ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ରୂତର ବିବରଣ

ରୂତର ବିବରଣ ଅଧ୍ୟାୟ 3

1 ଏଥି ଉତ୍ତାରେ ତାହାର ଶାଶୁ ନୟମୀ ତାହାକୁ କହିଲା, ଆଗୋ ମୋହର କନ୍ୟେ, ଯହିଁରେ ତୁମ୍ଭର ମଙ୍ଗଳ ହେବ, ଏପରି ଆଶ୍ରୟସ୍ଥାନ ମୁଁ କି ତୁମ୍ଭ ପାଇଁ ଚେଷ୍ଟା କରିବି ନାହିଁ? 2 ତୁମ୍ଭେ ଯେଉଁ ବୋୟଜର ଦାସୀଗଣ ସଙ୍ଗରେ ଥିଲ, ସେ କି ଆମ୍ଭମାନଙ୍କ ଜ୍ଞାତି ନୁହେଁ? ଦେଖ, ସେ ଆଜି ରାତ୍ରି ଆପଣା ଖଳାରେ ଯବ ଝାଡ଼ିବାକୁ ଉଦ୍ୟତ ଅଛି । 3 ଏଣୁ ତୁମ୍ଭେ ଏବେ ସ୍ନାନ କର ଓ ତୈଳ ମର୍ଦ୍ଦନ କର ଓ ଆପଣା (ଉତ୍ତମ) ବସ୍ତ୍ର ପରିଧାନ କରି ସେହି ଖଳାକୁ ଯାଅ; ମାତ୍ର ସେ ମନୁଷ୍ୟ ଭୋଜନପାନ ନ ସାରିବା ପର୍ଯ୍ୟନ୍ତ ତାହାକୁ ଆପଣାର ପରିଚୟ ଦିଅ ନାହିଁ । 4 ସେ ଯେତେବେଳେ ଶୟନ କରିବ, ସେତେବେଳେ ତୁମ୍ଭେ ତାହାର ଶୟନସ୍ଥାନ ଦେଖି ନିର୍ଣ୍ଣୟ କର; ତହୁଁ ସେଠାକୁ ଯାଇ ତାହାର ଚରଣ-ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କର, ତହିଁରେ ତୁମ୍ଭକୁ କʼଣ କରିବାକୁ ହେବ, ତାହା ସେ ଜଣାଇବ । 5 ସେ ଉତ୍ତର କଲା, ତୁମ୍ଭେ ଯାହା କହୁଅଛ, ସେସମସ୍ତ ମୁଁ କରିବି । 6 ଏଣୁ ସେ ସେହି ଖଳାକୁ ଯାଇ ଆପଣା ଶାଶୁର ଆଦେଶାନୁସାରେ ସମସ୍ତ କର୍ମ କଲା । 7 ପୁଣି ଭୋଜନପାନ ସାରି ବୋୟଜର ଅନ୍ତଃକରଣ ହୃଷ୍ଟ ହୁଅନ୍ତେ, ସେ ଶସ୍ୟରାଶିର ଏକ ପ୍ରାନ୍ତଭାଗରେ ଶୟନ କରିବାକୁ ଗଲା, ତହିଁରେ ରୂତ ଧୀରେ ଧୀରେ ଯାଇ ତାହାର ଚରଣ ସମୀପସ୍ଥ ସ୍ଥାନ ଅନାବୃତ୍ତ କରି ଶୟନ କଲା । 8 ତହୁଁ ମଧ୍ୟରାତ୍ରି ସମୟରେ ସେ ପୁରୁଷ ଚମତ୍କୃତ ହୋଇ ଉଠି ଅନାଇଲା, ଆଉ ଦେଖ, ତାହାର ପାଦ ନିକଟରେ ଜଣେ ସ୍ତ୍ରୀ ଶୟନ କରିଅଛି । ତହିଁରେ ସେ ପଚାରିଲା, ତୁମ୍ଭେ କିଏ? 9 ସେ ଉତ୍ତର କଲା, ମୁଁ ଆପଣଙ୍କର ଦାସୀ ରୂତ; ଏଣୁ ଆପଣା ପକ୍ଷ ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ, କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି । 