ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯୋହନଲିଖିତ ସୁସମାଚାର

ଯୋହନଲିଖିତ ସୁସମାଚାର ଅଧ୍ୟାୟ 4

1 ଯୀଶୁ ଯେ ଯୋହନଙ୍କ ଅପେକ୍ଷା ଅଧିକ ଶିଷ୍ୟ କରୁଅଛନ୍ତି ଓ ବାପ୍ତିସ୍ମ ଦେଉଅଛନ୍ତି 2 (ଯଦ୍ୟପି ଯୀଶୁ ଆପେ ବାପ୍ତିସ୍ମ ଦେଉ ନ ଥିଲେ, ମାତ୍ର ତାହାଙ୍କ ଶିଷ୍ୟମାନେ ଦେଉଥିଲେ), ଏହା ଫାରୂଶୀମାନେ ଶୁଣିଅଛନ୍ତି ବୋଲି ଯେତେବେଳେ ପ୍ରଭୁ ଜାଣିଲେ, 3 ସେତେବେଳେ ସେ ଯିହୁଦା ପ୍ରଦେଶ ପରିତ୍ୟାଗ କରି ପୁନର୍ବାର ଗାଲିଲୀକି ପ୍ରସ୍ଥାନ କଲେ । 4 କିନ୍ତୁ ଶମିରୋଣ ମଧ୍ୟ ଦେଇ ତାହାଙ୍କୁ ଯିବାକୁ ପଡ଼ିଲା । 5 ତେଣୁ ସେ ଯାଇ ଯାକୁବ ଆପଣା ପୁତ୍ର ଯୋଷେଫଙ୍କୁ ଯେଉଁ ଭୂମିଖଣ୍ତିକ ଦାନ କରିଥିଲେ, ସେଥିର ନିକଟବର୍ତ୍ତୀ ସୁଖାର ନାମକ ଶମିରୋଣର ଗୋଟିଏ ନଗରରେ ପହଞ୍ଚିଲେ; 6 ସେହି ସ୍ଥାନରେ ଯାକୁବଙ୍କ କୂପ ଥିଲା । ଅତଏବ, ଯୀଶୁ ପଥଶ୍ରା; ହୋଇଥିବାରୁ ସେହି କୂପ ନିକଟରେ ବସିପଡ଼ିଲେ । ସେତେବେଳେ ମଧ୍ୟାହ୍ନ ହୋଇଥିଲା । 7 ଆଉ, ଜଣେ ଶମିରୋଣୀୟା ସ୍ତ୍ରୀ ପାଣି କାଢ଼ିବା ନିମନ୍ତେ ଆସିଲା । ଯୀଶୁ ତାହାକୁ କହିଲେ, ମୋତେ ପିଇବାକୁ ଦିଅ । 8 କାରଣ ତାହାଙ୍କର ଶିଷ୍ୟମାନେ ଖାଦ୍ୟ କିଣିବା ନିମନ୍ତେ ନଗରକୁ ଯାଇଥିଲେ । 9 ସେଥିରେ ଶମିରୋଣୀୟା ସ୍ତ୍ରୀ ତାହାଙ୍କୁ କହିଲା, ଆପଣ ଜଣେ ଯିହୁଦୀ ହୋଇ କିପରି ଶମିରୋଣୀୟା ସ୍ତ୍ରୀ ଯେ ମୁଁ, ମୋʼ ହାତରୁ ପିଇବାକୁ ମାଗୁଅଛନ୍ତି? କାରଣ ଶମିରୋଣୀୟମାନଙ୍କ ସହିତ ଯିହୁଦୀମାନଙ୍କର ବ୍ୟବହାର ନାହିଁ । 10 ଯୀଶୁ ତାହାକୁ ଉତ୍ତର ଦେଲେ, ଈଶ୍ଵରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯେବେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ । 11 ସେହି ସ୍ତ୍ରୀଲୋକ ତାହାଙ୍କୁ କହିଲା, ମହାଶୟ, ଜଳ କାଢ଼ିବା ନିମନ୍ତେ ଆପଣଙ୍କ ନିକଟରେ କୌଣସି ପାତ୍ର ନାହିଁ, ପୁଣି କୂଅ ତ ଗହୀର; ତେବେ ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇଅଛନ୍ତି? 12 ଆମ୍ଭମାନଙ୍କର ଯେଉଁ ପିତୃପୁରୁଷ ଯାକୁବ ଆମ୍ଭମାନଙ୍କୁ ଏହି କୂଅ ଦେଇଥିଲେ, ଆଉ ଆପେ, ପୁଣି ତାଙ୍କ ପୁତ୍ରମାନେ ଓ ପଶୁପଲ ଏଥିରୁ ପାନ କରିଥିଲେ, ତାଙ୍କଠାରୁ କି ଆପଣ ଶ୍ରେଷ୍ଠ? 13 ଯୀଶୁ ତାହାକୁ ଉତ୍ତର ଦେଲେ, ଯେକେହି ଏହି ଜଳ ପାନ କରେ, ସେ ପୁନର୍ବାର ତୃଷିତ ହେବ; 14 କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେକେହି ପାନ କରିବ, ସେ କେବେ ହେଁ ତୃଷାର୍ତ୍ତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନ; ଜୀବନଦାୟକ ଜଳର ନିର୍ଝର ସ୍ଵରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ । 