ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯାତ୍ରା ପୁସ୍ତକ

ଯାତ୍ରା ପୁସ୍ତକ ଅଧ୍ୟାୟ 40

1 ଅଭିଷେକ ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 2 ତୁମ୍ଭେ ପ୍ରଥମ ମାସରେପ୍ରଥମ ଦିନରେ ସମାଗମ-ତମ୍ଵୁର ଆବାସ ସ୍ଥାପନ କରିବ । 3 ପୁଣି ତହିଁ ମଧ୍ୟରେ ସାକ୍ଷ୍ୟସିନ୍ଦୁକ ରଖି ବିଚ୍ଛେଦବସ୍ତ୍ର ଟଙ୍ଗାଇ ସେହି ସିନ୍ଦୁକ ଆଚ୍ଛାଦନ କରିବ। 4 ଏଉତ୍ତାରେ ମେଜ ଭିତରକୁ ଆଣି ତହିଁ ଉପରିସ୍ଥିତ ଦ୍ରବ୍ୟମାନ ଧାରାନୁସାରେ ରଖିବ; ଆଉ ଦୀପବୃକ୍ଷ ଭିତରକୁ ଆଣି ତହିଁର ପ୍ରଦୀପ ସକଳ ଜାଳିବ । 5 ସାକ୍ଷ୍ୟସିନ୍ଦୁକ ସମ୍ମୁଖରେ ସ୍ଵର୍ଣ୍ଣର ଧୂପବେଦି ରଖିବ, ପୁଣି ଆବାସ-ଦ୍ଵାରର ଆଚ୍ଛାଦନବସ୍ତ୍ର ଟଙ୍ଗାଇବ। 6 ଆଉ ସମାଗମ-ତମ୍ଵୁର ଆବାସ ଦ୍ଵାର ସମ୍ଵୁଖରେ ହୋମବେଦିରଖିବ । 7 ସମାଗମ-ତମ୍ଵୁ ଓ ବେଦି ମଧ୍ୟରେ ପ୍ରକ୍ଷାଳନପାତ୍ର ରଖି ତହିଁରେ ଜଳ ଦେବ। 8 ପୁଣି, ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କରିବ ଓ ପ୍ରାଙ୍ଗଣ ଦ୍ଵାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇବ । 9 ଏଉତ୍ତାରେ ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ତାହା ଓ ତହିଁର ସକଳ ପାତ୍ର ପବିତ୍ର କରିବ; ତହିଁରେ ତାହା ପବିତ୍ର ହେବ । 10 ଆଉ, ତୁମ୍ଭେ ହୋମବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କରିବ; ତହିଁରେ ସେହି ବେଦି ମହାପବିତ୍ର ହେବ । 11 ଆଉ ତୁମ୍ଭେ ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି ଅଭିଷେକ କରି ପବିତ୍ର କରିବ । 12 ଏଉତ୍ତାରେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ଵୁର ଦ୍ଵାର ନିକଟକୁ ଆଣି ଜଳରେ ସ୍ନାନ କରାଇବ। 13 ପୁଣି ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର ବସ୍ତ୍ର ପରିଧାନ କରାଇ ଅଭିଷେକ କରି ପ୍ରତିଷ୍ଠା କରିବ । 14 ଆଉ ତାହାର ପୁତ୍ରଗଣକୁ ଆଣି ଜାମା ପିନ୍ଧାଇବ । 15 ପୁଣି ସେମାନଙ୍କ ପିତାକୁ ଯେରୂପ ଅଭିଷେକ କଲ, ସେହିରୂପ ସେମାନଙ୍କୁ ଅଭିଷେକ କରିବ, ତହିଁରେ ସେମାନେ ଆମ୍ଭର ଯାଜକକର୍ମ କରିବେ; ସେହି ଅଭିଷେକ ସେମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ଯାଜକତ୍ଵର ମୂଳ ହେବ । 16 ମୋଶା ଏହିରୂପ କଲେ; ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସବୁ କଲେ । 