ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 3

1 ତୁମ୍ଭେମାନେ ଯେବେ ଖ୍ରୀଷ୍ଟଙ୍କ ସହିତ ଉତ୍ଥିତ ହୋଇଅଛ, ତେବେ ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ଖ୍ରୀଷ୍ଟଙ୍କର ଯେଉଁ ବାସସ୍ଥାନ, ସେହି ଊର୍ଦ୍ଧ୍ଵସ୍ଥାନର ବିଷୟସବୁ ଅନ୍ଵେଷଣ କର । 2 ପାର୍ଥିବ ବିଷୟରେ ଆସକ୍ତ ନ ହୋଇ ଊର୍ଦ୍ଧ୍ଵସ୍ଥ ବିଷୟରେ ଆସକ୍ତ ହୁଅ । 3 କାରଣ ତୁମ୍ଭେମାନେ ମରିଅଛ, ଆଉ ତୁମ୍ଭମାନଙ୍କର ଜୀବନ ଈଶ୍ଵରଙ୍କଠାରେ ଖ୍ରୀଷ୍ଟଙ୍କ ସହିତ ଗୁପ୍ତ ଅଛି । 4 ଆମ୍ଭମାନଙ୍କର ଜୀବନ ସ୍ଵରୂପ ଯେ ଖ୍ରୀଷ୍ଟ, ଯେତେବେଳେ ସେ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭେମାନେ ମଧ୍ୟ ତାହାଙ୍କ ସହିତ ଗୌରବରେ ପ୍ରକାଶିତ ହେବ । 5 ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁପ୍ରବୃତ୍ତିଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି ପ୍ରତିମାପୂଜା ରୂପ ଲୋଭ, ଏହିସବୁ ପ୍ରତି ମୃତ ହୁଅ; 6 ଏହିସବୁ ହେତୁରୁ ଈଶ୍ଵରଙ୍କ କ୍ରୋଧ ବର୍ତ୍ତେ; 7 ପୂର୍ବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟରେ ଆସକ୍ତ ଥାଇ ସେହିପ୍ରକାରେ ଆଚରଣ କରୁଥିଲ । 8 କିନ୍ତୁ ଏବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟ, ଅର୍ଥାତ୍ କ୍ରୋଧ, ରାଗ, ହିଂସା, ନିନ୍ଦା, ମୁଖରୁ କୁତ୍ସିତ ବାକ୍ୟ ଏହିସବୁ ପରିତ୍ୟାଗ କର । 9 ପରସ୍ପର ମିଥ୍ୟା କୁହ ନାହିଁ; ତୁମ୍ଭେମାନେ ତ ପୁରାତନ ସ୍ଵଭାବ ଓ 10 ସେଥିର ସମସ୍ତ କର୍ମ ପରିତ୍ୟାଗ କରି ନୂତନ ସ୍ଵଭାବ।। ପରିଧାନ କରିଅଛ; ସେହି ନୂତନ ସ୍ଵଭାବ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତିମୂର୍ତ୍ତି ଅନୁସାରେ ସମ୍ପୂର୍ଣ୍ଣ ଜ୍ଞାନ ପ୍ରାପ୍ତି ନିମନ୍ତେ ନୂତନୀକୃତ ହେଉଅଛି; 11 ଏପରି ସ୍ଥଳେ ଗ୍ରୀକ୍ ଓ ଯିହୁଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ଵାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି ସମସ୍ତଙ୍କଠାରେ ବାସ କରନ୍ତି । 12 ଅତଏବ, ଈଶ୍ଵରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର । 13 ପରସ୍ପର ପ୍ରତି ସହନଶୀଳ ହୁଅ, ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର । 14 ଆଉ, ଏହିସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ଵରୂପ । 15 ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ଵରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ଵ କରୁ; ପୁଣି ତୁମ୍ଭେମାନେ ଧନ୍ୟବାଦ ଦିଅ । 16 ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି ଈଶ୍ଵରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ଵାରା କୃତଜ୍ଞ ହୃଦୟରେ ଗାନ କର । 17 ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ଵାରା ପିତା ଈଶ୍ଵରଙ୍କୁ ଧନ୍ୟବାଦ ଦିଅ । 