ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ବିବରଣ

ଦିତୀୟ ବିବରଣ ଅଧ୍ୟାୟ 10

1 ସେହି ସମୟରେ ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳି ପର୍ବତ ଉପରେ ଆମ୍ଭ ନିକଟକୁ ଆସ, ପୁଣି ଆପଣା ପାଇଁ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କର । 2 ଆଉ ତୁମ୍ଭେ ଯେଉଁ ପ୍ରଥମ ପ୍ରସ୍ତର ଫଳକ ଭାଙ୍ଗିଲ, ତହିଁରେ ଯେ ଯେ ବାକ୍ୟ ଥିଲା, ତାହା ଆମ୍ଭେ ଏହି ପ୍ରସ୍ତର ଫଳକରେ ଲେଖିବା, ପୁଣି ତୁମ୍ଭେ ତାହା ଏହି ସିନ୍ଦୁକରେ ରଖିବ । 3 ତହୁଁ ମୁଁ ଶିଟୀମ କାଷ୍ଠରେ ଏକ ସିନ୍ଦୁକ ନିର୍ମାଣ କଲି ଓ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳିଲି, ଆଉ ସେହି ଦୁଇ ପ୍ରସ୍ତର ଫଳକ ହସ୍ତରେ ନେଇ ପର୍ବତ ଉପରକୁ ଗଲି । 4 ଅନନ୍ତର ସଦାପ୍ରଭୁ ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ଯେଉଁ ଦଶ ଆଜ୍ଞା ତୁମ୍ଭମାନଙ୍କୁ କହିଥିଲେ, ସେ ତାହା ପ୍ରଥମ ଲେଖାନୁସାରେ ସେହି ପ୍ରସ୍ତର ଫଳକରେ ଲେଖିଲେ; ତହୁଁ ସଦାପ୍ରଭୁ ତାହା ମୋତେ ଦେଲେ । 5 ଏଉତ୍ତାରେ ମୁଁ ମୁଖ ଫେରାଇ ପର୍ବତରୁ ଓହ୍ଲାଇଲି ଓ ମୋହର ନିର୍ମିତ ସିନ୍ଦୁକରେ ସେହି ଦୁଇ ପ୍ରସ୍ତର ଫଳକ ରଖିଲି; ଆଉ ମୋʼ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାହା ସେହି ସ୍ଥାନରେ ରହିଅଛି । 6 (ଅନନ୍ତର ଇସ୍ରାଏଲ-ସନ୍ତାନଗଣ ବେରୋତ୍-ବନେୟା-କନଠାରୁ ମୋଷେରତକୁ ଯାତ୍ରା କଲେ, ସେ ସ୍ଥାନରେ ହାରୋଣ ମଲେ ଓ ସେହି ସ୍ଥାନରେ ସେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଇଲୀୟାସର ତାଙ୍କ ପଦରେ ଯାଜକ କର୍ମ କଲା । 7 ସେଠାରୁ ସେମାନେ ଗୁଦ୍ଗୋଦାକୁ ଯାତ୍ରା କଲେ ଓ ଗୁଦ୍ଗୋଦାରୁ ଜଳସ୍ରୋତମୟ ଦେଶ ଯଟବାଥାକୁ ଯାତ୍ରା କଲେ । 8 ସେସମୟରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିବା ପାଇଁ ଓ ସଦାପ୍ରଭୁଙ୍କ ସେବାକର୍ମ ପାଇଁ ତାହାଙ୍କ ଛାମୁରେ ଠିଆ ହେବାକୁ ଓ ତାହାଙ୍କ ନାମରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ଲେବୀୟମାନଙ୍କୁ ପୃଥକ କରିଅଛନ୍ତି । 9 ଏନିମନ୍ତେ ଲେବୀର ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଂଶ କି ଅଧିକାର ନାହିଁ; ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତାହାକୁ ଯାହା କହିଅଛନ୍ତି, ତଦନୁସାରେ ସଦାପ୍ରଭୁ ହିଁ ତାହାର ଅଧିକାର) । 10 ପ୍ରଥମଥର ପରି ମୁଁ ଚାଳିଶ ଦିନ ଓ ଚାଳିଶ ରାତ୍ରି ପର୍ବତରେ ରହିଲି; ପୁଣି ସେଥର ହିଁ ସଦାପ୍ରଭୁ ମୋʼ ପ୍ରତି କର୍ଣ୍ଣପାତ କଲେ; ସଦାପ୍ରଭୁ ତୁମ୍ଭକୁ ବିନାଶ କରିବା ପାଇଁ ସମ୍ମତ ହେଲେ ନାହିଁ, 11 ଅନନ୍ତର ସଦାପ୍ରଭୁ ମୋତେ କହିଲେ, ଉଠ, ଯାତ୍ରା ନିମନ୍ତେ ଲୋକମାନଙ୍କର ଅଗ୍ରଗାମୀ ହୁଅ; ପୁଣି ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛୁ, ସେମାନେ ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବେ । 12 ଏବେ ହେ ଇସ୍ରାଏଲ, ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ ଭୟ କରିବାର, ତାହାଙ୍କ ସକଳ ପଥରେ ଗମନ କରିବାର ଓ ତାହାଙ୍କୁ ପ୍ରେମ କରିବାର, ପୁଣି ଆପଣାର ସମସ୍ତ ଅନ୍ତଃକରଣ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସେବା କରିବାର, 13 ଆଉ ଆଜି ମୁଁ ତୁମ୍ଭ ହିତ ନିମନ୍ତେ ସଦାପ୍ରଭୁଙ୍କ ଯେ ଯେ ଆଜ୍ଞା ଓ ବିଧି ତୁମ୍ଭମାନଙ୍କୁ ଦେଉଅଛି, ସେସମସ୍ତ ପାଳନ କରିବାର, ଏସବୁ ଛଡ଼ା ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭଠାରୁ ଆଉ କଅଣ ଲୋଡ଼ନ୍ତି? 14 ଦେଖ, ଆକାଶମଣ୍ତଳ ଓ ତହିଁ ଉପରିସ୍ଥ ସ୍ଵର୍ଗ, ପୁଣି ପୃଥିବୀ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର । 15 କେବଳ ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ସ୍ନେହ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆଜି ଦିନ ପରି ସେ ସର୍ବଗୋଷ୍ଠୀୟ ଲୋକମାନଙ୍କଠାରୁ ମନୋନୀତ କଲେ । 16 ଏ ନିମନ୍ତେ ତୁମ୍ଭେମାନେ ଆପଣା ଆପଣା ହୃଦୟର ଅଗ୍ରଚର୍ମ ସୁନ୍ନତ କର, ଆଉ ଶକ୍ତଗ୍ରୀବ ହୁଅ ନାହିଁ । 17 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର, ସେ ଦେବଗଣର ଦେବ ଓ ପ୍ରଭୁମାନଙ୍କର ପ୍ରଭୁ, ମହାନ, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ଵର, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁଣ⇧। 18 ସେ ପିତୃହୀନ ଓ ବିଧବାର ବିଚାର ନିଷ୍ପତ୍ତି କରନ୍ତି ଓ ବିଦେଶୀକି ଅନ୍ନବସ୍ତ୍ର ଦେଇ ପ୍ରେମ କରନ୍ତି । 19 ଏନିମନ୍ତେ ତୁମ୍ଭେମାନେ ବିଦେଶୀକି ପ୍ରେମ କର । କାରଣ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ । 20 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ଭୟ କରିବ; ତାହାଙ୍କର ତୁମ୍ଭେ ସେବା କରିବ ଓ ତାହାଙ୍କଠାରେ ତୁମ୍ଭେ ଆସକ୍ତ ହେବ, ପୁଣି ତାହାଙ୍କ ନାମରେ ତୁମ୍ଭେ ଶପଥ କରିବ । 21 ସେ ତୁମ୍ଭର ପ୍ରଶଂସାଭୂମି, ପୁଣି ସେ ତୁମ୍ଭର ପରମେଶ୍ଵର, ତୁମ୍ଭର ଚକ୍ଷୁ ଯାହା ଯାହା ଦେଖିଅଛି, ସେହିସବୁ ମହତ ଓ ଭୟଙ୍କର କର୍ମ ସେ ତୁମ୍ଭ ନିମନ୍ତେ କରିଅଛନ୍ତି । 22 ତୁମ୍ଭ ପୂର୍ବପୁରୁଷମାନେ ସତୁରି ପ୍ରାଣୀ ସହିତ ମିସରକୁ ଯାଇଥିଲେ; ମାତ୍ର ଏବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆକାଶମଣ୍ତଳର ତାରାଗଣ ପରି ତୁମ୍ଭକୁ ବହୁସଂଖ୍ୟକ କରିଅଛନ୍ତି ।
