ଓଡିଆ ବାଇବଲ |
ERVGU
ORV
IRVOR
ମାଥିଉଲିଖିତ ସୁସମାଚାର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
27
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
:
ରେକର୍ଡଗୁଡିକ
ମାଥିଉଲିଖିତ ସୁସମାଚାର 27:0 (06 10 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 27
1
ପ୍ରଭାତ ହୁଅନ୍ତେ, ସମସ୍ତ ପ୍ରଧାନଯାଜକ, ପୁଣି ଲୋକମାନଙ୍କର ପ୍ରାଚୀନବର୍ଗ ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିପକ୍ଷରେ ମନ୍ତ୍ରଣା କଲେ,
2
ଆଉ ସେମାନେ ତାହାଙ୍କୁ ବାନ୍ଧି ଘେନିଯାଇ ପୀଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ ।
3
ସେତେବେଳେ ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣକାରୀ ଯିହୁଦା, ସେ ପ୍ରାଣଦଣ୍ତାଜ୍ଞା ପାଇଅଛନ୍ତି, ଏହା ଦେଖି ଅନୁତାପ କରି ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗଙ୍କ ନିକଟକୁ ସେହି ତିରିଶଗୋଟି ରୌପ୍ୟମୁଦ୍ରା ଫେରାଇ ଆଣି କହିଲା,
4
ମୁଁ ନିର୍ଦ୍ଦୋଷ ରକ୍ତ ସମର୍ପଣ କରି ପାପ କରିଅଛି । କିନ୍ତୁ ସେମାନେ କହିଲେ, ସେଥିରେ ଆମ୍ଭମାନଙ୍କର କଅଣ ଅଛି? ତୁ ତାହା ବୁଝ୍ ।
5
ତହିଁରେ ସେ ରୌପ୍ୟମୁଦ୍ରାଗୁଡ଼ାକ ମନ୍ଦିର ଭିତରେ ଫୋପାଡ଼ିଦେଇ ଚାଲିଗଲା, ପୁଣି ଯାଇ ଆପଣାକୁ ଫାଶୀ ଦେଲା।
6
କିନ୍ତୁ ପ୍ରଧାନ ଯାଜକମାନେ ସେହି ରୌପ୍ୟମୁଦ୍ରା-ଗୁଡ଼ାକ ଘେନି କହିଲେ, ଏହା ଭଣ୍ତାରରେ ରଖିବା ବିଧିସଙ୍ଗତ ନୁହେଁ, କାରଣ ଏ ତ ରକ୍ତର ମୂଲ୍ୟ ।
7
ପୁଣି, ସେମାନେ ମନ୍ତ୍ରଣା କରି ବିଦେଶୀମାନଙ୍କର ସମାଧି ନିମନ୍ତେ ସେହି ମୁଦ୍ରାରେ କୁମ୍ଭକାରର କ୍ଷେତ୍ର କିଣିଲେ ।
8
ଏଣୁ ଆଜି ପର୍ଯ୍ୟନ୍ତ ସେହି କ୍ଷେତ୍ରକୁ ରକ୍ତକ୍ଷେତ୍ର ବୋଲି କହନ୍ତି ।
9
ଏଥିରେ ଯିରିମୀୟ ଭାବବାଦୀଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ସଫଳ ହେଲା, ଇସ୍ରାଏଲ-ସନ୍ତାନମାନେ ଯାହାଙ୍କ ମୂଲ୍ୟ ନିରୂପଣ କରିଥିଲେ, ତାହାଙ୍କ ମୂଲ୍ୟସ୍ଵରୂପେ ସେହି ତିରିଶଗୋଟି ରୌପ୍ୟମୁଦ୍ରା ସେମାନେ ଘେନି
10
ମୋʼ ପ୍ରତି ପ୍ରଭୁଙ୍କ ଆଦେଶ ଅନୁସାରେ କୁମ୍ଭକାରର କ୍ଷେତ୍ର ନିମନ୍ତେ ଦେଲେ ।
11
ଇତିମଧ୍ୟରେ ଯୀଶୁ ଶାସନକର୍ତ୍ତାଙ୍କ ସମ୍ମୁଖରେ ଠିଆ କରାଗଲେ, ଆଉ ଶାସନକର୍ତ୍ତା ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କ ରାଜାଣ? ଯୀଶୁ କହିଲେ, ଆପଣ କହୁଅଛନ୍ତି।
12
ଆଉ, ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତେ, ସେ କୌଣସି ଉତ୍ତର ଦେଲେ ନାହିଁ ।
13
ସେଥିରେ ପୀଲାତ ତାହାଙ୍କୁ କହିଲେ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ସାକ୍ଷ୍ୟ ଦେଉଅଛନ୍ତି, ତାହା କି ଶୁଣୁ ନାହଁ?
