ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 105

1 ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀବର୍ଗ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ । 2 ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକ୍ରିୟା ବିଷୟରେ କଥୋପକଥନ କର । 3 ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ । 4 ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ଵେଷଣ କର; ସଦାସର୍ବଦା ତାହାଙ୍କ ମୁଖ ଅନ୍ଵେଷଣ କର । 5 ହେ ତାହାଙ୍କ ଦାସ ଅବ୍ରହାମର ବଂଶ, ହେ ତାହାଙ୍କର ମନୋନୀତ ଲୋକେ, ଯାକୁବର ସନ୍ତାନଗଣ, 6 ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର । 7 ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ । 8 ସେ ଆପଣା ନିୟମ, ଅର୍ଥାତ୍, ଯେଉଁ ବାକ୍ୟ ସେ ସହସ୍ର ପୁରୁଷପରମ୍ପରା ପ୍ରତି ଆଦେଶ କରିଥିଲେ, 9 ଯେଉଁ ନିୟମ ସେ ଅବ୍ରହାମ ସଙ୍ଗେ କରିଥିଲେ ଓ ଆପଣାର ଯେଉଁ ଶପଥ ସେ ଇସ୍‍ହାକ ନିକଟରେ କରିଥିଲେ, ତାହା ସେ ସଦାକାଳ ସ୍ମରଣ କରିଅଛନ୍ତି । 10 ପୁଣି, ସେ ଯାକୁବ ପ୍ରତି ତାହା ବିଧି ରୂପେ ଓ ଇସ୍ରାଏଲ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଦୃଢ଼ କରି କହିଲେ, 11 ଆମ୍ଭେ ତୁମ୍ଭମାନଙ୍କର ନିର୍ଣ୍ଣୀତ ଅଧିକାର ରୂପେ ତୁମ୍ଭକୁ କିଣାନ ଦେଶ ଦେବା । 12 ସେହି ସମୟରେ ସେମାନେ ସଂଖ୍ୟାରେ ଅଳ୍ପ ଲୋକ ଓ ଅତି ଅଳ୍ପ, ପୁଣି ସେହି ଦେଶରେ ପ୍ରବାସୀ ଥିଲେ । 13 ଆଉ, ସେମାନେ ଗୋଷ୍ଠୀରୁ ଗୋଷ୍ଠୀ ନିକଟରେ, ଏକ ରାଜ୍ୟରୁ ଅନ୍ୟ ବଂଶ ନିକଟରେ ଭ୍ରମଣ କଲେ । 14 ସେ ସେମାନଙ୍କର ଉପଦ୍ରବ କରିବାକୁ କୌଣସି ମନୁଷ୍ୟକୁ ଅନୁମତି ଦେଲେ ନାହିଁ; ଆହୁରି, ସେ ସେମାନଙ୍କ ସକାଶେ ରାଜଗଣକୁ ଅନୁଯୋଗ କରି କହିଲେ; 15 ଆମ୍ଭ ଅଭିଷିକ୍ତମାନଙ୍କୁ ସ୍ପର୍ଶ କର ନାହିଁ ଓ ଆମ୍ଭ ଭବିଷ୍ୟଦ୍ବକ୍ତାଗଣର କୌଣସି କ୍ଷତି କର ନାହିଁ । 