ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଆୟୁବ ପୁସ୍ତକ

ରେକର୍ଡଗୁଡିକ

ଆୟୁବ ପୁସ୍ତକ ଅଧ୍ୟାୟ 24

1 କିହେତୁ ସର୍ବଶକ୍ତିମାନଙ୍କ ଦ୍ଵାରା ସମୟ ନିରୂପିତ ହୋଇ ନାହିଁ? ଓ ତାହାଙ୍କୁ ଜାଣିବା ଲୋକମାନେ କିହେତୁ ତାହାଙ୍କ ଦିନ ଦେଖନ୍ତି ନାହିଁ? 2 କେହି କେହି ଭୂମିର ସୀମାଚିହ୍ନ ଘୁଞ୍ଚାନ୍ତି, ସେମାନେ ବଳରେ ମେଷପଲ ହରଣ କରି ଚରାନ୍ତି । 3 ସେମାନେ ପିତୃହୀନର ଗର୍ଦ୍ଦଭ ଅଡ଼ାଇ ନିଅନ୍ତି, ବିଧବାର ଗୋରୁ ବନ୍ଧକ ରୂପେ ନିଅନ୍ତି । 4 ସେମାନେ ଦୀନହୀନକୁ ବାଟରୁ ତଡ଼ିଦିଅନ୍ତି; ଦେଶସ୍ଥ ଦରିଦ୍ରମାନେ ଏକତ୍ର ଲୁଚନ୍ତି । 5 ଦେଖ, ସେମାନେ ପ୍ରାନ୍ତରସ୍ଥ ବନ୍ୟ ଗର୍ଦ୍ଦଭ ତୁଲ୍ୟ ଆପଣା ଆପଣା କାର୍ଯ୍ୟରେ ବାହାରି ଯନିପୂର୍ବକ ଆହାର ଅନ୍ଵେଷଣ କରନ୍ତି; ଅରଣ୍ୟ ସେମାନଙ୍କ ବାଳକଗଣ ନିମନ୍ତେ ଆହାର ଉତ୍ପନ୍ନ କରେ । 6 ସେମାନେ କ୍ଷେତ୍ରରେ ଆପଣାମାନଙ୍କ ଖାଦ୍ୟ କାଟନ୍ତି ଓ ଦୁଷ୍ଟର ଦ୍ରାକ୍ଷାକ୍ଷେତ୍ରର ଅବଶିଷ୍ଟ ଫଳ ସାଉଣ୍ଟନ୍ତି । 7 ସେମାନେ ରାତ୍ରିଯାକ ବସ୍ତ୍ର ବିନା ଉଲଙ୍ଗ ହୋଇ ଶୟନ କରନ୍ତି ଓ ଶୀତକାଳରେ ସେମାନଙ୍କର ଆଚ୍ଛାଦନ ବସ୍ତ୍ର ନ ଥାଏ । 8 ସେମାନେ ପର୍ବତରେ ବୃଷ୍ଟିରେ ତିନ୍ତନ୍ତି, ପୁଣି ଆଶ୍ରୟ ଅଭାବରୁ ଶୈଳରେ ଶରଣ ନିଅନ୍ତି । 9 କେହି କେହି ପିତୃହୀନକୁ ମାତୃସ୍ତନରୁ ଛଡ଼ାଇ ନିଅନ୍ତି ଓ ଦରିଦ୍ରଠାରୁ ବନ୍ଧକ ନିଅନ୍ତି; 10 ଏହେତୁ ସେମାନେ ବସ୍ତ୍ର ବିନା ଉଲଙ୍ଗ ହୋଇ ବୁଲନ୍ତି ଓ କ୍ଷୁଧିତ ହୋଇ ଶସ୍ୟବିଡ଼ା ବହନ୍ତିନ୍ତ 11 ସେମାନେ ଏହି ଲୋକମାନଙ୍କ ପ୍ରାଚୀର ଭିତରେ ତୈଳ ପ୍ରସ୍ତୁତ କରନ୍ତି ଓ ସେମାନଙ୍କ ଦ୍ରାକ୍ଷାଯନ୍ତ୍ର ଦଳି ତୃଷିତ ହୁଅନ୍ତି । 12 ଜନପୂର୍ଣ୍ଣ ନଗରରୁ ଲୋକେ କାତରୋକ୍ତି କରନ୍ତି, ଆହତ ଲୋକର ପ୍ରାଣ ଡାକ ପକାଏ; ତଥାପି ପରମେଶ୍ଵର ଏହା ଦୋଷ ରୂପେ ଗଣନା କରନ୍ତି ନାହିଁ । 