ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିହୋଶୂୟ

ଯିହୋଶୂୟ ଅଧ୍ୟାୟ 9

1 ଅନନ୍ତର ଯର୍ଦ୍ଦନ ଏପାରସ୍ଥ ସମୁଦାୟ ରାଜଗଣ, ଅର୍ଥାତ୍, ପର୍ବତ ଓ ତଳଭୂମି ନିବାସୀ ଓ ଲିବାନୋନ୍ ସମ୍ମୁଖସ୍ଥ ମହାସମୁଦ୍ରର ସମସ୍ତ ତୀର ନିବାସୀ ହିତ୍ତୀୟ ଓ ଇମୋରୀୟ ଓ କିଣାନୀୟ ଓ ପିରିଷୀୟ ଓ ହିବ୍ବୀୟ ଓ ଯିବୁଷୀୟ ରାଜଗଣୟ ଏହି କଥା ଶୁଣିଲେ; 2 ତହିଁରେ ସେମାନେ ଏକ ମନରେ ଯିହୋଶୂୟ ଓ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଏକତ୍ର ହେଲେ । 3 ମାତ୍ର ଯିରୀହୋ ପ୍ରତି ଓ ଅୟ ପ୍ରତି ଯିହୋଶୂୟ ଯେ ଯେ କର୍ମ କରିଥିଲେ, ତାହା ଯେତେବେଳେ ଗିବିୟୋନ ନିବାସୀମାନେ ଶୁଣିଲେ, 4 ସେତେବେଳେ ସେମାନେ ମଧ୍ୟ ସତର୍କ ହୋଇ କର୍ମ କଲେ, ସେମାନେ ଯାଇ ରାଜଦୂତ ବେଶ ଧରି ଆପଣା ଆପଣା ଗର୍ଦ୍ଦଭ ଉପରେ ପୁରୁଣା ଅଖା, ପୁଣି ପୁରୁଣା ଓ ଚିରା ଓ ଗଣ୍ଠିପଡ଼ା ଦ୍ରାକ୍ଷାରସ କୁମ୍ପା ନଦିଲେ; 5 ଆଉ ସେମାନଙ୍କ ପାଦରେ ପୁରୁଣା ଓ ତାଳିପଡ଼ା ଜୋତା, ପୁଣି ଦେହରେ ପୁରୁଣା ଲୁଗା ଦେଲେ; ପୁଣି ସେମାନଙ୍କ ପାଥେୟ ରୋଟୀ ଶୁଖିଲା ଓ ଗମରା ହୋଇ ଯାଇଥିଲା । 6 ଏହିରୂପେ ସେମାନେ ଗିଲ୍ଗଲ୍ସ୍ଥିତ ଛାଉଣିକି ଯିହୋଶୂୟଙ୍କ ନିକଟକୁ ଯାଇ ତାଙ୍କୁ ଓ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, ଆମ୍ଭେମାନେ ଦୂର ଦେଶରୁ ଆସିଲୁ, ଏଣୁ ତୁମ୍ଭେମାନେ ଏବେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କର । 7 ତହିଁରେ ଇସ୍ରାଏଲୀୟ ଲୋକମାନେ ସେହି ହିବ୍ବୀୟ-ମାନଙ୍କୁ ଉତ୍ତର କଲେ, କେଜାଣି ତୁମ୍ଭେମାନେ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଥିବ; ଆମ୍ଭେମାନେ କିପରି ତୁମ୍ଭମାନଙ୍କ ସହିତ ନିୟମ କରି ପାରିବୁ? 