ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ

ଯିଶାଇୟ ଅଧ୍ୟାୟ 34

1 ହେ ଦେଶୀୟଗଣ, ନିକଟକୁ ଆସି ଶ୍ରବଣ କର, ହେ ଗୋଷ୍ଠୀ-ଗଣ, ତୁମ୍ଭେମାନେ ମନୋ-ଯୋଗ କର; ପୃଥିବୀ ଓ ତତ୍ପ ୂର୍ଣ୍ଣତା ଶ୍ରବଣ କରୁ; ଜଗତ ଓ ତଦୁତ୍ପନ୍ନ ସକଳ ପଦାର୍ଥ ଶ୍ରବଣ କରୁ। 2 କାରଣ ଦେଶୀୟ ସମସ୍ତଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କର କ୍ରୋଧ ଓ ସେମାନଙ୍କର ସମସ୍ତ ସୈନ୍ୟ-ସାମନ୍ତର ପ୍ରତିକୂଳରେ ତାହାଙ୍କର ପ୍ରଚଣ୍ତ କୋପ ଅଛି; ସେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛନ୍ତି, ସେ ସେମାନଙ୍କୁ ହତ ହେବା ନିମନ୍ତେ ସମର୍ପଣ କରିଅଛନ୍ତି । 3 ସେମାନଙ୍କର ହତ ଲୋକମାନେ ବାହାରେ ନିକ୍ଷିପ୍ତ ହେବେ, ସେମାନଙ୍କ ଶବରୁ ଦୁର୍ଗନ୍ଧ ଉଠିବ ଓ ସେମାନଙ୍କ ରକ୍ତରେ ପର୍ବତମାନ ତରଳି ଯିବ । 4 ପୁଣି, ଆକାଶମଣ୍ତଳର ସୈନ୍ୟସମସ୍ତେ କ୍ଷୟ ପାଇବେ ଓ ଗଗନମଣ୍ତଳ ଲେଖାପତ୍ର ତୁଲ୍ୟ ଗୁଡ଼ା ହେବ; ଆଉ, ଯେପରି ଦ୍ରାକ୍ଷାଲତାର ଜୀର୍ଣ୍ଣପତ୍ର ଓ ଡିମିରି ବୃକ୍ଷର ଜୀର୍ଣ୍ଣପତ୍ର, ସେପରି ସେମାନଙ୍କର ସୈନ୍ୟସାମନ୍ତସବୁ କ୍ଷୟ ପାଇବେ । 5 କାରଣ ଆମ୍ଭର ଖଡ଼୍‍ଗ ସ୍ଵର୍ଗରେ ପରିତୃପ୍ତ ରୂପେ ପାନ କରିଅଛି; ଦେଖ, ବିଚାର ସାଧନାର୍ଥେ ତାହା ଇଦୋମର ଓ ଆମ୍ଭର ଅଭିଶପ୍ତ ଲୋକମାନଙ୍କର ଉପରେ ପଡ଼ିବ । 6 ସଦାପ୍ରଭୁଙ୍କ ଖଡ଼୍‍ଗ ରକ୍ତରେ ପରିତୃପ୍ତ ଓ ମେଦରେ ଓ ଛାଗଗଣର ଗୁରୁଦାର ମେଦରେ ପୁଷ୍ଟ ହୋଇଅଛି; କାରଣ ବସ୍ରାରେ ସଦାପ୍ରଭୁଙ୍କର ଏକ ଯଜ୍ଞ ଓ ଇଦୋମ ଦେଶରେ ଏକ ମହାହତ୍ୟାକାଣ୍ତ ହେବ । 7 ପୁଣି, ସେମାନଙ୍କ ସଙ୍ଗେ ବନ୍ୟଗୋରୁ, ବୃଷଭ ସଙ୍ଗେ ଯୁବା ବୃଷ ଆସିବେ; ତହିଁରେ ସେମାନଙ୍କ ଦେଶ ରକ୍ତରେ ମତ୍ତ ଓ ସେମାନଙ୍କ ଧୂଳି ମେଦରେ ପୁଷ୍ଟ ହେବ । 8 କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ, ଏହା ସିୟୋନର ବିବାଦ ସମ୍ଵନ୍ଧୀୟ ପ୍ରତିଫଳର ବର୍ଷ । 9 ପୁଣି, ତହିଁର ସ୍ରୋତସବୁ ଝୁଣାରେ ଓ ତହିଁର ଧୂଳି ଗନ୍ଧକରେ ପରିଣତ ହେବ ଓ ତହିଁର ଭୂମି ପ୍ରଜ୍ଵଳିତ ଝୁଣା ହେବ । 