପପର୍ବତଗଣର ଉପରେ ଅଲୋନ, ଲିବ୍ନି ଓ ଏଲା ବୃକ୍ଷ ତଳେ ଧୂପ ଜଳାନ୍ତି, କାରଣ ତହିଁର ଛାୟା ଉତ୍ତମ; ଏଥିପାଇଁ ତୁମ୍ଭର କନ୍ୟାଗଣ ବେଶ୍ୟାଚାର କରନ୍ତି ଓ ତୁମ୍ଭର ବଧୂଗଣ ବ୍ୟଭିଚାର କରନ୍ତି । 14 ତୁମ୍ଭର କନ୍ୟାଗଣ ବେଶ୍ୟାଚାର କଲା ବେଳେ ଓ ତୁମ୍ଭର ବଧୂଗଣ ବ୍ୟଭିଚାର କଲା ବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା ନାହିଁ; କାରଣ ସେମାନେ ଆପେ ବେଶ୍ୟାମାନଙ୍କ ସଙ୍ଗେ ନିର୍ଜନକୁ ଯାଆନ୍ତି ଓ ମାହାରୀମାନଙ୍କ ସଙ୍ଗେ ବଳିଦାନ କରନ୍ତି; ଯେଉଁ ଲୋକମାନେ ବୁଝନ୍ତି ନାହିଁ, ସେମାନେ ଉତ୍ପାଟିତ ହେବେ । 15 ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର, ତଥାପି ଯିହୁଦା ସେପରି ଦୋଷଗ୍ରସ୍ତ ନ ହେଉ; ଆଉ, ତୁମ୍ଭେମାନେ ଗିଲ୍ଗଲ୍ରେ ଉପସ୍ଥିତ ହୁଅ ନାହିଁ, କିଅବା ବୈଥ୍-ଆବନକୁ ଯାଅ ନାହିଁ; ଅଥବା ଜୀବିତ ସଦାପ୍ରଭୁ ବୋଲି ଶପଥ କର ନାହିଁ । 16 କାରଣ ସ୍ଵେଚ୍ଛାଚାରିଣୀ ଗାଭୀ ତୁଲ୍ୟ ଇସ୍ରାଏଲ ଆପେ ସ୍ଵେଚ୍ଛାଚାରୀ ହୋଇଅଛି; ଏବେ ସଦାପ୍ରଭୁ ସେମାନଙ୍କୁ ମେଷଶାବକ ପରି ପ୍ରଶସ୍ତ ସ୍ଥାନରେ ଚରାଇବେ । 17 ଇଫ୍ରୟିମ ପ୍ରତିମାଗଣ ପ୍ରତି ଆସକ୍ତ ହୋଇଅଛି; ତାକୁ ଛାଡ଼ି ଦିଅ । 18 ସେମାନଙ୍କର ପେୟ ଦ୍ରବ୍ୟ ଅମ୍ଳ ହୋଇଅଛି; ସେମାନେ ଅବିରତ ବେଶ୍ୟାଗମନ କରନ୍ତି; ତାହାର ଶାସନକର୍ତ୍ତାମାନେ ଅପମାନକୁ ଅତିଶୟ ଭଲ ପାଆନ୍ତି । 19 ବାୟୁ ତାହାକୁ ଆପଣା ପକ୍ଷରେ ଆଚ୍ଛାଦନ କରିଅଛି ଓ ସେମାନେ ଆପଣାମାନଙ୍କର ବଳିଦାନ ସକାଶୁ ଲଜ୍ଜିତ ହେବେ ।
1 ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ଵର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣର ସହିତ ସଦାପ୍ରଭୁଙ୍କର ବିବାଦ ଅଛି । .::. 2 ଶପଥ, ବିଶ୍ଵାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ତହିଁ ମଧ୍ୟରେ ଆଉ କିଛି ନାହିଁ; ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ । .::. 