15 ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମହାଶୟ, ମୋତେ ଯେପରି ଶୋଷ ନ ଲାଗେ, ପୁଣି ପାଣି କାଢ଼ିବା ନିମନ୍ତେ ଏତେ ବାଟ ଏଠାକୁ ଆସିବାକୁ ନ ପଡ଼େ, ଏଥିନିମନ୍ତେ ମୋତେ ସେହି ଜଳ ଦିଅନ୍ତୁ । 16 ଯୀଶୁ ତାକୁ କହିଲେ, ଯାଅ, ତୁମ୍ଭ ସ୍ଵାମୀକି ଡାକି ଏଠାକୁ ଆସ । 17 ସ୍ତ୍ରୀଲୋକଟି ତାହାଙ୍କୁ ଉତ୍ତର ଦେଲା, ମୋର ସ୍ଵାମୀ ନାହିଁ । ଯୀଶୁ ତାଙ୍କୁ କହିଲେ, ମୋହର ସ୍ଵାମୀ ନାହିଁ, ଏହା ତ ଠିକ୍ କହିଲ; 18 କାରଣ ତୁମ୍ଭର ପାଞ୍ଚ ସ୍ଵାମୀ ଥିଲେ, ଆଉ ବର୍ତ୍ତମାନ ତୁମ୍ଭ ପାଖରେ ଯେ ଅଛି, ସେ ତୁମ୍ଭର ସ୍ଵାମୀ ନୁହେଁ; ଏହା ସତ୍ୟ କହିଅଛ । 19 ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମହାଶୟ, ଆପଣ ଯେ ଜଣେ ଭାବବାଦୀ, ଏହା ମୁଁ ଜାଣି ପାରୁଅଛି । 20 ଆମ୍ଭମାନଙ୍କ ପିତୃପୁରୁଷମାନେ ଏହି ପର୍ବତରେ ଉପାସନା କଲେ; ଆଉ, ଆପଣମାନେ କହୁଅଛନ୍ତି, ଯେଉଁ ସ୍ଥାନରେ ଉପାସନା କରିବା ଉଚିତ, ତାହା ଯିରୂଶାଲମରେ ଅଛି । 21 ଯୀଶୁ ତାହାକୁ କହିଲେ, ଆଗୋ ନାରୀ, ମୋʼ କଥା ବିଶ୍ଵାସ କର, ଯେଉଁ ସମୟରେ ତୁମ୍ଭେମାନେ ଏହି ପର୍ବତରେ କିମ୍ଵା ଯିରୂଶାଲମରେ ପିତାଙ୍କର ଉପାସନା କରିବ ନାହିଁ, ଏପରି ସମୟ ଆସୁଅଛି । 22 ଯାହା ତୁମ୍ଭେମାନେ ଜାଣ ନାହିଁ, ତାହା ଉପାସନା କରୁଥାଅ; ଯାହାଙ୍କୁ ଆମ୍ଭେମାନେ ଜାଣୁ, ତାହାଙ୍କୁ ଉପାସନା କରୁଥାଉ, କାରଣ ପରିତ୍ରାଣ ଯିହୁଦୀମାନଙ୍କ ମଧ୍ୟରୁ ଆସେ । 23 କିନ୍ତୁ ଯେଉଁ ସମୟରେ ସତ୍ୟ ଉପାସକମାନେ ଆତ୍ମାରେ ଓ ସତ୍ୟରେ ପିତାଙ୍କର ଉପାସନା କରିବେ, ସେପରି ସମୟ ଆସୁଅଛି; ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ; କାରଣ ପିତା ଏହିପ୍ରକାର ଉପାସକ ଚାହାନ୍ତି । 24 ଈଶ୍ଵର ଆତ୍ମା, ପୁଣି ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ଆତ୍ମାରେ ଓ ସତ୍ୟରେ ଉପାସନା କରିବା ସେମାନଙ୍କର ଉଚିତ । 25 ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମସୀହ, ଯାହାଙ୍କୁ ଖ୍ରୀଷ୍ଟ କହନ୍ତି, ସେ ଆସୁଅଛନ୍ତି ବୋଲି ମୁଁ ଜାଣେ; ଯେତେବେଳେ ସେ ଆସିବେ, ସେ ଆମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ । 26 ଯୀଶୁ ତାହାକୁ କହିଲେ, ତୁମ୍ଭ ସହିତ କଥା କହୁଅଛି ଯେ ମୁଁ, ମୁଁ ସେହି ଅଟେ । 27 ଏପରି ସମୟରେ ତାହାଙ୍କର ଶିଷ୍ୟମାନେ ଆସି ତାହାଙ୍କୁ ଜଣେ ସ୍ତ୍ରୀଲୋକ ସହିତ କଥାବାର୍ତ୍ତା କରୁଥିବା ଦେଖି ଚମତ୍କୃତ ହେଲେ, ତଥାପି ଆପଣ କଅଣ ଚାହାନ୍ତି, କିମ୍ଵା କାହିଁକି ତାହା ସାଙ୍ଗରେ କଥା କହୁଅଛନ୍ତି, ଏହା କେହି ପଚାରିଲେ ନାହିଁ । 28 ସେଥିରେ ସେହି ସ୍ତ୍ରୀ ଆପଣା ଜଳପାତ୍ର ଥୋଇଦେଇ ନଗରକୁ ଯାଇ ଲୋକମାନଙ୍କୁ କହିଲା, ଆସ, ଜଣଙ୍କୁ ଦେଖିବ, 29 ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ; ସେ କେଜାଣି ଖ୍ରୀଷ୍ଟ ହେବେ ପରା? 