ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ

ଯିରିମିୟ ଅଧ୍ୟାୟ 28

1 ଅନନ୍ତର ସେହି ବର୍ଷ, ଅର୍ଥାତ୍, ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଆରମ୍ଭ ସମୟରେ, ଚତୁର୍ଥ ବର୍ଷର ପଞ୍ଚମ ମାସରେ ଗିବୀୟୋନ୍ ନିବାସୀ ଅସୂରର ପୁତ୍ର ହନାନୀୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ଲୋକ-ସମସ୍ତଙ୍କର ସାକ୍ଷାତରେ ମୋତେ ଏହି କଥା କହିଲା, 2 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ଅଛୁ । 3 ବାବିଲର ରାଜା ନବୂଖଦ୍ନିତ୍ସର ଏହି ସ୍ଥାନରୁ ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ବାବିଲକୁ ନେଇ ଯାଇଅଛି, ସେସବୁ ଆମ୍ଭେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ପୁନର୍ବାର ଏହି ସ୍ଥାନକୁ ଆଣିବା। 4 ପୁଣି, ଯିହୋୟାକୀମ୍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏସ୍ଥାନକୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା । 5 ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ପରମେଶ୍ଵରଙ୍କ ଗୃହରେ ଠିଆ ହୋଇଥିବା ଯାଜକମାନଙ୍କ ସାକ୍ଷାତରେ ଓ ସମସ୍ତ ଲୋକଙ୍କ ସାକ୍ଷାତରେ ହନାନୀୟ ଭବିଷ୍ୟଦ୍ବକ୍ତାକୁ କହିଲେ, 6 ଅର୍ଥାତ୍, ଯିରିମୀୟ ଭବିଷ୍ୟଦ୍ବକ୍ତା ଏହା କହିଲେ, ଆମେନ୍; ସଦାପ୍ରଭୁ ସେପରି କରନ୍ତୁ; ସଦାପ୍ରଭୁଙ୍କ ଗୃହର ପାତ୍ର ଓ ନିର୍ବାସିତ ଲୋକସକଳକୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛ, ସଦାପ୍ରଭୁ ତୁମ୍ଭର ସେହି ବାକ୍ୟସବୁ ସିଦ୍ଧ କରନ୍ତୁ । 7 ତଥାପି ମୁଁ ତୁମ୍ଭ କର୍ଣ୍ଣଗୋଚରରେ ଓ ସମଗ୍ର ଲୋକଙ୍କ କର୍ଣ୍ଣଗୋଚରରେ ଏହି ଯେଉଁ କଥା କହିଅଛି, ତାହା ଶୁଣ । 8 ତୁମ୍ଭର ଓ ମୋର ପୂର୍ବରେ ଥିବା ପୁରାତନ କାଳରେ ଭବିଷ୍ୟଦ୍ବକ୍ତାମାନେ ଅନେକ ଦେଶ ଓ ବୃହତ ବୃହତ ରାଜ୍ୟ ବିରୁଦ୍ଧରେ ଯୁଦ୍ଧ, ଅମଙ୍ଗଳ ଓ ମହାମାରୀ ବିଷୟକ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛନ୍ତି । 9 ଯେଉଁ ଭବିଷ୍ୟଦ୍ବକ୍ତା ଶାନ୍ତିର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ସେହି ଭବିଷ୍ୟଦ୍ବକ୍ତାର ବାକ୍ୟ ସଫଳ ହେଲା ଉତ୍ତାରେ ସିନା ସଦାପ୍ରଭୁ ପ୍ରକୃତରେ ତାହାକୁ ପଠାଇ ଅଛନ୍ତି ବୋଲି ଜଣା ପଡ଼େ । 10 ତହିଁରେ ହନାନୀୟ ଭବିଷ୍ୟଦ୍ବକ୍ତା ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି କାଢ଼ି ନେଇ ତାହା ଭାଙ୍ଗି ପକାଇଲା । 11 ଆଉ, ହନାନୀୟ ଲୋକସମୂହର ସାକ୍ଷାତରେ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏହି ରୂପେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ବାବିଲର ରାଜା ନବୂଖଦ୍ନିତ୍ସରର ଯୁଆଳି, ସବୁ ଦେଶୀୟମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା । ଏଥିରେ ଯିରିମୀୟ ଭବିଷ୍ୟଦ୍ବକ୍ତା ଆପଣା ବାଟରେ ଚାଲିଗଲେ । 