14
ମାତ୍ର ସେ ତାହାଙ୍କୁ ଗୋଟିଏ କଥାର ହିଁ ପଦେ ହେଲେ ଉତ୍ତର ଦେଲେ ନାହିଁ, ସେଥିରେ ଶାସନକର୍ତ୍ତା ଅତ୍ୟ; ଚମତ୍କୃତ ହେଲେ ।
15
କିନ୍ତୁ ପର୍ବ ସମୟରେ ଲୋକସମୂହର ଇଚ୍ଛାନୁସାରେ ଜଣେ ବନ୍ଦୀକି ସେମାନଙ୍କ ନିମନ୍ତେ ମୁକ୍ତ କରିବା ଶାସନ-କର୍ତ୍ତାଙ୍କର ରୀତି ଥିଲା ।
16
ସେତେବେଳେ ସେମାନଙ୍କର ବାରବ୍ବା ନାମକ ଜଣେ ବିଖ୍ୟାତ ବନ୍ଦୀ ଥିଲା ।
17
ଅତଏବ, ସେମାନେ ଏକତ୍ର ହୋଇଥିବା ସମୟରେ ପୀଲାତ ସେମାନଙ୍କୁ ପଚାରିଲେ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିଦେବା ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ? ବାରବ୍ବାକୁ, ନା ଯାହାକୁ ଖ୍ରୀଷ୍ଟ ବୋଲି କହନ୍ତି, ସେହି ଯୀଶୁକୁ?
18
କାରଣ ସେମାନେ ଯେ ଈର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ଜାଣିଥିଲେ ।
19
ଆଉ, ସେ ବିଚାରାସନରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ କହି ପଠାଇଲେ, ସେହି ଧାର୍ମିକ ଲୋକଙ୍କ କଥାରେ ତୁମ୍ଭେ ଆଦୌ ହାତ ଦିଅ ନାହିଁ, କାରଣ ତାହାଙ୍କ ଯୋଗୁଁ ମୁଁ ଆଜି ସ୍ଵପ୍ନରେ ବହୁତ କଷ୍ଟ ଭୋଗିଅଛି ।
20
ମାତ୍ର ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ବାରବ୍ବାକୁ ମାଗିବା ପାଇଁ ଓ ଯୀଶୁଙ୍କୁ ବିନାଶ କରିବା ପାଇଁ ଲୋକ-ସମୂହକୁ ମଣାଇଲେ ।
21
ମାତ୍ର ଶାସନକର୍ତ୍ତା ସେମାନଙ୍କୁ ଉତ୍ତର ଦେଲେ, ଆମ୍ଭେ ଏ ଉଭୟଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିବା ବୋଲି ତୁମ୍ଭମାନଙ୍କର ଇଚ୍ଛା? ସେମାନେ କହିଲେ, ବାରବ୍ବାକୁ ।
22
ପୀଲାତ ସେମାନଙ୍କୁ ପଚାରିଲେ, ତେବେ ଯାହାକୁ ଖ୍ରୀଷ୍ଟ କହନ୍ତି, ସେହି ଯୀଶୁ ପ୍ରତି ଆମ୍ଭେ କଅଣ କରିବା? ସେମାନେ ସମସ୍ତେ କହିଲେ, ସେ କ୍ରୁଶରେ ଚଢ଼ାଯାଉ ।
23
ସେଥିରେ ସେ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟ; ଚିତ୍କାର କରି କହିଲେ, ସେ କ୍ରୁଶରେ ଚଢ଼ାଯାଉ ।
24
ଏଣୁ ପୀଲାତ ଯେତେବେଳେ ଦେଖିଲେ ଯେ, ସେ କିଛି କରି ପାରୁ ନାହାନ୍ତି, ବରଞ୍ଚ ଆହୁରି ଗଣ୍ତଗୋଳ ହେଉଅଛି, ସେତେବେଳେ ସେ ଜଳ ଘେନି ଲୋକସମୂହ ସାକ୍ଷାତରେ ହସ୍ତ ପ୍ରକ୍ଷାଳନ କରି କହିଲେ, ଏହି ରକ୍ତପାତରେ ଆମ୍ଭେ ନିର୍ଦ୍ଦୋଷ, ତୁମ୍ଭେମାନେ ତାହା ବୁଝ ।
25
ଏଥିରେ ସମସ୍ତ ଲୋକ ଉତ୍ତର ଦେଲେ, ତାହାର ରକ୍ତ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କ ଉପରେ ବର୍ତ୍ତୁ ।
26
ସେଥିରେ ସେ ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ମାତ୍ର ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ ।
27
ଏଥିଉତ୍ତାରେ ଶାସନକର୍ତ୍ତାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପ୍ରାସାଦ ଭିତରକୁ ଘେନିଯାଇ ସମସ୍ତ ସୈନ୍ୟଦଳକୁ ତାହାଙ୍କ ନିକଟରେ ଏକତ୍ର କଲେ ।
28
ପୁଣି, ସେମାନେ ତାହାଙ୍କ ବସ୍ତ୍ର କାଢ଼ିନେଇ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ,
29
