ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଆଦି ପୁସ୍ତକ

ଆଦି ପୁସ୍ତକ ଅଧ୍ୟାୟ 36

1 ଏଷୌର ବଂଶାବଳୀ । ତାହାର ଅନ୍ୟତମ ନାମ ଇଦୋମ୍ । 2 ଏଷୌ କିଣାନୀୟମାନଙ୍କର ଦୁଇ କନ୍ୟାକୁ, ଅର୍ଥାତ୍, ହିତ୍ତୀୟ ଏଲୋନର କନ୍ୟା ଆଦାକୁ ଓ ଅନାର କନ୍ୟା ହିବ୍ବୀୟ ସିବୀୟୋନର ପୌତ୍ରୀ ଅହଲୀବାମାକୁ, 3 ତଦ୍ଭିନ୍ନ ନବାୟୋତର ଭଗିନୀକି, ଅର୍ଥାତ୍, ଇଶ୍ମାଏଲର କନ୍ୟା ବାସମତ୍କୁ ବିବାହ କଲା । 4 ଅନନ୍ତର ଏଷୌର ଔରସରେ ଆଦା ଇଲୀଫସକୁ ଓ ବାସମତ୍ ରୁୟେଲକୁ ପ୍ରସବ କଲେ । 5 ଆଉ ଅହଲୀବାମା, ଯିୟୂଶ, ଯାଲମ୍ ଓ କୋରହକୁ ପ୍ରସବ କଲା; ଏଷୌର ଏହି ସମସ୍ତ ସନ୍ତାନ କିଣାନ ଦେଶରେ ଜନ୍ମିଥିଲେ । 6 ଅନନ୍ତର ଏଷୌ ଆପଣା ଭାର୍ଯ୍ୟାଗଣ ଓ ପୁତ୍ରକନ୍ୟାଗଣ ଓ ଗୃହସ୍ଥିତ ଅନ୍ୟାନ୍ୟ ସମସ୍ତ ଲୋକଙ୍କୁ, ପୁଣି ଆପଣାର ସମସ୍ତ ପଶ୍ଵାଦି ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ଆପଣା ଭ୍ରାତା ଯାକୁବ ନିକଟରୁ ଅନ୍ୟ ଦେଶକୁ ପ୍ରସ୍ଥାନ କଲା । 7 ଯେହେତୁ ସେମାନଙ୍କର ସମ୍ପତ୍ତି ପ୍ରଚୁର ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ, ପୁଣି ସେମାନଙ୍କର ପଶ୍ଵାଦି ହେତୁରୁ ସେହି ପ୍ରବାସ ସ୍ଥାନରେ ନିର୍ବାହ ଚଳିଲା ନାହିଁ । 8 ଏହିରୂପେ ଏଷୌ ସେୟୀର ପର୍ବତରେ ବାସ କଲା; ସେହି ଏଷୌର ଅନ୍ୟତମ ନାମ ଇଦୋମ୍ । 9 ଆଉ ସେୟୀର ପର୍ବତସ୍ଥ ଇଦୋମୀୟମାନଙ୍କର ପୂର୍ବପୁରୁଷ ଏଷୌର ବଂଶାବଳୀ । 10 ଏଷୌର ସନ୍ତାନମାନଙ୍କର ନାମ ଏହି । ଏଷୌର ଆଦା ନାମ୍ନୀ ଭାର୍ଯ୍ୟାର ପୁତ୍ର ଇଲୀଫସ୍ ଓ ବାସମତ୍ ନାମ୍ନୀ ଭାର୍ଯ୍ୟାର ପୁତ୍ର ରୁୟେଲ । 11 ପୁଣି ଇଲୀଫସ୍ର ପୁତ୍ର ତୈମନ୍ ଓ ଓମାର୍ ଓ ସଫୋ ଓ ଗୟିତମ୍ ଓ କନସ୍ । 