ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ହିତୋପଦେଶ

ହିତୋପଦେଶ ଅଧ୍ୟାୟ 10

1 ଶଲୋମନଙ୍କର ହିତୋପଦେଶ । ଜ୍ଞାନବାନ ପୁତ୍ର ପିତାର ଆନନ୍ଦ ଜନ୍ମାଏ; କିନ୍ତୁ ହୀନବୁଦ୍ଧି ପୁତ୍ର ତାହା ମାତାର ଶୋକର କାରଣ । 2 ଦୁଷ୍ଟତା-ଜାତ ଧନ କିଛି ଫଳ ଦିଏ ନାହିଁ; ମାତ୍ର ଧାର୍ମିକତା ମୃତ୍ୟୁରୁ ଉଦ୍ଧାର କରେ । 3 ସଦାପ୍ରଭୁ ଧାର୍ମିକର ପ୍ରାଣକୁ କ୍ଷୁଧାରେ କ୍ଷୀଣ ହେବାକୁ ଦେବେ ନାହିଁ; ମାତ୍ର ସେ ଦୁଷ୍ଟର କାମନା ଫିଙ୍ଗି ଦିଅନ୍ତି । 4 ଯେଉଁ ଲୋକ ଶିଥିଳ ହସ୍ତରେ କର୍ମ କରେ, ସେ ଦରିଦ୍ର ହୁଅଇ; ମାତ୍ର କର୍ମଶୀଳର ହସ୍ତ ଧନବାନ କରେ। 5 ଗ୍ରୀଷ୍ମକାଳରେ ଯେ ସଞ୍ଚୟ କରେ, ସେ ବୁଦ୍ଧିମାନ ପୁତ୍ର; ମାତ୍ର ଫସଲ ସମୟରେ ଯେ ନିଦ୍ରିତ ଥାଏ, ସେହି ପୁତ୍ର ଲଜ୍ଜାଜନକ। 6 ଧାର୍ମିକର ମସ୍ତକରେ ଆଶୀର୍ବାଦ ବର୍ତ୍ତେ; ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ । 7 ଧାର୍ମିକର ସ୍ମରଣ ଧନ୍ୟ, ମାତ୍ର ଦୁଷ୍ଟର ନାମ ପଚିଯିବ । 8 ଯେ ଅନ୍ତଃକରଣରେ ଜ୍ଞାନୀ, ସେ ଆଜ୍ଞା ଗ୍ରହଣ କରିବ; ମାତ୍ର ଅଜ୍ଞାନ ବକୁଆ ପତିତ ହେବ । 9 ସରଳାଚାରୀ ନିର୍ଭୟରେ ଚାଲେ, ମାତ୍ର ବକ୍ରଗାମୀ ଜଣାପଡ଼ିବ । 10 ଯେ ଆକ୍ଷିରେ ଠାର ମାରେ, ସେ ଦୁଃଖ ଜନ୍ମାଏ, ପୁଣି ଅଜ୍ଞାନ ବକୁଆ ପତିତ ହେବ । 11 ଧାର୍ମିକର ମୁଖ ଜୀବନର ନିର୍ଝର, ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ । 12 ହିଂସା କଳି ଜନ୍ମାଏ, ମାତ୍ର ପ୍ରେମ ସବୁ ଅଧର୍ମ ଢାଙ୍କେ । 13 ସୁବିବେକୀର ଓଷ୍ଠରେ ଜ୍ଞାନ ଥାଏ, ମାତ୍ର ନିର୍ବୋଧର ପିଠି ପାଇଁ ବାଡ଼ି । 14 ଜ୍ଞାନୀମାନେ ବିଦ୍ୟା ସଞ୍ଚୟ କରନ୍ତି, ମାତ୍ର ଅଜ୍ଞାନର ମୁଖ ଉପସ୍ଥିତ ବିନାଶ ସ୍ଵରୂପ । 