ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ବିଚାରକର୍ତାମାନଙ୍କ ବିବରଣ

ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 18

1 ସେହି ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ସେତେବେଳେ ଦାନ ବଂଶ ବସତି ନିମନ୍ତେ ଅଧିକାର ଖୋଜୁଥିଲେ; କାରଣ ସେଦିନ ପର୍ଯ୍ୟନ୍ତ ଇସ୍ରାଏଲ ବଂଶ ମଧ୍ୟରେ ସେମାନଙ୍କ ଅଧିକାର ପଡ଼ି ନ ଥିଲା । 2 ଏଣୁ ଦାନ୍-ସନ୍ତାନଗଣ ଆପଣାମାନଙ୍କ ସଂଖ୍ୟା ମଧ୍ୟରୁ ସ୍ଵଗୋଷ୍ଠୀୟ ପାଞ୍ଚ ଜଣ ବୀର ପୁରୁଷଙ୍କୁ ଦେଶ ଭ୍ରମଣ ଓ ଅନୁସନ୍ଧାନ କରିବାକୁ ସରୀୟ ଓ ଇଷ୍ଟାୟୋଲ୍ଠାରୁ ପଠାଇଲେ ଓ ସେମାନଙ୍କୁ କହିଲେ, ଯାଇ ଦେଶ ଅନୁସନ୍ଧାନ କର; ତହିଁରେ ସେମାନେ ଇଫ୍ରୟିମ-ପର୍ବତମୟ ଦେଶସ୍ଥିତ ମୀଖାର ଗୃହ⇧ ପର୍ଯ୍ୟନ୍ତ ଆସି ସେଠାରେ ରାତ୍ରି କ୍ଷେପଣ କଲେ । 3 ସେମାନେ ମୀଖାର ଗୃହ ନିକଟରେ ଥିବାବେଳେ ସେହି ଲେବୀୟ ଯୁବା ଲୋକର ରବ ଚିହ୍ନିଲେ; ତହୁଁ ସେମାନେ ସେଠାକୁ ଯାଇ ତାହାକୁ ପଚାରିଲେ, ତୁମ୍ଭକୁ ଏଠାକୁ କିଏ ଆଣିଲା? ତୁମ୍ଭେ ଏଠାରେ କଅଣ କରୁଅଛ? ଓ ତୁମ୍ଭର ଏଠାରେ କଅଣ ଅଛି? 4 ତହିଁରେ ସେ ସେମାନଙ୍କୁ କହିଲା, ମୀଖା ମୋହର ପ୍ରତି ଏହି ଏହି ପ୍ରକାର ବ୍ୟବହାର କଲା, ସେ ମୋତେ ବେତନ ଦେଇ ନିଯୁକ୍ତ କରିଅଛି ଓ ମୁଁ ତାହାର ଯାଜକ ହୋଇଅଛି । 5 ତହୁଁ ସେମାନେ ତାହାକୁ କହିଲେ, ଆମ୍ଭେମାନେ ତୁମ୍ଭକୁ ବିନୟ କରୁଅଛୁ, ପରମେଶ୍ଵରଙ୍କ ନିକଟରେ ପଚାର, ଆମ୍ଭମାନଙ୍କ ଯିବା ବାଟରେ ମଙ୍ଗଳ ହେବ କି ନାହିଁ, ତାହା ଆମ୍ଭେମାନେ ଜାଣିବାକୁ ଚାହୁଁ । 6 ତହୁଁ ଯାଜକ ସେମାନଙ୍କୁ କହିଲା, କୁଶଳରେ ଯାଅ; ତୁମ୍ଭମାନଙ୍କ ଗନ୍ତବ୍ୟ ପଥ ସଦାପ୍ରଭୁଙ୍କ ସମ୍ମୁଖରେ ଅଛି । 7 ଏ ଉତ୍ତାରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶ୍ରେ ଉପସ୍ଥିତ ହେଲେ, ପୁଣି ସେଠାସ୍ଥିତ ଲୋକମାନେ କିରୂପ ନିର୍ଭୟରେ ବାସ କରି ସୀଦୋନୀୟମାନଙ୍କ ରୀତି ଅନୁସାରେ ଶା; ଓ ନିର୍ଭୟ ହୋଇଅଛନ୍ତି, ଏହା ଦେଖିଲେ; କାରଣ କୌଣସି କଥାରେ ସେମାନଙ୍କୁ ଲଜ୍ଜିତ କରିବା ପାଇଁ ସେହି ଦେଶରେ କର୍ତ୍ତୃତ୍ଵବିଶିଷ୍ଟ କେହି ନ ଥିଲେ, ଆଉ ସେମାନେ ସୀଦୋନୀୟମାନଙ୍କଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି ସହିତ ସେମାନଙ୍କର ସମ୍ପର୍କ ନ ଥିଲା । 