12 ପୁଣି ଏଷୌର ପୁତ୍ର ଇଲୀଫସ୍ର ତିମ୍ନା ନାମ୍ନୀ ଏକ ଉପପନିୀ ଥିଲା, ସେ ଇଲୀଫସର ଅମାଲେକକୁ ପ୍ରସବ କଲା; ଏମାନେ ଏଷୌର ପନିୀ ଆଦାର ସନ୍ତାନ । 13 ରୁୟେଲର ପୁତ୍ର ନହତ୍ ଓ ସେରହ ଓ ଶମ୍ମ ଓ ମିସା, ଏମାନେ ଏଷୌର ଭାର୍ଯ୍ୟା ବାସମତ୍ର ସନ୍ତାନ । 14 ପୁଣି ସିବୀୟୋନର ପୌତ୍ରୀ ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ତାହାର ସନ୍ତାନ ଯିୟୂଶ୍ ଓ ଯାଲମ୍ ଓ କୋରହ । 15 ଏଷୌର ସନ୍ତାନମାନଙ୍କ ରାଜାବଳୀ । ଏଷୌର ଜ୍ୟେଷ୍ଠ ପୁତ୍ର ଯେ ଇଲୀଫସ୍, ତାହାର ପୁତ୍ର ରାଜା ତୈମନ୍ ଓ ରାଜା ଓମାର୍ ଓ ରାଜା ସଫୋ ଓ ରାଜା କନସ୍ 16 ଓ ରାଜା କୋରହ ଓ ରାଜା ଗୟିତମ୍ ଓ ରାଜା ଅମାଲେକ୍; ଇଦୋମ ଦେଶରେ ଇଲୀଫସ୍ ବଂଶୀୟ ଏହି ରାଜଗଣ ଆଦାର ସନ୍ତାନ ଥିଲେ । 17 ଏଷୌର ପୁତ୍ର ରୁୟେଲର ସନ୍ତାନ ରାଜା ନହତ୍ ଓ ରାଜା ସେରହ୍ ଓ ରାଜା ଶମ୍ମ ଓ ରାଜା ମିସା; ଇଦୋମ ଦେଶରେ ରୁୟେଲ ବଂଶୀୟ ଏହି ରାଜାମାନେ ଏଷୌର ଭାର୍ଯ୍ୟା ବାସମତ୍ର ସନ୍ତାନ ଥିଲେ । 18 ପୁଣି ଏଷୌର ଭାର୍ଯ୍ୟା ଅହଲୀବାମାର ସନ୍ତାନ ରାଜା ଯିୟୂଶ୍ ଓ ରାଜା ଯାଲମ୍ ଓ ରାଜା କୋରହ; ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ଏମାନେ ତାହାର ସନ୍ତାନ । 19 ଏମାନେ ଏଷୌର, ଅର୍ଥାତ୍, ଇଦୋମର ସନ୍ତାନ ଓ ଏମାନେ ସେମାନଙ୍କର ରାଜା । 20 (ପୂର୍ବକାଳର) ସେହି ଦେଶନିବାସୀ ହୋରୀୟ ସେୟୀରର ସନ୍ତାନ ଲୋଟନ୍ ଓ ଶୋବଲ୍ ଓ ସିବୀୟନ୍ ଓ ଅନା 21 ଓ ଦିଶୋନ୍ ଓ ଏତ୍ସର ଓ ଦୀଶନ୍; ସେୟୀରର ଏହି ପୁତ୍ରଗଣ ଇଦୋମ ଦେଶର ହୋରୀୟ ବଂଶଜ ରାଜା ଥିଲେ । 22 ଲୋଟନର ପୁତ୍ର ହୋରି ଓ ହେମମ୍, ପୁଣି ଲୋଟନର ତିମ୍ନା ନାମ୍ନୀ ଭଗିନୀ ଥିଲା । 23 ପୁଣି ଶୋବଲର ପୁତ୍ର ଅବଲନ୍ ଓ ମାନହତ୍ ଓ ଏବଲ୍ ଓ ଶଫୋ ଓ ଓନମ୍ । 