ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯୋହନଲିଖିତ ସୁସମାଚାର

ଯୋହନଲିଖିତ ସୁସମାଚାର ଅଧ୍ୟାୟ 13

1 ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ା; ପ୍ରେମ ପ୍ରକାଶ କଲେ । 2 ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା, 3 ସେତେବେଳେ, ପିତା ଯେ ତାହାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କରିଅଛନ୍ତି ଓ ସେ ଯେ ଈଶ୍ଵରଙ୍କ ନିକଟରୁ ଆସିଅଛନ୍ତି, ପୁଣି ଈଶ୍ଵରଙ୍କ ନିକଟକୁ ଯାଉଅଛନ୍ତି, 4 ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟୀ ବନ୍ଧନ କଲେ । 5 ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟୀରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ । 6 କ୍ରମେ ସେ ଶିମୋନ ପିତରଙ୍କ ନିକଟକୁ ଆସିଲେ; ସେ ତାହାଙ୍କୁ କହିଲେ, ପ୍ରଭୋ, ଆପଣ ମୋର ପାଦ ଧୋଇଦେଉଅଛନ୍ତି? 7 ଯୀଶୁ ତାଙ୍କୁ ଉତ୍ତର ଦେଲେ, ମୁଁ ଯାହା କରୁଅଛି, ତାହା ତୁମ୍ଭେ ଏବେ ଜାଣୁ ନାହଁ, କିନ୍ତୁ ପରେ ବୁଝିବ । 8 ପିତର ତାହାଙ୍କୁ କହିଲେ, ଆପଣ କଦାପି କେବେ ହେଁ ମୋର ପାଦ ଧୋଇଦେବେ ନାହିଁ । ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋʼ ସହିତ ତୁମ୍ଭର କୌଣସି ଅଂଶ ନାହିଁ । 9 ଶିମୋନ ପିତର ତାହାଙ୍କୁ କହିଲେ, ପ୍ରଭୋ, କେବଳ ମୋର ପାଦ ନୁହେଁ, ମାତ୍ର ମୋହର ହସ୍ତ ଓ ମସ୍ତକ ମଧ୍ୟ । 10 ଯୀଶୁ ତାଙ୍କୁ କହିଲେ, ଯେ ସ୍ନାନ କରିଅଛି, ତାହାର ପାଦ ଧୋଇବା ବିନା ଆଉ କିଛି ପ୍ରୟୋଜନ ନାହିଁ, ସେ ପ୍ରକୃତରେ ଶୁଚି; ତୁମ୍ଭେମାନେ ଶୁଚି ଅଟ, କିନ୍ତୁ ସମସ୍ତେ ନୁହଁ । 11 କାରଣ ଯେ ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କରିବ, ସେ ତାକୁ ଜାଣିଥିଲେ; ଅତଏବ ସେ କହିଲେ, ତୁମ୍ଭେମାନେ ସମସ୍ତେ ଶୁଚି ନୁହଁ । 12 ତତ୍ପରେ ସେ ସେମାନଙ୍କର ପାଦ ଧୋଇଦେଇ ଆପଣା ବସ୍ତ୍ର ପିନ୍ଧି ପୁନର୍ବାର ବସିଲା ଉତ୍ତାରେ ସେମାନଙ୍କୁ ପଚାରିଲେ, ମୁଁ ତୁମ୍ଭମାନଙ୍କ ପ୍ରତି କଅଣ କରିଅଛି, ତାହା କି ତୁମ୍ଭେମାନେ ବୁଝୁଅଛ? 13 ତୁମ୍ଭେମାନେ ମୋତେ ଗୁରୁ ଓ ପ୍ରଭୁ ବୋଲି ଡାକୁଅଛ, ଆଉ ଯଥାର୍ଥ କହୁଅଛ; କାରଣ ମୁଁ ତ ସେହି । 14 ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ । 15 କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି । 16 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ଵା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ । 17 ଯଦି ତୁମ୍ଭେମାନେ ଏହିସବୁ ଜାଣ, ତେବେ ସେହିପ୍ରକାର କଲେ ତୁମ୍ଭେମାନେ ଧନ୍ୟ । 