ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ

ଯିଶାଇୟ ଅଧ୍ୟାୟ 53

1 ଆମ୍ଭମାନଙ୍କ ସମ୍ଵାଦ କିଏ ବିଶ୍ଵାସ କରିଅଛି? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି? 2 କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ । 3 ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀ ଲୋକ ଓ ଶୋକପରିଚିତ, ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ । 4 ନିଶ୍ଚୟ ସେ ଆମ୍ଭମାନଙ୍କର ଯାତନାସବୁ ଧାରଣ କରିଅଛନ୍ତି ଓ ଆମ୍ଭମାନଙ୍କର ବ୍ୟଥାସବୁ ବହିଅଛନ୍ତି । ତଥାପି ଆମ୍ଭେମାନେ ତାହାଙ୍କୁ ଆହତ ଓ ପରମେଶ୍ଵରଙ୍କ ଦ୍ଵାରା ପ୍ରହାରିତ ଓ ଦୁଃଖଗ୍ରସ୍ତ ବୋଲି ମଣିଲୁ । 5 ମାତ୍ର ସେ ଆମ୍ଭମାନଙ୍କ ଅଧର୍ମ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଅପରାଧ ନିମନ୍ତେ ଚୂର୍ଣ୍ଣ ହେଲେ; ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତି ତାହାଙ୍କ ଉପରେ ବର୍ତ୍ତିଲା ଓ ତାହାଙ୍କ ପ୍ରହାରରେ ଆମ୍ଭେମାନେ ସୁସ୍ଥ ହେଲୁ । 6 ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି । 7 ସେ ଉପଦ୍ରବ ପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷୀ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ । 8 ସେ ଉପଦ୍ରବ ଓ ବିଚାର ଦ୍ଵାରା ଦୂରୀକୃତ ହେଲେ; ଆଉ, ସେ ଯେ ଜୀବିତ ଲୋକମାନଙ୍କ ଦେଶରୁ ଉଚ୍ଛିନ୍ନ ହେଲେ, ଏହା ତାହାଙ୍କ ସମୟର ଲୋକମାନଙ୍କ ମଧ୍ୟରେ କିଏ ବିବେଚନା କଲା? ଆମ୍ଭ ଲୋକମାନଙ୍କର ଅପରାଧ ନିମନ୍ତେ ସେ ପ୍ରହାରିତ ହେଲେ, । 9 ପୁଣି, ସେ କୌଣସି ଦୌରାତ୍ମ୍ୟ ନ କଲେ ହେଁ ଓ ତାହାଙ୍କ ମୁଖରେ କୌଣସି ଛଳ ନ ଥିଲେ ହେଁ ଲୋକମାନେ ଦୁଷ୍ଟଗଣର ସହିତ ତାହାଙ୍କର କବର ନିରୂପଣ କଲେ ଓ ମୃତ୍ୟୁରେ ସେ ଧନବାନର ସଙ୍ଗୀ ହେଲେ । 10 ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ । 11 ସେ ଆପଣା ପ୍ରାଣ-ବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ଵାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ । 12 ଏହେତୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାହାଙ୍କୁ ଅଂଶ ଦେବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟ ବିଭାଗ କରି ନେବେ; କାରଣ ସେ ମୃତ୍ୟୁମୁଖରେ ଆପଣା ପ୍ରାଣ ଢାଳି ଦେଲେ⇧ ଓ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ; ତଥାପି ସେ ଅନେକଙ୍କର ପାପଭାର ବହିଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେଜ ।