ଆଉ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କର ଦକ୍ଷିଣ ହସ୍ତରେ ଖଣ୍ତିଏ ନଳ ଦେଲେ, ପୁଣି ତାହାଙ୍କ ସମ୍ମୁଖରେ ଜାନୁ ପାତି, ହେ ଯିହୁଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କୁ ପରିହାସ କଲେ ।
30
ଆଉ, ସେମାନେ ତାହାଙ୍କ ଉପରେ ଛେପ ପକାଇଲେ ଓ ସେହି ନଳ ଘେନି ତାହାଙ୍କ ମୁଣ୍ତରେ ମାରିବାକୁ ଲାଗିଲେ ।
31
ପୁଣି, ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ ଓ ତାହାଙ୍କୁ କ୍ରୁଶରେ ଚଢ଼ାଇବାକୁ ଘେନିଗଲେ ।
32
ସେମାନେ ବାହାରିବା ସମୟରେ ଶିମୋନ ନାମକ ଜଣେ କୂରୀଣୀୟ ଲୋକଙ୍କୁ ଦେଖି ଯୀଶୁଙ୍କ କ୍ରୁଶ ବହିବା ପାଇଁ ତାଙ୍କୁ ବାଧ୍ୟ କଲେ ।
33
ଆଉ, ସେମାନେ ଗଲ୍ଗଥା ନାମକ ସ୍ଥାନ, ଅର୍ଥାତ୍, ଯାହାକୁ କପାଳ ସ୍ଥଳ ବୋଲି କହନ୍ତି, ସେଠାରେ ଉପସ୍ଥିତ ହୋଇ,
34
ତାହାଙ୍କୁ ପିତ୍ତମିଶ୍ରିତ ଦ୍ରାକ୍ଷାରସ ପାନ କରିବାକୁ ଦେଲେ, ମାତ୍ର ସେ ତାହା ଆସ୍ଵାଦନ କରି ପାନ କରିବାକୁ ଇଚ୍ଛା କଲେ ନାହିଁ ।
35
ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇ ତାହାଙ୍କ ବସ୍ତ୍ରସବୁ ଗୁଲିବାଣ୍ଟ ଦ୍ଵାରା ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ,
36
ପୁଣି ସେଠାରେ ବସି ତାହାଙ୍କୁ ଜଗି ରହିଲେ ।
37
ଆଉ, ସେମାନେ ତାହାଙ୍କ ମସ୍ତକର ଊର୍ଦ୍ଧ୍ଵରେ ଏହି ଅଭିଯୋଗପତ୍ର ଲେଖି ଲଗାଇଦେଲେ, ଏ ଯିହୁଦୀମାନଙ୍କର ରାଜା ଯୀଶୁ ।
38
ସେତେବେଳେ ତାହାଙ୍କ ଦକ୍ଷିଣ ପାର୍ଶ୍ଵରେ ଜଣେ ଓ ବାମ ପାର୍ଶ୍ଵରେ ଜଣେ, ଏହିପରି ଦୁଇ ଜଣ ଡକାଇତ ତାହାଙ୍କ ସହିତ କ୍ରୁଶରେ ଚଢ଼ାଗଲେ ।
39
ଆଉ, ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ତ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ,
40
ରେ ମନ୍ଦିର ଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ, ତୁ ଯେବେ ଈଶ୍ଵରଙ୍କ ପୁତ୍ର, ତେବେ ଆପଣାକୁ ରକ୍ଷା କରି କ୍ରୁଶରୁ ଓହ୍ଲାଇ ଆ ।
41
ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗଙ୍କ ସହିତ ପରିହାସ କରି କହିବାକୁ ଲାଗିଲେ,
42
ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରି ପାରୁ ନାହିଁ । ସେ ପରା ଇସ୍ରାଏଲର ରାଜା, ସେ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସୁ, ତେବେ ଆମ୍ଭେମାନେ ତାହାଠାରେ ବିଶ୍ଵାସ କରିବା ।
43
ସେ ଈଶ୍ଵରଙ୍କ ଉପରେ ନିର୍ଭର କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାଙ୍କୁ ରକ୍ଷା କରନ୍ତୁ। ସେ ତ କହିଥିଲା, ମୁଁ ଈଶ୍ଵରଙ୍କ ପୁତ୍ର ।
44
ପୁଣି, ଯେଉଁ ଡକାଇତମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ସେହି ପ୍ରକାର ନିନ୍ଦା କରିବାକୁ ଲାଗିଲେ ।
45
ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା ।
46
ଆଉ, ପ୍ରାୟ ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚ ସ୍ଵରରେ ଡାକି କହିଲେ, ଏଲୀ, ଏଲୀ, ଲାମା ସବକ୍ଥାନୀ? ଅର୍ଥାତ୍, ହେ ମୋହର ଈଶ୍ଵର, ହେ ମୋହର ଈଶ୍ଵର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?