1 ସେହି ସମୟରେ ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳି ପର୍ବତ ଉପରେ ଆମ୍ଭ ନିକଟକୁ ଆସ, ପୁଣି ଆପଣା ପାଇଁ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କର । .::. 2 ଆଉ ତୁମ୍ଭେ ଯେଉଁ ପ୍ରଥମ ପ୍ରସ୍ତର ଫଳକ ଭାଙ୍ଗିଲ, ତହିଁରେ ଯେ ଯେ ବାକ୍ୟ ଥିଲା, ତାହା ଆମ୍ଭେ ଏହି ପ୍ରସ୍ତର ଫଳକରେ ଲେଖିବା, ପୁଣି ତୁମ୍ଭେ ତାହା ଏହି ସିନ୍ଦୁକରେ ରଖିବ । .::. 3 ତହୁଁ ମୁଁ ଶିଟୀମ କାଷ୍ଠରେ ଏକ ସିନ୍ଦୁକ ନିର୍ମାଣ କଲି ଓ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳିଲି, ଆଉ ସେହି ଦୁଇ ପ୍ରସ୍ତର ଫଳକ ହସ୍ତରେ ନେଇ ପର୍ବତ ଉପରକୁ ଗଲି । .::. 4 ଅନନ୍ତର ସଦାପ୍ରଭୁ ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ଯେଉଁ ଦଶ ଆଜ୍ଞା ତୁମ୍ଭମାନଙ୍କୁ କହିଥିଲେ, ସେ ତାହା ପ୍ରଥମ ଲେଖାନୁସାରେ ସେହି ପ୍ରସ୍ତର ଫଳକରେ ଲେଖିଲେ; ତହୁଁ ସଦାପ୍ରଭୁ ତାହା ମୋତେ ଦେଲେ । .::. 5 ଏଉତ୍ତାରେ ମୁଁ ମୁଖ ଫେରାଇ ପର୍ବତରୁ ଓହ୍ଲାଇଲି ଓ ମୋହର ନିର୍ମିତ ସିନ୍ଦୁକରେ ସେହି ଦୁଇ ପ୍ରସ୍ତର ଫଳକ ରଖିଲି; ଆଉ ମୋʼ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାହା ସେହି ସ୍ଥାନରେ ରହିଅଛି । .::. 6 (ଅନନ୍ତର ଇସ୍ରାଏଲ-ସନ୍ତାନଗଣ ବେରୋତ୍-ବନେୟା-କନଠାରୁ ମୋଷେରତକୁ ଯାତ୍ରା କଲେ, ସେ ସ୍ଥାନରେ ହାରୋଣ ମଲେ ଓ ସେହି ସ୍ଥାନରେ ସେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଇଲୀୟାସର ତାଙ୍କ ପଦରେ ଯାଜକ କର୍ମ କଲା । .::. 7 ସେଠାରୁ ସେମାନେ ଗୁଦ୍ଗୋଦାକୁ ଯାତ୍ରା କଲେ ଓ ଗୁଦ୍ଗୋଦାରୁ ଜଳସ୍ରୋତମୟ ଦେଶ ଯଟବାଥାକୁ ଯାତ୍ରା କଲେ । .::. 8 ସେସମୟରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିବା ପାଇଁ ଓ ସଦାପ୍ରଭୁଙ୍କ ସେବାକର୍ମ ପାଇଁ ତାହାଙ୍କ ଛାମୁରେ ଠିଆ ହେବାକୁ ଓ ତାହାଙ୍କ ନାମରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ଲେବୀୟମାନଙ୍କୁ ପୃଥକ କରିଅଛନ୍ତି । .::. 9 ଏନିମନ୍ତେ ଲେବୀର ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଂଶ କି ଅଧିକାର ନାହିଁ; ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତାହାକୁ ଯାହା କହିଅଛନ୍ତି, ତଦନୁସାରେ ସଦାପ୍ରଭୁ ହିଁ ତାହାର ଅଧିକାର) । .::. 10 ପ୍ରଥମଥର ପରି ମୁଁ ଚାଳିଶ ଦିନ ଓ ଚାଳିଶ ରାତ୍ରି ପର୍ବତରେ ରହିଲି; ପୁଣି ସେଥର ହିଁ ସଦାପ୍ରଭୁ ମୋʼ ପ୍ରତି କର୍ଣ୍ଣପାତ କଲେ; ସଦାପ୍ରଭୁ ତୁମ୍ଭକୁ ବିନାଶ କରିବା ପାଇଁ ସମ୍ମତ ହେଲେ ନାହିଁ, .::. 