17 ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଦ୍ଵିତୀୟ ବର୍ଷର ପ୍ରଥମ ମାସର ପ୍ରଥମ ଦିନରେ ଆବାସ ସ୍ଥାପିତ ହେଲା । 18 ପୁଣି, ମୋଶା ଆବାସ ସ୍ଥାପନ କରି ତହିଁର ଚୁଙ୍ଗୀ ଦେଇ ପଟା ବସାଇ ଅର୍ଗଳ ପ୍ରବେଶ କରାଇ ତହିଁର ସ୍ତମ୍ଭ ଠିଆ କଲେ । 19 ତହୁଁ ସେ ଆବାସ ଉପରେ ତମ୍ଵୁ ବିସ୍ତାର କଲେ ଓ ତମ୍ଵୁ ଉପରେ ଛାତ ଦେଲେ; 20 ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସାକ୍ଷ୍ୟପତ୍ର ଘେନି ସିନ୍ଦୁକ ଭିତରେ ରଖିଲେ ଓ ସିନ୍ଦୁକରେ ସାଙ୍ଗୀ ଲଗାଇ ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିଲେ; 21 ପୁଣି ଆବାସ ଭିତରକୁ ସିନ୍ଦୁକ ଆଣିଲେ ଓ ଆଚ୍ଛାଦନର ବିଚ୍ଛେଦବସ୍ତ୍ର ଟଙ୍ଗାଇ ସାକ୍ଷ୍ୟସିନ୍ଦୁକ ଆଚ୍ଛାଦନ କଲେ । 22 ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା-ନୁସାରେ ସେ ଆବାସର ଉତ୍ତର ପାର୍ଶ୍ଵରେ ବିଚ୍ଛେଦବସ୍ତ୍ରର ବାହାରେ ସମାଗମ-ତମ୍ଵୁରେ ମେଜ ରଖିଲେ; 23 ପୁଣି ସେ ସଦାପ୍ରଭୁଙ୍କ ସମ୍ମୁଖରେ ଧାରାନୁସାରେ ତହିଁ ଉପରେ ରୋଟୀ ରଖିଲେ। 24 ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ପାର୍ଶ୍ଵରେ ସମାଗମ-ତମ୍ଵୁରେ ଦୀପବୃକ୍ଷ ରଖିଲେ 25 ଓ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରଦୀପ ଜାଳିଲେ। 26 ଆଉ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ଵୁରେ ବିଚ୍ଛେଦବସ୍ତ୍ର ସମ୍ମୁଖରେ ସ୍ଵର୍ଣ୍ଣ-ବେଦି ରଖିଲେ 27 ଓ ତହିଁ ଉପରେ ସୁଗନ୍ଧିଧୂପ ଜାଳିଲେ। 28 ପୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଆବାସ-ଦ୍ଵାରରେ ଆଚ୍ଛାଦନବସ୍ତ୍ର ଟଙ୍ଗାଇଲେ 29 ଓ ସମାଗମ-ତମ୍ଵୁର ଆବାସ-ଦ୍ଵାର ନିକଟରେ ହୋମବେଦି ରଖିତହିଁ ଉପରେ ହୋମବଳି ଓ ନୈବେଦ୍ୟ ଉତ୍ସର୍ଗ କଲେ । 30 ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା-ନୁସାରେ ସେ ସମାଗମ-ତମ୍ଵୁ ଓ ବେଦି ମଧ୍ୟସ୍ଥାନରେ ପ୍ରକ୍ଷାଳନପାତ୍ର ରଖି ତହିଁ ମଧ୍ୟରେ ପ୍ରକ୍ଷାଳନ ନିମନ୍ତେ ଜଳ ଦେଲେ। 31 ତହିଁରେ ମୋଶା ଓ ହାରୋଣ ଓ ତାଙ୍କର ପୁତ୍ରଗଣ ଆପଣା ଆପଣା ହସ୍ତ ପଦ ପ୍ରକ୍ଷାଳନ କଲେ । 32 ଯେକୌଣସି ସମୟରେ ସେମାନେ ସମାଗମ-ତମ୍ଵୁରେ ପ୍ରବେଶ କଲେ ବା ବେଦିର ନିକଟବର୍ତ୍ତୀ ହେଲେ, ସେହି ସମୟରେ ସେମାନେ ପ୍ରକ୍ଷାଳନ କଲେ। 