ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗଣନା ପୁସ୍ତକ

ରେକର୍ଡଗୁଡିକ

ଗଣନା ପୁସ୍ତକ ଅଧ୍ୟାୟ 25

1 ଅନନ୍ତର ଇସ୍ରାଏଲ ଶିଟୀମରେ ବାସ କଲେ, ପୁଣି ଲୋକମାନେ ମୋୟାବର କନ୍ୟାଗଣ ସହିତ ବ୍ୟଭିଚାର କରିବାକୁ ଲାଗିଲେ । 2 ପୁଣି ସେହି କନ୍ୟାମାନେ ଲୋକମାନଙ୍କୁ ଆପଣାମାନଙ୍କ ଦେବଗଣର ବଳିଦାନ ଉପଲକ୍ଷରେ ନିମନ୍ତ୍ରଣ କଲେ; ପୁଣି ଲୋକମାନେ ଭୋଜନ କଲେ ଓ ସେମାନଙ୍କ ଦେବଗଣକୁ ପ୍ରଣାମ କଲେ । 3 ଆଉ ଇସ୍ରାଏଲ ଆପେ ବାଲପିୟୋର ପ୍ରତି ଆସକ୍ତ ହେଲେ; ଏଣୁ ସଦାପ୍ରଭୁଙ୍କର କ୍ରୋଧ ଇସ୍ରାଏଲର ପ୍ରତିକୂଳରେ ପ୍ରଜ୍ଵଳିତ ହେଲା । 4 ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ଲୋକମାନଙ୍କର ସମସ୍ତ ପ୍ରଧାନବର୍ଗଙ୍କୁ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୂର୍ଯ୍ୟ ସମ୍ମୁଖରେ ସେମାନଙ୍କୁ ଟଙ୍ଗାଅ, ତହିଁରେ ଇସ୍ରାଏଲଠାରୁ ସଦାପ୍ରଭୁଙ୍କର ପ୍ରଚଣ୍ତ କ୍ରୋଧ ଫେରିବ । 5 ତହୁଁ ମୋଶା ଇସ୍ରାଏଲର ବିଚାରକର୍ତ୍ତୃଗଣକୁ କହିଲେ, ତୁମ୍ଭେମାନେ ପ୍ରତ୍ୟେକେ ବାଲପିୟୋର ପ୍ରତି ଆସକ୍ତ ଆପଣା ଆପଣା ଲୋକମାନଙ୍କୁ ବଧ କର । 6 ଏଥିରେ ଦେଖ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଜଣେ ମୋଶାଙ୍କର ସାକ୍ଷାତରେ ଓ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ସାକ୍ଷାତରେ ଆପଣା ଜ୍ଞାତିମାନଙ୍କ ନିକଟକୁ ଏକ ମିଦୀୟନୀୟା ସ୍ତ୍ରୀକି ଆଣିଲା, ସେତେବେଳେ ଲୋକମାନେ ସମାଗମ-ତମ୍ଵୁ ନିକଟରେ ରୋଦନ କରୁଥିଲେ । 7 ତେବେ ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ ତାହା ଦେଖି ମଣ୍ତଳୀ ମଧ୍ୟରୁ ଉଠି ହାତରେ ଏକ ବର୍ଚ୍ଛା ନେଲା; 8 ପୁଣି ସେ ଇସ୍ରାଏଲୀୟ ସେହି ପୁରୁଷର ପଛେ ପଛେ ତମ୍ଵୁ ଭିତରେ ପ୍ରବେଶ କରି ସେହି ଦୁଇ ଜଣକୁ, ଅର୍ଥାତ୍, ସେହି ଇସ୍ରାଏଲୀୟ ପୁରୁଷକୁ ଓ ସେହି ସ୍ତ୍ରୀର ପେଟକୁ ବିନ୍ଧି ପକାଇଲା । ତହିଁରେ ଇସ୍ରାଏଲ-ସନ୍ତାନଗଣଠାରୁ ମାରୀ ନିବୃତ୍ତ ହେଲା । 9 ତଥାପି ଚବିଶ ହଜାର ଲୋକ ଏହି ମାରୀରେ ମଲେ । 