15 ଧନୀର ଧନ ତାହାର ଦୃଢ଼ ନଗର, ଦରିଦ୍ରମାନଙ୍କ ଦରିଦ୍ରତା ସେମାନଙ୍କର ବିନାଶ । 16 ଧାର୍ମିକର ପରିଶ୍ରମ ଜୀବନଜନକ, ପୁଣି ଅଧାର୍ମିକର ଆୟ ପାପଜନକ । 17 ଉପଦେଶ ଯେ ମାନେ, ସେ ଜୀବନ-ପଥରେ ଚାଲେ; ମାତ୍ର ଯେ ଅନୁଯୋଗ ତ୍ୟାଗ କରେ, ସେ ଭ୍ରାନ୍ତ ହୁଏ । 18 ଯେ ହିଂସା ଆଚ୍ଛାଦନ କରେ, ତାହାର ଓଷ୍ଠାଧର ମିଥ୍ୟାବାଦୀ; ପୁଣି, ଯେ ଅପବାଦ ରଟନା କରେ, ସେ ଅଜ୍ଞାନ । 19 ବହୁ ବାକ୍ୟରେ ଅଧର୍ମର ଅଭାବ ନ ଥାଏ, ମାତ୍ର ଯେ ଆପଣା ଓଷ୍ଠାଧରକୁ ଦମନ କରେ, ସେ ବୁଦ୍ଧିମାନ । 20 ଧାର୍ମିକର ଜିହ୍ଵା ମନୋନୀତ ରୂପା ତୁଲ୍ୟ, ମାତ୍ର ଦୁଷ୍ଟର ହୃଦୟ ଅଳ୍ପ ମୂଲ୍ୟ । 21 ଧାର୍ମିକର ଓଷ୍ଠାଧର ଅନେକଙ୍କୁ ପ୍ରତିପାଳନ କରେ, ମାତ୍ର ଅଜ୍ଞାନମାନେ ନିର୍ବୋଧତା ହେତୁରୁ ମରନ୍ତି । 22 ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ କରେ, ପୁଣି ସେ ତାହା ସଙ୍ଗରେ ଦୁଃଖ ଯୋଗ କରନ୍ତି ନାହିଁ । 23 କୁକ୍ରିୟା କରିବାର ଅଜ୍ଞାନର କୌତୁକ, ସେହିପରି ଜ୍ଞାନ ବୁଦ୍ଧିମାନ ଲୋକର । 24 ଦୁଷ୍ଟ ଲୋକ ଯାହା ଭୟ କରେ, ତାହା ହିଁ ତାହାକୁ ଘଟେ; ମାତ୍ର ଧାର୍ମିକର ମନୋବାଞ୍ଛା ତାହାକୁ ଦିଆଯିବ। 25 ଘୂର୍ଣ୍ଣିବାୟୁ ବହିଲେ ଦୁଷ୍ଟ ଆଉ ନ ଥାଏ, ମାତ୍ର ଧାର୍ମିକ ଅନନ୍ତକାଳସ୍ଥାୟୀ ମୂଳଦୁଆ ସ୍ଵରୂପ। 26 ଯେପରି ଦନ୍ତକୁ କଟୁ ରସ ଓ ଚକ୍ଷୁକୁ ଧୂଆଁ, ସେପରି ଆପଣା ପ୍ରେରକମାନଙ୍କ ପ୍ରତି ଅଳସୁଆ । 27 ସଦାପ୍ରଭୁଙ୍କ ବିଷୟକ ଭୟ ଦିନ ବଢ଼ାଏ, ମାତ୍ର ଦୁଷ୍ଟର ବର୍ଷ ଊଣା କରାଯିବ । 28 ଧାର୍ମିକର ଆଶା ଆନନ୍ଦଜନକ ହେବ, ମାତ୍ର ଦୁଷ୍ଟର ଭରସା କ୍ଷୟ ପାଇବ । 29 ସଦାପ୍ରଭୁଙ୍କ ପଥ ସରଳାଚାରୀମାନଙ୍କ ପ୍ରତି ଦୃଢ଼ ଗଡ଼; ମାତ୍ର କୁକର୍ମକାରୀମାନଙ୍କ ପ୍ରତି ତାହା ବିନାଶଜନକ । 30 ଧାର୍ମିକ କେବେ ହେଁ ଘୁଞ୍ଚା ଯିବ ନାହିଁ; ମାତ୍ର ଦୁଷ୍ଟ ଦେଶବାସୀ ହେବ ନାହିଁ । 31 ଧାର୍ମିକର ମୁଖ ଜ୍ଞାନ ଜନ୍ମାଏ, ମାତ୍ର କୁଟିଳବାଦୀ ଜିହ୍ଵା ଉଚ୍ଛିନ୍ନ ହେବ । 32 ଧାର୍ମିକର ଓଷ୍ଠାଧର ତୁଷ୍ଟିକର କଥା ଜାଣେ, ମାତ୍ର ଦୁଷ୍ଟର ମୁଖ କୁଟିଳ କଥା କହେ ।