18 ମୁଁ ତୁମ୍ଭ ସମସ୍ତଙ୍କ ସମ୍ଵନ୍ଧରେ କହୁ ନାହିଁ; କେଉଁ ପ୍ରକାର ଲୋକମାନଙ୍କୁ ମୁଁ ମନୋନୀତ କରିଅଛି, ତାହା ମୁଁ ଜାଣେ; କିନ୍ତୁ ଧର୍ମଶାସ୍ତ୍ରର ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିପାଇଁ ଏହିପରି ଘଟୁଅଛି, ଯେ ମୋହର ଅନ୍ନ ଖାଏ, ସେ ମୋହର ବିରୁଦ୍ଧରେ ଗୋଇଠା ଉଠାଇଲା । 19 ତାହା ଘଟିବା ସମୟରେ, ମୁଁ ସେହି ଅଟେ ବୋଲି ତୁମ୍ଭେମାନେ ଯେପରି ବିଶ୍ଵାସ କର, ଏଥିନିମନ୍ତେ ତାହା ଘଟିବା ପୂର୍ବେ ମୁଁ ବର୍ତ୍ତମାନ ତୁମ୍ଭମାନଙ୍କୁ କହୁଅଛି । 20 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ପ୍ରେରିତ ବ୍ୟକ୍ତିଙ୍କି ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ଓ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣଣକରେ । 21 ଯୀଶୁ ଏହିସମସ୍ତ କଥା କହିଲା ଉତ୍ତାରେ ଆତ୍ମାରେ ଉଦ୍ବିଗ୍ନ ହେଲେ ଓ ସାକ୍ଷ୍ୟ ଦେଇ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁହସ୍ତରେ ସମର୍ପଣ କରିବମ । 22 ସେ କାହା ସମ୍ଵନ୍ଧରେ କହିଲେ, ସେ ବିଷୟରେ ହତବୁଦ୍ଧି ହୋଇ ଶିଷ୍ୟମାନେ ପରସ୍ପରକୁ ଚାହିଁବାକୁ ଲାଗିଲେ । 23 ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ - ଯାହାକୁ ଯୀଶୁ ପ୍ରେମ କରୁଥିଲେ - ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ । 24 ଅତଏବ, ଶିମୋନ ପିତର ତାଙ୍କୁ ସଙ୍କେତ କରି କହିଲେ, ସେ କାହା ସମ୍ଵନ୍ଧରେ କହୁଅଛନ୍ତି, ତାହା କୁହ । 25 ସେ ସେହିପ୍ରକାର ବସିଥାଇ ଯୀଶୁଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି ତାହାଙ୍କୁ ପଚାରିଲେ, ପ୍ରଭୋ, ସେ କିଏ? 26 ତେଣୁ ଯୀଶୁ ଉତ୍ତର ଦେଲେ, ଯାହା ନିମନ୍ତେ ମୁଁ ଏହି ରୋଟୀଖଣ୍ତକ ବୁଡ଼ାଇବି ଓ ଯାହାକୁ ତାହା ଦେବି, ସେ । ତହିଁରେ ସେ ସେହି ରୋଟୀଖଣ୍ତକ ବୁଡ଼ାଇ ତାହା ଘେନି ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଦେଲେ । 27 ସେ ରୋଟୀଖଣ୍ତକ ପାଇଲା ଉତ୍ତାରେ ଶୟତାନ ତାହା ମଧ୍ୟରେ ପ୍ରବେଶ କଲା । ସେଥିରେ ଯୀଶୁ ତାକୁ କହିଲେ, ଯାହା କରୁଅଛ, ତାହା ଶୀଘ୍ର କର । 28 କିନ୍ତୁ ସେ କି ଉଦ୍ଦେଶ୍ୟରେ ତାକୁ ଏହି କଥା କହିଥିଲେ, ତାହା ଭୋଜରେ ବସିଥିବା ଲୋକମାନଙ୍କ ମଧ୍ୟରୁ କେହି ଜାଣିଲେ ନାହିଁ । 29 କାରଣ ଯିହୂଦା ନିକଟରେ ଟଙ୍କାଥଳୀ ଥିବାରୁ, ପର୍ବ ନିମନ୍ତେ ଯାହା ଯାହା ପ୍ରୟୋଜନ, ତାହା କ୍ରୟ କରିବାକୁ କିମ୍ଵା ଦରିଦ୍ରମାନଙ୍କୁ କିଛି ଦାନ କରିବାକୁ ଯୀଶୁ ତାକୁ କହିଲେ ବୋଲି କେହି କେହି ମନେ କଲେ । 30 ରୋଟୀଖଣ୍ତକ ଗ୍ରହଣ କରି ସେ ତତ୍କ୍ଷଣାତ୍ ବାହାରିଗଲା, ସେତେବେଳେ ରାତ୍ରିକାଳ । 