30 ଏଥିରେ ଲୋକେ ନଗରରୁ ବାହାରି ତାହାଙ୍କ ନିକଟକୁ ଯିବାକୁ ଲାଗିଲେ । 31 ଇତିମଧ୍ୟରେ ଶିଷ୍ୟମାନେ ତାହାଙ୍କୁ ଅନୁରୋଧ କରି କହିଲେ, ହେ ଗୁରୁ, ଭୋଜନ କରିବା ହେଉନ୍ତୁ । 32 କିନ୍ତୁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯେଉଁ ଖାଦ୍ୟ ବିଷୟ ଜାଣ ନାହିଁ, ଭୋଜନ କରିବା ନିମନ୍ତେ ମୋହର ଏପରି ଖାଦ୍ୟ ଅଛି । 33 ତେଣୁଶିଷ୍ୟମାନେ ପରସ୍ପର କହିବାକୁ ଲାଗିଲେ, କେହି ତାହାଙ୍କୁ ଖାଦ୍ୟ ଆଣି ଦେଇଛି ପରା? 34 ଯୀଶୁ ସେମାନଙ୍କୁ କହିଲେ, ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବା ଓ ତାହାଙ୍କର କାର୍ଯ୍ୟ ସମାପ୍ତ କରିବା, ଏହା ହିଁ ମୋହର ଖାଦ୍ୟ । 35 ଶସ୍ୟ କାଟିବାକୁ ଆହୁରି ଚାରି ମାସ ଅଛି, ଏହା କି ତୁମ୍ଭେମାନେ କହୁ ନାହଁ? ଦେଖ, ମୁଁ ତୁମ୍ଭମାନଙ୍କୁ କହୁଅଛି, କ୍ଷେତ୍ରଗୁଡ଼ିକ ପ୍ରତି ଦୃଷ୍ଟିପାତ କର; ସେହିସବୁ କଟାଯିବା ନିମନ୍ତେ ପାଚିଗଲାଣି । 36 ଏବେ ସୁଦ୍ଧା କଟାଳି ମୂଲ ପାଉଅଛି ଓ ଅନ; ଜୀବନ ନିମନ୍ତେ ଫଳ ସଂଗ୍ରହ କରୁଅଛି, ଯେପରି ବୁଣାଳି ଓ କଟାଳି ଉଭୟ ମିଳି ଆନନ୍ଦ କରନ୍ତି । 37 କାରଣ ଜଣେ ବୁଣେ ଓ ଅନ୍ୟ ଜଣେ କାଟେ, ଏହି କଥା ଏ ସମ୍ଵନ୍ଧରେ ସତ୍ୟ । 38 ତୁମ୍ଭେମାନେ ଯାହା ନିମନ୍ତେ ପରିଶ୍ରମ କରି ନାହଁ, ତାହା କାଟିବା ପାଇଁ ମୁଁ ତୁମ୍ଭମାନଙ୍କୁ ପଠାଇଲି; ଅନ୍ୟମାନେ ପରିଶ୍ରମ କରିଅଛନ୍ତି, ଆଉ ତୁମ୍ଭେମାନେ ସେମାନଙ୍କ ପରିଶ୍ରମର ଫଳ ପାଉଅଛ । 39 ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ ବୋଲି ଯେଉଁ ସ୍ତ୍ରୀଲୋକ ସାକ୍ଷ୍ୟ ଦେଇଥିଲା, ତାହାର କଥା ହେତୁ ସେହି ନଗରର ଶମିରୋଣୀୟମାନଙ୍କ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ଵାସ କଲେ । 40 ଅତଏବ, ସେହି ଶମିରୋଣୀୟମାନେ ତାହାଙ୍କ ନିକଟକୁ ଆସି ସେମାନଙ୍କ ସହିତ ରହିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ, ଆଉ ସେ ଦୁଇ ଦିନ ସେ ସ୍ଥାନରେ ରହିଲେ । 41 ପୁଣି, ତାହାଙ୍କ ବାକ୍ୟ ହେତୁ ଆହୁରି ଅନେକ ଲୋକ ବିଶ୍ଵାସ କଲେ; 42 ଆଉ, ସେମାନେ ସେହି ସ୍ତ୍ରୀଲୋକକୁ କହିଲେ, ଏବେ ତୁମ୍ଭ କଥା ହେତୁ ଆମ୍ଭେମାନେ ବିଶ୍ଵାସ କରୁ ନାହୁଁ, କାରଣ ଆମ୍ଭେମାନେ ନିଜେ ନିଜେ ଶୁଣିଅଛୁ, ପୁଣି ଏ ଯେ ପ୍ରକୃତରେ ଜଗତର ତ୍ରାଣକର୍ତ୍ତା, ଏହା ଆମ୍ଭେମାନେ ଜାଣିଅଛୁ । 43 ସେହି ଦୁଇ ଦିନ ପରେ ସେ ସେଠାରୁ ବାହାରି ଗାଲିଲୀକି ଗଲେ । 44 କାରଣ ଭାବବାଦୀ ସ୍ଵଦେଶରେ ଆଦର ପାଆନ୍ତି ନାହିଁ ବୋଲି ଯୀଶୁ ଆପେ ସାକ୍ଷ୍ୟ ଦେଲେ । 45 ପୁଣି, ସେ ଗାଲିଲୀକି ଆସନ୍ତେ, ପର୍ବ ସମୟରେ ସେ ଯିରୂଶାଲମରେ ଯାହା ଯାହା କରିଥିଲେ, ସେହିସବୁ ଦେଖିଥିବାରୁ ଗାଲିଲୀୟମାନେ ତାହାଙ୍କୁ ଗ୍ରହଣ କଲେ, ଯେଣୁ ସେମାନେ ମଧ୍ୟ ପର୍ବକୁ ଯାଇଥିଲେ । 