ଓଡିଆ ବାଇବଲ |
BNV
ORV
IRVOR
ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଯିରିମିୟ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
44
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
History
ଯିରିମିୟ 44:0 (11 15 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯିରିମିୟ ଅଧ୍ୟାୟ 44
1
ଯେଉଁ ଯିହୁଦୀୟମାନେ ମିସର ଦେଶରେ ବାସ କଲେ, ଯେଉଁମାନେ ମିଗ୍ଦୋଲରେ ଓ ତଫନ୍ହେଷରେ ଓ ନୋଫରେ ଓ ପଥ୍ରୋଷ ପ୍ରଦେଶରେ ବାସ କଲେ, ସେସମସ୍ତଙ୍କ ବିଷୟରେ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତାହା ଏହି, ଯଥା,
2
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ଯିରୂଶାଲମ ଉପରେ ଓ ଯିହୁଦାର ସବୁ ନଗର ଉପରେ ଯେଉଁସବୁ ଅମଙ୍ଗଳ ଘଟାଇଅଛୁ, ତାହା ତୁମ୍ଭେମାନେ ଦେଖିଅଛ; ଆଉ ଦେଖ, ସେସବୁ ଆଜି ଉତ୍ସନ୍ନ ସ୍ଥାନ ହୋଇ ରହିଅଛି, ସେଠାରେ କୌଣସି ମନୁଷ୍ୟ ବାସ କରେ ନାହିଁ;
3
କାରଣ ସେମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ଦୁଷ୍ଟତା କଲେ, ଅର୍ଥାତ୍, ସେମାନେ ଆପଣାମାନଙ୍କର ଓ ତୁମ୍ଭମାନଙ୍କର, ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବାକୁ ଓ ସେମାନଙ୍କର ସେବା କରିବାକୁ ଗଲେ ।
4
ତଥାପି ଆମ୍ଭେ ଅତି ପ୍ରଭାତରେ ଉଠି ଆମ୍ଭର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇ କହିଲୁ, ଆଃ, ଏହି ଘୃଣାଯୋଗ୍ୟ କାର୍ଯ୍ୟ ତୁମ୍ଭେମାନେ କର ନାହିଁ, ଆମ୍ଭେ ତାହା ଘୃଣା କରୁ ।
5
ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା ଆପଣା ଆପଣା ଦୁଷ୍ଟତାରୁ ଫେରିବା ପାଇଁ, ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଆଉ ଧୂପ ନ ଜ୍ଵଳାଇବା ପାଇଁ କର୍ଣ୍ଣପାତ କଲେ ନାହିଁ ।
6
ଏହେତୁ ଆମ୍ଭର ପ୍ରଚଣ୍ତ କୋପ ଓ କ୍ରୋଧ ଢଳାଗଲା ଓ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତାହା ପ୍ରଜ୍ଵଳିତ ହେଲା, ପୁଣି ଆଜିର ନ୍ୟାୟ ସେସବୁ ଉତ୍ସନ୍ନ ଓ ଧ୍ଵଂସିତ ହୋଇଅଛି ।
7
ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର ଏବେ ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ? ଏହା ଦ୍ଵାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ,ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣା-ମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;
8
ତୁମ୍ଭେମାନେ ଏହି ଯେ ମିସର ଦେଶରେ ପ୍ରବାସ କରିବା ପାଇଁ ଆସିଅଛ, ଏସ୍ଥାନରେ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ କାହିଁକି ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ଵାରା ଆମ୍ଭକୁ ବିରକ୍ତ କରୁଅଛ? ତୁମ୍ଭେମାନେ ଉଚ୍ଛିନ୍ନ ହେବ ଓ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ଶାପ ଓ ନିନ୍ଦାର ପାତ୍ର ହେବ ।
9
ଯିହୁଦା-ଦେଶରେ ଓ ଯିରୂଶାଲମର ସମସ୍ତ ପଥରେ କୃତ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କର ଦୁଷ୍କ୍ରିୟା ଓ ଯିହୁଦା ରାଜଗଣର ଦୁଷ୍କ୍ରିୟା ଓ ସେମାନଙ୍କ ଭାର୍ଯ୍ୟାଗଣର ଦୁଷ୍କ୍ରିୟା, ଆଉ ତୁମ୍ଭମାନଙ୍କର ନିଜର ଦୁଷ୍କ୍ରିୟା ଓ ତୁମ୍ଭମାନଙ୍କର ଭର୍ଯ୍ୟାଗଣର ଦୁଷ୍କ୍ରିୟା କି ତୁମ୍ଭେମାନେ ପାସୋରିଅଛ?
