ଓଡିଆ ବାଇବଲ |
ERVHI
ORV
IRVOR
ଲୂକଲିଖିତ ସୁସମାଚାର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
15
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
:
ରେକର୍ଡଗୁଡିକ
ଗୀତସଂହିତା 116:0 (03 09 pm)
ଲୂକଲିଖିତ ସୁସମାଚାର 15:0 (03 09 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଲୂକଲିଖିତ ସୁସମାଚାର ଅଧ୍ୟାୟ 15
1
ଆଉ, କରଗ୍ରାହୀ ଓ ପାପୀ ଲୋକସମସ୍ତେ ତାହାଙ୍କ ବାକ୍ୟ ଶ୍ରବଣ କରିବା ନିମନ୍ତେ ତାହାଙ୍କ ନିକଟକୁ ଆସୁଥିଲେ ।
2
ସେଥିରେ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ବଚସା କରୁ କରୁ କହିଲେ, ଏ ଲୋକଟା ପାପୀମାନଙ୍କୁ ଗ୍ରହଣ କରେ ଓ ସେମାନଙ୍କ ସହିତ ଭୋଜନ କରେ!
3
ତହିଁରେ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ,
4
ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ, ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶ୍ଵତଙ୍କୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ?
5
ପୁଣି, ପାଇଲେ ସେ ତାହାକୁ ଆନନ୍ଦରେ କାନ୍ଧେଇ ଘରକୁ ଘେନିଆସେ,
6
ପୁଣି ଆପଣା ବନ୍ଧୁ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହେ, ମୋʼ ସାଙ୍ଗରେ ଆନନ୍ଦ କର, ଯେଣୁ ମୋହର ହଜିଯାଇଥିବା ମେଣ୍ଢାଟି ପାଇଲି ।
7
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହିପ୍ରକାରେ ଯେଉଁମାନଙ୍କର ମନ ପରିବର୍ତ୍ତନ କରିବାର ପ୍ରୟୋଜନ ନାହିଁ, ଏପରି ଅନେଶ୍ଵତ ଧାର୍ମିକ ଲୋକମାନଙ୍କ ଅପେକ୍ଷା, ଯେ ମନ ପରିବର୍ତ୍ତନ କରେ, ଏପରି ଜଣେ ପାପୀର ନିମନ୍ତେ ସ୍ଵର୍ଗରେ ଅଧିକ ଆନନ୍ଦ ହେବ ।
8
ଅଥବା ଏପରି କେଉଁ ସ୍ତ୍ରୀଲୋକ ଅଛି ଯେ, ତାହାର ଯଦି ଦଶଟି ଟଙ୍କା ଥାଏ, ଆଉ ସେଥିରୁ ଗୋଟିଏ ହଜିଯାଏ, ତେବେ ସେ ଦୀପ ଜାଳି ଘର ଝାଡ଼ି ତାହା ନ ପାଇବା ପର୍ଯ୍ୟନ୍ତ ଯନିରେ ଖୋଜେ ନାହିଁ?