3 ଏଥିପାଇଁ ଦେଶ ବିଳାପ କରିବ ଓ ତହିଁର ନିବାସୀ ପ୍ରତ୍ୟେକ ଲୋକ, କ୍ଷେତ୍ରସ୍ଥ ପଶୁ ଓ ଆକାଶସ୍ଥ ପକ୍ଷୀଗଣ ସହିତ କ୍ଷୀଣ ହେବେ; ହଁ, ସମୁଦ୍ରର ମତ୍ସ୍ୟଗଣ ହିଁ ଦୂରୀକୃତ ହେବେ .::. 4 ତଥାପି କୌଣସି ମନୁଷ୍ୟ ବିବାଦ ନ କରୁ, କିଅବା କୌଣସି ମନୁଷ୍ୟ ଅନୁଯୋଗ ନ କରୁ; କାରଣ ତୁମ୍ଭର ଲୋକମାନେ ଯାଜକ ସହିତ ବିବାଦକାରୀ ଲୋକମାନଙ୍କର ତୁଲ୍ୟ ଅଟନ୍ତି । .::. 5 ପୁଣି, ତୁମ୍ଭେ ଦିନବେଳେ ଝୁଣ୍ଟି ପଡ଼ିବ ଓ ଭବିଷ୍ୟଦ୍-ବକ୍ତା ହିଁ ରାତ୍ରିକାଳରେ ତୁମ୍ଭ ସଙ୍ଗେ ଝୁଣ୍ଟି ପଡ଼ିବ; ଆଉ, ଆମ୍ଭେ ତୁମ୍ଭର ମାତାକୁ ବିନାଶ କରିବା, .::. 6 ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ଵରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ପକାଇବା । .::. 7 ସେମାନେ ବୃଦ୍ଧି ପାଇବା ପ୍ରମାଣେ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା । .::. 8 ସେମାନେ ଆମ୍ଭ ଲୋକମାନଙ୍କ ପାପରେ ପ୍ରତିପୋଷିତ ହୁଅନ୍ତି, ଆଉ ସେମାନଙ୍କ ଅଧର୍ମରେ ଆପଣା ଆପଣା ଅନ୍ତଃକରଣକୁ ଆସକ୍ତ କରନ୍ତି । .::. 9 ଏଣୁ ଯଥା ଲୋକ ତଥା ଯାଜକ ହେବେ; ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ତ ଦେବା ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା । .::. 10 ତହିଁରେ ସେମାନେ ଭୋଜନ କଲେ ହେଁ ତୃପ୍ତ ନୋହିବେ; ବ୍ୟଭିଚାର କଲେ ହେଁ ବହୁବଂଶ ନୋହିବେ; କାରଣ ସେମାନେ ସଦାପ୍ରଭୁଙ୍କ ପ୍ରତି ମନୋଯୋଗ ତ୍ୟାଗ କରିଅଛନ୍ତି । .::. 11 ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ । .::. 12 ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ତର ନିକଟରେ ମନ୍ତ୍ରଣା ଚାହାନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ଵରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି । .::. 