ଓଡିଆ ବାଇବଲ |
BNV
ORV
IRVOR
ଆଦି ପୁସ୍ତକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
27
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
:
ରେକର୍ଡଗୁଡିକ
ଗୀତସଂହିତା 148:4 (05 55 pm)
ନିହିମିୟା 4:53 (05 55 pm)
ଦିତୀୟ ବିବରଣ 20:17 (05 55 pm)
ଦିତୀୟ ବିବରଣ 23:42 (05 55 pm)
ଆଦି ପୁସ୍ତକ 27:0 (05 55 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଆଦି ପୁସ୍ତକ ଅଧ୍ୟାୟ 27
1
ଅନନ୍ତର ଇସ୍ହାକ ବୃଦ୍ଧ ହୁଅନ୍ତେ, ଚକ୍ଷୁ ନିସ୍ତେଜ ହେବାରୁ ଆଉ ଦେଖି ପାରିଲେ ନାହିଁ; ସେତେବେଳେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଏଷୌକୁ ଡାକି କହିଲେ, ପୁଅରେ, ତହିଁରେ ସେ ଉତ୍ତର କଲା, ଦେଖନ୍ତୁ, ମୁଁ ଏଠାରେ ।
2
ତହୁଁ ସେ ତାହାକୁ କହିଲେ, ଦେଖ, ମୁଁ ବୃଦ୍ଧ ହୋଇଅଛି, କେଉଁଦିନ ମୋହର ମୃତ୍ୟୁ ହେବ, ତାହା ମୁଁ ଜାଣେ ନାହିଁ ।
3
ଏବେ ବିନୟ କରୁଅଛି, ତୁମ୍ଭେ ଏତେବେଳେ ତୂଣ ଓ ଧନୁକାଦି ଶସ୍ତ୍ର ଘେନି ପ୍ରାନ୍ତରକୁ ଯାଇ ମୋʼ ନିମନ୍ତେ ମୃଗ ଆଣ ।
4
ପୁଣି ମୁଁ ଯେରୂପ ଭଲ ପାଏ, ସେରୂପ ସୁସ୍ଵାଦୁ ଖାଦ୍ୟ ପ୍ରସ୍ତୁତ କରି ଭୋଜନ ନିମନ୍ତେ ମୋʼ ନିକଟକୁ ଆଣ; ତହିଁରେ ମୋହର ପ୍ରାଣ ମୃତ୍ୟୁ ପୂର୍ବରେ ତୁମ୍ଭକୁ ଆଶୀର୍ବାଦ କରିବ ।
5
ଇସ୍ହାକ ଆପଣା ପୁତ୍ର ଏଷୌକୁ ଏହି କଥା କହିବା ବେଳେ ରିବିକା ଶୁଣିଲା । ଏହେତୁ ଏଷୌ ମୃଗୟା ମାଂସ ଆଣିବା ନିମନ୍ତେ କ୍ଷେତ୍ରକୁ ଗଲା ଉତ୍ତାରେ,
6
ରିବିକା ଆପଣା ପୁତ୍ର ଯାକୁବକୁ କହିଲା, ଦେଖ, ତୁମ୍ଭର ଭ୍ରାତା ଏଷୌ ସହିତ ତୁମ୍ଭ ପିତାଙ୍କର କଥୋପକଥନ ମୁଁ ଶୁଣିଲି;
7
ସେ ତାହାକୁ କହିଲେ, ତୁମ୍ଭେ ମୃଗୟା ମାଂସ ଆଣି ଆମ୍ଭ ନିମନ୍ତେ ସୁସ୍ଵାଦୁ ଖାଦ୍ୟ ପ୍ରସ୍ତୁତ କର, ତହିଁରେ ଆମ୍ଭେ ଭୋଜନ କରି ମୃତ୍ୟୁ ପୂର୍ବରେ ସଦାପ୍ରଭୁଙ୍କ ଛାମୁରେ ତୁମ୍ଭକୁ ଆଶୀର୍ବାଦ କରିବା ।
8
ଏନିମନ୍ତେ, ପୁଅ, ଏବେ ମୁଁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ମୋହର ସେହି କଥା ଶୁଣ ।
9
ତୁମ୍ଭେ ଏବେ ଗୋଠକୁ ଯାଇ ସେଠାରୁ ଦୁଇଗୋଟି ଉତ୍ତମ ଛେଳିଛୁଆ ଆଣ; ତହିଁରେ ତୁମ୍ଭର ପିତା ଯେରୂପ ଭଲ ପାʼନ୍ତି, ସେରୂପ ସୁସ୍ଵାଦୁ ଖାଦ୍ୟ ମୁଁ ରାନ୍ଧିଦେବି ।
10
ତୁମ୍ଭେ ତାହା ଘେନି ପିତାଙ୍କ ନିକଟକୁ ଯାଅ; ତହିଁରେ ସେ ତାହା ଭୋଜନ କରି ମୃତ୍ୟୁ ପୂର୍ବରେ ତୁମ୍ଭକୁ ଆଶୀର୍ବାଦ କରିବେ ।
11
ସେତେବେଳେ ଯାକୁବ ଆପଣା ମାତା ରିବିକାକୁ କହିଲା, ଦେଖ, ମୋହର ଭ୍ରାତା ଏଷୌ ଲୋମଶ, ମାତ୍ର ମୁଁ ନିର୍ଲୋମ ।
12
ଏଣୁ ଯେବେ ପିତା ମୋତେ ସ୍ପର୍ଶ କରିବେ, ତେବେ ମୁଁ ତାଙ୍କ ଦୃଷ୍ଟିରେ ପ୍ରବଞ୍ଚକ ଦେଖାଯିବି; ତାହାହେଲେ ମୁଁ ଆପଣା ଉପରକୁ ଆଶୀର୍ବାଦ ନ ଆଣି ଅଭିଶାପ ଆଣିବି ।
13
ମାତ୍ର ତାହାର ମାତା କହିଲା, ପୁଅ, ସେହି ଅଭିଶାପ ମୋତେ ଘଟୁ, କେବଳ ତୁମ୍ଭେ ମୋʼ କଥା ମାନ ଓ ଯାଇ ଛେଳିଛୁଆ ଆଣ ।
14
ତହୁଁ ଯାକୁବ ଯାଇ ତାହା ଘେନି ମାତା ନିକଟକୁ ଆଣନ୍ତେ, ମାତା ତାହାର ପିତାର ରୁଚି ଅନୁସାରେ ସୁସ୍ଵାଦୁ ଖାଦ୍ୟ ରନ୍ଧନ କଲା ।
15
ତହିଁରେ ରିବିକା ଘରେ ଆପଣା ନିକଟରେ ଜ୍ୟେଷ୍ଠ ପୁତ୍ର ଏଷୌର ଥିବା ଉତ୍ତମ ବସ୍ତ୍ର ଆଣି କନିଷ୍ଠ ପୁତ୍ର ଯାକୁବକୁ ପିନ୍ଧାଇଲା ।
16
ପୁଣି ଛେଳିଛୁଆର ଛାଲ ଘେନି ତାହା ହସ୍ତରେ ଓ ଗଳଦେଶର ନିର୍ଲୋମ ସ୍ଥାନରେ ଗୁଡ଼ାଇ ଦେଲା ।
17
ଆଉ ସେହି ରନ୍ଧା ସୁସ୍ଵାଦୁ ଖାଦ୍ୟ ଓ ରୋଟୀ ଯାକୁବର ହସ୍ତରେ ଦେଲା ।
18
ତହୁଁ ଯାକୁବ ଆପଣା ପିତା ନିକଟକୁ ଯାଇ କହିଲା, ପିତଃ; ସେ ଉତ୍ତର କଲେ, ଦେଖ, ମୁଁ ଏଠାରେ ପୁତ୍ର, ତୁମ୍ଭେ କିଏ?
