ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ହିତୋପଦେଶ

ହିତୋପଦେଶ ଅଧ୍ୟାୟ 12

1 ଯେଉଁ ଲୋକ ଶାସନ ଭଲ ପାଏ, ସେ ଜ୍ଞାନ ଭଲ ପାଏ; ମାତ୍ର ଯେ ଅନୁଯୋଗ ଘୃଣା କରେ, ସେ ପଶୁ ତୁଲ୍ୟ । 2 ସତ୍-ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବ, ମାତ୍ର କୁକଳ୍ପନାକାରୀକୁ ସେ ଦୋଷୀ କରିବେ । 3 ଦୁଷ୍ଟତା ଦ୍ଵାରା କୌଣସି ମନୁଷ୍ୟ ସୁସ୍ଥିର ହେବ ନାହିଁ, କିନ୍ତୁ ଧାର୍ମିକର ମୂଳ କେବେ ଘୁଞ୍ଚା ଯିବ ନାହିଁ । 4 ଗୁଣବତୀ ସ୍ତ୍ରୀ ଆପଣା ସ୍ଵାମୀର ମୁକୁଟ ସ୍ଵରୂପ; ମାତ୍ର ଲଜ୍ଜାଦାୟିନୀ ସ୍ତ୍ରୀ ତାହାର ହାଡ଼ସବୁର କ୍ଷୟ ସ୍ଵରୂପ । 5 ଧାର୍ମିକମାନଙ୍କର ସଙ୍କଳ୍ପ ଯଥାର୍ଥ; ମାତ୍ର ଦୁଷ୍ଟମାନଙ୍କର ପରାମର୍ଶ ପ୍ରବଞ୍ଚନାଯୁକ୍ତ । 6 ଦୁଷ୍ଟମାନେ ରକ୍ତପାତ କରିବା ପାଇଁ ଛକି ବସିବାର କଥା କହନ୍ତି, ମାତ୍ର ସରଳ ଲୋକମାନଙ୍କର ମୁଖ ସେମାନଙ୍କୁ ରକ୍ଷା କରେ। 7 ଦୁଷ୍ଟମାନେ ଉତ୍ପାଟିତ ହୋଇ ଆଉ ନ ଥାଆନ୍ତି, ମାତ୍ର ଧାର୍ମିକମାନଙ୍କର ଗୃହ ସ୍ଥାୟୀ ହେବ । 8 ମନୁଷ୍ୟ ଆପଣା ସୁବୁଦ୍ଧି ଅନୁସାରେ ପ୍ରଶଂସା ପାଇବ, ମାତ୍ର ଯାହାର କୁଟିଳ ଅନ୍ତଃକରଣ, ସେ ତୁଚ୍ଛୀକୃତ ହେବ । 9 ଯେଉଁ ଲୋକ ତୁଚ୍ଛୀକୃତ, ଆଉ ଯାହାର ଦାସ ଅଛି, ସେ ଖାଦ୍ୟହୀନ ଆତ୍ମପ୍ରଶଂସୀଠାରୁ ଶ୍ରେଷ୍ଠ । 10 ଧାର୍ମିକ ମନୁଷ୍ୟ ଆପଣା ପଶୁର ପ୍ରାଣକୁ ଆଦର କରେ, ମାତ୍ର ଦୁଷ୍ଟମାନଙ୍କର କରୁଣା ନିଷ୍ଠୁର । 11 ଯେ ଆପଣା ଭୂମି ଚଷେ, ସେ ଯଥେଷ୍ଟ ଆହାର ପାଇବ; ମାତ୍ର ଯେ ଅସାର ବିଷୟରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ । 12 ଦୁଷ୍ଟ ଲୋକ କୁକର୍ମକାରୀମାନଙ୍କ ଜାଲକୁ ଲୋଭ କରେ; ମାତ୍ର ଧାର୍ମିକର ମୂଳ ଫଳଦାୟକ । 