ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଉପଦେଶକ

ଉପଦେଶକ ଅଧ୍ୟାୟ 5

1 ତୁମ୍ଭେ ପରମେଶ୍ଵରଙ୍କ ଗୃହକୁ ଯିବା ବେଳେ ସାବଧାନରେ ଆପଣା ଚରଣ ରଖ; କାରଣ ମୂର୍ଖମାନଙ୍କର ବଳିଣଉତ୍ସର୍ଗ କରିବା ଅପେକ୍ଷା ଶ୍ରବଣାର୍ଥେ ନିକଟବର୍ତ୍ତୀ ହେବାର ଉତ୍ତମ; ଯେଣୁ ସେମାନେ ମନ୍ଦ କର୍ମ କରନ୍ତି ବୋଲି ଜାଣନ୍ତି ନାହିଁ । 2 ତୁମ୍ଭେ ଆପଣା ମୁଖରେ ଅବିବେକୀ ହୁଅ ନାହିଁ ଓ ପରମେଶ୍ଵରଙ୍କ ସାକ୍ଷାତରେ କୌଣସି କଥା କହିବା ପାଇଁ ତୁମ୍ଭର ଚିତ୍ତ ଚଞ୍ଚଳ ନ ହେଉ; କାରଣ ପରମେଶ୍ଵର ସ୍ଵର୍ଗରେ ଅଛନ୍ତି ଓ ତୁମ୍ଭେ ପୃଥିବୀରେ ଅଛ; ଏହେତୁ ତୁମ୍ଭର କଥା ଅଳ୍ପ ହେଉ । 3 କାରଣ କାର୍ଯ୍ୟର ବାହୁଲ୍ୟରେ ସ୍ଵପ୍ନ ହୁଏ; ପୁଣି ବାକ୍ୟର ବାହୁଲ୍ୟରେ ମୂର୍ଖର ରବ ହୁଏ । 4 ତୁମ୍ଭେ ପରମେଶ୍ଵରଙ୍କ ନିକଟରେ ମାନତ କଲେ, ତାହା ପରିଶୋଧ କରିବାକୁ ବିଳମ୍ଵ କର ନାହିଁ; କାରଣ ମୂର୍ଖମାନଙ୍କଠାରେ ତାହାଙ୍କର ସନ୍ତୋଷ ନାହିଁ; ତୁମ୍ଭେ ଯାହା ମାନତ କର, ତାହା ପରିଶୋଧ କର । 5 ମାନତ କରି ପରିଶୋଧ ନ କରିବା ଅପେକ୍ଷା ତୁମ୍ଭର ମାନତ ନ କରିବାର ଭଲ । 6 ତୁମ୍ଭ ଶରୀରକୁ ପାପ କରାଇବା ପାଇଁ ତୁମ୍ଭ ମୁଖକୁ ଦିଅ ନାହିଁ; କିଅବା ଏହା ଭ୍ରମ ହେଲା ବୋଲି ଦୂତ ସାକ୍ଷାତରେ କୁହ ନାହିଁ; କାହିଁକି ପରମେଶ୍ଵର ତୁମ୍ଭ ରବରେ କ୍ରୁଦ୍ଧ ହୋଇ ତୁମ୍ଭ ହସ୍ତର କାର୍ଯ୍ୟ ବିନାଶ କରିବେ? 7 କାରଣ ସ୍ଵପ୍ନ ଓ ଅସାରତାର ବାହୁଲ୍ୟ ଓ ବହୁ ବାକ୍ୟ ଦ୍ଵାରା ଏରୂପ ଘଟେ; ମାତ୍ର ତୁମ୍ଭେ ପରମେଶ୍ଵରଙ୍କୁ ଭୟ କର । 8 ଯେବେ ତୁମ୍ଭେ କୌଣସି ପ୍ରଦେଶରେ ଦରିଦ୍ର ପ୍ରତି ଉପଦ୍ରବ, ଅତ୍ୟାଚାରପୂର୍ବକ ବିଚାର ଓ ନ୍ୟାୟ ଅନ୍ୟଥା ହେବାର ଦେଖ, ତେବେ ସେ ବିଷୟରେ ଚମତ୍କୃତ ହୁଅ ନାହିଁ; କାରଣ ଉଚ୍ଚ ଅପେକ୍ଷା ଜଣେ ଉଚ୍ଚତର ଦେଖନ୍ତି; ପୁଣି, ସେମାନଙ୍କ ଅପେକ୍ଷା ଉଚ୍ଚତର ଅଛନ୍ତି । 