19
ଯାକୁବ ଆପଣା ପିତାଙ୍କୁ କହିଲା, ମୁଁ ଆପଣଙ୍କ ଜ୍ୟେଷ୍ଠ ପୁତ୍ର ଏଷୌ; ଆପଣ ଯାହା ଆଜ୍ଞା କରିଥିଲେ, ମୁଁ ତାହା କଲି; ଏବେ ନିବେଦନ କରୁଅଛି, ଆପଣ ଉଠନ୍ତୁ, ପୁଣି ବସି ମୋହର ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରୁ ଆପଣଙ୍କ ପ୍ରାଣ ମୋତେ ଆଶୀର୍ବାଦ କରୁ ।
20
ତହିଁରେ ଇସ୍ହାକ ଆପଣା ପୁତ୍ରକୁ କହିଲେ, ପୁତ୍ର, ତୁମ୍ଭେ ଏତେ ଶୀଘ୍ର ତାହା କିପରି ପାଇଲ? ସେ କହିଲା, ଆପଣଙ୍କ ସଦାପ୍ରଭୁ ପରମେଶ୍ଵର ମୋତେ ତାହା ଭେଟାଇ ଦେଲେ ।
21
ଇସ୍ହାକ ଯାକୁବକୁ ଆହୁରି କହିଲେ, ପୁତ୍ର, ମୋʼ ପାଖକୁ ଆସ, ତୁମ୍ଭେ ପ୍ରକୃତରେ ମୋହର ପୁତ୍ର ଏଷୌ କି ନାହିଁ, ତୁମ୍ଭକୁ ସ୍ପର୍ଶ କରି ଜାଣିବି ।
22
ତହୁଁ ଯାକୁବ ଆପଣା ପିତା ଇସ୍ହାକଙ୍କ ନିକଟକୁ ଯାʼନ୍ତେ, ସେ ତାହା ସ୍ପର୍ଶ କରି କହିଲେ, ଏହି ସ୍ଵର ଯାକୁବର ସ୍ଵର, ମାତ୍ର ଏହି ହସ୍ତ ଏଷୌର ହସ୍ତ ଅଟଇ ।
23
ଏହିରୂପେ ସେ ତାହାକୁ ଚିହ୍ନି ପାରିଲେ ନାହିଁ, ଯେହେତୁ ସେ ଆପଣା ଭ୍ରାତା ଏଷୌର ହସ୍ତ ନ୍ୟାୟ ଆପଣା ହସ୍ତ ଲୋମଯୁକ୍ତ କରିଥିଲା; ଏଣୁ ସେ ତାହାକୁ ଆଶୀର୍ବାଦ କଲେ ।
24
ଅନନ୍ତର ସେ କହିଲେ, ତୁମ୍ଭେ କି ନିତା; ମୋହର ପୁତ୍ର ଏଷୌ? ସେ କହିଲା, ହଁ, ମୁଁ ସେହି ।
25
ସେତେବେଳେ ଇସ୍ହାକ କହିଲେ, ତାହା ମୋʼ ପାଖକୁ ଆଣ; ମୁଁ ଆପଣା ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରିବି, ତହୁଁ ମୋହର ପ୍ରାଣ ତୁମ୍ଭକୁ ଆଶୀର୍ବାଦ କରିବ। ତହିଁରେ ସେ ନିକଟକୁ ଆଣି ଦିଅନ୍ତେ, ଇସ୍ହାକ ତାହା ଭୋଜନ କଲେ; ପୁଣି ଦ୍ରାକ୍ଷାରସ ଆଣି ଦିଅନ୍ତେ, ତାହା ପାନ କଲେ ।
26
ଅନନ୍ତର ତାହାର ପିତା ଇସ୍ହାକ କହିଲେ, ପୁତ୍ର, ଏବେ ମୋʼ ନିକଟକୁ ଆସି ମୋତେ ଚୁମ୍ଵନ କର ।
27
ସେତେବେଳେ ସେ ନିକଟକୁ ଯାଇ ଚୁମ୍ଵନ କରନ୍ତେ, ଇସ୍ହାକ ତାହାର ବସ୍ତ୍ରର ଗନ୍ଧ ପାଇ ତାଙ୍କୁ ଆଶୀର୍ବାଦ କରି କହିଲେ, ଦେଖ, ସଦାପ୍ରଭୁଙ୍କ ଆଶୀର୍ବାଦପ୍ରାପ୍ତ କ୍ଷେତ୍ରର ସୁଗନ୍ଧି ତୁଲ୍ୟ ମୋʼ ପୁତ୍ରର ସୁଗନ୍ଧି;
28
ପରମେଶ୍ଵର ଆକାଶର କାକରରୁ ଓ ପୃଥିବୀର ଉର୍ବରତାରୁ ଉତ୍ପନ୍ନ (ଫଳ) ଓ ପ୍ରଚୁର ଶସ୍ୟ ଓ ଦ୍ରାକ୍ଷାରସ ତୁମ୍ଭକୁ ଦିଅନ୍ତୁ;
29
