ଓଡିଆ ବାଇବଲ |
ERVEN
ORV
IRVOR
ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଯିହୋଶୂୟ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
7
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
History
ଗୀତସଂହିତା 81:29 (11 01 am)
ଯିହୋଶୂୟ 7:0 (11 01 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯିହୋଶୂୟ ଅଧ୍ୟାୟ 7
1
ମାତ୍ର ଇସ୍ରାଏଲ-ସନ୍ତାନଗଣ ବର୍ଜିତ ବସ୍ତୁ ବିଷୟରେ ସତ୍ୟଲଙ୍ଘନ କଲେ; କାରଣ ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସଦ୍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍ ବର୍ଜିତ ବସ୍ତୁରୁ କିଛି ହରଣ କଲା; ତହିଁରେ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା ।
2
ଏଥିମଧ୍ୟରେ ଯିହୋଶୂୟ ଯିରୀହୋଠାରୁ ବୈଥେଲର ପୂର୍ବଦିଗସ୍ଥିତ ବୈଥାବନର ପାର୍ଶ୍ଵସ୍ଥ ଅୟକୁ ଲୋକ ପଠାଇ ସେମାନଙ୍କୁ କହିଲେ, ଉଠ, ଯାଇ ଦେଶ ଅନୁସନ୍ଧାନ କର; ଏଥିରେ ଲୋକମାନେ ଯାଇ ଅୟ ନଗର ଅନୁସନ୍ଧାନ କଲେ ।
3
ଏଉତ୍ତାରେ ସେମାନେ ଯିହୋଶୂୟଙ୍କ ନିକଟକୁ ଫେରି ଆସି ତାଙ୍କୁ କହିଲେ, ସମସ୍ତ ଲୋକ ନ ଯାଉନ୍ତୁ; କେବଳ ଦୁଇ ତିନି ସହସ୍ର ଲୋକ ଯାଇ ଅୟ ନଗର ପରାସ୍ତ କରନ୍ତୁ; ସେଠାରେ ସମସ୍ତ ଲୋକଙ୍କୁ ପରିଶ୍ରମ କରାଅ ନାହିଁ, ଯେହେତୁ ସେଠାର ଲୋକେ ଅଳ୍ପ ମାତ୍ର ।
4
ତେଣୁ ଲୋକମାନଙ୍କ ମଧ୍ୟରୁ ଊଣାଧିକ ତିନି ସହସ୍ର ସେଠାକୁ ଗଲେ, ମାତ୍ର ସେମାନେ ଅୟ ନଗରସ୍ଥ ଲୋକମାନଙ୍କ ସମ୍ମୁଖରୁ ପଳାଇଲେ ।
5
ପୁଣି ଅୟର ଲୋକମାନେ ସେମାନଙ୍କ ମଧ୍ୟରୁ ଊଣାଧିକ ଛତିଶ ଜଣଙ୍କୁ ଆଘାତ କଲେ; ନଗରଦ୍ଵାରରୁ ଶବାରୀମ ପର୍ଯ୍ୟନ୍ତ ସେମାନଙ୍କୁ ତଡ଼ିନେଇ ଗଡ଼ନ୍ତି ବାଟରେ ଆଘାତ କଲେ; ତହିଁରେ ଲୋକମାନଙ୍କ ହୃଦୟ ତରଳି ପାଣି ହୋଇଗଲା ।
6
ଏଥିରେ ଯିହୋଶୂୟ ଓ ଇସ୍ରାଏଲର ପ୍ରାଚୀନଗଣ ଆପଣା ଆପଣା ବସ୍ତ୍ର ଚିରି ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ଅଧୋମୁଖ ହୋଇ ସନ୍ଧ୍ୟା ପର୍ଯ୍ୟନ୍ତ ଭୂମିରେ ପଡ଼ି ରହିଲେ; ଆଉ ଆପଣା ଆପଣା ମସ୍ତକରେ ଧୂଳି ପକାଇଲେ ।
7
ପୁଣି ଯିହୋଶୂୟ କହିଲେ, ହାୟ ହାୟ ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ଏହି ଲୋକମାନଙ୍କୁ ଯର୍ଦ୍ଦନ ପାର କରାଇ ଆଣିଲ କାହିଁକି, କି ଆମ୍ଭମାନଙ୍କୁ ଇମୋରୀୟମାନଙ୍କ ହସ୍ତରେ ସମର୍ପଣ କରି ବିନାଶ କରିବାକୁ? ଆହା, ଯେବେ ଆମ୍ଭେମାନେ ସନ୍ତୁଷ୍ଟ ହୋଇ ଯର୍ଦ୍ଦନ ସେପାରିରେ ରହିଥାʼନ୍ତୁ!