9 ଆହୁରି, ପୃଥିବୀର ଫଳ ସମସ୍ତଙ୍କ ପାଇଁ; କ୍ଷେତ୍ର ଦ୍ଵାରା ରାଜା ଆପେ ସେବିତ ହୁଏ । 10 ଯେଉଁ ଲୋକ ରୂପା ଭଲ ପାଏ, ସେ ରୂପାରେ ତୃପ୍ତ ହେବ ନାହିଁ; କିଅବା ଯେଉଁ ଲୋକ ପ୍ରଚୁରତା ଭଲ ପାଏ, ସେ ଆୟବୃଦ୍ଧିରେ ତୃପ୍ତ ହେବ ନାହିଁ; ଏହା ହିଁ ଅସାର । 11 ସମ୍ପତ୍ତି ବୃଦ୍ଧି ପାଇଲେ, ତହିଁର ଭୋକ୍ତାମାନେ ବୃଦ୍ଧି ପାଆନ୍ତି; ଏଣୁ ଆପଣା ଚକ୍ଷୁରେ ଦେଖିବା ଛଡ଼ା ତହିଁର ଅଧିକାରୀର କି ଲାଭ? 12 ଶ୍ରମଜୀବୀ ଲୋକ ଅଳ୍ପ ବା ବହୁତ ଖାଇଲେ ହେଁ ତାହାର ନିଦ୍ରା ସୁଖକର ହୁଏ; ମାତ୍ର ଧନବାନର ପୂର୍ଣ୍ଣତା ତାହାକୁ ନିଦ୍ରା ଯିବାକୁ ଦେବ ନାହିଁ । 13 ଧନାଧିକାରୀ ଦ୍ଵାରା ଆପଣା ଅମଙ୍ଗଳ ନିମନ୍ତେ ଧନ ରକ୍ଷିତ ହୁଏ, ଏହି ଏକ ବ୍ୟାଧି ସ୍ଵରୂପ ଅନିଷ୍ଟ ମୁଁ ସୂର୍ଯ୍ୟ ତଳେ ଦେଖିଅଛି; 14 ଆଉ, ଦୁର୍ଘଟଣା ଦ୍ଵାରା ସେହିସବୁ ଧନ କ୍ଷୟ ପାଏ; ପୁଣି, ସେ ପୁତ୍ର ଜାତ କଲେ, ତାହା ହସ୍ତରେ କିଛି ନ ଥାଏ । 15 ସେ ଆପଣା ମାତୃଗର୍ଭରୁ ଯେପରି ଆସିଲା, ସେପରି ଉଲଙ୍ଗ ହୋଇ ଆସିବା ପରି ଫେରିଯିବ, ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ଵହସ୍ତରେ ଯାହା ବହି ନେଇ ପାରିବ, ଏପରି କିଛି ସଙ୍ଗେ ନେବ ନାହିଁ । 16 ପୁଣି, ସେ ଯେପରି ଆସିଲା, ସର୍ବତୋଭାବେ ଯେ ସେପରି ଯିବ, ଏହା ହିଁ ବ୍ୟାଧି ସ୍ଵରୂପ ଅନିଷ୍ଟ; ଏଣୁ ବାୟୁ ନିମନ୍ତେ ସେ ପରିଶ୍ରମ କଲେ, ତାହାର କି ଲାଭ? 17 ଆହୁରି, ସେ ଯାବଜ୍ଜୀବନ ଅନ୍ଧକାରରେ ଆହାର କରେ, ପୁଣି ସେ ଅତିଶୟ ବିରକ୍ତ ହୁଏ, ଆଉ ତାହାକୁ ପୀଡ଼ା ଓ କୋପ ଘଟେ । 