ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଆୟୁବ ପୁସ୍ତକ

ରେକର୍ଡଗୁଡିକ

ଆୟୁବ ପୁସ୍ତକ ଅଧ୍ୟାୟ 9

1 ଏଥିରେ ଆୟୁବ ଉତ୍ତର କରି କହିଲା, 2 ଏହା ସତ୍ୟ ବୋଲି ମୁଁ ନିଶ୍ଚୟ ଜାଣେ; ମାତ୍ର କିରୂପେ ମନୁଷ୍ୟ ପରମେଶ୍ଵରଙ୍କ ନିକଟରେ ଧାର୍ମିକ ହୋଇପାରେ? 3 ସେ ତାହା ସଙ୍ଗେ ବାଦାନୁବାଦ କରିବାକୁ ଇଚ୍ଛା କଲେ, ମନୁଷ୍ୟ ତାହାଙ୍କୁ ସହସ୍ର କଥା ମଧ୍ୟରୁ ଗୋଟିକର ଉତ୍ତର ଦେଇପାରିବ ନାହିଁ । 4 ସେ ମନରେ ଜ୍ଞାନବାନ ଓ ବଳରେ ପରାକ୍ରାନ୍ତ; କିଏ ତାହାଙ୍କ ବିରୁଦ୍ଧରେ ଆପଣାକୁ ପ୍ରବଳ କରି ମଙ୍ଗଳ ପାଇଅଛି? 5 ସେ ପର୍ବତଗଣକୁ ସ୍ଥାନାନ୍ତର କରନ୍ତି, ସେ ଆପଣା କ୍ରୋଧରେ ସେମାନଙ୍କୁ ଓଲଟାଇ ପକାଇବା ବେଳେ ସେମାନେ ତାହା ଜାଣନ୍ତି ନାହିଁ । 6 ସେ ପୃଥିବୀକି ସ୍ଵସ୍ଥାନରୁ ହଲାଇ ଦିଅନ୍ତି ଓ ତହିଁର ସ୍ତମ୍ଭମାନ ଟଳଟଳ ହୁଏ । 7 ସେ ବାରଣ କଲେ, ସୂର୍ଯ୍ୟ ଉଦିତ ହୁଏ ନାହିଁ ଓ ସେ ତାରାଗଣକୁ ବନ୍ଦ କରି ମୁଦ୍ରାଙ୍କିତ କରନ୍ତି । 8 ସେ ଏକାକୀ ଆକାଶମଣ୍ତଳ ପ୍ରସାରନ୍ତି ଓ ସମୁଦ୍ରର ତରଙ୍ଗ ଉପରେ ଗମନ କରନ୍ତି । 9 ସେ ସପ୍ତର୍ଷି, ମୃଗଶୀର୍ଷ ଓ କୃତ୍ତିକା ଓ ଦକ୍ଷିଣସ୍ଥ ମଣ୍ତଳ ସୃଷ୍ଟି କରନ୍ତି। 10 ସେ ଅନୁଦ୍ଦେଶ୍ୟ ମହାକାର୍ଯ୍ୟ ଓ ଅସଂଖ୍ୟ ଆଶ୍ଚର୍ଯ୍ୟ-କ୍ରିୟା କରନ୍ତି । 11 ଦେଖ, ସେ ମୋʼ ନିକଟରେ ଗମନ କରନ୍ତି, ମାତ୍ର ମୁଁ ତାହାଙ୍କୁ ଦେଖେ ନାହିଁ; ମଧ୍ୟ ସେ ଚାଲିଗଲେ, ମୁଁ ତାହାଙ୍କୁ ଚିହ୍ନେ ନାହିଁ । 12 ଦେଖ, ସେ ଶିକାର ଧରିଲେ, କିଏ ତାହାଙ୍କୁ ନିବାରଣ କରି ପା ⇧ ର? ତୁମ୍ଭେ କଅଣ କରୁଅଛ, ଏହା କିଏ ତାହାଙ୍କୁ କହିବ? 13 ପରମେଶ୍ଵର ଆପଣା କ୍ରୋଧ ସମ୍ଵରଣ କରିବେ ନାହିଁ; ରାହବର ସହାୟଗଣ ତାହାଙ୍କ ପାଦ ତଳେ ନତ ହୁଅନ୍ତି । 14 ତେବେ ମୁଁ ତାହାଙ୍କୁ କେତେ ଅଳ୍ପ ଉତ୍ତର ଦେବି? ଓ ତାହାଙ୍କ ସଙ୍ଗେ ଯୁକ୍ତି କରିବାକୁ ଆପଣା କଥା ବାଛିବି? 