ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆଦି ପୁସ୍ତକ

ଆଦି ପୁସ୍ତକ ଅଧ୍ୟାୟ 8

1 ଅନନ୍ତର ପରମେଶ୍ଵର ନୋହଙ୍କୁ ଓ ତାଙ୍କ ସହିତ ଜାହାଜସ୍ଥ ପଶ୍ଵାଦି ସମସ୍ତ ପ୍ରାଣୀଙ୍କି ସ୍ମରଣ କରି ପୃଥିବୀରେ ବାୟୁ ବୁହାଇଲେ,ତହୁଁ ଜଳ ଥମିଲା; 2 ମହାସମୁଦ୍ରର ଜଳାକର ଓ ଆକାଶସ୍ଥ ଦ୍ଵାର ସକଳ ରୁଦ୍ଧ ହେଲା, ପୁଣି ଆକାଶରୁ ବୃଷ୍ଟି ନିବୃତ୍ତ ହେଲା । 3 ତହିଁରେ ପୃଥିବୀରୁ ଜଳ ବହିଯାଇ ଏକଶହ ପଚାଶ ଦିନର ଶେଷରେ ହ୍ରାସ ହେଲା । 4 ଏଥିଉତ୍ତାରୁ ସପ୍ତମ ମାସର ସପ୍ତଦଶ ଦିନରେ ଆରାରାଟ୍ ପର୍ବତ ଉପରେ ଜାହାଜ ଲାଗି ରହିଲା । 5 ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା ପଡ଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା । 6 ଅନନ୍ତର ଆଉ ଚାଳିଶ ଦିନ ଉତ୍ତାରେ ନୋହ ସ୍ଵନିର୍ମିତ ଜାହାଜର ଝରକା ଫିଟାଇ ଗୋଟାଏ ଡାମରା କାଉକୁ ଉଡ଼ାଇ ଦେଲେ; 7 ତହିଁରେ ପୃଥିବୀର ଜଳ ଶୁଷ୍କ ହେବା ପର୍ଯ୍ୟନ୍ତ ସେ ଏଣେତେଣେ ଗତାୟାତ କଲା । 8 ପୁନଶ୍ଚ, ନୋହ ଭୂମିରେ ଜଳର ହ୍ରାସ ବୁଝିବା ପାଇଁ ଗୋଟିଏ କାପ୍ତା ଉଡ଼ାଇ ଦେଲେ; 9 ସେତେବେଳେ ପୃଥିବୀ ଜଳାଚ୍ଛାଦିତ ଥିବାରୁ କାପ୍ତା ଆପଣା ପାଦ ରଖିବାର ସ୍ଥାନ ନ ପାଇ ଜାହାଜରେ ତାଙ୍କ ନିକଟକୁ ନେଉଟି ଆସିଲା; ତହୁଁ ସେ ହାତ ବଢ଼ାଇ ତାକୁ ଧରି ଜାହାଜ ଭିତରେ ଆପଣା ନିକଟକୁ ଆଣିଲେ । 10 ଆଉ ସାତ ଦିନ ବିଳମ୍ଵ କଲା ଉତ୍ତାରେ ସେ ସେହି କାପ୍ତାକୁ ପୁନର୍ବାର ଜାହାଜରୁ ଉଡ଼ାଇ ଦେଲେ; 11 ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତ ବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ବୁଝିଲେ । 12 ଆଉ ସାତ ଦିନ ବିଳମ୍ଵ କରି ସେ ସେହି କାପ୍ତାକୁ ପୁନର୍ବାର ଉଡ଼ାଇ ଦେଲେ, ମାତ୍ର ସେ ଆଉ ଥରେ ତାଙ୍କ ନିକଟକୁ ନେଉଟି ଆସିଲା ନାହିଁ । 13 (ନୋହଙ୍କ ବୟସର) ଛଅଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକି ଶୁଷ୍କ ଦେଖିଲେ । 14 ଏହିରୂପେ ଦ୍ଵିତୀୟ ମାସର ସତାଇଶ ଦିନରେ ପୃଥିବୀ ଶୁଷ୍କ ହେଲା । 15 ଅନନ୍ତର ପରମେଶ୍ଵର ନୋହଙ୍କୁ କହିଲେ, 16 ତୁମ୍ଭେ ଆପଣା ଭାର୍ଯ୍ୟା ଓ ପୁତ୍ରଗଣ ଓ ପୁତ୍ରବଧୂଗଣଙ୍କୁ ସଙ୍ଗେ ଘେନି ଜାହାଜରୁ ବାହାର ହୋଇ ଯାଅ । 17 ପୁଣି ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନି ଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି ପୃଥିବୀରେ ପ୍ରଜାବ; ଓ ବହୁବଂଶ ହେଉନ୍ତୁ । 