ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ହୋଶେୟ

ହୋଶେୟ ଅଧ୍ୟାୟ 14

1 ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ । 2 ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; ତାହାଙ୍କୁ କୁହ, ଅଧର୍ମସକଳ ହରଣ କର ଓ ଯାହା ଉତ୍ତମ, ତାହା ଗ୍ରହଣ କର; ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା । 3 ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; ଆମ୍ଭେମାନେ ଅଶ୍ଵାରୋହଣ କରିବା ନାହିଁ; କିଅବା ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ ବୋଲି ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; କାରଣ ପିତୃହୀନ ତୁମ୍ଭ ନିକଟରେ ଦୟାପ୍ରାପ୍ତ ହୁଏ । 4 ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ଵଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି । 5 ଆମ୍ଭେ ଇସ୍ରାଏଲ ପକ୍ଷରେ କାକର ତୁଲ୍ୟ ହେବା; ସେ ଶୋଶନ୍ ପୁଷ୍ପ ତୁଲ୍ୟ ଫୁଟିବ ଓ ଲିବାନୋନ୍ର ତୁଲ୍ୟ ମୂଳ ବାନ୍ଧିବ । 6 ତାହାର ଶାଖାସବୁ ବିସ୍ତାରିତ ହେବ ଓ ତାହାର ଶୋଭା ଜୀତବୃକ୍ଷ ତୁଲ୍ୟ ଓ ତାହାର ସୁବାସ ଲିବାନୋନ୍ ପରି ହେବ । 7 ତାହାର ଛାୟା ତଳେ ବାସକାରୀମାନେ ଫେରି ଆସିବେ; ସେମାନେ ଶସ୍ୟ ପରି ସଂଜୀବିତ ହେବେ ଓ ଦ୍ରାକ୍ଷାଲତା ପରି ପ୍ରସ୍ପୁଟିତ ହେବେ; ତହିଁର ସୁବାସ ଲିବାନୋନ୍ର ଦ୍ରାକ୍ଷାରସ ତୁଲ୍ୟ ହେବ । 8 ଇଫ୍ରୟିମ କହିବ, ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ? ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା; ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟ; ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ । 9 ଜ୍ଞାନବାନ କିଏ? ସେ ଏହିସବୁ ବିଷୟ ବୁଝିବ । ବୁଦ୍ଧିମାନ କିଏ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ ।
1 ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ । .::. 2 ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; ତାହାଙ୍କୁ କୁହ, ଅଧର୍ମସକଳ ହରଣ କର ଓ ଯାହା ଉତ୍ତମ, ତାହା ଗ୍ରହଣ କର; ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା । .::. 3 ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; ଆମ୍ଭେମାନେ ଅଶ୍ଵାରୋହଣ କରିବା ନାହିଁ; କିଅବା ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ ବୋଲି ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; କାରଣ ପିତୃହୀନ ତୁମ୍ଭ ନିକଟରେ ଦୟାପ୍ରାପ୍ତ ହୁଏ । .::. 4 ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ଵଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି । .::. 5 ଆମ୍ଭେ ଇସ୍ରାଏଲ ପକ୍ଷରେ କାକର ତୁଲ୍ୟ ହେବା; ସେ ଶୋଶନ୍ ପୁଷ୍ପ ତୁଲ୍ୟ ଫୁଟିବ ଓ ଲିବାନୋନ୍ର ତୁଲ୍ୟ ମୂଳ ବାନ୍ଧିବ । .::. 6 ତାହାର ଶାଖାସବୁ ବିସ୍ତାରିତ ହେବ ଓ ତାହାର ଶୋଭା ଜୀତବୃକ୍ଷ ତୁଲ୍ୟ ଓ ତାହାର ସୁବାସ ଲିବାନୋନ୍ ପରି ହେବ । .::. 7 ତାହାର ଛାୟା ତଳେ ବାସକାରୀମାନେ ଫେରି ଆସିବେ; ସେମାନେ ଶସ୍ୟ ପରି ସଂଜୀବିତ ହେବେ ଓ ଦ୍ରାକ୍ଷାଲତା ପରି ପ୍ରସ୍ପୁଟିତ ହେବେ; ତହିଁର ସୁବାସ ଲିବାନୋନ୍ର ଦ୍ରାକ୍ଷାରସ ତୁଲ୍ୟ ହେବ । .::. 8 ଇଫ୍ରୟିମ କହିବ, ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ? ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା; ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟ; ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ । .::. 9 ଜ୍ଞାନବାନ କିଏ? ସେ ଏହିସବୁ ବିଷୟ ବୁଝିବ । ବୁଦ୍ଧିମାନ କିଏ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ । .::.
  • ହୋଶେୟ ଅଧ୍ୟାୟ 1  
  • ହୋଶେୟ ଅଧ୍ୟାୟ 2  
  • ହୋଶେୟ ଅଧ୍ୟାୟ 3  
  • ହୋଶେୟ ଅଧ୍ୟାୟ 4  
  • ହୋଶେୟ ଅଧ୍ୟାୟ 5  
  • ହୋଶେୟ ଅଧ୍ୟାୟ 6  
  • ହୋଶେୟ ଅଧ୍ୟାୟ 7  
  • ହୋଶେୟ ଅଧ୍ୟାୟ 8  
  • ହୋଶେୟ ଅଧ୍ୟାୟ 9  
  • ହୋଶେୟ ଅଧ୍ୟାୟ 10  
  • ହୋଶେୟ ଅଧ୍ୟାୟ 11  
  • ହୋଶେୟ ଅଧ୍ୟାୟ 12  
  • ହୋଶେୟ ଅଧ୍ୟାୟ 13  
  • ହୋଶେୟ ଅଧ୍ୟାୟ 14  
×

Alert

×

Oriya Letters Keypad References