12 ହନାନୀୟ ଭବିଷ୍ୟଦ୍ବକ୍ତା ଯିରିମୀୟ ଭବିଷ୍ୟଦ୍-ବକ୍ତାଙ୍କ ସ୍କନ୍ଧରୁ ଯୁଆଳି ଭାଙ୍ଗିଲା ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, 13 ତୁମ୍ଭେ ଯାଇ ହନାନୀୟକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କାଷ୍ଠର ଯୁଆଳି ଭାଙ୍ଗିଅଛ ପ୍ରମାଣ; ମାତ୍ର ତହିଁ ବଦଳରେ ତୁମ୍ଭେ ଲୁହାର ଯୁଆଳି ପ୍ରସ୍ତୁତ କରିବ । 14 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଏହିସବୁ ଦେଶୀୟ ଲୋକମାନେ ଯେପରି ବାବିଲର ରାଜା ନବୂଖଦ୍ନିତ୍ସରର ଦାସ୍ୟକର୍ମ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛୁ ଓ ସେମାନେ ତାହାର ଦାସ୍ୟକର୍ମ କରିବେ; ପୁଣି, ଆମ୍ଭେ କ୍ଷେତ୍ରସ୍ଥ ପଶୁଗଣ ମଧ୍ୟ ତାହାକୁ ଦେଇଅଛୁ । 15 ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ହନାନୀୟ ଭବିଷ୍ୟଦ୍ବକ୍ତାକୁ କହିଲେ, ହେ ହନାନୀୟ, ଏବେ ଶୁଣ; ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି; ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ଵାସ କରାଉଅଛ । 16 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରି ଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ । 17 ତହିଁରେ ହନାନୀୟ ଭବିଷ୍ୟଦ୍ବକ୍ତା ସେହି ବର୍ଷର ସପ୍ତମ ମାସରେ ମଲା ।
1 ଅନନ୍ତର ସେହି ବର୍ଷ, ଅର୍ଥାତ୍, ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଆରମ୍ଭ ସମୟରେ, ଚତୁର୍ଥ ବର୍ଷର ପଞ୍ଚମ ମାସରେ ଗିବୀୟୋନ୍ ନିବାସୀ ଅସୂରର ପୁତ୍ର ହନାନୀୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ଲୋକ-ସମସ୍ତଙ୍କର ସାକ୍ଷାତରେ ମୋତେ ଏହି କଥା କହିଲା, .::. 2 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ଅଛୁ । .::. 3 ବାବିଲର ରାଜା ନବୂଖଦ୍ନିତ୍ସର ଏହି ସ୍ଥାନରୁ ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ବାବିଲକୁ ନେଇ ଯାଇଅଛି, ସେସବୁ ଆମ୍ଭେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ପୁନର୍ବାର ଏହି ସ୍ଥାନକୁ ଆଣିବା। .::. 4 ପୁଣି, ଯିହୋୟାକୀମ୍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏସ୍ଥାନକୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା । .::. 5 ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ପରମେଶ୍ଵରଙ୍କ ଗୃହରେ ଠିଆ ହୋଇଥିବା ଯାଜକମାନଙ୍କ ସାକ୍ଷାତରେ ଓ ସମସ୍ତ ଲୋକଙ୍କ ସାକ୍ଷାତରେ ହନାନୀୟ ଭବିଷ୍ୟଦ୍ବକ୍ତାକୁ କହିଲେ, .::. 6 ଅର୍ଥାତ୍, ଯିରିମୀୟ ଭବିଷ୍ୟଦ୍ବକ୍ତା ଏହା କହିଲେ, ଆମେନ୍; ସଦାପ୍ରଭୁ ସେପରି କରନ୍ତୁ; ସଦାପ୍ରଭୁଙ୍କ ଗୃହର ପାତ୍ର ଓ ନିର୍ବାସିତ ଲୋକସକଳକୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛ, ସଦାପ୍ରଭୁ ତୁମ୍ଭର ସେହି ବାକ୍ୟସବୁ ସିଦ୍ଧ କରନ୍ତୁ । .::. 