ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଆଦି ପୁସ୍ତକ

ରେକର୍ଡଗୁଡିକ

ଆଦି ପୁସ୍ତକ ଅଧ୍ୟାୟ 9

1 ଏଥିଉତ୍ତାରୁ ପରମେଶ୍ଵର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ,ତୁମ୍ଭେମାନେ ପ୍ରଜାବ; ଓ ବହୁବଂଶ ହୋଇ ପୃଥିବୀକି ପରିପୂର୍ଣ୍ଣ କର । 2 ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି । 3 ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ । 4 ମାତ୍ର ତୁମ୍ଭେମାନେ ସପ୍ରାଣ (ଅର୍ଥାତ୍) ସରକ୍ତ ମାଂସ ଖାଇବ ନାହିଁ । 5 ପୁଣି ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତା; ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା । 6 ଯେ କେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ଵାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ଵର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି । 7 ତୁମ୍ଭେମାନେ ପ୍ରଜାବ; ଓ ବହୁବଂଶ ହୁଅ, ଆଉ ପୃଥିବୀକୁ ପରିପୂର୍ଣ୍ଣ କରି ବର୍ଦ୍ଧିଷ୍ଣୁ ହୁଅ । 8 ଅନନ୍ତର ପରମେଶ୍ଵର ନୋହଙ୍କୁ ଓ ତାଙ୍କର ସଙ୍ଗୀ ପୁତ୍ରମାନଙ୍କୁ କହିଲେ, 9 ଦେଖ, ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ଭବିଷ୍ୟତ ବଂଶ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ଜୀବଜନ୍ତୁ ସହିତ, 10 ଅର୍ଥାତ୍, ଜାହାଜରୁ ବହିର୍ଗତ ଗ୍ରାମ୍ୟ ଓ ବନ୍ୟପଶୁ ଓ ପକ୍ଷୀ ପ୍ରଭୃତି ପୃଥିବୀସ୍ଥ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରୁଅଛୁ । 11 ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ଵାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ । 12 ପୁନଶ୍ଚ, ପରମେଶ୍ଵର କହିଲେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳଯାଏ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି; 13 ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ । 14 ଯେତେବେଳେ ଆମ୍ଭେ ପୃଥିବୀ ଉପରେ ମେଘ ସଞ୍ଚାର କରିବା, ସେତେବେଳେ ସେହି ଧନୁ ମେଘରେ ଦେଖାଯିବ; 15 ତହିଁରେ ତୁମ୍ଭମାନଙ୍କ ସହିତ ଓ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ । 16 ପୁଣି ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ଵରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା । 17 ପରମେଶ୍ଵର ନୋହଙ୍କୁ କହିଲେ, ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ । 18 ନୋହଙ୍କର ଯେଉଁ ପୁତ୍ରମାନେ ଜାହାଜରୁ ବହିର୍ଗତ ହେଲେ, ସେମାନଙ୍କ ନାମ ଶେମ ଓ ହାମ ଓ ଯେଫତ୍; ହାମ କିଣାନର ପିତା । 19 ଏହି ତିନିଜଣ ନୋହଙ୍କର ପୁତ୍ର; ଏମାନଙ୍କ ବଂଶସବୁ ପୃଥିବୀରେ ବ୍ୟାପ୍ତ ହେଲା । 20 ଏଉତ୍ତାରୁ ନୋହ କୃଷି କର୍ମରେ ପ୍ରବୃତ୍ତ ହୋଇ ଦ୍ରାକ୍ଷାକ୍ଷେତ୍ର କଲେ । 21 ତହିଁରେ ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତମ୍ଵୁ ମଧ୍ୟରେ ବିବସ୍ତ୍ର ହୋଇ ପଡ଼ିଲେ । 22 ଏପରି ସମୟରେ କିଣାନର ପିତା ହାମ ଆପଣା ପିତାଙ୍କର ଉଲଙ୍ଗତା ଦେଖି ବାହାରେ ଆପଣା ଦୁଇ ଭାଇଙ୍କୁ ସମାଚାର ଦେଲା । 23 ସେତେବେଳେ ଶେମ ଓ ଯେଫତ୍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ । 24 ଏଉତ୍ତାରୁ ନୋହ ଦ୍ରାକ୍ଷାରସର ନିଦ୍ରାରୁ ଜାଗ୍ରତ ହୋଇ ଆପଣା ପ୍ରତି କନିଷ୍ଠପୁତ୍ରର ଆଚରଣ ଜ୍ଞାତ ହେଲେ । 25 ପୁଣି ସେ କହିଲେ, କିଣାନ ଶାପଗ୍ରସ୍ତ ହେଉ; ସେ ଆପଣା ଭ୍ରାତୃଗଣର ଦାସାନୁଦାସ ହେବ । 26 ଆଉ ସେ କହିଲେ, ଶେମର ପରମେଶ୍ଵର ସଦାପ୍ରଭୁ ଧନ୍ୟ ହେଉନ୍ତୁ; କିଣାନ ଶେମର ଦାସ ହେଉ । 27 ପରମେଶ୍ଵର ଯେଫତ୍କୁ ବର୍ଦ୍ଧିଷ୍ଣୁ କରନ୍ତୁ; ପୁଣି ସେ ଶେମର ତମ୍ଵୁରେ ବାସ କରୁ; ଆଉ କିଣାନ ତାହାର ଦାସ ହେଉ । 28 ଜଳପ୍ଳାବନ ଉତ୍ତାରେ ନୋହ ଆଉ ତିନିଶହ ପଚାଶ ବର୍ଷ ବଞ୍ଚିଲେ । 29 ପୁଣି ନୋହଙ୍କର ବୟସ ସର୍ବସୁଦ୍ଧା ନଅଶହ ପଚାଶ ବର୍ଷ ଥିଲା; ତହୁଁ ସେ ମଲେ ।
1. ଏଥିଉତ୍ତାରୁ ପରମେଶ୍ଵର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ,ତୁମ୍ଭେମାନେ ପ୍ରଜାବ; ଓ ବହୁବଂଶ ହୋଇ ପୃଥିବୀକି ପରିପୂର୍ଣ୍ଣ କର । 2. ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି । 3. ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ । 4. ମାତ୍ର ତୁମ୍ଭେମାନେ ସପ୍ରାଣ (ଅର୍ଥାତ୍) ସରକ୍ତ ମାଂସ ଖାଇବ ନାହିଁ । 5. ପୁଣି ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତା; ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା । 6. ଯେ କେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ଵାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ଵର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି । 7. ତୁମ୍ଭେମାନେ ପ୍ରଜାବ; ଓ ବହୁବଂଶ ହୁଅ, ଆଉ ପୃଥିବୀକୁ ପରିପୂର୍ଣ୍ଣ କରି ବର୍ଦ୍ଧିଷ୍ଣୁ ହୁଅ । 