18 ଦେଖ, ଭୋଜନପାନ କରିବାର ଓ ପରମେଶ୍ଵରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେ ଯେ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ । 19 ଆହୁରି, ପରମେଶ୍ଵର କୌଣସି ବ୍ୟକ୍ତିକି ଧନ ସମ୍ପତ୍ତି ଦାନ କରି ତାହା ଭୋଗ କରିବାକୁ ଓ ଆପଣା ଅଂଶ ଗ୍ରହଣ କରିବାକୁ ଓ ଆପଣା ପରିଶ୍ରମରେ ଆନନ୍ଦ କରିବାକୁ କ୍ଷମତା ଦେଲେ, ଏହା ହିଁ ପରମେଶ୍ଵରଙ୍କ ଦାନ । 20 ଯେହେତୁ ସେ ଆପଣା ପରମାୟୁର ଦିନସବୁ ଅଧିକ ସ୍ମରଣ କରିବ ନାହିଁ; କାରଣ ପରମେଶ୍ଵର ତାହାର ହୃଦୟରେ ଆନନ୍ଦ ଜନ୍ମାଇ ତାହାକୁ ଉତ୍ତର ଦିଅନ୍ତି ।
1. ତୁମ୍ଭେ ପରମେଶ୍ଵରଙ୍କ ଗୃହକୁ ଯିବା ବେଳେ ସାବଧାନରେ ଆପଣା ଚରଣ ରଖ; କାରଣ ମୂର୍ଖମାନଙ୍କର ବଳିଣଉତ୍ସର୍ଗ କରିବା ଅପେକ୍ଷା ଶ୍ରବଣାର୍ଥେ ନିକଟବର୍ତ୍ତୀ ହେବାର ଉତ୍ତମ; ଯେଣୁ ସେମାନେ ମନ୍ଦ କର୍ମ କରନ୍ତି ବୋଲି ଜାଣନ୍ତି ନାହିଁ । 2. ତୁମ୍ଭେ ଆପଣା ମୁଖରେ ଅବିବେକୀ ହୁଅ ନାହିଁ ଓ ପରମେଶ୍ଵରଙ୍କ ସାକ୍ଷାତରେ କୌଣସି କଥା କହିବା ପାଇଁ ତୁମ୍ଭର ଚିତ୍ତ ଚଞ୍ଚଳ ନ ହେଉ; କାରଣ ପରମେଶ୍ଵର ସ୍ଵର୍ଗରେ ଅଛନ୍ତି ଓ ତୁମ୍ଭେ ପୃଥିବୀରେ ଅଛ; ଏହେତୁ ତୁମ୍ଭର କଥା ଅଳ୍ପ ହେଉ । 3. କାରଣ କାର୍ଯ୍ୟର ବାହୁଲ୍ୟରେ ସ୍ଵପ୍ନ ହୁଏ; ପୁଣି ବାକ୍ୟର ବାହୁଲ୍ୟରେ ମୂର୍ଖର ରବ ହୁଏ । 4. ତୁମ୍ଭେ ପରମେଶ୍ଵରଙ୍କ ନିକଟରେ ମାନତ କଲେ, ତାହା ପରିଶୋଧ କରିବାକୁ ବିଳମ୍ଵ କର ନାହିଁ; କାରଣ ମୂର୍ଖମାନଙ୍କଠାରେ ତାହାଙ୍କର ସନ୍ତୋଷ ନାହିଁ; ତୁମ୍ଭେ ଯାହା ମାନତ କର, ତାହା ପରିଶୋଧ କର । 5. ମାନତ କରି ପରିଶୋଧ ନ କରିବା ଅପେକ୍ଷା ତୁମ୍ଭର ମାନତ ନ କରିବାର ଭଲ । 