10 ତାହା ଦିବାରାତ୍ର ନିର୍ବାଣ ନୋହିବ; ତହିଁର ଧୂମ ସଦାକାଳ ଉଠିବ; ପୁରୁଷାନୁକ୍ରମେ ତାହା ମରୁଭୂମି ହୋଇ ରହିବ; ଅନ; କାଳ ତାହାର ମଧ୍ୟ ଦେଇ କେହି ଗମନ କରିବ ନାହିଁ । 11 ମାତ୍ର ପାଣିଭେଳା ଓ ଝିଙ୍କ ତାହା ଅଧିକାର କରିବେ; ଆଉ, ପେଚା ଓ ଡାମରାକାଉ ତହିଁ ମଧ୍ୟରେ ବାସ କରିବେ; ପୁଣି, ସେ ତହିଁ ଉପରେ ଅବସ୍ତୁତାରୂପ ମାନରଜ୍ଜୁ ଓ ଶୂନ୍ୟତାରୂପ ଓଳମ ଟାଣିବେ । 12 ସେମାନେ ତହିଁର କୁଳୀନମାନଙ୍କୁ ରାଜତ୍ଵ କରିବାକୁ ଡାକିବେ; ମାତ୍ର କେହି ସେଠାରେ ନ ଥିବେ ଓ ତହିଁର ଅଧିପତି ସମସ୍ତେ ଲୁପ୍ତ ହେବେ । 13 ତହିଁର ଅଟ୍ଟାଳିକାସକଳରେ କଣ୍ଟକ ଓ ତହିଁର ଦୁର୍ଗସବୁରେ ବିଛୁଆତି ଓ କଣ୍ଟକ ଲତା ବଢ଼ିବ ଓ ତାହା ଶୃଗାଳଗଣର ବାସସ୍ଥାନ ଓ ଉଷ୍ଟ୍ରପକ୍ଷୀ-ଗଣର ଚରାସ୍ଥାନ ହେବ । 14 ପୁଣି, ସେଠାରେ ବନ୍ୟ ପଶୁଗଣ କେନ୍ଦୁଆମାନଙ୍କ ସଙ୍ଗେ ମିଳିବେ ଓ ଛାଗ ଦେବତା ଆପଣା ସଙ୍ଗୀକି ଡାକିବ; ଆହୁରି, ନିଶାଚର ସେଠାରେ ବାସ କରି ବିଶ୍ରାମ ସ୍ଥାନ ପାଇବ । 15 ସେସ୍ଥାନରେ ଡିଆଁ ସର୍ପ ଆପଣା ବସା କରି ଡିମ୍ଵ ଦେବ ଓ ଛୁଆ ଫୁଟାଇ ଆପଣା ଛାୟା ତଳେ ଏକତ୍ର କରିବ; ଆହୁରି, ଚିଲମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗିନୀ ସହିତ ସେଠାରେ ଏକତ୍ର ହେବେ । 16 ତୁମ୍ଭେମାନେ ସଦାପ୍ରଭୁଙ୍କ ପୁସ୍ତକରୁ ଅନୁସନ୍ଧାନ କରି ପାଠ କର; ଏମାନଙ୍କ ମଧ୍ୟରୁ କେହି ଅନୁପସ୍ଥିତ ନୋହିବ, କେହି ଆପଣା ସଙ୍ଗିନୀବିହୀନ ନୋହିବ; କାରଣ ମୋʼ ମୁଖ ଦ୍ଵାରା ସେ ଏହା ଆଜ୍ଞା କରିଅଛନ୍ତି ଓ ତାହାଙ୍କର ଆତ୍ମା ସେମାନଙ୍କୁ ସଂଗ୍ରହ କରିଅଛି । 17 ପୁଣି, ସେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ତାହାଙ୍କର ହସ୍ତ ପରିମାପକ ରଜ୍ଜୁ ଦ୍ଵାରା ତାହା ବିଭାଗ କରି ସେମାନଙ୍କୁ ଦେଇଅଛି; ସେମାନେ ତାହା ସଦା କାଳ ଅଧିକାର କରିବେ, ସେମାନେ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରିବେ ।