33 ଏଉତ୍ତାରେ ସେ ଆବାସର ଓ ବେଦିର ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କଲେ ଓ ପ୍ରାଙ୍ଗଣ ଦ୍ଵାରରେ ଆଚ୍ଛାଦନବସ୍ତ୍ର ଟଙ୍ଗାଇଲେ, ଏହିରୂପେ ମୋଶା ସେହି କାର୍ଯ୍ୟ ସମାପ୍ତ କଲେ । 34 ଅନନ୍ତର ମେଘସେହି ସମାଗମ-ତମ୍ଵୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା । 35 ତହିଁରେ ମୋଶା ସମାଗମ-ତମ୍ଵୁରେ ପ୍ରବେଶ କରି ପାରିଲେ ନାହିଁ, କାରଣ ମେଘ ତହିଁ ଉପରେ ଅବସ୍ଥିତି କରିଥିଲା ଓ ସଦାପ୍ରଭୁଙ୍କ ପ୍ରତାପ ଆବାସକୁ ପରିପୂର୍ଣ୍ଣ କରିଥିଲା । 36 ପୁଣି ଆବାସ-ଉପରୁ ଯେତେବେଳେ ମେଘ ନିଆଗଲା, ସେତେବେଳେ ଇସ୍ରାଏଲ-ସନ୍ତାନଗଣ ଆପଣା-ମାନଙ୍କ ଯାତ୍ରାରେ ଅଗ୍ରସର ହେଲେ। 37 ମାତ୍ର ମେଘ ଯେତେବେଳେ ଊର୍ଦ୍ଧ୍ଵରେ ନିଆଗଲା ନାହିଁ, ସେତେବେଳେ ଊର୍ଦ୍ଧ୍ଵରେ ନିଆ ନ ହେବା ଦିନ ପର୍ଯ୍ୟନ୍ତ ସେମାନେ ଯାତ୍ରା କଲେ ନାହିଁ । 38 କାରଣ ସମସ୍ତ ଇସ୍ରାଏଲ ବଂଶର ଦୃଷ୍ଟିଗୋଚରରେ ସେମାନଙ୍କ ସମସ୍ତ ଯାତ୍ରାରେ ଦିନ ବେଳେ ସଦାପ୍ରଭୁଙ୍କର ମେଘ ଓ ରାତ୍ରିରେ ଅଗ୍ନି ଆବାସ ଉପରେ ଅବସ୍ଥିତି କଲା।
1 ଅଭିଷେକ ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, .::. 2 ତୁମ୍ଭେ ପ୍ରଥମ ମାସରେପ୍ରଥମ ଦିନରେ ସମାଗମ-ତମ୍ଵୁର ଆବାସ ସ୍ଥାପନ କରିବ । .::. 3 ପୁଣି ତହିଁ ମଧ୍ୟରେ ସାକ୍ଷ୍ୟସିନ୍ଦୁକ ରଖି ବିଚ୍ଛେଦବସ୍ତ୍ର ଟଙ୍ଗାଇ ସେହି ସିନ୍ଦୁକ ଆଚ୍ଛାଦନ କରିବ। .::. 4 ଏଉତ୍ତାରେ ମେଜ ଭିତରକୁ ଆଣି ତହିଁ ଉପରିସ୍ଥିତ ଦ୍ରବ୍ୟମାନ ଧାରାନୁସାରେ ରଖିବ; ଆଉ ଦୀପବୃକ୍ଷ ଭିତରକୁ ଆଣି ତହିଁର ପ୍ରଦୀପ ସକଳ ଜାଳିବ । .::. 5 ସାକ୍ଷ୍ୟସିନ୍ଦୁକ ସମ୍ମୁଖରେ ସ୍ଵର୍ଣ୍ଣର ଧୂପବେଦି ରଖିବ, ପୁଣି ଆବାସ-ଦ୍ଵାରର ଆଚ୍ଛାଦନବସ୍ତ୍ର ଟଙ୍ଗାଇବ। .::. 6 ଆଉ ସମାଗମ-ତମ୍ଵୁର ଆବାସ ଦ୍ଵାର ସମ୍ଵୁଖରେ ହୋମବେଦିରଖିବ । .::. 7 ସମାଗମ-ତମ୍ଵୁ ଓ ବେଦି ମଧ୍ୟରେ ପ୍ରକ୍ଷାଳନପାତ୍ର ରଖି ତହିଁରେ ଜଳ ଦେବ। .::. 8 ପୁଣି, ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କରିବ ଓ ପ୍ରାଙ୍ଗଣ ଦ୍ଵାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇବ । .::. 9 ଏଉତ୍ତାରେ ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ତାହା ଓ ତହିଁର ସକଳ ପାତ୍ର ପବିତ୍ର କରିବ; ତହିଁରେ ତାହା ପବିତ୍ର ହେବ । .::. 