31 ସେ ବାହାରିଗଲା ଉତ୍ତାରେ ଯୀଶୁ କହିଲେ, ଏବେ ମନୁଷ୍ୟପୁତ୍ର ମହିମାନ୍ଵିତ ହେଲେ ଓ ତାହାଙ୍କଠାରେ ଈଶ୍ଵର ମହିମାନ୍ଵିତ ହେଲେ । 32 ଯଦି ଈଶ୍ଵର ତାହାଙ୍କଠାରେ ମହିମାନ୍ଵିତ ହେଲେ, ତେବେ ଈଶ୍ଵର ମଧ୍ୟ ତାହାଙ୍କୁ ଆପଣାଠାରେ ମହିମାନ୍ଵିତ କରିବେ, ପୁଣି ଶୀଘ୍ର ତାହାଙ୍କୁ ମହିମାନ୍ଵିତ କରିବେ । 33 ବତ୍ସଗଣ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସାଙ୍ଗରେ ଅଛି । ତୁମ୍ଭେମାନେ ମୋହର ଅନ୍ଵେଷଣ କରିବ; ଆଉ ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତୁମ୍ଭେମାନେ ସେ ସ୍ଥାନକୁ ଯାଇ ପାର ନାହିଁ, ଏହା ମୁଁ ଯେପରି ଯିହୁଦୀମାନଙ୍କୁ କହିଲି, ସେହିପରି ଏବେ ତୁମ୍ଭମାନଙ୍କୁ ମଧ୍ୟ କହୁଅଛି । 34 ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର । 35 ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ଦ୍ଵାରା ଜ୍ଞାତ ହେବେ । 36 ଶିମୋନ ପିତର ତାହାଙ୍କୁ ପଚାରିଲେ, ପ୍ରଭୋ, ଆପଣ କେଉଁଠାକୁ ଯାଉଅଛନ୍ତି? ଯୀଶୁ ଉତ୍ତର ଦେଲେ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେ ବର୍ତ୍ତମାନ ମୋହର ପଛେ ପଛେ ସେଠାକୁ ଯାଇ ପାର ନାହିଁ, କିନ୍ତୁ ପରେ ଯିବ । 37 ପିତର ତାହାଙ୍କୁ ପଚାରିଲେ, ପ୍ରଭୋ, ମୁଁ ବର୍ତ୍ତମାନ କାହିଁକି ଆପଣଙ୍କ ପଛେ ପଛେ ଯାଇ ପାରେ ନାହିଁ? ମୁଁ ଆପଣଙ୍କ ନିମନ୍ତେ ନିଜ ପ୍ରାଣ ଦେବି । 38 ଯୀଶୁ ଉତ୍ତର ଦେଲେ, ତୁମ୍ଭେ କଅଣ ମୋʼ ନିମନ୍ତେ ନିଜ ପ୍ରାଣ ଦେବ? ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, କୁକୁଡ଼ା ନ ଡାକୁଣୁ ତୁମ୍ଭେ ମୋତେ ତିନି ଥର ଅସ୍ଵୀକାର କରିବ ।
1 ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ା; ପ୍ରେମ ପ୍ରକାଶ କଲେ । .::. 2 ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା, .::. 3 ସେତେବେଳେ, ପିତା ଯେ ତାହାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କରିଅଛନ୍ତି ଓ ସେ ଯେ ଈଶ୍ଵରଙ୍କ ନିକଟରୁ ଆସିଅଛନ୍ତି, ପୁଣି ଈଶ୍ଵରଙ୍କ ନିକଟକୁ ଯାଉଅଛନ୍ତି, .::. 4 ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟୀ ବନ୍ଧନ କଲେ । .::. 5 ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟୀରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ । .::. 6 କ୍ରମେ ସେ ଶିମୋନ ପିତରଙ୍କ ନିକଟକୁ ଆସିଲେ; ସେ ତାହାଙ୍କୁ କହିଲେ, ପ୍ରଭୋ, ଆପଣ ମୋର ପାଦ ଧୋଇଦେଉଅଛନ୍ତି? .::. 7 ଯୀଶୁ ତାଙ୍କୁ ଉତ୍ତର ଦେଲେ, ମୁଁ ଯାହା କରୁଅଛି, ତାହା ତୁମ୍ଭେ ଏବେ ଜାଣୁ ନାହଁ, କିନ୍ତୁ ପରେ ବୁଝିବ । .::. 