24 ପୁଣି ସିବୀୟନର ପୁତ୍ର ଅୟା ଓ ଅନା; ଏହି ଅନା ଆପଣା ପିତା ସିବୀୟନର ଗଧ ଚରାଇବା ସମୟରେ ପ୍ରାନ୍ତରରେ ଉଷ୍ଣ ଜଳର ଝର ଆବିଷ୍କାର କଲା । 25 ସେହି ଅନାର ପୁତ୍ର ଦିଶୋନ୍ ଓ କନ୍ୟା ଅହଲୀବାମା । 26 ପୁଣି ଦିଶୋନର ପୁତ୍ର ହିମ୍ଦନ୍ ଓ ଇଶବନ୍ ଓ ଯିତ୍ରନ୍ ଓ କରାନ୍ । 27 ଏତ୍ସରର ପୁତ୍ର ବିଲହନ୍ ଓ ସାବନ୍ ଓ ଯାକନ୍ । 28 ପୁଣି ଦୀଶନର ପୁତ୍ର ଊଷ୍ ଓ ଅରାନ୍ । 29 ହୋରୀୟ ବଂଶଜ ରାଜା ଏହି; ରାଜା ଲୋଟନ୍ ଓ ରାଜା ଶୋବଲ୍ ଓ ରାଜା ସିବୀୟନ୍ ଓ ରାଜା ଅନା 30 ଓ ରାଜା ଦିଶୋନ୍ ଓ ରାଜା ଏତ୍ସର୍ ଓ ରାଜା ଦୀଶନ୍ । ଏମାନେ ସେୟୀର ଦେଶର ହୋରୀୟ ବଂଶଜ ରାଜା ଥିଲେ । 31 ଆଉ, ଇସ୍ରାଏଲୀୟ ସନ୍ତାନମାନଙ୍କ ଉପରେ କୌଣସି ରାଜା ରାଜତ୍ଵ କରିବା ପୂର୍ବେ ଏହି ରାଜାମାନେ ଇଦୋମ ଦେଶରେ ରାଜ୍ୟ କଲେ । 32 ବିୟୋରର ବେଲା ନାମକ ପୁତ୍ର ଇଦୋମ୍ ଦେଶରେ ରାଜତ୍ଵ କଲା, ତାହାର ରାଜଧାନୀର ନାମ ଦିନ୍-ହାବା । 33 ବେଲାର ମରଣ ଉତ୍ତାରେ, ତାହା ପଦରେ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍ ରାଜତ୍ଵ କଲା । 34 ପୁଣି ଯୋବବ୍ର ମରଣ ଉତ୍ତାରେ ତୈମନଦେଶୀୟ ହୂଶମ୍ ତାହା ପଦରେ ରାଜତ୍ଵ କଲା । 35 ହୂଶମର ମରଣ ଉତ୍ତାରେ, ବଦଦର ପୁତ୍ର ଯେ ହଦଦ୍ ମୋୟାବ କ୍ଷେତ୍ରରେ ମିଦୀୟନକୁ ଜୟ କଲା, ସେ ତାହା ପଦରେ ରାଜତ୍ଵ କଲା; ତାହାର ରାଜଧାନୀର ନାମ ଅବୀତ୍ । 36 ହଦଦ୍ର ମରଣ ଉତ୍ତାରେ ମସ୍ରେକା ନିବାସୀ ସମ୍ଳ ତାହା ପଦରେ ରାଜତ୍ଵ କଲା । 37 ପୁଣି ସମ୍ଳର ମରଣ ଉତ୍ତାରେ (ଫରାତ୍) ନଦୀର ନିକଟସ୍ଥ ରହୋବତ୍ ନିବାସୀ ଶୌଲ ତାହା ପଦରେ ରାଜତ୍ଵ କଲା । 38 ଶୌଲର ମରଣ ଉତ୍ତାରେ, ଅକ୍ବୋରର ପୁତ୍ର ବାଲ୍ହାନନ୍ ତାହା ପଦରେ ରାଜତ୍ଵ କଲା । 