1 ଶଲୋମନଙ୍କର ହିତୋପଦେଶ । ଜ୍ଞାନବାନ ପୁତ୍ର ପିତାର ଆନନ୍ଦ ଜନ୍ମାଏ; କିନ୍ତୁ ହୀନବୁଦ୍ଧି ପୁତ୍ର ତାହା ମାତାର ଶୋକର କାରଣ । .::. 2 ଦୁଷ୍ଟତା-ଜାତ ଧନ କିଛି ଫଳ ଦିଏ ନାହିଁ; ମାତ୍ର ଧାର୍ମିକତା ମୃତ୍ୟୁରୁ ଉଦ୍ଧାର କରେ । .::. 3 ସଦାପ୍ରଭୁ ଧାର୍ମିକର ପ୍ରାଣକୁ କ୍ଷୁଧାରେ କ୍ଷୀଣ ହେବାକୁ ଦେବେ ନାହିଁ; ମାତ୍ର ସେ ଦୁଷ୍ଟର କାମନା ଫିଙ୍ଗି ଦିଅନ୍ତି । .::. 4 ଯେଉଁ ଲୋକ ଶିଥିଳ ହସ୍ତରେ କର୍ମ କରେ, ସେ ଦରିଦ୍ର ହୁଅଇ; ମାତ୍ର କର୍ମଶୀଳର ହସ୍ତ ଧନବାନ କରେ। .::. 5 ଗ୍ରୀଷ୍ମକାଳରେ ଯେ ସଞ୍ଚୟ କରେ, ସେ ବୁଦ୍ଧିମାନ ପୁତ୍ର; ମାତ୍ର ଫସଲ ସମୟରେ ଯେ ନିଦ୍ରିତ ଥାଏ, ସେହି ପୁତ୍ର ଲଜ୍ଜାଜନକ। .::. 6 ଧାର୍ମିକର ମସ୍ତକରେ ଆଶୀର୍ବାଦ ବର୍ତ୍ତେ; ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ । .::. 7 ଧାର୍ମିକର ସ୍ମରଣ ଧନ୍ୟ, ମାତ୍ର ଦୁଷ୍ଟର ନାମ ପଚିଯିବ । .::. 8 ଯେ ଅନ୍ତଃକରଣରେ ଜ୍ଞାନୀ, ସେ ଆଜ୍ଞା ଗ୍ରହଣ କରିବ; ମାତ୍ର ଅଜ୍ଞାନ ବକୁଆ ପତିତ ହେବ । .::. 9 ସରଳାଚାରୀ ନିର୍ଭୟରେ ଚାଲେ, ମାତ୍ର ବକ୍ରଗାମୀ ଜଣାପଡ଼ିବ । .::. 10 ଯେ ଆକ୍ଷିରେ ଠାର ମାରେ, ସେ ଦୁଃଖ ଜନ୍ମାଏ, ପୁଣି ଅଜ୍ଞାନ ବକୁଆ ପତିତ ହେବ । .::. 11 ଧାର୍ମିକର ମୁଖ ଜୀବନର ନିର୍ଝର, ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ । .::. 12 ହିଂସା କଳି ଜନ୍ମାଏ, ମାତ୍ର ପ୍ରେମ ସବୁ ଅଧର୍ମ ଢାଙ୍କେ । .::. 13 ସୁବିବେକୀର ଓଷ୍ଠରେ ଜ୍ଞାନ ଥାଏ, ମାତ୍ର ନିର୍ବୋଧର ପିଠି ପାଇଁ ବାଡ଼ି । .::. 