1 ଆମ୍ଭମାନଙ୍କ ସମ୍ଵାଦ କିଏ ବିଶ୍ଵାସ କରିଅଛି? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି? .::. 2 କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ । .::. 3 ସେ ଅବଜ୍ଞାତ ଓ ମନୁଷ୍ୟର ତ୍ୟକ୍ତ; ଦୁଃଖୀ ଲୋକ ଓ ଶୋକପରିଚିତ, ପୁଣି ମନୁଷ୍ୟମାନେ ଯାହାଠାରୁ ମୁଖ ଆଚ୍ଛାଦନ କରନ୍ତି, ଏପରି ଲୋକ ତୁଲ୍ୟ ସେ ଅବଜ୍ଞାତ ହେଲେ, ଆଉ ଆମ୍ଭେମାନେ ତାହାଙ୍କୁ ମାନ୍ୟ କଲୁ ନାହିଁ । .::. 4 ନିଶ୍ଚୟ ସେ ଆମ୍ଭମାନଙ୍କର ଯାତନାସବୁ ଧାରଣ କରିଅଛନ୍ତି ଓ ଆମ୍ଭମାନଙ୍କର ବ୍ୟଥାସବୁ ବହିଅଛନ୍ତି । ତଥାପି ଆମ୍ଭେମାନେ ତାହାଙ୍କୁ ଆହତ ଓ ପରମେଶ୍ଵରଙ୍କ ଦ୍ଵାରା ପ୍ରହାରିତ ଓ ଦୁଃଖଗ୍ରସ୍ତ ବୋଲି ମଣିଲୁ । .::. 5 ମାତ୍ର ସେ ଆମ୍ଭମାନଙ୍କ ଅଧର୍ମ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଅପରାଧ ନିମନ୍ତେ ଚୂର୍ଣ୍ଣ ହେଲେ; ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତି ତାହାଙ୍କ ଉପରେ ବର୍ତ୍ତିଲା ଓ ତାହାଙ୍କ ପ୍ରହାରରେ ଆମ୍ଭେମାନେ ସୁସ୍ଥ ହେଲୁ । .::. 6 ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି । .::. 7 ସେ ଉପଦ୍ରବ ପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷୀ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ । .::. 8 ସେ ଉପଦ୍ରବ ଓ ବିଚାର ଦ୍ଵାରା ଦୂରୀକୃତ ହେଲେ; ଆଉ, ସେ ଯେ ଜୀବିତ ଲୋକମାନଙ୍କ ଦେଶରୁ ଉଚ୍ଛିନ୍ନ ହେଲେ, ଏହା ତାହାଙ୍କ ସମୟର ଲୋକମାନଙ୍କ ମଧ୍ୟରେ କିଏ ବିବେଚନା କଲା? ଆମ୍ଭ ଲୋକମାନଙ୍କର ଅପରାଧ ନିମନ୍ତେ ସେ ପ୍ରହାରିତ ହେଲେ, । .::. 9 ପୁଣି, ସେ କୌଣସି ଦୌରାତ୍ମ୍ୟ ନ କଲେ ହେଁ ଓ ତାହାଙ୍କ ମୁଖରେ କୌଣସି ଛଳ ନ ଥିଲେ ହେଁ ଲୋକମାନେ ଦୁଷ୍ଟଗଣର ସହିତ ତାହାଙ୍କର କବର ନିରୂପଣ କଲେ ଓ ମୃତ୍ୟୁରେ ସେ ଧନବାନର ସଙ୍ଗୀ ହେଲେ । .::. 10 ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ । .::. 11 ସେ ଆପଣା ପ୍ରାଣ-ବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ଵାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ । .::. 12 ଏହେତୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାହାଙ୍କୁ ଅଂଶ ଦେବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟ ବିଭାଗ କରି ନେବେ; କାରଣ ସେ ମୃତ୍ୟୁମୁଖରେ ଆପଣା ପ୍ରାଣ ଢାଳି ଦେଲେ⇧ ଓ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ; ତଥାପି ସେ ଅନେକଙ୍କର ପାପଭାର ବହିଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେଜ । .::.
