ଓଡିଆ ବାଇବଲ |
ERVGU
ORV
IRVOR
ମାଥିଉଲିଖିତ ସୁସମାଚାର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
2
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
:
ରେକର୍ଡଗୁଡିକ
ପ୍ରଥମ ରାଜାବଳୀ 11:39 (03 59 am)
ପ୍ରଥମ ବଂଶାବଳୀ 15:38 (03 59 am)
ମାଥିଉଲିଖିତ ସୁସମାଚାର 2:0 (03 59 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 2
1
ହେରୋଦ ରାଜାଙ୍କ ସମୟରେ ଯିହୁଦା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ଣପରେ, ଦେଖ, ପୂର୍ବଦେଶର କେତେକ ପଣ୍ତିତ ଯିରୂଶାଲମକୁ ଆସି କହିଲେ,
2
ଯିହୁଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ? କାରଣ ଆମ୍ଭେମାନେ ପୂର୍ବଦେଶରେ ତାହାଙ୍କ ତାରା ଦେଖି ତାହାଙ୍କୁ ପ୍ରଣାମ କରିବାକୁ ଆସିଅଛୁ ।
3
ଏହା ଶୁଣି ହେରୋଦ ରାଜା ଓ ତାଙ୍କ ସହିତ ସମୁଦାୟ ଯିରୂଶାଲମ ନିବାସୀ ଉଦ୍ବିଗ୍ନ ହେଲେ;
4
ପୁଣି, ସେ ଲୋକଙ୍କର ସମସ୍ତ ପ୍ରଧାନ ଯାଜକ ଓ ଶାସ୍ତ୍ରୀଙ୍କୁ ଏକତ୍ର କରି, ଖ୍ରୀଷ୍ଟ କେଉଁଠାରେ ଜନ୍ମଗ୍ରହଣ କରିବେ, ତାହା ସେମାନଙ୍କଠାରୁ ବୁଝିନେବାକୁ ଚେଷ୍ଟା କଲେ ।
5
ସେମାନେ ତାଙ୍କୁ କହିଲେ, ଯିହୁଦା ପ୍ରଦେଶର ବେଥଲିହିମରେ, କାରଣ ଭାବବାଦୀଙ୍କ ଦ୍ଵାରା ଏପରି ଲେଖାଅଛି,
6
ଆଉ, ଗୋ ଯିହୁଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୁଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋʼଠାରୁ ଉତ୍ପନ୍ନ ହେବେ ।
7
ତାହାପରେ ହେରୋଦ ପଣ୍ତିତମାନଙ୍କୁ ଗୋପନରେ ଡାକି, ସେହି ତାରା କେଉଁ ସମୟରେ ଦେଖାଗଲା, ଏହା ସେମାନଙ୍କଠାରୁ ସୂକ୍ଷ୍ମ ରୂପେ ବୁଝିନେଲେ ।
8
ପୁଣି, ସେ ସେମାନଙ୍କୁ ବେଥଲିହିମକୁ ପଠାଇ କହିଲେ, ଆପଣମାନେ ଯାଇ ସେହି ଶିଶୁଙ୍କ ସମ୍ଵନ୍ଧରେ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରନ୍ତୁ, ଆଉ ସନ୍ଧାନ ପାଇଲା କ୍ଷଣି ଆମ୍ଭକୁ ସମ୍ଵାଦ ଦିଅନ୍ତୁ, ଯେପରି ଆମ୍ଭେ ମଧ୍ୟ ଯାଇ ତାହାଙ୍କୁ ପ୍ରଣାମ କରିବା ।
9
ସେଥିରେ ସେମାନେ ରାଜାଙ୍କ କଥା ଶୁଣି ଚାଲିଗଲେ; ଆଉ ଦେଖ, ସେମାନେ ପୂର୍ବଦେଶରେ ଯେଉଁ ତାରା ଦେଖିଥିଲେ, ତାହା ସେମାନଙ୍କ ଆଗେ ଆଗେ ଯାଇ, ଯେଉଁଠାରେ ଶିଶୁ ଥିଲେ, ଶେଷରେ ସେହି ସ୍ଥାନ ଉପରେ ସ୍ଥଗିତ ହେଲା ।
10
ସେମାନେ ତାରା ଦେଖି ମହାନନ୍ଦରେ ଅତିଶୟ ଆନନ୍ଦିତ ହେଲେ,
11
ଆଉ ଗୃହ ଭିତରକୁ ଯାଇ ଶିଶୁଙ୍କୁ ତାହାଙ୍କ ମାତା ମରୀୟମଙ୍କ ସଙ୍ଗରେ ଦେଖିଲେ ଓ ତାହାଙ୍କୁ ଭୂମିଷ୍ଠ ପ୍ରଣାମ କଲେ, ପୁଣି ଆପଣା ଆପଣା ପେଡ଼ି ଫିଟାଇ ସୁନା, କୁନ୍ଦୁରୁ ଓ ଗନ୍ଧରସ ତାହାଙ୍କୁ ଦର୍ଶନୀ ଦେଲେ ।