16 ଅନନ୍ତର ସେ ଦେଶରେ ଦୁର୍ଭିକ୍ଷ ଆଜ୍ଞା କଲେ; ସେ ଭକ୍ଷ୍ୟରୂପ ସମଗ୍ର ଯଷ୍ଟି ଭଗ୍ନ କଲେ । 17 ସେ ସେମାନଙ୍କ ଆଗରେ ଏକ ମନୁଷ୍ୟକୁ ପଠାଇଲେ; ଯୋଷେଫ ଦାସ ହେବା ପାଇଁ ବିକ୍ରୀତ ହେଲା; 18 ସେମାନେ ବେଡ଼ିରେ ତାହାର ଚରଣକୁ ଦୁଃଖ ଦେଲେ; ସେ ଲୌହଶୃଙ୍ଖଲରେ ରଖାଗଲାନ୍ତ 19 ଶେଷରେ ତାହାର ବଚନ ସଫଳ ହେଲା; ସଦାପ୍ରଭୁଙ୍କ ବାକ୍ୟ ତାହାକୁ ପରୀକ୍ଷା କଲା । 20 ତହୁଁ ରାଜା ଲୋକ ପଠାଇ ତାହାକୁ ମୁକ୍ତ କଲା; ନରପତି ତାହାକୁ ମୁକ୍ତ କରି ଛାଡ଼ିଦେଲା । 21 ସେ ଆପଣାର ଅଧିପତିମାନଙ୍କୁ ଇଚ୍ଛାନୁସାରେ ବନ୍ଧନ କରିବା ପାଇଁ ଓ ଆପଣାର ମନ୍ତ୍ରୀମାନଙ୍କୁ ଜ୍ଞାନ ଶିକ୍ଷା ଦେବା ପାଇଁ; 22 ତାହାକୁ ଆପଣା ଗୃହର ପ୍ରଭୁ ଓ ଆପଣା ସକଳ ସମ୍ପତ୍ତିର କର୍ତ୍ତା କଲା । 23 ଇସ୍ରାଏଲ ମଧ୍ୟ ମିସର ଦେଶକୁ ଆସିଲା ଓ ଯାକୁବ ହାମ୍ ଦେଶରେ ପ୍ରବାସ କଲା । 24 ଅନନ୍ତର ସେ ଆପଣା ଲୋକମାନଙ୍କୁ ଅତିଶୟ ବୃଦ୍ଧି କଲେ ଓ ସେମାନଙ୍କ ବିପକ୍ଷଗଣ ଅପେକ୍ଷା ସେମାନଙ୍କୁ ବଳବାନ କଲେ । 25 ସେ ଆପଣା ଲୋକମାନଙ୍କୁ ଘୃଣା କରିବା ପାଇଁ ଓ ଆପଣା ଦାସମାନଙ୍କ ସହିତ ଧୂର୍ତ୍ତ ବ୍ୟବହାର କରିବା ପାଇଁ ସେମାନଙ୍କ ମନ ପରିବର୍ତ୍ତନ କଲେ । 26 ସେ ଆପଣା ସେବକ ମୋଶାଙ୍କୁ ଓ ଆପଣା ମନୋନୀତ ହାରୋଣଙ୍କୁ ପଠାଇଲେ । 27 ସେମାନେ ଲୋକମାନଙ୍କ ମଧ୍ୟରେ ତାହାଙ୍କର ବିବିଧ ଲକ୍ଷଣ ଓ ହାମ୍ ଦେଶରେ ନାନା ଅଦ୍ଭୂତ କର୍ମ ପ୍ରକାଶ କଲେ । 28 ସେ ଅନ୍ଧକାର ପଠାଇ ଦେଶକୁ ଅନ୍ଧକାରମୟ କଲେ; ଆଉ, ସେମାନେ ତାହାଙ୍କ ବାକ୍ୟର ବିରୁଦ୍ଧାଚରଣ କଲେ ନାହିଁ । 29 ସେ ସେମାନଙ୍କ ଜଳସବୁ ରକ୍ତ କଲେ ଓ ମାଛସବୁ ମାରି ପକାଇଲେ । 30 ସେମାନଙ୍କ ଦେଶ ଓ ସେମାନଙ୍କ ରାଜଗଣର ଅନ୍ତଃପୁର ବେଙ୍ଗରେ ପରିପୂର୍ଣ୍ଣ ହେଲା । 31 ସେ ଆଜ୍ଞା କରନ୍ତେ, ଦଂଶକର ଝାଙ୍କ ଓ ସେମାନଙ୍କ ସକଳ ଅଞ୍ଚଳରେ ଉକୁଣିଆ ପୋକ ଉପସ୍ଥିତ ହେଲେ । 