ଲୋକସମୂହ ତୁମ୍ଭର ସେବା କରନ୍ତୁ ଓ ନାନା ବଂଶ ତୁମ୍ଭକୁ ପ୍ରଣାମ କରନ୍ତୁ; ତୁମ୍ଭେ ଆପଣା ଜ୍ଞାତିମାନଙ୍କର କର୍ତ୍ତା ହୁଅ, ପୁଣି ତୁମ୍ଭର ମାତୃପୁତ୍ରମାନେ ତୁମ୍ଭକୁ ପ୍ରଣାମ କରନ୍ତୁ; ଯେ ତୁମ୍ଭକୁ ଅଭିଶାପ ଦିଏ, ସେ ଅଭିଶପ୍ତ ହେଉ, ପୁଣି ଯେ ତୁମ୍ଭକୁ ଆଶୀର୍ବାଦ କରେ, ସେ ଆଶୀର୍ବାଦ ପ୍ରାପ୍ତ ହେଉ ।
30
ଏହି ପ୍ରକାରେ ଇସ୍ହାକ ଯାକୁବକୁ ଆଶୀର୍ବାଦ କଲା ଉତ୍ତାରେ ଯାକୁବ ଆପଣା ପିତା ଇସ୍ହାକଙ୍କ ନିକଟରୁ ବାହାର ହେବାମାତ୍ରେ ତାହାର ଭ୍ରାତା ଏଷୌ ମୃଗୟାରୁ ଆସିଲା ।
31
ପୁଣି ସେ ମଧ୍ୟ ସୁସ୍ଵାଦୁ ଖାଦ୍ୟ ପ୍ରସ୍ତୁତ କରି ପିତା ନିକଟକୁ ଆଣି କହିଲା, ପିତଃ, ଆପଣ ଉଠି ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରୁ ଆପଣଙ୍କ ପ୍ରାଣ ମୋତେ ଆଶୀର୍ବାଦ କରୁ ।
32
ତହିଁରେ ତାହାର ପିତା ଇସ୍ହାକ କହିଲେ, ତୁମ୍ଭେ କିଏ? ସେ କହିଲା, ମୁଁ ଆପଣଙ୍କ ପୁତ୍ର, ଆପଣଙ୍କ ପ୍ରଥମଜାତ ଏଷୌ ।
33
ସେତେବେଳେ ଇସ୍ହାକ ଅତିଶୟ କମ୍ପିତ ହୋଇ କହିଲେ, ତେବେ ଯେ ମୋʼ ନିକଟକୁ ମୃଗୟା ମାଂସ ଆଣିଥିଲା, ସେ କିଏ? ତୁମ୍ଭ ଆସିବା ପୂର୍ବେ ମୁଁ ତାହା ଭୋଜନ କରି ତାକୁ ଆଶୀର୍ବାଦ କଲି, ଆହୁରି ସେ ଆଶୀର୍ବାଦ ପ୍ରାପ୍ତ ହେବ ।
34
ଏଷୌ ପିତାର ଏହି କଥା ଶୁଣିବାମାତ୍ରେ ଅତ୍ୟ; ବ୍ୟାକୁଳ ଚିତ୍ତରେ ମହାଚିତ୍କାର କଲା, ପୁଣି ଆପଣା ପିତାଙ୍କୁ କହିଲା, ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ ।
35
ତହିଁରେ ଇସ୍ହାକ କହିଲେ, ତୁମ୍ଭର ଭ୍ରାତା ଆସି ବଞ୍ଚନା କରି ତୁମ୍ଭର (ପ୍ରାପ୍ତବ୍ୟ) ଆଶୀର୍ବାଦ ହରଣ କଲା ।
36
ତହିଁରେ ଏଷୌ କହିଲା, ତାହାର ଯଥାର୍ଥ ନାମ କି ଯାକୁବ ନୁହେଁ? ଯେହେତୁ ସେ ଦୁଇଥର ମୋତେ ପ୍ରବଞ୍ଚନା କଲା, ସେ ପୂର୍ବରେ ମୋର ଜ୍ୟେଷ୍ଠାଧିକାର ହରଣ କରିଥିଲା, ପୁଣି ଦେଖ, ଏବେ ମୋର (ପ୍ରାପ୍ତବ୍ୟ) ଆଶୀର୍ବାଦ ହିଁ ହରଣ କଲା । ସେ ପୁନର୍ବାର କହିଲା, ଆପଣ କି ମୋʼ ନିମନ୍ତେ ଗୋଟିଏ ଆଶୀର୍ବାଦ ରଖି ନାହାନ୍ତି?
37
ତହୁଁ ଇସ୍ହାକ ଏଷୌକୁ କହିଲେ, ଦେଖ, ମୁଁ ତାହାକୁ ତୁମ୍ଭର କର୍ତ୍ତା କଲି, ପୁଣି ତାହାର ଜ୍ଞାତି ସମସ୍ତଙ୍କୁ ତାହାର ଅଧୀନ କଲି, ଆଉ ଶସ୍ୟ ଓ ଦ୍ରାକ୍ଷାରସ ଦ୍ଵାରା ତାହାକୁ ସବଳ କଲି; ଏହେତୁ ପୁତ୍ର, ଏବେ ତୁମ୍ଭ ନିମନ୍ତେ ଆଉ କଅଣ କରିପାରେ?
