ଓଡିଆ ବାଇବଲ |
BNV
ORV
IRVOR
ମାଥିଉଲିଖିତ ସୁସମାଚାର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
12
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
:
ରେକର୍ଡଗୁଡିକ
ଆଦି ପୁସ୍ତକ 15:12 (07 43 pm)
ଯିରିମିୟଙ୍କ ବିଳାପ 3:15 (07 43 pm)
ଦିତୀୟ ଶାମୁୟେଲ 7:29 (07 43 pm)
ଆୟୁବ ପୁସ୍ତକ 30:10 (07 43 pm)
ଦିତୀୟ ବିବରଣ 29:12 (07 43 pm)
ମାଥିଉଲିଖିତ ସୁସମାଚାର 12:0 (07 44 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 12
1
ସେହି ସମୟରେ ଯୀଶୁ ବିଶ୍ରାମବାରରେ ଶସ୍ୟକ୍ଷେତ୍ର ଦେଇ ଗମନ କଲେ, ଆଉ ତାହାଙ୍କର ଶିଷ୍ୟମାନେ କ୍ଷୁଧିତ ହୋଇ ଶସ୍ୟର ଶିଁଷା ଛିଣ୍ତାଇ ଖାଇବାକୁ ଲାଗିଲେ ।
2
କିନ୍ତୁ ଫାରୂଶୀମାନେ ତାହା ଦେଖି ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାରରେ ଯାହା କରିବା ବିଧିସଙ୍ଗତ ନୁହେଁ, ତାହା ତୁମ୍ଭର ଶିଷ୍ୟମାନେ କରୁଅଛନ୍ତି ।
3
ମାତ୍ର ସେ ସେମାନଙ୍କୁ କହିଲେ, ଦାଉଦ ଓ ତାଙ୍କ ସଙ୍ଗୀମାନେ କ୍ଷୁଧିତ ହେବା ସମୟରେ ସେ କଅଣ କରିଥିଲେ, ତାହା କି ତୁମ୍ଭେମାନେ ପାଠ କରି ନାହଁ?
4
ସେ କିପରି ଈଶ୍ଵରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଦର୍ଶନୀରୋଟୀ କେବଳ ଯାଜକମାନଙ୍କ ଭୋଜନ କରିବା ବିଧିସଙ୍ଗତ ଥିଲା, କିନ୍ତୁ ତାଙ୍କର ଓ ତାଙ୍କ ସଙ୍ଗୀମାନଙ୍କର ଭୋଜନ କରିବା ବିଧିସଙ୍ଗତ ନ ଥିଲା, ତାହା ସେମାନେ ଭୋଜନ କରିଥିଲେ ।
5
କିମ୍ଵା ବିଶ୍ରାମବାରରେ ଯାଜକମାନେ ମନ୍ଦିର ମଧ୍ୟରେ ବିଶ୍ରାମବାରକୁ ଅପବିତ୍ର କଲେ ହେଁ ନିର୍ଦ୍ଦୋଷ ଅଟନ୍ତି, ବ୍ୟବସ୍ଥାରେ ତୁମ୍ଭେମାନେ କଅଣ ଏହା ପାଠ କରି ନାହଁ?
6
ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ମନ୍ଦିର ଅପେକ୍ଷା ମହତ୍ ବିଷୟ ଏଠାରେ ଅଛି ।
7
କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏ ଉକ୍ତିର ମର୍ମ ଯେବେ ଜାଣିଥାଆନ୍ତ, ତେବେ ଏହି ନିର୍ଦ୍ଦୋଷ ଲୋକଙ୍କୁ ଦୋଷୀ କରି ନ ଥାଆ; ।
8
କାରଣ ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି ।
9
ଯୀଶୁ ସେହି ସ୍ଥାନରୁ ପ୍ରସ୍ଥାନ କରି ସେମାନଙ୍କ ସମାଜଗୃହରେ ପ୍ରବେଶ କଲେ ।
10
ଆଉ ଦେଖ, ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା । ପୁଣି, ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିବା ଉଦ୍ଦେଶ୍ୟରେ ତାହାଙ୍କୁ ପଚାରିଲେ, ବିଶ୍ରାମବାରରେ ସୁସ୍ଥ କରିବା କଅଣ ବିଧିସଙ୍ଗତ?