8 ପିତର ତାହାଙ୍କୁ କହିଲେ, ଆପଣ କଦାପି କେବେ ହେଁ ମୋର ପାଦ ଧୋଇଦେବେ ନାହିଁ । ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋʼ ସହିତ ତୁମ୍ଭର କୌଣସି ଅଂଶ ନାହିଁ । .::. 9 ଶିମୋନ ପିତର ତାହାଙ୍କୁ କହିଲେ, ପ୍ରଭୋ, କେବଳ ମୋର ପାଦ ନୁହେଁ, ମାତ୍ର ମୋହର ହସ୍ତ ଓ ମସ୍ତକ ମଧ୍ୟ । .::. 10 ଯୀଶୁ ତାଙ୍କୁ କହିଲେ, ଯେ ସ୍ନାନ କରିଅଛି, ତାହାର ପାଦ ଧୋଇବା ବିନା ଆଉ କିଛି ପ୍ରୟୋଜନ ନାହିଁ, ସେ ପ୍ରକୃତରେ ଶୁଚି; ତୁମ୍ଭେମାନେ ଶୁଚି ଅଟ, କିନ୍ତୁ ସମସ୍ତେ ନୁହଁ । .::. 11 କାରଣ ଯେ ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କରିବ, ସେ ତାକୁ ଜାଣିଥିଲେ; ଅତଏବ ସେ କହିଲେ, ତୁମ୍ଭେମାନେ ସମସ୍ତେ ଶୁଚି ନୁହଁ । .::. 12 ତତ୍ପରେ ସେ ସେମାନଙ୍କର ପାଦ ଧୋଇଦେଇ ଆପଣା ବସ୍ତ୍ର ପିନ୍ଧି ପୁନର୍ବାର ବସିଲା ଉତ୍ତାରେ ସେମାନଙ୍କୁ ପଚାରିଲେ, ମୁଁ ତୁମ୍ଭମାନଙ୍କ ପ୍ରତି କଅଣ କରିଅଛି, ତାହା କି ତୁମ୍ଭେମାନେ ବୁଝୁଅଛ? .::. 13 ତୁମ୍ଭେମାନେ ମୋତେ ଗୁରୁ ଓ ପ୍ରଭୁ ବୋଲି ଡାକୁଅଛ, ଆଉ ଯଥାର୍ଥ କହୁଅଛ; କାରଣ ମୁଁ ତ ସେହି । .::. 14 ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ । .::. 15 କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି । .::. 16 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ଵା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ । .::. 17 ଯଦି ତୁମ୍ଭେମାନେ ଏହିସବୁ ଜାଣ, ତେବେ ସେହିପ୍ରକାର କଲେ ତୁମ୍ଭେମାନେ ଧନ୍ୟ । .::. 18 ମୁଁ ତୁମ୍ଭ ସମସ୍ତଙ୍କ ସମ୍ଵନ୍ଧରେ କହୁ ନାହିଁ; କେଉଁ ପ୍ରକାର ଲୋକମାନଙ୍କୁ ମୁଁ ମନୋନୀତ କରିଅଛି, ତାହା ମୁଁ ଜାଣେ; କିନ୍ତୁ ଧର୍ମଶାସ୍ତ୍ରର ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିପାଇଁ ଏହିପରି ଘଟୁଅଛି, ଯେ ମୋହର ଅନ୍ନ ଖାଏ, ସେ ମୋହର ବିରୁଦ୍ଧରେ ଗୋଇଠା ଉଠାଇଲା । .::. 19 ତାହା ଘଟିବା ସମୟରେ, ମୁଁ ସେହି ଅଟେ ବୋଲି ତୁମ୍ଭେମାନେ ଯେପରି ବିଶ୍ଵାସ କର, ଏଥିନିମନ୍ତେ ତାହା ଘଟିବା ପୂର୍ବେ ମୁଁ ବର୍ତ୍ତମାନ ତୁମ୍ଭମାନଙ୍କୁ କହୁଅଛି । .::. 20 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ପ୍ରେରିତ ବ୍ୟକ୍ତିଙ୍କି ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ଓ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣଣକରେ । .::. 21 ଯୀଶୁ ଏହିସମସ୍ତ କଥା କହିଲା ଉତ୍ତାରେ ଆତ୍ମାରେ ଉଦ୍ବିଗ୍ନ ହେଲେ ଓ ସାକ୍ଷ୍ୟ ଦେଇ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁହସ୍ତରେ ସମର୍ପଣ କରିବମ । .::. 