32 ସେ ସେମାନଙ୍କୁ ବୃଷ୍ଟି ବଦଳେ ଶିଳା ଓ ସେମାନଙ୍କ ଦେଶରେ ଶିଖାଯୁକ୍ତ ଅଗ୍ନି ଦେଲେ । 33 ମଧ୍ୟ ସେ ସେମାନଙ୍କ ଦ୍ରାକ୍ଷାଲତା ଓ ଡ଼ିମିରି ବୃକ୍ଷସବୁ ଆଘାତ କଲେ ଓ ସେମାନଙ୍କ ସୀମାସ୍ଥିତ ବୃକ୍ଷସବୁଣଭାଙ୍ଗି ପକାଇଲେ । 34 ସେ ଆଜ୍ଞା କରନ୍ତେ, ଅସଂଖ୍ୟ ପଙ୍ଗପାଳ ଓ ପତଙ୍ଗ ଉପସ୍ଥିତ ହେଲେ; 35 ପୁଣି, ସେମାନଙ୍କ ଦେଶର ସବୁ ତୃଣ ଖାଇ ପକାଇଲେ ଓ ସେମାନଙ୍କ ଭୂମିର ଫଳସବୁ ଗ୍ରାସ କଲେ । 36 ଆହୁରି, ସେ ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ, ସେମାନଙ୍କର ସମସ୍ତ ଶକ୍ତିର ପ୍ରଥମ ଫଳ ଆଘାତ କଲେ । 37 ଆଉ, ସେ ରୂପା ଓ ସୁନା ସହିତ ସେମାନଙ୍କୁ ବାହାର କରି ଆଣିଲେ ଓ ତାହାଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ନ ଥିଲା । 38 ସେମାନେ ପ୍ରସ୍ଥାନ କରନ୍ତେ, ମିସର ଆନନ୍ଦିତ ହେଲା; କାରଣ ସେମାନଙ୍କ ବିଷୟକ ଭୟ ସେମାନଙ୍କ ଉପରେ ପଡ଼ିଥିଲା । 39 ସେ ଚନ୍ଦ୍ରାତପ ନିମନ୍ତେ ମେଘ ବିସ୍ତାର କଲେ ଓ ରାତ୍ରିରେ ଆଲୁଅ ଦେବା ପାଇଁ ଅଗ୍ନି ଦେଲେ । 40 ସେମାନେ ମାଗନ୍ତେ, ସେ ଭାଟୋଇ ପକ୍ଷୀମାନଙ୍କୁ ଆଣିଲେ ଓ ସ୍ଵର୍ଗୀୟ ଭକ୍ଷ୍ୟରେ ସେମାନଙ୍କୁ ପରିତୃପ୍ତ କଲେ । 41 ସେ ଶୈଳକୁ ଫିଟାନ୍ତେ, ଜଳ ନିର୍ଗତ ହେଲା; ତାହା ଶୁଷ୍କ ଭୂମିରେ ନଦୀ ତୁଲ୍ୟ ପ୍ରବାହିତ ହେଲା । 42 କାରଣ ସେ ଆପଣା ପବିତ୍ର ବାକ୍ୟ ଓ ଆପଣା ଦାସ ଅବ୍ରହାମକୁ ସ୍ମରଣ କଲେ । 43 ପୁଣି, ସେ ଆପଣା ଲୋକମାନଙ୍କୁ ଆନନ୍ଦ ସହିତ ଓ ଆପଣା ମନୋନୀତମାନଙ୍କୁ ଗାୟନ ସହିତ ବାହାର କରି ଆଣିଲେ । 44 ଯେପରି ସେମାନେ ତାହାଙ୍କ ବିଧିସବୁ ରକ୍ଷା କରିବେ ଓ ତାହାଙ୍କର ବ୍ୟବସ୍ଥାସବୁ ପାଳନ କରିବେ, 45 ଏଥିପାଇଁ ସେ ଗୋଷ୍ଠୀୟବର୍ଗର ଦେଶସବୁ ସେମାନଙ୍କୁ ଦେଲେ ଓ ସେମାନେ ଜନବୃନ୍ଦର ପରିଶ୍ରମର ଫଳାଧିକାରୀ ହେଲେ; ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