39 ପୁଣି ଅକ୍ବୋରର ପୁତ୍ର ବାଲହାନନର ମରଣ ଉତ୍ତାରେ, ହଦର ତାହା ପଦରେ ରାଜତ୍ଵ କଲା; ତାହାର ରାଜଧାନୀର ନାମ ପାଉ ଓ ତାହାର ଭାର୍ଯ୍ୟାର ନାମ ମହେଟବେଲ ଥିଲା; ସେ ମଟ୍ରେଦର ପୁତ୍ରୀ ଓ ମେଷାହବର ପୌତ୍ରୀ । 40 ଏଷୌଠାରୁ ଉତ୍ପନ୍ନ, ପୁଣି ଗୋଷ୍ଠୀ ଓ ସ୍ଥାନ ଓ ନାମ ଭେଦାନୁସାରେ ଯେଉଁ ଯେଉଁ ରାଜା ଥିଲେ, ସେମାନଙ୍କ ନାମାବଳୀ; ଯଥା, ରାଜା ତିମ୍ନା ଓ ରାଜା ଅଳ୍ବା ଓ ରାଜା ଯିଥେତ୍ । 41 ଓ ରାଜା ଅହଲୀବାମା ଓ ରାଜା ଏଲା ଓ ରାଜା ପୀନୋନ୍ 42 ଓ ରାଜା କନସ୍ ଓ ରାଜା ତୈମନ୍ ଓ ରାଜା ମିବ୍ସର୍ 43 ଓ ରାଜା ମଗ୍ଦୀୟେଲ ଓ ରାଜା ଈରମ୍; ଏମାନେ ଆପଣା ଆପଣା ଅଧିକୃତ ଦେଶରେ ବସତି ସ୍ଥାନାନୁସାରେ ଇଦୋମର ରାଜଗଣ ଥିଲେ । ଇଦୋମୀୟମାନଙ୍କ ଆଦିପୁରୁଷ ଏଷୌର ବୃତ୍ତା; ସମାପ୍ତ ।
1. ଏଷୌର ବଂଶାବଳୀ । ତାହାର ଅନ୍ୟତମ ନାମ ଇଦୋମ୍ । 2. ଏଷୌ କିଣାନୀୟମାନଙ୍କର ଦୁଇ କନ୍ୟାକୁ, ଅର୍ଥାତ୍, ହିତ୍ତୀୟ ଏଲୋନର କନ୍ୟା ଆଦାକୁ ଓ ଅନାର କନ୍ୟା ହିବ୍ବୀୟ ସିବୀୟୋନର ପୌତ୍ରୀ ଅହଲୀବାମାକୁ, 3. ତଦ୍ଭିନ୍ନ ନବାୟୋତର ଭଗିନୀକି, ଅର୍ଥାତ୍, ଇଶ୍ମାଏଲର କନ୍ୟା ବାସମତ୍କୁ ବିବାହ କଲା । 4. ଅନନ୍ତର ଏଷୌର ଔରସରେ ଆଦା ଇଲୀଫସକୁ ଓ ବାସମତ୍ ରୁୟେଲକୁ ପ୍ରସବ କଲେ । 5. ଆଉ ଅହଲୀବାମା, ଯିୟୂଶ, ଯାଲମ୍ ଓ କୋରହକୁ ପ୍ରସବ କଲା; ଏଷୌର ଏହି ସମସ୍ତ ସନ୍ତାନ କିଣାନ ଦେଶରେ ଜନ୍ମିଥିଲେ । 6. ଅନନ୍ତର ଏଷୌ ଆପଣା ଭାର୍ଯ୍ୟାଗଣ ଓ ପୁତ୍ରକନ୍ୟାଗଣ ଓ ଗୃହସ୍ଥିତ ଅନ୍ୟାନ୍ୟ ସମସ୍ତ ଲୋକଙ୍କୁ, ପୁଣି ଆପଣାର ସମସ୍ତ ପଶ୍ଵାଦି ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ଆପଣା ଭ୍ରାତା ଯାକୁବ ନିକଟରୁ ଅନ୍ୟ ଦେଶକୁ ପ୍ରସ୍ଥାନ କଲା । 