10
ସେମାନେ ଆଜି ପର୍ଯ୍ୟନ୍ତ ଚୂର୍ଣ୍ଣମନା ହୋଇ ନାହାନ୍ତି, କିଅବା ସେମାନେ ଭୟ କରି ନାହାନ୍ତି, ଅଥବା ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ଓ ବିଧି ସ୍ଥାପନ କଲୁ, ତଦନୁସାରେ ଆଚରଣ କରି ନାହାନ୍ତି ।
11
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ର୍ରାଏଲର ପରମେଶ୍ଵର ଏହି କଥା କହନ୍ତି: ଦେଖ, ଆମ୍ଭେ ତୁମ୍ଭମାନଙ୍କର ଅମଙ୍ଗଳ କରିବା ପାଇଁ, ସମୁଦାୟ ଯିହୁଦାକୁ ହିଁ ଉଚ୍ଛିନ୍ନ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା ।
12
ପୁଣି, ଯିହୁଦାର ଯେଉଁ ଅବଶିଷ୍ଟାଂଶ ଲୋକେ ମିସର ଦେଶରେ ପ୍ରବାସ କରିବା ପାଇଁ ସେଠାକୁ ଯିବା ଲାଗି ଉତ୍ସୁକ ଅଛନ୍ତି, ଆମ୍ଭେ ସେମାନଙ୍କୁ ଧରିବା ଓ ସେସମସ୍ତେ ଲୁପ୍ତ ହେବେ; ମିସର ଦେଶରେ ସେମାନେ ପତିତ ହେବେ; ଖଡ଼୍ଗ ଓ ଦୁର୍ଭିକ୍ଷରେ ସେମାନେ ଲୁପ୍ତ ହେବେ । କ୍ଷୁଦ୍ର ଓ ମହାନ ଖଡ଼୍ଗ ଓ ଦୁର୍ଭିକ୍ଷରେ ମରିବେ; ଆଉ, ସେମାନେ ଅଭିଶାପ, ବିସ୍ମୟ, ଶାପ ଓ ନିନ୍ଦାର ପାତ୍ର ହେବେ ।
13
କାରଣ ଆମ୍ଭେ ଯେପରି ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ଵାରା ଯିରୂଶାଲମକୁ ଦଣ୍ତ ଦେଇଅଛୁ, ତଦ୍ରୂପ ମିସର ଦେଶରେ ବାସକାରୀମାନଙ୍କୁ ଦଣ୍ତ ଦେବା;
14
ତହିଁରେ ଯିହୁଦାର ଯେଉଁ ଅବଶିଷ୍ଟ ଲୋକେ ଯିହୁଦା ଦେଶକୁ ଫେରି ଯାଇ ସେଠାରେ ବାସ କରିବା ପାଇଁ ବାଞ୍ଛା କରି ମିସର ଦେଶରେ ପ୍ରବାସ କରିବାକୁ ଆସିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ଉତ୍ତୀର୍ଣ୍ଣ କି ରକ୍ଷାପ୍ରାପ୍ତ ହେବେ ନାହିଁ: କାରଣ ପଳାତକ ଲୋକମାନଙ୍କ ଛଡ଼ା ଆଉ କେହି ଫେରି ଯିବେ ନାହିଁ ।
15
ସେତେବେଳେ ଯେଉଁମାନେ, ଆପଣା ସ୍ତ୍ରୀମାନେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ଵଳାନ୍ତି ବୋଲି ଜାଣିଲେ, ସେମାନେ ଓ ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନଙ୍କର ମହାସମାଜ, ଅର୍ଥାତ୍, ମିସରର ପଥ୍ରୋଷ ପ୍ରଦେଶରେ ବାସକାରୀ ସମସ୍ତ ଲୋକ ଯିରିମୀୟଙ୍କୁ ଉତ୍ତର ଦେଇ କହିଲେ,
16
ତୁମ୍ଭେ ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କୁ ଯେଉଁ କଥା କହିଅଛ, ତୁମ୍ଭର ସେହି କଥା ଆମ୍ଭେମାନେ ଶୁଣିବୁ ନାହିଁ ।
17