  • ଯିଶାଇୟ ଅଧ୍ୟାୟ 1  
  • ଯିଶାଇୟ ଅଧ୍ୟାୟ 2  
  • ଯିଶାଇୟ ଅଧ୍ୟାୟ 3  
  • ଯିଶାଇୟ ଅଧ୍ୟାୟ 4  
  • ଯିଶାଇୟ ଅଧ୍ୟାୟ 5  
  • ଯିଶାଇୟ ଅଧ୍ୟାୟ 6  
  • ଯିଶାଇୟ ଅଧ୍ୟାୟ 7  
  • ଯିଶାଇୟ ଅଧ୍ୟାୟ 8  
  • ଯିଶାଇୟ ଅଧ୍ୟାୟ 9  
  • ଯିଶାଇୟ ଅଧ୍ୟାୟ 10  
  • ଯିଶାଇୟ ଅଧ୍ୟାୟ 11  
  • ଯିଶାଇୟ ଅଧ୍ୟାୟ 12  
  • ଯିଶାଇୟ ଅଧ୍ୟାୟ 13  
  • ଯିଶାଇୟ ଅଧ୍ୟାୟ 14  
  • ଯିଶାଇୟ ଅଧ୍ୟାୟ 15  
  • ଯିଶାଇୟ ଅଧ୍ୟାୟ 16  
  • ଯିଶାଇୟ ଅଧ୍ୟାୟ 17  
  • ଯିଶାଇୟ ଅଧ୍ୟାୟ 18  
  • ଯିଶାଇୟ ଅଧ୍ୟାୟ 19  
  • ଯିଶାଇୟ ଅଧ୍ୟାୟ 20  
  • ଯିଶାଇୟ ଅଧ୍ୟାୟ 21  
  • ଯିଶାଇୟ ଅଧ୍ୟାୟ 22  
  • ଯିଶାଇୟ ଅଧ୍ୟାୟ 23  
  • ଯିଶାଇୟ ଅଧ୍ୟାୟ 24  
  • ଯିଶାଇୟ ଅଧ୍ୟାୟ 25  
  • ଯିଶାଇୟ ଅଧ୍ୟାୟ 26  
  • ଯିଶାଇୟ ଅଧ୍ୟାୟ 27  
  • ଯିଶାଇୟ ଅଧ୍ୟାୟ 28  
  • ଯିଶାଇୟ ଅଧ୍ୟାୟ 29  
  • ଯିଶାଇୟ ଅଧ୍ୟାୟ 30  
  • ଯିଶାଇୟ ଅଧ୍ୟାୟ 31  
  • ଯିଶାଇୟ ଅଧ୍ୟାୟ 32  
  • ଯିଶାଇୟ ଅଧ୍ୟାୟ 33  
  • ଯିଶାଇୟ ଅଧ୍ୟାୟ 34  
  • ଯିଶାଇୟ ଅଧ୍ୟାୟ 35  
  • ଯିଶାଇୟ ଅଧ୍ୟାୟ 36  
  • ଯିଶାଇୟ ଅଧ୍ୟାୟ 37  
  • ଯିଶାଇୟ ଅଧ୍ୟାୟ 38  
  • ଯିଶାଇୟ ଅଧ୍ୟାୟ 39  
  • ଯିଶାଇୟ ଅଧ୍ୟାୟ 40  
  • ଯିଶାଇୟ ଅଧ୍ୟାୟ 41  
  • ଯିଶାଇୟ ଅଧ୍ୟାୟ 42  
  • ଯିଶାଇୟ ଅଧ୍ୟାୟ 43  
  • ଯିଶାଇୟ ଅଧ୍ୟାୟ 44  
  • ଯିଶାଇୟ ଅଧ୍ୟାୟ 45  
  • ଯିଶାଇୟ ଅଧ୍ୟାୟ 46  
  • ଯିଶାଇୟ ଅଧ୍ୟାୟ 47  
  • ଯିଶାଇୟ ଅଧ୍ୟାୟ 48  
  • ଯିଶାଇୟ ଅଧ୍ୟାୟ 49  
  • ଯିଶାଇୟ ଅଧ୍ୟାୟ 50  
  • ଯିଶାଇୟ ଅଧ୍ୟାୟ 51  
  • ଯିଶାଇୟ ଅଧ୍ୟାୟ 52  
  • ଯିଶାଇୟ ଅଧ୍ୟାୟ 53  
  • ଯିଶାଇୟ ଅଧ୍ୟାୟ 54  
  • ଯିଶାଇୟ ଅଧ୍ୟାୟ 55  
  • ଯିଶାଇୟ ଅଧ୍ୟାୟ 56  
  • ଯିଶାଇୟ ଅଧ୍ୟାୟ 57  
  • ଯିଶାଇୟ ଅଧ୍ୟାୟ 58  
  • ଯିଶାଇୟ ଅଧ୍ୟାୟ 59  
  • ଯିଶାଇୟ ଅଧ୍ୟାୟ 60  
  • ଯିଶାଇୟ ଅଧ୍ୟାୟ 61  
  • ଯିଶାଇୟ ଅଧ୍ୟାୟ 62  
  • ଯିଶାଇୟ ଅଧ୍ୟାୟ 63  
  • ଯିଶାଇୟ ଅଧ୍ୟାୟ 64  
  • ଯିଶାଇୟ ଅଧ୍ୟାୟ 65  
  • ଯିଶାଇୟ ଅଧ୍ୟାୟ 66  
×

Alert

×

Oriya Letters Keypad References