8 ତହୁଁ ସେମାନେ ଯିହୋଶୂୟଙ୍କୁ କହିଲେ, ଆମ୍ଭେମାନେ ଆପଣଙ୍କର ଦାସ । ତେବେ ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେମାନେ କିଏ? ପୁଣି କେଉଁଠାରୁ ଆସିଅଛ? 9 ସେମାନେ ତାଙ୍କୁ କହିଲେ, ସଦାପ୍ରଭୁ ଆପଣଙ୍କ ପରମେଶ୍ଵରଙ୍କ ନାମ ସକାଶୁ ଆପଣଙ୍କ ଦାସମାନେ ଅତି ଦୂର ଦେଶରୁ ଆସିଅଛନ୍ତି; କାରଣ ତାହାଙ୍କର କୀର୍ତ୍ତି ଓ ସେ ମିସରରେ ଯେସମସ୍ତ କର୍ମ କରିଅଛନ୍ତି, 10 ପୁଣି ସେ ଯର୍ଦ୍ଦନ ସେପାରିସ୍ଥ ହିଷ୍ବୋନ୍-ରାଜା ସୀହୋନ ଓ ଅଷ୍ଟାରୋତ୍ ନିବାସୀ ବାଶନ-ରାଜା ଓଗ୍, ଇମୋରୀୟମାନଙ୍କ ଏହି ଦୁଇ ରାଜା ପ୍ରତି ଯେ ଯେ କର୍ମ କରିଅଛନ୍ତି, ତାହାସବୁ ଆମ୍ଭେମାନେ ଶୁଣିଅଛୁ । 11 ଏହେତୁ ଆମ୍ଭମାନଙ୍କ ପ୍ରାଚୀନବର୍ଗ ଓ ଦେଶ ନିବାସୀ ସମସ୍ତେ ଆମ୍ଭମାନଙ୍କୁ କହିଲେ, ତୁମ୍ଭେମାନେ ହସ୍ତରେ ପାଥେୟ ଦ୍ରବ୍ୟ ନେଇ ସେମାନଙ୍କ ସହିତ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ ଏହି କଥା କୁହ, ଆମ୍ଭେମାନେ ଆପଣମାନଙ୍କ ଦାସ; ଏଣୁ ଆପଣମାନେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କରନ୍ତୁ । 12 ଆମ୍ଭେମାନେ ଆପଣମାନଙ୍କ ନିକଟକୁ ଆସିବା ନିମନ୍ତେ ଯାତ୍ରା କରିବା ଦିନ ଗୃହରୁ ତତଲା ରୋଟୀ ଆଣିଥିଲୁ; ମାତ୍ର ଏବେ ଦେଖନ୍ତୁ, ତାହା ଶୁଖିଲା ଓ ଗମରା ହୋଇଯାଇଅଛି । 13 ପୁଣି ଏହି ଯେସବୁ ଦ୍ରାକ୍ଷାରସ-କୁମ୍ପା ଭର୍ତ୍ତି କରି ଆଣିଥିଲୁ, ତାହା ନୂଆ ଥିଲା, ମାତ୍ର ଦେଖନ୍ତୁ, ସବୁ ଆସି ଚିରି ଗଲାଣି; ଆଉ ଆମ୍ଭମାନଙ୍କ ଏହି ଲୁଗା ଓ ଜୋତା ଅତି ଦୂର ଯାତ୍ରା ସକାଶୁ ପୁରୁଣା ହୋଇଗଲାଣି । 14 ତହିଁରେ (ଇସ୍ରାଏଲ) ଲୋକମାନେ ସେମାନଙ୍କ ପାଥେୟ ଦ୍ରବ୍ୟ ଗ୍ରହଣ କଲେ, ଆଉ ସଦାପ୍ରଭୁଙ୍କ ମୁଖରୁ ପରାମର୍ଶ ଲୋଡ଼ିଲେ ନାହିଁ । 15 ପୁଣି ଯିହୋଶୂୟ ସେମାନଙ୍କ ସହିତ ସନ୍ଧି କଲେ ଓ ସେମାନଙ୍କୁ ଜୀବିତ ରଖିବାକୁ ନିୟମ କଲେ, ଆଉ ମଣ୍ତଳୀର ଅଧିପତିମାନେ ସେମାନଙ୍କ ନିକଟରେ ଶପଥ କଲେ । 16 ଏହିରୂପେ ସେମାନଙ୍କ ସହିତ ନିୟମ ସ୍ଥିର କରିବାର ତିନି ଦିନ ଗତ ହୁଅନ୍ତେ, ସେମାନେ ଶୁଣିଲେ ଯେ, ଏମାନେ ଆମ୍ଭମାନଙ୍କ ନିକଟସ୍ଥ ଲୋକ ଓ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛନ୍ତି । 17 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ତୃତୀୟ ଦିବସରେ ସେମାନଙ୍କ ନଗରମାନଙ୍କରେ ଉପସ୍ଥିତ ହେଲେ । ଗିବିୟୋନ୍ ଓ କଫୀରା ଓ ବେରୋତ୍ ଓ କିରୀୟତ୍ ଯିଆରିମ୍ ସେମାନଙ୍କ ନଗର ଥିଲା । 