10 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 11 ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ ଲୋକମାନଙ୍କ ପ୍ରତି ଆମ୍ଭ ଅନ୍ତର୍ଜ୍ଵାଳାରେ ଅନ୍ତର୍ଜ୍ଵାଳା ପ୍ରକାଶ କରି ଇସ୍ରାଏଲ-ସନ୍ତାନଗଣଠାରୁ ଆମ୍ଭର କ୍ରୋଧ ଫେରାଇଅଛି, ତହିଁରେ ଆମ୍ଭେ ଆପଣା ଅନ୍ତର୍ଜ୍ଵାଳାରେ ଇସ୍ରାଏଲ-ସନ୍ତାନଗଣକୁ ନିଃଶେଷ ରୂପେ ସଂହାର କଲୁ ନାହିଁ । 12 ଏହେତୁ ତୁମ୍ଭେ କୁହ, ଦେଖ, ଆମ୍ଭେ ତାହାକୁ ଆପଣା ଶାନ୍ତିକର ନିୟମ ଦେଲୁ; 13 ତହିଁରେ ତାହା ପ୍ରତି ଓ ତାହା ଉତ୍ତାରେ ତାହାର ସନ୍ତାନଗଣ ପ୍ରତି ଅନନ୍ତକାଳୀନ ଯାଜକତ୍ଵର ନିୟମ ହେବ; କାରଣ ସେ ଆପଣା ପରମେଶ୍ଵରଙ୍କ ପକ୍ଷରେ ଅନ୍ତର୍ଜ୍ଵାଳା ପ୍ରକାଶ କଲା ଓ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ପ୍ରାୟଶ୍ଚିତ୍ତ କଲା । 14 ଇସ୍ରାଏଲୀୟ ଯେଉଁ ହତ ପୁରୁଷ, ଯେ ସେହି ମିଦୀୟନୀୟା ସ୍ତ୍ରୀ ସହିତ ହତ ହୋଇଥିଲା, ତାହାର ନାମ ସିମ୍ରି, ସେ ଶିମୀୟୋନୀୟ ପିତୃଗୃହର ଅଧିପତି ସାଲୂର ପୁତ୍ର । 15 ପୁଣି ସେହି ହତ ମିଦୀୟନୀୟା ସ୍ତ୍ରୀର ନାମ କସ୍ବୀ, ସେ ସୂରର କନ୍ୟା; ସେହି ସୂର ମିଦୀୟନୀୟ ଏକ ପିତୃଗୃହର ଲୋକମାନଙ୍କ ମଧ୍ୟରେ ପ୍ରଧାନ ଥିଲା । 16 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 17 ମିଦୀୟନୀୟ ଲୋକମାନଙ୍କୁ କ୍ଳେଶ ଦିଅ ଓ ସେମାନଙ୍କୁ ବଧ କର; 18 କାରଣ ପିୟୋର (ଦେବତା) ବିଷୟକ ଛଳରେ ଓ ସେହି ପିୟୋର ଲାଗି ମାରୀ ଦିନରେ ହତ ହେଲା ଯେ ସେମାନଙ୍କ ଆତ୍ମୀୟା କସ୍ଵୀ ନାମ୍ନୀ ମିଦୀୟନୀୟ ରାଜକୁମାରୀ, ତାହାରି ବିଷୟକ ଛଳରେ ସେମାନେ ତୁମ୍ଭମାନଙ୍କୁ ଛଳ କରି କ୍ଳେଶ ଦେଲେ ।
1. ଅନନ୍ତର ଇସ୍ରାଏଲ ଶିଟୀମରେ ବାସ କଲେ, ପୁଣି ଲୋକମାନେ ମୋୟାବର କନ୍ୟାଗଣ ସହିତ ବ୍ୟଭିଚାର କରିବାକୁ ଲାଗିଲେ । 2. ପୁଣି ସେହି କନ୍ୟାମାନେ ଲୋକମାନଙ୍କୁ ଆପଣାମାନଙ୍କ ଦେବଗଣର ବଳିଦାନ ଉପଲକ୍ଷରେ ନିମନ୍ତ୍ରଣ କଲେ; ପୁଣି ଲୋକମାନେ ଭୋଜନ କଲେ ଓ ସେମାନଙ୍କ ଦେବଗଣକୁ ପ୍ରଣାମ କଲେ । 3. ଆଉ ଇସ୍ରାଏଲ ଆପେ ବାଲପିୟୋର ପ୍ରତି ଆସକ୍ତ ହେଲେ; ଏଣୁ ସଦାପ୍ରଭୁଙ୍କର କ୍ରୋଧ ଇସ୍ରାଏଲର ପ୍ରତିକୂଳରେ ପ୍ରଜ୍ଵଳିତ ହେଲା । 4. ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ଲୋକମାନଙ୍କର ସମସ୍ତ ପ୍ରଧାନବର୍ଗଙ୍କୁ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୂର୍ଯ୍ୟ ସମ୍ମୁଖରେ ସେମାନଙ୍କୁ ଟଙ୍ଗାଅ, ତହିଁରେ ଇସ୍ରାଏଲଠାରୁ ସଦାପ୍ରଭୁଙ୍କର ପ୍ରଚଣ୍ତ କ୍ରୋଧ ଫେରିବ । 