46 ଏଥିମଧ୍ୟରେ ଗାଲିଲୀର ଯେଉଁ କାନ୍ନା ନଗରରେ ସେ ଜଳକୁ ଦ୍ରାକ୍ଷାରସ କରିଥିଲେ, ସେ ସ୍ଥାନକୁ ସେ ପୁନର୍ବାର ଗଲେ । ଆଉ ଜଣେ ରାଜକର୍ମଚାରୀ ଥିଲେ, ତାଙ୍କ ପୁତ୍ର କଫର୍ନାହୂମରେ ପୀଡ଼ିତ ଥିଲା । 47 ଯୀଶୁ ଯିହୁଦା ପ୍ରଦେଶରୁ ଗାଲିଲୀକି ବାହାରି ଆସିଅଛନ୍ତି, ଏହା ଶୁଣି ସେ ତାହାଙ୍କ ନିକଟକୁ ଯାଇ ସେ ଯେପରି ଆସି ତାଙ୍କ ପୁତ୍ରକୁ ସୁସ୍ଥ କରନ୍ତି, ଏଥିପାଇଁ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲେ, କାରଣ ସେ ମୃତବତ୍ ହୋଇଥିଲା । 48 ସେଥିରେ ଯୀଶୁ ତାଙ୍କୁ କହିଲେ, ଚିହ୍ନ ଓ ଅଦ୍ଭୁତ କର୍ମମାନ ନ ଦେଖିଲେ ତୁମ୍ଭେମାନେ କୌଣସି ପ୍ରକାରେ ବିଶ୍ଵାସ କରିବ ନାହିଁ । 49 ରାଜକର୍ମଚାରୀ ତାହାଙ୍କୁ କହିଲେ, ହେ ପ୍ରଭୁ, ମୋହର ପିଲାଟି ମରିବା ପୂର୍ବରୁ ଆସନ୍ତୁ । 50 ଯୀଶୁ ତାଙ୍କୁ କହିଲେ, ଯାଅ, ତୁମ୍ଭର ପୁଅ ବଞ୍ଚିଲାଣି । ଯୀଶୁ ସେହି ବ୍ୟକ୍ତିଙ୍କି ଯେଉଁ ବାକ୍ୟ କହିଲେ, ସେ ତାହା ବିଶ୍ଵାସ କରି ଚାଲିଗଲେ । 51 ପୁଣି, ସେ ଯାଉ ଯାଉ ତାଙ୍କ ଦାସମାନେ ତାଙ୍କୁ ଭେଟି ତାଙ୍କର ପୁତ୍ର ବଞ୍ଚିଲାଣି ବୋଲି କହିଲେ । 52 ତେଣୁ କେଉଁ ଦଣ୍ତରେ ତାହାର ଉପଶମ ହେଲା, ତାହା ସେ ସେମାନଙ୍କୁ ପଚାରିଲେ । ସେଥିରେ ସେମାନେ ତାଙ୍କୁ କହିଲେ, କାଲି ସାତଟାବେଳେ ତାହାକୁ ଜ୍ଵର ଛାଡ଼ିଗଲା । 53 ଏଥିରେ ପିତା ବୁଝିଲେ ଯେ, ଯୀଶୁ ଯେଉଁ ଦଣ୍ତରେ ତୁମ୍ଭର ପୁତ୍ର ବଞ୍ଚିଲାଣି ବୋଲି ତାଙ୍କୁ କହିଥିଲେ, ଠିକ୍ ସେହି ଦଣ୍ତରେ ଏହା ଘଟିଥିଲା । ଆଉ, ସେ ଆପେ ଓ ତାଙ୍କ ସମସ୍ତ ପରିବାର ବିଶ୍ଵାସ କଲେ । 54 ଯିହୁଦାରୁ ପୁର୍ନବାର ଗାଲିଲୀକି ଆସି ଯୀଶୁ ଏହି ଦ୍ଵିତୀୟ ଆଶ୍ଚର୍ଯ୍ୟକର୍ମ ସାଧନ କଲେ ।
1 ଯୀଶୁ ଯେ ଯୋହନଙ୍କ ଅପେକ୍ଷା ଅଧିକ ଶିଷ୍ୟ କରୁଅଛନ୍ତି ଓ ବାପ୍ତିସ୍ମ ଦେଉଅଛନ୍ତି .::. 2 (ଯଦ୍ୟପି ଯୀଶୁ ଆପେ ବାପ୍ତିସ୍ମ ଦେଉ ନ ଥିଲେ, ମାତ୍ର ତାହାଙ୍କ ଶିଷ୍ୟମାନେ ଦେଉଥିଲେ), ଏହା ଫାରୂଶୀମାନେ ଶୁଣିଅଛନ୍ତି ବୋଲି ଯେତେବେଳେ ପ୍ରଭୁ ଜାଣିଲେ, .::. 3 ସେତେବେଳେ ସେ ଯିହୁଦା ପ୍ରଦେଶ ପରିତ୍ୟାଗ କରି ପୁନର୍ବାର ଗାଲିଲୀକି ପ୍ରସ୍ଥାନ କଲେ । .::. 4 କିନ୍ତୁ ଶମିରୋଣ ମଧ୍ୟ ଦେଇ ତାହାଙ୍କୁ ଯିବାକୁ ପଡ଼ିଲା । .::. 5 ତେଣୁ ସେ ଯାଇ ଯାକୁବ ଆପଣା ପୁତ୍ର ଯୋଷେଫଙ୍କୁ ଯେଉଁ ଭୂମିଖଣ୍ତିକ ଦାନ କରିଥିଲେ, ସେଥିର ନିକଟବର୍ତ୍ତୀ ସୁଖାର ନାମକ ଶମିରୋଣର ଗୋଟିଏ ନଗରରେ ପହଞ୍ଚିଲେ; .::. 6 ସେହି ସ୍ଥାନରେ ଯାକୁବଙ୍କ କୂପ ଥିଲା । ଅତଏବ, ଯୀଶୁ ପଥଶ୍ରା; ହୋଇଥିବାରୁ ସେହି କୂପ ନିକଟରେ ବସିପଡ଼ିଲେ । ସେତେବେଳେ ମଧ୍ୟାହ୍ନ ହୋଇଥିଲା । .::. 7 ଆଉ, ଜଣେ ଶମିରୋଣୀୟା ସ୍ତ୍ରୀ ପାଣି କାଢ଼ିବା ନିମନ୍ତେ ଆସିଲା । ଯୀଶୁ ତାହାକୁ କହିଲେ, ମୋତେ ପିଇବାକୁ ଦିଅ । .::. 