1 ହେ ଦେଶୀୟଗଣ, ନିକଟକୁ ଆସି ଶ୍ରବଣ କର, ହେ ଗୋଷ୍ଠୀ-ଗଣ, ତୁମ୍ଭେମାନେ ମନୋ-ଯୋଗ କର; ପୃଥିବୀ ଓ ତତ୍ପ ୂର୍ଣ୍ଣତା ଶ୍ରବଣ କରୁ; ଜଗତ ଓ ତଦୁତ୍ପନ୍ନ ସକଳ ପଦାର୍ଥ ଶ୍ରବଣ କରୁ। .::. 2 କାରଣ ଦେଶୀୟ ସମସ୍ତଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କର କ୍ରୋଧ ଓ ସେମାନଙ୍କର ସମସ୍ତ ସୈନ୍ୟ-ସାମନ୍ତର ପ୍ରତିକୂଳରେ ତାହାଙ୍କର ପ୍ରଚଣ୍ତ କୋପ ଅଛି; ସେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛନ୍ତି, ସେ ସେମାନଙ୍କୁ ହତ ହେବା ନିମନ୍ତେ ସମର୍ପଣ କରିଅଛନ୍ତି । .::. 3 ସେମାନଙ୍କର ହତ ଲୋକମାନେ ବାହାରେ ନିକ୍ଷିପ୍ତ ହେବେ, ସେମାନଙ୍କ ଶବରୁ ଦୁର୍ଗନ୍ଧ ଉଠିବ ଓ ସେମାନଙ୍କ ରକ୍ତରେ ପର୍ବତମାନ ତରଳି ଯିବ । .::. 4 ପୁଣି, ଆକାଶମଣ୍ତଳର ସୈନ୍ୟସମସ୍ତେ କ୍ଷୟ ପାଇବେ ଓ ଗଗନମଣ୍ତଳ ଲେଖାପତ୍ର ତୁଲ୍ୟ ଗୁଡ଼ା ହେବ; ଆଉ, ଯେପରି ଦ୍ରାକ୍ଷାଲତାର ଜୀର୍ଣ୍ଣପତ୍ର ଓ ଡିମିରି ବୃକ୍ଷର ଜୀର୍ଣ୍ଣପତ୍ର, ସେପରି ସେମାନଙ୍କର ସୈନ୍ୟସାମନ୍ତସବୁ କ୍ଷୟ ପାଇବେ । .::. 5 କାରଣ ଆମ୍ଭର ଖଡ଼୍‍ଗ ସ୍ଵର୍ଗରେ ପରିତୃପ୍ତ ରୂପେ ପାନ କରିଅଛି; ଦେଖ, ବିଚାର ସାଧନାର୍ଥେ ତାହା ଇଦୋମର ଓ ଆମ୍ଭର ଅଭିଶପ୍ତ ଲୋକମାନଙ୍କର ଉପରେ ପଡ଼ିବ । .::. 6 ସଦାପ୍ରଭୁଙ୍କ ଖଡ଼୍‍ଗ ରକ୍ତରେ ପରିତୃପ୍ତ ଓ ମେଦରେ ଓ ଛାଗଗଣର ଗୁରୁଦାର ମେଦରେ ପୁଷ୍ଟ ହୋଇଅଛି; କାରଣ ବସ୍ରାରେ ସଦାପ୍ରଭୁଙ୍କର ଏକ ଯଜ୍ଞ ଓ ଇଦୋମ ଦେଶରେ ଏକ ମହାହତ୍ୟାକାଣ୍ତ ହେବ । .::. 7 ପୁଣି, ସେମାନଙ୍କ ସଙ୍ଗେ ବନ୍ୟଗୋରୁ, ବୃଷଭ ସଙ୍ଗେ ଯୁବା ବୃଷ ଆସିବେ; ତହିଁରେ ସେମାନଙ୍କ ଦେଶ ରକ୍ତରେ ମତ୍ତ ଓ ସେମାନଙ୍କ ଧୂଳି ମେଦରେ ପୁଷ୍ଟ ହେବ । .::. 8 କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ, ଏହା ସିୟୋନର ବିବାଦ ସମ୍ଵନ୍ଧୀୟ ପ୍ରତିଫଳର ବର୍ଷ । .::. 9 ପୁଣି, ତହିଁର ସ୍ରୋତସବୁ ଝୁଣାରେ ଓ ତହିଁର ଧୂଳି ଗନ୍ଧକରେ ପରିଣତ ହେବ ଓ ତହିଁର ଭୂମି ପ୍ରଜ୍ଵଳିତ ଝୁଣା ହେବ । .::. 