8
ହେ ପ୍ରଭୋ, ମୁଁ କଅଣ କହିବି, ଇସ୍ରାଏଲ ତ ଶତ୍ରୁ ସମ୍ମୁଖରୁ ପିଠି କରି ଆସିଲାଣି ।
9
କାରଣ କିଣାନୀୟମାନେ ଓ ଏ ଦେଶ ନିବାସୀ ସମସ୍ତେ ଏହା ଶୁଣିବେ, ପୁଣି ଆମ୍ଭମାନଙ୍କୁ ଚାରିଆଡ଼େ ଘେରି ପୃଥିବୀରୁ ଆମ୍ଭମାନଙ୍କ ନାମ ଉଚ୍ଛିନ୍ନ କରିବେ, ତହିଁରେ ତୁମ୍ଭେ ଆପଣା ମହାନାମ ନିମନ୍ତେ କଅଣ କରିବ?
10
ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଉଠ, ଏ କଅଣ, ତୁମ୍ଭେ କାହିଁକି ଅଧୋମୁଖ ହୋଇ ପଡ଼ିଅଛ?
11
ଇସ୍ରାଏଲ ପାପ କରିଅଛନ୍ତି; ମଧ୍ୟ ଆମ୍ଭେ ସେମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ସେମାନେ ଲଙ୍ଘନ କରିଅଛନ୍ତି; ମଧ୍ୟ ସେମାନେ ବର୍ଜିତ ବସ୍ତୁରୁ କିଛି ନେଇ ଅଛନ୍ତି, ମଧ୍ୟ ଚୋରି କରିଅଛନ୍ତି, ମଧ୍ୟ ପ୍ରବଞ୍ଚନା କରିଅଛନ୍ତି, ଆଉ ମଧ୍ୟ ଆପଣାମାନଙ୍କ ସାମଗ୍ରୀ ମଧ୍ୟରେ ତାହା ରଖିଅଛନ୍ତି ।
12
ଏଥିଲାଗି ଇସ୍ରାଏଲ-ସନ୍ତାନଗଣ ବର୍ଜିତ ହେବାରୁ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଠିଆ ହୋଇପାରୁ ନାହାନ୍ତି, ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରୁ ପିଠି କରି ଫେରୁ ଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟରୁ ସେହି ବର୍ଜିତ ବସ୍ତୁ ଉତ୍ପାଟନ ନ କଲେ, ଆମ୍ଭେ ଆଉ ତୁମ୍ଭମାନଙ୍କ ସଙ୍ଗରେ ରହିବା ନାହିଁ ।
13
ଉଠ, ଲୋକମାନଙ୍କୁ ପବିତ୍ର କର, ଆଉ କୁହ, ତୁମ୍ଭେମାନେ କାଲି ପାଇଁ ଆପଣା ଆପଣାକୁ ପବିତ୍ର କର; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ହେ ଇସ୍ରାଏଲ, ତୁମ୍ଭ ମଧ୍ୟରେ ବର୍ଜିତ ବସ୍ତୁ ଅଛି, ଆପଣା ମଧ୍ୟରୁ ସେହି ବର୍ଜିତ ବସ୍ତୁ ଦୂର କରିବାଯାଏ ତୁମ୍ଭେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିବ ନାହିଁ ।
14
ଏନିମନ୍ତେ ତୁମ୍ଭେମାନେ ପ୍ରାତଃକାଳରେ ଆପଣା ଆପଣା ବଂଶାନୁସାରେ ନିକଟକୁ ଅଣାଯିବ; ତହିଁରେ ସଦାପ୍ରଭୁ ଯେଉଁ ବଂଶ ନିର୍ଣ୍ଣୟ କରିବେ, ସେହି ବଂଶର ଏକ ଏକ ଗୋଷ୍ଠୀ ନିକଟକୁ ଆସିବେ ଓ ସଦାପ୍ରଭୁ ଯେଉଁ ଗୋଷ୍ଠୀ ନିର୍ଣ୍ଣୟ କରିବେ, ସେହି ଗୋଷ୍ଠୀର ଏକ ଏକ ପରିବାର ନିକଟକୁ ଆସିବେ; ପୁଣି ସଦାପ୍ରଭୁ ଯେଉଁ ପରିବାର ନିର୍ଣ୍ଣୟ କରିବେ, ସେହି ପରିବାରର ଏକ ଏକ ପୁରୁଷ ନିକଟକୁ ଆସିବେ ।