10 ସେ କହିଲା, ଆଗୋ ମୋହର କନ୍ୟେ, ତୁମ୍ଭେ ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ରୀ ହୁଅ, ଯେହେତୁ ତୁମ୍ଭେ ଧନବାନ କି ଦରିଦ୍ର କୌଣସି ଯୁବାପୁରୁଷର ଅନୁଗାମିନୀ ନ ହୋଇ ପ୍ରଥମାପେକ୍ଷା ଶେଷରେ ଅଧିକ ସାଧୁତା ଦେଖାଇଅଛ । 11 ଏଣୁ ଆଗୋ ମୋହର କନ୍ୟେ, ଭୟ କର ନାହିଁ, ତୁମ୍ଭେ ଯାହା କହିଲ, ମୁଁ ତୁମ୍ଭ ପାଇଁ ସେସମସ୍ତ କରିବି; 12 ଯେହେତୁ ତୁମ୍ଭେ ଯେ ସାଧ୍ଵୀ, ଏହା ମୋହର ନଗରସ୍ଥ ସମସ୍ତ ଲୋକ ଜାଣନ୍ତି । ମୁଁ ମୁକ୍ତିକର୍ତ୍ତା ଜ୍ଞାତି ଅଟେ, ଏହା ସତ୍ୟ, ମାତ୍ର ମୋʼଠାରୁ ନିକଟସମ୍ପର୍କୀୟ ଆଉ ଜଣେ ମୁକ୍ତିକର୍ତ୍ତା ଜ୍ଞାତି ଅର୍ଛି⇧ । 13 ଏହି ରାତ୍ରି ଥାଅ; ପ୍ରାତଃକାଳରେ ସେ ଯେବେ ତୁମ୍ଭକୁ ମୁକ୍ତ କରେ, ତେବେ ଭଲ, ସେ ମୁକ୍ତ କରୁ; ମାତ୍ର ଯେବେ ସେ ତୁମ୍ଭକୁ ମୁକ୍ତ ନ କରେ, ତେବେ ଜୀବିତ ସଦାପ୍ରଭୁଙ୍କ ନାମରେ ସତ୍ୟ କହୁଅଛି ଯେ, ମୁଁ ତୁମ୍ଭକୁ ମୁକ୍ତ କରିବି; ତୁମ୍ଭେ ପ୍ରାତଃକାଳ ପର୍ଯ୍ୟନ୍ତ ଶୟନ କର । 14 ତହିଁରେ ରୂତ ପ୍ରାତଃକାଳ ଯାଏ ତାହାର ପାଦ ନିକଟରେ ଶୋଇ ରହିଲା, ପୁଣି କେହି କାହାକୁ ଚିହ୍ନି ପାରିବା ସମୟ ପୂର୍ବେ ସେ ଉଠିଲା; କାରଣ ବୋୟଜ କହିଲା, ଖଳାକୁ ଏ ସ୍ତ୍ରୀ ଯେ ଆସିଥିଲା, ଏହା ଜଣା ନ ଯାଉ । 15 ସେ ଆହୁରି କହିଲା, ତୁମ୍ଭର ଆବରଣୀୟ ବସ୍ତ୍ର ବିଛାଇ ଧର; ତହିଁରେ ରୂତ ତାହା ବିଛାଇ ଧରନ୍ତେ, ସେ ଛଅ ପାତ୍ର ଯବ ମାପି ତାହାର ମସ୍ତକରେ ଦେଇ ନଗରକୁ ଚାଲିଗଲା । 16 ତହୁଁ ରୂତ ଆପଣା ଶାଶୁ ନିକଟକୁ ଆସନ୍ତେ, ସେ କହିଲା, ଆଗୋ ଆମ୍ଭର କନ୍ୟେ, କଅଣ ହେଲା? ତହିଁରେ ସେ ଆପଣା ପ୍ରତି ସେହି ପୁରୁଷର କୃତ ସମସ୍ତ କର୍ମ ତାହାକୁ ଜ୍ଞାତ କରାଇଲା । 17 ପୁଣି ଆହୁରି କହିଲା, ଶାଶୁ ନିକଟକୁ ରିକ୍ତ ହସ୍ତରେ ନ ଯାଅ ବୋଲି କହି ସେ ମୋତେ ଏହି ଛଅ ପାତ୍ର ଯବ ଦେଇଅଛନ୍ତି । 18 ତହୁଁ ତାହାର ଶାଶୁ ତାହାକୁ କହିଲା, ଆଗୋ ଆମ୍ଭର କନ୍ୟେ, ଏ ବିଷୟ କʼଣ ହେବ, ଏହା ତୁମ୍ଭକୁ ଜଣା ହେବା ପର୍ଯ୍ୟନ୍ତ ବସିଥାଅ; କାରଣ ସେ ମନୁଷ୍ୟ ଆଜି ଏ କର୍ମ ସାଙ୍ଗ ନ କରି ବିଶ୍ରାମ କରିବ ନାହିଁ ।