1 ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀବର୍ଗ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ । .::. 2 ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକ୍ରିୟା ବିଷୟରେ କଥୋପକଥନ କର । .::. 3 ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ । .::. 4 ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ଵେଷଣ କର; ସଦାସର୍ବଦା ତାହାଙ୍କ ମୁଖ ଅନ୍ଵେଷଣ କର । .::. 5 ହେ ତାହାଙ୍କ ଦାସ ଅବ୍ରହାମର ବଂଶ, ହେ ତାହାଙ୍କର ମନୋନୀତ ଲୋକେ, ଯାକୁବର ସନ୍ତାନଗଣ, .::. 6 ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର । .::. 7 ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ । .::. 8 ସେ ଆପଣା ନିୟମ, ଅର୍ଥାତ୍, ଯେଉଁ ବାକ୍ୟ ସେ ସହସ୍ର ପୁରୁଷପରମ୍ପରା ପ୍ରତି ଆଦେଶ କରିଥିଲେ, .::. 9 ଯେଉଁ ନିୟମ ସେ ଅବ୍ରହାମ ସଙ୍ଗେ କରିଥିଲେ ଓ ଆପଣାର ଯେଉଁ ଶପଥ ସେ ଇସ୍‍ହାକ ନିକଟରେ କରିଥିଲେ, ତାହା ସେ ସଦାକାଳ ସ୍ମରଣ କରିଅଛନ୍ତି । .::. 10 ପୁଣି, ସେ ଯାକୁବ ପ୍ରତି ତାହା ବିଧି ରୂପେ ଓ ଇସ୍ରାଏଲ ପ୍ରତି ଅନନ୍ତକାଳୀନ ନିୟମ ରୂପେ ଦୃଢ଼ କରି କହିଲେ, .::. 11 ଆମ୍ଭେ ତୁମ୍ଭମାନଙ୍କର ନିର୍ଣ୍ଣୀତ ଅଧିକାର ରୂପେ ତୁମ୍ଭକୁ କିଣାନ ଦେଶ ଦେବା । .::. 12 ସେହି ସମୟରେ ସେମାନେ ସଂଖ୍ୟାରେ ଅଳ୍ପ ଲୋକ ଓ ଅତି ଅଳ୍ପ, ପୁଣି ସେହି ଦେଶରେ ପ୍ରବାସୀ ଥିଲେ । .::. 13 ଆଉ, ସେମାନେ ଗୋଷ୍ଠୀରୁ ଗୋଷ୍ଠୀ ନିକଟରେ, ଏକ ରାଜ୍ୟରୁ ଅନ୍ୟ ବଂଶ ନିକଟରେ ଭ୍ରମଣ କଲେ । .::. 14 ସେ ସେମାନଙ୍କର ଉପଦ୍ରବ କରିବାକୁ କୌଣସି ମନୁଷ୍ୟକୁ ଅନୁମତି ଦେଲେ ନାହିଁ; ଆହୁରି, ସେ ସେମାନଙ୍କ ସକାଶେ ରାଜଗଣକୁ ଅନୁଯୋଗ କରି କହିଲେ; .::. 15 ଆମ୍ଭ ଅଭିଷିକ୍ତମାନଙ୍କୁ ସ୍ପର୍ଶ କର ନାହିଁ ଓ ଆମ୍ଭ ଭବିଷ୍ୟଦ୍ବକ୍ତାଗଣର କୌଣସି କ୍ଷତି କର ନାହିଁ । .::. 16 ଅନନ୍ତର ସେ ଦେଶରେ ଦୁର୍ଭିକ୍ଷ ଆଜ୍ଞା କଲେ; ସେ ଭକ୍ଷ୍ୟରୂପ ସମଗ୍ର ଯଷ୍ଟି ଭଗ୍ନ କଲେ । .::. 