8 କାରଣ ତାହାଙ୍କର ଶିଷ୍ୟମାନେ ଖାଦ୍ୟ କିଣିବା ନିମନ୍ତେ ନଗରକୁ ଯାଇଥିଲେ । .::. 9 ସେଥିରେ ଶମିରୋଣୀୟା ସ୍ତ୍ରୀ ତାହାଙ୍କୁ କହିଲା, ଆପଣ ଜଣେ ଯିହୁଦୀ ହୋଇ କିପରି ଶମିରୋଣୀୟା ସ୍ତ୍ରୀ ଯେ ମୁଁ, ମୋʼ ହାତରୁ ପିଇବାକୁ ମାଗୁଅଛନ୍ତି? କାରଣ ଶମିରୋଣୀୟମାନଙ୍କ ସହିତ ଯିହୁଦୀମାନଙ୍କର ବ୍ୟବହାର ନାହିଁ । .::. 10 ଯୀଶୁ ତାହାକୁ ଉତ୍ତର ଦେଲେ, ଈଶ୍ଵରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯେବେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ । .::. 11 ସେହି ସ୍ତ୍ରୀଲୋକ ତାହାଙ୍କୁ କହିଲା, ମହାଶୟ, ଜଳ କାଢ଼ିବା ନିମନ୍ତେ ଆପଣଙ୍କ ନିକଟରେ କୌଣସି ପାତ୍ର ନାହିଁ, ପୁଣି କୂଅ ତ ଗହୀର; ତେବେ ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇଅଛନ୍ତି? .::. 12 ଆମ୍ଭମାନଙ୍କର ଯେଉଁ ପିତୃପୁରୁଷ ଯାକୁବ ଆମ୍ଭମାନଙ୍କୁ ଏହି କୂଅ ଦେଇଥିଲେ, ଆଉ ଆପେ, ପୁଣି ତାଙ୍କ ପୁତ୍ରମାନେ ଓ ପଶୁପଲ ଏଥିରୁ ପାନ କରିଥିଲେ, ତାଙ୍କଠାରୁ କି ଆପଣ ଶ୍ରେଷ୍ଠ? .::. 13 ଯୀଶୁ ତାହାକୁ ଉତ୍ତର ଦେଲେ, ଯେକେହି ଏହି ଜଳ ପାନ କରେ, ସେ ପୁନର୍ବାର ତୃଷିତ ହେବ; .::. 14 କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେକେହି ପାନ କରିବ, ସେ କେବେ ହେଁ ତୃଷାର୍ତ୍ତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନ; ଜୀବନଦାୟକ ଜଳର ନିର୍ଝର ସ୍ଵରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ । .::. 15 ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମହାଶୟ, ମୋତେ ଯେପରି ଶୋଷ ନ ଲାଗେ, ପୁଣି ପାଣି କାଢ଼ିବା ନିମନ୍ତେ ଏତେ ବାଟ ଏଠାକୁ ଆସିବାକୁ ନ ପଡ଼େ, ଏଥିନିମନ୍ତେ ମୋତେ ସେହି ଜଳ ଦିଅନ୍ତୁ । .::. 16 ଯୀଶୁ ତାକୁ କହିଲେ, ଯାଅ, ତୁମ୍ଭ ସ୍ଵାମୀକି ଡାକି ଏଠାକୁ ଆସ । .::. 17 ସ୍ତ୍ରୀଲୋକଟି ତାହାଙ୍କୁ ଉତ୍ତର ଦେଲା, ମୋର ସ୍ଵାମୀ ନାହିଁ । ଯୀଶୁ ତାଙ୍କୁ କହିଲେ, ମୋହର ସ୍ଵାମୀ ନାହିଁ, ଏହା ତ ଠିକ୍ କହିଲ; .::. 18 କାରଣ ତୁମ୍ଭର ପାଞ୍ଚ ସ୍ଵାମୀ ଥିଲେ, ଆଉ ବର୍ତ୍ତମାନ ତୁମ୍ଭ ପାଖରେ ଯେ ଅଛି, ସେ ତୁମ୍ଭର ସ୍ଵାମୀ ନୁହେଁ; ଏହା ସତ୍ୟ କହିଅଛ । .::. 19 ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମହାଶୟ, ଆପଣ ଯେ ଜଣେ ଭାବବାଦୀ, ଏହା ମୁଁ ଜାଣି ପାରୁଅଛି । .::. 20 ଆମ୍ଭମାନଙ୍କ ପିତୃପୁରୁଷମାନେ ଏହି ପର୍ବତରେ ଉପାସନା କଲେ; ଆଉ, ଆପଣମାନେ କହୁଅଛନ୍ତି, ଯେଉଁ ସ୍ଥାନରେ ଉପାସନା କରିବା ଉଚିତ, ତାହା ଯିରୂଶାଲମରେ ଅଛି । .::. 