13 ସେମାନେ ପର୍ବତମାନର ଶୃଙ୍ଗରେ ବଳିଦାନ କରନ୍ତି ଓ ଉପପର୍ବତଗଣର ଉପରେ ଅଲୋନ, ଲିବ୍ନି ଓ ଏଲା ବୃକ୍ଷ ତଳେ ଧୂପ ଜଳାନ୍ତି, କାରଣ ତହିଁର ଛାୟା ଉତ୍ତମ; ଏଥିପାଇଁ ତୁମ୍ଭର କନ୍ୟାଗଣ ବେଶ୍ୟାଚାର କରନ୍ତି ଓ ତୁମ୍ଭର ବଧୂଗଣ ବ୍ୟଭିଚାର କରନ୍ତି । .::. 14 ତୁମ୍ଭର କନ୍ୟାଗଣ ବେଶ୍ୟାଚାର କଲା ବେଳେ ଓ ତୁମ୍ଭର ବଧୂଗଣ ବ୍ୟଭିଚାର କଲା ବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା ନାହିଁ; କାରଣ ସେମାନେ ଆପେ ବେଶ୍ୟାମାନଙ୍କ ସଙ୍ଗେ ନିର୍ଜନକୁ ଯାଆନ୍ତି ଓ ମାହାରୀମାନଙ୍କ ସଙ୍ଗେ ବଳିଦାନ କରନ୍ତି; ଯେଉଁ ଲୋକମାନେ ବୁଝନ୍ତି ନାହିଁ, ସେମାନେ ଉତ୍ପାଟିତ ହେବେ । .::. 15 ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର, ତଥାପି ଯିହୁଦା ସେପରି ଦୋଷଗ୍ରସ୍ତ ନ ହେଉ; ଆଉ, ତୁମ୍ଭେମାନେ ଗିଲ୍ଗଲ୍ରେ ଉପସ୍ଥିତ ହୁଅ ନାହିଁ, କିଅବା ବୈଥ୍-ଆବନକୁ ଯାଅ ନାହିଁ; ଅଥବା ଜୀବିତ ସଦାପ୍ରଭୁ ବୋଲି ଶପଥ କର ନାହିଁ । .::. 16 କାରଣ ସ୍ଵେଚ୍ଛାଚାରିଣୀ ଗାଭୀ ତୁଲ୍ୟ ଇସ୍ରାଏଲ ଆପେ ସ୍ଵେଚ୍ଛାଚାରୀ ହୋଇଅଛି; ଏବେ ସଦାପ୍ରଭୁ ସେମାନଙ୍କୁ ମେଷଶାବକ ପରି ପ୍ରଶସ୍ତ ସ୍ଥାନରେ ଚରାଇବେ । .::. 17 ଇଫ୍ରୟିମ ପ୍ରତିମାଗଣ ପ୍ରତି ଆସକ୍ତ ହୋଇଅଛି; ତାକୁ ଛାଡ଼ି ଦିଅ । .::. 18 ସେମାନଙ୍କର ପେୟ ଦ୍ରବ୍ୟ ଅମ୍ଳ ହୋଇଅଛି; ସେମାନେ ଅବିରତ ବେଶ୍ୟାଗମନ କରନ୍ତି; ତାହାର ଶାସନକର୍ତ୍ତାମାନେ ଅପମାନକୁ ଅତିଶୟ ଭଲ ପାଆନ୍ତି । .::. 19 ବାୟୁ ତାହାକୁ ଆପଣା ପକ୍ଷରେ ଆଚ୍ଛାଦନ କରିଅଛି ଓ ସେମାନେ ଆପଣାମାନଙ୍କର ବଳିଦାନ ସକାଶୁ ଲଜ୍ଜିତ ହେବେ । .::.
  • ହୋଶେୟ ଅଧ୍ୟାୟ 1  
  • ହୋଶେୟ ଅଧ୍ୟାୟ 2  
  • ହୋଶେୟ ଅଧ୍ୟାୟ 3  
  • ହୋଶେୟ ଅଧ୍ୟାୟ 4  
  • ହୋଶେୟ ଅଧ୍ୟାୟ 5  
  • ହୋଶେୟ ଅଧ୍ୟାୟ 6  
  • ହୋଶେୟ ଅଧ୍ୟାୟ 7  
  • ହୋଶେୟ ଅଧ୍ୟାୟ 8  
  • ହୋଶେୟ ଅଧ୍ୟାୟ 9  
  • ହୋଶେୟ ଅଧ୍ୟାୟ 10  
  • ହୋଶେୟ ଅଧ୍ୟାୟ 11  
  • ହୋଶେୟ ଅଧ୍ୟାୟ 12  
  • ହୋଶେୟ ଅଧ୍ୟାୟ 13  
  • ହୋଶେୟ ଅଧ୍ୟାୟ 14  
×

Alert

×

Oriya Letters Keypad References