7. ଯେହେତୁ ସେମାନଙ୍କର ସମ୍ପତ୍ତି ପ୍ରଚୁର ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ, ପୁଣି ସେମାନଙ୍କର ପଶ୍ଵାଦି ହେତୁରୁ ସେହି ପ୍ରବାସ ସ୍ଥାନରେ ନିର୍ବାହ ଚଳିଲା ନାହିଁ । 8. ଏହିରୂପେ ଏଷୌ ସେୟୀର ପର୍ବତରେ ବାସ କଲା; ସେହି ଏଷୌର ଅନ୍ୟତମ ନାମ ଇଦୋମ୍ । 9. ଆଉ ସେୟୀର ପର୍ବତସ୍ଥ ଇଦୋମୀୟମାନଙ୍କର ପୂର୍ବପୁରୁଷ ଏଷୌର ବଂଶାବଳୀ । 10. ଏଷୌର ସନ୍ତାନମାନଙ୍କର ନାମ ଏହି । ଏଷୌର ଆଦା ନାମ୍ନୀ ଭାର୍ଯ୍ୟାର ପୁତ୍ର ଇଲୀଫସ୍ ଓ ବାସମତ୍ ନାମ୍ନୀ ଭାର୍ଯ୍ୟାର ପୁତ୍ର ରୁୟେଲ । 11. ପୁଣି ଇଲୀଫସ୍ର ପୁତ୍ର ତୈମନ୍ ଓ ଓମାର୍ ଓ ସଫୋ ଓ ଗୟିତମ୍ ଓ କନସ୍ । 12. ପୁଣି ଏଷୌର ପୁତ୍ର ଇଲୀଫସ୍ର ତିମ୍ନା ନାମ୍ନୀ ଏକ ଉପପନିୀ ଥିଲା, ସେ ଇଲୀଫସର ଅମାଲେକକୁ ପ୍ରସବ କଲା; ଏମାନେ ଏଷୌର ପନିୀ ଆଦାର ସନ୍ତାନ । 13. ରୁୟେଲର ପୁତ୍ର ନହତ୍ ଓ ସେରହ ଓ ଶମ୍ମ ଓ ମିସା, ଏମାନେ ଏଷୌର ଭାର୍ଯ୍ୟା ବାସମତ୍ର ସନ୍ତାନ । 14. ପୁଣି ସିବୀୟୋନର ପୌତ୍ରୀ ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ତାହାର ସନ୍ତାନ ଯିୟୂଶ୍ ଓ ଯାଲମ୍ ଓ କୋରହ । 15. ଏଷୌର ସନ୍ତାନମାନଙ୍କ ରାଜାବଳୀ । ଏଷୌର ଜ୍ୟେଷ୍ଠ ପୁତ୍ର ଯେ ଇଲୀଫସ୍, ତାହାର ପୁତ୍ର ରାଜା ତୈମନ୍ ଓ ରାଜା ଓମାର୍ ଓ ରାଜା ସଫୋ ଓ ରାଜା କନସ୍ 16. ଓ ରାଜା କୋରହ ଓ ରାଜା ଗୟିତମ୍ ଓ ରାଜା ଅମାଲେକ୍; ଇଦୋମ ଦେଶରେ ଇଲୀଫସ୍ ବଂଶୀୟ ଏହି ରାଜଗଣ ଆଦାର ସନ୍ତାନ ଥିଲେ । 17. ଏଷୌର ପୁତ୍ର ରୁୟେଲର ସନ୍ତାନ ରାଜା ନହତ୍ ଓ ରାଜା ସେରହ୍ ଓ ରାଜା ଶମ୍ମ ଓ ରାଜା ମିସା; ଇଦୋମ ଦେଶରେ ରୁୟେଲ ବଂଶୀୟ ଏହି ରାଜାମାନେ ଏଷୌର ଭାର୍ଯ୍ୟା ବାସମତ୍ର ସନ୍ତାନ ଥିଲେ । 18. ପୁଣି ଏଷୌର ଭାର୍ଯ୍ୟା ଅହଲୀବାମାର ସନ୍ତାନ ରାଜା ଯିୟୂଶ୍ ଓ ରାଜା ଯାଲମ୍ ଓ ରାଜା କୋରହ; ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ଏମାନେ ତାହାର ସନ୍ତାନ । 