ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ପ୍ରଥମ ବଂଶାବଳୀ

ପ୍ରଥମ ବଂଶାବଳୀ ଅଧ୍ୟାୟ 13

1 ଏଥିଉତ୍ତାରେ ଦାଉଦ ସହସ୍ରପତିମାନଙ୍କର, ଶତପତିମାନଙ୍କର ଓ ସମସ୍ତ ଅଧ୍ୟକ୍ଷଙ୍କ ସହିତ ମନ୍ତ୍ରଣା କଲେ । 2 ଆଉ ଦାଉଦ ଇସ୍ରାଏଲର ସମଗ୍ର ସମାଜକୁ କହିଲେ, ଯେବେ ତୁମ୍ଭମାନଙ୍କୁ ଉତ୍ତମ ଦେଖାଯାଏ ଓ ଯେବେ ତାହା ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଆଡ଼ୁ ହୁଏ, ତେବେ ଇସ୍ରାଏଲର ସମୁଦାୟ ପ୍ରଦେଶରେ ଆମ୍ଭମାନଙ୍କ ଅବଶିଷ୍ଟ ଭ୍ରାତୃଗଣ ଓ ସେମାନଙ୍କ ସଙ୍ଗେ ଆପଣା ଆପଣା ତଳିଭୂମିବିଶିଷ୍ଟ ନଗରରେ ବାସକାରୀ ଯାଜକମାନେ ଓ ଲେବୀୟମାନେ ଯେପରି ଆମ୍ଭମାନଙ୍କ ନିକଟରେ ଏକତ୍ରିତ ହୁଅନ୍ତି, ଏନିମନ୍ତେ ଆସ, ଆମ୍ଭେମାନେ ସର୍ବତ୍ର ସେମାନଙ୍କ ନିକଟକୁ ଲୋକ ପଠାଉ । 3 ପୁଣି ଆମ୍ଭମାନଙ୍କ ପରମେଶ୍ଵରଙ୍କ ସିନ୍ଦୁକ ପୁନର୍ବାର ଆମ୍ଭମାନଙ୍କ ନିକଟକୁ ଆଣୁ; କାରଣ ଶାଉଲଙ୍କ ସମୟରେ ଆମ୍ଭେମାନେ ତହିଁର ଅନ୍ଵେଷଣ କରିନାହୁଁ। 4 ତହିଁରେ ସମଗ୍ର ସମାଜ ସେପରି କରିବେ ବୋଲି କହିଲେ; କାରଣ ସକଳ ଲୋକଙ୍କ ଦୃଷ୍ଟିରେ ତାହା ଯଥାର୍ଥ ବୋଧ ହେଲା । 5 ତହୁଁ କିରୀୟତ୍-ଯୀୟାରୀମରୁ ପରମେଶ୍ଵରଙ୍କ ସିନ୍ଦୁକ ଆଣିବା ନିମନ୍ତେ ଦାଉଦ ମିସରର ଶୀୟୋର ନଦୀଠାରୁ ହମାତର ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲକୁ ଏକତ୍ର କଲେ । 6 ଆଉ କିରୂବଗଣ ମଧ୍ୟରେ ଉପବିଷ୍ଟ ସଦାପ୍ରଭୁଙ୍କ ନାମରେ ଖ୍ୟାତ ପରମେଶ୍ଵରଙ୍କ ସିନ୍ଦୁକକୁ ଯିହୁଦାର ଅଧିକାରସ୍ଥ ବାଲାରୁ, ଅର୍ଥାତ୍, କିରୀୟତ୍-ଯୀୟାରୀମରୁ ଆଣିବା ପାଇଁ ଦାଉଦ ଓ ସମଗ୍ର ଇସ୍ରାଏଲ ସେସ୍ଥାନକୁ ଗଲେ । 7 ପୁଣି ସେମାନେ ଗୋଟିଏ ନୂତନ ଶକଟରେ ପରମେଶ୍ଵରଙ୍କ ସିନ୍ଦୁକକୁ ଅବୀନାଦବର ଗୃହରୁ ବାହାର କରି ବହି ଆଣିଲେ; ଆଉ ଉଷ ଓ ଅହୀୟୋ ଶକଟ ଚଳାଇଲେ । 8 ପୁଣି ଦାଉଦ ଓ ସମଗ୍ର ଇସ୍ରାଏଲ ପରମେଶ୍ଵରଙ୍କ ସାକ୍ଷାତରେ ସମସ୍ତ ଶକ୍ତି ସହିତ ଗାୟନ କରି ବୀଣା ଓ ନେବଲ ଓ ଦାରା ଓ କରତାଳ ଓ ତୂରୀ ବଜାଇଲେ । 9 ଆଉ ସେମାନେ କୀଦୋନ୍ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ସିନ୍ଦୁକ ଧରିଲା । 10 ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା ଓ ସିନ୍ଦୁକ ପ୍ରତି ହସ୍ତ ବିସ୍ତାର କରିବା ହେତୁରୁ ସେ ତାହାକୁ ଆଘାତ କଲେ; ତହୁଁ ସେ ସେଠାରେ ପରମେଶ୍ଵରଙ୍କ ସାକ୍ଷାତରେ ମଲା । 11 ପୁଣି ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ; ଏଣୁ ସେ ସେହି ସ୍ଥାନର ନାମ ପେରସ-ଉଷ ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି । 12 ଆଉ ଦାଉଦ ସେହି ଦିନ ପରମେଶ୍ଵରଙ୍କ ବିଷୟରେ ଭୟ ପାଇ କହିଲେ, ମୁଁ କିରୂପେ ପରମେଶ୍ଵରଙ୍କ ସିନ୍ଦୁକ ମୋʼ କତିକି ଗୃହକୁ ଆଣିବି? 13 ତହୁଁ ଦାଉଦ ଦାଉଦ-ନଗରକୁ ଆପଣା କତିକି ସିନ୍ଦୁକ ଆଣିଲେ ନାହିଁ, ମାତ୍ର ତାହା ନେଇ ପଥପାର୍ଶ୍ଵସ୍ଥ ଗାଥୀୟ ଓବେଦ୍-ଇଦୋମର ଗୃହରେ ରଖିଲେ । 14 ତହିଁରେ ପରମେଶ୍ଵରଙ୍କ ସିନ୍ଦୁକ ଓବେଦ୍-ଇଦୋମର ପରିବାର ସହିତ ତାହାର ଗୃହରେ ତିନି ମାସ ରହିଲା; ପୁଣି ସଦାପ୍ରଭୁ ଓବେଦ୍-ଇଦୋମର ଗୃହକୁ ଓ ତାହାର ସର୍ବସ୍ଵକୁ ଆଶୀର୍ବାଦ କଲେ ।
