ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦାନିଏଲ

ଦାନିଏଲ ଅଧ୍ୟାୟ 12

1 ସେସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଂକଟର କାଳ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେସମୟରେ ଉଦ୍ଧାର ପାଇବେ, । 2 ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନ; ଜୀବନ ଓ କେତେକେ ଲଜ୍ଜା ଓ ଅନ; ଅବଜ୍ଞା ଭୋଗ ପାଇଁ ଉଠିବେ । 3 ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନ; କାଳ ପର୍ଯ୍ୟନ୍ତ ତେଜସ୍ଵୀ ହେବେ । 4 ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ କରି ଓ ଏହି ପୁସ୍ତକ ମୁଦ୍ରାଙ୍କନ କରି ରଖ; ଅନେକେ ଏଣେତେଣେ ଧାବମାନ ହେବେ ଓ ଜ୍ଞାନର ବୃଦ୍ଧି ହେବ । 5 ସେତେବେଳେ ମୁଁ ଦାନିୟେଲ ଅନାଇଲି, ଆଉ ଦେଖ, ଅନ୍ୟ ଦୁଇ ଜଣ ଠିଆ ହୋଇଅଛନ୍ତି, ଜଣେ ନଦୀତୀରର ଏପାଖରେ ଓ ଅନ୍ୟ ଜଣ ନଦୀତୀରର ସେପାଖରେ । 6 ପୁଣି, ଶୁକ୍ଳବସ୍ତ୍ରାନ୍ଵିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଏକ ଜଣ କହିଲେ, ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ କାଳ ଲାଗିବ? 7 ତହିଁରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ରାନ୍ଵିତ ଓ ନଦୀଜଳ ଉପରେ ସ୍ଥିତ ମନୁଷ୍ୟ ଆପଣା ଦକ୍ଷିଣ ଓ ବାମ ହସ୍ତ ସ୍ଵର୍ଗ ଆଡ଼େ ଉଠାଇ ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଏହା ଏକ କାଳ, (ଦୁଇ) କାଳ ଓ ଅର୍ଦ୍ଧ କାଳ ପର୍ଯ୍ୟନ୍ତ ହେବ; ପୁଣି, ସେମାନେ ପବିତ୍ର ଲୋକମାନଙ୍କର ପରାକ୍ରମ ଭଗ୍ନ କରିବାର ଶେଷ କଲେ, ଏହି ସକଳ ବିଷୟ ସିଦ୍ଧ ହେବ । 8 ପୁଣି, ମୁଁ ଶୁଣିଲି, ମାତ୍ର ବୁଝିଲି ନାହିଁ; ତହୁଁ ମୁଁ କହିଲି, ହେ ମୋର ପ୍ରଭୁ, ଏହିସବୁର ପରିଣାମ କʼଣ ହେବ? 9 ତହିଁରେ ସେ କହିଲେ, ହେ ଦାନିୟେଲ, ତୁମ୍ଭେ ଆପଣା ପଥରେ ଗମନ କର; କାରଣ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ ଓ ମୁଦ୍ରାଙ୍କିତ ହୋଇଅଛି । 10 ଅନେକେ ଆପଣାମାନଙ୍କୁ ପରିଷ୍କୃତ ଓ ଶୁକ୍ଳ କରିବେ ଓ ପବିତ୍ରୀକୃତ ହେବେ; ମାତ୍ର ଦୁଷ୍ଟମାନେ ଦୁଷ୍ଟାଚରଣ କରିବେ ଓ ଦୁଷ୍ଟମାନଙ୍କ ମଧ୍ୟରୁ କେହି ବୁଝିବେ ନାହିଁ; ମାତ୍ର ଜ୍ଞାନୀ ଲୋକମାନେ ବୁଝିବେ । 11 ପୁଣି, ଯେଉଁ ସମୟରେ ନିତ୍ୟ ନୈବେଦ୍ୟ ନିବୃତ୍ତ ହେବ ଓ ବିନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପିତ ହେବ, ସେହି ସମୟଠାରୁ ଏକ ସହସ୍ର ଦୁଇ ଶତ ନବେ ଦିନ ହେବ । 12 ଯେଉଁ ଜନ ଅପେକ୍ଷାରେ ରହେ ଓ ଏକ ସହସ୍ର ତିନିଶତ ପଞ୍ଚତ୍ରିଂଶ ଦିନ ପର୍ଯ୍ୟନ୍ତ ଥିବ, ସେ ଧନ୍ୟ । 13 ମାତ୍ର ଶେଷ କାଳ ପର୍ଯ୍ୟନ୍ତ ତୁମ୍ଭେ ଆପଣା ପଥରେ ଗମନ କର; କାରଣ ତୁମ୍ଭେ ବିଶ୍ରାମ ପାଇବ ଓ କାଳର ଶେଷରେ ଆପଣା ଅଧିକାରରେ ଠିଆ ହେବ ।