19. ଏମାନେ ଏଷୌର, ଅର୍ଥାତ୍, ଇଦୋମର ସନ୍ତାନ ଓ ଏମାନେ ସେମାନଙ୍କର ରାଜା । 20. (ପୂର୍ବକାଳର) ସେହି ଦେଶନିବାସୀ ହୋରୀୟ ସେୟୀରର ସନ୍ତାନ ଲୋଟନ୍ ଓ ଶୋବଲ୍ ଓ ସିବୀୟନ୍ ଓ ଅନା 21. ଓ ଦିଶୋନ୍ ଓ ଏତ୍ସର ଓ ଦୀଶନ୍; ସେୟୀରର ଏହି ପୁତ୍ରଗଣ ଇଦୋମ ଦେଶର ହୋରୀୟ ବଂଶଜ ରାଜା ଥିଲେ । 22. ଲୋଟନର ପୁତ୍ର ହୋରି ଓ ହେମମ୍, ପୁଣି ଲୋଟନର ତିମ୍ନା ନାମ୍ନୀ ଭଗିନୀ ଥିଲା । 23. ପୁଣି ଶୋବଲର ପୁତ୍ର ଅବଲନ୍ ଓ ମାନହତ୍ ଓ ଏବଲ୍ ଓ ଶଫୋ ଓ ଓନମ୍ । 24. ପୁଣି ସିବୀୟନର ପୁତ୍ର ଅୟା ଓ ଅନା; ଏହି ଅନା ଆପଣା ପିତା ସିବୀୟନର ଗଧ ଚରାଇବା ସମୟରେ ପ୍ରାନ୍ତରରେ ଉଷ୍ଣ ଜଳର ଝର ଆବିଷ୍କାର କଲା । 25. ସେହି ଅନାର ପୁତ୍ର ଦିଶୋନ୍ ଓ କନ୍ୟା ଅହଲୀବାମା । 26. ପୁଣି ଦିଶୋନର ପୁତ୍ର ହିମ୍ଦନ୍ ଓ ଇଶବନ୍ ଓ ଯିତ୍ରନ୍ ଓ କରାନ୍ । 27. ଏତ୍ସରର ପୁତ୍ର ବିଲହନ୍ ଓ ସାବନ୍ ଓ ଯାକନ୍ । 28. ପୁଣି ଦୀଶନର ପୁତ୍ର ଊଷ୍ ଓ ଅରାନ୍ । 29. ହୋରୀୟ ବଂଶଜ ରାଜା ଏହି; ରାଜା ଲୋଟନ୍ ଓ ରାଜା ଶୋବଲ୍ ଓ ରାଜା ସିବୀୟନ୍ ଓ ରାଜା ଅନା 30. ଓ ରାଜା ଦିଶୋନ୍ ଓ ରାଜା ଏତ୍ସର୍ ଓ ରାଜା ଦୀଶନ୍ । ଏମାନେ ସେୟୀର ଦେଶର ହୋରୀୟ ବଂଶଜ ରାଜା ଥିଲେ । 31. ଆଉ, ଇସ୍ରାଏଲୀୟ ସନ୍ତାନମାନଙ୍କ ଉପରେ କୌଣସି ରାଜା ରାଜତ୍ଵ କରିବା ପୂର୍ବେ ଏହି ରାଜାମାନେ ଇଦୋମ ଦେଶରେ ରାଜ୍ୟ କଲେ । 32. ବିୟୋରର ବେଲା ନାମକ ପୁତ୍ର ଇଦୋମ୍ ଦେଶରେ ରାଜତ୍ଵ କଲା, ତାହାର ରାଜଧାନୀର ନାମ ଦିନ୍-ହାବା । 33. ବେଲାର ମରଣ ଉତ୍ତାରେ, ତାହା ପଦରେ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍ ରାଜତ୍ଵ କଲା । 