18 ତହୁଁ ନୋହ ଆପଣା ଭାର୍ଯ୍ୟା, ପୁତ୍ର ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ବାହାରକୁ ଆସିଲେ; 19 ପୁଣି ସ୍ଵ ସ୍ଵ ଜାତି ଅନୁସାରେ ପ୍ରତ୍ୟେକ ପଶୁ, ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ପକ୍ଷୀ ପ୍ରଭୃତି ସମସ୍ତ ଭୂଚର ପ୍ରାଣୀ ଜାହାଜରୁ ବାହାରି ଆସିଲେ । 20 ଅନନ୍ତର ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କଲେ, ପୁଣି ସର୍ବପ୍ରକାର ଶୁଚି ପଶୁ ଓ ଶୁଚି ପକ୍ଷୀଗଣ ମଧ୍ୟରୁ କେତେକ ନେଇ ବେଦି ଉପରେ ହୋମବଳି ଉତ୍ସର୍ଗ କଲେ । 21 ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, ଆମ୍ଭେ ମନୁଷ୍ୟ ହେତୁରୁ ଆଉ ପୃଥିବୀକି ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେପରି ଆଉ ଥରେ କେବେହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ । 22 ପୁଣି ଯେପର୍ଯ୍ୟନ୍ତ ପୃଥିବୀ ଥିବ, ସେପର୍ଯ୍ୟନ୍ତ ବୁଣାକଟାର ସମୟ, ଶୀତ ଓ ଗ୍ରୀଷ୍ମ, ପୁଣି ଗ୍ରୀଷ୍ମ ଓ ଶୀତ କାଳ, ଆଉ ଦିବସ ଓ ରାତ୍ରି, ଏହି ସବୁର ନିବୃତ୍ତି ହେବ ନାହିଁ ।
1 ଅନନ୍ତର ପରମେଶ୍ଵର ନୋହଙ୍କୁ ଓ ତାଙ୍କ ସହିତ ଜାହାଜସ୍ଥ ପଶ୍ଵାଦି ସମସ୍ତ ପ୍ରାଣୀଙ୍କି ସ୍ମରଣ କରି ପୃଥିବୀରେ ବାୟୁ ବୁହାଇଲେ,ତହୁଁ ଜଳ ଥମିଲା; .::. 2 ମହାସମୁଦ୍ରର ଜଳାକର ଓ ଆକାଶସ୍ଥ ଦ୍ଵାର ସକଳ ରୁଦ୍ଧ ହେଲା, ପୁଣି ଆକାଶରୁ ବୃଷ୍ଟି ନିବୃତ୍ତ ହେଲା । .::. 3 ତହିଁରେ ପୃଥିବୀରୁ ଜଳ ବହିଯାଇ ଏକଶହ ପଚାଶ ଦିନର ଶେଷରେ ହ୍ରାସ ହେଲା । .::. 4 ଏଥିଉତ୍ତାରୁ ସପ୍ତମ ମାସର ସପ୍ତଦଶ ଦିନରେ ଆରାରାଟ୍ ପର୍ବତ ଉପରେ ଜାହାଜ ଲାଗି ରହିଲା । .::. 5 ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା ପଡ଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା । .::. 6 ଅନନ୍ତର ଆଉ ଚାଳିଶ ଦିନ ଉତ୍ତାରେ ନୋହ ସ୍ଵନିର୍ମିତ ଜାହାଜର ଝରକା ଫିଟାଇ ଗୋଟାଏ ଡାମରା କାଉକୁ ଉଡ଼ାଇ ଦେଲେ; .::. 7 ତହିଁରେ ପୃଥିବୀର ଜଳ ଶୁଷ୍କ ହେବା ପର୍ଯ୍ୟନ୍ତ ସେ ଏଣେତେଣେ ଗତାୟାତ କଲା । .::. 8 ପୁନଶ୍ଚ, ନୋହ ଭୂମିରେ ଜଳର ହ୍ରାସ ବୁଝିବା ପାଇଁ ଗୋଟିଏ କାପ୍ତା ଉଡ଼ାଇ ଦେଲେ; .::. 9 ସେତେବେଳେ ପୃଥିବୀ ଜଳାଚ୍ଛାଦିତ ଥିବାରୁ କାପ୍ତା ଆପଣା ପାଦ ରଖିବାର ସ୍ଥାନ ନ ପାଇ ଜାହାଜରେ ତାଙ୍କ ନିକଟକୁ ନେଉଟି ଆସିଲା; ତହୁଁ ସେ ହାତ ବଢ଼ାଇ ତାକୁ ଧରି ଜାହାଜ ଭିତରେ ଆପଣା ନିକଟକୁ ଆଣିଲେ । .::. 