12
ପରେ ହେରୋଦଙ୍କ ନିକଟକୁ ବାହୁଡ଼ି ନ ଯିବାକୁ ସ୍ଵପ୍ନରେ ପ୍ରତ୍ୟାଦେଶ ପାଇ ସେମାନେ ଅନ୍ୟ ପଥ ଦେଇ ସ୍ଵଦେଶକୁ ପ୍ରସ୍ଥାନ କଲେ ।
13
ସେମାନେ ପ୍ରସ୍ଥାନ କଲା ଉତ୍ତାରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ଵପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ଘେନି ମିସରକୁ ପଳାଅ, ପୁଣି ଆମ୍ଭେ ତୁମ୍ଭକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ, କାରଣ ଶିଶୁଙ୍କୁ ବିନାଶ କରିବା ନିମନ୍ତେ ହେରୋଦ ତାହାଙ୍କୁ ଅନ୍ଵେଷଣ କରିବାକୁ ଉଦ୍ୟତ ।
14
ଏଥିରେ ସେ ଉଠି ରାତ୍ରିରେ ଶିଶୁ ଓ ତାହାଙ୍କ ମାତାଙ୍କୁ ଘେନି ମିସରକୁ ପଳାଇଗଲେ,
15
ଆଉ ହେରୋଦଙ୍କ ମରଣ ପର୍ଯ୍ୟନ୍ତ ସେଠାରେ ରହିଲେ, ଯେପରି ଭାବବାଦୀଙ୍କ ଦ୍ଵାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, ମିସରରୁ ଆମ୍ଭେ ଆପଣା ପୁତ୍ରଙ୍କୁ ଆହ୍ଵାନ କଲୁ ।
16
ଇତି ମଧ୍ୟରେ ହେରୋଦ ପଣ୍ତିତମାନଙ୍କ ଦ୍ଵାରା ଆପଣାକୁ ପ୍ରବଞ୍ଚିତ ହେବା ଦେଖି କ୍ରୋଧାନ୍ଧ ହୋଇଗଲେ, ଆଉ ସେମାନଙ୍କ ନିକଟରୁ ସୂକ୍ଷ୍ମ ରୂପେ ଯେଉଁ ସମୟ ବୁଝିଥିଲେ, ତଦନୁସାରେ ଦୁଇ ବର୍ଷ ଓ ସେଥିରୁ ନ୍ୟୂନବୟସ୍କ ଯେତେ ବାଳକ ବେଥଲିହିମ, ପୁଣି ସେଥିର ସମସ୍ତ ସୀମା ମଧ୍ୟରେ ଥିଲେ, ଲୋକ ପଠାଇ ସେହି ସମସ୍ତଙ୍କୁ ବଧ କରାଇଲେ ।
17
ସେତେବେଳେ ଯିରିମୀୟ ଭାବବାଦୀଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ସଫଳ ହେଲା,
18
ରାମାରେ ସ୍ଵର ଶୁଣାଗଲା, ରୋଦନ ଓ ଅତିଶୟ ବିଳାପ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଥିଲେ; ଆଉ, ସେମାନେ ନାହାନ୍ତି ବୋଲି ସେ ସାନ୍ତ୍ଵନାର କଥା ମାନିବାକୁ ଇଚ୍ଛା କରୁ ନ ଥିଲେ ।
19
ହେରୋଦଙ୍କ ମୃତ୍ୟୁ ଉତ୍ତାରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ମିସରରେ ଯୋଷେଫଙ୍କୁ ସ୍ଵପ୍ନରେ ଦର୍ଶନ ଦେଇ କହିଲେ,
20
ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ଘେନି ଇସ୍ରାଏଲ ଦେଶକୁ ଗମନ କର, କାରଣ ଯେଉଁମାନେ ଶିଶୁଙ୍କ ପ୍ରାଣ ବିନାଶ କରିବା ନିମନ୍ତେ ଚେଷ୍ଟା କରୁଥିଲେ ସେମାନଙ୍କର ମୃତ୍ୟୁ ଘଟିଅଛି ।
21
ସେଥିରେ ସେ ଉଠି ଶିଶୁ ଓ ତାହାଙ୍କ ମାତାଙ୍କୁ ଘେନି ଇସ୍ରାଏଲ ଦେଶକୁ ଆସିଲେ ।
22
ମାତ୍ର ଆର୍ଖିଲାୟ ଆପଣା ପିତା ହେରୋଦଙ୍କ ସ୍ଥାନରେ ଯିହୁଦା ପ୍ରଦେଶର ରାଜା ହୋଇଅଛନ୍ତି, ଏହା ଶୁଣି ସେଠାକୁ ଯିବା ପାଇଁ ସେ ଭୟ କଲେ; କିନ୍ତୁ ସ୍ଵପ୍ନରେ ପ୍ରତ୍ୟାଦେଶ ପାଇ ସେ ଗାଲିଲୀ ଅଞ୍ଚଳକୁ ପଳାଇଗଲେ