18 ହେ ଭାର୍ଯ୍ୟାମାନେ, ପ୍ରଭୁଙ୍କ ସହଭାଗିତାର ଉପଯୁକ୍ତ ଆଚରଣ ଅନୁସାରେ ଆପଣା ଆପଣା ସ୍ଵାମୀମାନଙ୍କ ବଶୀଭୂତା ହୁଅ । 19 ହେ ସ୍ଵାମୀମାନେ, ଆପଣା ଆପଣା ଭାର୍ଯ୍ୟାମାନଙ୍କୁ ପ୍ରେମ କର, ସେମାନଙ୍କ ପ୍ରତି କଟୁ ବ୍ୟବହାର କର ନାହିଁ । 20 ହେ ପିଲାମାନେ, ସମସ୍ତ ବିଷୟରେ ପିତାମାତାଙ୍କର ଆଜ୍ଞାବହ ହୁଅ, କାରଣ ଏହା ପ୍ରଭୁଙ୍କ ସହଭାଗିତାରେ ସନ୍ତୋଷଜନକ ବ୍ୟବହାର । 21 ହେ ପିତାମାନେ, ଆପଣା ଆପଣା ସନ୍ତାନମାନଙ୍କୁ ବିରକ୍ତ କର ନାହିଁ, ଯେପରି ସେମାନେ ନିରୁତ୍ସାହ ନ ହୁଅନ୍ତି । 22 ହେ ଦାସମାନେ।।, ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ କର୍ମ ନ କରି ବରଂ ପ୍ରଭୁଙ୍କୁ ଭୟ କରି ହୃଦୟର ସରଳତାରେ ସବୁ ବିଷୟରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କ ଆଜ୍ଞାବହ ହୁଅ । 23 ତୁମ୍ଭେମାନେ ଯାହା କିଛି କର, ପ୍ରଭୁଙ୍କ ନିମନ୍ତେ କଲା ପରି ଅନ୍ତର ସହ ତାହା କର, ମନୁଷ୍ୟ ନିମନ୍ତେ କଲା ପରି କର ନାହିଁ; 24 ପ୍ରଭୁଙ୍କଠାରୁ ଉତ୍ତରାଧିକାରରୂପ ପୁରସ୍କାର ଯେ ପାଇବ, ଏହା ତ ତୁମ୍ଭେମାନେ ଜାଣ । ତୁମ୍ଭେମାନେ ପ୍ରଭୁ ଖ୍ରୀଷ୍ଟଙ୍କର ସେବା କର, 25 କାରଣ ଯେ ଅନ୍ୟାୟ କରେ, ସେ ଆପଣା ଅନ୍ୟାୟର ପ୍ରତିଫଳ ପାଇବ; ସେ ବିଷୟରେ କୌଣସି ମୁଖାପେକ୍ଷା ନାହିଁ ।
1. ତୁମ୍ଭେମାନେ ଯେବେ ଖ୍ରୀଷ୍ଟଙ୍କ ସହିତ ଉତ୍ଥିତ ହୋଇଅଛ, ତେବେ ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ଖ୍ରୀଷ୍ଟଙ୍କର ଯେଉଁ ବାସସ୍ଥାନ, ସେହି ଊର୍ଦ୍ଧ୍ଵସ୍ଥାନର ବିଷୟସବୁ ଅନ୍ଵେଷଣ କର । 2. ପାର୍ଥିବ ବିଷୟରେ ଆସକ୍ତ ନ ହୋଇ ଊର୍ଦ୍ଧ୍ଵସ୍ଥ ବିଷୟରେ ଆସକ୍ତ ହୁଅ । 3. କାରଣ ତୁମ୍ଭେମାନେ ମରିଅଛ, ଆଉ ତୁମ୍ଭମାନଙ୍କର ଜୀବନ ଈଶ୍ଵରଙ୍କଠାରେ ଖ୍ରୀଷ୍ଟଙ୍କ ସହିତ ଗୁପ୍ତ ଅଛି । 4. ଆମ୍ଭମାନଙ୍କର ଜୀବନ ସ୍ଵରୂପ ଯେ ଖ୍ରୀଷ୍ଟ, ଯେତେବେଳେ ସେ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭେମାନେ ମଧ୍ୟ ତାହାଙ୍କ ସହିତ ଗୌରବରେ ପ୍ରକାଶିତ ହେବ । 5. ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁପ୍ରବୃତ୍ତିଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି ପ୍ରତିମାପୂଜା ରୂପ ଲୋଭ, ଏହିସବୁ ପ୍ରତି ମୃତ ହୁଅ; 6. ଏହିସବୁ ହେତୁରୁ ଈଶ୍ଵରଙ୍କ କ୍ରୋଧ ବର୍ତ୍ତେ; 7. ପୂର୍ବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟରେ ଆସକ୍ତ ଥାଇ ସେହିପ୍ରକାରେ ଆଚରଣ କରୁଥିଲ । 8. କିନ୍ତୁ ଏବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟ, ଅର୍ଥାତ୍ କ୍ରୋଧ, ରାଗ, ହିଂସା, ନିନ୍ଦା, ମୁଖରୁ କୁତ୍ସିତ ବାକ୍ୟ ଏହିସବୁ ପରିତ୍ୟାଗ କର । 9. ପରସ୍ପର ମିଥ୍ୟା କୁହ ନାହିଁ; ତୁମ୍ଭେମାନେ ତ ପୁରାତନ ସ୍ଵଭାବ ଓ 10. ସେଥିର ସମସ୍ତ କର୍ମ ପରିତ୍ୟାଗ କରି ନୂତନ ସ୍ଵଭାବ।। ପରିଧାନ କରିଅଛ; ସେହି ନୂତନ ସ୍ଵଭାବ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତିମୂର୍ତ୍ତି ଅନୁସାରେ ସମ୍ପୂର୍ଣ୍ଣ ଜ୍ଞାନ ପ୍ରାପ୍ତି ନିମନ୍ତେ ନୂତନୀକୃତ ହେଉଅଛି; 11. ଏପରି ସ୍ଥଳେ ଗ୍ରୀକ୍ ଓ ଯିହୁଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ଵାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି ସମସ୍ତଙ୍କଠାରେ ବାସ କରନ୍ତି । 