11
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ଯଦି କାହାରି ଗୋଟିଏ ମେଣ୍ଢା ଥାଏ ଓ ତାହା ବିଶ୍ରାମବାରରେ ଖାତରେ ପଡ଼ିଯାଏ, ତାହାହେଲେ ଯେ ତାହାକୁ ଧରି ନ ଉଠାଇବ, ଏପରି ଲୋକ ତୁମ୍ଭମାନଙ୍କ ମଧ୍ୟରେ କିଏ ଅଛି?
12
ତେବେ, ମେଣ୍ଢାଠାରୁ ମନୁଷ୍ୟ ଆହୁରି କେତେ ଅଧିକ ଶ୍ରେଷ୍ଠ । ଏଣୁ ବିଶ୍ରାମବାରରେ ମଙ୍ଗଳ ସାଧନ କରିବା ବିଧିସଙ୍ଗତ ।
13
ସେତେବେଳେ ସେ ସେହି ଲୋକକୁ କହିଲେ, ତୁମ୍ଭର ହାତ ବଢ଼ାଅ । ସେଥିରେ ସେ ହାତ ବଢ଼ାଇଲା, ଆଉ ତାହା ଅନ୍ୟ ହାତ ପରି ପୁଣି ଭଲ ହୋଇଗଲା ।
14
କିନ୍ତୁ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ମନ୍ତ୍ରଣା କଲେ ।
15
ଯୀଶୁ ତାହା ଜାଣି ସେଠାରୁ ଅନ୍ତର ହୋଇ ବାହାରିଗଲେ, ପୁଣି ଅନେକେ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସମସ୍ତଙ୍କୁ ସୁସ୍ଥ କଲେ
16
ଏବଂ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଦୃଢ଼ ରୂପେ ଆଜ୍ଞା ଦେଲେ,
17
ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ସଫଳ ହୁଏ,
18
ଦେଖ, ଆମ୍ଭର ଦାସ, ଯାହାଙ୍କୁ ଆମ୍ଭେ ମନୋନୀତ କରିଅଛୁ; ଆମ୍ଭର ପ୍ରିୟପାତ୍ର, ଯାହାଙ୍କଠାରେ ଆମ୍ଭ ଆତ୍ମାର ପରମ ସନ୍ତୋଷ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ଅଧିଷ୍ଠାନ କରାଇବା, ଆଉ ସେ ବିଜାତିମାନଙ୍କ ନିକଟରେ ନ୍ୟାୟବିଚାର ପ୍ରଚାର କରିବେ ।
19
ସେ ବିବାଦ କରିବେ ନାହିଁ, କିମ୍ଵା ଉଚ୍ଚ ସ୍ଵର କରିବେ ନାହିଁ, କିମ୍ଵା ଦାଣ୍ତରେ କେହି ତାହାଙ୍କ ସ୍ଵର ଶୁଣିବ ନାହିଁ ।
20
ନ୍ୟାୟକୁ ଜୟଯୁକ୍ତ ନ କରିବା ପର୍ଯ୍ୟନ୍ତ ସେ ଛେଚା ନଳ ଭାଙ୍ଗିବେ ନାହିଁ, ପୁଣି ସଧୂମ ସଳିତା ଲିଭାଇବେ ନାହିଁ ।
21
ଆଉ, ତାହାଙ୍କ ନାମରେ ବିଜାତିମାନେ ଭରସା ରଖିବେ ।
22
ସେସମୟରେ ଜଣେ ଭୂତଗ୍ରସ୍ତ ଅନ୍ଧ ଓ ଘୁଙ୍ଗା ଲୋକ ତାହାଙ୍କ ନିକଟକୁ ଅଣାଗଲା, ଆଉ ଯୀଶୁ ତାହାକୁ ସୁସ୍ଥ କଲେ; ସେଥିରେ ସେହି ଘୁଙ୍ଗା କଥା କହି ପାରିଲା ଓ ଦେଖି ପାରିଲା ।
23
ପୁଣି, ଲୋକସମୂହ ଆଚମ୍ଵିତ ହୋଇ କହିବାକୁ ଲାଗିଲେ, ଏ କଅଣ ସେହି ଦାଉଦ-ସନ୍ତାନ ନୁହନ୍ତି?