13 ସେମାନଙ୍କର କେହି କେହି ଆଲୁଅର ବିଦ୍ରୋହୀ; ତହିଁର ମାର୍ଗ ସେମାନେ ଜାଣନ୍ତି ନାହିଁ, ଅବା ତହିଁର ପଥରେ ରହନ୍ତି ନାହିଁ । 14 ହତ୍ୟାକାରୀ ଅରୁଣୋଦୟ ବେଳେ ଉଠି ଦରିଦ୍ର ଓ ଦୀନହୀନକୁ ବଧ କରେ ଓ ରାତ୍ରିରେ ସେ ଚୋର ପରି ହୁଏ । 15 ପାରଦାରିକର ଚକ୍ଷୁ ମଧ୍ୟ ସନ୍ଧ୍ୟାକାଳର ଅପେକ୍ଷା କରି କହେ, କେହି ମୋତେ ଦେଖିବ ନାହିଁ ଓ ସେ ଆପଣା ମୁଖ ଅନ୍ୟ ରୂପ କରେ । 16 ସେମାନେ ଅନ୍ଧକାରରେ ଗୃହ ସିନ୍ଧି କରନ୍ତି; ସେମାନେ ଦିନ ବେଳେ ଲୁଚି ରହନ୍ତି, ସେମାନେ ଆଲୁଅ ଜାଣନ୍ତି ନାହିଁ । 17 କାରଣ ସେସମସ୍ତଙ୍କ ପ୍ରତି ପ୍ରଭାତ ମୃତ୍ୟୁଛାୟା ପରି ଅଟେ; ସେମାନେ ମୃତ୍ୟୁଛାୟାର ଭୟାନକତା ଜାଣନ୍ତି । 18 ସେ ଜଳ ଉପରେ ଶୀଘ୍ରଗାମୀ; ଦେଶରେ ସେମାନଙ୍କ ଅଧିକାର ଅଭିଶପ୍ତ ଅଟେ; ସେ ଦ୍ରାକ୍ଷାକ୍ଷେତ୍ରର ପଥ ଆଡ଼କୁ ଫେରେ ନାହିଁ । 19 ଯେପରି ଅନାବୃଷ୍ଟି ଓ ଗ୍ରୀଷ୍ମ ହିମଜଳକୁ, ସେପରି ପାତାଳ ପାପୀମାନଙ୍କୁ ନଷ୍ଟ କରେ । 20 ଗର୍ଭ ତାହାକୁ ପାସୋରି ଯିବ; କୀଟ ସୁସ୍ଵାଦୁ ଭକ୍ଷ୍ୟ ପରି ତାହାକୁ ଖାଇବ, ସେ ଆଉ ସ୍ମରଣ କରାଯିବ ନାହିଁ; ପୁଣି, ଅଧର୍ମ ବୃକ୍ଷ ପରି ଭଙ୍ଗା ଯିବ । 21 ସେ ନିଃସନ୍ତାନା ବନ୍ଧ୍ୟାକୁ ଗ୍ରାସ କରେ ଓ ବିଧବାର ମଙ୍ଗଳ କରେ ନାହିଁ । 22 ସେ ଆପଣା ଶକ୍ତିରେ ବିକ୍ରମୀ ଲୋକକୁ ମଧ୍ୟ ଟାଣି ପକାଏ, ସେ ଉଠିଲେ କାହାରି ଜୀବନର ସ୍ଥିରତା ନ ଥାଏ । 23 ପରମେଶ୍ଵର ସେମାନଙ୍କୁ ନିରାପଦରେ ରହିବାକୁ ଦିଅନ୍ତି ଓ ସେମାନେ ତହିଁରେ ନିର୍ଭର ରଖନ୍ତି ଓ ତାହାଙ୍କ ଦୃଷ୍ଟି ସେମାନଙ୍କ ମାର୍ଗରେ ଥାଏ । 24 ସେମାନେ ଉନ୍ନତ ହୁଅନ୍ତି; ତଥାପି ଅଳ୍ପ କାଳରେ ଅନ୍ତର୍ହିତ ହୁଅନ୍ତି; ହଁ, ସେମାନେ ଅବନତ ହୁଅନ୍ତି, ସେମାନେ ଅନ୍ୟ ସମସ୍ତଙ୍କ ପରି ପଥରୁ ଘେନାଯାʼନ୍ତି, ଆଉ ଶସ୍ୟଶିଁଷାର ଅଗ୍ରଭାଗ ପରି କଟାଯାʼନ୍ତି । 25 ପୁଣି, ବର୍ତ୍ତମାନ ଯେବେ ଏପରି ନ ହୁଏ, ତେବେ କିଏ ଆମ୍ଭକୁ ମିଥ୍ୟାବାଦୀ ବୋଲି ପ୍ରମାଣ କରିବ ଓ ଆମ୍ଭ କଥାକୁ ନିରର୍ଥକ କରିବ?