8 ଏ ଉତ୍ତାରେ ସେମାନେ ସରୀୟ ଓ ଇଷ୍ଟାୟୋଲ୍ରେ ଆପଣା ଭ୍ରାତୃଗଣ ନିକଟରେ ଉପସ୍ଥିତ ହେଲେ; ତହିଁରେ ସେମାନଙ୍କର ଭ୍ରାତୃଗଣ ସେମାନଙ୍କୁ ପଚାରିଲେ, କି ବିଚାର? 9 ତହିଁରେ ସେମାନେ କହିଲେ, ଉଠ, ସେମାନଙ୍କ ପ୍ରତିକୂଳରେ ଯିବା; କାରଣ ଆମ୍ଭେମାନେ ସେ ଦେଶ ଦେଖିଲୁ, ଦେଖ, ସେ ଦେଶ ଅତି ଉତ୍ତମ; ଆଉ ତୁମ୍ଭେମାନେ କି ତୁନି ହୋଇ ରହିଅଛ? ସେହି ଦେଶକୁ ଯିବାକୁ ଓ ପ୍ରବେଶି ତାହା ଅଧିକାର କରିବାକୁ ଆଳସ୍ୟ କର ନାହିଁ । 10 ତୁମ୍ଭେମାନେ ଗଲେ ନିର୍ଭୟରେ ଥିବା ଲୋକମାନଙ୍କୁ ପାଇବ ଓ ଦେଶ ଅତି ବିସ୍ତୃତ; ପରମେଶ୍ଵର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ସେ ସ୍ଥାନରେ ପୃଥିବୀସ୍ଥ କୌଣସି କଥାର ଅଭାବ ନାହିଁ । 11 ତହିଁରେ ସେଠାରୁ ଦାନ ଗୋଷ୍ଠୀୟ ଛଅ ଶହ ଲୋକ ଯୁଦ୍ଧାସ୍ତ୍ରରେ ସସଜ୍ଜ ହୋଇ ସରୀୟ ଓ ଇଷ୍ଟାୟୋଲ୍ରୁ ଯାତ୍ରା କଲେ । 12 ପୁଣି ସେମାନେ ଉଠି ଯାଇ ଯିହୁଦା-ଅନ୍ତର୍ଗତ କିରୀୟତ୍-ଯିୟାରୀମରେ ଛାଉଣି ସ୍ଥାପନ କଲେ; ଏହି କାରଣରୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନକୁ ମହନୀ-ଦାନ୍ (ଦାନର ଛାଉଣି) କହନ୍ତି; ଦେଖ, ତାହା କିରୀୟତ୍-ଯିୟାରୀମର ପଛରେ ଅଛି । 13 ଏ ଉତ୍ତାରେ ସେମାନେ ସେଠାରୁ ଇଫ୍ରିୟମ-ପର୍ବତମୟ ଦେଶ ଆଡ଼େ ଯାଇ ମୀଖାର ଗୃହ ପର୍ଯ୍ୟନ୍ତ ଗଲେ । 14 ସେତେବେଳେ ଯେଉଁ ପାଞ୍ଚ ଜଣ ଲୟିଶ୍ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନେ ଆପଣା ଭ୍ରାତୃଗଣକୁ କହିଲେ, ଏହି ଗୃହରେ ଯେ ଏକ ଏଫୋଦ ଓ ଠାକୁରମାନ, ଆଉ ଏକ ଖୋଳା ପ୍ରତିମା ଓ ଏକ ଢଳା ପ୍ରତିମା ଅଛି, ଏହା କʼଣ ତୁମ୍ଭେମାନେ ଜାଣ? ଏଣୁ ତୁମ୍ଭମାନଙ୍କର କି କର୍ତ୍ତବ୍ୟ, ତାହା ବିବେଚନା କର । 15 ତହୁଁ ସେମାନେ ସେଆଡ଼େ ଯାଇ ମୀଖାର ଗୃହରେ ସେହି ଲେବୀୟ ଯୁବାର ଗୃହକୁ ଆସି ତାହାର ମଙ୍ଗଳବାର୍ତ୍ତା ପଚାରିଲେ । 16 ପୁଣି ଯୁଦ୍ଧାସ୍ତ୍ରରେ ସସଜ୍ଜ ଦାନ୍-ସନ୍ତାନଗଣର ସେହି ଛଅ ଶହ ପୁରୁଷ ଦ୍ଵାର ପ୍ରବେଶ-ସ୍ଥାନରେ ଛିଡ଼ା ହୋଇ ରହିଲେ । 