24
ମାତ୍ର ଫାରୂଶୀମାନେ ତାହା ଶୁଣି କହିଲେ, ଏ ଲୋକଟା ଭୂତପତି ବାଆଲ୍ଜିବୂଲ୍ର ବିନା ସାହାଯ୍ୟରେ ଭୂତ ଛଡ଼ାଏ ନାହିଁ।
25
କିନ୍ତୁ ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି ସେମାନଙ୍କୁ କହିଲେ, ଯେକୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ଉତ୍ସନ୍ନ ହୋଇଯାଏ; ପୁଣି, ଯେକୌଣସି ନଗର କିମ୍ଵା ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ସ୍ଥିର ହୋଇ ରହିବ ନାହିଁ ।
26
ଆଉ, ଶୟତାନ ଯଦି ଶୟତାନକୁ ଛଡ଼ାଏ, ତାହାହେଲେ ସେ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି; ତେବେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ?
27
ମୁଁ ଯେବେ ବାଆଲ୍ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତୁମ୍ଭମାନଙ୍କ ପୁତ୍ରମାନେ କାହା ସାହାଯ୍ୟରେ ସେମାନଙ୍କୁ ଛଡ଼ାନ୍ତି । ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ ।
28
କିନ୍ତୁ ମୁଁ ଯଦି ଈଶ୍ଵରଙ୍କ ଆତ୍ମାଙ୍କ ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ଵରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି ।
29
ଅବା କେହି ପ୍ରଥମେ ବଳବାନ ଲୋକକୁ ନ ବାନ୍ଧିଲେ କିପ୍ରକାରେ ତାହା ଗୃହରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ରସବୁ ହରଣ କରିପାରେ? ତାହାକୁ ଆଗେ ବାନ୍ଧିଲେ ସିନା ତାହାର ଗୃହ ଲୁଣ୍ଠନ କରିବ ।
30
ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ, ପୁଣି ଯେ ମୋʼ ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ ।
31
ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନଙ୍କର ସମସ୍ତ ପାପ ଓ ନିନ୍ଦା କ୍ଷମା କରାଯିବ, କିନ୍ତୁ ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କ୍ଷମା କରାଯିବ ନାହିଁ ।
32
ଆଉ, ଯେକେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ, ମାତ୍ର ଯେକେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ କଥା କହିବ, ଇହଯୁଗରେ କି ପରଯୁଗରେ ତାହାକୁ କ୍ଷମା ଦିଆଯିବ ନାହିଁ ।
33
ଗଛକୁ ଭଲ କୁହ ଓ ତାହାର ଫଳକୁ ଭଲ କୁହ, ନତୁବା ଗଛକୁ ମନ୍ଦ କୁହ ଓ ତାହାର ଫଳକୁ ମନ୍ଦ କୁହ, କାରଣ ଫଳ ଦ୍ଵାରା ଗଛ ଚିହ୍ନାଯାଏ ।
34
ରେ କାଳସର୍ପର ବଂଶ, ତୁମ୍ଭେମାନେ ଦୁଷ୍ଟ ହୋଇ କିପ୍ରକାରେ ଭଲ କଥା କହି ପାର? କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ ।
35
ଉତ୍ତମ ଲୋକ ଉତ୍ତମ ଭଣ୍ତାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି ମନ୍ଦ ଲୋକ ମନ୍ଦ ଭଣ୍ତାରରୁ ମନ୍ଦ ପଦାର୍ଥ ବାହାର କରେ ।