ମାତ୍ର ଆମ୍ଭମାନଙ୍କ ମୁଖରୁ ଯେପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶ-ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବୁ ଓ ପେୟ-ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ ।
18
ମାତ୍ର ଆମ୍ଭେମାନେ ଆକାଶ-ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବାର ଓ ପେୟ-ନୈବେଦ୍ୟ ଢାଳିବାର ଛାଡ଼ିଦେବା ସମୟଠାରୁ ଆମ୍ଭମାନଙ୍କର ସବୁ ବିଷୟରେ ଅଭାବ ହୋଇଅଛି ଓ ଆମ୍ଭେମାନେ ଖଡ଼୍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହୋଇଅଛୁ ।
19
ପୁଣି, ଆମ୍ଭେମାନେ ଯେଉଁ ସମୟରେ ଆକାଶ-ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଲୁ ଓ ପେୟ-ନୈବେଦ୍ୟ ଢାଳିଲୁ, ସେତେବେଳେ ଆପଣା ଆପଣା ସ୍ଵାମୀର (ଅନୁମତି) ବିନା କି ତାହାର ପୂଜା ନିମନ୍ତେ ପିଷ୍ଟକ ପ୍ରସ୍ତୁତ କଲୁ ଓ ତାହା ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଲୁ?
20
ତହିଁରେ ଯିରିମୀୟ ସମସ୍ତ ଲୋକଙ୍କୁ, ଅର୍ଥାତ୍, ସେହି ପ୍ରତ୍ୟୁତ୍ତରକାରୀ ପୁରୁଷ ଓ ସ୍ତ୍ରୀ ସମସ୍ତଙ୍କୁ କହିଲେ,
21
ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ତୁମ୍ଭମାନଙ୍କର ରାଜଗଣ, ଓ ଅଧିପତିଗଣ ଓ ଦେଶସ୍ଥ ଲୋକ ସମସ୍ତେ ଯେଉଁ ଧୂପ ଜ୍ଵଳାଇଲେ, ସଦାପ୍ରଭୁ କି ତାହା ସ୍ମରଣ କଲେ ନାହିଁ ଓ ତାହା କି ତାଙ୍କ ମନରେ ପଡ଼ିଲା ନାହିଁ?
22
ତହିଁରେ ତୁମ୍ଭମାନଙ୍କର ଦୁଷ୍କ୍ରିୟା ସକାଶୁ ଓ ତୁମ୍ଭମାନଙ୍କର କୃତ ଘୃଣାଯୋଗ୍ୟ କର୍ମ ସକାଶୁ ସଦାପ୍ରଭୁ ଆଉ ସହ୍ୟ କରି ପାରିଲେ ନାହିଁ; ଏହେତୁ ତୁମ୍ଭମାନଙ୍କର ଦେଶ ଆଜିର ନ୍ୟାୟ ଉତ୍ସନ୍ନ ଓ ବିସ୍ମୟଜନକ, ଶାପଗ୍ରସ୍ତ ଓ ନିବାସୀବିହୀନ ହୋଇଅଛି ।
23
ତୁମ୍ଭେମାନେ ଧୂପ ଜ୍ଵଳାଇଅଛ, ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛ ଓ ସଦାପ୍ରଭୁଙ୍କ ରବରେ ମନୋଯୋଗ କରି ନାହଁ, ପୁଣି ତାହାଙ୍କର ବ୍ୟବସ୍ଥା ବିଧି ଓ ପ୍ରମାଣ ବାକ୍ୟାନୁସାରେ ଆଚରଣ କରି ନାହଁ; ଏଥିପାଇଁ ଆଜିର ନ୍ୟାୟ ଏହି ଅମଙ୍ଗଳ ତୁମ୍ଭମାନଙ୍କ ପ୍ରତି ଘଟିଅଛି ।
24
ଆହୁରି, ଯିରିମୀୟ ସମସ୍ତ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ କହିଲେ, ହେ ମିସର ଦେଶରେ ଥିବା ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ:
25
