ଓଡିଆ ବାଇବଲ |
ERVGU
ORV
IRVOR
ମାଥିଉଲିଖିତ ସୁସମାଚାର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
5
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
:
ରେକର୍ଡଗୁଡିକ
ଯିଶାଇୟ 42:0 (09 33 pm)
ଦିତୀୟ ବିବରଣ 28:13 (09 33 pm)
ମାଥିଉଲିଖିତ ସୁସମାଚାର 5:0 (09 33 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 5
1
ଲୋକସମୂହ ଦେଖି ଯୀଶୁ ପର୍ବତ ଆରୋହଣ କଲେ, ପୁଣି ଉପବେଶନ କଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ ଛାମୁକୁ ଆସିଲେ।
2
ସେଥିରେ ଯୀଶୁ ମୁଖ ଫିଟାଇ, ସେମାନଙ୍କୁ ଶିକ୍ଷା ଦେଇ କହିବାକୁ ଲାଗିଲେ,
3
ଆତ୍ମାରେ ଦୀନହୀନ ଲୋକେ ଧନ୍ୟ, କାରଣ ସ୍ଵର୍ଗରାଜ୍ୟ ସେମାନଙ୍କର ।
4
ଶୋକାର୍ତ୍ତ ଲୋକେ ଧନ୍ୟ, କାରଣ ସେମାନେ ସାନ୍ତ୍ଵନା ପ୍ରାପ୍ତ ହେବେ ।
5
ନମ୍ର ଲୋକେ ଧନ୍ୟ, କାରଣ ସେମାନେ ପୃଥିବୀର ଅଧିକାରୀ ହେବେ ।
6
ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ, କାରଣ ସେମାନେ ପରିତୃପ୍ତ ହେବେ।
7
ଦୟାଳୁ ଲୋକେ ଧନ୍ୟ, କାରଣ ସେମାନେ ଦୟାପ୍ରାପ୍ତ ହେବେ ।
8
ଶୁଦ୍ଧଚିତ୍ତ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ଵରଙ୍କ ଦର୍ଶନ ପାଇବେ ।
9
ଶାନ୍ତିକାରକ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ଵରଙ୍କ ସନ୍ତାନ ବୋଲି ଖ୍ୟାତ ହେବେ ।
10
ଧାର୍ମିକତା ନିମନ୍ତେ ତାଡ଼ନାପ୍ରାପ୍ତ ଲୋକେ ଧନ୍ୟ, କାରଣ ସ୍ଵର୍ଗରାଜ୍ୟ ସେମାନଙ୍କର ।
11
ଲୋକେ ଯେବେ ତୁମ୍ଭମାନଙ୍କୁ ମୋʼ ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ ।
12
ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ଵର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କର ପୂର୍ବବର୍ତ୍ତୀ ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ।
13
ତୁମ୍ଭେମାନେ ପୃଥିବୀର ଲବଣ, କିନ୍ତୁ ଲବଣ ଯଦି ସ୍ଵାଦବିହୀନ ହୁଏ, ତେବେ ତାହା କାହିଁରେ ଲବଣତ୍ଵଯୁକ୍ତ ହେବ? ତାହା ଆଉ କୌଣସି କାର୍ଯ୍ୟଯୋଗ୍ୟ ନୁହେଁ, କେବଳ ବାହାରେ ପକାଯାଇ ଲୋକମାନଙ୍କ ପାଦ ତଳେ ଦଳିତ ହେବାର ଯୋଗ୍ୟ ।
14
ତୁମ୍ଭେମାନେ ଜଗତର ଜ୍ୟୋତିଃ । ପର୍ବତ ଉପରେ ସ୍ଥାପିତ ନଗର ଗୁପ୍ତ ହୋଇ ରହି ନ ପାରେ;
15
କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକଙ୍କୁ ଆଲୋକ ଦିଏ ।
16
ସେହିପ୍ରକାରେ ତୁମ୍ଭମାନଙ୍କର ଆଲୋକ ଲୋକଙ୍କ ସାକ୍ଷାତରେ ପ୍ରକାଶ ପାଉ, ଯେପରି ସେମାନେ ତୁମ୍ଭମାନଙ୍କ ସତ୍କର୍ମ ଦେଖି ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ ।
17
ମୁଁ ଯେ ବ୍ୟବସ୍ଥା କି ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଲୋପ କରିବାକୁ ଆସିଅଛି, ଏପରି ଭାବ ନାହିଁ; ଲୋପ କରିବାକୁ ଆସି ନାହିଁ ବରଂ ସଫଳ କରିବାକୁ ଆସିଅଛି ।
18
କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେପର୍ଯ୍ୟନ୍ତ ଆକାଶମଣ୍ତଳ ଓ ପୃଥିବୀ ଲୋପ ନ ପାଇବ, ସେପର୍ଯ୍ୟନ୍ତ ସମସ୍ତ ନ ଘଟିବା ଯାଏ ବ୍ୟବସ୍ଥାରୁ ଏକ ମାତ୍ରା କି ଏକ ବିନ୍ଦୁ କୌଣସି ପ୍ରକାରେ ଲୋପ ପାଇବ ନାହିଁ ।
19
ଅତଏବ, ଯେକେହି ଏହିସମସ୍ତ କ୍ଷୁଦ୍ରତମ ଆଜ୍ଞା ମଧ୍ୟରୁ କୌଣସି ଗୋଟିଏ ଆଜ୍ଞା ଅମାନ୍ୟ କରେ ଓ ଲୋକଙ୍କୁ ସେହି ପ୍ରକାରେ ଶିକ୍ଷା ଦିଏ, ସେ ସ୍ଵର୍ଗରାଜ୍ୟରେ କ୍ଷୁଦ୍ରତମ ବୋଲି ଖ୍ୟାତ ହେବ; କିନ୍ତୁ ଯେକେହି ସେହି ସମସ୍ତ ପାଳନ କରେ ଓ ଶିକ୍ଷା ଦିଏ, ସେ ସ୍ଵର୍ଗରାଜ୍ୟରେ ମହାନ୍ ବୋଲି ଖ୍ୟାତ ହେବ ।
20
କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୁଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ବେଶୀ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ଵର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ ।
21
ତୁମ୍ଭେମାନେ ଶୁଣିଅଛ ଯେ, ପୁରାକାଳରେ ଲୋକମାନଙ୍କୁ କୁହାଯାଇଥିଲା, ନରହତ୍ୟା କର ନାହିଁ, ଆଉ ଯେକେହି ନରହତ୍ୟା କରେ, ସେ ବିଚାରସ୍ଥାନରେ ଦଣ୍ତନୀୟ ହେବ ।
22
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ତନୀୟ ହେବ । ପୁଣି, ଯେକେହି ଆପଣା ଭାଇକି ମୂର୍ଖ ବୋଲି କହେ, ସେ ମହାସଭାରେ ଦଣ୍ତନୀୟ ହେବ; ଆଉ ଯେକେହି ପାଷାଣ୍ତ ବୋଲି କହେ, ସେ ଅଗ୍ନିମୟ ନରକରେ ଦଣ୍ତନୀୟ ହେବ,
23
ଅତଏବ, ଯଦି ବେଦି ନିକଟକୁ ତୁମ୍ଭେ ନିଜର ନୈବେଦ୍ୟ ଆଣୁଥିବା ସମୟରେ ତୁମ୍ଭ ବିରୁଦ୍ଧରେ ତୁମ୍ଭ ଭାଇର କୌଣସି କଥା ଅଛି ବୋଲି ସେଠାରେ ତୁମ୍ଭର ମନେ ପଡ଼େ,
24
ତାହାହେଲେ ସେହି ସ୍ଥାନରେ ବେଦି ସମ୍ମୁଖରେ ତୁମ୍ଭର ନୈବେଦ୍ୟ ଥୋଇଦେଇ ଚାଲିଯାଅ, ଆଗେ ନିଜ ଭାଇ ସଙ୍ଗରେ ମିଳିତ ହୁଅ, ଆଉ ତାହା ପରେ ଆସି ତୁମ୍ଭର ନୈବେଦ୍ୟ ଉତ୍ସର୍ଗ କର ।
25
ତୁମ୍ଭର ବିବାଦୀ ସହିତ ବାଟରେ ଥିବା ସମୟରେ ଶୀଘ୍ର ତାହା ପ୍ରତି ମିଳନର ଭାବ ଦେଖାଅ, କାଳେ ବିବାଦୀ ତୁମ୍ଭକୁ ବିଚାରକର୍ତ୍ତାଙ୍କ ହସ୍ତରେ ସମର୍ପଣ କରିବ, ପୁଣି ବିଚାରକର୍ତ୍ତା ତୁମ୍ଭକୁ ପଦାତିକ ହସ୍ତରେ ସମର୍ପଣ କରିବେ, ଆଉ ତୁମ୍ଭେ କାରଗାରରେ ନିକ୍ଷିପ୍ତ ହେବ ।
26
ମୁଁ ତୁମ୍ଭକୁ ସତ୍ୟ କହୁଅଛି, ତୁମ୍ଭେ ଶେଷ ପାହୁଲାଟି ନ ଶୁଝିବା ପର୍ଯ୍ୟନ୍ତ ସେ ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସି ପାରିବ ନାହିଁ ।
27
ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ବ୍ୟଭିଚାର କର ନାହିଁ ।
28
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକେହି କୌଣସି ସ୍ତ୍ରୀ ପ୍ରତି କାମଭାବରେ ଦୃଷ୍ଟିପାତ କରେ, ସେ ତାହା ସଙ୍ଗରେ ମନେ ମନେ ବ୍ୟଭିଚାର କଲାଣି ।
29
ଆଉ, ତୁମ୍ଭ ଦକ୍ଷିଣ ଚକ୍ଷୁ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନରକରେ ନିକ୍ଷିପ୍ତ ହେବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ ।