7 ତଥାପି ମୁଁ ତୁମ୍ଭ କର୍ଣ୍ଣଗୋଚରରେ ଓ ସମଗ୍ର ଲୋକଙ୍କ କର୍ଣ୍ଣଗୋଚରରେ ଏହି ଯେଉଁ କଥା କହିଅଛି, ତାହା ଶୁଣ । .::. 8 ତୁମ୍ଭର ଓ ମୋର ପୂର୍ବରେ ଥିବା ପୁରାତନ କାଳରେ ଭବିଷ୍ୟଦ୍ବକ୍ତାମାନେ ଅନେକ ଦେଶ ଓ ବୃହତ ବୃହତ ରାଜ୍ୟ ବିରୁଦ୍ଧରେ ଯୁଦ୍ଧ, ଅମଙ୍ଗଳ ଓ ମହାମାରୀ ବିଷୟକ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛନ୍ତି । .::. 9 ଯେଉଁ ଭବିଷ୍ୟଦ୍ବକ୍ତା ଶାନ୍ତିର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ସେହି ଭବିଷ୍ୟଦ୍ବକ୍ତାର ବାକ୍ୟ ସଫଳ ହେଲା ଉତ୍ତାରେ ସିନା ସଦାପ୍ରଭୁ ପ୍ରକୃତରେ ତାହାକୁ ପଠାଇ ଅଛନ୍ତି ବୋଲି ଜଣା ପଡ଼େ । .::. 10 ତହିଁରେ ହନାନୀୟ ଭବିଷ୍ୟଦ୍ବକ୍ତା ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି କାଢ଼ି ନେଇ ତାହା ଭାଙ୍ଗି ପକାଇଲା । .::. 11 ଆଉ, ହନାନୀୟ ଲୋକସମୂହର ସାକ୍ଷାତରେ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏହି ରୂପେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ବାବିଲର ରାଜା ନବୂଖଦ୍ନିତ୍ସରର ଯୁଆଳି, ସବୁ ଦେଶୀୟମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା । ଏଥିରେ ଯିରିମୀୟ ଭବିଷ୍ୟଦ୍ବକ୍ତା ଆପଣା ବାଟରେ ଚାଲିଗଲେ । .::. 12 ହନାନୀୟ ଭବିଷ୍ୟଦ୍ବକ୍ତା ଯିରିମୀୟ ଭବିଷ୍ୟଦ୍-ବକ୍ତାଙ୍କ ସ୍କନ୍ଧରୁ ଯୁଆଳି ଭାଙ୍ଗିଲା ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, .::. 13 ତୁମ୍ଭେ ଯାଇ ହନାନୀୟକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କାଷ୍ଠର ଯୁଆଳି ଭାଙ୍ଗିଅଛ ପ୍ରମାଣ; ମାତ୍ର ତହିଁ ବଦଳରେ ତୁମ୍ଭେ ଲୁହାର ଯୁଆଳି ପ୍ରସ୍ତୁତ କରିବ । .::. 14 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଏହିସବୁ ଦେଶୀୟ ଲୋକମାନେ ଯେପରି ବାବିଲର ରାଜା ନବୂଖଦ୍ନିତ୍ସରର ଦାସ୍ୟକର୍ମ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛୁ ଓ ସେମାନେ ତାହାର ଦାସ୍ୟକର୍ମ କରିବେ; ପୁଣି, ଆମ୍ଭେ କ୍ଷେତ୍ରସ୍ଥ ପଶୁଗଣ ମଧ୍ୟ ତାହାକୁ ଦେଇଅଛୁ । .::. 15 ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ହନାନୀୟ ଭବିଷ୍ୟଦ୍ବକ୍ତାକୁ କହିଲେ, ହେ ହନାନୀୟ, ଏବେ ଶୁଣ; ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି; ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ଵାସ କରାଉଅଛ । .::. 16 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରି ଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ । .::. 17 ତହିଁରେ ହନାନୀୟ ଭବିଷ୍ୟଦ୍ବକ୍ତା ସେହି ବର୍ଷର ସପ୍ତମ ମାସରେ ମଲା । .::.