38
ତହିଁରେ ଏଷୌ ପୁନର୍ବାର ଆପଣା ପିତାଙ୍କୁ କହିଲା, ପିତଃ, ଆପଣଙ୍କର କି କେବଳ ଗୋଟିଏ ଆଶୀର୍ବାଦ ଥିଲା? ହେ ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ । ଏହା କହି ଏଷୌ ଉଚ୍ଚସ୍ଵରରେ କାନ୍ଦିବାକୁ ଲାଗିଲା ।
39
ତହୁଁ ତାହାର ପିତା ଇସ୍ହାକ ଉତ୍ତର ଦେଇ କହିଲେ, ଦେଖ, ତୁମ୍ଭର ବସତି ପୃଥିବୀର ଉର୍ବରତାବିହୀନ ଓ ଉପରିସ୍ଥ ଆକାଶର କାକର-ବିହୀନ ହେବ ।
40
ତୁମ୍ଭେ ଖଡ଼୍ଗଜୀବୀ ଓ ଆପଣା ଭ୍ରାତାର ଦାସ ହେବ, ମାତ୍ର ଯେତେବେଳେ ତୁମ୍ଭେ ବନ୍ଧନ ଛିଣ୍ତାଇବ, ସେତେବେଳେ ଆପଣା କାନ୍ଧରୁ ତାହାର ଯୁଆଳି ପକାଇ ଦେବ ।
41
ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ହେତୁରୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ମନେ ମନେ ଭାଳିଲା, ମୋହର ପିତୃଶୋକକାଳ ପ୍ରାୟ ଉପସ୍ଥିତ, ତହିଁ ଉତ୍ତାରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି ।
42
ମାତ୍ର ଜ୍ୟେଷ୍ଠ ପୁତ୍ର ଏଷୌର ଏରୂପ କଥା ରିବିକାର କର୍ଣ୍ଣଗୋଚର ହେଲା; ତହୁଁ ସେ ଲୋକ ପଠାଇ କନିଷ୍ଠ ପୁତ୍ର ଯାକୁବକୁ ଡକାଇ କହିଲା, ଦେଖ, ତୁମ୍ଭର ଭ୍ରାତା ଏଷୌ ତୁମ୍ଭକୁ ବଧ କରିବା ମାନସରେ ଆପଣାକୁ ପ୍ରବୋଧିତ କରୁଅଛି ।
43
ଏଣୁକରି, ପୁତ୍ର, ମୋହର କଥା ଶୁଣ; ତୁମ୍ଭେ ହାରଣ ନଗରକୁ ପଳାଇ ମୋହର ଭ୍ରାତା ଲାବନ ନିକଟକୁ ଯାଅ ।
44
ପୁଣି ଯେପର୍ଯ୍ୟନ୍ତ ତୁମ୍ଭ ଭ୍ରାତାର ପ୍ରଚଣ୍ତ କ୍ରୋଧ ନିବୃତ୍ତ ନ ହୁଏ, ସେପର୍ଯ୍ୟନ୍ତ କିଛି କାଳ ସେଠାରେ ଥାଅ;
45
ଅନନ୍ତର ତୁମ୍ଭ ପ୍ରତି ତୁମ୍ଭ ଭ୍ରାତାର କ୍ରୋଧ ନିବୃତ୍ତ ହେଲେ ଓ ତୁମ୍ଭେ ତାହା ପ୍ରତି ଯାହା କରିଅଛ, ତାହା ସେ ପାସୋରି ଗଲେ, ମୁଁ ଲୋକ ପଠାଇ ସେଠାରୁ ତୁମ୍ଭକୁ ଅଣାଇବି; ଏକଦିନରେ ତୁମ୍ଭ ଦୁଇଜଣଙ୍କୁ କାହିଁକି ହରାଇବି?
46
ଅନନ୍ତର ରିବିକା ଇସ୍ହାକଙ୍କୁ କହିଲା, ଏହି ହିତ୍ତୀୟ କନ୍ୟାମାନଙ୍କ ସକାଶୁ ମୁଁ ଆପଣା ପ୍ରାଣରେ ବିରକ୍ତ ହେଉଅଛି; ଯେବେ ଯାକୁବ ଏମାନଙ୍କ ତୁଲ୍ୟ କୌଣସି ହିତ୍ତୀୟ କନ୍ୟାକୁ, ଅର୍ଥାତ୍, ଏହି ଦେଶର କନ୍ୟାମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ ବିବାହ କରେ, ତେବେ ମୋହର ପ୍ରାଣଧାରଣରେ କି ସୁଖ?
ଆଦି ପୁସ୍ତକ 27
1. ଅନନ୍ତର ଇସ୍ହାକ ବୃଦ୍ଧ ହୁଅନ୍ତେ, ଚକ୍ଷୁ ନିସ୍ତେଜ ହେବାରୁ ଆଉ ଦେଖି ପାରିଲେ ନାହିଁ; ସେତେବେଳେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଏଷୌକୁ ଡାକି କହିଲେ, ପୁଅରେ, ତହିଁରେ ସେ ଉତ୍ତର କଲା, ଦେଖନ୍ତୁ, ମୁଁ ଏଠାରେ । 2. ତହୁଁ ସେ ତାହାକୁ କହିଲେ, ଦେଖ, ମୁଁ ବୃଦ୍ଧ ହୋଇଅଛି, କେଉଁଦିନ ମୋହର ମୃତ୍ୟୁ ହେବ, ତାହା ମୁଁ ଜାଣେ ନାହିଁ । 3. ଏବେ ବିନୟ କରୁଅଛି, ତୁମ୍ଭେ ଏତେବେଳେ ତୂଣ ଓ ଧନୁକାଦି ଶସ୍ତ୍ର ଘେନି ପ୍ରାନ୍ତରକୁ ଯାଇ ମୋʼ ନିମନ୍ତେ ମୃଗ ଆଣ । 4. ପୁଣି ମୁଁ ଯେରୂପ ଭଲ ପାଏ, ସେରୂପ ସୁସ୍ଵାଦୁ ଖାଦ୍ୟ ପ୍ରସ୍ତୁତ କରି ଭୋଜନ ନିମନ୍ତେ ମୋʼ ନିକଟକୁ ଆଣ; ତହିଁରେ ମୋହର ପ୍ରାଣ ମୃତ୍ୟୁ ପୂର୍ବରେ ତୁମ୍ଭକୁ ଆଶୀର୍ବାଦ କରିବ । 