18 ମାତ୍ର ମଣ୍ତଳୀର ଅଧିପତିଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ନାମରେ ସେମାନଙ୍କ ସହିତ ଶପଥ କରିଥିବାରୁ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ ଆଘାତ କଲେ ନାହିଁ, ଏହେତୁ ସମସ୍ତ ମଣ୍ତଳୀ ଅଧିପତିମାନଙ୍କ ବିରୁଦ୍ଧରେ ବଚସା କରିବାକୁ ଲାଗିଲେ । 19 ତହିଁରେ ଅଧିପତିଗଣ ସମସ୍ତ ମଣ୍ତଳୀକି କହିଲେ, ଆମ୍ଭେମାନେ ସେମାନଙ୍କ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ନାମରେ ଶପଥ କରିଅଛୁ, ଏହେତୁ ଏବେ ସେମାନଙ୍କୁ ସ୍ପର୍ଶ କରି ନ ପାରୁ । 20 ଆମ୍ଭେମାନେ ସେମାନଙ୍କ ପ୍ରତି ଏହା କରିବା, ସେମାନଙ୍କୁ ଜୀବନରେ ରଖିବା; ନୋହିଲେ ସେମାନଙ୍କ ସହିତ ଯେଉଁ ଶପଥ କରିଅଛୁ, ସେହି ଶପଥ ସକାଶୁ ଆମ୍ଭମାନଙ୍କ ପ୍ରତି କ୍ରୋଧ ଉପସ୍ଥିତ ହେବ । 21 ଏନିମନ୍ତେ ଅଧିପତିମାନେ ସେମାନଙ୍କୁ କହିଲେ, ଏମାନେ ଜୀବିତ ଥାଉନ୍ତୁ; ମାତ୍ର ଅଧିପତିଗଣର ବାକ୍ୟାନୁସାରେ ସେମାନେ ସମସ୍ତ ମଣ୍ତଳୀର କାଠକଟାଳୀ ଓ ଜଳକଢ଼ାଳୀ ହେବେ । 22 ଏଉତ୍ତାରେ ଯିହୋଶୂୟ ସେମାନଙ୍କୁ ଡକାଇ କହିଲେ, ‘ଆମ୍ଭେମାନେ ତୁମ୍ଭମାନଙ୍କଠାରୁ ଅତି ଦୂରସ୍ଥ ଲୋକʼ ଏହା କହି କିହେତୁ ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରବଞ୍ଚନା କଲ? ତୁମ୍ଭେମାନେ ତ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛ । 23 ଏନିମନ୍ତେ ଏବେ ତୁମ୍ଭେମାନେ ଶାପଗ୍ରସ୍ତ ହେଲ; ଆମ୍ଭ ପରମେଶ୍ଵରଙ୍କ ଗୃହର କାଠକଟାଳୀ ଓ ଜଳକଢ଼ାଳୀ ହେବା ପାଇଁ ତୁମ୍ଭମାନଙ୍କ ମଧ୍ୟରୁ ବନ୍ଧାଦାସର ଅଭାବ ହେବ ନାହିଁ । 24 ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ । 25 ଏବେ ଦେଖନ୍ତୁ, ଆମ୍ଭେମାନେ ଆପଣଙ୍କ ହସ୍ତରେ ଅଛୁ, ଆମ୍ଭମାନଙ୍କ ପ୍ରତି ଯାହା କରିବା ଆପଣଙ୍କ ଦୃଷ୍ଟିରେ ଉତ୍ତମ ଓ ନ୍ୟାୟ, ତାହା କରନ୍ତୁ । 