ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 107

1 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । 2 ସେ ଯେଉଁମାନଙ୍କୁ ବିପକ୍ଷର ହସ୍ତରୁ ମୁକ୍ତ କରିଅଛନ୍ତି ଓ ନାନା ଦେଶରୁ, ପୂର୍ବ ଓ ପଶ୍ଚିମରୁ, 3 ଉତ୍ତର ଓ ଦକ୍ଷିଣରୁ ସଂଗ୍ରହ କରିଅଛନ୍ତି, ସଦାପ୍ରଭୁଙ୍କ ସେହି ମୁକ୍ତ ଲୋକମାନେ ତାହା କହନ୍ତୁ । 4 ସେମାନେ ପ୍ରାନ୍ତରରେ ନିର୍ଜ୍ଜନ ପଥରେ ଭ୍ରମଣ କଲେ; ସେମାନେ କୌଣସି ବସତି-ନଗର ପାଇଲେ ନାହିଁ । 5 କ୍ଷୁଧିତ ଓ ତୃଷିତ ହୋଇ ସେମାନଙ୍କର ପ୍ରାଣ ସେମାନଙ୍କ ଅନ୍ତରରେ ମୂର୍ଚ୍ଛିତ ହେଲା । 6 ତେବେ ସେମାନେ ଆପଣାମାନଙ୍କ ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୁକ୍ତି କଲେ, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ଉଦ୍ଧାର କଲେ । 7 ଆହୁରି, ସେମାନେ ଯେପରି ବସତି-ନଗରକୁ ଯାଇ ପାରିବେ, ଏଥିପାଇଁ ସେ ସେମାନଙ୍କୁ ସଳଖ ପଥରେ ଘେନି ଗଲେ । 8 ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ । 9 ଯେହେତୁ ସେ ତୃଷିତ ପ୍ରାଣକୁ ପରିତୃପ୍ତ କରନ୍ତି ଓ କ୍ଷୁଧିତ ପ୍ରାଣକୁ ଉତ୍ତମ ଦ୍ରବ୍ୟରେ ପୂର୍ଣ୍ଣ କରନ୍ତି । 10 କେହି କେହି ପରମେଶ୍ଵରଙ୍କ ବାକ୍ୟର ବିରୁଦ୍ଧାଚରଣ ଓ ସର୍ବୋପରିସ୍ଥଙ୍କ ମନ୍ତ୍ରଣା ତୁଚ୍ଛ କରିବା ସକାଶୁ, 11 ସେମାନେ ଦୁଃଖ ଓ ଲୌହ ଶୃଙ୍ଖଲରେ ବଦ୍ଧ ହୋଇ ଅନ୍ଧକାରରେ ଓ ମୃତ୍ୟୁଛାୟାରେ ବସିଲେ; 12 ସେ ସେମାନଙ୍କ ହୃଦୟକୁ କ୍ଳେଶରେ ଅବନତ କଲେ; ସେମାନେ ପତିତ ହେଲେ ଓ ସାହାଯ୍ୟ କରିବାକୁ କେହି ନ ଥିଲା । 13 ତେବେ ସେମାନେ ଆପଣାମାନଙ୍କ ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୁକ୍ତି କଲେ, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ତ୍ରାଣ କଲେ । 14 ସେ ଅନ୍ଧକାର ଓ ମୃତ୍ୟୁଛାୟାରୁ ସେମାନଙ୍କୁ ବାହାର କରି ଆଣିଲେ ଓ ସେମାନଙ୍କ ବନ୍ଧନ ଛେଦନ କଲେ । 15 ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ! 16 ଯେହେତୁ ସେ ପିତ୍ତଳ-ଦ୍ଵାର ଭାଙ୍ଗିଅଛନ୍ତି ଓ ଲୌହ-ଅର୍ଗଳ କାଟି ପକାଇଅଛନ୍ତି । 17 ମୂର୍ଖମାନେ ଆପଣା ଆପଣା ଅପରାଧ ଓ ଅଧର୍ମାଚରଣ ସକାଶୁ କ୍ଳେଶ ପାଆନ୍ତି । 18 ସେମାନଙ୍କ ପ୍ରାଣ ସର୍ବପ୍ରକାର ଖାଦ୍ୟଦ୍ରବ୍ୟ ଘୃଣା କରଇ ଓ ସେମାନେ ମୃତ୍ୟୁଦ୍ଵାରର ନିକଟବର୍ତ୍ତୀ ହୁଅନ୍ତି । 