34. ପୁଣି ଯୋବବ୍ର ମରଣ ଉତ୍ତାରେ ତୈମନଦେଶୀୟ ହୂଶମ୍ ତାହା ପଦରେ ରାଜତ୍ଵ କଲା । 35. ହୂଶମର ମରଣ ଉତ୍ତାରେ, ବଦଦର ପୁତ୍ର ଯେ ହଦଦ୍ ମୋୟାବ କ୍ଷେତ୍ରରେ ମିଦୀୟନକୁ ଜୟ କଲା, ସେ ତାହା ପଦରେ ରାଜତ୍ଵ କଲା; ତାହାର ରାଜଧାନୀର ନାମ ଅବୀତ୍ । 36. ହଦଦ୍ର ମରଣ ଉତ୍ତାରେ ମସ୍ରେକା ନିବାସୀ ସମ୍ଳ ତାହା ପଦରେ ରାଜତ୍ଵ କଲା । 37. ପୁଣି ସମ୍ଳର ମରଣ ଉତ୍ତାରେ (ଫରାତ୍) ନଦୀର ନିକଟସ୍ଥ ରହୋବତ୍ ନିବାସୀ ଶୌଲ ତାହା ପଦରେ ରାଜତ୍ଵ କଲା । 38. ଶୌଲର ମରଣ ଉତ୍ତାରେ, ଅକ୍ବୋରର ପୁତ୍ର ବାଲ୍ହାନନ୍ ତାହା ପଦରେ ରାଜତ୍ଵ କଲା । 39. ପୁଣି ଅକ୍ବୋରର ପୁତ୍ର ବାଲହାନନର ମରଣ ଉତ୍ତାରେ, ହଦର ତାହା ପଦରେ ରାଜତ୍ଵ କଲା; ତାହାର ରାଜଧାନୀର ନାମ ପାଉ ଓ ତାହାର ଭାର୍ଯ୍ୟାର ନାମ ମହେଟବେଲ ଥିଲା; ସେ ମଟ୍ରେଦର ପୁତ୍ରୀ ଓ ମେଷାହବର ପୌତ୍ରୀ । 40. ଏଷୌଠାରୁ ଉତ୍ପନ୍ନ, ପୁଣି ଗୋଷ୍ଠୀ ଓ ସ୍ଥାନ ଓ ନାମ ଭେଦାନୁସାରେ ଯେଉଁ ଯେଉଁ ରାଜା ଥିଲେ, ସେମାନଙ୍କ ନାମାବଳୀ; ଯଥା, ରାଜା ତିମ୍ନା ଓ ରାଜା ଅଳ୍ବା ଓ ରାଜା ଯିଥେତ୍ । 41. ଓ ରାଜା ଅହଲୀବାମା ଓ ରାଜା ଏଲା ଓ ରାଜା ପୀନୋନ୍ 42. ଓ ରାଜା କନସ୍ ଓ ରାଜା ତୈମନ୍ ଓ ରାଜା ମିବ୍ସର୍ 43. ଓ ରାଜା ମଗ୍ଦୀୟେଲ ଓ ରାଜା ଈରମ୍; ଏମାନେ ଆପଣା ଆପଣା ଅଧିକୃତ ଦେଶରେ ବସତି ସ୍ଥାନାନୁସାରେ ଇଦୋମର ରାଜଗଣ ଥିଲେ । ଇଦୋମୀୟମାନଙ୍କ ଆଦିପୁରୁଷ ଏଷୌର ବୃତ୍ତା; ସମାପ୍ତ ।
  • ଆଦି ପୁସ୍ତକ ଅଧ୍ୟାୟ 1  
  • ଆଦି ପୁସ୍ତକ ଅଧ୍ୟାୟ 2  
  • ଆଦି ପୁସ୍ତକ ଅଧ୍ୟାୟ 3  
  • ଆଦି ପୁସ୍ତକ ଅଧ୍ୟାୟ 4  
  • ଆଦି ପୁସ୍ତକ ଅଧ୍ୟାୟ 5  
  • ଆଦି ପୁସ୍ତକ ଅଧ୍ୟାୟ 6  
  • ଆଦି ପୁସ୍ତକ ଅଧ୍ୟାୟ 7  
  • ଆଦି ପୁସ୍ତକ ଅଧ୍ୟାୟ 8  