10 ଆଉ ସାତ ଦିନ ବିଳମ୍ଵ କଲା ଉତ୍ତାରେ ସେ ସେହି କାପ୍ତାକୁ ପୁନର୍ବାର ଜାହାଜରୁ ଉଡ଼ାଇ ଦେଲେ; .::. 11 ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତ ବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ବୁଝିଲେ । .::. 12 ଆଉ ସାତ ଦିନ ବିଳମ୍ଵ କରି ସେ ସେହି କାପ୍ତାକୁ ପୁନର୍ବାର ଉଡ଼ାଇ ଦେଲେ, ମାତ୍ର ସେ ଆଉ ଥରେ ତାଙ୍କ ନିକଟକୁ ନେଉଟି ଆସିଲା ନାହିଁ । .::. 13 (ନୋହଙ୍କ ବୟସର) ଛଅଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକି ଶୁଷ୍କ ଦେଖିଲେ । .::. 14 ଏହିରୂପେ ଦ୍ଵିତୀୟ ମାସର ସତାଇଶ ଦିନରେ ପୃଥିବୀ ଶୁଷ୍କ ହେଲା । .::. 15 ଅନନ୍ତର ପରମେଶ୍ଵର ନୋହଙ୍କୁ କହିଲେ, .::. 16 ତୁମ୍ଭେ ଆପଣା ଭାର୍ଯ୍ୟା ଓ ପୁତ୍ରଗଣ ଓ ପୁତ୍ରବଧୂଗଣଙ୍କୁ ସଙ୍ଗେ ଘେନି ଜାହାଜରୁ ବାହାର ହୋଇ ଯାଅ । .::. 17 ପୁଣି ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନି ଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି ପୃଥିବୀରେ ପ୍ରଜାବ; ଓ ବହୁବଂଶ ହେଉନ୍ତୁ । .::. 18 ତହୁଁ ନୋହ ଆପଣା ଭାର୍ଯ୍ୟା, ପୁତ୍ର ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ବାହାରକୁ ଆସିଲେ; .::. 19 ପୁଣି ସ୍ଵ ସ୍ଵ ଜାତି ଅନୁସାରେ ପ୍ରତ୍ୟେକ ପଶୁ, ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ପକ୍ଷୀ ପ୍ରଭୃତି ସମସ୍ତ ଭୂଚର ପ୍ରାଣୀ ଜାହାଜରୁ ବାହାରି ଆସିଲେ । .::. 20 ଅନନ୍ତର ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କଲେ, ପୁଣି ସର୍ବପ୍ରକାର ଶୁଚି ପଶୁ ଓ ଶୁଚି ପକ୍ଷୀଗଣ ମଧ୍ୟରୁ କେତେକ ନେଇ ବେଦି ଉପରେ ହୋମବଳି ଉତ୍ସର୍ଗ କଲେ । .::. 21 ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, ଆମ୍ଭେ ମନୁଷ୍ୟ ହେତୁରୁ ଆଉ ପୃଥିବୀକି ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେପରି ଆଉ ଥରେ କେବେହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ । .::. 22 ପୁଣି ଯେପର୍ଯ୍ୟନ୍ତ ପୃଥିବୀ ଥିବ, ସେପର୍ଯ୍ୟନ୍ତ ବୁଣାକଟାର ସମୟ, ଶୀତ ଓ ଗ୍ରୀଷ୍ମ, ପୁଣି ଗ୍ରୀଷ୍ମ ଓ ଶୀତ କାଳ, ଆଉ ଦିବସ ଓ ରାତ୍ରି, ଏହି ସବୁର ନିବୃତ୍ତି ହେବ ନାହିଁ । .::.