26 ତହିଁରେ ସେ ସେମାନଙ୍କ ପ୍ରତି ତାହା ହିଁ କରି ଇସ୍ରାଏଲ-ସନ୍ତାନଗଣ ହସ୍ତରୁ ରକ୍ଷା କଲେ, ଏଣୁ ସେମାନେ ସେମାନଙ୍କୁ ବଧ କଲେ ନାହିଁ । 27 ଆଉ ଯିହୋଶୂୟ ସେମାନଙ୍କୁ ସେହି ଦିନରୁ ଆଜିଯାଏ, ସଦାପ୍ରଭୁଙ୍କ ମନୋନୀତ ସ୍ଥାନରେ ମଣ୍ତଳୀର ଓ ସଦାପ୍ରଭୁଙ୍କ ଯଜ୍ଞବେଦିର କାଠକଟାଳୀ ଓ ଜଳକଢ଼ାଳୀ କଲେ ।
1 ଅନନ୍ତର ଯର୍ଦ୍ଦନ ଏପାରସ୍ଥ ସମୁଦାୟ ରାଜଗଣ, ଅର୍ଥାତ୍, ପର୍ବତ ଓ ତଳଭୂମି ନିବାସୀ ଓ ଲିବାନୋନ୍ ସମ୍ମୁଖସ୍ଥ ମହାସମୁଦ୍ରର ସମସ୍ତ ତୀର ନିବାସୀ ହିତ୍ତୀୟ ଓ ଇମୋରୀୟ ଓ କିଣାନୀୟ ଓ ପିରିଷୀୟ ଓ ହିବ୍ବୀୟ ଓ ଯିବୁଷୀୟ ରାଜଗଣୟ ଏହି କଥା ଶୁଣିଲେ; .::. 2 ତହିଁରେ ସେମାନେ ଏକ ମନରେ ଯିହୋଶୂୟ ଓ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଏକତ୍ର ହେଲେ । .::. 3 ମାତ୍ର ଯିରୀହୋ ପ୍ରତି ଓ ଅୟ ପ୍ରତି ଯିହୋଶୂୟ ଯେ ଯେ କର୍ମ କରିଥିଲେ, ତାହା ଯେତେବେଳେ ଗିବିୟୋନ ନିବାସୀମାନେ ଶୁଣିଲେ, .::. 4 ସେତେବେଳେ ସେମାନେ ମଧ୍ୟ ସତର୍କ ହୋଇ କର୍ମ କଲେ, ସେମାନେ ଯାଇ ରାଜଦୂତ ବେଶ ଧରି ଆପଣା ଆପଣା ଗର୍ଦ୍ଦଭ ଉପରେ ପୁରୁଣା ଅଖା, ପୁଣି ପୁରୁଣା ଓ ଚିରା ଓ ଗଣ୍ଠିପଡ଼ା ଦ୍ରାକ୍ଷାରସ କୁମ୍ପା ନଦିଲେ; .::. 5 ଆଉ ସେମାନଙ୍କ ପାଦରେ ପୁରୁଣା ଓ ତାଳିପଡ଼ା ଜୋତା, ପୁଣି ଦେହରେ ପୁରୁଣା ଲୁଗା ଦେଲେ; ପୁଣି ସେମାନଙ୍କ ପାଥେୟ ରୋଟୀ ଶୁଖିଲା ଓ ଗମରା ହୋଇ ଯାଇଥିଲା । .::. 6 ଏହିରୂପେ ସେମାନେ ଗିଲ୍ଗଲ୍ସ୍ଥିତ ଛାଉଣିକି ଯିହୋଶୂୟଙ୍କ ନିକଟକୁ ଯାଇ ତାଙ୍କୁ ଓ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, ଆମ୍ଭେମାନେ ଦୂର ଦେଶରୁ ଆସିଲୁ, ଏଣୁ ତୁମ୍ଭେମାନେ ଏବେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କର । .::. 7 ତହିଁରେ ଇସ୍ରାଏଲୀୟ ଲୋକମାନେ ସେହି ହିବ୍ବୀୟ-ମାନଙ୍କୁ ଉତ୍ତର କଲେ, କେଜାଣି ତୁମ୍ଭେମାନେ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଥିବ; ଆମ୍ଭେମାନେ କିପରି ତୁମ୍ଭମାନଙ୍କ ସହିତ ନିୟମ କରି ପାରିବୁ? .::. 