13 ଓଷ୍ଠର ଅଧର୍ମରେ ଦୁଷ୍ଟର ଫାନ୍ଦ ଥାଏ, ମାତ୍ର ଧାର୍ମିକ ଦୁଃଖରୁ ଉଦ୍ଧାର ପାଇବ । 14 ମନୁଷ୍ୟ ଆପଣା ମୁଖର ଫଳ ଦ୍ଵାରା ମଙ୍ଗଳରେ ପରିତୃପ୍ତ ହେବ, ପୁଣି ମନୁଷ୍ୟର ହସ୍ତକୃତ କର୍ମଫଳ ତାହାକୁ ଦିଆଯିବ। 15 ଅଜ୍ଞାନର ପଥ ତାହାର ନିଜ ଦୃଷ୍ଟିରେ ଯଥାର୍ଥନ୍ତ ମାତ୍ର ଯେ ଜ୍ଞାନବାନ, ସେ ପରାମର୍ଶ ଶୁଣେ । 16 ଅଜ୍ଞାନର ବିରକ୍ତି ହଠାତ୍ ପ୍ରକାଶ ପାଏ; ମାତ୍ର ଚତୁର ଲୋକ ଲଜ୍ଜା ଢାଙ୍କେ । 17 ସତ୍ୟବାଦୀ ଧାର୍ମିକତା ପ୍ରକାଶ କରେ; ମାତ୍ର ମିଥ୍ୟାସାକ୍ଷୀ ପ୍ରବଞ୍ଚନା ପ୍ରକାଶ କରେ । 18 କାହାର କାହାର ବାଚାଳତା ଖଡ଼୍‍ଗାଘାତ ପରି; ମାତ୍ର ଜ୍ଞାନୀର ଜିହ୍ଵା ସ୍ଵାସ୍ଥ୍ୟଜନକ । 19 ସତ୍ୟବାଦୀ ଓଷ୍ଠ ନିତ୍ୟସ୍ଥାୟୀ ହେବ; ମାତ୍ର ମିଥ୍ୟାବାଦୀ ଜିହ୍ଵା ପଲକମାତ୍ର । 20 ଅନିଷ୍ଟଚିନ୍ତାକାରୀର ହୃଦୟରେ ପ୍ରବଞ୍ଚନା ଥାଏ; ମାତ୍ର ଶାନ୍ତି-ପରାମର୍ଶଦାତାମାନଙ୍କର ଆନନ୍ଦ ହୁଏ । 21 ଧାର୍ମିକ ପ୍ରତି କୌଣସି ବିପଦ ଘଟିବ ନାହିଁ; ମାତ୍ର ଦୁଷ୍ଟ ଲୋକ ଅନିଷ୍ଟରେ ପରିପୂର୍ଣ୍ଣ ହେବ । 22 ମିଥ୍ୟାବାଦୀ ଓଷ୍ଠ ସଦାପ୍ରଭୁଙ୍କ ଘୃଣା ବିଷୟ; ମାତ୍ର ଯେଉଁମାନେ ସତ୍ୟ ବ୍ୟବହାର କରନ୍ତି, ସେମାନେ ତାହାଙ୍କର ତୁଷ୍ଟିକର । 23 ଚତୁର ଲୋକ ଜ୍ଞାନ ଆଚ୍ଛାଦନ କରେ; ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ । 24 କର୍ମଶୀଳର ହସ୍ତ କର୍ତ୍ତୃତ୍ଵ କରିବ; ମାତ୍ର ଅଳସୁଆ ଲୋକ ବେଠି କରିବ । 25 ମନୁଷ୍ୟର ମନୋବ୍ୟଥା ମନକୁ ନତ କରେ; ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ । 26 ଧାର୍ମିକ ଲୋକ ଆପଣା ପ୍ରତିବାସୀର ପଥଦର୍ଶକ; ମାତ୍ର ଦୁଷ୍ଟମାନଙ୍କ ପଥ ସେମାନଙ୍କୁ ଭୁଲାଏ । 27 ଅଳସୁଆ ମୃଗୟାରେ ଧରିଲା ପଶୁକୁ ପାକ କରେ ନାହିଁ; ମାତ୍ର ମନୁଷ୍ୟମାନଙ୍କର ବହୁମୂଲ୍ୟ ସମ୍ପତ୍ତି ପରିଶ୍ରମୀର ପକ୍ଷରେ । 28 ଧାର୍ମିକତାରୂପ ପଥରେ ଜୀବନ ଥାଏ; ପୁଣି, ତହିଁର ଗମନ-ମାର୍ଗରେ ମୃତ୍ୟୁ ନ ଥାଏ ।