47
ଏହା ଶୁଣି ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଏ ଲୋକ ଏଲୀୟଙ୍କୁ ଡାକୁଅଛି ।
48
ଆଉ, ସେହିକ୍ଷଣି ସେମାନଙ୍କ ମଧ୍ୟରୁ ଜଣେ ଦୌଡ଼ିଯାଇ ଗୋଟିଏ ସ୍ପଞ୍ଜ୍ ଘେନି ତାହା ଅମ୍ଳରସରେ ପୂର୍ଣ୍ଣ କଲା, ଆଉ ତାହା ଖଣ୍ତିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଲା ।
49
କିନ୍ତୁଅନ୍ୟମାନେ କହିଲେ, ରୁହ, ଏଲୀୟ ଏହାକୁ ରକ୍ଷା କରିବାକୁ ଆସୁଅଛନ୍ତି କି ନାହିଁ, ଦେଖିବା ।
50
କିନ୍ତୁ ଯୀଶୁ ପୁନର୍ବାର ଉଚ୍ଚ ସ୍ଵରରେ ଡାକି ପ୍ରାଣତ୍ୟାଗ କଲେ ।
51
ପୁଣି ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ତ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା,
52
ପୁଣି ସମାଧିସମୂହ ଉନ୍ମୁକ୍ତ ହେଲା ଓ ମହାନିଦ୍ରାଗତ ଅନେକ ସାଧୁଲୋକଙ୍କ ଶରୀର ଉତ୍ଥାପିତ ହେଲା,
53
ପୁଣି ତାହାଙ୍କ ଉତ୍ଥାନ ଉତ୍ତାରେ ସେମାନେ ସମାଧିରୁ ବାହାରି ପୁଣ୍ୟ ନଗରୀରେ ପ୍ରବେଶ କଲେ ଓ ଅନେକଙ୍କୁ ଦର୍ଶନ ଦେଲେ ।
54
ଶତସେନାପତି ଓ ତାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟନା ଦେଖି ଅତ୍ୟ; ଭୀତ ହୋଇ କହିଲେ, ସତ୍ୟ, ଏ ଈଶ୍ଵରଙ୍କ ପୁତ୍ର ଥିଲେ ।
55
ଆଉ, ଅନେକ ସ୍ତ୍ରୀଲୋକ ସେ ସ୍ଥାନରେ ଥାଇ ଦୂରରୁ ଦେଖୁଥିଲେ; ସେମାନେ ଯୀଶୁଙ୍କ ସେବା କରୁ କରୁ ଗାଲିଲୀରୁ ତାହାଙ୍କ ସାଙ୍ଗରେ ଆସିଥିଲେ;
56
ସେମାନଙ୍କ ମଧ୍ୟରେ ମଗ୍ଦଲୀନୀ ମରୀୟମ, ଯାକୁବ ଓ ଯୋଷେଫଙ୍କ ମାତା ମରୀୟମ, ପୁଣି ଜେବଦୀଙ୍କ ପୁତ୍ରମାନଙ୍କ ମାତା ଥିଲେ ।
57
ବେଳ ଗଡ଼ିଆସନ୍ତେ, ଯୋଷେଫ ନାମକ ହାରାମଥୀୟାର ଜଣେ ଧନୀ ଲୋକ ଆସିଲେ, ସେ ମଧ୍ୟ ଯୀଶୁଙ୍କର ଜଣେ ଶିଷ୍ୟ ହୋଇଥିଲେ ।
58
ସେ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ । ସେଥିରେ ପୀଲାତ ତାହା ଦେବାକୁ ଆଜ୍ଞା କଲେ ।
59
ଯୋଷେଫ ଶରୀରଟି ଘେନି ପରିଷ୍କୃତ ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ,
60
ଆପଣାର ଯେଉଁ ନୂତନ ସମାଧି ପାହାଡ଼ରେ ଖୋଳିଥିଲେ, ସେଥିମଧ୍ୟରେ ତାହା ଥୋଇଲେ, ଆଉ ସମାଧି-ଦ୍ଵାରରେ ଖଣ୍ତିଏ ବଡ଼ ପଥର ଗଡ଼ାଇଦେଇ ଚାଲିଗଲେ ।
61
ମଗ୍ଦଲିନୀ ମରୀୟମ ଓ ଅନ୍ୟ ମରୀୟମ ସେ ସ୍ଥାନରେ ସମାଧି ସମ୍ମୁଖରେ ବସି ରହିଲେ ।
62
ତହିଁ ଆରଦିନ, ଅର୍ଥାତ୍, ଆୟୋଜନ-ଦିବସର ପରବର୍ତ୍ତୀ ଦିନ ପ୍ରଧାନ ଯାଜକ ଓ ଫାରୂଶୀମାନେ ପୀଲାତଙ୍କ ନିକଟରେ ଏକତ୍ର ହୋଇ କହିଲେ,
63
ମହାଶୟ, ଆମ୍ଭମାନଙ୍କର ମନେ ପଡ଼ୁଅଛି, ସେହି ପ୍ରବଞ୍ଚକ ଜୀବିତ ଥିବା ସମୟରେ କହିଥିଲା, ତିନି ଦିନ ଉତ୍ତାରେ ମୁଁ ଉଠିବି ।
64
ଅତଏବ, ତୃତୀୟ ଦିବସ ପର୍ଯ୍ୟନ୍ତ ସମାଧି ସୁରକ୍ଷିତ ହେବା ନିମନ୍ତେ ଆଜ୍ଞା କରନ୍ତୁ, ନୋହିଲେ କେଜାଣି ତାହାର ଶିଷ୍ୟମାନେ ଆସି ତାହାକୁ ଚୋରି କରି ଲୋକଙ୍କୁ କହିବେ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି; ତାହାହେଲେ ପ୍ରଥମ ପ୍ରବଞ୍ଚନା ଅପେକ୍ଷା ଶେଷ ପ୍ରବଞ୍ଚନା ଅଧିକ ମନ୍ଦ ହେବ ।
65
ପୀଲାତ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ପ୍ରହରୀଦଳ ଅଛି, ତୁମ୍ଭେମାନେ ଯାଇ ଯଥାସାଧ୍ୟ ତାହା ସୁରକ୍ଷିତ କର ।
66
ତେଣୁ ସେମାନେ ଯାଇ ପ୍ରହରୀଦଳ ସହିତ ସେହି ପ୍ରସ୍ତରରେ ମୁଦ୍ରାଙ୍କ ଦେଇ ସମାଧି ସୁରକ୍ଷିତ କଲେ ।
ମାଥିଉଲିଖିତ ସୁସମାଚାର 27