  • ଆଦି ପୁସ୍ତକ ଅଧ୍ୟାୟ 9  
  • ଆଦି ପୁସ୍ତକ ଅଧ୍ୟାୟ 10  
  • ଆଦି ପୁସ୍ତକ ଅଧ୍ୟାୟ 11  
  • ଆଦି ପୁସ୍ତକ ଅଧ୍ୟାୟ 12  
  • ଆଦି ପୁସ୍ତକ ଅଧ୍ୟାୟ 13  
  • ଆଦି ପୁସ୍ତକ ଅଧ୍ୟାୟ 14  
  • ଆଦି ପୁସ୍ତକ ଅଧ୍ୟାୟ 15  
  • ଆଦି ପୁସ୍ତକ ଅଧ୍ୟାୟ 16  
  • ଆଦି ପୁସ୍ତକ ଅଧ୍ୟାୟ 17  
  • ଆଦି ପୁସ୍ତକ ଅଧ୍ୟାୟ 18  
  • ଆଦି ପୁସ୍ତକ ଅଧ୍ୟାୟ 19  
  • ଆଦି ପୁସ୍ତକ ଅଧ୍ୟାୟ 20  
  • ଆଦି ପୁସ୍ତକ ଅଧ୍ୟାୟ 21  
  • ଆଦି ପୁସ୍ତକ ଅଧ୍ୟାୟ 22  
  • ଆଦି ପୁସ୍ତକ ଅଧ୍ୟାୟ 23  
  • ଆଦି ପୁସ୍ତକ ଅଧ୍ୟାୟ 24  
  • ଆଦି ପୁସ୍ତକ ଅଧ୍ୟାୟ 25  
  • ଆଦି ପୁସ୍ତକ ଅଧ୍ୟାୟ 26  
  • ଆଦି ପୁସ୍ତକ ଅଧ୍ୟାୟ 27  
  • ଆଦି ପୁସ୍ତକ ଅଧ୍ୟାୟ 28  
  • ଆଦି ପୁସ୍ତକ ଅଧ୍ୟାୟ 29  
  • ଆଦି ପୁସ୍ତକ ଅଧ୍ୟାୟ 30  
  • ଆଦି ପୁସ୍ତକ ଅଧ୍ୟାୟ 31  
  • ଆଦି ପୁସ୍ତକ ଅଧ୍ୟାୟ 32  
  • ଆଦି ପୁସ୍ତକ ଅଧ୍ୟାୟ 33  
  • ଆଦି ପୁସ୍ତକ ଅଧ୍ୟାୟ 34  
  • ଆଦି ପୁସ୍ତକ ଅଧ୍ୟାୟ 35  
  • ଆଦି ପୁସ୍ତକ ଅଧ୍ୟାୟ 36  
  • ଆଦି ପୁସ୍ତକ ଅଧ୍ୟାୟ 37  
  • ଆଦି ପୁସ୍ତକ ଅଧ୍ୟାୟ 38  
  • ଆଦି ପୁସ୍ତକ ଅଧ୍ୟାୟ 39  
  • ଆଦି ପୁସ୍ତକ ଅଧ୍ୟାୟ 40  
  • ଆଦି ପୁସ୍ତକ ଅଧ୍ୟାୟ 41  
  • ଆଦି ପୁସ୍ତକ ଅଧ୍ୟାୟ 42  
  • ଆଦି ପୁସ୍ତକ ଅଧ୍ୟାୟ 43  
  • ଆଦି ପୁସ୍ତକ ଅଧ୍ୟାୟ 44  
  • ଆଦି ପୁସ୍ତକ ଅଧ୍ୟାୟ 45  
  • ଆଦି ପୁସ୍ତକ ଅଧ୍ୟାୟ 46  
  • ଆଦି ପୁସ୍ତକ ଅଧ୍ୟାୟ 47  
  • ଆଦି ପୁସ୍ତକ ଅଧ୍ୟାୟ 48  
  • ଆଦି ପୁସ୍ତକ ଅଧ୍ୟାୟ 49  
  • ଆଦି ପୁସ୍ତକ ଅଧ୍ୟାୟ 50  
×

Alert

×

Oriya Letters Keypad References