19 ତେବେ ସେମାନେ ଆପଣା ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୁକ୍ତି କରନ୍ତି, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ତ୍ରାଣ କରନ୍ତି । 20 ସେ ଆପଣା ବାକ୍ୟ ପଠାଇ ସେମାନଙ୍କୁ ସୁସ୍ଥ କରନ୍ତି, ପୁଣି ବିନାଶରୁ ସେମାନଙ୍କୁ ଉଦ୍ଧାର କରନ୍ତି । 21 ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ । 22 ସେମାନେ ଧନ୍ୟବାଦରୂପ ବଳି ଉତ୍ସର୍ଗ କରନ୍ତୁ ଓ ଗାନ କରି ତାହାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ । 23 ଯେଉଁମାନେ ଜାହାଜ ଚଢ଼ି ସମୁଦ୍ର-ଯାତ୍ରା କରନ୍ତି, ଯେଉଁମାନେ ମହାଜଳରାଶିରେ କାରବାର କରନ୍ତି, 24 ସେମାନେ ସଦାପ୍ରଭୁଙ୍କ କାର୍ଯ୍ୟ ଓ ଗଭୀର ଜଳରେ ତାହାଙ୍କର ଅଦ୍ଭୁତ ବ୍ୟାପାର ଦେଖନ୍ତି । 25 ଯେହେତୁ ସେ ଆଜ୍ଞା ଦେଲେ, ପ୍ରଚଣ୍ତ ବାୟୁ ଉଠଇ, ତଦ୍ଦ୍ଵାରା ସମୁଦ୍ରର ତରଙ୍ଗମାଳା ଉଠେ । 26 ସେମାନେ ଆକାଶକୁ ଉଠନ୍ତି, ପୁନର୍ବାର ସେମାନେ ଗଭୀର ଜଳକୁ ଉତ୍ତରନ୍ତି; ବିପଦ ସକାଶୁ ସେମାନଙ୍କ ପ୍ରାଣ ତରଳି ଯାଏ । 27 ସେମାନେ ମତ୍ତଲୋକ ପରି ଏଣେତେଣେ ଦୋହଲି ଢଳି ପଡ଼ନ୍ତି ଓ ସେମାନଙ୍କ ବୁଦ୍ଧି ହଜିଯାଏ । 28 ତେବେ ସେମାନେ ଆପଣା ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୁକ୍ତି କରନ୍ତି, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ଉଦ୍ଧାର କରନ୍ତି । 29 ସେ ବତାସକୁ ସୁସ୍ଥିର କରନ୍ତି, ତହୁଁ ସମୁଦ୍ରର ତରଙ୍ଗମାଳା ନିରସ୍ତ ହୁଏ । 30 ତେବେ ସେସବୁ ନିବୃତ୍ତ ହେବା ସକାଶୁ ସେମାନେ ଆନନ୍ଦ କରନ୍ତି; ଏହିରୂପେ ସେ ସେମାନଙ୍କୁ ବାଞ୍ଛିତ ବନ୍ଦରରେ ପ୍ରବେଶ କରାନ୍ତି । 31 ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ! 32 ଆହୁରି, ସେମାନେ ଲୋକମାନଙ୍କ ସମାଜରେ ତାହାଙ୍କର ପ୍ରତିଷ୍ଠା କରନ୍ତୁ ଓ ପ୍ରାଚୀନମାନଙ୍କ ସଭାରେ ତାହାଙ୍କର ପ୍ରଶଂସା କରନ୍ତୁ । 33 ସେ ନଦନଦୀକି ପ୍ରାନ୍ତର ଓ ନିର୍ଝରସକଳକୁ ଶୁଷ୍କ ଭୂମି କରନ୍ତି । 34 ସେ ଦେଶନିବାସୀମାନଙ୍କ ଦୁଷ୍ଟତା ସକାଶୁ ଉର୍ବରା ଦେଶକୁ ଲବଣ-ପ୍ରାନ୍ତର କରନ୍ତି । 35 ସେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକି ଝରମୟ କରନ୍ତି । 