1. ପ୍ରଭାତ ହୁଅନ୍ତେ, ସମସ୍ତ ପ୍ରଧାନଯାଜକ, ପୁଣି ଲୋକମାନଙ୍କର ପ୍ରାଚୀନବର୍ଗ ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିପକ୍ଷରେ ମନ୍ତ୍ରଣା କଲେ, 2. ଆଉ ସେମାନେ ତାହାଙ୍କୁ ବାନ୍ଧି ଘେନିଯାଇ ପୀଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ । 3. ସେତେବେଳେ ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣକାରୀ ଯିହୁଦା, ସେ ପ୍ରାଣଦଣ୍ତାଜ୍ଞା ପାଇଅଛନ୍ତି, ଏହା ଦେଖି ଅନୁତାପ କରି ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗଙ୍କ ନିକଟକୁ ସେହି ତିରିଶଗୋଟି ରୌପ୍ୟମୁଦ୍ରା ଫେରାଇ ଆଣି କହିଲା, 4. ମୁଁ ନିର୍ଦ୍ଦୋଷ ରକ୍ତ ସମର୍ପଣ କରି ପାପ କରିଅଛି । କିନ୍ତୁ ସେମାନେ କହିଲେ, ସେଥିରେ ଆମ୍ଭମାନଙ୍କର କଅଣ ଅଛି? ତୁ ତାହା ବୁଝ୍ । 5. ତହିଁରେ ସେ ରୌପ୍ୟମୁଦ୍ରାଗୁଡ଼ାକ ମନ୍ଦିର ଭିତରେ ଫୋପାଡ଼ିଦେଇ ଚାଲିଗଲା, ପୁଣି ଯାଇ ଆପଣାକୁ ଫାଶୀ ଦେଲା। 6. କିନ୍ତୁ ପ୍ରଧାନ ଯାଜକମାନେ ସେହି ରୌପ୍ୟମୁଦ୍ରା-ଗୁଡ଼ାକ ଘେନି କହିଲେ, ଏହା ଭଣ୍ତାରରେ ରଖିବା ବିଧିସଙ୍ଗତ ନୁହେଁ, କାରଣ ଏ ତ ରକ୍ତର ମୂଲ୍ୟ । 7. ପୁଣି, ସେମାନେ ମନ୍ତ୍ରଣା କରି ବିଦେଶୀମାନଙ୍କର ସମାଧି ନିମନ୍ତେ ସେହି ମୁଦ୍ରାରେ କୁମ୍ଭକାରର କ୍ଷେତ୍ର କିଣିଲେ । 8. ଏଣୁ ଆଜି ପର୍ଯ୍ୟନ୍ତ ସେହି କ୍ଷେତ୍ରକୁ ରକ୍ତକ୍ଷେତ୍ର ବୋଲି କହନ୍ତି । 9. ଏଥିରେ ଯିରିମୀୟ ଭାବବାଦୀଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ସଫଳ ହେଲା, ଇସ୍ରାଏଲ-ସନ୍ତାନମାନେ ଯାହାଙ୍କ ମୂଲ୍ୟ ନିରୂପଣ କରିଥିଲେ, ତାହାଙ୍କ ମୂଲ୍ୟସ୍ଵରୂପେ ସେହି ତିରିଶଗୋଟି ରୌପ୍ୟମୁଦ୍ରା ସେମାନେ ଘେନି 10. ମୋʼ ପ୍ରତି ପ୍ରଭୁଙ୍କ ଆଦେଶ ଅନୁସାରେ କୁମ୍ଭକାରର କ୍ଷେତ୍ର ନିମନ୍ତେ ଦେଲେ । 11. ଇତିମଧ୍ୟରେ ଯୀଶୁ ଶାସନକର୍ତ୍ତାଙ୍କ ସମ୍ମୁଖରେ ଠିଆ କରାଗଲେ, ଆଉ ଶାସନକର୍ତ୍ତା ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କ ରାଜାଣ? ଯୀଶୁ କହିଲେ, ଆପଣ କହୁଅଛନ୍ତି। 12. ଆଉ, ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତେ, ସେ କୌଣସି ଉତ୍ତର ଦେଲେ ନାହିଁ । 13. ସେଥିରେ ପୀଲାତ ତାହାଙ୍କୁ କହିଲେ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ସାକ୍ଷ୍ୟ ଦେଉଅଛନ୍ତି, ତାହା କି ଶୁଣୁ ନାହଁ? 14. ମାତ୍ର ସେ ତାହାଙ୍କୁ ଗୋଟିଏ କଥାର ହିଁ ପଦେ ହେଲେ ଉତ୍ତର ଦେଲେ ନାହିଁ, ସେଥିରେ ଶାସନକର୍ତ୍ତା ଅତ୍ୟ; ଚମତ୍କୃତ ହେଲେ । 15. କିନ୍ତୁ ପର୍ବ ସମୟରେ ଲୋକସମୂହର ଇଚ୍ଛାନୁସାରେ ଜଣେ ବନ୍ଦୀକି ସେମାନଙ୍କ ନିମନ୍ତେ ମୁକ୍ତ କରିବା ଶାସନ-କର୍ତ୍ତାଙ୍କର ରୀତି ଥିଲା । 16. ସେତେବେଳେ ସେମାନଙ୍କର ବାରବ୍ବା ନାମକ ଜଣେ ବିଖ୍ୟାତ ବନ୍ଦୀ ଥିଲା । 17. ଅତଏବ, ସେମାନେ ଏକତ୍ର ହୋଇଥିବା ସମୟରେ ପୀଲାତ ସେମାନଙ୍କୁ ପଚାରିଲେ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିଦେବା ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ? ବାରବ୍ବାକୁ, ନା ଯାହାକୁ ଖ୍ରୀଷ୍ଟ ବୋଲି କହନ୍ତି, ସେହି ଯୀଶୁକୁ? 18. କାରଣ ସେମାନେ ଯେ ଈର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ଜାଣିଥିଲେ । 19. ଆଉ, ସେ ବିଚାରାସନରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ କହି ପଠାଇଲେ, ସେହି ଧାର୍ମିକ ଲୋକଙ୍କ କଥାରେ ତୁମ୍ଭେ ଆଦୌ ହାତ ଦିଅ ନାହିଁ, କାରଣ ତାହାଙ୍କ ଯୋଗୁଁ ମୁଁ ଆଜି ସ୍ଵପ୍ନରେ ବହୁତ କଷ୍ଟ ଭୋଗିଅଛି । 20. ମାତ୍ର ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ବାରବ୍ବାକୁ ମାଗିବା ପାଇଁ ଓ ଯୀଶୁଙ୍କୁ ବିନାଶ କରିବା ପାଇଁ ଲୋକ-ସମୂହକୁ ମଣାଇଲେ । 