30
ପୁଣି, ତୁମ୍ଭର ଦକ୍ଷିଣ ହସ୍ତ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନରକରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ ।
31
ଆହୁରି ଉକ୍ତ ଅଛି, ଯେକେହି ଆପଣା ସ୍ତ୍ରୀକି ପରିତ୍ୟାଗ କରେ, ସେ ତାହାକୁ ତ୍ୟାଗପତ୍ର ଦେଉ ।
32
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକେହି ଆପଣା ସ୍ତ୍ରୀକି ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରେ, ସେ ତାହାକୁ ବ୍ୟଭିଚାରିଣୀ କରାଏ, ଆଉ ଯେକେହି ପରିତ୍ୟକ୍ତା ସ୍ତ୍ରୀକି ବିବାହ କରେ, ସେ ବ୍ୟଭିଚାର କରେ ।
33
ପୁନଶ୍ଚ, ତୁମ୍ଭେମାନେ ଶୁଣିଅଛ ଯେ, ପୁରାକାଳର ଲୋକମାନଙ୍କୁ କୁହାଯାଇଥିଲା, ତୁମ୍ଭେ ମିଥ୍ୟା ଶପଥ କର ନାହିଁ, ମାତ୍ର ଆପଣା ଶପଥସବୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପାଳନ କରିବ ।
34
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଦୌ ଶପଥ କର ନାହିଁ; ସ୍ଵର୍ଗର ଶପଥ କର ନାହିଁ, କାରଣ ତାହା ଈଶ୍ଵରଙ୍କ ସିଂହାସନ;
35
କିମ୍ଵା ପୃଥିବୀର ଶପଥ କର ନାହିଁ, କାରଣ ତାହା ତାହାଙ୍କର ପାଦପୀଠ; ଯିରୂଶାଲମର ଶପଥ କର ନାହିଁ, କାରଣ ତାହା ମହାରାଜାଙ୍କ ନଗରୀ;
36
ଅବା ଆପଣା ମସ୍ତକର ଶପଥ କର ନାହିଁ, କାରଣ ତାହାର ଗୋଟିଏ କେଶ ଧଳା ବା କଳା କରିବାକୁ ତୁମ୍ଭର ଶକ୍ତି ନାହିଁ ।
37
କିନ୍ତୁ ତୁମ୍ଭମାନଙ୍କ ହଁ କଥା ହଁ ହେଉ, ନା କଥା ନା ହେଉ; ଏଥିରୁ ଯାହା ଅଧିକ, ତାହା ମନ୍ଦରୁ ଜନ୍ମେ ।
38
ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ଚକ୍ଷୁର ପରିବର୍ତ୍ତେ ଚକ୍ଷୁ ଓ ଦନ୍ତର ପରିବର୍ତ୍ତେ ଦନ୍ତ;
39
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦୁଷ୍ଟର ପ୍ରତିରୋଧ କର ନାହିଁ, ମାତ୍ର ଯେକେହି ତୁମ୍ଭର ଡାହାଣ ଗାଲରେ ଚାପୁଡ଼ା ମାରେ, ତାହାକୁ ଅନ୍ୟ ଗାଲ ମଧ୍ୟ ଦେଖାଇ ଦିଅ ।
40
ଆଉ, କେହି ଯଦି ତୁମ୍ଭ ସହିତ ବିଚାର ସ୍ଥାନରେ ବିବାଦ କରି ତୁମ୍ଭର ଅଙ୍ଗରଖା ନେବାକୁ ଇଚ୍ଛା କରେ, ତାହାକୁ ଚାଦର ମଧ୍ୟ ଦେଇଦିଅ ।
41
ପୁଣି, ଯେକେହି ତୁମ୍ଭକୁ କୋଶେ ଯିବା ପାଇଁ ବାଧ୍ୟ କରେ, ତାହା ସାଙ୍ଗରେ ଦୁଇ କୋଶ ଯାଅ ।
42
ଯେ ତୁମ୍ଭକୁ ମାଗେ, ତାହାକୁ ଦିଅ, ପୁଣି ଯେ ତୁମ୍ଭଠାରୁ ଋଣ ନେବାକୁ ଇଚ୍ଛା କରେ, ତାହା ପ୍ରତି ବିମୁଖ ହୁଅ ନାହିଁ ।
43
ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ତୁମ୍ଭର ପ୍ରତିବାସୀକି ପ୍ରେମ କର ଓ ତୁମ୍ଭର ଶତ୍ରୁକୁ ଘୃଣା କର ।
44
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁ-ମାନଙ୍କୁ ପ୍ରେମ କର, ପୁଣି ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,
45
ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି ।
46