17 ଏଥିରେ ଦେଶାନୁସନ୍ଧାନ ନିମିତ୍ତ ଯାଇଥିବା ସେହି ପାଞ୍ଚ ଜଣ ଉପରକୁ ଗଲେ, ପୁଣି ତହିଁ ଭିତରକୁ ଯାଇ ଖୋଳା ପ୍ରତିମା ଓ ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଉଠାଇ ନେଲେ; ସେ ସମୟରେ ଯାଜକ ଦ୍ଵାରପ୍ରବେଶ-ସ୍ଥାନରେ ଯୁଦ୍ଧାସ୍ତ୍ରରେ ସସଜ୍ଜ ସେହି ଛଅ ଶହ ଲୋକ ସଙ୍ଗରେ ଛିଡ଼ା ହୋଇଥିଲା । 18 ଆଉ ସେହି ଲୋକମାନେ ମୀଖା ଗୃହକୁ ଯାଇ ଖୋଳା ପ୍ରତିମା, ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଆଣନ୍ତେ, ଯାଜକ ସେମାନଙ୍କୁ କହିଲା, ତୁମ୍ଭେମାନେ କଅଣ କରୁଅଛ? 19 ତହିଁରେ ସେମାନେ ତାହାକୁ କହିଲେ, ତୁନି ହୁଅ, ଆପଣା ମୁହଁରେ ହାତ ଦିଅ, ଆମ୍ଭମାନଙ୍କ ସଙ୍ଗେ ଚାଲ ଓ ଆମ୍ଭମାନଙ୍କ ପିତା ଓ ଯାଜକ ହୁଅ; ଏକ ଲୋକର ଗୃହରେ ଯାଜକ ହେବା ତୁମ୍ଭର ଭଲ, କି ଇସ୍ରାଏଲୀୟ ଏକ ବଂଶ ଓ ଗୋଷ୍ଠୀର ଯାଜକ ହେବା ଭଲ? 20 ଏଥିରେ ଯାଜକର ମନ ଆନନ୍ଦିତ ହେଲା, ତହୁଁ ସେ ଏଫୋଦ ଓ ଠାକୁରମାନ ଓ ଖୋଳା ପ୍ରତିମା ନେଇ ଲୋକମାନଙ୍କ ମଧ୍ୟରେ ଚାଲିଲା । 21 ଏ ଉତ୍ତାରେ ସେମାନେ ମୁଖ ଫେରାଇ ପ୍ରସ୍ଥାନ କଲେ, ପୁଣି ବାଳକ ଓ ପଶୁ ଓ ସାମଗ୍ରୀ ଆପଣାମାନଙ୍କ ଆଗେ ଚଳାଇଲେ । 22 ସେମାନେ ମୀଖାର ଗୃହରୁ କିଛି ଦୂର ଗଲା ଉତ୍ତାରେ ମୀଖାର ଗୃହ ନିକଟ ଗୃହବାସୀମାନେ ଦଳବଦ୍ଧ ହୋଇ ଦାନ୍-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ । 23 ପୁଣି ଦାନ୍-ସନ୍ତାନଗଣକୁ ଡାକ ପକାଇଲେ । ତହୁଁ ସେମାନେ ମୁଖ ଫେରାଇ ମୀଖାକୁ କହିଲେ, ତୁମ୍ଭର କଅଣ ହେଲା ଯେ, ତୁମ୍ଭେ ଏପରି ଦଳବଦ୍ଧ ହୋଇ ଆସୁଅଛ? 24 ତହିଁରେ ସେ କହିଲା, ମୋର ବନାଇଲା ଦେବତାମାନଙ୍କୁ, ପୁଣି ଯାଜକକୁ ତୁମ୍ଭେମାନେ ତ ନେଇ ଚାଲି ଆସିଲ, ବାକି ମୋହର ଆଉ କଅଣ ଅଛି? ଆହୁରି କହୁଛ, ତୁମ୍ଭର କଅଣ ହେଲା? 25 ତହିଁରେ ଦାନ୍-ସନ୍ତାନଗଣ ତାହାକୁ କହିଲେ, ଆମ୍ଭମାନଙ୍କ ମଧ୍ୟରେ ତୁମ୍ଭ ରବ ଶୁଣା ନ ଯାଉ, କେଜାଣି କ୍ରୋଧୀ ଲୋକେ ତୁମ୍ଭ ଉପରେ ପଡ଼ିବେ, ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପରିବାରର ପ୍ରାଣ ହରାଇବ । 26 ଏ ଉତ୍ତାରେ ଦାନ୍-ସନ୍ତାନଗଣ ଆପଣା ପଥରେ ଗମନ କଲେ; ପୁଣି ମୀଖା ସେମାନଙ୍କୁ ଆପଣାଠାରୁ ଅଧିକ ବଳବାନ ଦେଖି ଫେରି ଆପଣା ଗୃହକୁ ଗଲା । 