10 ତାହା ଦିବାରାତ୍ର ନିର୍ବାଣ ନୋହିବ; ତହିଁର ଧୂମ ସଦାକାଳ ଉଠିବ; ପୁରୁଷାନୁକ୍ରମେ ତାହା ମରୁଭୂମି ହୋଇ ରହିବ; ଅନ; କାଳ ତାହାର ମଧ୍ୟ ଦେଇ କେହି ଗମନ କରିବ ନାହିଁ । .::. 11 ମାତ୍ର ପାଣିଭେଳା ଓ ଝିଙ୍କ ତାହା ଅଧିକାର କରିବେ; ଆଉ, ପେଚା ଓ ଡାମରାକାଉ ତହିଁ ମଧ୍ୟରେ ବାସ କରିବେ; ପୁଣି, ସେ ତହିଁ ଉପରେ ଅବସ୍ତୁତାରୂପ ମାନରଜ୍ଜୁ ଓ ଶୂନ୍ୟତାରୂପ ଓଳମ ଟାଣିବେ । .::. 12 ସେମାନେ ତହିଁର କୁଳୀନମାନଙ୍କୁ ରାଜତ୍ଵ କରିବାକୁ ଡାକିବେ; ମାତ୍ର କେହି ସେଠାରେ ନ ଥିବେ ଓ ତହିଁର ଅଧିପତି ସମସ୍ତେ ଲୁପ୍ତ ହେବେ । .::. 13 ତହିଁର ଅଟ୍ଟାଳିକାସକଳରେ କଣ୍ଟକ ଓ ତହିଁର ଦୁର୍ଗସବୁରେ ବିଛୁଆତି ଓ କଣ୍ଟକ ଲତା ବଢ଼ିବ ଓ ତାହା ଶୃଗାଳଗଣର ବାସସ୍ଥାନ ଓ ଉଷ୍ଟ୍ରପକ୍ଷୀ-ଗଣର ଚରାସ୍ଥାନ ହେବ । .::. 14 ପୁଣି, ସେଠାରେ ବନ୍ୟ ପଶୁଗଣ କେନ୍ଦୁଆମାନଙ୍କ ସଙ୍ଗେ ମିଳିବେ ଓ ଛାଗ ଦେବତା ଆପଣା ସଙ୍ଗୀକି ଡାକିବ; ଆହୁରି, ନିଶାଚର ସେଠାରେ ବାସ କରି ବିଶ୍ରାମ ସ୍ଥାନ ପାଇବ । .::. 15 ସେସ୍ଥାନରେ ଡିଆଁ ସର୍ପ ଆପଣା ବସା କରି ଡିମ୍ଵ ଦେବ ଓ ଛୁଆ ଫୁଟାଇ ଆପଣା ଛାୟା ତଳେ ଏକତ୍ର କରିବ; ଆହୁରି, ଚିଲମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗିନୀ ସହିତ ସେଠାରେ ଏକତ୍ର ହେବେ । .::. 16 ତୁମ୍ଭେମାନେ ସଦାପ୍ରଭୁଙ୍କ ପୁସ୍ତକରୁ ଅନୁସନ୍ଧାନ କରି ପାଠ କର; ଏମାନଙ୍କ ମଧ୍ୟରୁ କେହି ଅନୁପସ୍ଥିତ ନୋହିବ, କେହି ଆପଣା ସଙ୍ଗିନୀବିହୀନ ନୋହିବ; କାରଣ ମୋʼ ମୁଖ ଦ୍ଵାରା ସେ ଏହା ଆଜ୍ଞା କରିଅଛନ୍ତି ଓ ତାହାଙ୍କର ଆତ୍ମା ସେମାନଙ୍କୁ ସଂଗ୍ରହ କରିଅଛି । .::. 17 ପୁଣି, ସେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ତାହାଙ୍କର ହସ୍ତ ପରିମାପକ ରଜ୍ଜୁ ଦ୍ଵାରା ତାହା ବିଭାଗ କରି ସେମାନଙ୍କୁ ଦେଇଅଛି; ସେମାନେ ତାହା ସଦା କାଳ ଅଧିକାର କରିବେ, ସେମାନେ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରିବେ । .::.