9
ପୁଣି, ତାହା ପାଇଲେ ସେ ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି କହେ, ମୋʼ ସାଙ୍ଗରେ ଆନନ୍ଦ କର, ଯେଣୁ ଯେଉଁ ଟଙ୍କାଟି ହଜାଇଥିଲି, ତାହା ପାଇଲି ।
10
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହିପ୍ରକାରେ ଯେ ମନ ପରିବର୍ତ୍ତନ କରେ, ଏପରି ଜଣେ ପାପୀ ନିମନ୍ତେ ଈଶ୍ଵରଙ୍କ ଦୂତମାନଙ୍କ ସମ୍ମୁଖରେ ଆନନ୍ଦ ହୁଏ ।
11
ସେ ଆହୁରି କହିଲେ, ଜଣେ ବ୍ୟକ୍ତିଙ୍କର ଦୁଇଟି ପୁତ୍ର ଥିଲେ ।
12
ସେମାନଙ୍କ ମଧ୍ୟରୁ ସାନ ପୁଅ ବାପାଙ୍କୁ କହିଲା, ବାପା, ସମ୍ପତ୍ତିର ଯେଉଁ ଭାଗ ମୋʼ ବାଣ୍ଟରେ ପଡ଼ୁଅଛି, ତାହା ମୋତେ ଦେଇଦିଅ । ସେଥିରେ ସେ ଆପଣାର ସର୍ବସ୍ଵ ସେମାନଙ୍କୁ ବାଣ୍ଟିଦେଲେ ।
13
ଅଳ୍ପ ଦିନ ଉତ୍ତାରେ ସାନ ପୁଅ ସବୁ ଏକାଠି କରି ଦୂର ଦେଶକୁ ଚାଲିଗଲା, ଆଉ ସେଠାରେ କଦାଚାରରେ ଆପଣାର ସମ୍ପତ୍ତି ଉଡ଼ାଇଦେଲା ।
14
କିନ୍ତୁ ସମସ୍ତ ଅପବ୍ୟୟ କଲା ପରେ ସେ ଦେଶରେ ମହାଦୁର୍ଭିକ୍ଷ ପଡ଼ିବାରୁ ତାହାର ଅଭାବ ହେବାକୁ ଲାଗିଲା ।
15
ସେଥିରେ ସେ ଯାଇ ସେହି ଦେଶର ଜଣେ ଲୋକଙ୍କର ଆଶ୍ରୟ ନେଲା, ଆଉ ସେ ତାହାକୁ ଘୁଷୁରି ଚରାଇବା ପାଇଁ ଆପଣା କ୍ଷେତକୁ ପଠାଇଲେ;
16
ପୁଣି, ଘୁଷୁରିମାନେ ଯେଉଁ ଶିମ ଖାଉଥିଲେ, ସେଥିରେ ସେ ଆପଣା ପେଟ ପୂରାଇବାକୁ ବାଞ୍ଛା କରୁଥିଲା, କିନ୍ତୁ କେହି ତାହାକୁ କିଛି ଦେଉ ନ ଥିଲେ ।
17
ମାତ୍ର ସେ ଚେତନା ପାଇ କହିଲା, ମୋର ବାପାଙ୍କ କେତେ ମୂଲିଆଙ୍କର ଖାଦ୍ୟ ବଳିପଡ଼ୁଅଛି, କିନ୍ତୁ ମୁଁ ଏଠାରେ ଭୋକରେ ମରୁଅଛି ।
18
ମୁଁ ଉଠି ମୋର ବାପାଙ୍କ ପାଖକୁ ଯିବି ଓ ତାଙ୍କୁ କହିବି, ବାପା, ଈଶ୍ଵରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି;
19
ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ; ମୋତେ ତୁମ୍ଭର ଜଣେ ମୂଲିଆ ପରି ରଖ ।
20
ସେଥିରେ ସେ ଉଠି ଆପଣା ପିତାଙ୍କ ନିକଟକୁ ଗଲା । କିନ୍ତୁ ସେ ଦୂରରେ ଥାଉ ଥାଉ ତାହାର ପିତା ତାହାକୁ ଦେଖି ଦୟାରେ ବିଗଳିତ ହେଲେ ଓ ଦୌଡ଼ିଯାଇ ତାହାକୁ ଆଲିଙ୍ଗନ କରି ଅତି ସ୍ନେହରେ ଚୁମ୍ଵନ ଦେଲେ ।
21
ପୁତ୍ର ତାଙ୍କୁ କହିଲା, ବାପା, ଈଶ୍ଵରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି, ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ ।