10 ଆଉ, ତୁମ୍ଭେ ହୋମବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କରିବ; ତହିଁରେ ସେହି ବେଦି ମହାପବିତ୍ର ହେବ । .::. 11 ଆଉ ତୁମ୍ଭେ ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି ଅଭିଷେକ କରି ପବିତ୍ର କରିବ । .::. 12 ଏଉତ୍ତାରେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ଵୁର ଦ୍ଵାର ନିକଟକୁ ଆଣି ଜଳରେ ସ୍ନାନ କରାଇବ। .::. 13 ପୁଣି ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର ବସ୍ତ୍ର ପରିଧାନ କରାଇ ଅଭିଷେକ କରି ପ୍ରତିଷ୍ଠା କରିବ । .::. 14 ଆଉ ତାହାର ପୁତ୍ରଗଣକୁ ଆଣି ଜାମା ପିନ୍ଧାଇବ । .::. 15 ପୁଣି ସେମାନଙ୍କ ପିତାକୁ ଯେରୂପ ଅଭିଷେକ କଲ, ସେହିରୂପ ସେମାନଙ୍କୁ ଅଭିଷେକ କରିବ, ତହିଁରେ ସେମାନେ ଆମ୍ଭର ଯାଜକକର୍ମ କରିବେ; ସେହି ଅଭିଷେକ ସେମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ଯାଜକତ୍ଵର ମୂଳ ହେବ । .::. 16 ମୋଶା ଏହିରୂପ କଲେ; ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସବୁ କଲେ । .::. 17 ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଦ୍ଵିତୀୟ ବର୍ଷର ପ୍ରଥମ ମାସର ପ୍ରଥମ ଦିନରେ ଆବାସ ସ୍ଥାପିତ ହେଲା । .::. 18 ପୁଣି, ମୋଶା ଆବାସ ସ୍ଥାପନ କରି ତହିଁର ଚୁଙ୍ଗୀ ଦେଇ ପଟା ବସାଇ ଅର୍ଗଳ ପ୍ରବେଶ କରାଇ ତହିଁର ସ୍ତମ୍ଭ ଠିଆ କଲେ । .::. 19 ତହୁଁ ସେ ଆବାସ ଉପରେ ତମ୍ଵୁ ବିସ୍ତାର କଲେ ଓ ତମ୍ଵୁ ଉପରେ ଛାତ ଦେଲେ; .::. 20 ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସାକ୍ଷ୍ୟପତ୍ର ଘେନି ସିନ୍ଦୁକ ଭିତରେ ରଖିଲେ ଓ ସିନ୍ଦୁକରେ ସାଙ୍ଗୀ ଲଗାଇ ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିଲେ; .::. 21 ପୁଣି ଆବାସ ଭିତରକୁ ସିନ୍ଦୁକ ଆଣିଲେ ଓ ଆଚ୍ଛାଦନର ବିଚ୍ଛେଦବସ୍ତ୍ର ଟଙ୍ଗାଇ ସାକ୍ଷ୍ୟସିନ୍ଦୁକ ଆଚ୍ଛାଦନ କଲେ । .::. 22 ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା-ନୁସାରେ ସେ ଆବାସର ଉତ୍ତର ପାର୍ଶ୍ଵରେ ବିଚ୍ଛେଦବସ୍ତ୍ରର ବାହାରେ ସମାଗମ-ତମ୍ଵୁରେ ମେଜ ରଖିଲେ; .::. 23 ପୁଣି ସେ ସଦାପ୍ରଭୁଙ୍କ ସମ୍ମୁଖରେ ଧାରାନୁସାରେ ତହିଁ ଉପରେ ରୋଟୀ ରଖିଲେ। .::. 