21. ମାତ୍ର ଶାସନକର୍ତ୍ତା ସେମାନଙ୍କୁ ଉତ୍ତର ଦେଲେ, ଆମ୍ଭେ ଏ ଉଭୟଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିବା ବୋଲି ତୁମ୍ଭମାନଙ୍କର ଇଚ୍ଛା? ସେମାନେ କହିଲେ, ବାରବ୍ବାକୁ । 22. ପୀଲାତ ସେମାନଙ୍କୁ ପଚାରିଲେ, ତେବେ ଯାହାକୁ ଖ୍ରୀଷ୍ଟ କହନ୍ତି, ସେହି ଯୀଶୁ ପ୍ରତି ଆମ୍ଭେ କଅଣ କରିବା? ସେମାନେ ସମସ୍ତେ କହିଲେ, ସେ କ୍ରୁଶରେ ଚଢ଼ାଯାଉ । 23. ସେଥିରେ ସେ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟ; ଚିତ୍କାର କରି କହିଲେ, ସେ କ୍ରୁଶରେ ଚଢ଼ାଯାଉ । 24. ଏଣୁ ପୀଲାତ ଯେତେବେଳେ ଦେଖିଲେ ଯେ, ସେ କିଛି କରି ପାରୁ ନାହାନ୍ତି, ବରଞ୍ଚ ଆହୁରି ଗଣ୍ତଗୋଳ ହେଉଅଛି, ସେତେବେଳେ ସେ ଜଳ ଘେନି ଲୋକସମୂହ ସାକ୍ଷାତରେ ହସ୍ତ ପ୍ରକ୍ଷାଳନ କରି କହିଲେ, ଏହି ରକ୍ତପାତରେ ଆମ୍ଭେ ନିର୍ଦ୍ଦୋଷ, ତୁମ୍ଭେମାନେ ତାହା ବୁଝ । 25. ଏଥିରେ ସମସ୍ତ ଲୋକ ଉତ୍ତର ଦେଲେ, ତାହାର ରକ୍ତ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କ ଉପରେ ବର୍ତ୍ତୁ । 26. ସେଥିରେ ସେ ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ମାତ୍ର ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ । 27. ଏଥିଉତ୍ତାରେ ଶାସନକର୍ତ୍ତାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପ୍ରାସାଦ ଭିତରକୁ ଘେନିଯାଇ ସମସ୍ତ ସୈନ୍ୟଦଳକୁ ତାହାଙ୍କ ନିକଟରେ ଏକତ୍ର କଲେ । 28. ପୁଣି, ସେମାନେ ତାହାଙ୍କ ବସ୍ତ୍ର କାଢ଼ିନେଇ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ, 29. ଆଉ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କର ଦକ୍ଷିଣ ହସ୍ତରେ ଖଣ୍ତିଏ ନଳ ଦେଲେ, ପୁଣି ତାହାଙ୍କ ସମ୍ମୁଖରେ ଜାନୁ ପାତି, ହେ ଯିହୁଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କୁ ପରିହାସ କଲେ । 30. ଆଉ, ସେମାନେ ତାହାଙ୍କ ଉପରେ ଛେପ ପକାଇଲେ ଓ ସେହି ନଳ ଘେନି ତାହାଙ୍କ ମୁଣ୍ତରେ ମାରିବାକୁ ଲାଗିଲେ । 31. ପୁଣି, ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ ଓ ତାହାଙ୍କୁ କ୍ରୁଶରେ ଚଢ଼ାଇବାକୁ ଘେନିଗଲେ । 32. ସେମାନେ ବାହାରିବା ସମୟରେ ଶିମୋନ ନାମକ ଜଣେ କୂରୀଣୀୟ ଲୋକଙ୍କୁ ଦେଖି ଯୀଶୁଙ୍କ କ୍ରୁଶ ବହିବା ପାଇଁ ତାଙ୍କୁ ବାଧ୍ୟ କଲେ । 33. ଆଉ, ସେମାନେ ଗଲ୍ଗଥା ନାମକ ସ୍ଥାନ, ଅର୍ଥାତ୍, ଯାହାକୁ କପାଳ ସ୍ଥଳ ବୋଲି କହନ୍ତି, ସେଠାରେ ଉପସ୍ଥିତ ହୋଇ, 34. ତାହାଙ୍କୁ ପିତ୍ତମିଶ୍ରିତ ଦ୍ରାକ୍ଷାରସ ପାନ କରିବାକୁ ଦେଲେ, ମାତ୍ର ସେ ତାହା ଆସ୍ଵାଦନ କରି ପାନ କରିବାକୁ ଇଚ୍ଛା କଲେ ନାହିଁ । 35. ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇ ତାହାଙ୍କ ବସ୍ତ୍ରସବୁ ଗୁଲିବାଣ୍ଟ ଦ୍ଵାରା ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ, 36. ପୁଣି ସେଠାରେ ବସି ତାହାଙ୍କୁ ଜଗି ରହିଲେ । 37. ଆଉ, ସେମାନେ ତାହାଙ୍କ ମସ୍ତକର ଊର୍ଦ୍ଧ୍ଵରେ ଏହି ଅଭିଯୋଗପତ୍ର ଲେଖି ଲଗାଇଦେଲେ, ଏ ଯିହୁଦୀମାନଙ୍କର ରାଜା ଯୀଶୁ । 38. ସେତେବେଳେ ତାହାଙ୍କ ଦକ୍ଷିଣ ପାର୍ଶ୍ଵରେ ଜଣେ ଓ ବାମ ପାର୍ଶ୍ଵରେ ଜଣେ, ଏହିପରି ଦୁଇ ଜଣ ଡକାଇତ ତାହାଙ୍କ ସହିତ କ୍ରୁଶରେ ଚଢ଼ାଗଲେ । 39. ଆଉ, ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ତ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ, 40. ରେ ମନ୍ଦିର ଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ, ତୁ ଯେବେ ଈଶ୍ଵରଙ୍କ ପୁତ୍ର, ତେବେ ଆପଣାକୁ ରକ୍ଷା କରି କ୍ରୁଶରୁ ଓହ୍ଲାଇ ଆ । 41. ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗଙ୍କ ସହିତ ପରିହାସ କରି କହିବାକୁ ଲାଗିଲେ, 42. ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରି ପାରୁ ନାହିଁ । ସେ ପରା ଇସ୍ରାଏଲର ରାଜା, ସେ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସୁ, ତେବେ ଆମ୍ଭେମାନେ ତାହାଠାରେ ବିଶ୍ଵାସ କରିବା । 43. ସେ ଈଶ୍ଵରଙ୍କ ଉପରେ ନିର୍ଭର କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାଙ୍କୁ ରକ୍ଷା କରନ୍ତୁ। ସେ ତ କହିଥିଲା, ମୁଁ ଈଶ୍ଵରଙ୍କ ପୁତ୍ର । 44. ପୁଣି, ଯେଉଁ ଡକାଇତମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ସେହି ପ୍ରକାର ନିନ୍ଦା କରିବାକୁ ଲାଗିଲେ । 45. ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା । 46. ଆଉ, ପ୍ରାୟ ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚ ସ୍ଵରରେ ଡାକି କହିଲେ, ଏଲୀ, ଏଲୀ, ଲାମା ସବକ୍ଥାନୀ? ଅର୍ଥାତ୍, ହେ ମୋହର ଈଶ୍ଵର, ହେ ମୋହର ଈଶ୍ଵର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ? 47. ଏହା ଶୁଣି ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଏ ଲୋକ ଏଲୀୟଙ୍କୁ ଡାକୁଅଛି । 48. ଆଉ, ସେହିକ୍ଷଣି ସେମାନଙ୍କ ମଧ୍ୟରୁ ଜଣେ ଦୌଡ଼ିଯାଇ ଗୋଟିଏ ସ୍ପଞ୍ଜ୍ ଘେନି ତାହା ଅମ୍ଳରସରେ ପୂର୍ଣ୍ଣ କଲା, ଆଉ ତାହା ଖଣ୍ତିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଲା । 49. କିନ୍ତୁଅନ୍ୟମାନେ କହିଲେ, ରୁହ, ଏଲୀୟ ଏହାକୁ ରକ୍ଷା କରିବାକୁ ଆସୁଅଛନ୍ତି କି ନାହିଁ, ଦେଖିବା । 50. କିନ୍ତୁ ଯୀଶୁ ପୁନର୍ବାର ଉଚ୍ଚ ସ୍ଵରରେ ଡାକି ପ୍ରାଣତ୍ୟାଗ କଲେ । 51. ପୁଣି ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ତ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା, 52. ପୁଣି ସମାଧିସମୂହ ଉନ୍ମୁକ୍ତ ହେଲା ଓ ମହାନିଦ୍ରାଗତ ଅନେକ ସାଧୁଲୋକଙ୍କ ଶରୀର ଉତ୍ଥାପିତ ହେଲା, 53. ପୁଣି ତାହାଙ୍କ ଉତ୍ଥାନ ଉତ୍ତାରେ ସେମାନେ ସମାଧିରୁ ବାହାରି ପୁଣ୍ୟ ନଗରୀରେ ପ୍ରବେଶ କଲେ ଓ ଅନେକଙ୍କୁ ଦର୍ଶନ ଦେଲେ । 54. ଶତସେନାପତି ଓ ତାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟନା ଦେଖି ଅତ୍ୟ; ଭୀତ ହୋଇ କହିଲେ, ସତ୍ୟ, ଏ ଈଶ୍ଵରଙ୍କ ପୁତ୍ର ଥିଲେ । 55. ଆଉ, ଅନେକ ସ୍ତ୍ରୀଲୋକ ସେ ସ୍ଥାନରେ ଥାଇ ଦୂରରୁ ଦେଖୁଥିଲେ; ସେମାନେ ଯୀଶୁଙ୍କ ସେବା କରୁ କରୁ ଗାଲିଲୀରୁ ତାହାଙ୍କ ସାଙ୍ଗରେ ଆସିଥିଲେ; 56. ସେମାନଙ୍କ ମଧ୍ୟରେ ମଗ୍ଦଲୀନୀ ମରୀୟମ, ଯାକୁବ ଓ ଯୋଷେଫଙ୍କ ମାତା ମରୀୟମ, ପୁଣି ଜେବଦୀଙ୍କ ପୁତ୍ରମାନଙ୍କ ମାତା ଥିଲେ । 57. ବେଳ ଗଡ଼ିଆସନ୍ତେ, ଯୋଷେଫ ନାମକ ହାରାମଥୀୟାର ଜଣେ ଧନୀ ଲୋକ ଆସିଲେ, ସେ ମଧ୍ୟ ଯୀଶୁଙ୍କର ଜଣେ ଶିଷ୍ୟ ହୋଇଥିଲେ । 58. ସେ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ । ସେଥିରେ ପୀଲାତ ତାହା ଦେବାକୁ ଆଜ୍ଞା କଲେ । 59. ଯୋଷେଫ ଶରୀରଟି ଘେନି ପରିଷ୍କୃତ ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ, 60. ଆପଣାର ଯେଉଁ ନୂତନ ସମାଧି ପାହାଡ଼ରେ ଖୋଳିଥିଲେ, ସେଥିମଧ୍ୟରେ ତାହା ଥୋଇଲେ, ଆଉ ସମାଧି-ଦ୍ଵାରରେ ଖଣ୍ତିଏ ବଡ଼ ପଥର ଗଡ଼ାଇଦେଇ ଚାଲିଗଲେ । 