6. ତୁମ୍ଭ ଶରୀରକୁ ପାପ କରାଇବା ପାଇଁ ତୁମ୍ଭ ମୁଖକୁ ଦିଅ ନାହିଁ; କିଅବା ଏହା ଭ୍ରମ ହେଲା ବୋଲି ଦୂତ ସାକ୍ଷାତରେ କୁହ ନାହିଁ; କାହିଁକି ପରମେଶ୍ଵର ତୁମ୍ଭ ରବରେ କ୍ରୁଦ୍ଧ ହୋଇ ତୁମ୍ଭ ହସ୍ତର କାର୍ଯ୍ୟ ବିନାଶ କରିବେ? 7. କାରଣ ସ୍ଵପ୍ନ ଓ ଅସାରତାର ବାହୁଲ୍ୟ ଓ ବହୁ ବାକ୍ୟ ଦ୍ଵାରା ଏରୂପ ଘଟେ; ମାତ୍ର ତୁମ୍ଭେ ପରମେଶ୍ଵରଙ୍କୁ ଭୟ କର । 8. ଯେବେ ତୁମ୍ଭେ କୌଣସି ପ୍ରଦେଶରେ ଦରିଦ୍ର ପ୍ରତି ଉପଦ୍ରବ, ଅତ୍ୟାଚାରପୂର୍ବକ ବିଚାର ଓ ନ୍ୟାୟ ଅନ୍ୟଥା ହେବାର ଦେଖ, ତେବେ ସେ ବିଷୟରେ ଚମତ୍କୃତ ହୁଅ ନାହିଁ; କାରଣ ଉଚ୍ଚ ଅପେକ୍ଷା ଜଣେ ଉଚ୍ଚତର ଦେଖନ୍ତି; ପୁଣି, ସେମାନଙ୍କ ଅପେକ୍ଷା ଉଚ୍ଚତର ଅଛନ୍ତି । 9. ଆହୁରି, ପୃଥିବୀର ଫଳ ସମସ୍ତଙ୍କ ପାଇଁ; କ୍ଷେତ୍ର ଦ୍ଵାରା ରାଜା ଆପେ ସେବିତ ହୁଏ । 10. ଯେଉଁ ଲୋକ ରୂପା ଭଲ ପାଏ, ସେ ରୂପାରେ ତୃପ୍ତ ହେବ ନାହିଁ; କିଅବା ଯେଉଁ ଲୋକ ପ୍ରଚୁରତା ଭଲ ପାଏ, ସେ ଆୟବୃଦ୍ଧିରେ ତୃପ୍ତ ହେବ ନାହିଁ; ଏହା ହିଁ ଅସାର । 11. ସମ୍ପତ୍ତି ବୃଦ୍ଧି ପାଇଲେ, ତହିଁର ଭୋକ୍ତାମାନେ ବୃଦ୍ଧି ପାଆନ୍ତି; ଏଣୁ ଆପଣା ଚକ୍ଷୁରେ ଦେଖିବା ଛଡ଼ା ତହିଁର ଅଧିକାରୀର କି ଲାଭ? 12. ଶ୍ରମଜୀବୀ ଲୋକ ଅଳ୍ପ ବା ବହୁତ ଖାଇଲେ ହେଁ ତାହାର ନିଦ୍ରା ସୁଖକର ହୁଏ; ମାତ୍ର ଧନବାନର ପୂର୍ଣ୍ଣତା ତାହାକୁ ନିଦ୍ରା ଯିବାକୁ ଦେବ ନାହିଁ । 13. ଧନାଧିକାରୀ ଦ୍ଵାରା ଆପଣା ଅମଙ୍ଗଳ ନିମନ୍ତେ ଧନ ରକ୍ଷିତ ହୁଏ, ଏହି ଏକ ବ୍ୟାଧି ସ୍ଵରୂପ ଅନିଷ୍ଟ ମୁଁ ସୂର୍ଯ୍ୟ ତଳେ ଦେଖିଅଛି; 14. ଆଉ, ଦୁର୍ଘଟଣା ଦ୍ଵାରା ସେହିସବୁ ଧନ କ୍ଷୟ ପାଏ; ପୁଣି, ସେ ପୁତ୍ର ଜାତ କଲେ, ତାହା ହସ୍ତରେ କିଛି ନ ଥାଏ । 