24 ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ପାର୍ଶ୍ଵରେ ସମାଗମ-ତମ୍ଵୁରେ ଦୀପବୃକ୍ଷ ରଖିଲେ .::. 25 ଓ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରଦୀପ ଜାଳିଲେ। .::. 26 ଆଉ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ଵୁରେ ବିଚ୍ଛେଦବସ୍ତ୍ର ସମ୍ମୁଖରେ ସ୍ଵର୍ଣ୍ଣ-ବେଦି ରଖିଲେ .::. 27 ଓ ତହିଁ ଉପରେ ସୁଗନ୍ଧିଧୂପ ଜାଳିଲେ। .::. 28 ପୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଆବାସ-ଦ୍ଵାରରେ ଆଚ୍ଛାଦନବସ୍ତ୍ର ଟଙ୍ଗାଇଲେ .::. 29 ଓ ସମାଗମ-ତମ୍ଵୁର ଆବାସ-ଦ୍ଵାର ନିକଟରେ ହୋମବେଦି ରଖିତହିଁ ଉପରେ ହୋମବଳି ଓ ନୈବେଦ୍ୟ ଉତ୍ସର୍ଗ କଲେ । .::. 30 ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା-ନୁସାରେ ସେ ସମାଗମ-ତମ୍ଵୁ ଓ ବେଦି ମଧ୍ୟସ୍ଥାନରେ ପ୍ରକ୍ଷାଳନପାତ୍ର ରଖି ତହିଁ ମଧ୍ୟରେ ପ୍ରକ୍ଷାଳନ ନିମନ୍ତେ ଜଳ ଦେଲେ। .::. 31 ତହିଁରେ ମୋଶା ଓ ହାରୋଣ ଓ ତାଙ୍କର ପୁତ୍ରଗଣ ଆପଣା ଆପଣା ହସ୍ତ ପଦ ପ୍ରକ୍ଷାଳନ କଲେ । .::. 32 ଯେକୌଣସି ସମୟରେ ସେମାନେ ସମାଗମ-ତମ୍ଵୁରେ ପ୍ରବେଶ କଲେ ବା ବେଦିର ନିକଟବର୍ତ୍ତୀ ହେଲେ, ସେହି ସମୟରେ ସେମାନେ ପ୍ରକ୍ଷାଳନ କଲେ। .::. 33 ଏଉତ୍ତାରେ ସେ ଆବାସର ଓ ବେଦିର ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କଲେ ଓ ପ୍ରାଙ୍ଗଣ ଦ୍ଵାରରେ ଆଚ୍ଛାଦନବସ୍ତ୍ର ଟଙ୍ଗାଇଲେ, ଏହିରୂପେ ମୋଶା ସେହି କାର୍ଯ୍ୟ ସମାପ୍ତ କଲେ । .::. 34 ଅନନ୍ତର ମେଘସେହି ସମାଗମ-ତମ୍ଵୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା । .::. 35 ତହିଁରେ ମୋଶା ସମାଗମ-ତମ୍ଵୁରେ ପ୍ରବେଶ କରି ପାରିଲେ ନାହିଁ, କାରଣ ମେଘ ତହିଁ ଉପରେ ଅବସ୍ଥିତି କରିଥିଲା ଓ ସଦାପ୍ରଭୁଙ୍କ ପ୍ରତାପ ଆବାସକୁ ପରିପୂର୍ଣ୍ଣ କରିଥିଲା । .::. 36 ପୁଣି ଆବାସ-ଉପରୁ ଯେତେବେଳେ ମେଘ ନିଆଗଲା, ସେତେବେଳେ ଇସ୍ରାଏଲ-ସନ୍ତାନଗଣ ଆପଣା-ମାନଙ୍କ ଯାତ୍ରାରେ ଅଗ୍ରସର ହେଲେ। .::. 37 ମାତ୍ର ମେଘ ଯେତେବେଳେ ଊର୍ଦ୍ଧ୍ଵରେ ନିଆଗଲା ନାହିଁ, ସେତେବେଳେ ଊର୍ଦ୍ଧ୍ଵରେ ନିଆ ନ ହେବା ଦିନ ପର୍ଯ୍ୟନ୍ତ ସେମାନେ ଯାତ୍ରା କଲେ ନାହିଁ । .::. 38 କାରଣ ସମସ୍ତ ଇସ୍ରାଏଲ ବଂଶର ଦୃଷ୍ଟିଗୋଚରରେ ସେମାନଙ୍କ ସମସ୍ତ ଯାତ୍ରାରେ ଦିନ ବେଳେ ସଦାପ୍ରଭୁଙ୍କର ମେଘ ଓ ରାତ୍ରିରେ ଅଗ୍ନି ଆବାସ ଉପରେ ଅବସ୍ଥିତି କଲା। .::.