ଆଉ, ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭମାନଙ୍କର କି ପୁରସ୍କାର? କରଗ୍ରାହୀମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ?
47
ଆଉ, ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର, ତେବେ ଅଧିକ କଅଣ କର? ବିଜାତୀୟମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ?
48
ଅତଏବ, ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ ।
ମାଥିଉଲିଖିତ ସୁସମାଚାର 5
1. ଲୋକସମୂହ ଦେଖି ଯୀଶୁ ପର୍ବତ ଆରୋହଣ କଲେ, ପୁଣି ଉପବେଶନ କଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ ଛାମୁକୁ ଆସିଲେ। 2. ସେଥିରେ ଯୀଶୁ ମୁଖ ଫିଟାଇ, ସେମାନଙ୍କୁ ଶିକ୍ଷା ଦେଇ କହିବାକୁ ଲାଗିଲେ, 3. ଆତ୍ମାରେ ଦୀନହୀନ ଲୋକେ ଧନ୍ୟ, କାରଣ ସ୍ଵର୍ଗରାଜ୍ୟ ସେମାନଙ୍କର । 4. ଶୋକାର୍ତ୍ତ ଲୋକେ ଧନ୍ୟ, କାରଣ ସେମାନେ ସାନ୍ତ୍ଵନା ପ୍ରାପ୍ତ ହେବେ । 5. ନମ୍ର ଲୋକେ ଧନ୍ୟ, କାରଣ ସେମାନେ ପୃଥିବୀର ଅଧିକାରୀ ହେବେ । 6. ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ, କାରଣ ସେମାନେ ପରିତୃପ୍ତ ହେବେ। 7. ଦୟାଳୁ ଲୋକେ ଧନ୍ୟ, କାରଣ ସେମାନେ ଦୟାପ୍ରାପ୍ତ ହେବେ । 8. ଶୁଦ୍ଧଚିତ୍ତ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ଵରଙ୍କ ଦର୍ଶନ ପାଇବେ । 9. ଶାନ୍ତିକାରକ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ଵରଙ୍କ ସନ୍ତାନ ବୋଲି ଖ୍ୟାତ ହେବେ । 10. ଧାର୍ମିକତା ନିମନ୍ତେ ତାଡ଼ନାପ୍ରାପ୍ତ ଲୋକେ ଧନ୍ୟ, କାରଣ ସ୍ଵର୍ଗରାଜ୍ୟ ସେମାନଙ୍କର । 11. ଲୋକେ ଯେବେ ତୁମ୍ଭମାନଙ୍କୁ ମୋʼ ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ । 12. ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ଵର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କର ପୂର୍ବବର୍ତ୍ତୀ ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ। 13. ତୁମ୍ଭେମାନେ ପୃଥିବୀର ଲବଣ, କିନ୍ତୁ ଲବଣ ଯଦି ସ୍ଵାଦବିହୀନ ହୁଏ, ତେବେ ତାହା କାହିଁରେ ଲବଣତ୍ଵଯୁକ୍ତ ହେବ? ତାହା ଆଉ କୌଣସି କାର୍ଯ୍ୟଯୋଗ୍ୟ ନୁହେଁ, କେବଳ ବାହାରେ ପକାଯାଇ ଲୋକମାନଙ୍କ ପାଦ ତଳେ ଦଳିତ ହେବାର ଯୋଗ୍ୟ । 14. ତୁମ୍ଭେମାନେ ଜଗତର ଜ୍ୟୋତିଃ । ପର୍ବତ ଉପରେ ସ୍ଥାପିତ ନଗର ଗୁପ୍ତ ହୋଇ ରହି ନ ପାରେ; 15. କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକଙ୍କୁ ଆଲୋକ ଦିଏ । 16. ସେହିପ୍ରକାରେ ତୁମ୍ଭମାନଙ୍କର ଆଲୋକ ଲୋକଙ୍କ ସାକ୍ଷାତରେ ପ୍ରକାଶ ପାଉ, ଯେପରି ସେମାନେ ତୁମ୍ଭମାନଙ୍କ ସତ୍କର୍ମ ଦେଖି ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ । 17. ମୁଁ ଯେ ବ୍ୟବସ୍ଥା କି ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଲୋପ କରିବାକୁ ଆସିଅଛି, ଏପରି ଭାବ ନାହିଁ; ଲୋପ କରିବାକୁ ଆସି ନାହିଁ ବରଂ ସଫଳ କରିବାକୁ ଆସିଅଛି । 18. କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେପର୍ଯ୍ୟନ୍ତ ଆକାଶମଣ୍ତଳ ଓ ପୃଥିବୀ ଲୋପ ନ ପାଇବ, ସେପର୍ଯ୍ୟନ୍ତ ସମସ୍ତ ନ ଘଟିବା ଯାଏ ବ୍ୟବସ୍ଥାରୁ ଏକ ମାତ୍ରା କି ଏକ ବିନ୍ଦୁ କୌଣସି ପ୍ରକାରେ ଲୋପ ପାଇବ ନାହିଁ । 19. ଅତଏବ, ଯେକେହି ଏହିସମସ୍ତ କ୍ଷୁଦ୍ରତମ ଆଜ୍ଞା ମଧ୍ୟରୁ କୌଣସି ଗୋଟିଏ ଆଜ୍ଞା ଅମାନ୍ୟ କରେ ଓ ଲୋକଙ୍କୁ ସେହି ପ୍ରକାରେ ଶିକ୍ଷା ଦିଏ, ସେ ସ୍ଵର୍ଗରାଜ୍ୟରେ କ୍ଷୁଦ୍ରତମ ବୋଲି ଖ୍ୟାତ ହେବ; କିନ୍ତୁ ଯେକେହି ସେହି ସମସ୍ତ ପାଳନ କରେ ଓ ଶିକ୍ଷା ଦିଏ, ସେ ସ୍ଵର୍ଗରାଜ୍ୟରେ ମହାନ୍ ବୋଲି ଖ୍ୟାତ ହେବ । 20. କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୁଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ବେଶୀ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ଵର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ । 21. ତୁମ୍ଭେମାନେ ଶୁଣିଅଛ ଯେ, ପୁରାକାଳରେ ଲୋକମାନଙ୍କୁ କୁହାଯାଇଥିଲା, ନରହତ୍ୟା କର ନାହିଁ, ଆଉ ଯେକେହି ନରହତ୍ୟା କରେ, ସେ ବିଚାରସ୍ଥାନରେ ଦଣ୍ତନୀୟ ହେବ । 22. କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ତନୀୟ ହେବ । ପୁଣି, ଯେକେହି ଆପଣା ଭାଇକି ମୂର୍ଖ ବୋଲି କହେ, ସେ ମହାସଭାରେ ଦଣ୍ତନୀୟ ହେବ; ଆଉ ଯେକେହି ପାଷାଣ୍ତ ବୋଲି କହେ, ସେ ଅଗ୍ନିମୟ ନରକରେ ଦଣ୍ତନୀୟ ହେବ, 23. ଅତଏବ, ଯଦି ବେଦି ନିକଟକୁ ତୁମ୍ଭେ ନିଜର ନୈବେଦ୍ୟ ଆଣୁଥିବା ସମୟରେ ତୁମ୍ଭ ବିରୁଦ୍ଧରେ ତୁମ୍ଭ ଭାଇର କୌଣସି କଥା ଅଛି ବୋଲି ସେଠାରେ ତୁମ୍ଭର ମନେ ପଡ଼େ, 24. ତାହାହେଲେ ସେହି ସ୍ଥାନରେ ବେଦି ସମ୍ମୁଖରେ ତୁମ୍ଭର ନୈବେଦ୍ୟ ଥୋଇଦେଇ ଚାଲିଯାଅ, ଆଗେ ନିଜ ଭାଇ ସଙ୍ଗରେ ମିଳିତ ହୁଅ, ଆଉ ତାହା ପରେ ଆସି ତୁମ୍ଭର ନୈବେଦ୍ୟ ଉତ୍ସର୍ଗ କର । 25. ତୁମ୍ଭର ବିବାଦୀ ସହିତ ବାଟରେ ଥିବା ସମୟରେ ଶୀଘ୍ର ତାହା ପ୍ରତି ମିଳନର ଭାବ ଦେଖାଅ, କାଳେ ବିବାଦୀ ତୁମ୍ଭକୁ ବିଚାରକର୍ତ୍ତାଙ୍କ ହସ୍ତରେ ସମର୍ପଣ କରିବ, ପୁଣି ବିଚାରକର୍ତ୍ତା ତୁମ୍ଭକୁ ପଦାତିକ ହସ୍ତରେ ସମର୍ପଣ କରିବେ, ଆଉ ତୁମ୍ଭେ କାରଗାରରେ ନିକ୍ଷିପ୍ତ ହେବ । 26. ମୁଁ ତୁମ୍ଭକୁ ସତ୍ୟ କହୁଅଛି, ତୁମ୍ଭେ ଶେଷ ପାହୁଲାଟି ନ ଶୁଝିବା ପର୍ଯ୍ୟନ୍ତ ସେ ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସି ପାରିବ ନାହିଁ । 27. ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ବ୍ୟଭିଚାର କର ନାହିଁ । 28. କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକେହି କୌଣସି ସ୍ତ୍ରୀ ପ୍ରତି କାମଭାବରେ ଦୃଷ୍ଟିପାତ କରେ, ସେ ତାହା ସଙ୍ଗରେ ମନେ ମନେ ବ୍ୟଭିଚାର କଲାଣି । 29. ଆଉ, ତୁମ୍ଭ ଦକ୍ଷିଣ ଚକ୍ଷୁ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନରକରେ ନିକ୍ଷିପ୍ତ ହେବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ । 30. ପୁଣି, ତୁମ୍ଭର ଦକ୍ଷିଣ ହସ୍ତ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନରକରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ । 31. ଆହୁରି ଉକ୍ତ ଅଛି, ଯେକେହି ଆପଣା ସ୍ତ୍ରୀକି ପରିତ୍ୟାଗ କରେ, ସେ ତାହାକୁ ତ୍ୟାଗପତ୍ର ଦେଉ । 32. କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକେହି ଆପଣା ସ୍ତ୍ରୀକି ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରେ, ସେ ତାହାକୁ ବ୍ୟଭିଚାରିଣୀ କରାଏ, ଆଉ ଯେକେହି ପରିତ୍ୟକ୍ତା ସ୍ତ୍ରୀକି ବିବାହ କରେ, ସେ ବ୍ୟଭିଚାର କରେ । 33. ପୁନଶ୍ଚ, ତୁମ୍ଭେମାନେ ଶୁଣିଅଛ ଯେ, ପୁରାକାଳର ଲୋକମାନଙ୍କୁ କୁହାଯାଇଥିଲା, ତୁମ୍ଭେ ମିଥ୍ୟା ଶପଥ କର ନାହିଁ, ମାତ୍ର ଆପଣା ଶପଥସବୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପାଳନ କରିବ । 34. କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଦୌ ଶପଥ କର ନାହିଁ; ସ୍ଵର୍ଗର ଶପଥ କର ନାହିଁ, କାରଣ ତାହା ଈଶ୍ଵରଙ୍କ ସିଂହାସନ; 35. କିମ୍ଵା ପୃଥିବୀର ଶପଥ କର ନାହିଁ, କାରଣ ତାହା ତାହାଙ୍କର ପାଦପୀଠ; ଯିରୂଶାଲମର ଶପଥ କର ନାହିଁ, କାରଣ ତାହା ମହାରାଜାଙ୍କ ନଗରୀ; 36. ଅବା ଆପଣା ମସ୍ତକର ଶପଥ କର ନାହିଁ, କାରଣ ତାହାର ଗୋଟିଏ କେଶ ଧଳା ବା କଳା କରିବାକୁ ତୁମ୍ଭର ଶକ୍ତି ନାହିଁ । 37. କିନ୍ତୁ ତୁମ୍ଭମାନଙ୍କ ହଁ କଥା ହଁ ହେଉ, ନା କଥା ନା ହେଉ; ଏଥିରୁ ଯାହା ଅଧିକ, ତାହା ମନ୍ଦରୁ ଜନ୍ମେ । 38. ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ଚକ୍ଷୁର ପରିବର୍ତ୍ତେ ଚକ୍ଷୁ ଓ ଦନ୍ତର ପରିବର୍ତ୍ତେ ଦନ୍ତ; 39. କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦୁଷ୍ଟର ପ୍ରତିରୋଧ କର ନାହିଁ, ମାତ୍ର ଯେକେହି ତୁମ୍ଭର ଡାହାଣ ଗାଲରେ ଚାପୁଡ଼ା ମାରେ, ତାହାକୁ ଅନ୍ୟ ଗାଲ ମଧ୍ୟ ଦେଖାଇ ଦିଅ । 40. ଆଉ, କେହି ଯଦି ତୁମ୍ଭ ସହିତ ବିଚାର ସ୍ଥାନରେ ବିବାଦ କରି ତୁମ୍ଭର ଅଙ୍ଗରଖା ନେବାକୁ ଇଚ୍ଛା କରେ, ତାହାକୁ ଚାଦର ମଧ୍ୟ ଦେଇଦିଅ । 41. ପୁଣି, ଯେକେହି ତୁମ୍ଭକୁ କୋଶେ ଯିବା ପାଇଁ ବାଧ୍ୟ କରେ, ତାହା ସାଙ୍ଗରେ ଦୁଇ କୋଶ ଯାଅ । 42. ଯେ ତୁମ୍ଭକୁ ମାଗେ, ତାହାକୁ ଦିଅ, ପୁଣି ଯେ ତୁମ୍ଭଠାରୁ ଋଣ ନେବାକୁ ଇଚ୍ଛା କରେ, ତାହା ପ୍ରତି ବିମୁଖ ହୁଅ ନାହିଁ । 43. ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ତୁମ୍ଭର ପ୍ରତିବାସୀକି ପ୍ରେମ କର ଓ ତୁମ୍ଭର ଶତ୍ରୁକୁ ଘୃଣା କର । 44. କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁ-ମାନଙ୍କୁ ପ୍ରେମ କର, ପୁଣି ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର, 45. ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି । 46. ଆଉ, ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭମାନଙ୍କର କି ପୁରସ୍କାର? କରଗ୍ରାହୀମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ? 47. ଆଉ, ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର, ତେବେ ଅଧିକ କଅଣ କର? ବିଜାତୀୟମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ? 48. ଅତଏବ, ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ ।
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 1
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 2
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 3
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 4
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 5
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 6
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 7
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 8
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 9
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 10
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 11
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 12
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 13
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 14
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 15
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 16
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 17
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 18
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 19
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 20
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 21
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 22
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 23
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 24
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 25
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 26
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 27
ମାଥିଉଲିଖିତ ସୁସମାଚାର ଅଧ୍ୟାୟ 28
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References