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେମାନେ ଆକାଶ-ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବା ପାଇଁ ଓ ପେୟ-ନୈବେଦ୍ୟ ଢାଳିବା ପାଇଁ ଯେଉଁ ମାନତ କରିଅଛୁ, ତାହା ଅବଶ୍ୟ ସିଦ୍ଧ କରିବୁ, ଏହି କଥା ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସ୍ତ୍ରୀମାନେ ମୁଖରେ କହି ହସ୍ତ ଦ୍ଵାରା ତାହା ସମ୍ପନ୍ନ କରିଅଛ । ତେବେ ତୁମ୍ଭମାନଙ୍କର ମାନତ ଦୃଢ଼ କର ଓ ତୁମ୍ଭମାନଙ୍କର ମାନତ ସିଦ୍ଧ କର ।
26
ଏହେତୁ ହେ ମିସର ଦେଶ ନିବାସୀ ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ,ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଆପଣା ମହାନାମ ନେଇ ଶପଥ କରିଅଛୁ ଯେ, “ପ୍ରଭୁ ସଦାପ୍ରଭୁ ଜୀବିତ” ବୋଲି ମିସର ଦେଶସ୍ଥ କୌଣସି ଯିହୁଦୀ ଲୋକ ଆମ୍ଭର ନାମ ଆଉ ମୁଖରେ ଘେନିବ ନାହିଁ ।
27
ଦେଖ, ଆମ୍ଭେ ସେମାନଙ୍କର ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ଜଗି ରହିବା; ତହିଁରେ ମିସର ଦେଶସ୍ଥ ସମୁଦାୟ ଯିହୁଦୀ ଲୋକ ନିଃଶେଷ ନୋହିବା ପର୍ଯ୍ୟନ୍ତ ଖଡ଼୍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହେବେ ।
28
ପୁଣି, ଖଡ଼୍ଗରୁ ରକ୍ଷାପ୍ରାପ୍ତ ଅଳ୍ପସଂଖ୍ୟକ ଲୋକ ମିସର ଦେଶରୁ ଯିହୁଦା ଦେଶକୁ ଫେରି ଯିବେ; ତହିଁରେ ଯେଉଁମାନେ ପ୍ରବାସ କରିବା ପାଇଁ ମିସର ଦେଶକୁ ଯାଇଅଛନ୍ତି, ଯିହୁଦାର ସେହି ଅବଶିଷ୍ଟାଂଶ ଲୋକ ସମସ୍ତେ, ଆମ୍ଭର କି ସେମାନଙ୍କର କାହାର ବାକ୍ୟ ଅଟଳ ହେବ, ଏହା ଜାଣିବେ ।
29
ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦଣ୍ତ ଦେବା ଓ ତାହା ତୁମ୍ଭମାନଙ୍କ ପ୍ରତି ଚିହ୍ନ ସ୍ଵରୂପ ହେବ, ତହିଁରେ ତୁମ୍ଭମାନଙ୍କର ଅମଙ୍ଗଳ ନିମନ୍ତେ ଆମ୍ଭର ବାକ୍ୟ ଯେ ନିଶ୍ଚୟ ଅଟଳ ହେବ, ଏହା ତୁମ୍ଭେମାନେ ଜାଣିବ ।
30
ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯେପରି ଯିହୁଦାର ରାଜା ସିଦିକୀୟକୁ ତାହାର ପ୍ରାଣନାଶର ଚେଷ୍ଟାକାରୀ ଶତ୍ରୁ ବାବିଲର ରାଜା ନବୂଖଦ୍ନିତ୍ସର ହସ୍ତରେ ସମର୍ପଣ କଲୁ, ସେପରି ଆମ୍ଭେ ମିସରର ରାଜା ଫାରୋ-ହଫ୍ରାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ଓ ତାହାର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା ।
ଯିରିମିୟ 44

.::.

