ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ପ୍ରଥମ ବଂଶାବଳୀ

ପ୍ରଥମ ବଂଶାବଳୀ ଅଧ୍ୟାୟ 21

1 ଅନନ୍ତର ଶୟତାନ ଇସ୍ରାଏଲ ପ୍ରତିକୂଳରେ ଠିଆ ହୋଇ ଇସ୍ରାଏଲକୁ ଗଣନା କରିବା ପାଇଁ ଦାଉଦଙ୍କୁ ପ୍ରବର୍ତ୍ତାଇଲା । 2 ତହିଁରେ ଦାଉଦ ଯୋୟାବକୁ ଓ ଲୋକମାନଙ୍କ ଅଧିପତିମାନଙ୍କୁ କହିଲେ, ଯାଅ, ବେର୍ଶେବାଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲକୁ ଗଣନା କରି ମୋʼ ନିକଟକୁ ସମ୍ଵାଦ ଆଣ, ତହିଁରେ ମୁଁ ସେମାନଙ୍କର ସଂଖ୍ୟା ଜାଣିବି। 3 ଏଥିରେ ଯୋୟାବ କହିଲା, ଏବେ ଯେତେ ଅଛନ୍ତି, ସଦାପ୍ରଭୁ ତହିଁର ଶତଗୁଣ ଅଧିକ ଆପଣା ଲୋକଙ୍କୁ ବୃଦ୍ଧି କରନ୍ତୁ; ମାତ୍ର ହେ ମୋʼ ପ୍ରଭୁ ମହାରାଜ, ସେସମସ୍ତେ କʼଣ ମୋʼ ପ୍ରଭୁଙ୍କର ଦାସ ନୁହନ୍ତି? କାହିଁକି ମୋʼ ପ୍ରଭୁ ଏହା କରିବାକୁ ଚାହୁଁ ଅଛନ୍ତି? କାହିଁକି ସେ ଇସ୍ରାଏଲର ଅପରାଧର କାରଣ ହେବେ? 4 ତଥାପି ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ପ୍ରବଳ ହେଲା । ଏହେତୁ ଯୋୟାବ ପ୍ରସ୍ଥାନ କରି ସମୁଦାୟ ଇସ୍ରାଏଲ ମଧ୍ୟରେ ଭ୍ରମଣ କରି ଯିରୂଶାଲମରେ ଉପସ୍ଥିତ ହେଲା । 5 ପୁଣି ଯୋୟାବ ଦାଉଦଙ୍କ ନିକଟରେ ଗଣିତ ଲୋକମାନଙ୍କର ସଂଖ୍ୟା ସମର୍ପଣ କଲା । ତହିଁରେ ସମସ୍ତ ଇସ୍ରାଏଲର ଏଗାର ଲକ୍ଷ ଖଡ଼୍‍ଗଧାରୀ ଲୋକ ଓ ଯିହୁଦାର ଚାରି ଲକ୍ଷ ସତୁରି ହଜାର ଖଡ଼୍‍ଗଧାରୀ ଲୋକ ଥିଲେ । 6 ମାତ୍ର ସେ ସେମାନଙ୍କ ମଧ୍ୟରେ ଲେବୀ ଓ ବିନ୍ୟାମୀନ୍-ଲୋକମାନଙ୍କୁ ଗଣନା କଲା ନାହିଁ; କାରଣ ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ଘୃଣାଯୋଗ୍ୟ ଥିଲା । 7 ଆଉ ପରମେଶ୍ଵର ଏହି କାର୍ଯ୍ୟରେ ଅସନ୍ତୁଷ୍ଟ ହେଲେ; ଏହେତୁ ସେ ଇସ୍ରାଏଲକୁ ଆଘାତ କଲେ । 8 ତହୁଁ ଦାଉଦ ପରମେଶ୍ଵରଙ୍କୁ କହିଲେ, ଏହି କର୍ମ କରିବାରେ ମୁଁ ମହାପାପ କରିଅଛି; ମାତ୍ର ଏବେ ମୁଁ ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ ମୁଁ ଅତି ମୂର୍ଖର କର୍ମ କରିଅଛି । 9 ଏଥିରେ ସଦାପ୍ରଭୁ ଦାଉଦଙ୍କର ଦର୍ଶକ ଗାଦ୍କୁ କହିଲେ, 10 ଯାଅ, ଦାଉଦକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ । 11 ତହିଁରେ ଗାଦ୍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଯାହା ତୁମ୍ଭର ଇଚ୍ଛା, ତାହା ଗ୍ରହଣ କର; 12 ତିନି ବର୍ଷ ଦୁର୍ଭିକ୍ଷ ହେବ; ଅବା ତୁମ୍ଭେ ଆପଣା ବିପକ୍ଷମାନଙ୍କ ସମ୍ମୁଖରେ ତିନି ମାସ ପର୍ଯ୍ୟନ୍ତ କ୍ଷୀଣ ହୁଅନ୍ତେ, ତୁମ୍ଭ ଶତ୍ରୁମାନଙ୍କ ଖଡ଼୍‍ଗ ତୁମ୍ଭକୁ ଧରିବ; କିଅବା ତିନି ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଖଡ଼୍‍ଗ ଭ୍ରମଣ କରିବ, ଅର୍ଥାତ୍, ଦେଶରେ ମହାମାରୀ ହେବ ଓ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସଦାପ୍ରଭୁଙ୍କ ଦୂତ ବିନାଶ କରିବ । ମୋʼ ପ୍ରେରଣକର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ଏବେ ବିବେଚନା କର । 13 ତହିଁରେ ଦାଉଦ ଗାଦ୍କୁ କହିଲେ, ମୁଁ ବଡ଼ ଅକଳରେ ପଡ଼ିଲି; ମୁଁ ସଦାପ୍ରଭୁଙ୍କ ହସ୍ତରେ ପଡ଼େ, କାରଣ ତାହାଙ୍କର ଦୟା ଅତି ପ୍ରଚୁର; ମାତ୍ର ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ । 14 ତହୁଁ ସଦାପ୍ରଭୁ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଇସ୍ରାଏଲ ମଧ୍ୟରୁ ସତୁରି ହଜାର ଲୋକ ମାରା ପଡ଼ିଲେ । 15 ଏଉତ୍ତାରେ ପରମେଶ୍ଵର ଯିରୂଶାଲମ ବିନାଶ କରିବା ପାଇଁ ସେଠାକୁ ଦୂତ ପଠାଇଲେ; ଆଉ ସେ ବିନାଶ କରିବାକୁ ଉଦ୍ୟତ ହେବା ସମୟରେ ସଦାପ୍ରଭୁ ଦୃଷ୍ଟିପାତ କଲେ ଓ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର । ତେବେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଠିଆ ହେଲା । 16 ତହୁଁ ଦାଉଦ ଅନାଇ ସଦାପ୍ରଭୁଙ୍କ ଦୂତକୁ ପୃଥିବୀ ଓ ଆକାଶ ମଧ୍ୟରେ ଠିଆ ହୋଇ ଆପଣା ହସ୍ତରେ ନିଷ୍କୋଷ ଖଡ଼୍‍ଗ ଯିରୂଶାଲମ ଉପରେ ପ୍ରସାରିତ କରିଥିବାର ଦେଖିଲେ । ସେତେବେଳେ ଅଖାବସ୍ତ୍ର ପରିହିତ ଦାଉଦ ଓ ପ୍ରାଚୀନମାନେ ମୁହଁ ମାଡ଼ି ପଡ଼ିଲେ । 17 ପୁଣି ଦାଉଦ ପରମେଶ୍ଵରଙ୍କୁ କହିଲେ, ଲୋକ ଗଣନା କରିବାକୁ ଯେ ଆଜ୍ଞା ଦେଲା, ସେ କʼଣ ମୁଁ ନୁହେଁ? ମୁଁ ସିନା ପାପ କରିଅଛି ଓ ଅତି ଦୁଷ୍କର୍ମ କରିଅଛି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ହେ ସଦାପ୍ରଭୁ ଆମ୍ଭ ପରମେଶ୍ଵର, ତୁମ୍ଭ ହସ୍ତ ମୋʼ ପ୍ରତିକୂଳରେ ଓ ମୋʼ ପିତୃଗୃହ ପ୍ରତିକୂଳରେ ହେଉ, ମାତ୍ର ତୁମ୍ଭର ଲୋକମାନଙ୍କୁ ପ୍ରହାର କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ନ ହେଉ । 18 ସେତେବେଳେ ସଦାପ୍ରଭୁଙ୍କ ଦୂତ ଦାଉଦଙ୍କୁ କହିବା ପାଇଁ ଗାଦ୍କୁ ଆଜ୍ଞା କଲେ ଯେ, ଦାଉଦ ଯାଇ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କରୁ । 19 ତହୁଁ ସଦାପ୍ରଭୁଙ୍କ ନାମରେ କଥିତ ଗାଦ୍ର ବାକ୍ୟାନୁସାରେ ଦାଉଦ ଗଲେ । 20 ସେତେବେଳେ ଅରଣନ ଗହମ ମଳୁଥିଲା; ପୁଣି ସେ ମୁଖ ଫେରାଇ ଦୂତଙ୍କୁ ଦେଖିଲା; ତହୁଁ ତାହାର ସଙ୍ଗେ ଥିବା ଚାରି ପୁତ୍ର ଲୁଚିଲେ । 