27 ତହୁଁ ସେମାନେ ମୀଖାର ନିର୍ମିତ ବସ୍ତୁସବୁ ଓ ତାହାର ଯାଜକକୁ ନେଇ ଲୟିଶରେ ସେହି ଶା; ଓ ନିର୍ଭୟ ହୋଇ ରହିଥିବା ଲୋକମାନଙ୍କ ନିକଟରେ ଉପସ୍ଥିତ ହେଲେ ଓ ସେମାନଙ୍କୁ ଖଡ଼୍‍ଗଧାରରେ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ । 28 ପୁଣି ଉଦ୍ଧାରକର୍ତ୍ତା କେହି ନ ଥିଲା, କାରଣ ତାହା ସୀଦୋନ୍‍ଠାରୁ ଦୂର ଥିଲା, ଆଉ ଅନ୍ୟ କାହାରି ସଙ୍ଗେ ସେମାନଙ୍କର ସମ୍ପର୍କ ନ ଥିଲା; ଆଉ ତାହା ବୈଥ୍-ରହୋବ ନିକଟସ୍ଥ ତଳଭୂମିରେ ଥିଲା । ଏ ଉତ୍ତାରେ ସେମାନେ ସେହି ନଗର ନିର୍ମାଣ କରି ସେଠାରେ ବାସ କଲେ । 29 ପୁଣି ଆପଣାମାନଙ୍କ ପୂର୍ବପୁରୁଷ ଯେ ଇସ୍ରାଏଲର ପୁତ୍ର ଦାନ୍, ତାହାର ନାମାନୁସାରେ ସେହି ନଗରର ନାମ ଦାନ୍ ରଖିଲେ; ମାତ୍ର ଆଦ୍ୟରେ ସେହି ନଗରର ନାମ ଲୟିଶ୍ ଥିଲା । 30 ପୁଣି ଦାନ୍-ସନ୍ତାନଗଣ ସେହି ଖୋଦିତ ପ୍ରତିମା ଆପଣାମାନଙ୍କ ପାଇଁ ସ୍ଥାପନ କଲେ; ପୁଣି ସେହି ଦେଶୀୟ ଲୋକମାନେ ବନ୍ଦୀ ରୂପେ ଦେଶାନ୍ତରିତ ହେବାଯାଏ ମୋଶାର ପୌତ୍ର, ଗେର୍ଶୋନ୍ର ପୁତ୍ର ଯୋନାଥନ ଓ ତାହାର ସନ୍ତାନଗଣ ଦାନ୍ ବଂଶର ଯାଜକ ହେଲେ । 31 ଶୀଲୋରେ ପରମେଶ୍ଵରଙ୍କ ଗୃହ ଥିବାର ସମସ୍ତ ସମୟ ସେମାନେ ଆପଣାମାନଙ୍କ ପାଇଁ ମୀଖାର ନିର୍ମିତ ସେହି ଖୋଦିତ ପ୍ରତିମା ସ୍ଥାପନ କରି ରଖିଲେ ।
1. ସେହି ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ସେତେବେଳେ ଦାନ ବଂଶ ବସତି ନିମନ୍ତେ ଅଧିକାର ଖୋଜୁଥିଲେ; କାରଣ ସେଦିନ ପର୍ଯ୍ୟନ୍ତ ଇସ୍ରାଏଲ ବଂଶ ମଧ୍ୟରେ ସେମାନଙ୍କ ଅଧିକାର ପଡ଼ି ନ ଥିଲା । 2. ଏଣୁ ଦାନ୍-ସନ୍ତାନଗଣ ଆପଣାମାନଙ୍କ ସଂଖ୍ୟା ମଧ୍ୟରୁ ସ୍ଵଗୋଷ୍ଠୀୟ ପାଞ୍ଚ ଜଣ ବୀର ପୁରୁଷଙ୍କୁ ଦେଶ ଭ୍ରମଣ ଓ ଅନୁସନ୍ଧାନ କରିବାକୁ ସରୀୟ ଓ ଇଷ୍ଟାୟୋଲ୍ଠାରୁ ପଠାଇଲେ ଓ ସେମାନଙ୍କୁ କହିଲେ, ଯାଇ ଦେଶ ଅନୁସନ୍ଧାନ କର; ତହିଁରେ ସେମାନେ ଇଫ୍ରୟିମ-ପର୍ବତମୟ ଦେଶସ୍ଥିତ ମୀଖାର ଗୃହ⇧ ପର୍ଯ୍ୟନ୍ତ ଆସି ସେଠାରେ ରାତ୍ରି କ୍ଷେପଣ କଲେ । 3. ସେମାନେ ମୀଖାର ଗୃହ ନିକଟରେ ଥିବାବେଳେ ସେହି ଲେବୀୟ ଯୁବା ଲୋକର ରବ ଚିହ୍ନିଲେ; ତହୁଁ ସେମାନେ ସେଠାକୁ ଯାଇ ତାହାକୁ ପଚାରିଲେ, ତୁମ୍ଭକୁ ଏଠାକୁ କିଏ ଆଣିଲା? ତୁମ୍ଭେ ଏଠାରେ କଅଣ କରୁଅଛ? ଓ ତୁମ୍ଭର ଏଠାରେ କଅଣ ଅଛି? 