22 ସେ କାହା ସମ୍ଵନ୍ଧରେ କହିଲେ, ସେ ବିଷୟରେ ହତବୁଦ୍ଧି ହୋଇ ଶିଷ୍ୟମାନେ ପରସ୍ପରକୁ ଚାହିଁବାକୁ ଲାଗିଲେ । .::. 23 ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ - ଯାହାକୁ ଯୀଶୁ ପ୍ରେମ କରୁଥିଲେ - ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ । .::. 24 ଅତଏବ, ଶିମୋନ ପିତର ତାଙ୍କୁ ସଙ୍କେତ କରି କହିଲେ, ସେ କାହା ସମ୍ଵନ୍ଧରେ କହୁଅଛନ୍ତି, ତାହା କୁହ । .::. 25 ସେ ସେହିପ୍ରକାର ବସିଥାଇ ଯୀଶୁଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି ତାହାଙ୍କୁ ପଚାରିଲେ, ପ୍ରଭୋ, ସେ କିଏ? .::. 26 ତେଣୁ ଯୀଶୁ ଉତ୍ତର ଦେଲେ, ଯାହା ନିମନ୍ତେ ମୁଁ ଏହି ରୋଟୀଖଣ୍ତକ ବୁଡ଼ାଇବି ଓ ଯାହାକୁ ତାହା ଦେବି, ସେ । ତହିଁରେ ସେ ସେହି ରୋଟୀଖଣ୍ତକ ବୁଡ଼ାଇ ତାହା ଘେନି ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଦେଲେ । .::. 27 ସେ ରୋଟୀଖଣ୍ତକ ପାଇଲା ଉତ୍ତାରେ ଶୟତାନ ତାହା ମଧ୍ୟରେ ପ୍ରବେଶ କଲା । ସେଥିରେ ଯୀଶୁ ତାକୁ କହିଲେ, ଯାହା କରୁଅଛ, ତାହା ଶୀଘ୍ର କର । .::. 28 କିନ୍ତୁ ସେ କି ଉଦ୍ଦେଶ୍ୟରେ ତାକୁ ଏହି କଥା କହିଥିଲେ, ତାହା ଭୋଜରେ ବସିଥିବା ଲୋକମାନଙ୍କ ମଧ୍ୟରୁ କେହି ଜାଣିଲେ ନାହିଁ । .::. 29 କାରଣ ଯିହୂଦା ନିକଟରେ ଟଙ୍କାଥଳୀ ଥିବାରୁ, ପର୍ବ ନିମନ୍ତେ ଯାହା ଯାହା ପ୍ରୟୋଜନ, ତାହା କ୍ରୟ କରିବାକୁ କିମ୍ଵା ଦରିଦ୍ରମାନଙ୍କୁ କିଛି ଦାନ କରିବାକୁ ଯୀଶୁ ତାକୁ କହିଲେ ବୋଲି କେହି କେହି ମନେ କଲେ । .::. 30 ରୋଟୀଖଣ୍ତକ ଗ୍ରହଣ କରି ସେ ତତ୍କ୍ଷଣାତ୍ ବାହାରିଗଲା, ସେତେବେଳେ ରାତ୍ରିକାଳ । .::. 31 ସେ ବାହାରିଗଲା ଉତ୍ତାରେ ଯୀଶୁ କହିଲେ, ଏବେ ମନୁଷ୍ୟପୁତ୍ର ମହିମାନ୍ଵିତ ହେଲେ ଓ ତାହାଙ୍କଠାରେ ଈଶ୍ଵର ମହିମାନ୍ଵିତ ହେଲେ । .::. 32 ଯଦି ଈଶ୍ଵର ତାହାଙ୍କଠାରେ ମହିମାନ୍ଵିତ ହେଲେ, ତେବେ ଈଶ୍ଵର ମଧ୍ୟ ତାହାଙ୍କୁ ଆପଣାଠାରେ ମହିମାନ୍ଵିତ କରିବେ, ପୁଣି ଶୀଘ୍ର ତାହାଙ୍କୁ ମହିମାନ୍ଵିତ କରିବେ । .::. 33 ବତ୍ସଗଣ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସାଙ୍ଗରେ ଅଛି । ତୁମ୍ଭେମାନେ ମୋହର ଅନ୍ଵେଷଣ କରିବ; ଆଉ ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତୁମ୍ଭେମାନେ ସେ ସ୍ଥାନକୁ ଯାଇ ପାର ନାହିଁ, ଏହା ମୁଁ ଯେପରି ଯିହୁଦୀମାନଙ୍କୁ କହିଲି, ସେହିପରି ଏବେ ତୁମ୍ଭମାନଙ୍କୁ ମଧ୍ୟ କହୁଅଛି । .::. 34 ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର । .::. 