15 ମୁଁ ଧାର୍ମିକ ହେଲେ ହେଁ ତାହାଙ୍କୁ ଉତ୍ତର ଦିଅନ୍ତି ନାହିଁ; ମୁଁ ଆପଣା ବିପକ୍ଷ ନିକଟରେ ବିନତି କରନ୍ତି । 16 ଯେବେ ମୁଁ ଡାକିଥାʼନ୍ତି ଓ ସେ ମୋତେ ଉତ୍ତର ଦେଇଥାʼନ୍ତେ, ତେବେ ହେଁ ସେ ମୋʼ ରବରେ ମନୋଯୋଗ କଲେ ବୋଲି ମୁଁ ବିଶ୍ଵାସ କରନ୍ତି ନାହିଁ । 17 କାରଣ ସେ ବତାସରେ ମୋତେ ଭାଙ୍ଗି ପକାନ୍ତି ଓ ଅକାରଣରେ ମୋହର କ୍ଷତ ବୃଦ୍ଧି କରନ୍ତି । 18 ସେ ମୋତେ ନିଶ୍ଵାସ ମାରିବାକୁ ଦିଅନ୍ତି ନାହିଁ, ମାତ୍ର ମୋତେ ତିକ୍ତତାରେ ପୂର୍ଣ୍ଣ କରନ୍ତି । 19 ଆମ୍ଭେମାନେ ବିକ୍ରମୀର ବଳର କଥା କହିଲେ, ଦେଖ, ସେ ଅଛନ୍ତି! ଓ ବିଚାରର କଥା କହିଲେ, କିଏ ମୋʼ ପାଇଁ ସମୟ ନିରୂପଣ କରିବ? 20 ମୁଁ ଧାର୍ମିକ ହେଲେ ହେଁ ମୋର ନିଜ ମୁଖ ମୋତେ ଦୋଷୀ କରିବ । ମୁଁ ସିଦ୍ଧ ହେଲେ ହେଁ ମୋତେ କୁଟିଳ ବୋଲି ତାହା ପ୍ରମାଣ କରିବ । 21 ମୁଁ ସିଦ୍ଧ, ମୁଁ ଆପଣାକୁ ମାନ୍ୟ କରେ ନାହିଁ; ମୁଁ ଆପଣା ଜୀବନକୁ ତୁଚ୍ଛ କରେ । 22 ସବୁ ତ ସମାନ; ଏଥିପାଇଁ ମୁଁ କହେ, ସେ ସିଦ୍ଧ ଓ ଦୁଷ୍ଟକୁ ସଂହାର କରନ୍ତି । 23 ଯେବେ କୋରଡ଼ା ହଠାତ୍ ମାରିପକାଏ, ସେ ନିର୍ଦ୍ଦୋଷର ପରୀକ୍ଷାରେ ହସିବେ । 24 ପୃଥିବୀ ଦୁଷ୍ଟମାନଙ୍କ ହସ୍ତରେ ସମର୍ପିତ ହୋଇଅଛି; ସେ ତହିଁର ବିଚାରକର୍ତ୍ତୃଗଣର ମୁଖ ଆଚ୍ଛାଦନ କରନ୍ତି; ଯେବେ ସେ ନ କରନ୍ତି, ତେବେ ଆଉ କିଏ? 25 ମୋହର ଦିନସବୁ ଡାକ ଅପେକ୍ଷା ଶୀଘ୍ରଗାମୀ; ତାହାସବୁ ପଳାଇଯାଏ, କୌଣସି ମଙ୍ଗଳର ଦର୍ଶନ ପାଏ ନାହିଁ । 26 ତାହାସବୁ ବେଗଗାମୀ ଜାହାଜ ପରି ଓ ଶିକାର ଉପରେ ଝାମ୍ପ ମାରିବା ଉତ୍କ୍ରୋଶ ପକ୍ଷୀ ପରି ଚାଲିଯାଏ । 27 ଯେବେ ମୁଁ କହେ, ମୁଁ ଆପଣା ବିଳାପ ଭୁଲିଯିବି, ମୁଁ ଆପଣା ବିଷଣ୍ଣ ମୁଖ ଦୂର କରି ହୃଷ୍ଟଚିତ୍ତ ହେବି; 28 ମୁଁ ଆପଣା ସକଳ ଦୁଃଖ ବିଷୟରେ ଭୀତ ହୁଏ, ମୁଁ ଜାଣେ, ତୁମ୍ଭେ ମୋତେ ନିର୍ଦ୍ଦୋଷ ଜ୍ଞାନ କରିବ ନାହିଁ । 