ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଆୟୁବ ପୁସ୍ତକ

ରେକର୍ଡଗୁଡିକ

ଆୟୁବ ପୁସ୍ତକ ଅଧ୍ୟାୟ 15

1 କଥୋପକଥନ: ଦ୍ଵିତୀୟ ପର୍ଯ୍ୟାୟ ଇଲୀଫସ୍ - ଆୟୁବଠାରେ ଈଶ୍ଵର ଭୟ ନାହିଁ ଏଥି ଉତ୍ତାରେ ତୈମନୀୟ ଇଲୀଫସ୍ ଉତ୍ତର କରି କହିଲା, 2 ଜ୍ଞାନୀ ଲୋକ କʼଣ ଅସାର ଜ୍ଞାନରେ ଉତ୍ତର ଦେବ? ଓ ପୂର୍ବୀୟ ବାୟୁରେ ଆପଣା ଉଦର ପୂର୍ଣ୍ଣ କରିବ? 3 ସେ କʼଣ ଅନର୍ଥକ କଥାରେ ଓ ନିଷ୍ଫଳ ବାକ୍ୟରେ ଯୁକ୍ତି କରିବ? 4 ହଁ, ତୁମ୍ଭେ ତ ଭୟ ଦୂର କରି ଦେଉଅଛ ଓ ପରମେଶ୍ଵରଙ୍କ ସାକ୍ଷାତରେ ଭକ୍ତି କ୍ଷୀଣ କରୁଅଛ । 5 କାରଣ ତୁମ୍ଭର ଅପରାଧ ତୁମ୍ଭ ମୁଖକୁ ଶିଖାଉଅଛି ଓ ତୁମ୍ଭେ ଧୂର୍ତ୍ତର ଜିହ୍ଵା ପସନ୍ଦ କରୁଅଛ । 6 ତୁମ୍ଭର ନିଜ ମୁଖ ତୁମ୍ଭକୁ ଦୋଷୀ କରୁଅଛି, ମୁଁ କରୁ ନାହିଁ; ଆହୁରି, ତୁମ୍ଭ ନିଜ ଓଷ୍ଠାଧର ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି । 7 ମନୁଷ୍ୟମାନଙ୍କ ମଧ୍ୟରେ ତୁମ୍ଭେ କʼଣ ପ୍ରଥମଜାତ? ଅବା ପର୍ବତଗଣ ପୂର୍ବରୁ ତୁମ୍ଭେ କʼଣ ଉତ୍ପନ୍ନ ହୋଇଥିଲ? 8 ତୁମ୍ଭେ କʼଣ ପରମେଶ୍ଵରଙ୍କର ଗୁପ୍ତ ମନ୍ତ୍ରଣା ଶୁଣିଅଛ? ଓ ତୁମ୍ଭେ କʼଣ ଜ୍ଞାନ ଆତ୍ମସାତ୍ କରୁଅଛ? 9 ଆମ୍ଭମାନଙ୍କୁ ଅଜଣା କେଉଁ କଥା ତୁମ୍ଭେ ଜାଣୁଅଛ? ଆମ୍ଭମାନଙ୍କର ଅବୁଝା କେଉଁ କଥା ତୁମ୍ଭେ ବୁଝୁଅଛ? 10 ପକ୍ଵକେଶ ବିଶିଷ୍ଟ ଓ ତୁମ୍ଭ ପିତା ଅପେକ୍ଷା ପ୍ରାଚୀନ ଅତି ବୃଦ୍ଧ ଲୋକେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି । 11 ପରମେଶ୍ଵରଙ୍କ ସାନ୍ତ୍ଵନା-ବାକ୍ୟ ତୁମ୍ଭ ପ୍ରତି କି କ୍ଷୁଦ୍ର ବିଷୟ ଓ ତୁମ୍ଭ ସହିତ କୋମଳ ଆଳାପ କି ତଦ୍ରୂପ? 12 ତୁମ୍ଭ ମନ ତୁମ୍ଭକୁ କାହିଁକି ବିପଥରେ ନେଇଯାଏ? ଓ ତୁମ୍ଭର ଚକ୍ଷୁ କାହିଁକି ମଟ୍ମଟ୍ କରେ 13 ଯେ, ତୁମ୍ଭେ ପରମେଶ୍ଵରଙ୍କ ବିରୁଦ୍ଧରେ ଆପଣା ଆତ୍ମାକୁ ଚିଅାଁଉଅଛ ଓ ଆପଣା ମୁଖରୁ ଏପରି କଥା ବାହାରିବାକୁ ଦେଉଅଛ? 14 ମନୁଷ୍ୟ କିଏ ଯେ, ସେ ଶୁଚି ହୋଇପାରେ? ଓ ସ୍ତ୍ରୀଜାତ ମନୁଷ୍ୟ କିଏ ଯେ, ସେ ଧାର୍ମିକ ହୋଇପାରେ? 