4. ତହିଁରେ ସେ ସେମାନଙ୍କୁ କହିଲା, ମୀଖା ମୋହର ପ୍ରତି ଏହି ଏହି ପ୍ରକାର ବ୍ୟବହାର କଲା, ସେ ମୋତେ ବେତନ ଦେଇ ନିଯୁକ୍ତ କରିଅଛି ଓ ମୁଁ ତାହାର ଯାଜକ ହୋଇଅଛି । 5. ତହୁଁ ସେମାନେ ତାହାକୁ କହିଲେ, ଆମ୍ଭେମାନେ ତୁମ୍ଭକୁ ବିନୟ କରୁଅଛୁ, ପରମେଶ୍ଵରଙ୍କ ନିକଟରେ ପଚାର, ଆମ୍ଭମାନଙ୍କ ଯିବା ବାଟରେ ମଙ୍ଗଳ ହେବ କି ନାହିଁ, ତାହା ଆମ୍ଭେମାନେ ଜାଣିବାକୁ ଚାହୁଁ । 6. ତହୁଁ ଯାଜକ ସେମାନଙ୍କୁ କହିଲା, କୁଶଳରେ ଯାଅ; ତୁମ୍ଭମାନଙ୍କ ଗନ୍ତବ୍ୟ ପଥ ସଦାପ୍ରଭୁଙ୍କ ସମ୍ମୁଖରେ ଅଛି । 7. ଏ ଉତ୍ତାରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶ୍ରେ ଉପସ୍ଥିତ ହେଲେ, ପୁଣି ସେଠାସ୍ଥିତ ଲୋକମାନେ କିରୂପ ନିର୍ଭୟରେ ବାସ କରି ସୀଦୋନୀୟମାନଙ୍କ ରୀତି ଅନୁସାରେ ଶା; ଓ ନିର୍ଭୟ ହୋଇଅଛନ୍ତି, ଏହା ଦେଖିଲେ; କାରଣ କୌଣସି କଥାରେ ସେମାନଙ୍କୁ ଲଜ୍ଜିତ କରିବା ପାଇଁ ସେହି ଦେଶରେ କର୍ତ୍ତୃତ୍ଵବିଶିଷ୍ଟ କେହି ନ ଥିଲେ, ଆଉ ସେମାନେ ସୀଦୋନୀୟମାନଙ୍କଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି ସହିତ ସେମାନଙ୍କର ସମ୍ପର୍କ ନ ଥିଲା । 8. ଏ ଉତ୍ତାରେ ସେମାନେ ସରୀୟ ଓ ଇଷ୍ଟାୟୋଲ୍ରେ ଆପଣା ଭ୍ରାତୃଗଣ ନିକଟରେ ଉପସ୍ଥିତ ହେଲେ; ତହିଁରେ ସେମାନଙ୍କର ଭ୍ରାତୃଗଣ ସେମାନଙ୍କୁ ପଚାରିଲେ, କି ବିଚାର? 9. ତହିଁରେ ସେମାନେ କହିଲେ, ଉଠ, ସେମାନଙ୍କ ପ୍ରତିକୂଳରେ ଯିବା; କାରଣ ଆମ୍ଭେମାନେ ସେ ଦେଶ ଦେଖିଲୁ, ଦେଖ, ସେ ଦେଶ ଅତି ଉତ୍ତମ; ଆଉ ତୁମ୍ଭେମାନେ କି ତୁନି ହୋଇ ରହିଅଛ? ସେହି ଦେଶକୁ ଯିବାକୁ ଓ ପ୍ରବେଶି ତାହା ଅଧିକାର କରିବାକୁ ଆଳସ୍ୟ କର ନାହିଁ । 10. ତୁମ୍ଭେମାନେ ଗଲେ ନିର୍ଭୟରେ ଥିବା ଲୋକମାନଙ୍କୁ ପାଇବ ଓ ଦେଶ ଅତି ବିସ୍ତୃତ; ପରମେଶ୍ଵର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ସେ ସ୍ଥାନରେ ପୃଥିବୀସ୍ଥ କୌଣସି କଥାର ଅଭାବ ନାହିଁ । 11. ତହିଁରେ ସେଠାରୁ ଦାନ ଗୋଷ୍ଠୀୟ ଛଅ ଶହ ଲୋକ ଯୁଦ୍ଧାସ୍ତ୍ରରେ ସସଜ୍ଜ ହୋଇ ସରୀୟ ଓ ଇଷ୍ଟାୟୋଲ୍ରୁ ଯାତ୍ରା କଲେ । 