29 ମୁଁ ଦୋଷୀକୃତ ହେବି; ତେବେ ମୁଁ କାହିଁକି ବୃଥା ପରିଶ୍ରମ କରୁଅଛି? 30 ଯେବେ ମୁଁ ହିମଜଳରେ ଆପଣାକୁ ଧୌତ କରେ ଓ ଆପଣା ହସ୍ତ ଅତିଶୟ ପରିଷ୍କାର କରେ, 31 ତେବେ ହେଁ ତୁମ୍ଭେ ମୋତେ ଗର୍ତ୍ତରେ ମଗ୍ନ କରିବ ଓ ମୋହର ନିଜ ବସ୍ତ୍ର ମୋତେ ଘୃଣା କରିବ । 32 କାରଣ ସେ ମୋʼ ପରି ମନୁଷ୍ୟ ନୁହନ୍ତି ଯେ, ମୁଁ ତାହାଙ୍କୁ ଉତ୍ତର ଦେବି ଓ ଆମ୍ଭେମାନେ ଏକତ୍ର ବିଚାରସ୍ଥାନକୁ ଆସିବା । 33 ଆମ୍ଭ ଦୁହିଁଙ୍କ ଉପରେ ହସ୍ତାର୍ପଣ କରିବାକୁ ସମର୍ଥ କୌଣସି ମଧ୍ୟସ୍ଥ ଆମ୍ଭମାନଙ୍କ ମଧ୍ୟରେ ନାହିଁ । 34 ସେ ମୋʼଠାରୁ ଆପଣା ଯଷ୍ଟି ଦୂର କରନ୍ତୁ ଓ ତାହାଙ୍କ ଭୟଙ୍କରତା ମୋତେ ଭୀତ ନ କରୁ; 35 ତେବେ ମୁଁ ତାହାଙ୍କୁ ଭୟ ନ କରି କଥା କହିବି; କାରଣ ମୁଁ ନିଜେ ସେରୂପ ନୁହେଁ ।
1. ଏଥିରେ ଆୟୁବ ଉତ୍ତର କରି କହିଲା, 2. ଏହା ସତ୍ୟ ବୋଲି ମୁଁ ନିଶ୍ଚୟ ଜାଣେ; ମାତ୍ର କିରୂପେ ମନୁଷ୍ୟ ପରମେଶ୍ଵରଙ୍କ ନିକଟରେ ଧାର୍ମିକ ହୋଇପାରେ? 3. ସେ ତାହା ସଙ୍ଗେ ବାଦାନୁବାଦ କରିବାକୁ ଇଚ୍ଛା କଲେ, ମନୁଷ୍ୟ ତାହାଙ୍କୁ ସହସ୍ର କଥା ମଧ୍ୟରୁ ଗୋଟିକର ଉତ୍ତର ଦେଇପାରିବ ନାହିଁ । 4. ସେ ମନରେ ଜ୍ଞାନବାନ ଓ ବଳରେ ପରାକ୍ରାନ୍ତ; କିଏ ତାହାଙ୍କ ବିରୁଦ୍ଧରେ ଆପଣାକୁ ପ୍ରବଳ କରି ମଙ୍ଗଳ ପାଇଅଛି? 5. ସେ ପର୍ବତଗଣକୁ ସ୍ଥାନାନ୍ତର କରନ୍ତି, ସେ ଆପଣା କ୍ରୋଧରେ ସେମାନଙ୍କୁ ଓଲଟାଇ ପକାଇବା ବେଳେ ସେମାନେ ତାହା ଜାଣନ୍ତି ନାହିଁ । 6. ସେ ପୃଥିବୀକି ସ୍ଵସ୍ଥାନରୁ ହଲାଇ ଦିଅନ୍ତି ଓ ତହିଁର ସ୍ତମ୍ଭମାନ ଟଳଟଳ ହୁଏ । 7. ସେ ବାରଣ କଲେ, ସୂର୍ଯ୍ୟ ଉଦିତ ହୁଏ ନାହିଁ ଓ ସେ ତାରାଗଣକୁ ବନ୍ଦ କରି ମୁଦ୍ରାଙ୍କିତ କରନ୍ତି । 8. ସେ ଏକାକୀ ଆକାଶମଣ୍ତଳ ପ୍ରସାରନ୍ତି ଓ ସମୁଦ୍ରର ତରଙ୍ଗ ଉପରେ ଗମନ କରନ୍ତି । 