21 ଯୀଶୁ ତାହାକୁ କହିଲେ, ଆଗୋ ନାରୀ, ମୋʼ କଥା ବିଶ୍ଵାସ କର, ଯେଉଁ ସମୟରେ ତୁମ୍ଭେମାନେ ଏହି ପର୍ବତରେ କିମ୍ଵା ଯିରୂଶାଲମରେ ପିତାଙ୍କର ଉପାସନା କରିବ ନାହିଁ, ଏପରି ସମୟ ଆସୁଅଛି । .::. 22 ଯାହା ତୁମ୍ଭେମାନେ ଜାଣ ନାହିଁ, ତାହା ଉପାସନା କରୁଥାଅ; ଯାହାଙ୍କୁ ଆମ୍ଭେମାନେ ଜାଣୁ, ତାହାଙ୍କୁ ଉପାସନା କରୁଥାଉ, କାରଣ ପରିତ୍ରାଣ ଯିହୁଦୀମାନଙ୍କ ମଧ୍ୟରୁ ଆସେ । .::. 23 କିନ୍ତୁ ଯେଉଁ ସମୟରେ ସତ୍ୟ ଉପାସକମାନେ ଆତ୍ମାରେ ଓ ସତ୍ୟରେ ପିତାଙ୍କର ଉପାସନା କରିବେ, ସେପରି ସମୟ ଆସୁଅଛି; ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ; କାରଣ ପିତା ଏହିପ୍ରକାର ଉପାସକ ଚାହାନ୍ତି । .::. 24 ଈଶ୍ଵର ଆତ୍ମା, ପୁଣି ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ଆତ୍ମାରେ ଓ ସତ୍ୟରେ ଉପାସନା କରିବା ସେମାନଙ୍କର ଉଚିତ । .::. 25 ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମସୀହ, ଯାହାଙ୍କୁ ଖ୍ରୀଷ୍ଟ କହନ୍ତି, ସେ ଆସୁଅଛନ୍ତି ବୋଲି ମୁଁ ଜାଣେ; ଯେତେବେଳେ ସେ ଆସିବେ, ସେ ଆମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ । .::. 26 ଯୀଶୁ ତାହାକୁ କହିଲେ, ତୁମ୍ଭ ସହିତ କଥା କହୁଅଛି ଯେ ମୁଁ, ମୁଁ ସେହି ଅଟେ । .::. 27 ଏପରି ସମୟରେ ତାହାଙ୍କର ଶିଷ୍ୟମାନେ ଆସି ତାହାଙ୍କୁ ଜଣେ ସ୍ତ୍ରୀଲୋକ ସହିତ କଥାବାର୍ତ୍ତା କରୁଥିବା ଦେଖି ଚମତ୍କୃତ ହେଲେ, ତଥାପି ଆପଣ କଅଣ ଚାହାନ୍ତି, କିମ୍ଵା କାହିଁକି ତାହା ସାଙ୍ଗରେ କଥା କହୁଅଛନ୍ତି, ଏହା କେହି ପଚାରିଲେ ନାହିଁ । .::. 28 ସେଥିରେ ସେହି ସ୍ତ୍ରୀ ଆପଣା ଜଳପାତ୍ର ଥୋଇଦେଇ ନଗରକୁ ଯାଇ ଲୋକମାନଙ୍କୁ କହିଲା, ଆସ, ଜଣଙ୍କୁ ଦେଖିବ, .::. 29 ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ; ସେ କେଜାଣି ଖ୍ରୀଷ୍ଟ ହେବେ ପରା? .::. 30 ଏଥିରେ ଲୋକେ ନଗରରୁ ବାହାରି ତାହାଙ୍କ ନିକଟକୁ ଯିବାକୁ ଲାଗିଲେ । .::. 31 ଇତିମଧ୍ୟରେ ଶିଷ୍ୟମାନେ ତାହାଙ୍କୁ ଅନୁରୋଧ କରି କହିଲେ, ହେ ଗୁରୁ, ଭୋଜନ କରିବା ହେଉନ୍ତୁ । .::. 32 କିନ୍ତୁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯେଉଁ ଖାଦ୍ୟ ବିଷୟ ଜାଣ ନାହିଁ, ଭୋଜନ କରିବା ନିମନ୍ତେ ମୋହର ଏପରି ଖାଦ୍ୟ ଅଛି । .::. 33 ତେଣୁଶିଷ୍ୟମାନେ ପରସ୍ପର କହିବାକୁ ଲାଗିଲେ, କେହି ତାହାଙ୍କୁ ଖାଦ୍ୟ ଆଣି ଦେଇଛି ପରା? .::. 34 ଯୀଶୁ ସେମାନଙ୍କୁ କହିଲେ, ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବା ଓ ତାହାଙ୍କର କାର୍ଯ୍ୟ ସମାପ୍ତ କରିବା, ଏହା ହିଁ ମୋହର ଖାଦ୍ୟ । .::. 35 ଶସ୍ୟ କାଟିବାକୁ ଆହୁରି ଚାରି ମାସ ଅଛି, ଏହା କି ତୁମ୍ଭେମାନେ କହୁ ନାହଁ? ଦେଖ, ମୁଁ ତୁମ୍ଭମାନଙ୍କୁ କହୁଅଛି, କ୍ଷେତ୍ରଗୁଡ଼ିକ ପ୍ରତି ଦୃଷ୍ଟିପାତ କର; ସେହିସବୁ କଟାଯିବା ନିମନ୍ତେ ପାଚିଗଲାଣି । .::. 