5. ତହୁଁ ମୋଶା ଇସ୍ରାଏଲର ବିଚାରକର୍ତ୍ତୃଗଣକୁ କହିଲେ, ତୁମ୍ଭେମାନେ ପ୍ରତ୍ୟେକେ ବାଲପିୟୋର ପ୍ରତି ଆସକ୍ତ ଆପଣା ଆପଣା ଲୋକମାନଙ୍କୁ ବଧ କର । 6. ଏଥିରେ ଦେଖ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଜଣେ ମୋଶାଙ୍କର ସାକ୍ଷାତରେ ଓ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ସାକ୍ଷାତରେ ଆପଣା ଜ୍ଞାତିମାନଙ୍କ ନିକଟକୁ ଏକ ମିଦୀୟନୀୟା ସ୍ତ୍ରୀକି ଆଣିଲା, ସେତେବେଳେ ଲୋକମାନେ ସମାଗମ-ତମ୍ଵୁ ନିକଟରେ ରୋଦନ କରୁଥିଲେ । 7. ତେବେ ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ ତାହା ଦେଖି ମଣ୍ତଳୀ ମଧ୍ୟରୁ ଉଠି ହାତରେ ଏକ ବର୍ଚ୍ଛା ନେଲା; 8. ପୁଣି ସେ ଇସ୍ରାଏଲୀୟ ସେହି ପୁରୁଷର ପଛେ ପଛେ ତମ୍ଵୁ ଭିତରେ ପ୍ରବେଶ କରି ସେହି ଦୁଇ ଜଣକୁ, ଅର୍ଥାତ୍, ସେହି ଇସ୍ରାଏଲୀୟ ପୁରୁଷକୁ ଓ ସେହି ସ୍ତ୍ରୀର ପେଟକୁ ବିନ୍ଧି ପକାଇଲା । ତହିଁରେ ଇସ୍ରାଏଲ-ସନ୍ତାନଗଣଠାରୁ ମାରୀ ନିବୃତ୍ତ ହେଲା । 9. ତଥାପି ଚବିଶ ହଜାର ଲୋକ ଏହି ମାରୀରେ ମଲେ । 10. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 11. ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ ଲୋକମାନଙ୍କ ପ୍ରତି ଆମ୍ଭ ଅନ୍ତର୍ଜ୍ଵାଳାରେ ଅନ୍ତର୍ଜ୍ଵାଳା ପ୍ରକାଶ କରି ଇସ୍ରାଏଲ-ସନ୍ତାନଗଣଠାରୁ ଆମ୍ଭର କ୍ରୋଧ ଫେରାଇଅଛି, ତହିଁରେ ଆମ୍ଭେ ଆପଣା ଅନ୍ତର୍ଜ୍ଵାଳାରେ ଇସ୍ରାଏଲ-ସନ୍ତାନଗଣକୁ ନିଃଶେଷ ରୂପେ ସଂହାର କଲୁ ନାହିଁ । 12. ଏହେତୁ ତୁମ୍ଭେ କୁହ, ଦେଖ, ଆମ୍ଭେ ତାହାକୁ ଆପଣା ଶାନ୍ତିକର ନିୟମ ଦେଲୁ; 13. ତହିଁରେ ତାହା ପ୍ରତି ଓ ତାହା ଉତ୍ତାରେ ତାହାର ସନ୍ତାନଗଣ ପ୍ରତି ଅନନ୍ତକାଳୀନ ଯାଜକତ୍ଵର ନିୟମ ହେବ; କାରଣ ସେ ଆପଣା ପରମେଶ୍ଵରଙ୍କ ପକ୍ଷରେ ଅନ୍ତର୍ଜ୍ଵାଳା ପ୍ରକାଶ କଲା ଓ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ପ୍ରାୟଶ୍ଚିତ୍ତ କଲା । 14. ଇସ୍ରାଏଲୀୟ ଯେଉଁ ହତ ପୁରୁଷ, ଯେ ସେହି ମିଦୀୟନୀୟା ସ୍ତ୍ରୀ ସହିତ ହତ ହୋଇଥିଲା, ତାହାର ନାମ ସିମ୍ରି, ସେ ଶିମୀୟୋନୀୟ ପିତୃଗୃହର ଅଧିପତି ସାଲୂର ପୁତ୍ର । 