1 ସେସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଂକଟର କାଳ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେସମୟରେ ଉଦ୍ଧାର ପାଇବେ, । .::. 2 ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନ; ଜୀବନ ଓ କେତେକେ ଲଜ୍ଜା ଓ ଅନ; ଅବଜ୍ଞା ଭୋଗ ପାଇଁ ଉଠିବେ । .::. 3 ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନ; କାଳ ପର୍ଯ୍ୟନ୍ତ ତେଜସ୍ଵୀ ହେବେ । .::. 4 ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ କରି ଓ ଏହି ପୁସ୍ତକ ମୁଦ୍ରାଙ୍କନ କରି ରଖ; ଅନେକେ ଏଣେତେଣେ ଧାବମାନ ହେବେ ଓ ଜ୍ଞାନର ବୃଦ୍ଧି ହେବ । .::. 5 ସେତେବେଳେ ମୁଁ ଦାନିୟେଲ ଅନାଇଲି, ଆଉ ଦେଖ, ଅନ୍ୟ ଦୁଇ ଜଣ ଠିଆ ହୋଇଅଛନ୍ତି, ଜଣେ ନଦୀତୀରର ଏପାଖରେ ଓ ଅନ୍ୟ ଜଣ ନଦୀତୀରର ସେପାଖରେ । .::. 6 ପୁଣି, ଶୁକ୍ଳବସ୍ତ୍ରାନ୍ଵିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଏକ ଜଣ କହିଲେ, ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ କାଳ ଲାଗିବ? .::. 7 ତହିଁରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ରାନ୍ଵିତ ଓ ନଦୀଜଳ ଉପରେ ସ୍ଥିତ ମନୁଷ୍ୟ ଆପଣା ଦକ୍ଷିଣ ଓ ବାମ ହସ୍ତ ସ୍ଵର୍ଗ ଆଡ଼େ ଉଠାଇ ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଏହା ଏକ କାଳ, (ଦୁଇ) କାଳ ଓ ଅର୍ଦ୍ଧ କାଳ ପର୍ଯ୍ୟନ୍ତ ହେବ; ପୁଣି, ସେମାନେ ପବିତ୍ର ଲୋକମାନଙ୍କର ପରାକ୍ରମ ଭଗ୍ନ କରିବାର ଶେଷ କଲେ, ଏହି ସକଳ ବିଷୟ ସିଦ୍ଧ ହେବ । .::. 8 ପୁଣି, ମୁଁ ଶୁଣିଲି, ମାତ୍ର ବୁଝିଲି ନାହିଁ; ତହୁଁ ମୁଁ କହିଲି, ହେ ମୋର ପ୍ରଭୁ, ଏହିସବୁର ପରିଣାମ କʼଣ ହେବ? .::. 9 ତହିଁରେ ସେ କହିଲେ, ହେ ଦାନିୟେଲ, ତୁମ୍ଭେ ଆପଣା ପଥରେ ଗମନ କର; କାରଣ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ ଓ ମୁଦ୍ରାଙ୍କିତ ହୋଇଅଛି । .::. 10 ଅନେକେ ଆପଣାମାନଙ୍କୁ ପରିଷ୍କୃତ ଓ ଶୁକ୍ଳ କରିବେ ଓ ପବିତ୍ରୀକୃତ ହେବେ; ମାତ୍ର ଦୁଷ୍ଟମାନେ ଦୁଷ୍ଟାଚରଣ କରିବେ ଓ ଦୁଷ୍ଟମାନଙ୍କ ମଧ୍ୟରୁ କେହି ବୁଝିବେ ନାହିଁ; ମାତ୍ର ଜ୍ଞାନୀ ଲୋକମାନେ ବୁଝିବେ । .::. 11 ପୁଣି, ଯେଉଁ ସମୟରେ ନିତ୍ୟ ନୈବେଦ୍ୟ ନିବୃତ୍ତ ହେବ ଓ ବିନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପିତ ହେବ, ସେହି ସମୟଠାରୁ ଏକ ସହସ୍ର ଦୁଇ ଶତ ନବେ ଦିନ ହେବ । .::. 12 ଯେଉଁ ଜନ ଅପେକ୍ଷାରେ ରହେ ଓ ଏକ ସହସ୍ର ତିନିଶତ ପଞ୍ଚତ୍ରିଂଶ ଦିନ ପର୍ଯ୍ୟନ୍ତ ଥିବ, ସେ ଧନ୍ୟ । .::. 13 ମାତ୍ର ଶେଷ କାଳ ପର୍ଯ୍ୟନ୍ତ ତୁମ୍ଭେ ଆପଣା ପଥରେ ଗମନ କର; କାରଣ ତୁମ୍ଭେ ବିଶ୍ରାମ ପାଇବ ଓ କାଳର ଶେଷରେ ଆପଣା ଅଧିକାରରେ ଠିଆ ହେବ । .::.
  • ଦାନିଏଲ ଅଧ୍ୟାୟ 1  
  • ଦାନିଏଲ ଅଧ୍ୟାୟ 2  
  • ଦାନିଏଲ ଅଧ୍ୟାୟ 3  
  • ଦାନିଏଲ ଅଧ୍ୟାୟ 4  
  • ଦାନିଏଲ ଅଧ୍ୟାୟ 5  
  • ଦାନିଏଲ ଅଧ୍ୟାୟ 6  
  • ଦାନିଏଲ ଅଧ୍ୟାୟ 7  
  • ଦାନିଏଲ ଅଧ୍ୟାୟ 8  
  • ଦାନିଏଲ ଅଧ୍ୟାୟ 9  
  • ଦାନିଏଲ ଅଧ୍ୟାୟ 10  
  • ଦାନିଏଲ ଅଧ୍ୟାୟ 11  
  • ଦାନିଏଲ ଅଧ୍ୟାୟ 12  
×

Alert

×

Oriya Letters Keypad References