ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଏବ୍ରୀମାନଙ୍କ ନିକଟକୁ ପତ୍ର

ଏବ୍ରୀମାନଙ୍କ ନିକଟକୁ ପତ୍ର ଅଧ୍ୟାୟ 4

1 ଅତଏବ ଆସ, ଆମ୍ଭେମାନେ ଭୟ କରୁ, କାଳେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ତୁମ୍ଭମାନଙ୍କ ମଧ୍ୟରୁ କେହି ସେଥିରୁ ବଞ୍ଚିତ ହେଲା ପରି ଦେଖାଯାଏ । 2 କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ମଧ୍ୟ ସେହିପରି ସୁସମାଚାର ପ୍ରଚାରିତ ହୋଇଅଛି, କିନ୍ତୁ ଶ୍ରୋତାମାନେ ବିଶ୍ଵାସ ଦ୍ଵାରା ଶ୍ରୁତ ବାକ୍ୟ ନିଜସ୍ଵ ନ କରିବାରୁ ତାହା ସେମାନଙ୍କ ପକ୍ଷରେ ଲାଭଜନକ ହେଲା ନାହିଁ । 3 ଯେଣୁ ବିଶ୍ଵାସ କରିଅଛୁ ଯେ ଆମ୍ଭେମାନେ, କେବଳ ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରୁ, ଯେପରି ସେ କହିଛନ୍ତି, ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ । କିନ୍ତୁ ଜଗତର ପତ୍ତନାବଧି ତ ସମସ୍ତ କର୍ମ ସମାପ୍ତ ହୋଇଥିଲା; 4 କାରଣ ସପ୍ତମ ଦିନ ସମ୍ଵନ୍ଧରେ ସେ କୌଣସି ସ୍ଥାନରେ ଏହି ପ୍ରକାରେ କହିଅଛନ୍ତି, ଈଶ୍ଵର ସପ୍ତମ ଦିନରେ ଆପଣାର ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ; 5 ଆଉ ଏହି ସ୍ଥାନରେ ସେ ପୁନଶ୍ଚ କହିଅଛନ୍ତି, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ । 6 ଅତଏବ, କେତେକଙ୍କର ସେଥିରେ ପ୍ରବେଶ କରିବାର ବାକି ଥିବାରୁ, ପୁଣି ଯେଉଁମାନଙ୍କ ନିକଟରେ ସୁସମାଚାର ପୂର୍ବରେ ପ୍ରଚାରିତ ହୋଇଥିଲା, ସେମାନେ ଅବାଧ୍ୟତା ହେତୁ ପ୍ରବେଶ ନ କରିବାରୁ ସେ ପୁନର୍ବାର ଏବ୍ରୀ. ୩:୧୮,୧୯ 7 ଆଉ ଗୋଟିଏ ଦିନ, ଅର୍ଥାତ୍, ଆଜି ଦିନ ନିରୂପଣ କରି ଏତେକାଳ ପରେ ଦାଉଦଙ୍କ ଗ୍ରନ୍ଥରେ କହନ୍ତି, ଯେପରି ପୂର୍ବରେ କୁହାଯାଇଅଛି, ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ, ଆପଣା ଆପଣା ହୃଦୟ କଠିନ ନ କର । 8 କାରଣ ଯଦି ଯିହୋଶୂୟ ସେମାନଙ୍କୁ ବିଶ୍ରାମ ଦେଇଥାଆନ୍ତେ, ତେବେ ସେ ପରେ ଅନ୍ୟ ଦିନର କଥା କହି ନ ଥାଆନ୍ତେ । 9 ଅତଏବ ଈଶ୍ଵରଙ୍କ ଲୋକମାନଙ୍କ ନିମନ୍ତେ ବିଶ୍ରାମବାର ଭୋଗ କରିବାର ବାକି ଅଛି । 10 ଯେଣୁ ଯେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିଅଛି, ଈଶ୍ଵର ଆପଣା କାର୍ଯ୍ୟରୁ ଯେପରି ବିଶ୍ରାମ କଲେ, ସେପରି ସେ ମଧ୍ୟ ଆପଣା କାର୍ଯ୍ୟରୁ ବିଶ୍ରାମ ପ୍ରାପ୍ତ ହୋଇଅଛି । 11 ଏଣୁ ଆସ, ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବାକୁ ଯନି କରୁ, ଯେପରି କୌଣସି ଲୋକ ଅବାଧ୍ୟତାର ସେହି ଦୃଷ୍ଟାନ୍ତ ଅନୁସାରେ ପତିତ ନ ହୁଏ । 