22
କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ଲୁଗା ଚଞ୍ଚଳ ଘେନିଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୁଦି ଓ ପାଦରେ ପାଦୁକା ଦିଅ,
23
ପୁଣି ହୃଷ୍ଟ ପୃଷ୍ଟ ପଶୁ ଆଣି ମାର; ଆସ, ଆମ୍ଭେମାନେ ଭୋଜନ କରି ଉତ୍ସବ କରୁ,
24
କାରଣ ମୋହର ଏହି ପୁଅ ମୃତ ହୋଇଥିଲା, ପୁନର୍ବାର ବଞ୍ଚିଲା; ହଜିଯାଇଥିଲା, ଆଉ ମିଳିଲା । ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ ।
25
ସେତେବେଳେ ତାଙ୍କ ବଡ଼ ପୁଅ କ୍ଷେତରେ ଥିଲା । ସେ ଯେତେବେଳେ ଆସି ଘର ପାଖରେ ପହଞ୍ଚିଲା, ସେତେବେଳେ ବାଦ୍ୟ ଓ ନୃତ୍ୟର ଶଦ୍ଦ ଶୁଣି,
26
ଦାସମାନଙ୍କ ମଧ୍ୟରୁ ଜଣକୁ ପାଖକୁ ଡାକି ସେହିସବୁ କଅଣ ବୋଲି ପଚାରିବାକୁ ଲାଗିଲା ।
27
ସେ ତାହାକୁ କହିଲା, ତୁମ୍ଭର ଭାଇ ଆସିଅଛନ୍ତି, ଆଉ ତୁମ୍ଭର ବାପା ତାଙ୍କୁ ସୁସ୍ଥ ଶରୀରରେ ପାଇବାରୁ ମୋଟା ପଶୁଟିଏ ମାରିଅଛନ୍ତି ।
28
ସେଥିରେ ସେ ରାଗିଯାଇ ଭିତରକୁ ଯିବା ପାଇଁ ମଙ୍ଗିଲା ନାହିଁ; କିନ୍ତୁ ତାହାର ପିତା ବାହାରକୁ ଆସି ତାହାକୁ ବହୁତ ବୁଝାଇବାକୁ ଲାଗିଲେ ।
29
ମାତ୍ର ସେ ପିତାଙ୍କୁ ଉତ୍ତର ଦେଲା, ଦେଖ, ଏତେ ବର୍ଷ ହେଲା ମୁଁ ତୁମ୍ଭର ଗୋଲାମ ପରି ଖଟିଆସିଅଛି, ପୁଣି କେବେ ହେଲେ ତୁମ୍ଭର ଆଜ୍ଞା ଲଙ୍ଘନ କରି ନାହିଁ, ତଥାପି ମୋର ବନ୍ଧୁମାନଙ୍କ ସହିତ ଉତ୍ସବ କରିବାକୁ ତୁମ୍ଭେ ମୋତେ କେବେ ହେଲେ ଛେଳିଛୁଆଟିଏ ସୁଦ୍ଧା ଦେଇ ନାହଁ;
30
କିନ୍ତୁ ତୁମ୍ଭର ଏହି ଯେଉଁ ପୁଅ ବେଶ୍ୟାମାନଙ୍କ ସହିତ ତୁମ୍ଭର ସର୍ବସ୍ଵ ଖାଇ ଉଡ଼ାଇ ଦେଇଅଛି, ଯେତେବେଳେ ସେ ଆସିଲା, ସେତେବେଳେ ତୁମ୍ଭେ ତାହା ପାଇଁ ମୋଟା ପଶୁଟି ମାରିଲ ।
31
ସେଥିରେ ସେ ତାହାକୁ କହିଲେ, ପୁଅରେ, ତୁ ତ ସବୁବେଳେ ମୋʼ ସାଙ୍ଗରେ ଅଛୁ, ଆଉ ଯାହାସବୁ ମୋହର, ସେହିସବୁ ତୋହର;
32
କିନ୍ତୁ ଏହି ଯେ ତୋହର ଭାଇଟି ମୃତ ହୋଇଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ ଥିଲା ।
ଲୂକଲିଖିତ ସୁସମାଚାର 15