1 ଯେଉଁ ଲୋକ ଶାସନ ଭଲ ପାଏ, ସେ ଜ୍ଞାନ ଭଲ ପାଏ; ମାତ୍ର ଯେ ଅନୁଯୋଗ ଘୃଣା କରେ, ସେ ପଶୁ ତୁଲ୍ୟ । .::. 2 ସତ୍-ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବ, ମାତ୍ର କୁକଳ୍ପନାକାରୀକୁ ସେ ଦୋଷୀ କରିବେ । .::. 3 ଦୁଷ୍ଟତା ଦ୍ଵାରା କୌଣସି ମନୁଷ୍ୟ ସୁସ୍ଥିର ହେବ ନାହିଁ, କିନ୍ତୁ ଧାର୍ମିକର ମୂଳ କେବେ ଘୁଞ୍ଚା ଯିବ ନାହିଁ । .::. 4 ଗୁଣବତୀ ସ୍ତ୍ରୀ ଆପଣା ସ୍ଵାମୀର ମୁକୁଟ ସ୍ଵରୂପ; ମାତ୍ର ଲଜ୍ଜାଦାୟିନୀ ସ୍ତ୍ରୀ ତାହାର ହାଡ଼ସବୁର କ୍ଷୟ ସ୍ଵରୂପ । .::. 5 ଧାର୍ମିକମାନଙ୍କର ସଙ୍କଳ୍ପ ଯଥାର୍ଥ; ମାତ୍ର ଦୁଷ୍ଟମାନଙ୍କର ପରାମର୍ଶ ପ୍ରବଞ୍ଚନାଯୁକ୍ତ । .::. 6 ଦୁଷ୍ଟମାନେ ରକ୍ତପାତ କରିବା ପାଇଁ ଛକି ବସିବାର କଥା କହନ୍ତି, ମାତ୍ର ସରଳ ଲୋକମାନଙ୍କର ମୁଖ ସେମାନଙ୍କୁ ରକ୍ଷା କରେ। .::. 7 ଦୁଷ୍ଟମାନେ ଉତ୍ପାଟିତ ହୋଇ ଆଉ ନ ଥାଆନ୍ତି, ମାତ୍ର ଧାର୍ମିକମାନଙ୍କର ଗୃହ ସ୍ଥାୟୀ ହେବ । .::. 8 ମନୁଷ୍ୟ ଆପଣା ସୁବୁଦ୍ଧି ଅନୁସାରେ ପ୍ରଶଂସା ପାଇବ, ମାତ୍ର ଯାହାର କୁଟିଳ ଅନ୍ତଃକରଣ, ସେ ତୁଚ୍ଛୀକୃତ ହେବ । .::. 9 ଯେଉଁ ଲୋକ ତୁଚ୍ଛୀକୃତ, ଆଉ ଯାହାର ଦାସ ଅଛି, ସେ ଖାଦ୍ୟହୀନ ଆତ୍ମପ୍ରଶଂସୀଠାରୁ ଶ୍ରେଷ୍ଠ । .::. 10 ଧାର୍ମିକ ମନୁଷ୍ୟ ଆପଣା ପଶୁର ପ୍ରାଣକୁ ଆଦର କରେ, ମାତ୍ର ଦୁଷ୍ଟମାନଙ୍କର କରୁଣା ନିଷ୍ଠୁର । .::. 11 ଯେ ଆପଣା ଭୂମି ଚଷେ, ସେ ଯଥେଷ୍ଟ ଆହାର ପାଇବ; ମାତ୍ର ଯେ ଅସାର ବିଷୟରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ । .::. 