12 କାରଣ ଈଶ୍ଵରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟ-ସାଧକ, ପୁଣି ଦ୍ଵିଧାର ଖଡ଼୍‍ଗଠାରୁ ତୀକ୍ଷ୍ମତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ । 13 ଈଶ୍ଵରଙ୍କ ସମ୍ମୁଖରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଙ୍ଗ ଓ ଅନାବୃତ ଅଟେ । 14 ଅତଏବ ସ୍ଵର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ଵରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ଵାସମତକୁ ଦୃଢ଼ ଭାବରେ ଧାରଣ କରୁ । 15 କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ । 16 ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି ଉପଯୁକ୍ତ ସମୟରେ ଉପକାରକ ଅନୁଗ୍ରହ ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ ।
1. ଅତଏବ ଆସ, ଆମ୍ଭେମାନେ ଭୟ କରୁ, କାଳେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ତୁମ୍ଭମାନଙ୍କ ମଧ୍ୟରୁ କେହି ସେଥିରୁ ବଞ୍ଚିତ ହେଲା ପରି ଦେଖାଯାଏ । 2. କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ମଧ୍ୟ ସେହିପରି ସୁସମାଚାର ପ୍ରଚାରିତ ହୋଇଅଛି, କିନ୍ତୁ ଶ୍ରୋତାମାନେ ବିଶ୍ଵାସ ଦ୍ଵାରା ଶ୍ରୁତ ବାକ୍ୟ ନିଜସ୍ଵ ନ କରିବାରୁ ତାହା ସେମାନଙ୍କ ପକ୍ଷରେ ଲାଭଜନକ ହେଲା ନାହିଁ । 3. ଯେଣୁ ବିଶ୍ଵାସ କରିଅଛୁ ଯେ ଆମ୍ଭେମାନେ, କେବଳ ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରୁ, ଯେପରି ସେ କହିଛନ୍ତି, ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ । କିନ୍ତୁ ଜଗତର ପତ୍ତନାବଧି ତ ସମସ୍ତ କର୍ମ ସମାପ୍ତ ହୋଇଥିଲା; 4. କାରଣ ସପ୍ତମ ଦିନ ସମ୍ଵନ୍ଧରେ ସେ କୌଣସି ସ୍ଥାନରେ ଏହି ପ୍ରକାରେ କହିଅଛନ୍ତି, ଈଶ୍ଵର ସପ୍ତମ ଦିନରେ ଆପଣାର ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ; 5. ଆଉ ଏହି ସ୍ଥାନରେ ସେ ପୁନଶ୍ଚ କହିଅଛନ୍ତି, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ । 6. ଅତଏବ, କେତେକଙ୍କର ସେଥିରେ ପ୍ରବେଶ କରିବାର ବାକି ଥିବାରୁ, ପୁଣି ଯେଉଁମାନଙ୍କ ନିକଟରେ ସୁସମାଚାର ପୂର୍ବରେ ପ୍ରଚାରିତ ହୋଇଥିଲା, ସେମାନେ ଅବାଧ୍ୟତା ହେତୁ ପ୍ରବେଶ ନ କରିବାରୁ ସେ ପୁନର୍ବାର ଏବ୍ରୀ. ୩:୧୮,୧୯ 7. ଆଉ ଗୋଟିଏ ଦିନ, ଅର୍ଥାତ୍, ଆଜି ଦିନ ନିରୂପଣ କରି ଏତେକାଳ ପରେ ଦାଉଦଙ୍କ ଗ୍ରନ୍ଥରେ କହନ୍ତି, ଯେପରି ପୂର୍ବରେ କୁହାଯାଇଅଛି, ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ, ଆପଣା ଆପଣା ହୃଦୟ କଠିନ ନ କର । 