1. କିହେତୁ ସର୍ବଶକ୍ତିମାନଙ୍କ ଦ୍ଵାରା ସମୟ ନିରୂପିତ ହୋଇ ନାହିଁ? ଓ ତାହାଙ୍କୁ ଜାଣିବା ଲୋକମାନେ କିହେତୁ ତାହାଙ୍କ ଦିନ ଦେଖନ୍ତି ନାହିଁ? 2. କେହି କେହି ଭୂମିର ସୀମାଚିହ୍ନ ଘୁଞ୍ଚାନ୍ତି, ସେମାନେ ବଳରେ ମେଷପଲ ହରଣ କରି ଚରାନ୍ତି । 3. ସେମାନେ ପିତୃହୀନର ଗର୍ଦ୍ଦଭ ଅଡ଼ାଇ ନିଅନ୍ତି, ବିଧବାର ଗୋରୁ ବନ୍ଧକ ରୂପେ ନିଅନ୍ତି । 4. ସେମାନେ ଦୀନହୀନକୁ ବାଟରୁ ତଡ଼ିଦିଅନ୍ତି; ଦେଶସ୍ଥ ଦରିଦ୍ରମାନେ ଏକତ୍ର ଲୁଚନ୍ତି । 5. ଦେଖ, ସେମାନେ ପ୍ରାନ୍ତରସ୍ଥ ବନ୍ୟ ଗର୍ଦ୍ଦଭ ତୁଲ୍ୟ ଆପଣା ଆପଣା କାର୍ଯ୍ୟରେ ବାହାରି ଯନିପୂର୍ବକ ଆହାର ଅନ୍ଵେଷଣ କରନ୍ତି; ଅରଣ୍ୟ ସେମାନଙ୍କ ବାଳକଗଣ ନିମନ୍ତେ ଆହାର ଉତ୍ପନ୍ନ କରେ । 6. ସେମାନେ କ୍ଷେତ୍ରରେ ଆପଣାମାନଙ୍କ ଖାଦ୍ୟ କାଟନ୍ତି ଓ ଦୁଷ୍ଟର ଦ୍ରାକ୍ଷାକ୍ଷେତ୍ରର ଅବଶିଷ୍ଟ ଫଳ ସାଉଣ୍ଟନ୍ତି । 7. ସେମାନେ ରାତ୍ରିଯାକ ବସ୍ତ୍ର ବିନା ଉଲଙ୍ଗ ହୋଇ ଶୟନ କରନ୍ତି ଓ ଶୀତକାଳରେ ସେମାନଙ୍କର ଆଚ୍ଛାଦନ ବସ୍ତ୍ର ନ ଥାଏ । 8. ସେମାନେ ପର୍ବତରେ ବୃଷ୍ଟିରେ ତିନ୍ତନ୍ତି, ପୁଣି ଆଶ୍ରୟ ଅଭାବରୁ ଶୈଳରେ ଶରଣ ନିଅନ୍ତି । 9. କେହି କେହି ପିତୃହୀନକୁ ମାତୃସ୍ତନରୁ ଛଡ଼ାଇ ନିଅନ୍ତି ଓ ଦରିଦ୍ରଠାରୁ ବନ୍ଧକ ନିଅନ୍ତି; 10. ଏହେତୁ ସେମାନେ ବସ୍ତ୍ର ବିନା ଉଲଙ୍ଗ ହୋଇ ବୁଲନ୍ତି ଓ କ୍ଷୁଧିତ ହୋଇ ଶସ୍ୟବିଡ଼ା ବହନ୍ତିନ୍ତ 11. ସେମାନେ ଏହି ଲୋକମାନଙ୍କ ପ୍ରାଚୀର ଭିତରେ ତୈଳ ପ୍ରସ୍ତୁତ କରନ୍ତି ଓ ସେମାନଙ୍କ ଦ୍ରାକ୍ଷାଯନ୍ତ୍ର ଦଳି ତୃଷିତ ହୁଅନ୍ତି । 12. ଜନପୂର୍ଣ୍ଣ ନଗରରୁ ଲୋକେ କାତରୋକ୍ତି କରନ୍ତି, ଆହତ ଲୋକର ପ୍ରାଣ ଡାକ ପକାଏ; ତଥାପି ପରମେଶ୍ଵର ଏହା ଦୋଷ ରୂପେ ଗଣନା କରନ୍ତି ନାହିଁ । 13. ସେମାନଙ୍କର କେହି କେହି ଆଲୁଅର ବିଦ୍ରୋହୀ; ତହିଁର ମାର୍ଗ ସେମାନେ ଜାଣନ୍ତି ନାହିଁ, ଅବା ତହିଁର ପଥରେ ରହନ୍ତି ନାହିଁ । 