12 ଦୁଷ୍ଟ ଲୋକ କୁକର୍ମକାରୀମାନଙ୍କ ଜାଲକୁ ଲୋଭ କରେ; ମାତ୍ର ଧାର୍ମିକର ମୂଳ ଫଳଦାୟକ । .::. 13 ଓଷ୍ଠର ଅଧର୍ମରେ ଦୁଷ୍ଟର ଫାନ୍ଦ ଥାଏ, ମାତ୍ର ଧାର୍ମିକ ଦୁଃଖରୁ ଉଦ୍ଧାର ପାଇବ । .::. 14 ମନୁଷ୍ୟ ଆପଣା ମୁଖର ଫଳ ଦ୍ଵାରା ମଙ୍ଗଳରେ ପରିତୃପ୍ତ ହେବ, ପୁଣି ମନୁଷ୍ୟର ହସ୍ତକୃତ କର୍ମଫଳ ତାହାକୁ ଦିଆଯିବ। .::. 15 ଅଜ୍ଞାନର ପଥ ତାହାର ନିଜ ଦୃଷ୍ଟିରେ ଯଥାର୍ଥନ୍ତ ମାତ୍ର ଯେ ଜ୍ଞାନବାନ, ସେ ପରାମର୍ଶ ଶୁଣେ । .::. 16 ଅଜ୍ଞାନର ବିରକ୍ତି ହଠାତ୍ ପ୍ରକାଶ ପାଏ; ମାତ୍ର ଚତୁର ଲୋକ ଲଜ୍ଜା ଢାଙ୍କେ । .::. 17 ସତ୍ୟବାଦୀ ଧାର୍ମିକତା ପ୍ରକାଶ କରେ; ମାତ୍ର ମିଥ୍ୟାସାକ୍ଷୀ ପ୍ରବଞ୍ଚନା ପ୍ରକାଶ କରେ । .::. 18 କାହାର କାହାର ବାଚାଳତା ଖଡ଼୍‍ଗାଘାତ ପରି; ମାତ୍ର ଜ୍ଞାନୀର ଜିହ୍ଵା ସ୍ଵାସ୍ଥ୍ୟଜନକ । .::. 19 ସତ୍ୟବାଦୀ ଓଷ୍ଠ ନିତ୍ୟସ୍ଥାୟୀ ହେବ; ମାତ୍ର ମିଥ୍ୟାବାଦୀ ଜିହ୍ଵା ପଲକମାତ୍ର । .::. 20 ଅନିଷ୍ଟଚିନ୍ତାକାରୀର ହୃଦୟରେ ପ୍ରବଞ୍ଚନା ଥାଏ; ମାତ୍ର ଶାନ୍ତି-ପରାମର୍ଶଦାତାମାନଙ୍କର ଆନନ୍ଦ ହୁଏ । .::. 21 ଧାର୍ମିକ ପ୍ରତି କୌଣସି ବିପଦ ଘଟିବ ନାହିଁ; ମାତ୍ର ଦୁଷ୍ଟ ଲୋକ ଅନିଷ୍ଟରେ ପରିପୂର୍ଣ୍ଣ ହେବ । .::. 22 ମିଥ୍ୟାବାଦୀ ଓଷ୍ଠ ସଦାପ୍ରଭୁଙ୍କ ଘୃଣା ବିଷୟ; ମାତ୍ର ଯେଉଁମାନେ ସତ୍ୟ ବ୍ୟବହାର କରନ୍ତି, ସେମାନେ ତାହାଙ୍କର ତୁଷ୍ଟିକର । .::. 23 ଚତୁର ଲୋକ ଜ୍ଞାନ ଆଚ୍ଛାଦନ କରେ; ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ । .::. 24 କର୍ମଶୀଳର ହସ୍ତ କର୍ତ୍ତୃତ୍ଵ କରିବ; ମାତ୍ର ଅଳସୁଆ ଲୋକ ବେଠି କରିବ । .::. 