21 ଆଉ ଦାଉଦ ଅରଣନ ନିକଟକୁ ଆସୁ ଆସୁ ଅରଣନ ଅନାଇ ଦାଉଦଙ୍କୁ ଦେଖନ୍ତେ, ଶସ୍ୟମର୍ଦ୍ଦନ ସ୍ଥାନରୁ ବାହାରି ଆସି ଦାଉଦଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା । 22 ତେବେ ଦାଉଦ ଅରଣନକୁ କହିଲେ, ମୋତେ ଏହି ଶସ୍ୟମର୍ଦ୍ଦନ ସ୍ଥାନ ଦିଅ, ମୁଁ ତହିଁରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବି; ସମ୍ପୂର୍ଣ୍ଣ ମୂଲ୍ୟ ନେଇ ତାହା ମୋତେ ଦିଅ; ତହିଁରେ ଲୋକମାନଙ୍କ ମଧ୍ୟରୁ ମହାମାରୀ ନିବୃତ୍ତ ହେବ । 23 ତହୁଁ ଅରଣନ ଦାଉଦଙ୍କୁ କହିଲା, ନେଉନ୍ତୁ ଓ ମୋʼ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା କରନ୍ତୁ; ଦେଖନ୍ତୁ, ମୁଁ ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ-ଯନ୍ତ୍ର ଓ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଏହି ଗହମ ଦେଉଅଛି; ମୁଁ ସବୁ ଦେଉଅଛି । 24 ଏଥିରେ ଦାଉଦ ରାଜା ଅରଣନକୁ କହିଲେ, ନା; ମାତ୍ର ମୁଁ ଅବଶ୍ୟ ପୂର୍ଣ୍ଣ ମୂଲ୍ୟ ଦେଇ ତାହା କିଣିବି; କାରଣ ଯାହା ତୁମ୍ଭର, ତାହା ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନେବି ନାହିଁ, କିଅବା ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ । 25 ତହୁଁ ଦାଉଦ ସେହି ସ୍ଥାନ ନିମନ୍ତେ ଛଅ ଶହ ଶେକଲ ସୁନା ତୌଲ କରି ଅରଣନକୁ ଦେଲେ । 26 ପୁଣି ଦାଉଦ ସେସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ, ଆଉ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସେ ହୋମବଳିର ବେଦି ଉପରେ ଅଗ୍ନି ଦ୍ଵାରା ଆକାଶରୁ ତାଙ୍କୁ ଉତ୍ତର ଦେଲେ । 27 ପୁଣି ସଦାପ୍ରଭୁ ଦୂତଙ୍କୁ ଆଜ୍ଞା କଲେ; ତହିଁରେ ସେ ଆପଣା ଖଡ଼୍‍ଗ ପୁନର୍ବାର ତହିଁର କୋଷରେ ରଖିଲା । 28 ସେତେବେଳେ ସଦାପ୍ରଭୁ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ଉତ୍ତର ଦେବାର ଦେଖି ଦାଉଦ ସେହି ସ୍ଥାନରେ ବଳିଦାନ କଲେ । 29 କାରଣ ପ୍ରାନ୍ତରରେ ମୋଶାନିର୍ମିତ ସଦାପ୍ରଭୁଙ୍କ ଆବାସ ଓ ହୋମବଳିର ବେଦି ସେସମୟରେ ଗିବୀୟୋନସ୍ଥ ଉଚ୍ଚସ୍ଥଳୀରେ ଥିଲା। 30 ମାତ୍ର ଦାଉଦ ପରମେଶ୍ଵରଙ୍କୁ ପଚାରିବା ପାଇଁ ତହିଁ ସମ୍ମୁଖକୁ ଯାଇ ପାରିଲେ ନାହିଁ; କାରଣ ସେ ସଦାପ୍ରଭୁଙ୍କ ଦୂତର ଖଡ଼୍‍ଗ ସକାଶୁ ଭୀତ ହୋଇଥିଲେ ।