14. ହତ୍ୟାକାରୀ ଅରୁଣୋଦୟ ବେଳେ ଉଠି ଦରିଦ୍ର ଓ ଦୀନହୀନକୁ ବଧ କରେ ଓ ରାତ୍ରିରେ ସେ ଚୋର ପରି ହୁଏ । 15. ପାରଦାରିକର ଚକ୍ଷୁ ମଧ୍ୟ ସନ୍ଧ୍ୟାକାଳର ଅପେକ୍ଷା କରି କହେ, କେହି ମୋତେ ଦେଖିବ ନାହିଁ ଓ ସେ ଆପଣା ମୁଖ ଅନ୍ୟ ରୂପ କରେ । 16. ସେମାନେ ଅନ୍ଧକାରରେ ଗୃହ ସିନ୍ଧି କରନ୍ତି; ସେମାନେ ଦିନ ବେଳେ ଲୁଚି ରହନ୍ତି, ସେମାନେ ଆଲୁଅ ଜାଣନ୍ତି ନାହିଁ । 17. କାରଣ ସେସମସ୍ତଙ୍କ ପ୍ରତି ପ୍ରଭାତ ମୃତ୍ୟୁଛାୟା ପରି ଅଟେ; ସେମାନେ ମୃତ୍ୟୁଛାୟାର ଭୟାନକତା ଜାଣନ୍ତି । 18. ସେ ଜଳ ଉପରେ ଶୀଘ୍ରଗାମୀ; ଦେଶରେ ସେମାନଙ୍କ ଅଧିକାର ଅଭିଶପ୍ତ ଅଟେ; ସେ ଦ୍ରାକ୍ଷାକ୍ଷେତ୍ରର ପଥ ଆଡ଼କୁ ଫେରେ ନାହିଁ । 19. ଯେପରି ଅନାବୃଷ୍ଟି ଓ ଗ୍ରୀଷ୍ମ ହିମଜଳକୁ, ସେପରି ପାତାଳ ପାପୀମାନଙ୍କୁ ନଷ୍ଟ କରେ । 20. ଗର୍ଭ ତାହାକୁ ପାସୋରି ଯିବ; କୀଟ ସୁସ୍ଵାଦୁ ଭକ୍ଷ୍ୟ ପରି ତାହାକୁ ଖାଇବ, ସେ ଆଉ ସ୍ମରଣ କରାଯିବ ନାହିଁ; ପୁଣି, ଅଧର୍ମ ବୃକ୍ଷ ପରି ଭଙ୍ଗା ଯିବ । 21. ସେ ନିଃସନ୍ତାନା ବନ୍ଧ୍ୟାକୁ ଗ୍ରାସ କରେ ଓ ବିଧବାର ମଙ୍ଗଳ କରେ ନାହିଁ । 22. ସେ ଆପଣା ଶକ୍ତିରେ ବିକ୍ରମୀ ଲୋକକୁ ମଧ୍ୟ ଟାଣି ପକାଏ, ସେ ଉଠିଲେ କାହାରି ଜୀବନର ସ୍ଥିରତା ନ ଥାଏ । 23. ପରମେଶ୍ଵର ସେମାନଙ୍କୁ ନିରାପଦରେ ରହିବାକୁ ଦିଅନ୍ତି ଓ ସେମାନେ ତହିଁରେ ନିର୍ଭର ରଖନ୍ତି ଓ ତାହାଙ୍କ ଦୃଷ୍ଟି ସେମାନଙ୍କ ମାର୍ଗରେ ଥାଏ । 24. ସେମାନେ ଉନ୍ନତ ହୁଅନ୍ତି; ତଥାପି ଅଳ୍ପ କାଳରେ ଅନ୍ତର୍ହିତ ହୁଅନ୍ତି; ହଁ, ସେମାନେ ଅବନତ ହୁଅନ୍ତି, ସେମାନେ ଅନ୍ୟ ସମସ୍ତଙ୍କ ପରି ପଥରୁ ଘେନାଯାʼନ୍ତି, ଆଉ ଶସ୍ୟଶିଁଷାର ଅଗ୍ରଭାଗ ପରି କଟାଯାʼନ୍ତି । 25. ପୁଣି, ବର୍ତ୍ତମାନ ଯେବେ ଏପରି ନ ହୁଏ, ତେବେ କିଏ ଆମ୍ଭକୁ ମିଥ୍ୟାବାଦୀ ବୋଲି ପ୍ରମାଣ କରିବ ଓ ଆମ୍ଭ କଥାକୁ ନିରର୍ଥକ କରିବ?
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
×

Alert

×

Oriya Letters Keypad References