36
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର-ଦିନରେ ସେମାନେ ସେଥିର ଉତ୍ତର ଦେବେ;
37
ଯେଣୁ ତୁମ୍ଭ ବାକ୍ୟ ଦ୍ଵାରା ତୁମ୍ଭେ ନିର୍ଦ୍ଦୋଷ ଓ ତୁମ୍ଭ ବାକ୍ୟ ଦ୍ଵାରା ତୁମ୍ଭେ ଦୋଷୀ ବୋଲି ପ୍ରମାଣିତ ହେବ ।
38
ସେତେବେଳେ ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଆପଣଙ୍କଠାରୁ ଗୋଟିଏ ଚିହ୍ନ ଦେଖିବାକୁ ଇଚ୍ଛା କରୁଅଛୁ ।
39
କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଅନ୍ଵେଷଣ କରନ୍ତି, ମାତ୍ର ଭାବବାଦୀ ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ ।
40
କାରଣ ଯୂନସ ଯେପରି ତିନି ଦିନ ଓ ତିନି ରାତ୍ରି ବୃହତ୍ ମତ୍ସ୍ୟ ଉଦରରେ ଥିଲେ, ମନୁଷ୍ୟପୁତ୍ର ସେହିପରି ତିନି ଦିନ ଓ ତିନି ରାତ୍ରି ଭୂଗର୍ଭରେ ରହିବେ ।
41
ନୀନିବୀର ଲୋକମାନେ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ ପରିବର୍ତ୍ତନ କରିଥିଲେ,, ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ୍ ବିଷୟ ଏ ସ୍ଥାନରେ ଅଛି ।
42
ଆଉ, ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ, କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଥିଲେ, ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ୍ ବିଷୟ ଏ ସ୍ଥାନରେ ଅଛି ।
43
ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଗଲା ଉତ୍ତାରେ ଜଳଶୂନ୍ୟ ସ୍ଥାନସବୁ ଭ୍ରମଣ କରି ବିଶ୍ରାମ ଖୋଜେ ଓ ତାହା ପାଏ ନାହିଁ ।
44
ସେଥିରେ ସେ କୁହେ, ମୁଁ ଯେଉଁ ଘରୁ ବାହାରି ଆସିଥିଲି, ମୋର ସେହି ଘରକୁ ବାହୁଡ଼ିଯିବି; ପୁଣି, ସେ ଆସି ତାହା ଶୂନ୍ୟ, ମାର୍ଜିତ ଓ ସୁଶୋଭିତ ଦେଖେ ।
45
ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ଦୁଷ୍ଟ ଆଉ ସାତୋଟା ଆତ୍ମା ସାଙ୍ଗରେ ଘେନି ଆସେ, ପୁଣି ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି, ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ । ଏହି ଦୁଷ୍ଟ ପୁରୁଷ ପ୍ରତି ମଧ୍ୟ ସେହି ପ୍ରକାର ଘଟିବ ।
46
ଯୀଶୁ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମା ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ ।
47
ସେଥିରେ ଜଣେ ତାହାଙ୍କୁ କହିଲା, ଦେଖନ୍ତୁ, ଆପଣଙ୍କ ମା ଓ ଭାଇମାନେ ବାହାରେ ଠିଆ ହୋଇ ଆପଣଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଅଛନ୍ତି ।
48
କିନ୍ତୁ ଯେ ତାହାଙ୍କୁ ଏହି କଥା କହିଲା, ତାହାକୁ ଯୀଶୁ ଉତ୍ତର ଦେଲେ, ମୋହର ମା କିଏ? ଆଉ, ମୋହର ଭାଇମାନେ କିଏ?