35 ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ଦ୍ଵାରା ଜ୍ଞାତ ହେବେ । .::. 36 ଶିମୋନ ପିତର ତାହାଙ୍କୁ ପଚାରିଲେ, ପ୍ରଭୋ, ଆପଣ କେଉଁଠାକୁ ଯାଉଅଛନ୍ତି? ଯୀଶୁ ଉତ୍ତର ଦେଲେ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେ ବର୍ତ୍ତମାନ ମୋହର ପଛେ ପଛେ ସେଠାକୁ ଯାଇ ପାର ନାହିଁ, କିନ୍ତୁ ପରେ ଯିବ । .::. 37 ପିତର ତାହାଙ୍କୁ ପଚାରିଲେ, ପ୍ରଭୋ, ମୁଁ ବର୍ତ୍ତମାନ କାହିଁକି ଆପଣଙ୍କ ପଛେ ପଛେ ଯାଇ ପାରେ ନାହିଁ? ମୁଁ ଆପଣଙ୍କ ନିମନ୍ତେ ନିଜ ପ୍ରାଣ ଦେବି । .::. 38 ଯୀଶୁ ଉତ୍ତର ଦେଲେ, ତୁମ୍ଭେ କଅଣ ମୋʼ ନିମନ୍ତେ ନିଜ ପ୍ରାଣ ଦେବ? ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, କୁକୁଡ଼ା ନ ଡାକୁଣୁ ତୁମ୍ଭେ ମୋତେ ତିନି ଥର ଅସ୍ଵୀକାର କରିବ । .::.
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 1  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 2  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 3  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 4  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 5  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 6  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 7  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 8  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 9  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 10  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 11  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 12  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 13  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 14  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 15  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 16  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 17  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 18  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 19  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 20  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 21  
×

Alert

×

Oriya Letters Keypad References