1. ଆଉ, କରଗ୍ରାହୀ ଓ ପାପୀ ଲୋକସମସ୍ତେ ତାହାଙ୍କ ବାକ୍ୟ ଶ୍ରବଣ କରିବା ନିମନ୍ତେ ତାହାଙ୍କ ନିକଟକୁ ଆସୁଥିଲେ । 2. ସେଥିରେ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ବଚସା କରୁ କରୁ କହିଲେ, ଏ ଲୋକଟା ପାପୀମାନଙ୍କୁ ଗ୍ରହଣ କରେ ଓ ସେମାନଙ୍କ ସହିତ ଭୋଜନ କରେ! 3. ତହିଁରେ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ, 4. ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ, ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶ୍ଵତଙ୍କୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ? 5. ପୁଣି, ପାଇଲେ ସେ ତାହାକୁ ଆନନ୍ଦରେ କାନ୍ଧେଇ ଘରକୁ ଘେନିଆସେ, 6. ପୁଣି ଆପଣା ବନ୍ଧୁ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହେ, ମୋʼ ସାଙ୍ଗରେ ଆନନ୍ଦ କର, ଯେଣୁ ମୋହର ହଜିଯାଇଥିବା ମେଣ୍ଢାଟି ପାଇଲି । 7. ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହିପ୍ରକାରେ ଯେଉଁମାନଙ୍କର ମନ ପରିବର୍ତ୍ତନ କରିବାର ପ୍ରୟୋଜନ ନାହିଁ, ଏପରି ଅନେଶ୍ଵତ ଧାର୍ମିକ ଲୋକମାନଙ୍କ ଅପେକ୍ଷା, ଯେ ମନ ପରିବର୍ତ୍ତନ କରେ, ଏପରି ଜଣେ ପାପୀର ନିମନ୍ତେ ସ୍ଵର୍ଗରେ ଅଧିକ ଆନନ୍ଦ ହେବ । 8. ଅଥବା ଏପରି କେଉଁ ସ୍ତ୍ରୀଲୋକ ଅଛି ଯେ, ତାହାର ଯଦି ଦଶଟି ଟଙ୍କା ଥାଏ, ଆଉ ସେଥିରୁ ଗୋଟିଏ ହଜିଯାଏ, ତେବେ ସେ ଦୀପ ଜାଳି ଘର ଝାଡ଼ି ତାହା ନ ପାଇବା ପର୍ଯ୍ୟନ୍ତ ଯନିରେ ଖୋଜେ ନାହିଁ? 9. ପୁଣି, ତାହା ପାଇଲେ ସେ ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି କହେ, ମୋʼ ସାଙ୍ଗରେ ଆନନ୍ଦ କର, ଯେଣୁ ଯେଉଁ ଟଙ୍କାଟି ହଜାଇଥିଲି, ତାହା ପାଇଲି । 10. ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହିପ୍ରକାରେ ଯେ ମନ ପରିବର୍ତ୍ତନ କରେ, ଏପରି ଜଣେ ପାପୀ ନିମନ୍ତେ ଈଶ୍ଵରଙ୍କ ଦୂତମାନଙ୍କ ସମ୍ମୁଖରେ ଆନନ୍ଦ ହୁଏ । 11. ସେ ଆହୁରି କହିଲେ, ଜଣେ ବ୍ୟକ୍ତିଙ୍କର ଦୁଇଟି ପୁତ୍ର ଥିଲେ । 12. ସେମାନଙ୍କ ମଧ୍ୟରୁ ସାନ ପୁଅ ବାପାଙ୍କୁ କହିଲା, ବାପା, ସମ୍ପତ୍ତିର ଯେଉଁ ଭାଗ ମୋʼ ବାଣ୍ଟରେ ପଡ଼ୁଅଛି, ତାହା ମୋତେ ଦେଇଦିଅ । ସେଥିରେ ସେ ଆପଣାର ସର୍ବସ୍ଵ ସେମାନଙ୍କୁ ବାଣ୍ଟିଦେଲେ । 13. ଅଳ୍ପ ଦିନ ଉତ୍ତାରେ ସାନ ପୁଅ ସବୁ ଏକାଠି କରି ଦୂର ଦେଶକୁ ଚାଲିଗଲା, ଆଉ ସେଠାରେ କଦାଚାରରେ ଆପଣାର ସମ୍ପତ୍ତି ଉଡ଼ାଇଦେଲା । 