1 ଅନନ୍ତର ଶୟତାନ ଇସ୍ରାଏଲ ପ୍ରତିକୂଳରେ ଠିଆ ହୋଇ ଇସ୍ରାଏଲକୁ ଗଣନା କରିବା ପାଇଁ ଦାଉଦଙ୍କୁ ପ୍ରବର୍ତ୍ତାଇଲା । .::. 2 ତହିଁରେ ଦାଉଦ ଯୋୟାବକୁ ଓ ଲୋକମାନଙ୍କ ଅଧିପତିମାନଙ୍କୁ କହିଲେ, ଯାଅ, ବେର୍ଶେବାଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲକୁ ଗଣନା କରି ମୋʼ ନିକଟକୁ ସମ୍ଵାଦ ଆଣ, ତହିଁରେ ମୁଁ ସେମାନଙ୍କର ସଂଖ୍ୟା ଜାଣିବି। .::. 3 ଏଥିରେ ଯୋୟାବ କହିଲା, ଏବେ ଯେତେ ଅଛନ୍ତି, ସଦାପ୍ରଭୁ ତହିଁର ଶତଗୁଣ ଅଧିକ ଆପଣା ଲୋକଙ୍କୁ ବୃଦ୍ଧି କରନ୍ତୁ; ମାତ୍ର ହେ ମୋʼ ପ୍ରଭୁ ମହାରାଜ, ସେସମସ୍ତେ କʼଣ ମୋʼ ପ୍ରଭୁଙ୍କର ଦାସ ନୁହନ୍ତି? କାହିଁକି ମୋʼ ପ୍ରଭୁ ଏହା କରିବାକୁ ଚାହୁଁ ଅଛନ୍ତି? କାହିଁକି ସେ ଇସ୍ରାଏଲର ଅପରାଧର କାରଣ ହେବେ? .::. 4 ତଥାପି ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ପ୍ରବଳ ହେଲା । ଏହେତୁ ଯୋୟାବ ପ୍ରସ୍ଥାନ କରି ସମୁଦାୟ ଇସ୍ରାଏଲ ମଧ୍ୟରେ ଭ୍ରମଣ କରି ଯିରୂଶାଲମରେ ଉପସ୍ଥିତ ହେଲା । .::. 5 ପୁଣି ଯୋୟାବ ଦାଉଦଙ୍କ ନିକଟରେ ଗଣିତ ଲୋକମାନଙ୍କର ସଂଖ୍ୟା ସମର୍ପଣ କଲା । ତହିଁରେ ସମସ୍ତ ଇସ୍ରାଏଲର ଏଗାର ଲକ୍ଷ ଖଡ଼୍‍ଗଧାରୀ ଲୋକ ଓ ଯିହୁଦାର ଚାରି ଲକ୍ଷ ସତୁରି ହଜାର ଖଡ଼୍‍ଗଧାରୀ ଲୋକ ଥିଲେ । .::. 6 ମାତ୍ର ସେ ସେମାନଙ୍କ ମଧ୍ୟରେ ଲେବୀ ଓ ବିନ୍ୟାମୀନ୍-ଲୋକମାନଙ୍କୁ ଗଣନା କଲା ନାହିଁ; କାରଣ ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ଘୃଣାଯୋଗ୍ୟ ଥିଲା । .::. 7 ଆଉ ପରମେଶ୍ଵର ଏହି କାର୍ଯ୍ୟରେ ଅସନ୍ତୁଷ୍ଟ ହେଲେ; ଏହେତୁ ସେ ଇସ୍ରାଏଲକୁ ଆଘାତ କଲେ । .::. 8 ତହୁଁ ଦାଉଦ ପରମେଶ୍ଵରଙ୍କୁ କହିଲେ, ଏହି କର୍ମ କରିବାରେ ମୁଁ ମହାପାପ କରିଅଛି; ମାତ୍ର ଏବେ ମୁଁ ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ ମୁଁ ଅତି ମୂର୍ଖର କର୍ମ କରିଅଛି । .::. 9 ଏଥିରେ ସଦାପ୍ରଭୁ ଦାଉଦଙ୍କର ଦର୍ଶକ ଗାଦ୍କୁ କହିଲେ, .::. 10 ଯାଅ, ଦାଉଦକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ । .::. 11 ତହିଁରେ ଗାଦ୍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଯାହା ତୁମ୍ଭର ଇଚ୍ଛା, ତାହା ଗ୍ରହଣ କର; .::. 