15 ଦେଖ, ସେ ଆପଣା ପବିତ୍ରଗଣଠାରେ ବିଶ୍ଵାସ କରନ୍ତି ନାହିଁ; ଆହୁରି, ତାହାଙ୍କ ଦୃଷ୍ଟିରେ ଆକାଶମଣ୍ତଳ ନିର୍ମଳ ନୁହେଁ । 16 ତେବେ ଘୃଣାର୍ହ ଓ ଭ୍ରଷ୍ଟ, ଅଧର୍ମକୁ ଜଳ ପରି ପାନକାରୀ ଯେ ମନୁଷ୍ୟ, ସେ କେଡ଼େ ନ୍ୟୂନ! 17 ମୁଁ ତୁମ୍ଭକୁ ଦେଖାଇବି, ମୋʼ କଥା ଶୁଣ; ମୁଁ ଯାହା ଦେଖିଅଛି, ତାହା ପ୍ରକାଶ କରିବି; 18 ଜ୍ଞାନୀମାନେ ଆପଣା ଆପଣା ପିତୃଲୋକଙ୍କ-ଠାରୁ ତାହା ପାଇ କହି ଅଛନ୍ତି ଓ ଗୁପ୍ତ କରି ନାହାନ୍ତି; 19 କେବଳ ସେମାନଙ୍କୁ ଦେଶ ଦତ୍ତ ହୋଇଥିଲା ଓ କୌଣସି ବିଦେଶୀ ସେମାନଙ୍କ ମଧ୍ୟରେ ଗତାୟାତ କଲା ନାହିଁ; 20 ଦୁଷ୍ଟ ଲୋକ ଆପଣାର ଯାବଜ୍ଜୀବନ, ଅର୍ଥାତ୍, ଉପଦ୍ରବ ପାଇଁ ନିରୂପିତ ବର୍ଷଯାଏ କ୍ଳେଶ ଭୋଗ କରେ । 21 ତାହାର କର୍ଣ୍ଣରେ ତ୍ରାସଜନକ ଶଦ୍ଦ ଥାଏ, ସୌଭାଗ୍ୟ ସମୟରେ ଲୁଟକାରୀ ତାହାକୁ ଆକ୍ରମଣ କରିବ; 22 ସେ ଅନ୍ଧକାରରୁ ଫେରି ଆସିବ ବୋଲି ବିଶ୍ଵାସ କରେ ନାହିଁ ଓ ସେ ଖଡ଼୍‍ଗ ନିମନ୍ତେ ଅପେକ୍ଷିତ; 23 ସେ ଖାଦ୍ୟ ନିମନ୍ତେ ବାହାରେ ବୁଲି କହଇ, ତାହା କାହିଁ? ଅନ୍ଧକାରର ଦିନ ତାହାର ସନ୍ନିକଟ ବୋଲି ସେ ଜାଣେ । 24 ସଙ୍କଟ ଓ ମନସ୍ତାପ ତାହାକୁ ଭୀତ କରେ; ଯୁଦ୍ଧାର୍ଥେ ସସଜ୍ଜ ରାଜା ତୁଲ୍ୟ ତାହା ତାହାକୁ ପରାସ୍ତ କରେ; 25 କାରଣ ସେ ପରମେଶ୍ଵରଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛି ଓ ସର୍ବଶକ୍ତିମାନଙ୍କ ପ୍ରତିକୂଳରେ ଗର୍ବାଚରଣ କରୁଅଛି; 26 ସେ ଶକ୍ତଗ୍ରୀବ ହୋଇ ଆପଣା ଢାଲର ସ୍ଥୂଳ ଅଂଶ ଦେଖାଇ ତାହାଙ୍କ ଉପରକୁ ଦୌଡ଼େ; 27 ସେ ଆପଣା ମେଦରେ ଆପଣା ମୁଖ ଆଚ୍ଛାଦନ କଲା ଓ କଟିଦେଶ ହୃଷ୍ଟପୁଷ୍ଟ କଲା; 28 ଆଉ, ସେ ଉଜାଡ଼-ନଗରରେ ନିବାସୀରହିତ ଓ ଢିପି ହେବାକୁ ଉଦ୍ୟତ ଗୃହରେ ବାସ କଲା । 