25 ମନୁଷ୍ୟର ମନୋବ୍ୟଥା ମନକୁ ନତ କରେ; ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ । .::. 26 ଧାର୍ମିକ ଲୋକ ଆପଣା ପ୍ରତିବାସୀର ପଥଦର୍ଶକ; ମାତ୍ର ଦୁଷ୍ଟମାନଙ୍କ ପଥ ସେମାନଙ୍କୁ ଭୁଲାଏ । .::. 27 ଅଳସୁଆ ମୃଗୟାରେ ଧରିଲା ପଶୁକୁ ପାକ କରେ ନାହିଁ; ମାତ୍ର ମନୁଷ୍ୟମାନଙ୍କର ବହୁମୂଲ୍ୟ ସମ୍ପତ୍ତି ପରିଶ୍ରମୀର ପକ୍ଷରେ । .::. 28 ଧାର୍ମିକତାରୂପ ପଥରେ ଜୀବନ ଥାଏ; ପୁଣି, ତହିଁର ଗମନ-ମାର୍ଗରେ ମୃତ୍ୟୁ ନ ଥାଏ । .::.
  • ହିତୋପଦେଶ ଅଧ୍ୟାୟ 1  
  • ହିତୋପଦେଶ ଅଧ୍ୟାୟ 2  
  • ହିତୋପଦେଶ ଅଧ୍ୟାୟ 3  
  • ହିତୋପଦେଶ ଅଧ୍ୟାୟ 4  
  • ହିତୋପଦେଶ ଅଧ୍ୟାୟ 5  
  • ହିତୋପଦେଶ ଅଧ୍ୟାୟ 6  
  • ହିତୋପଦେଶ ଅଧ୍ୟାୟ 7  
  • ହିତୋପଦେଶ ଅଧ୍ୟାୟ 8  
  • ହିତୋପଦେଶ ଅଧ୍ୟାୟ 9  
  • ହିତୋପଦେଶ ଅଧ୍ୟାୟ 10  
  • ହିତୋପଦେଶ ଅଧ୍ୟାୟ 11  
  • ହିତୋପଦେଶ ଅଧ୍ୟାୟ 12  
  • ହିତୋପଦେଶ ଅଧ୍ୟାୟ 13  
  • ହିତୋପଦେଶ ଅଧ୍ୟାୟ 14  
  • ହିତୋପଦେଶ ଅଧ୍ୟାୟ 15  
  • ହିତୋପଦେଶ ଅଧ୍ୟାୟ 16  
  • ହିତୋପଦେଶ ଅଧ୍ୟାୟ 17  
  • ହିତୋପଦେଶ ଅଧ୍ୟାୟ 18  
  • ହିତୋପଦେଶ ଅଧ୍ୟାୟ 19  
  • ହିତୋପଦେଶ ଅଧ୍ୟାୟ 20  
  • ହିତୋପଦେଶ ଅଧ୍ୟାୟ 21  
  • ହିତୋପଦେଶ ଅଧ୍ୟାୟ 22  
  • ହିତୋପଦେଶ ଅଧ୍ୟାୟ 23  
  • ହିତୋପଦେଶ ଅଧ୍ୟାୟ 24  
  • ହିତୋପଦେଶ ଅଧ୍ୟାୟ 25  
  • ହିତୋପଦେଶ ଅଧ୍ୟାୟ 26  
  • ହିତୋପଦେଶ ଅଧ୍ୟାୟ 27  
  • ହିତୋପଦେଶ ଅଧ୍ୟାୟ 28  
  • ହିତୋପଦେଶ ଅଧ୍ୟାୟ 29  
  • ହିତୋପଦେଶ ଅଧ୍ୟାୟ 30  
  • ହିତୋପଦେଶ ଅଧ୍ୟାୟ 31  
×

Alert

×

Oriya Letters Keypad References