  • ଯାତ୍ରା ପୁସ୍ତକ ଅଧ୍ୟାୟ 1  
  • ଯାତ୍ରା ପୁସ୍ତକ ଅଧ୍ୟାୟ 2  
  • ଯାତ୍ରା ପୁସ୍ତକ ଅଧ୍ୟାୟ 3  
  • ଯାତ୍ରା ପୁସ୍ତକ ଅଧ୍ୟାୟ 4  
  • ଯାତ୍ରା ପୁସ୍ତକ ଅଧ୍ୟାୟ 5  
  • ଯାତ୍ରା ପୁସ୍ତକ ଅଧ୍ୟାୟ 6  
  • ଯାତ୍ରା ପୁସ୍ତକ ଅଧ୍ୟାୟ 7  
  • ଯାତ୍ରା ପୁସ୍ତକ ଅଧ୍ୟାୟ 8  
  • ଯାତ୍ରା ପୁସ୍ତକ ଅଧ୍ୟାୟ 9  
  • ଯାତ୍ରା ପୁସ୍ତକ ଅଧ୍ୟାୟ 10  
  • ଯାତ୍ରା ପୁସ୍ତକ ଅଧ୍ୟାୟ 11  
  • ଯାତ୍ରା ପୁସ୍ତକ ଅଧ୍ୟାୟ 12  
  • ଯାତ୍ରା ପୁସ୍ତକ ଅଧ୍ୟାୟ 13  
  • ଯାତ୍ରା ପୁସ୍ତକ ଅଧ୍ୟାୟ 14  
  • ଯାତ୍ରା ପୁସ୍ତକ ଅଧ୍ୟାୟ 15  
  • ଯାତ୍ରା ପୁସ୍ତକ ଅଧ୍ୟାୟ 16  
  • ଯାତ୍ରା ପୁସ୍ତକ ଅଧ୍ୟାୟ 17  
  • ଯାତ୍ରା ପୁସ୍ତକ ଅଧ୍ୟାୟ 18  
  • ଯାତ୍ରା ପୁସ୍ତକ ଅଧ୍ୟାୟ 19  
  • ଯାତ୍ରା ପୁସ୍ତକ ଅଧ୍ୟାୟ 20  
  • ଯାତ୍ରା ପୁସ୍ତକ ଅଧ୍ୟାୟ 21  
  • ଯାତ୍ରା ପୁସ୍ତକ ଅଧ୍ୟାୟ 22  
  • ଯାତ୍ରା ପୁସ୍ତକ ଅଧ୍ୟାୟ 23  
  • ଯାତ୍ରା ପୁସ୍ତକ ଅଧ୍ୟାୟ 24  
  • ଯାତ୍ରା ପୁସ୍ତକ ଅଧ୍ୟାୟ 25  
  • ଯାତ୍ରା ପୁସ୍ତକ ଅଧ୍ୟାୟ 26  
  • ଯାତ୍ରା ପୁସ୍ତକ ଅଧ୍ୟାୟ 27  
  • ଯାତ୍ରା ପୁସ୍ତକ ଅଧ୍ୟାୟ 28  
  • ଯାତ୍ରା ପୁସ୍ତକ ଅଧ୍ୟାୟ 29  
  • ଯାତ୍ରା ପୁସ୍ତକ ଅଧ୍ୟାୟ 30  
  • ଯାତ୍ରା ପୁସ୍ତକ ଅଧ୍ୟାୟ 31  
  • ଯାତ୍ରା ପୁସ୍ତକ ଅଧ୍ୟାୟ 32  
  • ଯାତ୍ରା ପୁସ୍ତକ ଅଧ୍ୟାୟ 33  
  • ଯାତ୍ରା ପୁସ୍ତକ ଅଧ୍ୟାୟ 34  
  • ଯାତ୍ରା ପୁସ୍ତକ ଅଧ୍ୟାୟ 35  
  • ଯାତ୍ରା ପୁସ୍ତକ ଅଧ୍ୟାୟ 36  
  • ଯାତ୍ରା ପୁସ୍ତକ ଅଧ୍ୟାୟ 37  
  • ଯାତ୍ରା ପୁସ୍ତକ ଅଧ୍ୟାୟ 38  
  • ଯାତ୍ରା ପୁସ୍ତକ ଅଧ୍ୟାୟ 39  
  • ଯାତ୍ରା ପୁସ୍ତକ ଅଧ୍ୟାୟ 40  
×

Alert

×

Oriya Letters Keypad References