8. ଅନନ୍ତର ପରମେଶ୍ଵର ନୋହଙ୍କୁ ଓ ତାଙ୍କର ସଙ୍ଗୀ ପୁତ୍ରମାନଙ୍କୁ କହିଲେ, 9. ଦେଖ, ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ଭବିଷ୍ୟତ ବଂଶ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ଜୀବଜନ୍ତୁ ସହିତ, 10. ଅର୍ଥାତ୍, ଜାହାଜରୁ ବହିର୍ଗତ ଗ୍ରାମ୍ୟ ଓ ବନ୍ୟପଶୁ ଓ ପକ୍ଷୀ ପ୍ରଭୃତି ପୃଥିବୀସ୍ଥ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରୁଅଛୁ । 11. ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ଵାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ । 12. ପୁନଶ୍ଚ, ପରମେଶ୍ଵର କହିଲେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳଯାଏ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି; 13. ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ । 14. ଯେତେବେଳେ ଆମ୍ଭେ ପୃଥିବୀ ଉପରେ ମେଘ ସଞ୍ଚାର କରିବା, ସେତେବେଳେ ସେହି ଧନୁ ମେଘରେ ଦେଖାଯିବ; 15. ତହିଁରେ ତୁମ୍ଭମାନଙ୍କ ସହିତ ଓ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ । 16. ପୁଣି ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ଵରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା । 17. ପରମେଶ୍ଵର ନୋହଙ୍କୁ କହିଲେ, ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ । 18. ନୋହଙ୍କର ଯେଉଁ ପୁତ୍ରମାନେ ଜାହାଜରୁ ବହିର୍ଗତ ହେଲେ, ସେମାନଙ୍କ ନାମ ଶେମ ଓ ହାମ ଓ ଯେଫତ୍; ହାମ କିଣାନର ପିତା । 19. ଏହି ତିନିଜଣ ନୋହଙ୍କର ପୁତ୍ର; ଏମାନଙ୍କ ବଂଶସବୁ ପୃଥିବୀରେ ବ୍ୟାପ୍ତ ହେଲା । 20. ଏଉତ୍ତାରୁ ନୋହ କୃଷି କର୍ମରେ ପ୍ରବୃତ୍ତ ହୋଇ ଦ୍ରାକ୍ଷାକ୍ଷେତ୍ର କଲେ । 21. ତହିଁରେ ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତମ୍ଵୁ ମଧ୍ୟରେ ବିବସ୍ତ୍ର ହୋଇ ପଡ଼ିଲେ । 22. ଏପରି ସମୟରେ କିଣାନର ପିତା ହାମ ଆପଣା ପିତାଙ୍କର ଉଲଙ୍ଗତା ଦେଖି ବାହାରେ ଆପଣା ଦୁଇ ଭାଇଙ୍କୁ ସମାଚାର ଦେଲା । 23. ସେତେବେଳେ ଶେମ ଓ ଯେଫତ୍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ । 24. ଏଉତ୍ତାରୁ ନୋହ ଦ୍ରାକ୍ଷାରସର ନିଦ୍ରାରୁ ଜାଗ୍ରତ ହୋଇ ଆପଣା ପ୍ରତି କନିଷ୍ଠପୁତ୍ରର ଆଚରଣ ଜ୍ଞାତ ହେଲେ । 25. ପୁଣି ସେ କହିଲେ, କିଣାନ ଶାପଗ୍ରସ୍ତ ହେଉ; ସେ ଆପଣା ଭ୍ରାତୃଗଣର ଦାସାନୁଦାସ ହେବ । 