12. ପୁଣି ସେମାନେ ଉଠି ଯାଇ ଯିହୁଦା-ଅନ୍ତର୍ଗତ କିରୀୟତ୍-ଯିୟାରୀମରେ ଛାଉଣି ସ୍ଥାପନ କଲେ; ଏହି କାରଣରୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନକୁ ମହନୀ-ଦାନ୍ (ଦାନର ଛାଉଣି) କହନ୍ତି; ଦେଖ, ତାହା କିରୀୟତ୍-ଯିୟାରୀମର ପଛରେ ଅଛି । 13. ଏ ଉତ୍ତାରେ ସେମାନେ ସେଠାରୁ ଇଫ୍ରିୟମ-ପର୍ବତମୟ ଦେଶ ଆଡ଼େ ଯାଇ ମୀଖାର ଗୃହ ପର୍ଯ୍ୟନ୍ତ ଗଲେ । 14. ସେତେବେଳେ ଯେଉଁ ପାଞ୍ଚ ଜଣ ଲୟିଶ୍ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନେ ଆପଣା ଭ୍ରାତୃଗଣକୁ କହିଲେ, ଏହି ଗୃହରେ ଯେ ଏକ ଏଫୋଦ ଓ ଠାକୁରମାନ, ଆଉ ଏକ ଖୋଳା ପ୍ରତିମା ଓ ଏକ ଢଳା ପ୍ରତିମା ଅଛି, ଏହା କʼଣ ତୁମ୍ଭେମାନେ ଜାଣ? ଏଣୁ ତୁମ୍ଭମାନଙ୍କର କି କର୍ତ୍ତବ୍ୟ, ତାହା ବିବେଚନା କର । 15. ତହୁଁ ସେମାନେ ସେଆଡ଼େ ଯାଇ ମୀଖାର ଗୃହରେ ସେହି ଲେବୀୟ ଯୁବାର ଗୃହକୁ ଆସି ତାହାର ମଙ୍ଗଳବାର୍ତ୍ତା ପଚାରିଲେ । 16. ପୁଣି ଯୁଦ୍ଧାସ୍ତ୍ରରେ ସସଜ୍ଜ ଦାନ୍-ସନ୍ତାନଗଣର ସେହି ଛଅ ଶହ ପୁରୁଷ ଦ୍ଵାର ପ୍ରବେଶ-ସ୍ଥାନରେ ଛିଡ଼ା ହୋଇ ରହିଲେ । 17. ଏଥିରେ ଦେଶାନୁସନ୍ଧାନ ନିମିତ୍ତ ଯାଇଥିବା ସେହି ପାଞ୍ଚ ଜଣ ଉପରକୁ ଗଲେ, ପୁଣି ତହିଁ ଭିତରକୁ ଯାଇ ଖୋଳା ପ୍ରତିମା ଓ ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଉଠାଇ ନେଲେ; ସେ ସମୟରେ ଯାଜକ ଦ୍ଵାରପ୍ରବେଶ-ସ୍ଥାନରେ ଯୁଦ୍ଧାସ୍ତ୍ରରେ ସସଜ୍ଜ ସେହି ଛଅ ଶହ ଲୋକ ସଙ୍ଗରେ ଛିଡ଼ା ହୋଇଥିଲା । 18. ଆଉ ସେହି ଲୋକମାନେ ମୀଖା ଗୃହକୁ ଯାଇ ଖୋଳା ପ୍ରତିମା, ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଆଣନ୍ତେ, ଯାଜକ ସେମାନଙ୍କୁ କହିଲା, ତୁମ୍ଭେମାନେ କଅଣ କରୁଅଛ? 19. ତହିଁରେ ସେମାନେ ତାହାକୁ କହିଲେ, ତୁନି ହୁଅ, ଆପଣା ମୁହଁରେ ହାତ ଦିଅ, ଆମ୍ଭମାନଙ୍କ ସଙ୍ଗେ ଚାଲ ଓ ଆମ୍ଭମାନଙ୍କ ପିତା ଓ ଯାଜକ ହୁଅ; ଏକ ଲୋକର ଗୃହରେ ଯାଜକ ହେବା ତୁମ୍ଭର ଭଲ, କି ଇସ୍ରାଏଲୀୟ ଏକ ବଂଶ ଓ ଗୋଷ୍ଠୀର ଯାଜକ ହେବା ଭଲ? 20. ଏଥିରେ ଯାଜକର ମନ ଆନନ୍ଦିତ ହେଲା, ତହୁଁ ସେ ଏଫୋଦ ଓ ଠାକୁରମାନ ଓ ଖୋଳା ପ୍ରତିମା ନେଇ ଲୋକମାନଙ୍କ ମଧ୍ୟରେ ଚାଲିଲା । 