5. ଇସ୍ହାକ ଆପଣା ପୁତ୍ର ଏଷୌକୁ ଏହି କଥା କହିବା ବେଳେ ରିବିକା ଶୁଣିଲା । ଏହେତୁ ଏଷୌ ମୃଗୟା ମାଂସ ଆଣିବା ନିମନ୍ତେ କ୍ଷେତ୍ରକୁ ଗଲା ଉତ୍ତାରେ, 6. ରିବିକା ଆପଣା ପୁତ୍ର ଯାକୁବକୁ କହିଲା, ଦେଖ, ତୁମ୍ଭର ଭ୍ରାତା ଏଷୌ ସହିତ ତୁମ୍ଭ ପିତାଙ୍କର କଥୋପକଥନ ମୁଁ ଶୁଣିଲି; 7. ସେ ତାହାକୁ କହିଲେ, ତୁମ୍ଭେ ମୃଗୟା ମାଂସ ଆଣି ଆମ୍ଭ ନିମନ୍ତେ ସୁସ୍ଵାଦୁ ଖାଦ୍ୟ ପ୍ରସ୍ତୁତ କର, ତହିଁରେ ଆମ୍ଭେ ଭୋଜନ କରି ମୃତ୍ୟୁ ପୂର୍ବରେ ସଦାପ୍ରଭୁଙ୍କ ଛାମୁରେ ତୁମ୍ଭକୁ ଆଶୀର୍ବାଦ କରିବା । 8. ଏନିମନ୍ତେ, ପୁଅ, ଏବେ ମୁଁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ମୋହର ସେହି କଥା ଶୁଣ । 9. ତୁମ୍ଭେ ଏବେ ଗୋଠକୁ ଯାଇ ସେଠାରୁ ଦୁଇଗୋଟି ଉତ୍ତମ ଛେଳିଛୁଆ ଆଣ; ତହିଁରେ ତୁମ୍ଭର ପିତା ଯେରୂପ ଭଲ ପାʼନ୍ତି, ସେରୂପ ସୁସ୍ଵାଦୁ ଖାଦ୍ୟ ମୁଁ ରାନ୍ଧିଦେବି । 10. ତୁମ୍ଭେ ତାହା ଘେନି ପିତାଙ୍କ ନିକଟକୁ ଯାଅ; ତହିଁରେ ସେ ତାହା ଭୋଜନ କରି ମୃତ୍ୟୁ ପୂର୍ବରେ ତୁମ୍ଭକୁ ଆଶୀର୍ବାଦ କରିବେ । 11. ସେତେବେଳେ ଯାକୁବ ଆପଣା ମାତା ରିବିକାକୁ କହିଲା, ଦେଖ, ମୋହର ଭ୍ରାତା ଏଷୌ ଲୋମଶ, ମାତ୍ର ମୁଁ ନିର୍ଲୋମ । 12. ଏଣୁ ଯେବେ ପିତା ମୋତେ ସ୍ପର୍ଶ କରିବେ, ତେବେ ମୁଁ ତାଙ୍କ ଦୃଷ୍ଟିରେ ପ୍ରବଞ୍ଚକ ଦେଖାଯିବି; ତାହାହେଲେ ମୁଁ ଆପଣା ଉପରକୁ ଆଶୀର୍ବାଦ ନ ଆଣି ଅଭିଶାପ ଆଣିବି । 13. ମାତ୍ର ତାହାର ମାତା କହିଲା, ପୁଅ, ସେହି ଅଭିଶାପ ମୋତେ ଘଟୁ, କେବଳ ତୁମ୍ଭେ ମୋʼ କଥା ମାନ ଓ ଯାଇ ଛେଳିଛୁଆ ଆଣ । 14. ତହୁଁ ଯାକୁବ ଯାଇ ତାହା ଘେନି ମାତା ନିକଟକୁ ଆଣନ୍ତେ, ମାତା ତାହାର ପିତାର ରୁଚି ଅନୁସାରେ ସୁସ୍ଵାଦୁ ଖାଦ୍ୟ ରନ୍ଧନ କଲା । 15. ତହିଁରେ ରିବିକା ଘରେ ଆପଣା ନିକଟରେ ଜ୍ୟେଷ୍ଠ ପୁତ୍ର ଏଷୌର ଥିବା ଉତ୍ତମ ବସ୍ତ୍ର ଆଣି କନିଷ୍ଠ ପୁତ୍ର ଯାକୁବକୁ ପିନ୍ଧାଇଲା । 16. ପୁଣି ଛେଳିଛୁଆର ଛାଲ ଘେନି ତାହା ହସ୍ତରେ ଓ ଗଳଦେଶର ନିର୍ଲୋମ ସ୍ଥାନରେ ଗୁଡ଼ାଇ ଦେଲା । 17. ଆଉ ସେହି ରନ୍ଧା ସୁସ୍ଵାଦୁ ଖାଦ୍ୟ ଓ ରୋଟୀ ଯାକୁବର ହସ୍ତରେ ଦେଲା । 18. ତହୁଁ ଯାକୁବ ଆପଣା ପିତା ନିକଟକୁ ଯାଇ କହିଲା, ପିତଃ; ସେ ଉତ୍ତର କଲେ, ଦେଖ, ମୁଁ ଏଠାରେ ପୁତ୍ର, ତୁମ୍ଭେ କିଏ? 19. ଯାକୁବ ଆପଣା ପିତାଙ୍କୁ କହିଲା, ମୁଁ ଆପଣଙ୍କ ଜ୍ୟେଷ୍ଠ ପୁତ୍ର ଏଷୌ; ଆପଣ ଯାହା ଆଜ୍ଞା କରିଥିଲେ, ମୁଁ ତାହା କଲି; ଏବେ ନିବେଦନ କରୁଅଛି, ଆପଣ ଉଠନ୍ତୁ, ପୁଣି ବସି ମୋହର ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରୁ ଆପଣଙ୍କ ପ୍ରାଣ ମୋତେ ଆଶୀର୍ବାଦ କରୁ । 20. ତହିଁରେ ଇସ୍ହାକ ଆପଣା ପୁତ୍ରକୁ କହିଲେ, ପୁତ୍ର, ତୁମ୍ଭେ ଏତେ ଶୀଘ୍ର ତାହା କିପରି ପାଇଲ? ସେ କହିଲା, ଆପଣଙ୍କ ସଦାପ୍ରଭୁ ପରମେଶ୍ଵର ମୋତେ ତାହା ଭେଟାଇ ଦେଲେ । 21. ଇସ୍ହାକ ଯାକୁବକୁ ଆହୁରି କହିଲେ, ପୁତ୍ର, ମୋʼ ପାଖକୁ ଆସ, ତୁମ୍ଭେ ପ୍ରକୃତରେ ମୋହର ପୁତ୍ର ଏଷୌ କି ନାହିଁ, ତୁମ୍ଭକୁ ସ୍ପର୍ଶ କରି ଜାଣିବି । 