36 ଏବେ ସୁଦ୍ଧା କଟାଳି ମୂଲ ପାଉଅଛି ଓ ଅନ; ଜୀବନ ନିମନ୍ତେ ଫଳ ସଂଗ୍ରହ କରୁଅଛି, ଯେପରି ବୁଣାଳି ଓ କଟାଳି ଉଭୟ ମିଳି ଆନନ୍ଦ କରନ୍ତି । .::. 37 କାରଣ ଜଣେ ବୁଣେ ଓ ଅନ୍ୟ ଜଣେ କାଟେ, ଏହି କଥା ଏ ସମ୍ଵନ୍ଧରେ ସତ୍ୟ । .::. 38 ତୁମ୍ଭେମାନେ ଯାହା ନିମନ୍ତେ ପରିଶ୍ରମ କରି ନାହଁ, ତାହା କାଟିବା ପାଇଁ ମୁଁ ତୁମ୍ଭମାନଙ୍କୁ ପଠାଇଲି; ଅନ୍ୟମାନେ ପରିଶ୍ରମ କରିଅଛନ୍ତି, ଆଉ ତୁମ୍ଭେମାନେ ସେମାନଙ୍କ ପରିଶ୍ରମର ଫଳ ପାଉଅଛ । .::. 39 ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ ବୋଲି ଯେଉଁ ସ୍ତ୍ରୀଲୋକ ସାକ୍ଷ୍ୟ ଦେଇଥିଲା, ତାହାର କଥା ହେତୁ ସେହି ନଗରର ଶମିରୋଣୀୟମାନଙ୍କ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ଵାସ କଲେ । .::. 40 ଅତଏବ, ସେହି ଶମିରୋଣୀୟମାନେ ତାହାଙ୍କ ନିକଟକୁ ଆସି ସେମାନଙ୍କ ସହିତ ରହିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ, ଆଉ ସେ ଦୁଇ ଦିନ ସେ ସ୍ଥାନରେ ରହିଲେ । .::. 41 ପୁଣି, ତାହାଙ୍କ ବାକ୍ୟ ହେତୁ ଆହୁରି ଅନେକ ଲୋକ ବିଶ୍ଵାସ କଲେ; .::. 42 ଆଉ, ସେମାନେ ସେହି ସ୍ତ୍ରୀଲୋକକୁ କହିଲେ, ଏବେ ତୁମ୍ଭ କଥା ହେତୁ ଆମ୍ଭେମାନେ ବିଶ୍ଵାସ କରୁ ନାହୁଁ, କାରଣ ଆମ୍ଭେମାନେ ନିଜେ ନିଜେ ଶୁଣିଅଛୁ, ପୁଣି ଏ ଯେ ପ୍ରକୃତରେ ଜଗତର ତ୍ରାଣକର୍ତ୍ତା, ଏହା ଆମ୍ଭେମାନେ ଜାଣିଅଛୁ । .::. 43 ସେହି ଦୁଇ ଦିନ ପରେ ସେ ସେଠାରୁ ବାହାରି ଗାଲିଲୀକି ଗଲେ । .::. 44 କାରଣ ଭାବବାଦୀ ସ୍ଵଦେଶରେ ଆଦର ପାଆନ୍ତି ନାହିଁ ବୋଲି ଯୀଶୁ ଆପେ ସାକ୍ଷ୍ୟ ଦେଲେ । .::. 45 ପୁଣି, ସେ ଗାଲିଲୀକି ଆସନ୍ତେ, ପର୍ବ ସମୟରେ ସେ ଯିରୂଶାଲମରେ ଯାହା ଯାହା କରିଥିଲେ, ସେହିସବୁ ଦେଖିଥିବାରୁ ଗାଲିଲୀୟମାନେ ତାହାଙ୍କୁ ଗ୍ରହଣ କଲେ, ଯେଣୁ ସେମାନେ ମଧ୍ୟ ପର୍ବକୁ ଯାଇଥିଲେ । .::. 46 ଏଥିମଧ୍ୟରେ ଗାଲିଲୀର ଯେଉଁ କାନ୍ନା ନଗରରେ ସେ ଜଳକୁ ଦ୍ରାକ୍ଷାରସ କରିଥିଲେ, ସେ ସ୍ଥାନକୁ ସେ ପୁନର୍ବାର ଗଲେ । ଆଉ ଜଣେ ରାଜକର୍ମଚାରୀ ଥିଲେ, ତାଙ୍କ ପୁତ୍ର କଫର୍ନାହୂମରେ ପୀଡ଼ିତ ଥିଲା । .::. 47 ଯୀଶୁ ଯିହୁଦା ପ୍ରଦେଶରୁ ଗାଲିଲୀକି ବାହାରି ଆସିଅଛନ୍ତି, ଏହା ଶୁଣି ସେ ତାହାଙ୍କ ନିକଟକୁ ଯାଇ ସେ ଯେପରି ଆସି ତାଙ୍କ ପୁତ୍ରକୁ ସୁସ୍ଥ କରନ୍ତି, ଏଥିପାଇଁ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲେ, କାରଣ ସେ ମୃତବତ୍ ହୋଇଥିଲା । .::. 48 ସେଥିରେ ଯୀଶୁ ତାଙ୍କୁ କହିଲେ, ଚିହ୍ନ ଓ ଅଦ୍ଭୁତ କର୍ମମାନ ନ ଦେଖିଲେ ତୁମ୍ଭେମାନେ କୌଣସି ପ୍ରକାରେ ବିଶ୍ଵାସ କରିବ ନାହିଁ । .::. 49 ରାଜକର୍ମଚାରୀ ତାହାଙ୍କୁ କହିଲେ, ହେ ପ୍ରଭୁ, ମୋହର ପିଲାଟି ମରିବା ପୂର୍ବରୁ ଆସନ୍ତୁ । .::. 