12 ତିନି ବର୍ଷ ଦୁର୍ଭିକ୍ଷ ହେବ; ଅବା ତୁମ୍ଭେ ଆପଣା ବିପକ୍ଷମାନଙ୍କ ସମ୍ମୁଖରେ ତିନି ମାସ ପର୍ଯ୍ୟନ୍ତ କ୍ଷୀଣ ହୁଅନ୍ତେ, ତୁମ୍ଭ ଶତ୍ରୁମାନଙ୍କ ଖଡ଼୍‍ଗ ତୁମ୍ଭକୁ ଧରିବ; କିଅବା ତିନି ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଖଡ଼୍‍ଗ ଭ୍ରମଣ କରିବ, ଅର୍ଥାତ୍, ଦେଶରେ ମହାମାରୀ ହେବ ଓ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସଦାପ୍ରଭୁଙ୍କ ଦୂତ ବିନାଶ କରିବ । ମୋʼ ପ୍ରେରଣକର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ଏବେ ବିବେଚନା କର । .::. 13 ତହିଁରେ ଦାଉଦ ଗାଦ୍କୁ କହିଲେ, ମୁଁ ବଡ଼ ଅକଳରେ ପଡ଼ିଲି; ମୁଁ ସଦାପ୍ରଭୁଙ୍କ ହସ୍ତରେ ପଡ଼େ, କାରଣ ତାହାଙ୍କର ଦୟା ଅତି ପ୍ରଚୁର; ମାତ୍ର ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ । .::. 14 ତହୁଁ ସଦାପ୍ରଭୁ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଇସ୍ରାଏଲ ମଧ୍ୟରୁ ସତୁରି ହଜାର ଲୋକ ମାରା ପଡ଼ିଲେ । .::. 15 ଏଉତ୍ତାରେ ପରମେଶ୍ଵର ଯିରୂଶାଲମ ବିନାଶ କରିବା ପାଇଁ ସେଠାକୁ ଦୂତ ପଠାଇଲେ; ଆଉ ସେ ବିନାଶ କରିବାକୁ ଉଦ୍ୟତ ହେବା ସମୟରେ ସଦାପ୍ରଭୁ ଦୃଷ୍ଟିପାତ କଲେ ଓ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର । ତେବେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଠିଆ ହେଲା । .::. 16 ତହୁଁ ଦାଉଦ ଅନାଇ ସଦାପ୍ରଭୁଙ୍କ ଦୂତକୁ ପୃଥିବୀ ଓ ଆକାଶ ମଧ୍ୟରେ ଠିଆ ହୋଇ ଆପଣା ହସ୍ତରେ ନିଷ୍କୋଷ ଖଡ଼୍‍ଗ ଯିରୂଶାଲମ ଉପରେ ପ୍ରସାରିତ କରିଥିବାର ଦେଖିଲେ । ସେତେବେଳେ ଅଖାବସ୍ତ୍ର ପରିହିତ ଦାଉଦ ଓ ପ୍ରାଚୀନମାନେ ମୁହଁ ମାଡ଼ି ପଡ଼ିଲେ । .::. 17 ପୁଣି ଦାଉଦ ପରମେଶ୍ଵରଙ୍କୁ କହିଲେ, ଲୋକ ଗଣନା କରିବାକୁ ଯେ ଆଜ୍ଞା ଦେଲା, ସେ କʼଣ ମୁଁ ନୁହେଁ? ମୁଁ ସିନା ପାପ କରିଅଛି ଓ ଅତି ଦୁଷ୍କର୍ମ କରିଅଛି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ହେ ସଦାପ୍ରଭୁ ଆମ୍ଭ ପରମେଶ୍ଵର, ତୁମ୍ଭ ହସ୍ତ ମୋʼ ପ୍ରତିକୂଳରେ ଓ ମୋʼ ପିତୃଗୃହ ପ୍ରତିକୂଳରେ ହେଉ, ମାତ୍ର ତୁମ୍ଭର ଲୋକମାନଙ୍କୁ ପ୍ରହାର କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ନ ହେଉ । .::. 18 ସେତେବେଳେ ସଦାପ୍ରଭୁଙ୍କ ଦୂତ ଦାଉଦଙ୍କୁ କହିବା ପାଇଁ ଗାଦ୍କୁ ଆଜ୍ଞା କଲେ ଯେ, ଦାଉଦ ଯାଇ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କରୁ । .::. 19 ତହୁଁ ସଦାପ୍ରଭୁଙ୍କ ନାମରେ କଥିତ ଗାଦ୍ର ବାକ୍ୟାନୁସାରେ ଦାଉଦ ଗଲେ । .::. 20 ସେତେବେଳେ ଅରଣନ ଗହମ ମଳୁଥିଲା; ପୁଣି ସେ ମୁଖ ଫେରାଇ ଦୂତଙ୍କୁ ଦେଖିଲା; ତହୁଁ ତାହାର ସଙ୍ଗେ ଥିବା ଚାରି ପୁତ୍ର ଲୁଚିଲେ । .::. 