1 ଏଥି ଉତ୍ତାରେ ତାହାର ଶାଶୁ ନୟମୀ ତାହାକୁ କହିଲା, ଆଗୋ ମୋହର କନ୍ୟେ, ଯହିଁରେ ତୁମ୍ଭର ମଙ୍ଗଳ ହେବ, ଏପରି ଆଶ୍ରୟସ୍ଥାନ ମୁଁ କି ତୁମ୍ଭ ପାଇଁ ଚେଷ୍ଟା କରିବି ନାହିଁ? .::. 2 ତୁମ୍ଭେ ଯେଉଁ ବୋୟଜର ଦାସୀଗଣ ସଙ୍ଗରେ ଥିଲ, ସେ କି ଆମ୍ଭମାନଙ୍କ ଜ୍ଞାତି ନୁହେଁ? ଦେଖ, ସେ ଆଜି ରାତ୍ରି ଆପଣା ଖଳାରେ ଯବ ଝାଡ଼ିବାକୁ ଉଦ୍ୟତ ଅଛି । .::. 3 ଏଣୁ ତୁମ୍ଭେ ଏବେ ସ୍ନାନ କର ଓ ତୈଳ ମର୍ଦ୍ଦନ କର ଓ ଆପଣା (ଉତ୍ତମ) ବସ୍ତ୍ର ପରିଧାନ କରି ସେହି ଖଳାକୁ ଯାଅ; ମାତ୍ର ସେ ମନୁଷ୍ୟ ଭୋଜନପାନ ନ ସାରିବା ପର୍ଯ୍ୟନ୍ତ ତାହାକୁ ଆପଣାର ପରିଚୟ ଦିଅ ନାହିଁ । .::. 4 ସେ ଯେତେବେଳେ ଶୟନ କରିବ, ସେତେବେଳେ ତୁମ୍ଭେ ତାହାର ଶୟନସ୍ଥାନ ଦେଖି ନିର୍ଣ୍ଣୟ କର; ତହୁଁ ସେଠାକୁ ଯାଇ ତାହାର ଚରଣ-ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କର, ତହିଁରେ ତୁମ୍ଭକୁ କʼଣ କରିବାକୁ ହେବ, ତାହା ସେ ଜଣାଇବ । .::. 5 ସେ ଉତ୍ତର କଲା, ତୁମ୍ଭେ ଯାହା କହୁଅଛ, ସେସମସ୍ତ ମୁଁ କରିବି । .::. 6 ଏଣୁ ସେ ସେହି ଖଳାକୁ ଯାଇ ଆପଣା ଶାଶୁର ଆଦେଶାନୁସାରେ ସମସ୍ତ କର୍ମ କଲା । .::. 7 ପୁଣି ଭୋଜନପାନ ସାରି ବୋୟଜର ଅନ୍ତଃକରଣ ହୃଷ୍ଟ ହୁଅନ୍ତେ, ସେ ଶସ୍ୟରାଶିର ଏକ ପ୍ରାନ୍ତଭାଗରେ ଶୟନ କରିବାକୁ ଗଲା, ତହିଁରେ ରୂତ ଧୀରେ ଧୀରେ ଯାଇ ତାହାର ଚରଣ ସମୀପସ୍ଥ ସ୍ଥାନ ଅନାବୃତ୍ତ କରି ଶୟନ କଲା । .::. 8 ତହୁଁ ମଧ୍ୟରାତ୍ରି ସମୟରେ ସେ ପୁରୁଷ ଚମତ୍କୃତ ହୋଇ ଉଠି ଅନାଇଲା, ଆଉ ଦେଖ, ତାହାର ପାଦ ନିକଟରେ ଜଣେ ସ୍ତ୍ରୀ ଶୟନ କରିଅଛି । ତହିଁରେ ସେ ପଚାରିଲା, ତୁମ୍ଭେ କିଏ? .::. 9 ସେ ଉତ୍ତର କଲା, ମୁଁ ଆପଣଙ୍କର ଦାସୀ ରୂତ; ଏଣୁ ଆପଣା ପକ୍ଷ ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ, କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି । .::. 10 ସେ କହିଲା, ଆଗୋ ମୋହର କନ୍ୟେ, ତୁମ୍ଭେ ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ରୀ ହୁଅ, ଯେହେତୁ ତୁମ୍ଭେ ଧନବାନ କି ଦରିଦ୍ର କୌଣସି ଯୁବାପୁରୁଷର ଅନୁଗାମିନୀ ନ ହୋଇ ପ୍ରଥମାପେକ୍ଷା ଶେଷରେ ଅଧିକ ସାଧୁତା ଦେଖାଇଅଛ । .::. 