22. ତହୁଁ ଯାକୁବ ଆପଣା ପିତା ଇସ୍ହାକଙ୍କ ନିକଟକୁ ଯାʼନ୍ତେ, ସେ ତାହା ସ୍ପର୍ଶ କରି କହିଲେ, ଏହି ସ୍ଵର ଯାକୁବର ସ୍ଵର, ମାତ୍ର ଏହି ହସ୍ତ ଏଷୌର ହସ୍ତ ଅଟଇ । 23. ଏହିରୂପେ ସେ ତାହାକୁ ଚିହ୍ନି ପାରିଲେ ନାହିଁ, ଯେହେତୁ ସେ ଆପଣା ଭ୍ରାତା ଏଷୌର ହସ୍ତ ନ୍ୟାୟ ଆପଣା ହସ୍ତ ଲୋମଯୁକ୍ତ କରିଥିଲା; ଏଣୁ ସେ ତାହାକୁ ଆଶୀର୍ବାଦ କଲେ । 24. ଅନନ୍ତର ସେ କହିଲେ, ତୁମ୍ଭେ କି ନିତା; ମୋହର ପୁତ୍ର ଏଷୌ? ସେ କହିଲା, ହଁ, ମୁଁ ସେହି । 25. ସେତେବେଳେ ଇସ୍ହାକ କହିଲେ, ତାହା ମୋʼ ପାଖକୁ ଆଣ; ମୁଁ ଆପଣା ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରିବି, ତହୁଁ ମୋହର ପ୍ରାଣ ତୁମ୍ଭକୁ ଆଶୀର୍ବାଦ କରିବ। ତହିଁରେ ସେ ନିକଟକୁ ଆଣି ଦିଅନ୍ତେ, ଇସ୍ହାକ ତାହା ଭୋଜନ କଲେ; ପୁଣି ଦ୍ରାକ୍ଷାରସ ଆଣି ଦିଅନ୍ତେ, ତାହା ପାନ କଲେ । 26. ଅନନ୍ତର ତାହାର ପିତା ଇସ୍ହାକ କହିଲେ, ପୁତ୍ର, ଏବେ ମୋʼ ନିକଟକୁ ଆସି ମୋତେ ଚୁମ୍ଵନ କର । 27. ସେତେବେଳେ ସେ ନିକଟକୁ ଯାଇ ଚୁମ୍ଵନ କରନ୍ତେ, ଇସ୍ହାକ ତାହାର ବସ୍ତ୍ରର ଗନ୍ଧ ପାଇ ତାଙ୍କୁ ଆଶୀର୍ବାଦ କରି କହିଲେ, ଦେଖ, ସଦାପ୍ରଭୁଙ୍କ ଆଶୀର୍ବାଦପ୍ରାପ୍ତ କ୍ଷେତ୍ରର ସୁଗନ୍ଧି ତୁଲ୍ୟ ମୋʼ ପୁତ୍ରର ସୁଗନ୍ଧି; 28. ପରମେଶ୍ଵର ଆକାଶର କାକରରୁ ଓ ପୃଥିବୀର ଉର୍ବରତାରୁ ଉତ୍ପନ୍ନ (ଫଳ) ଓ ପ୍ରଚୁର ଶସ୍ୟ ଓ ଦ୍ରାକ୍ଷାରସ ତୁମ୍ଭକୁ ଦିଅନ୍ତୁ; 29. ଲୋକସମୂହ ତୁମ୍ଭର ସେବା କରନ୍ତୁ ଓ ନାନା ବଂଶ ତୁମ୍ଭକୁ ପ୍ରଣାମ କରନ୍ତୁ; ତୁମ୍ଭେ ଆପଣା ଜ୍ଞାତିମାନଙ୍କର କର୍ତ୍ତା ହୁଅ, ପୁଣି ତୁମ୍ଭର ମାତୃପୁତ୍ରମାନେ ତୁମ୍ଭକୁ ପ୍ରଣାମ କରନ୍ତୁ; ଯେ ତୁମ୍ଭକୁ ଅଭିଶାପ ଦିଏ, ସେ ଅଭିଶପ୍ତ ହେଉ, ପୁଣି ଯେ ତୁମ୍ଭକୁ ଆଶୀର୍ବାଦ କରେ, ସେ ଆଶୀର୍ବାଦ ପ୍ରାପ୍ତ ହେଉ । 30. ଏହି ପ୍ରକାରେ ଇସ୍ହାକ ଯାକୁବକୁ ଆଶୀର୍ବାଦ କଲା ଉତ୍ତାରେ ଯାକୁବ ଆପଣା ପିତା ଇସ୍ହାକଙ୍କ ନିକଟରୁ ବାହାର ହେବାମାତ୍ରେ ତାହାର ଭ୍ରାତା ଏଷୌ ମୃଗୟାରୁ ଆସିଲା । 31. ପୁଣି ସେ ମଧ୍ୟ ସୁସ୍ଵାଦୁ ଖାଦ୍ୟ ପ୍ରସ୍ତୁତ କରି ପିତା ନିକଟକୁ ଆଣି କହିଲା, ପିତଃ, ଆପଣ ଉଠି ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରୁ ଆପଣଙ୍କ ପ୍ରାଣ ମୋତେ ଆଶୀର୍ବାଦ କରୁ । 32. ତହିଁରେ ତାହାର ପିତା ଇସ୍ହାକ କହିଲେ, ତୁମ୍ଭେ କିଏ? ସେ କହିଲା, ମୁଁ ଆପଣଙ୍କ ପୁତ୍ର, ଆପଣଙ୍କ ପ୍ରଥମଜାତ ଏଷୌ । 33. ସେତେବେଳେ ଇସ୍ହାକ ଅତିଶୟ କମ୍ପିତ ହୋଇ କହିଲେ, ତେବେ ଯେ ମୋʼ ନିକଟକୁ ମୃଗୟା ମାଂସ ଆଣିଥିଲା, ସେ କିଏ? ତୁମ୍ଭ ଆସିବା ପୂର୍ବେ ମୁଁ ତାହା ଭୋଜନ କରି ତାକୁ ଆଶୀର୍ବାଦ କଲି, ଆହୁରି ସେ ଆଶୀର୍ବାଦ ପ୍ରାପ୍ତ ହେବ । 34. ଏଷୌ ପିତାର ଏହି କଥା ଶୁଣିବାମାତ୍ରେ ଅତ୍ୟ; ବ୍ୟାକୁଳ ଚିତ୍ତରେ ମହାଚିତ୍କାର କଲା, ପୁଣି ଆପଣା ପିତାଙ୍କୁ କହିଲା, ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ । 35. ତହିଁରେ ଇସ୍ହାକ କହିଲେ, ତୁମ୍ଭର ଭ୍ରାତା ଆସି ବଞ୍ଚନା କରି ତୁମ୍ଭର (ପ୍ରାପ୍ତବ୍ୟ) ଆଶୀର୍ବାଦ ହରଣ କଲା । 36. ତହିଁରେ ଏଷୌ କହିଲା, ତାହାର ଯଥାର୍ଥ ନାମ କି ଯାକୁବ ନୁହେଁ? ଯେହେତୁ ସେ ଦୁଇଥର ମୋତେ ପ୍ରବଞ୍ଚନା କଲା, ସେ ପୂର୍ବରେ ମୋର ଜ୍ୟେଷ୍ଠାଧିକାର ହରଣ କରିଥିଲା, ପୁଣି ଦେଖ, ଏବେ ମୋର (ପ୍ରାପ୍ତବ୍ୟ) ଆଶୀର୍ବାଦ ହିଁ ହରଣ କଲା । ସେ ପୁନର୍ବାର କହିଲା, ଆପଣ କି ମୋʼ ନିମନ୍ତେ ଗୋଟିଏ ଆଶୀର୍ବାଦ ରଖି ନାହାନ୍ତି? 37. ତହୁଁ ଇସ୍ହାକ ଏଷୌକୁ କହିଲେ, ଦେଖ, ମୁଁ ତାହାକୁ ତୁମ୍ଭର କର୍ତ୍ତା କଲି, ପୁଣି ତାହାର ଜ୍ଞାତି ସମସ୍ତଙ୍କୁ ତାହାର ଅଧୀନ କଲି, ଆଉ ଶସ୍ୟ ଓ ଦ୍ରାକ୍ଷାରସ ଦ୍ଵାରା ତାହାକୁ ସବଳ କଲି; ଏହେତୁ ପୁତ୍ର, ଏବେ ତୁମ୍ଭ ନିମନ୍ତେ ଆଉ କଅଣ କରିପାରେ? 38. ତହିଁରେ ଏଷୌ ପୁନର୍ବାର ଆପଣା ପିତାଙ୍କୁ କହିଲା, ପିତଃ, ଆପଣଙ୍କର କି କେବଳ ଗୋଟିଏ ଆଶୀର୍ବାଦ ଥିଲା? ହେ ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ । ଏହା କହି ଏଷୌ ଉଚ୍ଚସ୍ଵରରେ କାନ୍ଦିବାକୁ ଲାଗିଲା । 39. ତହୁଁ ତାହାର ପିତା ଇସ୍ହାକ ଉତ୍ତର ଦେଇ କହିଲେ, ଦେଖ, ତୁମ୍ଭର ବସତି ପୃଥିବୀର ଉର୍ବରତାବିହୀନ ଓ ଉପରିସ୍ଥ ଆକାଶର କାକର-ବିହୀନ ହେବ । 40. ତୁମ୍ଭେ ଖଡ଼୍ଗଜୀବୀ ଓ ଆପଣା ଭ୍ରାତାର ଦାସ ହେବ, ମାତ୍ର ଯେତେବେଳେ ତୁମ୍ଭେ ବନ୍ଧନ ଛିଣ୍ତାଇବ, ସେତେବେଳେ ଆପଣା କାନ୍ଧରୁ ତାହାର ଯୁଆଳି ପକାଇ ଦେବ । 41. ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ହେତୁରୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ମନେ ମନେ ଭାଳିଲା, ମୋହର ପିତୃଶୋକକାଳ ପ୍ରାୟ ଉପସ୍ଥିତ, ତହିଁ ଉତ୍ତାରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି । 42. ମାତ୍ର ଜ୍ୟେଷ୍ଠ ପୁତ୍ର ଏଷୌର ଏରୂପ କଥା ରିବିକାର କର୍ଣ୍ଣଗୋଚର ହେଲା; ତହୁଁ ସେ ଲୋକ ପଠାଇ କନିଷ୍ଠ ପୁତ୍ର ଯାକୁବକୁ ଡକାଇ କହିଲା, ଦେଖ, ତୁମ୍ଭର ଭ୍ରାତା ଏଷୌ ତୁମ୍ଭକୁ ବଧ କରିବା ମାନସରେ ଆପଣାକୁ ପ୍ରବୋଧିତ କରୁଅଛି । 43. ଏଣୁକରି, ପୁତ୍ର, ମୋହର କଥା ଶୁଣ; ତୁମ୍ଭେ ହାରଣ ନଗରକୁ ପଳାଇ ମୋହର ଭ୍ରାତା ଲାବନ ନିକଟକୁ ଯାଅ । 44. ପୁଣି ଯେପର୍ଯ୍ୟନ୍ତ ତୁମ୍ଭ ଭ୍ରାତାର ପ୍ରଚଣ୍ତ କ୍ରୋଧ ନିବୃତ୍ତ ନ ହୁଏ, ସେପର୍ଯ୍ୟନ୍ତ କିଛି କାଳ ସେଠାରେ ଥାଅ; 45. ଅନନ୍ତର ତୁମ୍ଭ ପ୍ରତି ତୁମ୍ଭ ଭ୍ରାତାର କ୍ରୋଧ ନିବୃତ୍ତ ହେଲେ ଓ ତୁମ୍ଭେ ତାହା ପ୍ରତି ଯାହା କରିଅଛ, ତାହା ସେ ପାସୋରି ଗଲେ, ମୁଁ ଲୋକ ପଠାଇ ସେଠାରୁ ତୁମ୍ଭକୁ ଅଣାଇବି; ଏକଦିନରେ ତୁମ୍ଭ ଦୁଇଜଣଙ୍କୁ କାହିଁକି ହରାଇବି? 46. ଅନନ୍ତର ରିବିକା ଇସ୍ହାକଙ୍କୁ କହିଲା, ଏହି ହିତ୍ତୀୟ କନ୍ୟାମାନଙ୍କ ସକାଶୁ ମୁଁ ଆପଣା ପ୍ରାଣରେ ବିରକ୍ତ ହେଉଅଛି; ଯେବେ ଯାକୁବ ଏମାନଙ୍କ ତୁଲ୍ୟ କୌଣସି ହିତ୍ତୀୟ କନ୍ୟାକୁ, ଅର୍ଥାତ୍, ଏହି ଦେଶର କନ୍ୟାମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ ବିବାହ କରେ, ତେବେ ମୋହର ପ୍ରାଣଧାରଣରେ କି ସୁଖ?
