ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ପ୍ରଥମ ଶାମୁୟେଲ

ପ୍ରଥମ ଶାମୁୟେଲ ଅଧ୍ୟାୟ 21

1 ଅନନ୍ତର ଦାଉଦ ନୋବରେ ଅହୀମେଲକ୍ ଯାଜକ ନିକଟକୁ ଆସିଲେ; ତହିଁରେ ଅହୀମେଲକ୍ କମ୍ପମାନ ହୋଇ ଦାଉଦଙ୍କୁ ସାକ୍ଷାତ୍ କରିବାକୁ ଆସି ତାଙ୍କୁ କହିଲା, ତୁମ୍ଭ ସଙ୍ଗରେ କୌଣସି ଲୋକ ନାହିଁ, ତୁମ୍ଭେ ଏକା କାହିଁକି? 2 ଏଥିରେ ଦାଉଦ ଅହୀମେଲକ୍ ଯାଜକକୁ କହିଲେ, ରାଜା ମୋତେ ଗୋଟିଏ କାର୍ଯ୍ୟ କରିବାକୁ ଆଜ୍ଞା କରିଅଛନ୍ତି ଓ ମୋତେ କହିଅଛନ୍ତି, ଯେଉଁ କାର୍ଯ୍ୟ ନିମନ୍ତେ ମୁଁ ତୁମ୍ଭକୁ ପଠାଏ ଓ ମୁଁ ତୁମ୍ଭକୁ ଯାହା ଆଜ୍ଞା କରିଅଛି, ସେହି ବିଷୟ କେହି କିଛି ନ ଜାଣୁ; ଆଉ ମୁଁ ଯୁବାମାନଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନମାନଙ୍କରେ ନିଯୁକ୍ତ କରିଅଛି । 3 ଏବେ ତୁମ୍ଭ ହସ୍ତରେ କଅଣ ଅଛି? ପାଞ୍ଚଟି ରୋଟୀ, ଅବା ଯାହା କିଛି ଅଛି, ତାହା ମୋʼ ହସ୍ତରେ ଦିଅ । 4 ଏଥିରେ ଯାଜକ ଦାଉଦଙ୍କୁ ଉତ୍ତର କରି କହିଲା, ମୋʼ ହସ୍ତରେ ସାଧାରଣ ରୋଟୀ ନାହିଁ; ଯେବେ ଯୁବାମାନେ ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ରଖିଥିବେ, ତେବେ କେବଳ ପବିତ୍ର ରୋଟୀ ଅଛି । 5 ତହୁଁ ଦାଉଦ ଯାଜକକୁ ଉତ୍ତର ଦେଇ କହିଲେ, ପ୍ରକୃତରେ ଊଣାଧିକ ଏହି ତିନି ଦିନ ହେଲା, ସ୍ତ୍ରୀମାନେ ଆମ୍ଭମାନଙ୍କଠାରୁ ପୃଥକୀକୃତ ହୋଇଅଛନ୍ତି, ଏ କେବଳ ସାମାନ୍ୟ ଯାତ୍ରା ହେଲେ ହେଁ, ମୁଁ ବାହାରିବା ବେଳେ ଯୁବାମାନଙ୍କ ପାତ୍ର ପବିତ୍ର ଥିଲା; ତେବେ ଆଜି ସେମାନଙ୍କ ପାତ୍ର କେତେ ଅଧିକ ପବିତ୍ର ନ ଥିବ? 6 ତହିଁରେ ଯାଜକ ତାଙ୍କୁ ପବିତ୍ର ରୋଟୀ ଦେଲା; କାରଣ ସେ ସ୍ଥାନରେ ଆଉ ରୋଟୀ ନ ଥିଲା, କେବଳ ଦର୍ଶନୀୟ ରୋଟୀ ଥିଲା, ତାହା ଉଠାଇ ନେବା ଦିନ ତପ୍ତ ରୋଟୀ ରଖିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରୁ ତାହା ସ୍ଥାନାନ୍ତରିତ କରାଯାଇଥିଲା । 