29 ଏଣୁ ସେ ଧନବାନ ହେବ ନାହିଁ, ଅବା ତାହାର ସମ୍ପତ୍ତି ସ୍ଥାୟୀ ହେବ ନାହିଁ; କିଅବା ସେମାନଙ୍କର ଉତ୍ପନ୍ନ ଫଳ ଭୂମିକି ଓହଳିବ ନାହିଁ । 30 ସେ ଅନ୍ଧକାରରୁ ପ୍ରସ୍ଥାନ କରିବ ନାହିଁ, ଅଗ୍ନିଶିଖା ତାହାର ଶାଖା ଶୁଷ୍କ କରିବ ଓ ସେ ତାହାଙ୍କ ମୁଖର ନିଶ୍ଵାସରେ ଉଡ଼ିଯିବ । 31 ସେ ଆପଣାକୁ ଭ୍ରାନ୍ତ କରି ଅସାରତାରେ ବିଶ୍ଵାସ ନ କରୁ; କାରଣ ଅସାରତା ହିଁ ତାହାର ପୁରସ୍କାର ହେବ । 32 ତାହା ଆପଣା ସମୟ ପୂର୍ବେ ଶେଷ ପାଇବ ଓ ତାହାର ଶାଖା ସତେଜ ହେବ ନାହିଁ । 33 ସେ ଦ୍ରାକ୍ଷାଲତା ନ୍ୟାୟ ଆପଣା ଅପକ୍ଵ ଫଳ ଝାଡ଼ି ପକାଇବ ଓ ଜୀତବୃକ୍ଷ ନ୍ୟାୟ ଆପଣା ଫୁଲ ପକାଇ ଦେବ । 34 କାରଣ ଅଧାର୍ମିକମାନଙ୍କ ସଙ୍ଗୀଦଳ ଅଫଳ ହେବେ ଓ ଅଗ୍ନି ଲାଞ୍ଚର ତମ୍ଵୁସବୁ ଗ୍ରାସ କରିବ । 35 ସେମାନେ ଅନିଷ୍ଟ ଗର୍ଭଧାରଣ କରି ଅଧର୍ମ ପ୍ରସବ କରନ୍ତି ଓ ସେମାନଙ୍କ ଉଦର ପ୍ରତାରଣା ପ୍ରସ୍ତୁତ କରେ ।
1. କଥୋପକଥନ: ଦ୍ଵିତୀୟ ପର୍ଯ୍ୟାୟ ଇଲୀଫସ୍ - ଆୟୁବଠାରେ ଈଶ୍ଵର ଭୟ ନାହିଁ ଏଥି ଉତ୍ତାରେ ତୈମନୀୟ ଇଲୀଫସ୍ ଉତ୍ତର କରି କହିଲା, 2. ଜ୍ଞାନୀ ଲୋକ କʼଣ ଅସାର ଜ୍ଞାନରେ ଉତ୍ତର ଦେବ? ଓ ପୂର୍ବୀୟ ବାୟୁରେ ଆପଣା ଉଦର ପୂର୍ଣ୍ଣ କରିବ? 3. ସେ କʼଣ ଅନର୍ଥକ କଥାରେ ଓ ନିଷ୍ଫଳ ବାକ୍ୟରେ ଯୁକ୍ତି କରିବ? 4. ହଁ, ତୁମ୍ଭେ ତ ଭୟ ଦୂର କରି ଦେଉଅଛ ଓ ପରମେଶ୍ଵରଙ୍କ ସାକ୍ଷାତରେ ଭକ୍ତି କ୍ଷୀଣ କରୁଅଛ । 5. କାରଣ ତୁମ୍ଭର ଅପରାଧ ତୁମ୍ଭ ମୁଖକୁ ଶିଖାଉଅଛି ଓ ତୁମ୍ଭେ ଧୂର୍ତ୍ତର ଜିହ୍ଵା ପସନ୍ଦ କରୁଅଛ । 6. ତୁମ୍ଭର ନିଜ ମୁଖ ତୁମ୍ଭକୁ ଦୋଷୀ କରୁଅଛି, ମୁଁ କରୁ ନାହିଁ; ଆହୁରି, ତୁମ୍ଭ ନିଜ ଓଷ୍ଠାଧର ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି । 7. ମନୁଷ୍ୟମାନଙ୍କ ମଧ୍ୟରେ ତୁମ୍ଭେ କʼଣ ପ୍ରଥମଜାତ? ଅବା ପର୍ବତଗଣ ପୂର୍ବରୁ ତୁମ୍ଭେ କʼଣ ଉତ୍ପନ୍ନ ହୋଇଥିଲ? 8. ତୁମ୍ଭେ କʼଣ ପରମେଶ୍ଵରଙ୍କର ଗୁପ୍ତ ମନ୍ତ୍ରଣା ଶୁଣିଅଛ? ଓ ତୁମ୍ଭେ କʼଣ ଜ୍ଞାନ ଆତ୍ମସାତ୍ କରୁଅଛ? 9. ଆମ୍ଭମାନଙ୍କୁ ଅଜଣା କେଉଁ କଥା ତୁମ୍ଭେ ଜାଣୁଅଛ? ଆମ୍ଭମାନଙ୍କର ଅବୁଝା କେଉଁ କଥା ତୁମ୍ଭେ ବୁଝୁଅଛ? 10. ପକ୍ଵକେଶ ବିଶିଷ୍ଟ ଓ ତୁମ୍ଭ ପିତା ଅପେକ୍ଷା ପ୍ରାଚୀନ ଅତି ବୃଦ୍ଧ ଲୋକେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି । 11. ପରମେଶ୍ଵରଙ୍କ ସାନ୍ତ୍ଵନା-ବାକ୍ୟ ତୁମ୍ଭ ପ୍ରତି କି କ୍ଷୁଦ୍ର ବିଷୟ ଓ ତୁମ୍ଭ ସହିତ କୋମଳ ଆଳାପ କି ତଦ୍ରୂପ? 12. ତୁମ୍ଭ ମନ ତୁମ୍ଭକୁ କାହିଁକି ବିପଥରେ ନେଇଯାଏ? ଓ ତୁମ୍ଭର ଚକ୍ଷୁ କାହିଁକି ମଟ୍ମଟ୍ କରେ 13. ଯେ, ତୁମ୍ଭେ ପରମେଶ୍ଵରଙ୍କ ବିରୁଦ୍ଧରେ ଆପଣା ଆତ୍ମାକୁ ଚିଅାଁଉଅଛ ଓ ଆପଣା ମୁଖରୁ ଏପରି କଥା ବାହାରିବାକୁ ଦେଉଅଛ? 14. ମନୁଷ୍ୟ କିଏ ଯେ, ସେ ଶୁଚି ହୋଇପାରେ? ଓ ସ୍ତ୍ରୀଜାତ ମନୁଷ୍ୟ କିଏ ଯେ, ସେ ଧାର୍ମିକ ହୋଇପାରେ? 15. ଦେଖ, ସେ ଆପଣା ପବିତ୍ରଗଣଠାରେ ବିଶ୍ଵାସ କରନ୍ତି ନାହିଁ; ଆହୁରି, ତାହାଙ୍କ ଦୃଷ୍ଟିରେ ଆକାଶମଣ୍ତଳ ନିର୍ମଳ ନୁହେଁ । 16. ତେବେ ଘୃଣାର୍ହ ଓ ଭ୍ରଷ୍ଟ, ଅଧର୍ମକୁ ଜଳ ପରି ପାନକାରୀ ଯେ ମନୁଷ୍ୟ, ସେ କେଡ଼େ ନ୍ୟୂନ! 17. ମୁଁ ତୁମ୍ଭକୁ ଦେଖାଇବି, ମୋʼ କଥା ଶୁଣ; ମୁଁ ଯାହା ଦେଖିଅଛି, ତାହା ପ୍ରକାଶ କରିବି; 18. ଜ୍ଞାନୀମାନେ ଆପଣା ଆପଣା ପିତୃଲୋକଙ୍କ-ଠାରୁ ତାହା ପାଇ କହି ଅଛନ୍ତି ଓ ଗୁପ୍ତ କରି ନାହାନ୍ତି; 19. କେବଳ ସେମାନଙ୍କୁ ଦେଶ ଦତ୍ତ ହୋଇଥିଲା ଓ କୌଣସି ବିଦେଶୀ ସେମାନଙ୍କ ମଧ୍ୟରେ ଗତାୟାତ କଲା ନାହିଁ; 20. ଦୁଷ୍ଟ ଲୋକ ଆପଣାର ଯାବଜ୍ଜୀବନ, ଅର୍ଥାତ୍, ଉପଦ୍ରବ ପାଇଁ ନିରୂପିତ ବର୍ଷଯାଏ କ୍ଳେଶ ଭୋଗ କରେ । 21. ତାହାର କର୍ଣ୍ଣରେ ତ୍ରାସଜନକ ଶଦ୍ଦ ଥାଏ, ସୌଭାଗ୍ୟ ସମୟରେ ଲୁଟକାରୀ ତାହାକୁ ଆକ୍ରମଣ କରିବ; 22. ସେ ଅନ୍ଧକାରରୁ ଫେରି ଆସିବ ବୋଲି ବିଶ୍ଵାସ କରେ ନାହିଁ ଓ ସେ ଖଡ଼୍‍ଗ ନିମନ୍ତେ ଅପେକ୍ଷିତ; 23. ସେ ଖାଦ୍ୟ ନିମନ୍ତେ ବାହାରେ ବୁଲି କହଇ, ତାହା କାହିଁ? ଅନ୍ଧକାରର ଦିନ ତାହାର ସନ୍ନିକଟ ବୋଲି ସେ ଜାଣେ । 