8 ତହୁଁ ସେମାନେ ଯିହୋଶୂୟଙ୍କୁ କହିଲେ, ଆମ୍ଭେମାନେ ଆପଣଙ୍କର ଦାସ । ତେବେ ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେମାନେ କିଏ? ପୁଣି କେଉଁଠାରୁ ଆସିଅଛ? .::. 9 ସେମାନେ ତାଙ୍କୁ କହିଲେ, ସଦାପ୍ରଭୁ ଆପଣଙ୍କ ପରମେଶ୍ଵରଙ୍କ ନାମ ସକାଶୁ ଆପଣଙ୍କ ଦାସମାନେ ଅତି ଦୂର ଦେଶରୁ ଆସିଅଛନ୍ତି; କାରଣ ତାହାଙ୍କର କୀର୍ତ୍ତି ଓ ସେ ମିସରରେ ଯେସମସ୍ତ କର୍ମ କରିଅଛନ୍ତି, .::. 10 ପୁଣି ସେ ଯର୍ଦ୍ଦନ ସେପାରିସ୍ଥ ହିଷ୍ବୋନ୍-ରାଜା ସୀହୋନ ଓ ଅଷ୍ଟାରୋତ୍ ନିବାସୀ ବାଶନ-ରାଜା ଓଗ୍, ଇମୋରୀୟମାନଙ୍କ ଏହି ଦୁଇ ରାଜା ପ୍ରତି ଯେ ଯେ କର୍ମ କରିଅଛନ୍ତି, ତାହାସବୁ ଆମ୍ଭେମାନେ ଶୁଣିଅଛୁ । .::. 11 ଏହେତୁ ଆମ୍ଭମାନଙ୍କ ପ୍ରାଚୀନବର୍ଗ ଓ ଦେଶ ନିବାସୀ ସମସ୍ତେ ଆମ୍ଭମାନଙ୍କୁ କହିଲେ, ତୁମ୍ଭେମାନେ ହସ୍ତରେ ପାଥେୟ ଦ୍ରବ୍ୟ ନେଇ ସେମାନଙ୍କ ସହିତ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ ଏହି କଥା କୁହ, ଆମ୍ଭେମାନେ ଆପଣମାନଙ୍କ ଦାସ; ଏଣୁ ଆପଣମାନେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କରନ୍ତୁ । .::. 12 ଆମ୍ଭେମାନେ ଆପଣମାନଙ୍କ ନିକଟକୁ ଆସିବା ନିମନ୍ତେ ଯାତ୍ରା କରିବା ଦିନ ଗୃହରୁ ତତଲା ରୋଟୀ ଆଣିଥିଲୁ; ମାତ୍ର ଏବେ ଦେଖନ୍ତୁ, ତାହା ଶୁଖିଲା ଓ ଗମରା ହୋଇଯାଇଅଛି । .::. 13 ପୁଣି ଏହି ଯେସବୁ ଦ୍ରାକ୍ଷାରସ-କୁମ୍ପା ଭର୍ତ୍ତି କରି ଆଣିଥିଲୁ, ତାହା ନୂଆ ଥିଲା, ମାତ୍ର ଦେଖନ୍ତୁ, ସବୁ ଆସି ଚିରି ଗଲାଣି; ଆଉ ଆମ୍ଭମାନଙ୍କ ଏହି ଲୁଗା ଓ ଜୋତା ଅତି ଦୂର ଯାତ୍ରା ସକାଶୁ ପୁରୁଣା ହୋଇଗଲାଣି । .::. 14 ତହିଁରେ (ଇସ୍ରାଏଲ) ଲୋକମାନେ ସେମାନଙ୍କ ପାଥେୟ ଦ୍ରବ୍ୟ ଗ୍ରହଣ କଲେ, ଆଉ ସଦାପ୍ରଭୁଙ୍କ ମୁଖରୁ ପରାମର୍ଶ ଲୋଡ଼ିଲେ ନାହିଁ । .::. 15 ପୁଣି ଯିହୋଶୂୟ ସେମାନଙ୍କ ସହିତ ସନ୍ଧି କଲେ ଓ ସେମାନଙ୍କୁ ଜୀବିତ ରଖିବାକୁ ନିୟମ କଲେ, ଆଉ ମଣ୍ତଳୀର ଅଧିପତିମାନେ ସେମାନଙ୍କ ନିକଟରେ ଶପଥ କଲେ । .::. 