7 ସେହିଦିନ ଶାଉଲଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ସଦାପ୍ରଭୁଙ୍କ ସମ୍ମୁଖରେ ଅଟକା ଯାଇଥିଲା; ତାହାର ନାମ ଇଦୋମୀୟ ଦୋୟେଗ, ସେ ଶାଉଲଙ୍କର ପଶୁପାଳକ-ମାନଙ୍କ ମଧ୍ୟରେ ପ୍ରଧାନ ଥିଲା । 8 ପୁଣି ଦାଉଦ ଅହୀମେଲକ୍କୁ କହିଲେ, ଏଠାରେ ତୁମ୍ଭ ହସ୍ତରେ ବର୍ଚ୍ଛା କି ଖଡ଼୍‍ଗ ନାହିଁ? କାରଣ ମୁଁ ଆପଣା ଖଡ଼୍‍ଗ କି ଅସ୍ତ୍ରଶସ୍ତ୍ର ସଙ୍ଗରେ ଆଣି ନାହିଁ, ଯେଣୁ ରାଜାଙ୍କ କାର୍ଯ୍ୟ ଶୀଘ୍ର କରିବାକୁ ପଡ଼ିଲା । 9 ତହିଁରେ ଯାଜକ କହିଲା, ତୁମ୍ଭେ ଏଲା ତଳଭୂମିରେ ଯାହାକୁ ବଧ କରିଥିଲ, ଦେଖ; ସେହି ପଲେଷ୍ଟୀୟ ଗଲୀୟାତର ଖଡ଼୍‍ଗ ଏଫୋଦ ପଛେ ବସ୍ତ୍ରରେ ଗୁଡ଼ାହୋଇଅଛି, ଯେବେ ତାହା ନେବ, ନିଅ; ତାହା ଛଡ଼ା ଆଉ ଏଠାରେ କିଛି ନାହିଁ । ତହୁଁ ଦାଉଦ କହିଲେ ତାହା ପରି ଆଉ କିଛି ନାହିଁ; ତାହା ମୋତେ ଦିଅ । 10 ଏଉତ୍ତାରେ ଦାଉଦ ଉଠି ଶାଉଲଙ୍କର ସମ୍ମୁଖରୁ ସେହିଦିନ ପଳାଇ ଗାଥ୍ର ରାଜା ଆଖୀଶ୍ ନିକଟକୁ ଗଲେ । 11 ତହିଁରେ ଆଖୀଶ୍ର ଦାସମାନେ ତାକୁ କହିଲେ, ଏହି ଦାଉଦ କି ଦେଶର ରାଜା ନୁହନ୍ତି? ପୁଣି ଲୋକମାନେ ତାଙ୍କ ବିଷୟରେ ନୃତ୍ୟ କରି କି ପରସ୍ପର କହି ନ ଥିଲେ, ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ? 12 ମାତ୍ର ଦାଉଦ ଏ କଥା ମନେ ରଖିଲେ, ପୁଣି ଗାଥ୍ର ରାଜା ଆଖୀଶ୍କୁ ବଡ଼ ଭୟ କଲେ । 13 ଏଣୁ ସେ ସେମାନଙ୍କ ସାକ୍ଷାତରେ ଆପଣା ମତି ବଦଳାଇଲେ ଓ ସେମାନଙ୍କ ନିକଟରେ ଆପଣାକୁ ବାତୁଳ ପରି ଦେଖାଇ ଦ୍ଵାର କବାଟ ଆଞ୍ଚୁଡ଼ିଲେ ଓ ଆପଣା ଦାଢ଼ିରେ ଲାଳ ବୋହିବାକୁ ଦେଲେ । 14 ତହିଁରେ ଆଖୀଶ୍ ଆପଣା ଦାସମାନଙ୍କୁ କହିଲା, ଦେଖ, ଏ ବାତୁଳ, ଏହା ତୁମ୍ଭେମାନେ ଦେଖୁଅଛ; ତୁମ୍ଭେମାନେ କାହିଁକି ଏହାକୁ ମୋର ପାଖକୁ ଆଣିଲ? 15 ମୋହର କʼଣ ବାତୁଳ ଲୋକର ଅଭାବ ଅଛି ଯେ, ତୁମ୍ଭେମାନେ ଏହାକୁ ମୋର ଆଗରେ ବାତୁଳ ବ୍ୟବହାର କରିବାକୁ ଆଣିଅଛ? ଏ ଲୋକ କʼଣ ମୋହର ଘରକୁ ଆସିବ?