23
ଓ ନାଜରିତ ନାମକ ନଗରରେ ଯାଇ ବାସ କଲେ, ଯେପରି ଭାବବାଦୀମାନଙ୍କ ଦ୍ଵାରା ଉକ୍ତ ବାକ୍ୟ ସଫଳ ହୁଏ ଯେ, ସେ ନାଜରିତୀୟ ବୋଲି ଖ୍ୟାତ ହେବେ ।
ମାଥିଉଲିଖିତ ସୁସମାଚାର 2
1. ହେରୋଦ ରାଜାଙ୍କ ସମୟରେ ଯିହୁଦା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ଣପରେ, ଦେଖ, ପୂର୍ବଦେଶର କେତେକ ପଣ୍ତିତ ଯିରୂଶାଲମକୁ ଆସି କହିଲେ, 2. ଯିହୁଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ? କାରଣ ଆମ୍ଭେମାନେ ପୂର୍ବଦେଶରେ ତାହାଙ୍କ ତାରା ଦେଖି ତାହାଙ୍କୁ ପ୍ରଣାମ କରିବାକୁ ଆସିଅଛୁ । 3. ଏହା ଶୁଣି ହେରୋଦ ରାଜା ଓ ତାଙ୍କ ସହିତ ସମୁଦାୟ ଯିରୂଶାଲମ ନିବାସୀ ଉଦ୍ବିଗ୍ନ ହେଲେ; 4. ପୁଣି, ସେ ଲୋକଙ୍କର ସମସ୍ତ ପ୍ରଧାନ ଯାଜକ ଓ ଶାସ୍ତ୍ରୀଙ୍କୁ ଏକତ୍ର କରି, ଖ୍ରୀଷ୍ଟ କେଉଁଠାରେ ଜନ୍ମଗ୍ରହଣ କରିବେ, ତାହା ସେମାନଙ୍କଠାରୁ ବୁଝିନେବାକୁ ଚେଷ୍ଟା କଲେ । 5. ସେମାନେ ତାଙ୍କୁ କହିଲେ, ଯିହୁଦା ପ୍ରଦେଶର ବେଥଲିହିମରେ, କାରଣ ଭାବବାଦୀଙ୍କ ଦ୍ଵାରା ଏପରି ଲେଖାଅଛି, 6. ଆଉ, ଗୋ ଯିହୁଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୁଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋʼଠାରୁ ଉତ୍ପନ୍ନ ହେବେ । 7. ତାହାପରେ ହେରୋଦ ପଣ୍ତିତମାନଙ୍କୁ ଗୋପନରେ ଡାକି, ସେହି ତାରା କେଉଁ ସମୟରେ ଦେଖାଗଲା, ଏହା ସେମାନଙ୍କଠାରୁ ସୂକ୍ଷ୍ମ ରୂପେ ବୁଝିନେଲେ । 8. ପୁଣି, ସେ ସେମାନଙ୍କୁ ବେଥଲିହିମକୁ ପଠାଇ କହିଲେ, ଆପଣମାନେ ଯାଇ ସେହି ଶିଶୁଙ୍କ ସମ୍ଵନ୍ଧରେ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରନ୍ତୁ, ଆଉ ସନ୍ଧାନ ପାଇଲା କ୍ଷଣି ଆମ୍ଭକୁ ସମ୍ଵାଦ ଦିଅନ୍ତୁ, ଯେପରି ଆମ୍ଭେ ମଧ୍ୟ ଯାଇ ତାହାଙ୍କୁ ପ୍ରଣାମ କରିବା । 9. ସେଥିରେ ସେମାନେ ରାଜାଙ୍କ କଥା ଶୁଣି ଚାଲିଗଲେ; ଆଉ ଦେଖ, ସେମାନେ ପୂର୍ବଦେଶରେ ଯେଉଁ ତାରା ଦେଖିଥିଲେ, ତାହା ସେମାନଙ୍କ ଆଗେ ଆଗେ ଯାଇ, ଯେଉଁଠାରେ ଶିଶୁ ଥିଲେ, ଶେଷରେ ସେହି ସ୍ଥାନ ଉପରେ ସ୍ଥଗିତ ହେଲା । 10. ସେମାନେ ତାରା ଦେଖି ମହାନନ୍ଦରେ ଅତିଶୟ ଆନନ୍ଦିତ ହେଲେ, 11. ଆଉ ଗୃହ ଭିତରକୁ ଯାଇ ଶିଶୁଙ୍କୁ ତାହାଙ୍କ ମାତା ମରୀୟମଙ୍କ ସଙ୍ଗରେ ଦେଖିଲେ ଓ ତାହାଙ୍କୁ ଭୂମିଷ୍ଠ ପ୍ରଣାମ କଲେ, ପୁଣି ଆପଣା ଆପଣା ପେଡ଼ି ଫିଟାଇ ସୁନା, କୁନ୍ଦୁରୁ ଓ ଗନ୍ଧରସ ତାହାଙ୍କୁ ଦର୍ଶନୀ ଦେଲେ । 12. ପରେ ହେରୋଦଙ୍କ ନିକଟକୁ ବାହୁଡ଼ି ନ ଯିବାକୁ ସ୍ଵପ୍ନରେ ପ୍ରତ୍ୟାଦେଶ ପାଇ ସେମାନେ ଅନ୍ୟ ପଥ ଦେଇ ସ୍ଵଦେଶକୁ ପ୍ରସ୍ଥାନ କଲେ । 