1 ଏଥିଉତ୍ତାରେ ଦାଉଦ ସହସ୍ରପତିମାନଙ୍କର, ଶତପତିମାନଙ୍କର ଓ ସମସ୍ତ ଅଧ୍ୟକ୍ଷଙ୍କ ସହିତ ମନ୍ତ୍ରଣା କଲେ । .::. 2 ଆଉ ଦାଉଦ ଇସ୍ରାଏଲର ସମଗ୍ର ସମାଜକୁ କହିଲେ, ଯେବେ ତୁମ୍ଭମାନଙ୍କୁ ଉତ୍ତମ ଦେଖାଯାଏ ଓ ଯେବେ ତାହା ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଆଡ଼ୁ ହୁଏ, ତେବେ ଇସ୍ରାଏଲର ସମୁଦାୟ ପ୍ରଦେଶରେ ଆମ୍ଭମାନଙ୍କ ଅବଶିଷ୍ଟ ଭ୍ରାତୃଗଣ ଓ ସେମାନଙ୍କ ସଙ୍ଗେ ଆପଣା ଆପଣା ତଳିଭୂମିବିଶିଷ୍ଟ ନଗରରେ ବାସକାରୀ ଯାଜକମାନେ ଓ ଲେବୀୟମାନେ ଯେପରି ଆମ୍ଭମାନଙ୍କ ନିକଟରେ ଏକତ୍ରିତ ହୁଅନ୍ତି, ଏନିମନ୍ତେ ଆସ, ଆମ୍ଭେମାନେ ସର୍ବତ୍ର ସେମାନଙ୍କ ନିକଟକୁ ଲୋକ ପଠାଉ । .::. 3 ପୁଣି ଆମ୍ଭମାନଙ୍କ ପରମେଶ୍ଵରଙ୍କ ସିନ୍ଦୁକ ପୁନର୍ବାର ଆମ୍ଭମାନଙ୍କ ନିକଟକୁ ଆଣୁ; କାରଣ ଶାଉଲଙ୍କ ସମୟରେ ଆମ୍ଭେମାନେ ତହିଁର ଅନ୍ଵେଷଣ କରିନାହୁଁ। .::. 4 ତହିଁରେ ସମଗ୍ର ସମାଜ ସେପରି କରିବେ ବୋଲି କହିଲେ; କାରଣ ସକଳ ଲୋକଙ୍କ ଦୃଷ୍ଟିରେ ତାହା ଯଥାର୍ଥ ବୋଧ ହେଲା । .::. 5 ତହୁଁ କିରୀୟତ୍-ଯୀୟାରୀମରୁ ପରମେଶ୍ଵରଙ୍କ ସିନ୍ଦୁକ ଆଣିବା ନିମନ୍ତେ ଦାଉଦ ମିସରର ଶୀୟୋର ନଦୀଠାରୁ ହମାତର ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲକୁ ଏକତ୍ର କଲେ । .::. 6 ଆଉ କିରୂବଗଣ ମଧ୍ୟରେ ଉପବିଷ୍ଟ ସଦାପ୍ରଭୁଙ୍କ ନାମରେ ଖ୍ୟାତ ପରମେଶ୍ଵରଙ୍କ ସିନ୍ଦୁକକୁ ଯିହୁଦାର ଅଧିକାରସ୍ଥ ବାଲାରୁ, ଅର୍ଥାତ୍, କିରୀୟତ୍-ଯୀୟାରୀମରୁ ଆଣିବା ପାଇଁ ଦାଉଦ ଓ ସମଗ୍ର ଇସ୍ରାଏଲ ସେସ୍ଥାନକୁ ଗଲେ । .::. 7 ପୁଣି ସେମାନେ ଗୋଟିଏ ନୂତନ ଶକଟରେ ପରମେଶ୍ଵରଙ୍କ ସିନ୍ଦୁକକୁ ଅବୀନାଦବର ଗୃହରୁ ବାହାର କରି ବହି ଆଣିଲେ; ଆଉ ଉଷ ଓ ଅହୀୟୋ ଶକଟ ଚଳାଇଲେ । .::. 8 ପୁଣି ଦାଉଦ ଓ ସମଗ୍ର ଇସ୍ରାଏଲ ପରମେଶ୍ଵରଙ୍କ ସାକ୍ଷାତରେ ସମସ୍ତ ଶକ୍ତି ସହିତ ଗାୟନ କରି ବୀଣା ଓ ନେବଲ ଓ ଦାରା ଓ କରତାଳ ଓ ତୂରୀ ବଜାଇଲେ । .::. 9 ଆଉ ସେମାନେ କୀଦୋନ୍ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ସିନ୍ଦୁକ ଧରିଲା । .::. 10 ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା ଓ ସିନ୍ଦୁକ ପ୍ରତି ହସ୍ତ ବିସ୍ତାର କରିବା ହେତୁରୁ ସେ ତାହାକୁ ଆଘାତ କଲେ; ତହୁଁ ସେ ସେଠାରେ ପରମେଶ୍ଵରଙ୍କ ସାକ୍ଷାତରେ ମଲା । .::. 11 ପୁଣି ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ; ଏଣୁ ସେ ସେହି ସ୍ଥାନର ନାମ ପେରସ-ଉଷ ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି । .::. 12 ଆଉ ଦାଉଦ ସେହି ଦିନ ପରମେଶ୍ଵରଙ୍କ ବିଷୟରେ ଭୟ ପାଇ କହିଲେ, ମୁଁ କିରୂପେ ପରମେଶ୍ଵରଙ୍କ ସିନ୍ଦୁକ ମୋʼ କତିକି ଗୃହକୁ ଆଣିବି? .::. 13 ତହୁଁ ଦାଉଦ ଦାଉଦ-ନଗରକୁ ଆପଣା କତିକି ସିନ୍ଦୁକ ଆଣିଲେ ନାହିଁ, ମାତ୍ର ତାହା ନେଇ ପଥପାର୍ଶ୍ଵସ୍ଥ ଗାଥୀୟ ଓବେଦ୍-ଇଦୋମର ଗୃହରେ ରଖିଲେ । .::. 14 ତହିଁରେ ପରମେଶ୍ଵରଙ୍କ ସିନ୍ଦୁକ ଓବେଦ୍-ଇଦୋମର ପରିବାର ସହିତ ତାହାର ଗୃହରେ ତିନି ମାସ ରହିଲା; ପୁଣି ସଦାପ୍ରଭୁ ଓବେଦ୍-ଇଦୋମର ଗୃହକୁ ଓ ତାହାର ସର୍ବସ୍ଵକୁ ଆଶୀର୍ବାଦ କଲେ । .::.
  • ପ୍ରଥମ ବଂଶାବଳୀ ଅଧ୍ୟାୟ 1  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 2  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 3  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 4  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 5  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 6  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 7  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 8  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 9  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 10  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 11  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 12  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 13  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 14  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 15  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 16  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 17  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 18  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 19  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 20  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 21  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 22  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 23  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 24  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 25  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 26  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 27  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 28  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 29  
×

Alert

×

Oriya Letters Keypad References