15
ତହିଁରେ ଯାହାଠାରେ ବର୍ଜିତ ବସ୍ତୁ ଥିବାର ନିର୍ଣ୍ଣୟ କରାଯିବ, ସେ ଓ ତାହାର ସର୍ବସ୍ଵ ଅଗ୍ନିରେ ଦଗ୍ଧ ହେବ; ଯେହେତୁ ସେ ସଦାପ୍ରଭୁଙ୍କ ନିୟମ ଲଙ୍ଘନ କଲା ଓ ସେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କର୍ମ କଲା ।
16
ଅନନ୍ତର ଯିହୋଶୂୟ ଅତି ପ୍ରଭାତରେ ଉଠି ଇସ୍ରାଏଲକୁ ଆପଣା ଆପଣା ବଂଶାନୁସାରେ ନିକଟକୁ ଅଣାଇଲେ; ତହିଁରେ ଯିହୁଦା ବଂଶ ନିର୍ଣ୍ଣୀତ ହେଲା ।
17
ତହୁଁ ସେ ଯିହୁଦା ଗୋଷ୍ଠୀକି ନିକଟକୁ ଅଣାନ୍ତେ, ସେରହର ଗୋଷ୍ଠୀ ନିର୍ଣ୍ଣୀତ ହେଲା; ତହୁଁ ସେ ସେରହ ଗୋଷ୍ଠୀର ଏକ ଏକ ପୁରୁଷ ନିକଟକୁ ଅଣାନ୍ତେ, ସଦ୍ଦି ନିର୍ଣ୍ଣୀତ ହେଲା ।
18
ତହୁଁ ସେ ତାହାର ପରିବାରର ଏକ ଏକ ପୁରୁଷ ନିକଟକୁ ଅଣାନ୍ତେ, ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସଦ୍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍ ନିର୍ଣ୍ଣୀତ ହେଲା ।
19
ତେବେ ଯିହୋଶୂୟ ଆଖନ୍କୁ କହିଲେ, ହେ ମୋହର ପୁତ୍ର, ବିନୟ କରୁଅଛି, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ଵୀକାର କର; ଆଚ୍ଛା, ତୁମ୍ଭେ କଅଣ କରିଅଛ, ମୋତେ କୁହ; ମୋଠୁଁ ତାହା ଲୁଚାଅ ନାହିଁ ।
20
ତହିଁରେ ଆଖନ୍ ଉତ୍ତର କରି ଯିହୋଶୂୟଙ୍କୁ କହିଲା, ସତ୍ୟ, ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ବିରୁଦ୍ଧରେ ପାପ କରିଅଛି, ମୁଁ ଅମୁକ ଅମୁକ କାର୍ଯ୍ୟ କରିଅଛି ।
21
ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ତିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ ଦୁଇଶହ ଶେକଲ ରୂପା ଓ ପଚାଶ ଶେକଲ ପରିମିତ ଏକ ସୁନାମୁଣ୍ତା ଦେଖି ଲୋଭ କରି ତାହା ନେଲି; ଆଉ ଦେଖ, ସେସବୁ ମୋʼ ତମ୍ଵୁ ମଧ୍ୟରେ ଭୂମିରେ ପୋତା ଅଛି, ଆଉ ରୂପା ତହିଁ ତଳେ ଅଛି ।
22