49
ପୁଣି, ଯୀଶୁ ଆପଣା ଶିଷ୍ୟମାନଙ୍କ ଆଡ଼କୁ ହାତ ବଢ଼ାଇ କହିଲେ, ଦେଖ, ମୋହର ମା ଓ ମୋହର ଭାଇମାନେ,
50
କାରଣ ଯେ କେହି ମୋହର ସ୍ଵର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ,ଭଉଣୀ ଓ ମା ।
ମାଥିଉଲିଖିତ ସୁସମାଚାର 12
1. ସେହି ସମୟରେ ଯୀଶୁ ବିଶ୍ରାମବାରରେ ଶସ୍ୟକ୍ଷେତ୍ର ଦେଇ ଗମନ କଲେ, ଆଉ ତାହାଙ୍କର ଶିଷ୍ୟମାନେ କ୍ଷୁଧିତ ହୋଇ ଶସ୍ୟର ଶିଁଷା ଛିଣ୍ତାଇ ଖାଇବାକୁ ଲାଗିଲେ । 2. କିନ୍ତୁ ଫାରୂଶୀମାନେ ତାହା ଦେଖି ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାରରେ ଯାହା କରିବା ବିଧିସଙ୍ଗତ ନୁହେଁ, ତାହା ତୁମ୍ଭର ଶିଷ୍ୟମାନେ କରୁଅଛନ୍ତି । 3. ମାତ୍ର ସେ ସେମାନଙ୍କୁ କହିଲେ, ଦାଉଦ ଓ ତାଙ୍କ ସଙ୍ଗୀମାନେ କ୍ଷୁଧିତ ହେବା ସମୟରେ ସେ କଅଣ କରିଥିଲେ, ତାହା କି ତୁମ୍ଭେମାନେ ପାଠ କରି ନାହଁ? 4. ସେ କିପରି ଈଶ୍ଵରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଦର୍ଶନୀରୋଟୀ କେବଳ ଯାଜକମାନଙ୍କ ଭୋଜନ କରିବା ବିଧିସଙ୍ଗତ ଥିଲା, କିନ୍ତୁ ତାଙ୍କର ଓ ତାଙ୍କ ସଙ୍ଗୀମାନଙ୍କର ଭୋଜନ କରିବା ବିଧିସଙ୍ଗତ ନ ଥିଲା, ତାହା ସେମାନେ ଭୋଜନ କରିଥିଲେ । 5. କିମ୍ଵା ବିଶ୍ରାମବାରରେ ଯାଜକମାନେ ମନ୍ଦିର ମଧ୍ୟରେ ବିଶ୍ରାମବାରକୁ ଅପବିତ୍ର କଲେ ହେଁ ନିର୍ଦ୍ଦୋଷ ଅଟନ୍ତି, ବ୍ୟବସ୍ଥାରେ ତୁମ୍ଭେମାନେ କଅଣ ଏହା ପାଠ କରି ନାହଁ? 6. ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ମନ୍ଦିର ଅପେକ୍ଷା ମହତ୍ ବିଷୟ ଏଠାରେ ଅଛି । 7. କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏ ଉକ୍ତିର ମର୍ମ ଯେବେ ଜାଣିଥାଆନ୍ତ, ତେବେ ଏହି ନିର୍ଦ୍ଦୋଷ ଲୋକଙ୍କୁ ଦୋଷୀ କରି ନ ଥାଆ; । 8. କାରଣ ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି । 9. ଯୀଶୁ ସେହି ସ୍ଥାନରୁ ପ୍ରସ୍ଥାନ କରି ସେମାନଙ୍କ ସମାଜଗୃହରେ ପ୍ରବେଶ କଲେ । 10. ଆଉ ଦେଖ, ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା । ପୁଣି, ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିବା ଉଦ୍ଦେଶ୍ୟରେ ତାହାଙ୍କୁ ପଚାରିଲେ, ବିଶ୍ରାମବାରରେ ସୁସ୍ଥ କରିବା କଅଣ ବିଧିସଙ୍ଗତ? 11. କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ଯଦି କାହାରି ଗୋଟିଏ ମେଣ୍ଢା ଥାଏ ଓ ତାହା ବିଶ୍ରାମବାରରେ ଖାତରେ ପଡ଼ିଯାଏ, ତାହାହେଲେ ଯେ ତାହାକୁ ଧରି ନ ଉଠାଇବ, ଏପରି ଲୋକ ତୁମ୍ଭମାନଙ୍କ ମଧ୍ୟରେ କିଏ ଅଛି? 12. ତେବେ, ମେଣ୍ଢାଠାରୁ ମନୁଷ୍ୟ ଆହୁରି କେତେ ଅଧିକ ଶ୍ରେଷ୍ଠ । ଏଣୁ ବିଶ୍ରାମବାରରେ ମଙ୍ଗଳ ସାଧନ କରିବା ବିଧିସଙ୍ଗତ । 13. ସେତେବେଳେ ସେ ସେହି ଲୋକକୁ କହିଲେ, ତୁମ୍ଭର ହାତ ବଢ଼ାଅ । ସେଥିରେ ସେ ହାତ ବଢ଼ାଇଲା, ଆଉ ତାହା ଅନ୍ୟ ହାତ ପରି ପୁଣି ଭଲ ହୋଇଗଲା । 14. କିନ୍ତୁ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ମନ୍ତ୍ରଣା କଲେ । 15. ଯୀଶୁ ତାହା ଜାଣି ସେଠାରୁ ଅନ୍ତର ହୋଇ ବାହାରିଗଲେ, ପୁଣି ଅନେକେ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସମସ୍ତଙ୍କୁ ସୁସ୍ଥ କଲେ 16. ଏବଂ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଦୃଢ଼ ରୂପେ ଆଜ୍ଞା ଦେଲେ, 17. ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, 18. ଦେଖ, ଆମ୍ଭର ଦାସ, ଯାହାଙ୍କୁ ଆମ୍ଭେ ମନୋନୀତ କରିଅଛୁ; ଆମ୍ଭର ପ୍ରିୟପାତ୍ର, ଯାହାଙ୍କଠାରେ ଆମ୍ଭ ଆତ୍ମାର ପରମ ସନ୍ତୋଷ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ଅଧିଷ୍ଠାନ କରାଇବା, ଆଉ ସେ ବିଜାତିମାନଙ୍କ ନିକଟରେ ନ୍ୟାୟବିଚାର ପ୍ରଚାର କରିବେ । 19. ସେ ବିବାଦ କରିବେ ନାହିଁ, କିମ୍ଵା ଉଚ୍ଚ ସ୍ଵର କରିବେ ନାହିଁ, କିମ୍ଵା ଦାଣ୍ତରେ କେହି ତାହାଙ୍କ ସ୍ଵର ଶୁଣିବ ନାହିଁ । 20. ନ୍ୟାୟକୁ ଜୟଯୁକ୍ତ ନ କରିବା ପର୍ଯ୍ୟନ୍ତ ସେ ଛେଚା ନଳ ଭାଙ୍ଗିବେ ନାହିଁ, ପୁଣି ସଧୂମ ସଳିତା ଲିଭାଇବେ ନାହିଁ । 21. ଆଉ, ତାହାଙ୍କ ନାମରେ ବିଜାତିମାନେ ଭରସା ରଖିବେ । 22. ସେସମୟରେ ଜଣେ ଭୂତଗ୍ରସ୍ତ ଅନ୍ଧ ଓ ଘୁଙ୍ଗା ଲୋକ ତାହାଙ୍କ ନିକଟକୁ ଅଣାଗଲା, ଆଉ ଯୀଶୁ ତାହାକୁ ସୁସ୍ଥ କଲେ; ସେଥିରେ ସେହି ଘୁଙ୍ଗା କଥା କହି ପାରିଲା ଓ ଦେଖି ପାରିଲା । 23. ପୁଣି, ଲୋକସମୂହ ଆଚମ୍ଵିତ ହୋଇ କହିବାକୁ ଲାଗିଲେ, ଏ କଅଣ ସେହି ଦାଉଦ-ସନ୍ତାନ ନୁହନ୍ତି? 24. ମାତ୍ର ଫାରୂଶୀମାନେ ତାହା ଶୁଣି କହିଲେ, ଏ ଲୋକଟା ଭୂତପତି ବାଆଲ୍ଜିବୂଲ୍ର ବିନା ସାହାଯ୍ୟରେ ଭୂତ ଛଡ଼ାଏ ନାହିଁ। 25. କିନ୍ତୁ ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି ସେମାନଙ୍କୁ କହିଲେ, ଯେକୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ଉତ୍ସନ୍ନ ହୋଇଯାଏ; ପୁଣି, ଯେକୌଣସି ନଗର କିମ୍ଵା ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ସ୍ଥିର ହୋଇ ରହିବ ନାହିଁ । 26. ଆଉ, ଶୟତାନ ଯଦି ଶୟତାନକୁ ଛଡ଼ାଏ, ତାହାହେଲେ ସେ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି; ତେବେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ? 27. ମୁଁ ଯେବେ ବାଆଲ୍ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତୁମ୍ଭମାନଙ୍କ ପୁତ୍ରମାନେ କାହା ସାହାଯ୍ୟରେ ସେମାନଙ୍କୁ ଛଡ଼ାନ୍ତି । ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ । 28. କିନ୍ତୁ ମୁଁ ଯଦି ଈଶ୍ଵରଙ୍କ ଆତ୍ମାଙ୍କ ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ଵରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି । 29. ଅବା କେହି ପ୍ରଥମେ ବଳବାନ ଲୋକକୁ ନ ବାନ୍ଧିଲେ କିପ୍ରକାରେ ତାହା ଗୃହରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ରସବୁ ହରଣ କରିପାରେ? ତାହାକୁ ଆଗେ ବାନ୍ଧିଲେ ସିନା ତାହାର ଗୃହ ଲୁଣ୍ଠନ କରିବ । 30. ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ, ପୁଣି ଯେ ମୋʼ ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ । 31. ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନଙ୍କର ସମସ୍ତ ପାପ ଓ ନିନ୍ଦା କ୍ଷମା କରାଯିବ, କିନ୍ତୁ ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କ୍ଷମା କରାଯିବ ନାହିଁ । 