  • ଆଦି ପୁସ୍ତକ ଅଧ୍ୟାୟ 1  
  • ଆଦି ପୁସ୍ତକ ଅଧ୍ୟାୟ 2  
  • ଆଦି ପୁସ୍ତକ ଅଧ୍ୟାୟ 3  
  • ଆଦି ପୁସ୍ତକ ଅଧ୍ୟାୟ 4  
  • ଆଦି ପୁସ୍ତକ ଅଧ୍ୟାୟ 5  
  • ଆଦି ପୁସ୍ତକ ଅଧ୍ୟାୟ 6  
  • ଆଦି ପୁସ୍ତକ ଅଧ୍ୟାୟ 7  
  • ଆଦି ପୁସ୍ତକ ଅଧ୍ୟାୟ 8  
  • ଆଦି ପୁସ୍ତକ ଅଧ୍ୟାୟ 9  
  • ଆଦି ପୁସ୍ତକ ଅଧ୍ୟାୟ 10  
  • ଆଦି ପୁସ୍ତକ ଅଧ୍ୟାୟ 11  
  • ଆଦି ପୁସ୍ତକ ଅଧ୍ୟାୟ 12  
  • ଆଦି ପୁସ୍ତକ ଅଧ୍ୟାୟ 13  
  • ଆଦି ପୁସ୍ତକ ଅଧ୍ୟାୟ 14  
  • ଆଦି ପୁସ୍ତକ ଅଧ୍ୟାୟ 15  
  • ଆଦି ପୁସ୍ତକ ଅଧ୍ୟାୟ 16  
  • ଆଦି ପୁସ୍ତକ ଅଧ୍ୟାୟ 17  
  • ଆଦି ପୁସ୍ତକ ଅଧ୍ୟାୟ 18  
  • ଆଦି ପୁସ୍ତକ ଅଧ୍ୟାୟ 19  
  • ଆଦି ପୁସ୍ତକ ଅଧ୍ୟାୟ 20  
  • ଆଦି ପୁସ୍ତକ ଅଧ୍ୟାୟ 21  
  • ଆଦି ପୁସ୍ତକ ଅଧ୍ୟାୟ 22  
  • ଆଦି ପୁସ୍ତକ ଅଧ୍ୟାୟ 23  
  • ଆଦି ପୁସ୍ତକ ଅଧ୍ୟାୟ 24  
  • ଆଦି ପୁସ୍ତକ ଅଧ୍ୟାୟ 25  
  • ଆଦି ପୁସ୍ତକ ଅଧ୍ୟାୟ 26  
  • ଆଦି ପୁସ୍ତକ ଅଧ୍ୟାୟ 27  
  • ଆଦି ପୁସ୍ତକ ଅଧ୍ୟାୟ 28  
  • ଆଦି ପୁସ୍ତକ ଅଧ୍ୟାୟ 29  
  • ଆଦି ପୁସ୍ତକ ଅଧ୍ୟାୟ 30  
  • ଆଦି ପୁସ୍ତକ ଅଧ୍ୟାୟ 31  
  • ଆଦି ପୁସ୍ତକ ଅଧ୍ୟାୟ 32  
  • ଆଦି ପୁସ୍ତକ ଅଧ୍ୟାୟ 33  
  • ଆଦି ପୁସ୍ତକ ଅଧ୍ୟାୟ 34  
  • ଆଦି ପୁସ୍ତକ ଅଧ୍ୟାୟ 35  
  • ଆଦି ପୁସ୍ତକ ଅଧ୍ୟାୟ 36  
  • ଆଦି ପୁସ୍ତକ ଅଧ୍ୟାୟ 37  
  • ଆଦି ପୁସ୍ତକ ଅଧ୍ୟାୟ 38  
  • ଆଦି ପୁସ୍ତକ ଅଧ୍ୟାୟ 39  
  • ଆଦି ପୁସ୍ତକ ଅଧ୍ୟାୟ 40  
  • ଆଦି ପୁସ୍ତକ ଅଧ୍ୟାୟ 41  
  • ଆଦି ପୁସ୍ତକ ଅଧ୍ୟାୟ 42  
  • ଆଦି ପୁସ୍ତକ ଅଧ୍ୟାୟ 43  
  • ଆଦି ପୁସ୍ତକ ଅଧ୍ୟାୟ 44  
  • ଆଦି ପୁସ୍ତକ ଅଧ୍ୟାୟ 45  
  • ଆଦି ପୁସ୍ତକ ଅଧ୍ୟାୟ 46  
  • ଆଦି ପୁସ୍ତକ ଅଧ୍ୟାୟ 47  
  • ଆଦି ପୁସ୍ତକ ଅଧ୍ୟାୟ 48  
  • ଆଦି ପୁସ୍ତକ ଅଧ୍ୟାୟ 49  
  • ଆଦି ପୁସ୍ତକ ଅଧ୍ୟାୟ 50  
×

Alert

×

Oriya Letters Keypad References