  • ଯିଶାଇୟ ଅଧ୍ୟାୟ 1  
  • ଯିଶାଇୟ ଅଧ୍ୟାୟ 2  
  • ଯିଶାଇୟ ଅଧ୍ୟାୟ 3  
  • ଯିଶାଇୟ ଅଧ୍ୟାୟ 4  
  • ଯିଶାଇୟ ଅଧ୍ୟାୟ 5  
  • ଯିଶାଇୟ ଅଧ୍ୟାୟ 6  
  • ଯିଶାଇୟ ଅଧ୍ୟାୟ 7  
  • ଯିଶାଇୟ ଅଧ୍ୟାୟ 8  
  • ଯିଶାଇୟ ଅଧ୍ୟାୟ 9  
  • ଯିଶାଇୟ ଅଧ୍ୟାୟ 10  
  • ଯିଶାଇୟ ଅଧ୍ୟାୟ 11  
  • ଯିଶାଇୟ ଅଧ୍ୟାୟ 12  
  • ଯିଶାଇୟ ଅଧ୍ୟାୟ 13  
  • ଯିଶାଇୟ ଅଧ୍ୟାୟ 14  
  • ଯିଶାଇୟ ଅଧ୍ୟାୟ 15  
  • ଯିଶାଇୟ ଅଧ୍ୟାୟ 16  
  • ଯିଶାଇୟ ଅଧ୍ୟାୟ 17  
  • ଯିଶାଇୟ ଅଧ୍ୟାୟ 18  
  • ଯିଶାଇୟ ଅଧ୍ୟାୟ 19  
  • ଯିଶାଇୟ ଅଧ୍ୟାୟ 20  
  • ଯିଶାଇୟ ଅଧ୍ୟାୟ 21  
  • ଯିଶାଇୟ ଅଧ୍ୟାୟ 22  
  • ଯିଶାଇୟ ଅଧ୍ୟାୟ 23  
  • ଯିଶାଇୟ ଅଧ୍ୟାୟ 24  
  • ଯିଶାଇୟ ଅଧ୍ୟାୟ 25  
  • ଯିଶାଇୟ ଅଧ୍ୟାୟ 26  
  • ଯିଶାଇୟ ଅଧ୍ୟାୟ 27  
  • ଯିଶାଇୟ ଅଧ୍ୟାୟ 28  
  • ଯିଶାଇୟ ଅଧ୍ୟାୟ 29  
  • ଯିଶାଇୟ ଅଧ୍ୟାୟ 30  
  • ଯିଶାଇୟ ଅଧ୍ୟାୟ 31  
  • ଯିଶାଇୟ ଅଧ୍ୟାୟ 32  
  • ଯିଶାଇୟ ଅଧ୍ୟାୟ 33  
  • ଯିଶାଇୟ ଅଧ୍ୟାୟ 34  
  • ଯିଶାଇୟ ଅଧ୍ୟାୟ 35  
  • ଯିଶାଇୟ ଅଧ୍ୟାୟ 36  
  • ଯିଶାଇୟ ଅଧ୍ୟାୟ 37  
  • ଯିଶାଇୟ ଅଧ୍ୟାୟ 38  
  • ଯିଶାଇୟ ଅଧ୍ୟାୟ 39  
  • ଯିଶାଇୟ ଅଧ୍ୟାୟ 40  
  • ଯିଶାଇୟ ଅଧ୍ୟାୟ 41  
  • ଯିଶାଇୟ ଅଧ୍ୟାୟ 42  
  • ଯିଶାଇୟ ଅଧ୍ୟାୟ 43  
  • ଯିଶାଇୟ ଅଧ୍ୟାୟ 44  
  • ଯିଶାଇୟ ଅଧ୍ୟାୟ 45  
  • ଯିଶାଇୟ ଅଧ୍ୟାୟ 46  
  • ଯିଶାଇୟ ଅଧ୍ୟାୟ 47  
  • ଯିଶାଇୟ ଅଧ୍ୟାୟ 48  
  • ଯିଶାଇୟ ଅଧ୍ୟାୟ 49  
  • ଯିଶାଇୟ ଅଧ୍ୟାୟ 50  
  • ଯିଶାଇୟ ଅଧ୍ୟାୟ 51  
  • ଯିଶାଇୟ ଅଧ୍ୟାୟ 52  
  • ଯିଶାଇୟ ଅଧ୍ୟାୟ 53  
  • ଯିଶାଇୟ ଅଧ୍ୟାୟ 54  
  • ଯିଶାଇୟ ଅଧ୍ୟାୟ 55  
  • ଯିଶାଇୟ ଅଧ୍ୟାୟ 56  
  • ଯିଶାଇୟ ଅଧ୍ୟାୟ 57  
  • ଯିଶାଇୟ ଅଧ୍ୟାୟ 58  
  • ଯିଶାଇୟ ଅଧ୍ୟାୟ 59  
  • ଯିଶାଇୟ ଅଧ୍ୟାୟ 60  
  • ଯିଶାଇୟ ଅଧ୍ୟାୟ 61  
  • ଯିଶାଇୟ ଅଧ୍ୟାୟ 62  
  • ଯିଶାଇୟ ଅଧ୍ୟାୟ 63  
  • ଯିଶାଇୟ ଅଧ୍ୟାୟ 64  
  • ଯିଶାଇୟ ଅଧ୍ୟାୟ 65  
  • ଯିଶାଇୟ ଅଧ୍ୟାୟ 66  
×

Alert

×

Oriya Letters Keypad References