36 ପୁଣି, କ୍ଷୁଧିତ ଲୋକମାନେ ଯେପରି ବସତି-ନଗର ନିର୍ମାଣ କରିବେ ଓ କ୍ଷେତ୍ରରେ ବୀଜ ବପନ ଓ ଦ୍ରାକ୍ଷାଲତା ରୋପଣ କରିବେ 37 ଓ ତଦୁତ୍ପନ୍ନ ଫଳ ପ୍ରାପ୍ତ ହେବେ, ଏଥିପାଇଁ ସେସ୍ଥାନରେ ସେ ସେମାନଙ୍କୁ ବାସ କରାନ୍ତି । 38 ଆହୁରି, ସେ ସେମାନଙ୍କୁ ଆଶୀର୍ବାଦ କରନ୍ତି, ତହିଁରେ ସେମାନେ ଅତିଶୟ ବୃଦ୍ଧି ପାଆନ୍ତି; ପୁଣି, ସେ ସେମାନଙ୍କ ପଶୁପଲ ଊଣା ହେବାକୁ ଦିଅନ୍ତି ନାହିଁ । 39 ପୁନର୍ବାର ସେମାନେ ଉପଦ୍ରବ, ବିପଦ ଓ ଶୋକ ଦ୍ଵାରା ନ୍ୟୂନୀକୃତ ଓ ଅବନତ ହୁଅନ୍ତି । 40 ସେ ଅଧିପତିମାନଙ୍କ ଉପରେ ତୁଚ୍ଛତା ଢାଳି ଦିଅନ୍ତି, ପୁଣି ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି । 41 ତଥାପି ସେ ଦୀନହୀନକୁ ଦୁଃଖରୁ ଉଚ୍ଚରେ ସ୍ଥାପନ କରନ୍ତି ଓ ମେଷପଲ ତୁଲ୍ୟ ତାହାକୁ ପରିବାର ଦିଅନ୍ତି । 42 ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେବେ; ପୁଣି ସବୁ ଅଧର୍ମ ଆପଣା ମୁଖ ବନ୍ଦ କରିବ । 43 ଯେ ଜ୍ଞାନବାନ, ସେ ଏହିସବୁ ବିଷୟରେ ମନୋଯୋଗ କରିବ, ପୁଣି ସେମାନେ ସଦାପ୍ରଭୁଙ୍କ ବିବିଧ ଦୟା ବିବେଚନା କରିବେ ।
1 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ । .::. 2 ସେ ଯେଉଁମାନଙ୍କୁ ବିପକ୍ଷର ହସ୍ତରୁ ମୁକ୍ତ କରିଅଛନ୍ତି ଓ ନାନା ଦେଶରୁ, ପୂର୍ବ ଓ ପଶ୍ଚିମରୁ, .::. 3 ଉତ୍ତର ଓ ଦକ୍ଷିଣରୁ ସଂଗ୍ରହ କରିଅଛନ୍ତି, ସଦାପ୍ରଭୁଙ୍କ ସେହି ମୁକ୍ତ ଲୋକମାନେ ତାହା କହନ୍ତୁ । .::. 4 ସେମାନେ ପ୍ରାନ୍ତରରେ ନିର୍ଜ୍ଜନ ପଥରେ ଭ୍ରମଣ କଲେ; ସେମାନେ କୌଣସି ବସତି-ନଗର ପାଇଲେ ନାହିଁ । .::. 5 କ୍ଷୁଧିତ ଓ ତୃଷିତ ହୋଇ ସେମାନଙ୍କର ପ୍ରାଣ ସେମାନଙ୍କ ଅନ୍ତରରେ ମୂର୍ଚ୍ଛିତ ହେଲା । .::. 6 ତେବେ ସେମାନେ ଆପଣାମାନଙ୍କ ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୁକ୍ତି କଲେ, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ଉଦ୍ଧାର କଲେ । .::. 7 ଆହୁରି, ସେମାନେ ଯେପରି ବସତି-ନଗରକୁ ଯାଇ ପାରିବେ, ଏଥିପାଇଁ ସେ ସେମାନଙ୍କୁ ସଳଖ ପଥରେ ଘେନି ଗଲେ । .::. 8 ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ । .::. 9 ଯେହେତୁ ସେ ତୃଷିତ ପ୍ରାଣକୁ ପରିତୃପ୍ତ କରନ୍ତି ଓ କ୍ଷୁଧିତ ପ୍ରାଣକୁ ଉତ୍ତମ ଦ୍ରବ୍ୟରେ ପୂର୍ଣ୍ଣ କରନ୍ତି । .::. 10 କେହି କେହି ପରମେଶ୍ଵରଙ୍କ ବାକ୍ୟର ବିରୁଦ୍ଧାଚରଣ ଓ ସର୍ବୋପରିସ୍ଥଙ୍କ ମନ୍ତ୍ରଣା ତୁଚ୍ଛ କରିବା ସକାଶୁ, .::. 