11 ଏଣୁ ଆଗୋ ମୋହର କନ୍ୟେ, ଭୟ କର ନାହିଁ, ତୁମ୍ଭେ ଯାହା କହିଲ, ମୁଁ ତୁମ୍ଭ ପାଇଁ ସେସମସ୍ତ କରିବି; .::. 12 ଯେହେତୁ ତୁମ୍ଭେ ଯେ ସାଧ୍ଵୀ, ଏହା ମୋହର ନଗରସ୍ଥ ସମସ୍ତ ଲୋକ ଜାଣନ୍ତି । ମୁଁ ମୁକ୍ତିକର୍ତ୍ତା ଜ୍ଞାତି ଅଟେ, ଏହା ସତ୍ୟ, ମାତ୍ର ମୋʼଠାରୁ ନିକଟସମ୍ପର୍କୀୟ ଆଉ ଜଣେ ମୁକ୍ତିକର୍ତ୍ତା ଜ୍ଞାତି ଅର୍ଛି⇧ । .::. 13 ଏହି ରାତ୍ରି ଥାଅ; ପ୍ରାତଃକାଳରେ ସେ ଯେବେ ତୁମ୍ଭକୁ ମୁକ୍ତ କରେ, ତେବେ ଭଲ, ସେ ମୁକ୍ତ କରୁ; ମାତ୍ର ଯେବେ ସେ ତୁମ୍ଭକୁ ମୁକ୍ତ ନ କରେ, ତେବେ ଜୀବିତ ସଦାପ୍ରଭୁଙ୍କ ନାମରେ ସତ୍ୟ କହୁଅଛି ଯେ, ମୁଁ ତୁମ୍ଭକୁ ମୁକ୍ତ କରିବି; ତୁମ୍ଭେ ପ୍ରାତଃକାଳ ପର୍ଯ୍ୟନ୍ତ ଶୟନ କର । .::. 14 ତହିଁରେ ରୂତ ପ୍ରାତଃକାଳ ଯାଏ ତାହାର ପାଦ ନିକଟରେ ଶୋଇ ରହିଲା, ପୁଣି କେହି କାହାକୁ ଚିହ୍ନି ପାରିବା ସମୟ ପୂର୍ବେ ସେ ଉଠିଲା; କାରଣ ବୋୟଜ କହିଲା, ଖଳାକୁ ଏ ସ୍ତ୍ରୀ ଯେ ଆସିଥିଲା, ଏହା ଜଣା ନ ଯାଉ । .::. 15 ସେ ଆହୁରି କହିଲା, ତୁମ୍ଭର ଆବରଣୀୟ ବସ୍ତ୍ର ବିଛାଇ ଧର; ତହିଁରେ ରୂତ ତାହା ବିଛାଇ ଧରନ୍ତେ, ସେ ଛଅ ପାତ୍ର ଯବ ମାପି ତାହାର ମସ୍ତକରେ ଦେଇ ନଗରକୁ ଚାଲିଗଲା । .::. 16 ତହୁଁ ରୂତ ଆପଣା ଶାଶୁ ନିକଟକୁ ଆସନ୍ତେ, ସେ କହିଲା, ଆଗୋ ଆମ୍ଭର କନ୍ୟେ, କଅଣ ହେଲା? ତହିଁରେ ସେ ଆପଣା ପ୍ରତି ସେହି ପୁରୁଷର କୃତ ସମସ୍ତ କର୍ମ ତାହାକୁ ଜ୍ଞାତ କରାଇଲା । .::. 17 ପୁଣି ଆହୁରି କହିଲା, ଶାଶୁ ନିକଟକୁ ରିକ୍ତ ହସ୍ତରେ ନ ଯାଅ ବୋଲି କହି ସେ ମୋତେ ଏହି ଛଅ ପାତ୍ର ଯବ ଦେଇଅଛନ୍ତି । .::. 18 ତହୁଁ ତାହାର ଶାଶୁ ତାହାକୁ କହିଲା, ଆଗୋ ଆମ୍ଭର କନ୍ୟେ, ଏ ବିଷୟ କʼଣ ହେବ, ଏହା ତୁମ୍ଭକୁ ଜଣା ହେବା ପର୍ଯ୍ୟନ୍ତ ବସିଥାଅ; କାରଣ ସେ ମନୁଷ୍ୟ ଆଜି ଏ କର୍ମ ସାଙ୍ଗ ନ କରି ବିଶ୍ରାମ କରିବ ନାହିଁ । .::.
  • ରୂତର ବିବରଣ ଅଧ୍ୟାୟ 1  
  • ରୂତର ବିବରଣ ଅଧ୍ୟାୟ 2  
  • ରୂତର ବିବରଣ ଅଧ୍ୟାୟ 3  
  • ରୂତର ବିବରଣ ଅଧ୍ୟାୟ 4  
×

Alert

×

Oriya Letters Keypad References