11 ଅନନ୍ତର ସଦାପ୍ରଭୁ ମୋତେ କହିଲେ, ଉଠ, ଯାତ୍ରା ନିମନ୍ତେ ଲୋକମାନଙ୍କର ଅଗ୍ରଗାମୀ ହୁଅ; ପୁଣି ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛୁ, ସେମାନେ ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବେ । .::. 12 ଏବେ ହେ ଇସ୍ରାଏଲ, ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ ଭୟ କରିବାର, ତାହାଙ୍କ ସକଳ ପଥରେ ଗମନ କରିବାର ଓ ତାହାଙ୍କୁ ପ୍ରେମ କରିବାର, ପୁଣି ଆପଣାର ସମସ୍ତ ଅନ୍ତଃକରଣ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସେବା କରିବାର, .::. 13 ଆଉ ଆଜି ମୁଁ ତୁମ୍ଭ ହିତ ନିମନ୍ତେ ସଦାପ୍ରଭୁଙ୍କ ଯେ ଯେ ଆଜ୍ଞା ଓ ବିଧି ତୁମ୍ଭମାନଙ୍କୁ ଦେଉଅଛି, ସେସମସ୍ତ ପାଳନ କରିବାର, ଏସବୁ ଛଡ଼ା ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭଠାରୁ ଆଉ କଅଣ ଲୋଡ଼ନ୍ତି? .::. 14 ଦେଖ, ଆକାଶମଣ୍ତଳ ଓ ତହିଁ ଉପରିସ୍ଥ ସ୍ଵର୍ଗ, ପୁଣି ପୃଥିବୀ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର । .::. 15 କେବଳ ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ସ୍ନେହ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆଜି ଦିନ ପରି ସେ ସର୍ବଗୋଷ୍ଠୀୟ ଲୋକମାନଙ୍କଠାରୁ ମନୋନୀତ କଲେ । .::. 16 ଏ ନିମନ୍ତେ ତୁମ୍ଭେମାନେ ଆପଣା ଆପଣା ହୃଦୟର ଅଗ୍ରଚର୍ମ ସୁନ୍ନତ କର, ଆଉ ଶକ୍ତଗ୍ରୀବ ହୁଅ ନାହିଁ । .::. 17 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର, ସେ ଦେବଗଣର ଦେବ ଓ ପ୍ରଭୁମାନଙ୍କର ପ୍ରଭୁ, ମହାନ, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ଵର, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁଣ⇧। .::. 18 ସେ ପିତୃହୀନ ଓ ବିଧବାର ବିଚାର ନିଷ୍ପତ୍ତି କରନ୍ତି ଓ ବିଦେଶୀକି ଅନ୍ନବସ୍ତ୍ର ଦେଇ ପ୍ରେମ କରନ୍ତି । .::. 19 ଏନିମନ୍ତେ ତୁମ୍ଭେମାନେ ବିଦେଶୀକି ପ୍ରେମ କର । କାରଣ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ । .::. 20 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ଭୟ କରିବ; ତାହାଙ୍କର ତୁମ୍ଭେ ସେବା କରିବ ଓ ତାହାଙ୍କଠାରେ ତୁମ୍ଭେ ଆସକ୍ତ ହେବ, ପୁଣି ତାହାଙ୍କ ନାମରେ ତୁମ୍ଭେ ଶପଥ କରିବ । .::. 21 ସେ ତୁମ୍ଭର ପ୍ରଶଂସାଭୂମି, ପୁଣି ସେ ତୁମ୍ଭର ପରମେଶ୍ଵର, ତୁମ୍ଭର ଚକ୍ଷୁ ଯାହା ଯାହା ଦେଖିଅଛି, ସେହିସବୁ ମହତ ଓ ଭୟଙ୍କର କର୍ମ ସେ ତୁମ୍ଭ ନିମନ୍ତେ କରିଅଛନ୍ତି । .::. 22 ତୁମ୍ଭ ପୂର୍ବପୁରୁଷମାନେ ସତୁରି ପ୍ରାଣୀ ସହିତ ମିସରକୁ ଯାଇଥିଲେ; ମାତ୍ର ଏବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆକାଶମଣ୍ତଳର ତାରାଗଣ ପରି ତୁମ୍ଭକୁ ବହୁସଂଖ୍ୟକ କରିଅଛନ୍ତି । .::.