50 ଯୀଶୁ ତାଙ୍କୁ କହିଲେ, ଯାଅ, ତୁମ୍ଭର ପୁଅ ବଞ୍ଚିଲାଣି । ଯୀଶୁ ସେହି ବ୍ୟକ୍ତିଙ୍କି ଯେଉଁ ବାକ୍ୟ କହିଲେ, ସେ ତାହା ବିଶ୍ଵାସ କରି ଚାଲିଗଲେ । .::. 51 ପୁଣି, ସେ ଯାଉ ଯାଉ ତାଙ୍କ ଦାସମାନେ ତାଙ୍କୁ ଭେଟି ତାଙ୍କର ପୁତ୍ର ବଞ୍ଚିଲାଣି ବୋଲି କହିଲେ । .::. 52 ତେଣୁ କେଉଁ ଦଣ୍ତରେ ତାହାର ଉପଶମ ହେଲା, ତାହା ସେ ସେମାନଙ୍କୁ ପଚାରିଲେ । ସେଥିରେ ସେମାନେ ତାଙ୍କୁ କହିଲେ, କାଲି ସାତଟାବେଳେ ତାହାକୁ ଜ୍ଵର ଛାଡ଼ିଗଲା । .::. 53 ଏଥିରେ ପିତା ବୁଝିଲେ ଯେ, ଯୀଶୁ ଯେଉଁ ଦଣ୍ତରେ ତୁମ୍ଭର ପୁତ୍ର ବଞ୍ଚିଲାଣି ବୋଲି ତାଙ୍କୁ କହିଥିଲେ, ଠିକ୍ ସେହି ଦଣ୍ତରେ ଏହା ଘଟିଥିଲା । ଆଉ, ସେ ଆପେ ଓ ତାଙ୍କ ସମସ୍ତ ପରିବାର ବିଶ୍ଵାସ କଲେ । .::. 54 ଯିହୁଦାରୁ ପୁର୍ନବାର ଗାଲିଲୀକି ଆସି ଯୀଶୁ ଏହି ଦ୍ଵିତୀୟ ଆଶ୍ଚର୍ଯ୍ୟକର୍ମ ସାଧନ କଲେ । .::.
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 1  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 2  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 3  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 4  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 5  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 6  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 7  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 8  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 9  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 10  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 11  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 12  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 13  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 14  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 15  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 16  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 17  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 18  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 19  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 20  
  • ଯୋହନଲିଖିତ ସୁସମାଚାର ଅଧ୍ୟାୟ 21  
×

Alert

×

Oriya Letters Keypad References