15. ସେ ଆପଣା ମାତୃଗର୍ଭରୁ ଯେପରି ଆସିଲା, ସେପରି ଉଲଙ୍ଗ ହୋଇ ଆସିବା ପରି ଫେରିଯିବ, ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ଵହସ୍ତରେ ଯାହା ବହି ନେଇ ପାରିବ, ଏପରି କିଛି ସଙ୍ଗେ ନେବ ନାହିଁ । 16. ପୁଣି, ସେ ଯେପରି ଆସିଲା, ସର୍ବତୋଭାବେ ଯେ ସେପରି ଯିବ, ଏହା ହିଁ ବ୍ୟାଧି ସ୍ଵରୂପ ଅନିଷ୍ଟ; ଏଣୁ ବାୟୁ ନିମନ୍ତେ ସେ ପରିଶ୍ରମ କଲେ, ତାହାର କି ଲାଭ? 17. ଆହୁରି, ସେ ଯାବଜ୍ଜୀବନ ଅନ୍ଧକାରରେ ଆହାର କରେ, ପୁଣି ସେ ଅତିଶୟ ବିରକ୍ତ ହୁଏ, ଆଉ ତାହାକୁ ପୀଡ଼ା ଓ କୋପ ଘଟେ । 18. ଦେଖ, ଭୋଜନପାନ କରିବାର ଓ ପରମେଶ୍ଵରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେ ଯେ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ । 19. ଆହୁରି, ପରମେଶ୍ଵର କୌଣସି ବ୍ୟକ୍ତିକି ଧନ ସମ୍ପତ୍ତି ଦାନ କରି ତାହା ଭୋଗ କରିବାକୁ ଓ ଆପଣା ଅଂଶ ଗ୍ରହଣ କରିବାକୁ ଓ ଆପଣା ପରିଶ୍ରମରେ ଆନନ୍ଦ କରିବାକୁ କ୍ଷମତା ଦେଲେ, ଏହା ହିଁ ପରମେଶ୍ଵରଙ୍କ ଦାନ । 20. ଯେହେତୁ ସେ ଆପଣା ପରମାୟୁର ଦିନସବୁ ଅଧିକ ସ୍ମରଣ କରିବ ନାହିଁ; କାରଣ ପରମେଶ୍ଵର ତାହାର ହୃଦୟରେ ଆନନ୍ଦ ଜନ୍ମାଇ ତାହାକୁ ଉତ୍ତର ଦିଅନ୍ତି ।
  • ଉପଦେଶକ ଅଧ୍ୟାୟ 1  
  • ଉପଦେଶକ ଅଧ୍ୟାୟ 2  
  • ଉପଦେଶକ ଅଧ୍ୟାୟ 3  
  • ଉପଦେଶକ ଅଧ୍ୟାୟ 4  
  • ଉପଦେଶକ ଅଧ୍ୟାୟ 5  
  • ଉପଦେଶକ ଅଧ୍ୟାୟ 6  
  • ଉପଦେଶକ ଅଧ୍ୟାୟ 7  
  • ଉପଦେଶକ ଅଧ୍ୟାୟ 8  
  • ଉପଦେଶକ ଅଧ୍ୟାୟ 9  
  • ଉପଦେଶକ ଅଧ୍ୟାୟ 10  
  • ଉପଦେଶକ ଅଧ୍ୟାୟ 11  
  • ଉପଦେଶକ ଅଧ୍ୟାୟ 12  
×

Alert

×

Oriya Letters Keypad References