14 ଜ୍ଞାନୀମାନେ ବିଦ୍ୟା ସଞ୍ଚୟ କରନ୍ତି, ମାତ୍ର ଅଜ୍ଞାନର ମୁଖ ଉପସ୍ଥିତ ବିନାଶ ସ୍ଵରୂପ । .::. 15 ଧନୀର ଧନ ତାହାର ଦୃଢ଼ ନଗର, ଦରିଦ୍ରମାନଙ୍କ ଦରିଦ୍ରତା ସେମାନଙ୍କର ବିନାଶ । .::. 16 ଧାର୍ମିକର ପରିଶ୍ରମ ଜୀବନଜନକ, ପୁଣି ଅଧାର୍ମିକର ଆୟ ପାପଜନକ । .::. 17 ଉପଦେଶ ଯେ ମାନେ, ସେ ଜୀବନ-ପଥରେ ଚାଲେ; ମାତ୍ର ଯେ ଅନୁଯୋଗ ତ୍ୟାଗ କରେ, ସେ ଭ୍ରାନ୍ତ ହୁଏ । .::. 18 ଯେ ହିଂସା ଆଚ୍ଛାଦନ କରେ, ତାହାର ଓଷ୍ଠାଧର ମିଥ୍ୟାବାଦୀ; ପୁଣି, ଯେ ଅପବାଦ ରଟନା କରେ, ସେ ଅଜ୍ଞାନ । .::. 19 ବହୁ ବାକ୍ୟରେ ଅଧର୍ମର ଅଭାବ ନ ଥାଏ, ମାତ୍ର ଯେ ଆପଣା ଓଷ୍ଠାଧରକୁ ଦମନ କରେ, ସେ ବୁଦ୍ଧିମାନ । .::. 20 ଧାର୍ମିକର ଜିହ୍ଵା ମନୋନୀତ ରୂପା ତୁଲ୍ୟ, ମାତ୍ର ଦୁଷ୍ଟର ହୃଦୟ ଅଳ୍ପ ମୂଲ୍ୟ । .::. 21 ଧାର୍ମିକର ଓଷ୍ଠାଧର ଅନେକଙ୍କୁ ପ୍ରତିପାଳନ କରେ, ମାତ୍ର ଅଜ୍ଞାନମାନେ ନିର୍ବୋଧତା ହେତୁରୁ ମରନ୍ତି । .::. 22 ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ କରେ, ପୁଣି ସେ ତାହା ସଙ୍ଗରେ ଦୁଃଖ ଯୋଗ କରନ୍ତି ନାହିଁ । .::. 23 କୁକ୍ରିୟା କରିବାର ଅଜ୍ଞାନର କୌତୁକ, ସେହିପରି ଜ୍ଞାନ ବୁଦ୍ଧିମାନ ଲୋକର । .::. 24 ଦୁଷ୍ଟ ଲୋକ ଯାହା ଭୟ କରେ, ତାହା ହିଁ ତାହାକୁ ଘଟେ; ମାତ୍ର ଧାର୍ମିକର ମନୋବାଞ୍ଛା ତାହାକୁ ଦିଆଯିବ। .::. 25 ଘୂର୍ଣ୍ଣିବାୟୁ ବହିଲେ ଦୁଷ୍ଟ ଆଉ ନ ଥାଏ, ମାତ୍ର ଧାର୍ମିକ ଅନନ୍ତକାଳସ୍ଥାୟୀ ମୂଳଦୁଆ ସ୍ଵରୂପ। .::. 26 ଯେପରି ଦନ୍ତକୁ କଟୁ ରସ ଓ ଚକ୍ଷୁକୁ ଧୂଆଁ, ସେପରି ଆପଣା ପ୍ରେରକମାନଙ୍କ ପ୍ରତି ଅଳସୁଆ । .::. 27 ସଦାପ୍ରଭୁଙ୍କ ବିଷୟକ ଭୟ ଦିନ ବଢ଼ାଏ, ମାତ୍ର ଦୁଷ୍ଟର ବର୍ଷ ଊଣା କରାଯିବ । .::. 