9. ସେ ସପ୍ତର୍ଷି, ମୃଗଶୀର୍ଷ ଓ କୃତ୍ତିକା ଓ ଦକ୍ଷିଣସ୍ଥ ମଣ୍ତଳ ସୃଷ୍ଟି କରନ୍ତି। 10. ସେ ଅନୁଦ୍ଦେଶ୍ୟ ମହାକାର୍ଯ୍ୟ ଓ ଅସଂଖ୍ୟ ଆଶ୍ଚର୍ଯ୍ୟ-କ୍ରିୟା କରନ୍ତି । 11. ଦେଖ, ସେ ମୋʼ ନିକଟରେ ଗମନ କରନ୍ତି, ମାତ୍ର ମୁଁ ତାହାଙ୍କୁ ଦେଖେ ନାହିଁ; ମଧ୍ୟ ସେ ଚାଲିଗଲେ, ମୁଁ ତାହାଙ୍କୁ ଚିହ୍ନେ ନାହିଁ । 12. ଦେଖ, ସେ ଶିକାର ଧରିଲେ, କିଏ ତାହାଙ୍କୁ ନିବାରଣ କରି ପା ⇧ ର? ତୁମ୍ଭେ କଅଣ କରୁଅଛ, ଏହା କିଏ ତାହାଙ୍କୁ କହିବ? 13. ପରମେଶ୍ଵର ଆପଣା କ୍ରୋଧ ସମ୍ଵରଣ କରିବେ ନାହିଁ; ରାହବର ସହାୟଗଣ ତାହାଙ୍କ ପାଦ ତଳେ ନତ ହୁଅନ୍ତି । 14. ତେବେ ମୁଁ ତାହାଙ୍କୁ କେତେ ଅଳ୍ପ ଉତ୍ତର ଦେବି? ଓ ତାହାଙ୍କ ସଙ୍ଗେ ଯୁକ୍ତି କରିବାକୁ ଆପଣା କଥା ବାଛିବି? 15. ମୁଁ ଧାର୍ମିକ ହେଲେ ହେଁ ତାହାଙ୍କୁ ଉତ୍ତର ଦିଅନ୍ତି ନାହିଁ; ମୁଁ ଆପଣା ବିପକ୍ଷ ନିକଟରେ ବିନତି କରନ୍ତି । 16. ଯେବେ ମୁଁ ଡାକିଥାʼନ୍ତି ଓ ସେ ମୋତେ ଉତ୍ତର ଦେଇଥାʼନ୍ତେ, ତେବେ ହେଁ ସେ ମୋʼ ରବରେ ମନୋଯୋଗ କଲେ ବୋଲି ମୁଁ ବିଶ୍ଵାସ କରନ୍ତି ନାହିଁ । 17. କାରଣ ସେ ବତାସରେ ମୋତେ ଭାଙ୍ଗି ପକାନ୍ତି ଓ ଅକାରଣରେ ମୋହର କ୍ଷତ ବୃଦ୍ଧି କରନ୍ତି । 18. ସେ ମୋତେ ନିଶ୍ଵାସ ମାରିବାକୁ ଦିଅନ୍ତି ନାହିଁ, ମାତ୍ର ମୋତେ ତିକ୍ତତାରେ ପୂର୍ଣ୍ଣ କରନ୍ତି । 19. ଆମ୍ଭେମାନେ ବିକ୍ରମୀର ବଳର କଥା କହିଲେ, ଦେଖ, ସେ ଅଛନ୍ତି! ଓ ବିଚାରର କଥା କହିଲେ, କିଏ ମୋʼ ପାଇଁ ସମୟ ନିରୂପଣ କରିବ? 20. ମୁଁ ଧାର୍ମିକ ହେଲେ ହେଁ ମୋର ନିଜ ମୁଖ ମୋତେ ଦୋଷୀ କରିବ । ମୁଁ ସିଦ୍ଧ ହେଲେ ହେଁ ମୋତେ କୁଟିଳ ବୋଲି ତାହା ପ୍ରମାଣ କରିବ । 21. ମୁଁ ସିଦ୍ଧ, ମୁଁ ଆପଣାକୁ ମାନ୍ୟ କରେ ନାହିଁ; ମୁଁ ଆପଣା ଜୀବନକୁ ତୁଚ୍ଛ କରେ । 