24. ସଙ୍କଟ ଓ ମନସ୍ତାପ ତାହାକୁ ଭୀତ କରେ; ଯୁଦ୍ଧାର୍ଥେ ସସଜ୍ଜ ରାଜା ତୁଲ୍ୟ ତାହା ତାହାକୁ ପରାସ୍ତ କରେ; 25. କାରଣ ସେ ପରମେଶ୍ଵରଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛି ଓ ସର୍ବଶକ୍ତିମାନଙ୍କ ପ୍ରତିକୂଳରେ ଗର୍ବାଚରଣ କରୁଅଛି; 26. ସେ ଶକ୍ତଗ୍ରୀବ ହୋଇ ଆପଣା ଢାଲର ସ୍ଥୂଳ ଅଂଶ ଦେଖାଇ ତାହାଙ୍କ ଉପରକୁ ଦୌଡ଼େ; 27. ସେ ଆପଣା ମେଦରେ ଆପଣା ମୁଖ ଆଚ୍ଛାଦନ କଲା ଓ କଟିଦେଶ ହୃଷ୍ଟପୁଷ୍ଟ କଲା; 28. ଆଉ, ସେ ଉଜାଡ଼-ନଗରରେ ନିବାସୀରହିତ ଓ ଢିପି ହେବାକୁ ଉଦ୍ୟତ ଗୃହରେ ବାସ କଲା । 29. ଏଣୁ ସେ ଧନବାନ ହେବ ନାହିଁ, ଅବା ତାହାର ସମ୍ପତ୍ତି ସ୍ଥାୟୀ ହେବ ନାହିଁ; କିଅବା ସେମାନଙ୍କର ଉତ୍ପନ୍ନ ଫଳ ଭୂମିକି ଓହଳିବ ନାହିଁ । 30. ସେ ଅନ୍ଧକାରରୁ ପ୍ରସ୍ଥାନ କରିବ ନାହିଁ, ଅଗ୍ନିଶିଖା ତାହାର ଶାଖା ଶୁଷ୍କ କରିବ ଓ ସେ ତାହାଙ୍କ ମୁଖର ନିଶ୍ଵାସରେ ଉଡ଼ିଯିବ । 31. ସେ ଆପଣାକୁ ଭ୍ରାନ୍ତ କରି ଅସାରତାରେ ବିଶ୍ଵାସ ନ କରୁ; କାରଣ ଅସାରତା ହିଁ ତାହାର ପୁରସ୍କାର ହେବ । 32. ତାହା ଆପଣା ସମୟ ପୂର୍ବେ ଶେଷ ପାଇବ ଓ ତାହାର ଶାଖା ସତେଜ ହେବ ନାହିଁ । 33. ସେ ଦ୍ରାକ୍ଷାଲତା ନ୍ୟାୟ ଆପଣା ଅପକ୍ଵ ଫଳ ଝାଡ଼ି ପକାଇବ ଓ ଜୀତବୃକ୍ଷ ନ୍ୟାୟ ଆପଣା ଫୁଲ ପକାଇ ଦେବ । 34. କାରଣ ଅଧାର୍ମିକମାନଙ୍କ ସଙ୍ଗୀଦଳ ଅଫଳ ହେବେ ଓ ଅଗ୍ନି ଲାଞ୍ଚର ତମ୍ଵୁସବୁ ଗ୍ରାସ କରିବ । 35. ସେମାନେ ଅନିଷ୍ଟ ଗର୍ଭଧାରଣ କରି ଅଧର୍ମ ପ୍ରସବ କରନ୍ତି ଓ ସେମାନଙ୍କ ଉଦର ପ୍ରତାରଣା ପ୍ରସ୍ତୁତ କରେ ।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
×

Alert

×

Oriya Letters Keypad References