  • ଯିରିମିୟ ଅଧ୍ୟାୟ 1  
  • ଯିରିମିୟ ଅଧ୍ୟାୟ 2  
  • ଯିରିମିୟ ଅଧ୍ୟାୟ 3  
  • ଯିରିମିୟ ଅଧ୍ୟାୟ 4  
  • ଯିରିମିୟ ଅଧ୍ୟାୟ 5  
  • ଯିରିମିୟ ଅଧ୍ୟାୟ 6  
  • ଯିରିମିୟ ଅଧ୍ୟାୟ 7  
  • ଯିରିମିୟ ଅଧ୍ୟାୟ 8  
  • ଯିରିମିୟ ଅଧ୍ୟାୟ 9  
  • ଯିରିମିୟ ଅଧ୍ୟାୟ 10  
  • ଯିରିମିୟ ଅଧ୍ୟାୟ 11  
  • ଯିରିମିୟ ଅଧ୍ୟାୟ 12  
  • ଯିରିମିୟ ଅଧ୍ୟାୟ 13  
  • ଯିରିମିୟ ଅଧ୍ୟାୟ 14  
  • ଯିରିମିୟ ଅଧ୍ୟାୟ 15  
  • ଯିରିମିୟ ଅଧ୍ୟାୟ 16  
  • ଯିରିମିୟ ଅଧ୍ୟାୟ 17  
  • ଯିରିମିୟ ଅଧ୍ୟାୟ 18  
  • ଯିରିମିୟ ଅଧ୍ୟାୟ 19  
  • ଯିରିମିୟ ଅଧ୍ୟାୟ 20  
  • ଯିରିମିୟ ଅଧ୍ୟାୟ 21  
  • ଯିରିମିୟ ଅଧ୍ୟାୟ 22  
  • ଯିରିମିୟ ଅଧ୍ୟାୟ 23  
  • ଯିରିମିୟ ଅଧ୍ୟାୟ 24  
  • ଯିରିମିୟ ଅଧ୍ୟାୟ 25  
  • ଯିରିମିୟ ଅଧ୍ୟାୟ 26  
  • ଯିରିମିୟ ଅଧ୍ୟାୟ 27  
  • ଯିରିମିୟ ଅଧ୍ୟାୟ 28  
  • ଯିରିମିୟ ଅଧ୍ୟାୟ 29  
  • ଯିରିମିୟ ଅଧ୍ୟାୟ 30  
  • ଯିରିମିୟ ଅଧ୍ୟାୟ 31  
  • ଯିରିମିୟ ଅଧ୍ୟାୟ 32  
  • ଯିରିମିୟ ଅଧ୍ୟାୟ 33  
  • ଯିରିମିୟ ଅଧ୍ୟାୟ 34  
  • ଯିରିମିୟ ଅଧ୍ୟାୟ 35  
  • ଯିରିମିୟ ଅଧ୍ୟାୟ 36  
  • ଯିରିମିୟ ଅଧ୍ୟାୟ 37  
  • ଯିରିମିୟ ଅଧ୍ୟାୟ 38  
  • ଯିରିମିୟ ଅଧ୍ୟାୟ 39  
  • ଯିରିମିୟ ଅଧ୍ୟାୟ 40  
  • ଯିରିମିୟ ଅଧ୍ୟାୟ 41  
  • ଯିରିମିୟ ଅଧ୍ୟାୟ 42  
  • ଯିରିମିୟ ଅଧ୍ୟାୟ 43  
  • ଯିରିମିୟ ଅଧ୍ୟାୟ 44  
  • ଯିରିମିୟ ଅଧ୍ୟାୟ 45  
  • ଯିରିମିୟ ଅଧ୍ୟାୟ 46  
  • ଯିରିମିୟ ଅଧ୍ୟାୟ 47  
  • ଯିରିମିୟ ଅଧ୍ୟାୟ 48  
  • ଯିରିମିୟ ଅଧ୍ୟାୟ 49  
  • ଯିରିମିୟ ଅଧ୍ୟାୟ 50  
  • ଯିରିମିୟ ଅଧ୍ୟାୟ 51  
  • ଯିରିମିୟ ଅଧ୍ୟାୟ 52  
×

Alert

×

Oriya Letters Keypad References