12. ଅତଏବ, ଈଶ୍ଵରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର । 13. ପରସ୍ପର ପ୍ରତି ସହନଶୀଳ ହୁଅ, ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର । 14. ଆଉ, ଏହିସମସ୍ତ ଉପରେ ପ୍ରେମକୁ ପରିଧାନ କର, ଏହା ସିଦ୍ଧ ଅବସ୍ଥାର ବନ୍ଧନ ସ୍ଵରୂପ । 15. ପୁଣି, ଖ୍ରୀଷ୍ଟଦତ୍ତ ଯେଉଁ ଶାନ୍ତି ଭୋଗ କରିବା ନିମନ୍ତେ ତୁମ୍ଭେମାନେ ଏକ ଶରୀର ସ୍ଵରୂପେ ଆହୂତ ହୋଇଅଛ, ତାହା ତୁମ୍ଭମାନଙ୍କ ହୃଦୟରେ ରାଜତ୍ଵ କରୁ; ପୁଣି ତୁମ୍ଭେମାନେ ଧନ୍ୟବାଦ ଦିଅ । 16. ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି ଈଶ୍ଵରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ଵାରା କୃତଜ୍ଞ ହୃଦୟରେ ଗାନ କର । 17. ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ଵାରା ପିତା ଈଶ୍ଵରଙ୍କୁ ଧନ୍ୟବାଦ ଦିଅ । 18. ହେ ଭାର୍ଯ୍ୟାମାନେ, ପ୍ରଭୁଙ୍କ ସହଭାଗିତାର ଉପଯୁକ୍ତ ଆଚରଣ ଅନୁସାରେ ଆପଣା ଆପଣା ସ୍ଵାମୀମାନଙ୍କ ବଶୀଭୂତା ହୁଅ । 19. ହେ ସ୍ଵାମୀମାନେ, ଆପଣା ଆପଣା ଭାର୍ଯ୍ୟାମାନଙ୍କୁ ପ୍ରେମ କର, ସେମାନଙ୍କ ପ୍ରତି କଟୁ ବ୍ୟବହାର କର ନାହିଁ । 20. ହେ ପିଲାମାନେ, ସମସ୍ତ ବିଷୟରେ ପିତାମାତାଙ୍କର ଆଜ୍ଞାବହ ହୁଅ, କାରଣ ଏହା ପ୍ରଭୁଙ୍କ ସହଭାଗିତାରେ ସନ୍ତୋଷଜନକ ବ୍ୟବହାର । 21. ହେ ପିତାମାନେ, ଆପଣା ଆପଣା ସନ୍ତାନମାନଙ୍କୁ ବିରକ୍ତ କର ନାହିଁ, ଯେପରି ସେମାନେ ନିରୁତ୍ସାହ ନ ହୁଅନ୍ତି । 22. ହେ ଦାସମାନେ।।, ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ କର୍ମ ନ କରି ବରଂ ପ୍ରଭୁଙ୍କୁ ଭୟ କରି ହୃଦୟର ସରଳତାରେ ସବୁ ବିଷୟରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କ ଆଜ୍ଞାବହ ହୁଅ । 23. ତୁମ୍ଭେମାନେ ଯାହା କିଛି କର, ପ୍ରଭୁଙ୍କ ନିମନ୍ତେ କଲା ପରି ଅନ୍ତର ସହ ତାହା କର, ମନୁଷ୍ୟ ନିମନ୍ତେ କଲା ପରି କର ନାହିଁ; 24. ପ୍ରଭୁଙ୍କଠାରୁ ଉତ୍ତରାଧିକାରରୂପ ପୁରସ୍କାର ଯେ ପାଇବ, ଏହା ତ ତୁମ୍ଭେମାନେ ଜାଣ । ତୁମ୍ଭେମାନେ ପ୍ରଭୁ ଖ୍ରୀଷ୍ଟଙ୍କର ସେବା କର, 25. କାରଣ ଯେ ଅନ୍ୟାୟ କରେ, ସେ ଆପଣା ଅନ୍ୟାୟର ପ୍ରତିଫଳ ପାଇବ; ସେ ବିଷୟରେ କୌଣସି ମୁଖାପେକ୍ଷା ନାହିଁ ।
  • କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 1  
  • କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 2  
  • କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 3  
  • କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 4  
×

Alert

×

Oriya Letters Keypad References