13. ସେମାନେ ପ୍ରସ୍ଥାନ କଲା ଉତ୍ତାରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ଵପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ଘେନି ମିସରକୁ ପଳାଅ, ପୁଣି ଆମ୍ଭେ ତୁମ୍ଭକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ, କାରଣ ଶିଶୁଙ୍କୁ ବିନାଶ କରିବା ନିମନ୍ତେ ହେରୋଦ ତାହାଙ୍କୁ ଅନ୍ଵେଷଣ କରିବାକୁ ଉଦ୍ୟତ । 14. ଏଥିରେ ସେ ଉଠି ରାତ୍ରିରେ ଶିଶୁ ଓ ତାହାଙ୍କ ମାତାଙ୍କୁ ଘେନି ମିସରକୁ ପଳାଇଗଲେ, 15. ଆଉ ହେରୋଦଙ୍କ ମରଣ ପର୍ଯ୍ୟନ୍ତ ସେଠାରେ ରହିଲେ, ଯେପରି ଭାବବାଦୀଙ୍କ ଦ୍ଵାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, ମିସରରୁ ଆମ୍ଭେ ଆପଣା ପୁତ୍ରଙ୍କୁ ଆହ୍ଵାନ କଲୁ । 16. ଇତି ମଧ୍ୟରେ ହେରୋଦ ପଣ୍ତିତମାନଙ୍କ ଦ୍ଵାରା ଆପଣାକୁ ପ୍ରବଞ୍ଚିତ ହେବା ଦେଖି କ୍ରୋଧାନ୍ଧ ହୋଇଗଲେ, ଆଉ ସେମାନଙ୍କ ନିକଟରୁ ସୂକ୍ଷ୍ମ ରୂପେ ଯେଉଁ ସମୟ ବୁଝିଥିଲେ, ତଦନୁସାରେ ଦୁଇ ବର୍ଷ ଓ ସେଥିରୁ ନ୍ୟୂନବୟସ୍କ ଯେତେ ବାଳକ ବେଥଲିହିମ, ପୁଣି ସେଥିର ସମସ୍ତ ସୀମା ମଧ୍ୟରେ ଥିଲେ, ଲୋକ ପଠାଇ ସେହି ସମସ୍ତଙ୍କୁ ବଧ କରାଇଲେ । 17. ସେତେବେଳେ ଯିରିମୀୟ ଭାବବାଦୀଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ସଫଳ ହେଲା, 18. ରାମାରେ ସ୍ଵର ଶୁଣାଗଲା, ରୋଦନ ଓ ଅତିଶୟ ବିଳାପ, ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଥିଲେ; ଆଉ, ସେମାନେ ନାହାନ୍ତି ବୋଲି ସେ ସାନ୍ତ୍ଵନାର କଥା ମାନିବାକୁ ଇଚ୍ଛା କରୁ ନ ଥିଲେ । 19. ହେରୋଦଙ୍କ ମୃତ୍ୟୁ ଉତ୍ତାରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ମିସରରେ ଯୋଷେଫଙ୍କୁ ସ୍ଵପ୍ନରେ ଦର୍ଶନ ଦେଇ କହିଲେ, 20. ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ଘେନି ଇସ୍ରାଏଲ ଦେଶକୁ ଗମନ କର, କାରଣ ଯେଉଁମାନେ ଶିଶୁଙ୍କ ପ୍ରାଣ ବିନାଶ କରିବା ନିମନ୍ତେ ଚେଷ୍ଟା କରୁଥିଲେ ସେମାନଙ୍କର ମୃତ୍ୟୁ ଘଟିଅଛି । 21. ସେଥିରେ ସେ ଉଠି ଶିଶୁ ଓ ତାହାଙ୍କ ମାତାଙ୍କୁ ଘେନି ଇସ୍ରାଏଲ ଦେଶକୁ ଆସିଲେ । 22. ମାତ୍ର ଆର୍ଖିଲାୟ ଆପଣା ପିତା ହେରୋଦଙ୍କ ସ୍ଥାନରେ ଯିହୁଦା ପ୍ରଦେଶର ରାଜା ହୋଇଅଛନ୍ତି, ଏହା ଶୁଣି ସେଠାକୁ ଯିବା ପାଇଁ ସେ ଭୟ କଲେ; କିନ୍ତୁ ସ୍ଵପ୍ନରେ ପ୍ରତ୍ୟାଦେଶ ପାଇ ସେ ଗାଲିଲୀ ଅଞ୍ଚଳକୁ ପଳାଇଗଲେ 23. ଓ ନାଜରିତ ନାମକ ନଗରରେ ଯାଇ ବାସ କଲେ, ଯେପରି ଭାବବାଦୀମାନଙ୍କ ଦ୍ଵାରା ଉକ୍ତ ବାକ୍ୟ ସଫଳ ହୁଏ ଯେ, ସେ ନାଜରିତୀୟ ବୋଲି ଖ୍ୟାତ ହେବେ ।
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 1
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 2
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 3
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 4
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 5
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 6
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 7
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 8
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 9
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 10
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 11
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 12
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 13
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 14
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 15
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 16
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 17
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 18
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 19
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 20
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 21
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 22
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 23
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 24
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 25
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 26
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 27
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 28
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References