22. ସବୁ ତ ସମାନ; ଏଥିପାଇଁ ମୁଁ କହେ, ସେ ସିଦ୍ଧ ଓ ଦୁଷ୍ଟକୁ ସଂହାର କରନ୍ତି । 23. ଯେବେ କୋରଡ଼ା ହଠାତ୍ ମାରିପକାଏ, ସେ ନିର୍ଦ୍ଦୋଷର ପରୀକ୍ଷାରେ ହସିବେ । 24. ପୃଥିବୀ ଦୁଷ୍ଟମାନଙ୍କ ହସ୍ତରେ ସମର୍ପିତ ହୋଇଅଛି; ସେ ତହିଁର ବିଚାରକର୍ତ୍ତୃଗଣର ମୁଖ ଆଚ୍ଛାଦନ କରନ୍ତି; ଯେବେ ସେ ନ କରନ୍ତି, ତେବେ ଆଉ କିଏ? 25. ମୋହର ଦିନସବୁ ଡାକ ଅପେକ୍ଷା ଶୀଘ୍ରଗାମୀ; ତାହାସବୁ ପଳାଇଯାଏ, କୌଣସି ମଙ୍ଗଳର ଦର୍ଶନ ପାଏ ନାହିଁ । 26. ତାହାସବୁ ବେଗଗାମୀ ଜାହାଜ ପରି ଓ ଶିକାର ଉପରେ ଝାମ୍ପ ମାରିବା ଉତ୍କ୍ରୋଶ ପକ୍ଷୀ ପରି ଚାଲିଯାଏ । 27. ଯେବେ ମୁଁ କହେ, ମୁଁ ଆପଣା ବିଳାପ ଭୁଲିଯିବି, ମୁଁ ଆପଣା ବିଷଣ୍ଣ ମୁଖ ଦୂର କରି ହୃଷ୍ଟଚିତ୍ତ ହେବି; 28. ମୁଁ ଆପଣା ସକଳ ଦୁଃଖ ବିଷୟରେ ଭୀତ ହୁଏ, ମୁଁ ଜାଣେ, ତୁମ୍ଭେ ମୋତେ ନିର୍ଦ୍ଦୋଷ ଜ୍ଞାନ କରିବ ନାହିଁ । 29. ମୁଁ ଦୋଷୀକୃତ ହେବି; ତେବେ ମୁଁ କାହିଁକି ବୃଥା ପରିଶ୍ରମ କରୁଅଛି? 30. ଯେବେ ମୁଁ ହିମଜଳରେ ଆପଣାକୁ ଧୌତ କରେ ଓ ଆପଣା ହସ୍ତ ଅତିଶୟ ପରିଷ୍କାର କରେ, 31. ତେବେ ହେଁ ତୁମ୍ଭେ ମୋତେ ଗର୍ତ୍ତରେ ମଗ୍ନ କରିବ ଓ ମୋହର ନିଜ ବସ୍ତ୍ର ମୋତେ ଘୃଣା କରିବ । 32. କାରଣ ସେ ମୋʼ ପରି ମନୁଷ୍ୟ ନୁହନ୍ତି ଯେ, ମୁଁ ତାହାଙ୍କୁ ଉତ୍ତର ଦେବି ଓ ଆମ୍ଭେମାନେ ଏକତ୍ର ବିଚାରସ୍ଥାନକୁ ଆସିବା । 33. ଆମ୍ଭ ଦୁହିଁଙ୍କ ଉପରେ ହସ୍ତାର୍ପଣ କରିବାକୁ ସମର୍ଥ କୌଣସି ମଧ୍ୟସ୍ଥ ଆମ୍ଭମାନଙ୍କ ମଧ୍ୟରେ ନାହିଁ । 34. ସେ ମୋʼଠାରୁ ଆପଣା ଯଷ୍ଟି ଦୂର କରନ୍ତୁ ଓ ତାହାଙ୍କ ଭୟଙ୍କରତା ମୋତେ ଭୀତ ନ କରୁ; 35. ତେବେ ମୁଁ ତାହାଙ୍କୁ ଭୟ ନ କରି କଥା କହିବି; କାରଣ ମୁଁ ନିଜେ ସେରୂପ ନୁହେଁ ।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
×

Alert

×

Oriya Letters Keypad References