21 ଆଉ ଦାଉଦ ଅରଣନ ନିକଟକୁ ଆସୁ ଆସୁ ଅରଣନ ଅନାଇ ଦାଉଦଙ୍କୁ ଦେଖନ୍ତେ, ଶସ୍ୟମର୍ଦ୍ଦନ ସ୍ଥାନରୁ ବାହାରି ଆସି ଦାଉଦଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା । .::. 22 ତେବେ ଦାଉଦ ଅରଣନକୁ କହିଲେ, ମୋତେ ଏହି ଶସ୍ୟମର୍ଦ୍ଦନ ସ୍ଥାନ ଦିଅ, ମୁଁ ତହିଁରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବି; ସମ୍ପୂର୍ଣ୍ଣ ମୂଲ୍ୟ ନେଇ ତାହା ମୋତେ ଦିଅ; ତହିଁରେ ଲୋକମାନଙ୍କ ମଧ୍ୟରୁ ମହାମାରୀ ନିବୃତ୍ତ ହେବ । .::. 23 ତହୁଁ ଅରଣନ ଦାଉଦଙ୍କୁ କହିଲା, ନେଉନ୍ତୁ ଓ ମୋʼ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା କରନ୍ତୁ; ଦେଖନ୍ତୁ, ମୁଁ ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ-ଯନ୍ତ୍ର ଓ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଏହି ଗହମ ଦେଉଅଛି; ମୁଁ ସବୁ ଦେଉଅଛି । .::. 24 ଏଥିରେ ଦାଉଦ ରାଜା ଅରଣନକୁ କହିଲେ, ନା; ମାତ୍ର ମୁଁ ଅବଶ୍ୟ ପୂର୍ଣ୍ଣ ମୂଲ୍ୟ ଦେଇ ତାହା କିଣିବି; କାରଣ ଯାହା ତୁମ୍ଭର, ତାହା ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନେବି ନାହିଁ, କିଅବା ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ । .::. 25 ତହୁଁ ଦାଉଦ ସେହି ସ୍ଥାନ ନିମନ୍ତେ ଛଅ ଶହ ଶେକଲ ସୁନା ତୌଲ କରି ଅରଣନକୁ ଦେଲେ । .::. 26 ପୁଣି ଦାଉଦ ସେସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ, ଆଉ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସେ ହୋମବଳିର ବେଦି ଉପରେ ଅଗ୍ନି ଦ୍ଵାରା ଆକାଶରୁ ତାଙ୍କୁ ଉତ୍ତର ଦେଲେ । .::. 27 ପୁଣି ସଦାପ୍ରଭୁ ଦୂତଙ୍କୁ ଆଜ୍ଞା କଲେ; ତହିଁରେ ସେ ଆପଣା ଖଡ଼୍‍ଗ ପୁନର୍ବାର ତହିଁର କୋଷରେ ରଖିଲା । .::. 28 ସେତେବେଳେ ସଦାପ୍ରଭୁ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ଉତ୍ତର ଦେବାର ଦେଖି ଦାଉଦ ସେହି ସ୍ଥାନରେ ବଳିଦାନ କଲେ । .::. 29 କାରଣ ପ୍ରାନ୍ତରରେ ମୋଶାନିର୍ମିତ ସଦାପ୍ରଭୁଙ୍କ ଆବାସ ଓ ହୋମବଳିର ବେଦି ସେସମୟରେ ଗିବୀୟୋନସ୍ଥ ଉଚ୍ଚସ୍ଥଳୀରେ ଥିଲା। .::. 30 ମାତ୍ର ଦାଉଦ ପରମେଶ୍ଵରଙ୍କୁ ପଚାରିବା ପାଇଁ ତହିଁ ସମ୍ମୁଖକୁ ଯାଇ ପାରିଲେ ନାହିଁ; କାରଣ ସେ ସଦାପ୍ରଭୁଙ୍କ ଦୂତର ଖଡ଼୍‍ଗ ସକାଶୁ ଭୀତ ହୋଇଥିଲେ । .::.
  • ପ୍ରଥମ ବଂଶାବଳୀ ଅଧ୍ୟାୟ 1  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 2  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 3  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 4  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 5  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 6  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 7  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 8  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 9  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 10  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 11  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 12  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 13  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 14  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 15  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 16  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 17  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 18  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 19  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 20  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 21  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 22  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 23  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 24  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 25  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 26  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 27  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 28  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 29  
×

Alert

×

Oriya Letters Keypad References