32. ଆଉ, ଯେକେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ, ମାତ୍ର ଯେକେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ କଥା କହିବ, ଇହଯୁଗରେ କି ପରଯୁଗରେ ତାହାକୁ କ୍ଷମା ଦିଆଯିବ ନାହିଁ । 33. ଗଛକୁ ଭଲ କୁହ ଓ ତାହାର ଫଳକୁ ଭଲ କୁହ, ନତୁବା ଗଛକୁ ମନ୍ଦ କୁହ ଓ ତାହାର ଫଳକୁ ମନ୍ଦ କୁହ, କାରଣ ଫଳ ଦ୍ଵାରା ଗଛ ଚିହ୍ନାଯାଏ । 34. ରେ କାଳସର୍ପର ବଂଶ, ତୁମ୍ଭେମାନେ ଦୁଷ୍ଟ ହୋଇ କିପ୍ରକାରେ ଭଲ କଥା କହି ପାର? କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ । 35. ଉତ୍ତମ ଲୋକ ଉତ୍ତମ ଭଣ୍ତାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି ମନ୍ଦ ଲୋକ ମନ୍ଦ ଭଣ୍ତାରରୁ ମନ୍ଦ ପଦାର୍ଥ ବାହାର କରେ । 36. କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର-ଦିନରେ ସେମାନେ ସେଥିର ଉତ୍ତର ଦେବେ; 37. ଯେଣୁ ତୁମ୍ଭ ବାକ୍ୟ ଦ୍ଵାରା ତୁମ୍ଭେ ନିର୍ଦ୍ଦୋଷ ଓ ତୁମ୍ଭ ବାକ୍ୟ ଦ୍ଵାରା ତୁମ୍ଭେ ଦୋଷୀ ବୋଲି ପ୍ରମାଣିତ ହେବ । 38. ସେତେବେଳେ ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଆପଣଙ୍କଠାରୁ ଗୋଟିଏ ଚିହ୍ନ ଦେଖିବାକୁ ଇଚ୍ଛା କରୁଅଛୁ । 39. କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଅନ୍ଵେଷଣ କରନ୍ତି, ମାତ୍ର ଭାବବାଦୀ ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ । 40. କାରଣ ଯୂନସ ଯେପରି ତିନି ଦିନ ଓ ତିନି ରାତ୍ରି ବୃହତ୍ ମତ୍ସ୍ୟ ଉଦରରେ ଥିଲେ, ମନୁଷ୍ୟପୁତ୍ର ସେହିପରି ତିନି ଦିନ ଓ ତିନି ରାତ୍ରି ଭୂଗର୍ଭରେ ରହିବେ । 41. ନୀନିବୀର ଲୋକମାନେ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ ପରିବର୍ତ୍ତନ କରିଥିଲେ,, ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ୍ ବିଷୟ ଏ ସ୍ଥାନରେ ଅଛି । 42. ଆଉ, ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ, କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଥିଲେ, ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ୍ ବିଷୟ ଏ ସ୍ଥାନରେ ଅଛି । 43. ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଗଲା ଉତ୍ତାରେ ଜଳଶୂନ୍ୟ ସ୍ଥାନସବୁ ଭ୍ରମଣ କରି ବିଶ୍ରାମ ଖୋଜେ ଓ ତାହା ପାଏ ନାହିଁ । 44. ସେଥିରେ ସେ କୁହେ, ମୁଁ ଯେଉଁ ଘରୁ ବାହାରି ଆସିଥିଲି, ମୋର ସେହି ଘରକୁ ବାହୁଡ଼ିଯିବି; ପୁଣି, ସେ ଆସି ତାହା ଶୂନ୍ୟ, ମାର୍ଜିତ ଓ ସୁଶୋଭିତ ଦେଖେ । 45. ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ଦୁଷ୍ଟ ଆଉ ସାତୋଟା ଆତ୍ମା ସାଙ୍ଗରେ ଘେନି ଆସେ, ପୁଣି ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି, ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ । ଏହି ଦୁଷ୍ଟ ପୁରୁଷ ପ୍ରତି ମଧ୍ୟ ସେହି ପ୍ରକାର ଘଟିବ । 46. ଯୀଶୁ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମା ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ । 47. ସେଥିରେ ଜଣେ ତାହାଙ୍କୁ କହିଲା, ଦେଖନ୍ତୁ, ଆପଣଙ୍କ ମା ଓ ଭାଇମାନେ ବାହାରେ ଠିଆ ହୋଇ ଆପଣଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଅଛନ୍ତି । 48. କିନ୍ତୁ ଯେ ତାହାଙ୍କୁ ଏହି କଥା କହିଲା, ତାହାକୁ ଯୀଶୁ ଉତ୍ତର ଦେଲେ, ମୋହର ମା କିଏ? ଆଉ, ମୋହର ଭାଇମାନେ କିଏ? 49. ପୁଣି, ଯୀଶୁ ଆପଣା ଶିଷ୍ୟମାନଙ୍କ ଆଡ଼କୁ ହାତ ବଢ଼ାଇ କହିଲେ, ଦେଖ, ମୋହର ମା ଓ ମୋହର ଭାଇମାନେ, 50. କାରଣ ଯେ କେହି ମୋହର ସ୍ଵର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ,ଭଉଣୀ ଓ ମା ।
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 1
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 2
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 3
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 4
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 5
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 6
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 7
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 8
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 9
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 10
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 11
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 12
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 13
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 14
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 15
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 16
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 17
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 18
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 19
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 20
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 21
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 22
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 23
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 24
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 25
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 26
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 27
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 28
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References