  • ଦିତୀୟ ବିବରଣ ଅଧ୍ୟାୟ 1  
  • ଦିତୀୟ ବିବରଣ ଅଧ୍ୟାୟ 2  
  • ଦିତୀୟ ବିବରଣ ଅଧ୍ୟାୟ 3  
  • ଦିତୀୟ ବିବରଣ ଅଧ୍ୟାୟ 4  
  • ଦିତୀୟ ବିବରଣ ଅଧ୍ୟାୟ 5  
  • ଦିତୀୟ ବିବରଣ ଅଧ୍ୟାୟ 6  
  • ଦିତୀୟ ବିବରଣ ଅଧ୍ୟାୟ 7  
  • ଦିତୀୟ ବିବରଣ ଅଧ୍ୟାୟ 8  
  • ଦିତୀୟ ବିବରଣ ଅଧ୍ୟାୟ 9  
  • ଦିତୀୟ ବିବରଣ ଅଧ୍ୟାୟ 10  
  • ଦିତୀୟ ବିବରଣ ଅଧ୍ୟାୟ 11  
  • ଦିତୀୟ ବିବରଣ ଅଧ୍ୟାୟ 12  
  • ଦିତୀୟ ବିବରଣ ଅଧ୍ୟାୟ 13  
  • ଦିତୀୟ ବିବରଣ ଅଧ୍ୟାୟ 14  
  • ଦିତୀୟ ବିବରଣ ଅଧ୍ୟାୟ 15  
  • ଦିତୀୟ ବିବରଣ ଅଧ୍ୟାୟ 16  
  • ଦିତୀୟ ବିବରଣ ଅଧ୍ୟାୟ 17  
  • ଦିତୀୟ ବିବରଣ ଅଧ୍ୟାୟ 18  
  • ଦିତୀୟ ବିବରଣ ଅଧ୍ୟାୟ 19  
  • ଦିତୀୟ ବିବରଣ ଅଧ୍ୟାୟ 20  
  • ଦିତୀୟ ବିବରଣ ଅଧ୍ୟାୟ 21  
  • ଦିତୀୟ ବିବରଣ ଅଧ୍ୟାୟ 22  
  • ଦିତୀୟ ବିବରଣ ଅଧ୍ୟାୟ 23  
  • ଦିତୀୟ ବିବରଣ ଅଧ୍ୟାୟ 24  
  • ଦିତୀୟ ବିବରଣ ଅଧ୍ୟାୟ 25  
  • ଦିତୀୟ ବିବରଣ ଅଧ୍ୟାୟ 26  
  • ଦିତୀୟ ବିବରଣ ଅଧ୍ୟାୟ 27  
  • ଦିତୀୟ ବିବରଣ ଅଧ୍ୟାୟ 28  
  • ଦିତୀୟ ବିବରଣ ଅଧ୍ୟାୟ 29  
  • ଦିତୀୟ ବିବରଣ ଅଧ୍ୟାୟ 30  
  • ଦିତୀୟ ବିବରଣ ଅଧ୍ୟାୟ 31  
  • ଦିତୀୟ ବିବରଣ ଅଧ୍ୟାୟ 32  
  • ଦିତୀୟ ବିବରଣ ଅଧ୍ୟାୟ 33  
  • ଦିତୀୟ ବିବରଣ ଅଧ୍ୟାୟ 34  
×

Alert

×

Oriya Letters Keypad References