14. କିନ୍ତୁ ସମସ୍ତ ଅପବ୍ୟୟ କଲା ପରେ ସେ ଦେଶରେ ମହାଦୁର୍ଭିକ୍ଷ ପଡ଼ିବାରୁ ତାହାର ଅଭାବ ହେବାକୁ ଲାଗିଲା । 15. ସେଥିରେ ସେ ଯାଇ ସେହି ଦେଶର ଜଣେ ଲୋକଙ୍କର ଆଶ୍ରୟ ନେଲା, ଆଉ ସେ ତାହାକୁ ଘୁଷୁରି ଚରାଇବା ପାଇଁ ଆପଣା କ୍ଷେତକୁ ପଠାଇଲେ; 16. ପୁଣି, ଘୁଷୁରିମାନେ ଯେଉଁ ଶିମ ଖାଉଥିଲେ, ସେଥିରେ ସେ ଆପଣା ପେଟ ପୂରାଇବାକୁ ବାଞ୍ଛା କରୁଥିଲା, କିନ୍ତୁ କେହି ତାହାକୁ କିଛି ଦେଉ ନ ଥିଲେ । 17. ମାତ୍ର ସେ ଚେତନା ପାଇ କହିଲା, ମୋର ବାପାଙ୍କ କେତେ ମୂଲିଆଙ୍କର ଖାଦ୍ୟ ବଳିପଡ଼ୁଅଛି, କିନ୍ତୁ ମୁଁ ଏଠାରେ ଭୋକରେ ମରୁଅଛି । 18. ମୁଁ ଉଠି ମୋର ବାପାଙ୍କ ପାଖକୁ ଯିବି ଓ ତାଙ୍କୁ କହିବି, ବାପା, ଈଶ୍ଵରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି; 19. ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ; ମୋତେ ତୁମ୍ଭର ଜଣେ ମୂଲିଆ ପରି ରଖ । 20. ସେଥିରେ ସେ ଉଠି ଆପଣା ପିତାଙ୍କ ନିକଟକୁ ଗଲା । କିନ୍ତୁ ସେ ଦୂରରେ ଥାଉ ଥାଉ ତାହାର ପିତା ତାହାକୁ ଦେଖି ଦୟାରେ ବିଗଳିତ ହେଲେ ଓ ଦୌଡ଼ିଯାଇ ତାହାକୁ ଆଲିଙ୍ଗନ କରି ଅତି ସ୍ନେହରେ ଚୁମ୍ଵନ ଦେଲେ । 21. ପୁତ୍ର ତାଙ୍କୁ କହିଲା, ବାପା, ଈଶ୍ଵରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି, ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ । 22. କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ଲୁଗା ଚଞ୍ଚଳ ଘେନିଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୁଦି ଓ ପାଦରେ ପାଦୁକା ଦିଅ, 23. ପୁଣି ହୃଷ୍ଟ ପୃଷ୍ଟ ପଶୁ ଆଣି ମାର; ଆସ, ଆମ୍ଭେମାନେ ଭୋଜନ କରି ଉତ୍ସବ କରୁ, 24. କାରଣ ମୋହର ଏହି ପୁଅ ମୃତ ହୋଇଥିଲା, ପୁନର୍ବାର ବଞ୍ଚିଲା; ହଜିଯାଇଥିଲା, ଆଉ ମିଳିଲା । ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ । 25. ସେତେବେଳେ ତାଙ୍କ ବଡ଼ ପୁଅ କ୍ଷେତରେ ଥିଲା । ସେ ଯେତେବେଳେ ଆସି ଘର ପାଖରେ ପହଞ୍ଚିଲା, ସେତେବେଳେ ବାଦ୍ୟ ଓ ନୃତ୍ୟର ଶଦ୍ଦ ଶୁଣି, 26. ଦାସମାନଙ୍କ ମଧ୍ୟରୁ ଜଣକୁ ପାଖକୁ ଡାକି ସେହିସବୁ କଅଣ ବୋଲି ପଚାରିବାକୁ ଲାଗିଲା । 