1 ଅନନ୍ତର ଦାଉଦ ନୋବରେ ଅହୀମେଲକ୍ ଯାଜକ ନିକଟକୁ ଆସିଲେ; ତହିଁରେ ଅହୀମେଲକ୍ କମ୍ପମାନ ହୋଇ ଦାଉଦଙ୍କୁ ସାକ୍ଷାତ୍ କରିବାକୁ ଆସି ତାଙ୍କୁ କହିଲା, ତୁମ୍ଭ ସଙ୍ଗରେ କୌଣସି ଲୋକ ନାହିଁ, ତୁମ୍ଭେ ଏକା କାହିଁକି? .::. 2 ଏଥିରେ ଦାଉଦ ଅହୀମେଲକ୍ ଯାଜକକୁ କହିଲେ, ରାଜା ମୋତେ ଗୋଟିଏ କାର୍ଯ୍ୟ କରିବାକୁ ଆଜ୍ଞା କରିଅଛନ୍ତି ଓ ମୋତେ କହିଅଛନ୍ତି, ଯେଉଁ କାର୍ଯ୍ୟ ନିମନ୍ତେ ମୁଁ ତୁମ୍ଭକୁ ପଠାଏ ଓ ମୁଁ ତୁମ୍ଭକୁ ଯାହା ଆଜ୍ଞା କରିଅଛି, ସେହି ବିଷୟ କେହି କିଛି ନ ଜାଣୁ; ଆଉ ମୁଁ ଯୁବାମାନଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନମାନଙ୍କରେ ନିଯୁକ୍ତ କରିଅଛି । .::. 3 ଏବେ ତୁମ୍ଭ ହସ୍ତରେ କଅଣ ଅଛି? ପାଞ୍ଚଟି ରୋଟୀ, ଅବା ଯାହା କିଛି ଅଛି, ତାହା ମୋʼ ହସ୍ତରେ ଦିଅ । .::. 4 ଏଥିରେ ଯାଜକ ଦାଉଦଙ୍କୁ ଉତ୍ତର କରି କହିଲା, ମୋʼ ହସ୍ତରେ ସାଧାରଣ ରୋଟୀ ନାହିଁ; ଯେବେ ଯୁବାମାନେ ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ରଖିଥିବେ, ତେବେ କେବଳ ପବିତ୍ର ରୋଟୀ ଅଛି । .::. 5 ତହୁଁ ଦାଉଦ ଯାଜକକୁ ଉତ୍ତର ଦେଇ କହିଲେ, ପ୍ରକୃତରେ ଊଣାଧିକ ଏହି ତିନି ଦିନ ହେଲା, ସ୍ତ୍ରୀମାନେ ଆମ୍ଭମାନଙ୍କଠାରୁ ପୃଥକୀକୃତ ହୋଇଅଛନ୍ତି, ଏ କେବଳ ସାମାନ୍ୟ ଯାତ୍ରା ହେଲେ ହେଁ, ମୁଁ ବାହାରିବା ବେଳେ ଯୁବାମାନଙ୍କ ପାତ୍ର ପବିତ୍ର ଥିଲା; ତେବେ ଆଜି ସେମାନଙ୍କ ପାତ୍ର କେତେ ଅଧିକ ପବିତ୍ର ନ ଥିବ? .::. 6 ତହିଁରେ ଯାଜକ ତାଙ୍କୁ ପବିତ୍ର ରୋଟୀ ଦେଲା; କାରଣ ସେ ସ୍ଥାନରେ ଆଉ ରୋଟୀ ନ ଥିଲା, କେବଳ ଦର୍ଶନୀୟ ରୋଟୀ ଥିଲା, ତାହା ଉଠାଇ ନେବା ଦିନ ତପ୍ତ ରୋଟୀ ରଖିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରୁ ତାହା ସ୍ଥାନାନ୍ତରିତ କରାଯାଇଥିଲା । .::. 7 ସେହିଦିନ ଶାଉଲଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ସଦାପ୍ରଭୁଙ୍କ ସମ୍ମୁଖରେ ଅଟକା ଯାଇଥିଲା; ତାହାର ନାମ ଇଦୋମୀୟ ଦୋୟେଗ, ସେ ଶାଉଲଙ୍କର ପଶୁପାଳକ-ମାନଙ୍କ ମଧ୍ୟରେ ପ୍ରଧାନ ଥିଲା । .::. 8 ପୁଣି ଦାଉଦ ଅହୀମେଲକ୍କୁ କହିଲେ, ଏଠାରେ ତୁମ୍ଭ ହସ୍ତରେ ବର୍ଚ୍ଛା କି ଖଡ଼୍‍ଗ ନାହିଁ? କାରଣ ମୁଁ ଆପଣା ଖଡ଼୍‍ଗ କି ଅସ୍ତ୍ରଶସ୍ତ୍ର ସଙ୍ଗରେ ଆଣି ନାହିଁ, ଯେଣୁ ରାଜାଙ୍କ କାର୍ଯ୍ୟ ଶୀଘ୍ର କରିବାକୁ ପଡ଼ିଲା । .::. 9 ତହିଁରେ ଯାଜକ କହିଲା, ତୁମ୍ଭେ ଏଲା ତଳଭୂମିରେ ଯାହାକୁ ବଧ କରିଥିଲ, ଦେଖ; ସେହି ପଲେଷ୍ଟୀୟ ଗଲୀୟାତର ଖଡ଼୍‍ଗ ଏଫୋଦ ପଛେ ବସ୍ତ୍ରରେ ଗୁଡ଼ାହୋଇଅଛି, ଯେବେ ତାହା ନେବ, ନିଅ; ତାହା ଛଡ଼ା ଆଉ ଏଠାରେ କିଛି ନାହିଁ । ତହୁଁ ଦାଉଦ କହିଲେ ତାହା ପରି ଆଉ କିଛି ନାହିଁ; ତାହା ମୋତେ ଦିଅ । .::. 10 ଏଉତ୍ତାରେ ଦାଉଦ ଉଠି ଶାଉଲଙ୍କର ସମ୍ମୁଖରୁ ସେହିଦିନ ପଳାଇ ଗାଥ୍ର ରାଜା ଆଖୀଶ୍ ନିକଟକୁ ଗଲେ । .::. 11 ତହିଁରେ ଆଖୀଶ୍ର ଦାସମାନେ ତାକୁ କହିଲେ, ଏହି ଦାଉଦ କି ଦେଶର ରାଜା ନୁହନ୍ତି? ପୁଣି ଲୋକମାନେ ତାଙ୍କ ବିଷୟରେ ନୃତ୍ୟ କରି କି ପରସ୍ପର କହି ନ ଥିଲେ, ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ? .::. 12 ମାତ୍ର ଦାଉଦ ଏ କଥା ମନେ ରଖିଲେ, ପୁଣି ଗାଥ୍ର ରାଜା ଆଖୀଶ୍କୁ ବଡ଼ ଭୟ କଲେ । .::. 