ଏଥିରେ ଯିହୋଶୂୟ ଦୂତ ପଠାନ୍ତେ, ସେମାନେ ତମ୍ଵୁକୁ ଦୌଡ଼ି ଗଲେ; ଆଉ ଦେଖ, ତାହା ତାହାର ତମ୍ଵୁରେ ପୋତା ଓ ତହିଁ ତଳେ ରୂପା ଅଛି ।
23
ତେବେ ସେମାନେ ତମ୍ଵୁ ମଧ୍ୟରୁ ସେସବୁ ନେଇ ଯିହୋଶୂୟଙ୍କର ଓ ଇସ୍ରାଏଲର ସମସ୍ତ ସନ୍ତାନଗଣର ନିକଟକୁ ଆଣିଲେ, ପୁଣି ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଥୋଇଦେଲେ ।
24
ପୁଣି, ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେରହର ସନ୍ତାନ ସେହି ଆଖନ୍କୁ ଓ ସେହି ରୂପା ଓ ବସ୍ତ୍ର ଓ ସୁନାମୁଣ୍ତା ଓ ତାହାର ପୁତ୍ର ଓ କନ୍ୟାମାନଙ୍କୁ ଓ ତାହାର ଗୋରୁ ଓ ଗଧ ଓ ମେଣ୍ଢା ଓ ତମ୍ଵୁ, ସର୍ବସ୍ଵ ନେଇ ଆଖୋର୍ ଉପତ୍ୟକାକୁ ଆଣିଲେ ।
25
ପୁଣି ଯିହୋଶୂୟ କହିଲେ, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଦୁଃଖ ଦେଲ? ସଦାପ୍ରଭୁ ଆଜି ତୁମ୍ଭକୁ ଦୁଃଖ ଦେବେ । ଏଥିରେ ସମଗ୍ର ଇସ୍ରାଏଲ ତାହାକୁ ପ୍ରସ୍ତରାଘାତ କରି ବଧ କଲେ; ପୁଣି ସେମାନେ ସେସବୁ ଅଗ୍ନିରେ ଦଗ୍ଧ କରି ପ୍ରସ୍ତରରେ ପୋତି ପକାଇଲେ ।
26
ଆଉ ସେମାନେ ତାହା ଉପରେ ଏକ ବୃହତ ପ୍ରସ୍ତର ଢିପି କଲେ, ତାହା ଆଜିଯାଏ ଅଛିନ୍ତଏହିରୂପେ ସଦାପ୍ରଭୁ ଆପଣା ପ୍ରଚଣ୍ତ କ୍ରୋଧରୁ ନିବୃତ୍ତ ହେଲେ । ଏହେତୁ ସେହି ସ୍ଥାନ ଆଜିଯାଏ ଆଖୋର୍ (ଦୁଃଖ) ଉପତ୍ୟକା ବୋଲି ଖ୍ୟାତ ଅଛି ।
ଯିହୋଶୂୟ 7

.::.

ଯିହୋଶୂୟ ଅଧ୍ୟାୟ 1
ଯିହୋଶୂୟ ଅଧ୍ୟାୟ 2
ଯିହୋଶୂୟ ଅଧ୍ୟାୟ 3
ଯିହୋଶୂୟ ଅଧ୍ୟାୟ 4
ଯିହୋଶୂୟ ଅଧ୍ୟାୟ 5
ଯିହୋଶୂୟ ଅଧ୍ୟାୟ 6
ଯିହୋଶୂୟ ଅଧ୍ୟାୟ 7
ଯିହୋଶୂୟ ଅଧ୍ୟାୟ 8
ଯିହୋଶୂୟ ଅଧ୍ୟାୟ 9
ଯିହୋଶୂୟ ଅଧ୍ୟାୟ 10
ଯିହୋଶୂୟ ଅଧ୍ୟାୟ 11
ଯିହୋଶୂୟ ଅଧ୍ୟାୟ 12
ଯିହୋଶୂୟ ଅଧ୍ୟାୟ 13
ଯିହୋଶୂୟ ଅଧ୍ୟାୟ 14
ଯିହୋଶୂୟ ଅଧ୍ୟାୟ 15
ଯିହୋଶୂୟ ଅଧ୍ୟାୟ 16
ଯିହୋଶୂୟ ଅଧ୍ୟାୟ 17
ଯିହୋଶୂୟ ଅଧ୍ୟାୟ 18
ଯିହୋଶୂୟ ଅଧ୍ୟାୟ 19
ଯିହୋଶୂୟ ଅଧ୍ୟାୟ 20
ଯିହୋଶୂୟ ଅଧ୍ୟାୟ 21
ଯିହୋଶୂୟ ଅଧ୍ୟାୟ 22
ଯିହୋଶୂୟ ଅଧ୍ୟାୟ 23
ଯିହୋଶୂୟ ଅଧ୍ୟାୟ 24
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References