ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 2

1 ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ଵର-ପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ନିର୍ବିଘ୍ନତାରେ ଜୀବନ ଯାପନ କରି ପାରୁ, 2 ଏଥିନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବପ୍ରଥମେ ଅନୁରୋଧ କରୁଅଛି । 3 ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ । 4 ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ସମ୍ଵନ୍ଧରେ ଜ୍ଞାନ ପ୍ରାପ୍ତ ହୁଅନ୍ତି, ଏହା ସେ ଇଚ୍ଛା କରନ୍ତି । 5 କାରଣ ଏକମାତ୍ର ଈଶ୍ଵର ଅଛନ୍ତି, ଆଉ ଈଶ୍ଵର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ; 6 ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ଵରୂପେ ଆପଣାକୁ ଦାନ କରି ଯଥା ସମୟରେସେଥିର ସାକ୍ଷ୍ୟ ଦେଇ ଅଛନ୍ତି । 7 ସେଥିସକାଶେ ମୁଁ ଜଣେ ପ୍ରଚାରକ, ପ୍ରେରିତ, ପୁଣି ବିଶ୍ଵାସ ଓ ସତ୍ୟ ସମ୍ଵନ୍ଧରେ ବିଜାତିମାନଙ୍କର ଜଣେ ଶିକ୍ଷକ ସ୍ଵରୂପେ ନିଯୁକ୍ତ ହେଲି, ମୁଁ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ । 8 ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ । 9 ସେହିପ୍ରକାରେ ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁବର୍ଣ୍ଣ କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ସୁବୁଦ୍ଧି ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି ପ୍ର.ପିତ. ୩:୩ 10 ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ସତ୍କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ । 11 ସ୍ତ୍ରୀ ପୂର୍ଣ୍ଣ ବଶ୍ୟତା ସ୍ଵୀକାର କରି ମୌନ ଭାବରେ ଶିକ୍ଷା ଗ୍ରହଣ କରୁ । 12 ମୁଁ ସ୍ତ୍ରୀକୁ ଶିକ୍ଷା ଦେବା ପାଇଁ ଅବା ପୁରୁଷ ଉପରେ କର୍ତ୍ତାପଣ କରିବା ପାଇଁ ଅନୁମତି ଦେଉ ନାହିଁ, ମାତ୍ର ସେ ମୌନ ରହୁ । 13 କାରଣ ପ୍ରଥମେ ଆଦମ ସୃଷ୍ଟ ହେଲେ, ତାହା ପରେ ହବା; 14 ଆଉ ଆଦମ ପ୍ରବଞ୍ଚିତ ହୋଇ ନ ଥିଲେ, ମାତ୍ର ନାରୀ ପ୍ରବଞ୍ଚିତା ହୋଇ ଆଜ୍ଞାଲଙ୍ଘନ ଦୋଷରେ ଦୋଷୀ ହେଲେ; 15 କିନ୍ତୁ ସେମାନେ ସୁବୁଦ୍ଧି ସହ ବିଶ୍ଵାସ, ପ୍ରେମ ଓ ପବିତ୍ରତାରେ ସ୍ଥିର ରହିଲେ, ସେ ସନ୍ତାନ ପ୍ରସବ କରିବା ଦ୍ଵାରା ପରିତ୍ରାଣ ପାଇବ ।
1 ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ଵର-ପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ନିର୍ବିଘ୍ନତାରେ ଜୀବନ ଯାପନ କରି ପାରୁ, .::. 2 ଏଥିନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବପ୍ରଥମେ ଅନୁରୋଧ କରୁଅଛି । .::. 3 ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ । .::. 4 ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ସମ୍ଵନ୍ଧରେ ଜ୍ଞାନ ପ୍ରାପ୍ତ ହୁଅନ୍ତି, ଏହା ସେ ଇଚ୍ଛା କରନ୍ତି । .::. 5 କାରଣ ଏକମାତ୍ର ଈଶ୍ଵର ଅଛନ୍ତି, ଆଉ ଈଶ୍ଵର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ; .::. 6 ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ଵରୂପେ ଆପଣାକୁ ଦାନ କରି ଯଥା ସମୟରେସେଥିର ସାକ୍ଷ୍ୟ ଦେଇ ଅଛନ୍ତି । .::. 7 ସେଥିସକାଶେ ମୁଁ ଜଣେ ପ୍ରଚାରକ, ପ୍ରେରିତ, ପୁଣି ବିଶ୍ଵାସ ଓ ସତ୍ୟ ସମ୍ଵନ୍ଧରେ ବିଜାତିମାନଙ୍କର ଜଣେ ଶିକ୍ଷକ ସ୍ଵରୂପେ ନିଯୁକ୍ତ ହେଲି, ମୁଁ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ । .::. 8 ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ । .::. 9 ସେହିପ୍ରକାରେ ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁବର୍ଣ୍ଣ କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ସୁବୁଦ୍ଧି ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି ପ୍ର.ପିତ. ୩:୩ .::. 10 ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ସତ୍କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ । .::. 11 ସ୍ତ୍ରୀ ପୂର୍ଣ୍ଣ ବଶ୍ୟତା ସ୍ଵୀକାର କରି ମୌନ ଭାବରେ ଶିକ୍ଷା ଗ୍ରହଣ କରୁ । .::. 12 ମୁଁ ସ୍ତ୍ରୀକୁ ଶିକ୍ଷା ଦେବା ପାଇଁ ଅବା ପୁରୁଷ ଉପରେ କର୍ତ୍ତାପଣ କରିବା ପାଇଁ ଅନୁମତି ଦେଉ ନାହିଁ, ମାତ୍ର ସେ ମୌନ ରହୁ । .::. 13 କାରଣ ପ୍ରଥମେ ଆଦମ ସୃଷ୍ଟ ହେଲେ, ତାହା ପରେ ହବା; .::. 14 ଆଉ ଆଦମ ପ୍ରବଞ୍ଚିତ ହୋଇ ନ ଥିଲେ, ମାତ୍ର ନାରୀ ପ୍ରବଞ୍ଚିତା ହୋଇ ଆଜ୍ଞାଲଙ୍ଘନ ଦୋଷରେ ଦୋଷୀ ହେଲେ; .::. 15 କିନ୍ତୁ ସେମାନେ ସୁବୁଦ୍ଧି ସହ ବିଶ୍ଵାସ, ପ୍ରେମ ଓ ପବିତ୍ରତାରେ ସ୍ଥିର ରହିଲେ, ସେ ସନ୍ତାନ ପ୍ରସବ କରିବା ଦ୍ଵାରା ପରିତ୍ରାଣ ପାଇବ । .::.
  • ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 1  
  • ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 2  
  • ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 3  
  • ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 4  
  • ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 5  
  • ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 6  
×

Alert

×

Oriya Letters Keypad References