27. ସେ ତାହାକୁ କହିଲା, ତୁମ୍ଭର ଭାଇ ଆସିଅଛନ୍ତି, ଆଉ ତୁମ୍ଭର ବାପା ତାଙ୍କୁ ସୁସ୍ଥ ଶରୀରରେ ପାଇବାରୁ ମୋଟା ପଶୁଟିଏ ମାରିଅଛନ୍ତି । 28. ସେଥିରେ ସେ ରାଗିଯାଇ ଭିତରକୁ ଯିବା ପାଇଁ ମଙ୍ଗିଲା ନାହିଁ; କିନ୍ତୁ ତାହାର ପିତା ବାହାରକୁ ଆସି ତାହାକୁ ବହୁତ ବୁଝାଇବାକୁ ଲାଗିଲେ । 29. ମାତ୍ର ସେ ପିତାଙ୍କୁ ଉତ୍ତର ଦେଲା, ଦେଖ, ଏତେ ବର୍ଷ ହେଲା ମୁଁ ତୁମ୍ଭର ଗୋଲାମ ପରି ଖଟିଆସିଅଛି, ପୁଣି କେବେ ହେଲେ ତୁମ୍ଭର ଆଜ୍ଞା ଲଙ୍ଘନ କରି ନାହିଁ, ତଥାପି ମୋର ବନ୍ଧୁମାନଙ୍କ ସହିତ ଉତ୍ସବ କରିବାକୁ ତୁମ୍ଭେ ମୋତେ କେବେ ହେଲେ ଛେଳିଛୁଆଟିଏ ସୁଦ୍ଧା ଦେଇ ନାହଁ; 30. କିନ୍ତୁ ତୁମ୍ଭର ଏହି ଯେଉଁ ପୁଅ ବେଶ୍ୟାମାନଙ୍କ ସହିତ ତୁମ୍ଭର ସର୍ବସ୍ଵ ଖାଇ ଉଡ଼ାଇ ଦେଇଅଛି, ଯେତେବେଳେ ସେ ଆସିଲା, ସେତେବେଳେ ତୁମ୍ଭେ ତାହା ପାଇଁ ମୋଟା ପଶୁଟି ମାରିଲ । 31. ସେଥିରେ ସେ ତାହାକୁ କହିଲେ, ପୁଅରେ, ତୁ ତ ସବୁବେଳେ ମୋʼ ସାଙ୍ଗରେ ଅଛୁ, ଆଉ ଯାହାସବୁ ମୋହର, ସେହିସବୁ ତୋହର; 32. କିନ୍ତୁ ଏହି ଯେ ତୋହର ଭାଇଟି ମୃତ ହୋଇଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ ଥିଲା ।
ଲୂକଲିଖିତ ସୁସମାଚାର ଅଧ୍ୟାୟ 1
ଲୂକଲିଖିତ ସୁସମାଚାର ଅଧ୍ୟାୟ 2
ଲୂକଲିଖିତ ସୁସମାଚାର ଅଧ୍ୟାୟ 3
ଲୂକଲିଖିତ ସୁସମାଚାର ଅଧ୍ୟାୟ 4
ଲୂକଲିଖିତ ସୁସମାଚାର ଅଧ୍ୟାୟ 5
ଲୂକଲିଖିତ ସୁସମାଚାର ଅଧ୍ୟାୟ 6
ଲୂକଲିଖିତ ସୁସମାଚାର ଅଧ୍ୟାୟ 7
ଲୂକଲିଖିତ ସୁସମାଚାର ଅଧ୍ୟାୟ 8
ଲୂକଲିଖିତ ସୁସମାଚାର ଅଧ୍ୟାୟ 9
ଲୂକଲିଖିତ ସୁସମାଚାର ଅଧ୍ୟାୟ 10
ଲୂକଲିଖିତ ସୁସମାଚାର ଅଧ୍ୟାୟ 11
ଲୂକଲିଖିତ ସୁସମାଚାର ଅଧ୍ୟାୟ 12
ଲୂକଲିଖିତ ସୁସମାଚାର ଅଧ୍ୟାୟ 13
ଲୂକଲିଖିତ ସୁସମାଚାର ଅଧ୍ୟାୟ 14
ଲୂକଲିଖିତ ସୁସମାଚାର ଅଧ୍ୟାୟ 15
ଲୂକଲିଖିତ ସୁସମାଚାର ଅଧ୍ୟାୟ 16
ଲୂକଲିଖିତ ସୁସମାଚାର ଅଧ୍ୟାୟ 17
ଲୂକଲିଖିତ ସୁସମାଚାର ଅଧ୍ୟାୟ 18
ଲୂକଲିଖିତ ସୁସମାଚାର ଅଧ୍ୟାୟ 19
ଲୂକଲିଖିତ ସୁସମାଚାର ଅଧ୍ୟାୟ 20
ଲୂକଲିଖିତ ସୁସମାଚାର ଅଧ୍ୟାୟ 21
ଲୂକଲିଖିତ ସୁସମାଚାର ଅଧ୍ୟାୟ 22
ଲୂକଲିଖିତ ସୁସମାଚାର ଅଧ୍ୟାୟ 23
ଲୂକଲିଖିତ ସୁସମାଚାର ଅଧ୍ୟାୟ 24
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References