11 ସେମାନେ ଦୁଃଖ ଓ ଲୌହ ଶୃଙ୍ଖଲରେ ବଦ୍ଧ ହୋଇ ଅନ୍ଧକାରରେ ଓ ମୃତ୍ୟୁଛାୟାରେ ବସିଲେ; .::. 12 ସେ ସେମାନଙ୍କ ହୃଦୟକୁ କ୍ଳେଶରେ ଅବନତ କଲେ; ସେମାନେ ପତିତ ହେଲେ ଓ ସାହାଯ୍ୟ କରିବାକୁ କେହି ନ ଥିଲା । .::. 13 ତେବେ ସେମାନେ ଆପଣାମାନଙ୍କ ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୁକ୍ତି କଲେ, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ତ୍ରାଣ କଲେ । .::. 14 ସେ ଅନ୍ଧକାର ଓ ମୃତ୍ୟୁଛାୟାରୁ ସେମାନଙ୍କୁ ବାହାର କରି ଆଣିଲେ ଓ ସେମାନଙ୍କ ବନ୍ଧନ ଛେଦନ କଲେ । .::. 15 ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ! .::. 16 ଯେହେତୁ ସେ ପିତ୍ତଳ-ଦ୍ଵାର ଭାଙ୍ଗିଅଛନ୍ତି ଓ ଲୌହ-ଅର୍ଗଳ କାଟି ପକାଇଅଛନ୍ତି । .::. 17 ମୂର୍ଖମାନେ ଆପଣା ଆପଣା ଅପରାଧ ଓ ଅଧର୍ମାଚରଣ ସକାଶୁ କ୍ଳେଶ ପାଆନ୍ତି । .::. 18 ସେମାନଙ୍କ ପ୍ରାଣ ସର୍ବପ୍ରକାର ଖାଦ୍ୟଦ୍ରବ୍ୟ ଘୃଣା କରଇ ଓ ସେମାନେ ମୃତ୍ୟୁଦ୍ଵାରର ନିକଟବର୍ତ୍ତୀ ହୁଅନ୍ତି । .::. 19 ତେବେ ସେମାନେ ଆପଣା ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୁକ୍ତି କରନ୍ତି, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ତ୍ରାଣ କରନ୍ତି । .::. 20 ସେ ଆପଣା ବାକ୍ୟ ପଠାଇ ସେମାନଙ୍କୁ ସୁସ୍ଥ କରନ୍ତି, ପୁଣି ବିନାଶରୁ ସେମାନଙ୍କୁ ଉଦ୍ଧାର କରନ୍ତି । .::. 21 ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ । .::. 22 ସେମାନେ ଧନ୍ୟବାଦରୂପ ବଳି ଉତ୍ସର୍ଗ କରନ୍ତୁ ଓ ଗାନ କରି ତାହାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ । .::. 23 ଯେଉଁମାନେ ଜାହାଜ ଚଢ଼ି ସମୁଦ୍ର-ଯାତ୍ରା କରନ୍ତି, ଯେଉଁମାନେ ମହାଜଳରାଶିରେ କାରବାର କରନ୍ତି, .::. 24 ସେମାନେ ସଦାପ୍ରଭୁଙ୍କ କାର୍ଯ୍ୟ ଓ ଗଭୀର ଜଳରେ ତାହାଙ୍କର ଅଦ୍ଭୁତ ବ୍ୟାପାର ଦେଖନ୍ତି । .::. 25 ଯେହେତୁ ସେ ଆଜ୍ଞା ଦେଲେ, ପ୍ରଚଣ୍ତ ବାୟୁ ଉଠଇ, ତଦ୍ଦ୍ଵାରା ସମୁଦ୍ରର ତରଙ୍ଗମାଳା ଉଠେ । .::. 26 ସେମାନେ ଆକାଶକୁ ଉଠନ୍ତି, ପୁନର୍ବାର ସେମାନେ ଗଭୀର ଜଳକୁ ଉତ୍ତରନ୍ତି; ବିପଦ ସକାଶୁ ସେମାନଙ୍କ ପ୍ରାଣ ତରଳି ଯାଏ । .::. 27 ସେମାନେ ମତ୍ତଲୋକ ପରି ଏଣେତେଣେ ଦୋହଲି ଢଳି ପଡ଼ନ୍ତି ଓ ସେମାନଙ୍କ ବୁଦ୍ଧି ହଜିଯାଏ । .::. 