ଯିରିମିୟ ଅଧ୍ୟାୟ 1
ଯିରିମିୟ ଅଧ୍ୟାୟ 2
ଯିରିମିୟ ଅଧ୍ୟାୟ 3
ଯିରିମିୟ ଅଧ୍ୟାୟ 4
ଯିରିମିୟ ଅଧ୍ୟାୟ 5
ଯିରିମିୟ ଅଧ୍ୟାୟ 6
ଯିରିମିୟ ଅଧ୍ୟାୟ 7
ଯିରିମିୟ ଅଧ୍ୟାୟ 8
ଯିରିମିୟ ଅଧ୍ୟାୟ 9
ଯିରିମିୟ ଅଧ୍ୟାୟ 10
ଯିରିମିୟ ଅଧ୍ୟାୟ 11
ଯିରିମିୟ ଅଧ୍ୟାୟ 12
ଯିରିମିୟ ଅଧ୍ୟାୟ 13
ଯିରିମିୟ ଅଧ୍ୟାୟ 14
ଯିରିମିୟ ଅଧ୍ୟାୟ 15
ଯିରିମିୟ ଅଧ୍ୟାୟ 16
ଯିରିମିୟ ଅଧ୍ୟାୟ 17
ଯିରିମିୟ ଅଧ୍ୟାୟ 18
ଯିରିମିୟ ଅଧ୍ୟାୟ 19
ଯିରିମିୟ ଅଧ୍ୟାୟ 20
ଯିରିମିୟ ଅଧ୍ୟାୟ 21
ଯିରିମିୟ ଅଧ୍ୟାୟ 22
ଯିରିମିୟ ଅଧ୍ୟାୟ 23
ଯିରିମିୟ ଅଧ୍ୟାୟ 24
ଯିରିମିୟ ଅଧ୍ୟାୟ 25
ଯିରିମିୟ ଅଧ୍ୟାୟ 26
ଯିରିମିୟ ଅଧ୍ୟାୟ 27
ଯିରିମିୟ ଅଧ୍ୟାୟ 28
ଯିରିମିୟ ଅଧ୍ୟାୟ 29
ଯିରିମିୟ ଅଧ୍ୟାୟ 30
ଯିରିମିୟ ଅଧ୍ୟାୟ 31
ଯିରିମିୟ ଅଧ୍ୟାୟ 32
ଯିରିମିୟ ଅଧ୍ୟାୟ 33
ଯିରିମିୟ ଅଧ୍ୟାୟ 34
ଯିରିମିୟ ଅଧ୍ୟାୟ 35
ଯିରିମିୟ ଅଧ୍ୟାୟ 36
ଯିରିମିୟ ଅଧ୍ୟାୟ 37
ଯିରିମିୟ ଅଧ୍ୟାୟ 38
ଯିରିମିୟ ଅଧ୍ୟାୟ 39
ଯିରିମିୟ ଅଧ୍ୟାୟ 40
ଯିରିମିୟ ଅଧ୍ୟାୟ 41
ଯିରିମିୟ ଅଧ୍ୟାୟ 42
ଯିରିମିୟ ଅଧ୍ୟାୟ 43
ଯିରିମିୟ ଅଧ୍ୟାୟ 44
ଯିରିମିୟ ଅଧ୍ୟାୟ 45
ଯିରିମିୟ ଅଧ୍ୟାୟ 46
ଯିରିମିୟ ଅଧ୍ୟାୟ 47
ଯିରିମିୟ ଅଧ୍ୟାୟ 48
ଯିରିମିୟ ଅଧ୍ୟାୟ 49
ଯିରିମିୟ ଅଧ୍ୟାୟ 50
ଯିରିମିୟ ଅଧ୍ୟାୟ 51
ଯିରିମିୟ ଅଧ୍ୟାୟ 52
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References