28 ଧାର୍ମିକର ଆଶା ଆନନ୍ଦଜନକ ହେବ, ମାତ୍ର ଦୁଷ୍ଟର ଭରସା କ୍ଷୟ ପାଇବ । .::. 29 ସଦାପ୍ରଭୁଙ୍କ ପଥ ସରଳାଚାରୀମାନଙ୍କ ପ୍ରତି ଦୃଢ଼ ଗଡ଼; ମାତ୍ର କୁକର୍ମକାରୀମାନଙ୍କ ପ୍ରତି ତାହା ବିନାଶଜନକ । .::. 30 ଧାର୍ମିକ କେବେ ହେଁ ଘୁଞ୍ଚା ଯିବ ନାହିଁ; ମାତ୍ର ଦୁଷ୍ଟ ଦେଶବାସୀ ହେବ ନାହିଁ । .::. 31 ଧାର୍ମିକର ମୁଖ ଜ୍ଞାନ ଜନ୍ମାଏ, ମାତ୍ର କୁଟିଳବାଦୀ ଜିହ୍ଵା ଉଚ୍ଛିନ୍ନ ହେବ । .::. 32 ଧାର୍ମିକର ଓଷ୍ଠାଧର ତୁଷ୍ଟିକର କଥା ଜାଣେ, ମାତ୍ର ଦୁଷ୍ଟର ମୁଖ କୁଟିଳ କଥା କହେ । .::.
  • ହିତୋପଦେଶ ଅଧ୍ୟାୟ 1  
  • ହିତୋପଦେଶ ଅଧ୍ୟାୟ 2  
  • ହିତୋପଦେଶ ଅଧ୍ୟାୟ 3  
  • ହିତୋପଦେଶ ଅଧ୍ୟାୟ 4  
  • ହିତୋପଦେଶ ଅଧ୍ୟାୟ 5  
  • ହିତୋପଦେଶ ଅଧ୍ୟାୟ 6  
  • ହିତୋପଦେଶ ଅଧ୍ୟାୟ 7  
  • ହିତୋପଦେଶ ଅଧ୍ୟାୟ 8  
  • ହିତୋପଦେଶ ଅଧ୍ୟାୟ 9  
  • ହିତୋପଦେଶ ଅଧ୍ୟାୟ 10  
  • ହିତୋପଦେଶ ଅଧ୍ୟାୟ 11  
  • ହିତୋପଦେଶ ଅଧ୍ୟାୟ 12  
  • ହିତୋପଦେଶ ଅଧ୍ୟାୟ 13  
  • ହିତୋପଦେଶ ଅଧ୍ୟାୟ 14  
  • ହିତୋପଦେଶ ଅଧ୍ୟାୟ 15  
  • ହିତୋପଦେଶ ଅଧ୍ୟାୟ 16  
  • ହିତୋପଦେଶ ଅଧ୍ୟାୟ 17  
  • ହିତୋପଦେଶ ଅଧ୍ୟାୟ 18  
  • ହିତୋପଦେଶ ଅଧ୍ୟାୟ 19  
  • ହିତୋପଦେଶ ଅଧ୍ୟାୟ 20  
  • ହିତୋପଦେଶ ଅଧ୍ୟାୟ 21  
  • ହିତୋପଦେଶ ଅଧ୍ୟାୟ 22  
  • ହିତୋପଦେଶ ଅଧ୍ୟାୟ 23  
  • ହିତୋପଦେଶ ଅଧ୍ୟାୟ 24  
  • ହିତୋପଦେଶ ଅଧ୍ୟାୟ 25  
  • ହିତୋପଦେଶ ଅଧ୍ୟାୟ 26  
  • ହିତୋପଦେଶ ଅଧ୍ୟାୟ 27  
  • ହିତୋପଦେଶ ଅଧ୍ୟାୟ 28  
  • ହିତୋପଦେଶ ଅଧ୍ୟାୟ 29  
  • ହିତୋପଦେଶ ଅଧ୍ୟାୟ 30  
  • ହିତୋପଦେଶ ଅଧ୍ୟାୟ 31  
×

Alert

×

Oriya Letters Keypad References