8. କାରଣ ଯଦି ଯିହୋଶୂୟ ସେମାନଙ୍କୁ ବିଶ୍ରାମ ଦେଇଥାଆନ୍ତେ, ତେବେ ସେ ପରେ ଅନ୍ୟ ଦିନର କଥା କହି ନ ଥାଆନ୍ତେ । 9. ଅତଏବ ଈଶ୍ଵରଙ୍କ ଲୋକମାନଙ୍କ ନିମନ୍ତେ ବିଶ୍ରାମବାର ଭୋଗ କରିବାର ବାକି ଅଛି । 10. ଯେଣୁ ଯେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିଅଛି, ଈଶ୍ଵର ଆପଣା କାର୍ଯ୍ୟରୁ ଯେପରି ବିଶ୍ରାମ କଲେ, ସେପରି ସେ ମଧ୍ୟ ଆପଣା କାର୍ଯ୍ୟରୁ ବିଶ୍ରାମ ପ୍ରାପ୍ତ ହୋଇଅଛି । 11. ଏଣୁ ଆସ, ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବାକୁ ଯନି କରୁ, ଯେପରି କୌଣସି ଲୋକ ଅବାଧ୍ୟତାର ସେହି ଦୃଷ୍ଟାନ୍ତ ଅନୁସାରେ ପତିତ ନ ହୁଏ । 12. କାରଣ ଈଶ୍ଵରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟ-ସାଧକ, ପୁଣି ଦ୍ଵିଧାର ଖଡ଼୍‍ଗଠାରୁ ତୀକ୍ଷ୍ମତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ । 13. ଈଶ୍ଵରଙ୍କ ସମ୍ମୁଖରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଙ୍ଗ ଓ ଅନାବୃତ ଅଟେ । 14. ଅତଏବ ସ୍ଵର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ଵରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ଵାସମତକୁ ଦୃଢ଼ ଭାବରେ ଧାରଣ କରୁ । 15. କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ । 16. ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି ଉପଯୁକ୍ତ ସମୟରେ ଉପକାରକ ଅନୁଗ୍ରହ ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ ।
  • ଏବ୍ରୀମାନଙ୍କ ନିକଟକୁ ପତ୍ର ଅଧ୍ୟାୟ 1  
  • ଏବ୍ରୀମାନଙ୍କ ନିକଟକୁ ପତ୍ର ଅଧ୍ୟାୟ 2  
  • ଏବ୍ରୀମାନଙ୍କ ନିକଟକୁ ପତ୍ର ଅଧ୍ୟାୟ 3  
  • ଏବ୍ରୀମାନଙ୍କ ନିକଟକୁ ପତ୍ର ଅଧ୍ୟାୟ 4  
  • ଏବ୍ରୀମାନଙ୍କ ନିକଟକୁ ପତ୍ର ଅଧ୍ୟାୟ 5  
  • ଏବ୍ରୀମାନଙ୍କ ନିକଟକୁ ପତ୍ର ଅଧ୍ୟାୟ 6  
  • ଏବ୍ରୀମାନଙ୍କ ନିକଟକୁ ପତ୍ର ଅଧ୍ୟାୟ 7  
  • ଏବ୍ରୀମାନଙ୍କ ନିକଟକୁ ପତ୍ର ଅଧ୍ୟାୟ 8  
  • ଏବ୍ରୀମାନଙ୍କ ନିକଟକୁ ପତ୍ର ଅଧ୍ୟାୟ 9  
  • ଏବ୍ରୀମାନଙ୍କ ନିକଟକୁ ପତ୍ର ଅଧ୍ୟାୟ 10  
  • ଏବ୍ରୀମାନଙ୍କ ନିକଟକୁ ପତ୍ର ଅଧ୍ୟାୟ 11  
  • ଏବ୍ରୀମାନଙ୍କ ନିକଟକୁ ପତ୍ର ଅଧ୍ୟାୟ 12  
  • ଏବ୍ରୀମାନଙ୍କ ନିକଟକୁ ପତ୍ର ଅଧ୍ୟାୟ 13  
×

Alert

×

Oriya Letters Keypad References