26. ଆଉ ସେ କହିଲେ, ଶେମର ପରମେଶ୍ଵର ସଦାପ୍ରଭୁ ଧନ୍ୟ ହେଉନ୍ତୁ; କିଣାନ ଶେମର ଦାସ ହେଉ । 27. ପରମେଶ୍ଵର ଯେଫତ୍କୁ ବର୍ଦ୍ଧିଷ୍ଣୁ କରନ୍ତୁ; ପୁଣି ସେ ଶେମର ତମ୍ଵୁରେ ବାସ କରୁ; ଆଉ କିଣାନ ତାହାର ଦାସ ହେଉ । 28. ଜଳପ୍ଳାବନ ଉତ୍ତାରେ ନୋହ ଆଉ ତିନିଶହ ପଚାଶ ବର୍ଷ ବଞ୍ଚିଲେ । 29. ପୁଣି ନୋହଙ୍କର ବୟସ ସର୍ବସୁଦ୍ଧା ନଅଶହ ପଚାଶ ବର୍ଷ ଥିଲା; ତହୁଁ ସେ ମଲେ ।
  • ଆଦି ପୁସ୍ତକ ଅଧ୍ୟାୟ 1  
  • ଆଦି ପୁସ୍ତକ ଅଧ୍ୟାୟ 2  
  • ଆଦି ପୁସ୍ତକ ଅଧ୍ୟାୟ 3  
  • ଆଦି ପୁସ୍ତକ ଅଧ୍ୟାୟ 4  
  • ଆଦି ପୁସ୍ତକ ଅଧ୍ୟାୟ 5  
  • ଆଦି ପୁସ୍ତକ ଅଧ୍ୟାୟ 6  
  • ଆଦି ପୁସ୍ତକ ଅଧ୍ୟାୟ 7  
  • ଆଦି ପୁସ୍ତକ ଅଧ୍ୟାୟ 8  
  • ଆଦି ପୁସ୍ତକ ଅଧ୍ୟାୟ 9  
  • ଆଦି ପୁସ୍ତକ ଅଧ୍ୟାୟ 10  
  • ଆଦି ପୁସ୍ତକ ଅଧ୍ୟାୟ 11  
  • ଆଦି ପୁସ୍ତକ ଅଧ୍ୟାୟ 12  
  • ଆଦି ପୁସ୍ତକ ଅଧ୍ୟାୟ 13  
  • ଆଦି ପୁସ୍ତକ ଅଧ୍ୟାୟ 14  
  • ଆଦି ପୁସ୍ତକ ଅଧ୍ୟାୟ 15  
  • ଆଦି ପୁସ୍ତକ ଅଧ୍ୟାୟ 16  
  • ଆଦି ପୁସ୍ତକ ଅଧ୍ୟାୟ 17  
  • ଆଦି ପୁସ୍ତକ ଅଧ୍ୟାୟ 18  
  • ଆଦି ପୁସ୍ତକ ଅଧ୍ୟାୟ 19  
  • ଆଦି ପୁସ୍ତକ ଅଧ୍ୟାୟ 20  
  • ଆଦି ପୁସ୍ତକ ଅଧ୍ୟାୟ 21  
  • ଆଦି ପୁସ୍ତକ ଅଧ୍ୟାୟ 22  
  • ଆଦି ପୁସ୍ତକ ଅଧ୍ୟାୟ 23  
  • ଆଦି ପୁସ୍ତକ ଅଧ୍ୟାୟ 24  
  • ଆଦି ପୁସ୍ତକ ଅଧ୍ୟାୟ 25  
  • ଆଦି ପୁସ୍ତକ ଅଧ୍ୟାୟ 26  
  • ଆଦି ପୁସ୍ତକ ଅଧ୍ୟାୟ 27  
  • ଆଦି ପୁସ୍ତକ ଅଧ୍ୟାୟ 28  
  • ଆଦି ପୁସ୍ତକ ଅଧ୍ୟାୟ 29  
  • ଆଦି ପୁସ୍ତକ ଅଧ୍ୟାୟ 30  
  • ଆଦି ପୁସ୍ତକ ଅଧ୍ୟାୟ 31  
  • ଆଦି ପୁସ୍ତକ ଅଧ୍ୟାୟ 32  
  • ଆଦି ପୁସ୍ତକ ଅଧ୍ୟାୟ 33  
  • ଆଦି ପୁସ୍ତକ ଅଧ୍ୟାୟ 34  
  • ଆଦି ପୁସ୍ତକ ଅଧ୍ୟାୟ 35  
  • ଆଦି ପୁସ୍ତକ ଅଧ୍ୟାୟ 36  
  • ଆଦି ପୁସ୍ତକ ଅଧ୍ୟାୟ 37  
  • ଆଦି ପୁସ୍ତକ ଅଧ୍ୟାୟ 38  
  • ଆଦି ପୁସ୍ତକ ଅଧ୍ୟାୟ 39  
  • ଆଦି ପୁସ୍ତକ ଅଧ୍ୟାୟ 40  
  • ଆଦି ପୁସ୍ତକ ଅଧ୍ୟାୟ 41  
  • ଆଦି ପୁସ୍ତକ ଅଧ୍ୟାୟ 42  
  • ଆଦି ପୁସ୍ତକ ଅଧ୍ୟାୟ 43  
  • ଆଦି ପୁସ୍ତକ ଅଧ୍ୟାୟ 44  
  • ଆଦି ପୁସ୍ତକ ଅଧ୍ୟାୟ 45  
  • ଆଦି ପୁସ୍ତକ ଅଧ୍ୟାୟ 46  
  • ଆଦି ପୁସ୍ତକ ଅଧ୍ୟାୟ 47  
  • ଆଦି ପୁସ୍ତକ ଅଧ୍ୟାୟ 48  
  • ଆଦି ପୁସ୍ତକ ଅଧ୍ୟାୟ 49  
  • ଆଦି ପୁସ୍ତକ ଅଧ୍ୟାୟ 50  
×

Alert

×

Oriya Letters Keypad References