21. ଏ ଉତ୍ତାରେ ସେମାନେ ମୁଖ ଫେରାଇ ପ୍ରସ୍ଥାନ କଲେ, ପୁଣି ବାଳକ ଓ ପଶୁ ଓ ସାମଗ୍ରୀ ଆପଣାମାନଙ୍କ ଆଗେ ଚଳାଇଲେ । 22. ସେମାନେ ମୀଖାର ଗୃହରୁ କିଛି ଦୂର ଗଲା ଉତ୍ତାରେ ମୀଖାର ଗୃହ ନିକଟ ଗୃହବାସୀମାନେ ଦଳବଦ୍ଧ ହୋଇ ଦାନ୍-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ । 23. ପୁଣି ଦାନ୍-ସନ୍ତାନଗଣକୁ ଡାକ ପକାଇଲେ । ତହୁଁ ସେମାନେ ମୁଖ ଫେରାଇ ମୀଖାକୁ କହିଲେ, ତୁମ୍ଭର କଅଣ ହେଲା ଯେ, ତୁମ୍ଭେ ଏପରି ଦଳବଦ୍ଧ ହୋଇ ଆସୁଅଛ? 24. ତହିଁରେ ସେ କହିଲା, ମୋର ବନାଇଲା ଦେବତାମାନଙ୍କୁ, ପୁଣି ଯାଜକକୁ ତୁମ୍ଭେମାନେ ତ ନେଇ ଚାଲି ଆସିଲ, ବାକି ମୋହର ଆଉ କଅଣ ଅଛି? ଆହୁରି କହୁଛ, ତୁମ୍ଭର କଅଣ ହେଲା? 25. ତହିଁରେ ଦାନ୍-ସନ୍ତାନଗଣ ତାହାକୁ କହିଲେ, ଆମ୍ଭମାନଙ୍କ ମଧ୍ୟରେ ତୁମ୍ଭ ରବ ଶୁଣା ନ ଯାଉ, କେଜାଣି କ୍ରୋଧୀ ଲୋକେ ତୁମ୍ଭ ଉପରେ ପଡ଼ିବେ, ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପରିବାରର ପ୍ରାଣ ହରାଇବ । 26. ଏ ଉତ୍ତାରେ ଦାନ୍-ସନ୍ତାନଗଣ ଆପଣା ପଥରେ ଗମନ କଲେ; ପୁଣି ମୀଖା ସେମାନଙ୍କୁ ଆପଣାଠାରୁ ଅଧିକ ବଳବାନ ଦେଖି ଫେରି ଆପଣା ଗୃହକୁ ଗଲା । 27. ତହୁଁ ସେମାନେ ମୀଖାର ନିର୍ମିତ ବସ୍ତୁସବୁ ଓ ତାହାର ଯାଜକକୁ ନେଇ ଲୟିଶରେ ସେହି ଶା; ଓ ନିର୍ଭୟ ହୋଇ ରହିଥିବା ଲୋକମାନଙ୍କ ନିକଟରେ ଉପସ୍ଥିତ ହେଲେ ଓ ସେମାନଙ୍କୁ ଖଡ଼୍‍ଗଧାରରେ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ । 28. ପୁଣି ଉଦ୍ଧାରକର୍ତ୍ତା କେହି ନ ଥିଲା, କାରଣ ତାହା ସୀଦୋନ୍‍ଠାରୁ ଦୂର ଥିଲା, ଆଉ ଅନ୍ୟ କାହାରି ସଙ୍ଗେ ସେମାନଙ୍କର ସମ୍ପର୍କ ନ ଥିଲା; ଆଉ ତାହା ବୈଥ୍-ରହୋବ ନିକଟସ୍ଥ ତଳଭୂମିରେ ଥିଲା । ଏ ଉତ୍ତାରେ ସେମାନେ ସେହି ନଗର ନିର୍ମାଣ କରି ସେଠାରେ ବାସ କଲେ । 29. ପୁଣି ଆପଣାମାନଙ୍କ ପୂର୍ବପୁରୁଷ ଯେ ଇସ୍ରାଏଲର ପୁତ୍ର ଦାନ୍, ତାହାର ନାମାନୁସାରେ ସେହି ନଗରର ନାମ ଦାନ୍ ରଖିଲେ; ମାତ୍ର ଆଦ୍ୟରେ ସେହି ନଗରର ନାମ ଲୟିଶ୍ ଥିଲା । 30. ପୁଣି ଦାନ୍-ସନ୍ତାନଗଣ ସେହି ଖୋଦିତ ପ୍ରତିମା ଆପଣାମାନଙ୍କ ପାଇଁ ସ୍ଥାପନ କଲେ; ପୁଣି ସେହି ଦେଶୀୟ ଲୋକମାନେ ବନ୍ଦୀ ରୂପେ ଦେଶାନ୍ତରିତ ହେବାଯାଏ ମୋଶାର ପୌତ୍ର, ଗେର୍ଶୋନ୍ର ପୁତ୍ର ଯୋନାଥନ ଓ ତାହାର ସନ୍ତାନଗଣ ଦାନ୍ ବଂଶର ଯାଜକ ହେଲେ । 31. ଶୀଲୋରେ ପରମେଶ୍ଵରଙ୍କ ଗୃହ ଥିବାର ସମସ୍ତ ସମୟ ସେମାନେ ଆପଣାମାନଙ୍କ ପାଇଁ ମୀଖାର ନିର୍ମିତ ସେହି ଖୋଦିତ ପ୍ରତିମା ସ୍ଥାପନ କରି ରଖିଲେ ।
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 1  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 2  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 3  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 4  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 5  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 6  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 7  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 8  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 9  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 10  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 11  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 12  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 13  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 14  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 15  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 16  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 17  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 18  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 19  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 20  
  • ବିଚାରକର୍ତାମାନଙ୍କ ବିବରଣ ଅଧ୍ୟାୟ 21  
×

Alert

×

Oriya Letters Keypad References