13 ଏଣୁ ସେ ସେମାନଙ୍କ ସାକ୍ଷାତରେ ଆପଣା ମତି ବଦଳାଇଲେ ଓ ସେମାନଙ୍କ ନିକଟରେ ଆପଣାକୁ ବାତୁଳ ପରି ଦେଖାଇ ଦ୍ଵାର କବାଟ ଆଞ୍ଚୁଡ଼ିଲେ ଓ ଆପଣା ଦାଢ଼ିରେ ଲାଳ ବୋହିବାକୁ ଦେଲେ । .::. 14 ତହିଁରେ ଆଖୀଶ୍ ଆପଣା ଦାସମାନଙ୍କୁ କହିଲା, ଦେଖ, ଏ ବାତୁଳ, ଏହା ତୁମ୍ଭେମାନେ ଦେଖୁଅଛ; ତୁମ୍ଭେମାନେ କାହିଁକି ଏହାକୁ ମୋର ପାଖକୁ ଆଣିଲ? .::. 15 ମୋହର କʼଣ ବାତୁଳ ଲୋକର ଅଭାବ ଅଛି ଯେ, ତୁମ୍ଭେମାନେ ଏହାକୁ ମୋର ଆଗରେ ବାତୁଳ ବ୍ୟବହାର କରିବାକୁ ଆଣିଅଛ? ଏ ଲୋକ କʼଣ ମୋହର ଘରକୁ ଆସିବ? .::.
  • ପ୍ରଥମ ଶାମୁୟେଲ ଅଧ୍ୟାୟ 1  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 2  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 3  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 4  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 5  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 6  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 7  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 8  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 9  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 10  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 11  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 12  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 13  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 14  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 15  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 16  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 17  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 18  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 19  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 20  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 21  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 22  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 23  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 24  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 25  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 26  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 27  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 28  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 29  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 30  
  • ପ୍ରଥମ ଶାମୁୟେଲ ଅଧ୍ୟାୟ 31  
×

Alert

×

Oriya Letters Keypad References