17 ସେ ସେମାନଙ୍କ ଆଗରେ ଏକ ମନୁଷ୍ୟକୁ ପଠାଇଲେ; ଯୋଷେଫ ଦାସ ହେବା ପାଇଁ ବିକ୍ରୀତ ହେଲା; .::. 18 ସେମାନେ ବେଡ଼ିରେ ତାହାର ଚରଣକୁ ଦୁଃଖ ଦେଲେ; ସେ ଲୌହଶୃଙ୍ଖଲରେ ରଖାଗଲାନ୍ତ .::. 19 ଶେଷରେ ତାହାର ବଚନ ସଫଳ ହେଲା; ସଦାପ୍ରଭୁଙ୍କ ବାକ୍ୟ ତାହାକୁ ପରୀକ୍ଷା କଲା । .::. 20 ତହୁଁ ରାଜା ଲୋକ ପଠାଇ ତାହାକୁ ମୁକ୍ତ କଲା; ନରପତି ତାହାକୁ ମୁକ୍ତ କରି ଛାଡ଼ିଦେଲା । .::. 21 ସେ ଆପଣାର ଅଧିପତିମାନଙ୍କୁ ଇଚ୍ଛାନୁସାରେ ବନ୍ଧନ କରିବା ପାଇଁ ଓ ଆପଣାର ମନ୍ତ୍ରୀମାନଙ୍କୁ ଜ୍ଞାନ ଶିକ୍ଷା ଦେବା ପାଇଁ; .::. 22 ତାହାକୁ ଆପଣା ଗୃହର ପ୍ରଭୁ ଓ ଆପଣା ସକଳ ସମ୍ପତ୍ତିର କର୍ତ୍ତା କଲା । .::. 23 ଇସ୍ରାଏଲ ମଧ୍ୟ ମିସର ଦେଶକୁ ଆସିଲା ଓ ଯାକୁବ ହାମ୍ ଦେଶରେ ପ୍ରବାସ କଲା । .::. 24 ଅନନ୍ତର ସେ ଆପଣା ଲୋକମାନଙ୍କୁ ଅତିଶୟ ବୃଦ୍ଧି କଲେ ଓ ସେମାନଙ୍କ ବିପକ୍ଷଗଣ ଅପେକ୍ଷା ସେମାନଙ୍କୁ ବଳବାନ କଲେ । .::. 25 ସେ ଆପଣା ଲୋକମାନଙ୍କୁ ଘୃଣା କରିବା ପାଇଁ ଓ ଆପଣା ଦାସମାନଙ୍କ ସହିତ ଧୂର୍ତ୍ତ ବ୍ୟବହାର କରିବା ପାଇଁ ସେମାନଙ୍କ ମନ ପରିବର୍ତ୍ତନ କଲେ । .::. 26 ସେ ଆପଣା ସେବକ ମୋଶାଙ୍କୁ ଓ ଆପଣା ମନୋନୀତ ହାରୋଣଙ୍କୁ ପଠାଇଲେ । .::. 27 ସେମାନେ ଲୋକମାନଙ୍କ ମଧ୍ୟରେ ତାହାଙ୍କର ବିବିଧ ଲକ୍ଷଣ ଓ ହାମ୍ ଦେଶରେ ନାନା ଅଦ୍ଭୂତ କର୍ମ ପ୍ରକାଶ କଲେ । .::. 28 ସେ ଅନ୍ଧକାର ପଠାଇ ଦେଶକୁ ଅନ୍ଧକାରମୟ କଲେ; ଆଉ, ସେମାନେ ତାହାଙ୍କ ବାକ୍ୟର ବିରୁଦ୍ଧାଚରଣ କଲେ ନାହିଁ । .::. 29 ସେ ସେମାନଙ୍କ ଜଳସବୁ ରକ୍ତ କଲେ ଓ ମାଛସବୁ ମାରି ପକାଇଲେ । .::. 30 ସେମାନଙ୍କ ଦେଶ ଓ ସେମାନଙ୍କ ରାଜଗଣର ଅନ୍ତଃପୁର ବେଙ୍ଗରେ ପରିପୂର୍ଣ୍ଣ ହେଲା । .::. 31 ସେ ଆଜ୍ଞା କରନ୍ତେ, ଦଂଶକର ଝାଙ୍କ ଓ ସେମାନଙ୍କ ସକଳ ଅଞ୍ଚଳରେ ଉକୁଣିଆ ପୋକ ଉପସ୍ଥିତ ହେଲେ । .::. 