28 ତେବେ ସେମାନେ ଆପଣା ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୁକ୍ତି କରନ୍ତି, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ଉଦ୍ଧାର କରନ୍ତି । .::. 29 ସେ ବତାସକୁ ସୁସ୍ଥିର କରନ୍ତି, ତହୁଁ ସମୁଦ୍ରର ତରଙ୍ଗମାଳା ନିରସ୍ତ ହୁଏ । .::. 30 ତେବେ ସେସବୁ ନିବୃତ୍ତ ହେବା ସକାଶୁ ସେମାନେ ଆନନ୍ଦ କରନ୍ତି; ଏହିରୂପେ ସେ ସେମାନଙ୍କୁ ବାଞ୍ଛିତ ବନ୍ଦରରେ ପ୍ରବେଶ କରାନ୍ତି । .::. 31 ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ! .::. 32 ଆହୁରି, ସେମାନେ ଲୋକମାନଙ୍କ ସମାଜରେ ତାହାଙ୍କର ପ୍ରତିଷ୍ଠା କରନ୍ତୁ ଓ ପ୍ରାଚୀନମାନଙ୍କ ସଭାରେ ତାହାଙ୍କର ପ୍ରଶଂସା କରନ୍ତୁ । .::. 33 ସେ ନଦନଦୀକି ପ୍ରାନ୍ତର ଓ ନିର୍ଝରସକଳକୁ ଶୁଷ୍କ ଭୂମି କରନ୍ତି । .::. 34 ସେ ଦେଶନିବାସୀମାନଙ୍କ ଦୁଷ୍ଟତା ସକାଶୁ ଉର୍ବରା ଦେଶକୁ ଲବଣ-ପ୍ରାନ୍ତର କରନ୍ତି । .::. 35 ସେ ପ୍ରାନ୍ତରକୁ ଜଳାଶୟ ଓ ଶୁଷ୍କ ଭୂମିକି ଝରମୟ କରନ୍ତି । .::. 36 ପୁଣି, କ୍ଷୁଧିତ ଲୋକମାନେ ଯେପରି ବସତି-ନଗର ନିର୍ମାଣ କରିବେ ଓ କ୍ଷେତ୍ରରେ ବୀଜ ବପନ ଓ ଦ୍ରାକ୍ଷାଲତା ରୋପଣ କରିବେ .::. 37 ଓ ତଦୁତ୍ପନ୍ନ ଫଳ ପ୍ରାପ୍ତ ହେବେ, ଏଥିପାଇଁ ସେସ୍ଥାନରେ ସେ ସେମାନଙ୍କୁ ବାସ କରାନ୍ତି । .::. 38 ଆହୁରି, ସେ ସେମାନଙ୍କୁ ଆଶୀର୍ବାଦ କରନ୍ତି, ତହିଁରେ ସେମାନେ ଅତିଶୟ ବୃଦ୍ଧି ପାଆନ୍ତି; ପୁଣି, ସେ ସେମାନଙ୍କ ପଶୁପଲ ଊଣା ହେବାକୁ ଦିଅନ୍ତି ନାହିଁ । .::. 39 ପୁନର୍ବାର ସେମାନେ ଉପଦ୍ରବ, ବିପଦ ଓ ଶୋକ ଦ୍ଵାରା ନ୍ୟୂନୀକୃତ ଓ ଅବନତ ହୁଅନ୍ତି । .::. 40 ସେ ଅଧିପତିମାନଙ୍କ ଉପରେ ତୁଚ୍ଛତା ଢାଳି ଦିଅନ୍ତି, ପୁଣି ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି । .::. 41 ତଥାପି ସେ ଦୀନହୀନକୁ ଦୁଃଖରୁ ଉଚ୍ଚରେ ସ୍ଥାପନ କରନ୍ତି ଓ ମେଷପଲ ତୁଲ୍ୟ ତାହାକୁ ପରିବାର ଦିଅନ୍ତି । .::. 42 ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେବେ; ପୁଣି ସବୁ ଅଧର୍ମ ଆପଣା ମୁଖ ବନ୍ଦ କରିବ । .::. 43 ଯେ ଜ୍ଞାନବାନ, ସେ ଏହିସବୁ ବିଷୟରେ ମନୋଯୋଗ କରିବ, ପୁଣି ସେମାନେ ସଦାପ୍ରଭୁଙ୍କ ବିବିଧ ଦୟା ବିବେଚନା କରିବେ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References