15. ପୁଣି ସେହି ହତ ମିଦୀୟନୀୟା ସ୍ତ୍ରୀର ନାମ କସ୍ବୀ, ସେ ସୂରର କନ୍ୟା; ସେହି ସୂର ମିଦୀୟନୀୟ ଏକ ପିତୃଗୃହର ଲୋକମାନଙ୍କ ମଧ୍ୟରେ ପ୍ରଧାନ ଥିଲା । 16. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 17. ମିଦୀୟନୀୟ ଲୋକମାନଙ୍କୁ କ୍ଳେଶ ଦିଅ ଓ ସେମାନଙ୍କୁ ବଧ କର; 18. କାରଣ ପିୟୋର (ଦେବତା) ବିଷୟକ ଛଳରେ ଓ ସେହି ପିୟୋର ଲାଗି ମାରୀ ଦିନରେ ହତ ହେଲା ଯେ ସେମାନଙ୍କ ଆତ୍ମୀୟା କସ୍ଵୀ ନାମ୍ନୀ ମିଦୀୟନୀୟ ରାଜକୁମାରୀ, ତାହାରି ବିଷୟକ ଛଳରେ ସେମାନେ ତୁମ୍ଭମାନଙ୍କୁ ଛଳ କରି କ୍ଳେଶ ଦେଲେ ।
  • ଗଣନା ପୁସ୍ତକ ଅଧ୍ୟାୟ 1  
  • ଗଣନା ପୁସ୍ତକ ଅଧ୍ୟାୟ 2  
  • ଗଣନା ପୁସ୍ତକ ଅଧ୍ୟାୟ 3  
  • ଗଣନା ପୁସ୍ତକ ଅଧ୍ୟାୟ 4  
  • ଗଣନା ପୁସ୍ତକ ଅଧ୍ୟାୟ 5  
  • ଗଣନା ପୁସ୍ତକ ଅଧ୍ୟାୟ 6  
  • ଗଣନା ପୁସ୍ତକ ଅଧ୍ୟାୟ 7  
  • ଗଣନା ପୁସ୍ତକ ଅଧ୍ୟାୟ 8  
  • ଗଣନା ପୁସ୍ତକ ଅଧ୍ୟାୟ 9  
  • ଗଣନା ପୁସ୍ତକ ଅଧ୍ୟାୟ 10  
  • ଗଣନା ପୁସ୍ତକ ଅଧ୍ୟାୟ 11  
  • ଗଣନା ପୁସ୍ତକ ଅଧ୍ୟାୟ 12  
  • ଗଣନା ପୁସ୍ତକ ଅଧ୍ୟାୟ 13  
  • ଗଣନା ପୁସ୍ତକ ଅଧ୍ୟାୟ 14  
  • ଗଣନା ପୁସ୍ତକ ଅଧ୍ୟାୟ 15  
  • ଗଣନା ପୁସ୍ତକ ଅଧ୍ୟାୟ 16  
  • ଗଣନା ପୁସ୍ତକ ଅଧ୍ୟାୟ 17  
  • ଗଣନା ପୁସ୍ତକ ଅଧ୍ୟାୟ 18  
  • ଗଣନା ପୁସ୍ତକ ଅଧ୍ୟାୟ 19  
  • ଗଣନା ପୁସ୍ତକ ଅଧ୍ୟାୟ 20  
  • ଗଣନା ପୁସ୍ତକ ଅଧ୍ୟାୟ 21  
  • ଗଣନା ପୁସ୍ତକ ଅଧ୍ୟାୟ 22  
  • ଗଣନା ପୁସ୍ତକ ଅଧ୍ୟାୟ 23  
  • ଗଣନା ପୁସ୍ତକ ଅଧ୍ୟାୟ 24  
  • ଗଣନା ପୁସ୍ତକ ଅଧ୍ୟାୟ 25  
  • ଗଣନା ପୁସ୍ତକ ଅଧ୍ୟାୟ 26  
  • ଗଣନା ପୁସ୍ତକ ଅଧ୍ୟାୟ 27  
  • ଗଣନା ପୁସ୍ତକ ଅଧ୍ୟାୟ 28  
  • ଗଣନା ପୁସ୍ତକ ଅଧ୍ୟାୟ 29  
  • ଗଣନା ପୁସ୍ତକ ଅଧ୍ୟାୟ 30  
  • ଗଣନା ପୁସ୍ତକ ଅଧ୍ୟାୟ 31  
  • ଗଣନା ପୁସ୍ତକ ଅଧ୍ୟାୟ 32  
  • ଗଣନା ପୁସ୍ତକ ଅଧ୍ୟାୟ 33  
  • ଗଣନା ପୁସ୍ତକ ଅଧ୍ୟାୟ 34  
  • ଗଣନା ପୁସ୍ତକ ଅଧ୍ୟାୟ 35  
  • ଗଣନା ପୁସ୍ତକ ଅଧ୍ୟାୟ 36  
×

Alert

×

Oriya Letters Keypad References