32 ସେ ସେମାନଙ୍କୁ ବୃଷ୍ଟି ବଦଳେ ଶିଳା ଓ ସେମାନଙ୍କ ଦେଶରେ ଶିଖାଯୁକ୍ତ ଅଗ୍ନି ଦେଲେ । .::. 33 ମଧ୍ୟ ସେ ସେମାନଙ୍କ ଦ୍ରାକ୍ଷାଲତା ଓ ଡ଼ିମିରି ବୃକ୍ଷସବୁ ଆଘାତ କଲେ ଓ ସେମାନଙ୍କ ସୀମାସ୍ଥିତ ବୃକ୍ଷସବୁଣଭାଙ୍ଗି ପକାଇଲେ । .::. 34 ସେ ଆଜ୍ଞା କରନ୍ତେ, ଅସଂଖ୍ୟ ପଙ୍ଗପାଳ ଓ ପତଙ୍ଗ ଉପସ୍ଥିତ ହେଲେ; .::. 35 ପୁଣି, ସେମାନଙ୍କ ଦେଶର ସବୁ ତୃଣ ଖାଇ ପକାଇଲେ ଓ ସେମାନଙ୍କ ଭୂମିର ଫଳସବୁ ଗ୍ରାସ କଲେ । .::. 36 ଆହୁରି, ସେ ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ, ସେମାନଙ୍କର ସମସ୍ତ ଶକ୍ତିର ପ୍ରଥମ ଫଳ ଆଘାତ କଲେ । .::. 37 ଆଉ, ସେ ରୂପା ଓ ସୁନା ସହିତ ସେମାନଙ୍କୁ ବାହାର କରି ଆଣିଲେ ଓ ତାହାଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ନ ଥିଲା । .::. 38 ସେମାନେ ପ୍ରସ୍ଥାନ କରନ୍ତେ, ମିସର ଆନନ୍ଦିତ ହେଲା; କାରଣ ସେମାନଙ୍କ ବିଷୟକ ଭୟ ସେମାନଙ୍କ ଉପରେ ପଡ଼ିଥିଲା । .::. 39 ସେ ଚନ୍ଦ୍ରାତପ ନିମନ୍ତେ ମେଘ ବିସ୍ତାର କଲେ ଓ ରାତ୍ରିରେ ଆଲୁଅ ଦେବା ପାଇଁ ଅଗ୍ନି ଦେଲେ । .::. 40 ସେମାନେ ମାଗନ୍ତେ, ସେ ଭାଟୋଇ ପକ୍ଷୀମାନଙ୍କୁ ଆଣିଲେ ଓ ସ୍ଵର୍ଗୀୟ ଭକ୍ଷ୍ୟରେ ସେମାନଙ୍କୁ ପରିତୃପ୍ତ କଲେ । .::. 41 ସେ ଶୈଳକୁ ଫିଟାନ୍ତେ, ଜଳ ନିର୍ଗତ ହେଲା; ତାହା ଶୁଷ୍କ ଭୂମିରେ ନଦୀ ତୁଲ୍ୟ ପ୍ରବାହିତ ହେଲା । .::. 42 କାରଣ ସେ ଆପଣା ପବିତ୍ର ବାକ୍ୟ ଓ ଆପଣା ଦାସ ଅବ୍ରହାମକୁ ସ୍ମରଣ କଲେ । .::. 43 ପୁଣି, ସେ ଆପଣା ଲୋକମାନଙ୍କୁ ଆନନ୍ଦ ସହିତ ଓ ଆପଣା ମନୋନୀତମାନଙ୍କୁ ଗାୟନ ସହିତ ବାହାର କରି ଆଣିଲେ । .::. 44 ଯେପରି ସେମାନେ ତାହାଙ୍କ ବିଧିସବୁ ରକ୍ଷା କରିବେ ଓ ତାହାଙ୍କର ବ୍ୟବସ୍ଥାସବୁ ପାଳନ କରିବେ, .::. 45 ଏଥିପାଇଁ ସେ ଗୋଷ୍ଠୀୟବର୍ଗର ଦେଶସବୁ ସେମାନଙ୍କୁ ଦେଲେ ଓ ସେମାନେ ଜନବୃନ୍ଦର ପରିଶ୍ରମର ଫଳାଧିକାରୀ ହେଲେ; ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References