61. ମଗ୍ଦଲିନୀ ମରୀୟମ ଓ ଅନ୍ୟ ମରୀୟମ ସେ ସ୍ଥାନରେ ସମାଧି ସମ୍ମୁଖରେ ବସି ରହିଲେ । 62. ତହିଁ ଆରଦିନ, ଅର୍ଥାତ୍, ଆୟୋଜନ-ଦିବସର ପରବର୍ତ୍ତୀ ଦିନ ପ୍ରଧାନ ଯାଜକ ଓ ଫାରୂଶୀମାନେ ପୀଲାତଙ୍କ ନିକଟରେ ଏକତ୍ର ହୋଇ କହିଲେ, 63. ମହାଶୟ, ଆମ୍ଭମାନଙ୍କର ମନେ ପଡ଼ୁଅଛି, ସେହି ପ୍ରବଞ୍ଚକ ଜୀବିତ ଥିବା ସମୟରେ କହିଥିଲା, ତିନି ଦିନ ଉତ୍ତାରେ ମୁଁ ଉଠିବି । 64. ଅତଏବ, ତୃତୀୟ ଦିବସ ପର୍ଯ୍ୟନ୍ତ ସମାଧି ସୁରକ୍ଷିତ ହେବା ନିମନ୍ତେ ଆଜ୍ଞା କରନ୍ତୁ, ନୋହିଲେ କେଜାଣି ତାହାର ଶିଷ୍ୟମାନେ ଆସି ତାହାକୁ ଚୋରି କରି ଲୋକଙ୍କୁ କହିବେ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି; ତାହାହେଲେ ପ୍ରଥମ ପ୍ରବଞ୍ଚନା ଅପେକ୍ଷା ଶେଷ ପ୍ରବଞ୍ଚନା ଅଧିକ ମନ୍ଦ ହେବ । 65. ପୀଲାତ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ପ୍ରହରୀଦଳ ଅଛି, ତୁମ୍ଭେମାନେ ଯାଇ ଯଥାସାଧ୍ୟ ତାହା ସୁରକ୍ଷିତ କର । 66. ତେଣୁ ସେମାନେ ଯାଇ ପ୍ରହରୀଦଳ ସହିତ ସେହି ପ୍ରସ୍ତରରେ ମୁଦ୍ରାଙ୍କ ଦେଇ ସମାଧି ସୁରକ୍ଷିତ କଲେ ।
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 1
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 2
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 3
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 4
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 5
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 6
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 7
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 8
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 9
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 10
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 11
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 12
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 13
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 14
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 15
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 16
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 17
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 18
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 19
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 20
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 21
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 22
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 23
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 24
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 25
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 26
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 27
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 28
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References