ଆଦି ପୁସ୍ତକ ଅଧ୍ୟାୟ 1
ଆଦି ପୁସ୍ତକ ଅଧ୍ୟାୟ 2
ଆଦି ପୁସ୍ତକ ଅଧ୍ୟାୟ 3
ଆଦି ପୁସ୍ତକ ଅଧ୍ୟାୟ 4
ଆଦି ପୁସ୍ତକ ଅଧ୍ୟାୟ 5
ଆଦି ପୁସ୍ତକ ଅଧ୍ୟାୟ 6
ଆଦି ପୁସ୍ତକ ଅଧ୍ୟାୟ 7
ଆଦି ପୁସ୍ତକ ଅଧ୍ୟାୟ 8
ଆଦି ପୁସ୍ତକ ଅଧ୍ୟାୟ 9
ଆଦି ପୁସ୍ତକ ଅଧ୍ୟାୟ 10
ଆଦି ପୁସ୍ତକ ଅଧ୍ୟାୟ 11
ଆଦି ପୁସ୍ତକ ଅଧ୍ୟାୟ 12
ଆଦି ପୁସ୍ତକ ଅଧ୍ୟାୟ 13
ଆଦି ପୁସ୍ତକ ଅଧ୍ୟାୟ 14
ଆଦି ପୁସ୍ତକ ଅଧ୍ୟାୟ 15
ଆଦି ପୁସ୍ତକ ଅଧ୍ୟାୟ 16
ଆଦି ପୁସ୍ତକ ଅଧ୍ୟାୟ 17
ଆଦି ପୁସ୍ତକ ଅଧ୍ୟାୟ 18
ଆଦି ପୁସ୍ତକ ଅଧ୍ୟାୟ 19
ଆଦି ପୁସ୍ତକ ଅଧ୍ୟାୟ 20
ଆଦି ପୁସ୍ତକ ଅଧ୍ୟାୟ 21
ଆଦି ପୁସ୍ତକ ଅଧ୍ୟାୟ 22
ଆଦି ପୁସ୍ତକ ଅଧ୍ୟାୟ 23
ଆଦି ପୁସ୍ତକ ଅଧ୍ୟାୟ 24
ଆଦି ପୁସ୍ତକ ଅଧ୍ୟାୟ 25
ଆଦି ପୁସ୍ତକ ଅଧ୍ୟାୟ 26
ଆଦି ପୁସ୍ତକ ଅଧ୍ୟାୟ 27
ଆଦି ପୁସ୍ତକ ଅଧ୍ୟାୟ 28
ଆଦି ପୁସ୍ତକ ଅଧ୍ୟାୟ 29
ଆଦି ପୁସ୍ତକ ଅଧ୍ୟାୟ 30
ଆଦି ପୁସ୍ତକ ଅଧ୍ୟାୟ 31
ଆଦି ପୁସ୍ତକ ଅଧ୍ୟାୟ 32
ଆଦି ପୁସ୍ତକ ଅଧ୍ୟାୟ 33
ଆଦି ପୁସ୍ତକ ଅଧ୍ୟାୟ 34
ଆଦି ପୁସ୍ତକ ଅଧ୍ୟାୟ 35
ଆଦି ପୁସ୍ତକ ଅଧ୍ୟାୟ 36
ଆଦି ପୁସ୍ତକ ଅଧ୍ୟାୟ 37
ଆଦି ପୁସ୍ତକ ଅଧ୍ୟାୟ 38
ଆଦି ପୁସ୍ତକ ଅଧ୍ୟାୟ 39
ଆଦି ପୁସ୍ତକ ଅଧ୍ୟାୟ 40
ଆଦି ପୁସ୍ତକ ଅଧ୍ୟାୟ 41
ଆଦି ପୁସ୍ତକ ଅଧ୍ୟାୟ 42
ଆଦି ପୁସ୍ତକ ଅଧ୍ୟାୟ 43
ଆଦି ପୁସ୍ତକ ଅଧ୍ୟାୟ 44
ଆଦି ପୁସ୍ତକ ଅଧ୍ୟାୟ 45
ଆଦି ପୁସ୍ତକ ଅଧ୍ୟାୟ 46
ଆଦି ପୁସ୍ତକ ଅଧ୍ୟାୟ 47
ଆଦି ପୁସ୍ତକ ଅଧ୍ୟାୟ 48
ଆଦି ପୁସ୍ତକ ଅଧ୍ୟାୟ 49
ଆଦି ପୁସ୍ତକ ଅଧ୍ୟାୟ 50
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References