16 ଏହିରୂପେ ସେମାନଙ୍କ ସହିତ ନିୟମ ସ୍ଥିର କରିବାର ତିନି ଦିନ ଗତ ହୁଅନ୍ତେ, ସେମାନେ ଶୁଣିଲେ ଯେ, ଏମାନେ ଆମ୍ଭମାନଙ୍କ ନିକଟସ୍ଥ ଲୋକ ଓ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛନ୍ତି । .::. 17 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ତୃତୀୟ ଦିବସରେ ସେମାନଙ୍କ ନଗରମାନଙ୍କରେ ଉପସ୍ଥିତ ହେଲେ । ଗିବିୟୋନ୍ ଓ କଫୀରା ଓ ବେରୋତ୍ ଓ କିରୀୟତ୍ ଯିଆରିମ୍ ସେମାନଙ୍କ ନଗର ଥିଲା । .::. 18 ମାତ୍ର ମଣ୍ତଳୀର ଅଧିପତିଗଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ନାମରେ ସେମାନଙ୍କ ସହିତ ଶପଥ କରିଥିବାରୁ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ ଆଘାତ କଲେ ନାହିଁ, ଏହେତୁ ସମସ୍ତ ମଣ୍ତଳୀ ଅଧିପତିମାନଙ୍କ ବିରୁଦ୍ଧରେ ବଚସା କରିବାକୁ ଲାଗିଲେ । .::. 19 ତହିଁରେ ଅଧିପତିଗଣ ସମସ୍ତ ମଣ୍ତଳୀକି କହିଲେ, ଆମ୍ଭେମାନେ ସେମାନଙ୍କ ସହିତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ନାମରେ ଶପଥ କରିଅଛୁ, ଏହେତୁ ଏବେ ସେମାନଙ୍କୁ ସ୍ପର୍ଶ କରି ନ ପାରୁ । .::. 20 ଆମ୍ଭେମାନେ ସେମାନଙ୍କ ପ୍ରତି ଏହା କରିବା, ସେମାନଙ୍କୁ ଜୀବନରେ ରଖିବା; ନୋହିଲେ ସେମାନଙ୍କ ସହିତ ଯେଉଁ ଶପଥ କରିଅଛୁ, ସେହି ଶପଥ ସକାଶୁ ଆମ୍ଭମାନଙ୍କ ପ୍ରତି କ୍ରୋଧ ଉପସ୍ଥିତ ହେବ । .::. 21 ଏନିମନ୍ତେ ଅଧିପତିମାନେ ସେମାନଙ୍କୁ କହିଲେ, ଏମାନେ ଜୀବିତ ଥାଉନ୍ତୁ; ମାତ୍ର ଅଧିପତିଗଣର ବାକ୍ୟାନୁସାରେ ସେମାନେ ସମସ୍ତ ମଣ୍ତଳୀର କାଠକଟାଳୀ ଓ ଜଳକଢ଼ାଳୀ ହେବେ । .::. 22 ଏଉତ୍ତାରେ ଯିହୋଶୂୟ ସେମାନଙ୍କୁ ଡକାଇ କହିଲେ, ‘ଆମ୍ଭେମାନେ ତୁମ୍ଭମାନଙ୍କଠାରୁ ଅତି ଦୂରସ୍ଥ ଲୋକʼ ଏହା କହି କିହେତୁ ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରବଞ୍ଚନା କଲ? ତୁମ୍ଭେମାନେ ତ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛ । .::. 23 ଏନିମନ୍ତେ ଏବେ ତୁମ୍ଭେମାନେ ଶାପଗ୍ରସ୍ତ ହେଲ; ଆମ୍ଭ ପରମେଶ୍ଵରଙ୍କ ଗୃହର କାଠକଟାଳୀ ଓ ଜଳକଢ଼ାଳୀ ହେବା ପାଇଁ ତୁମ୍ଭମାନଙ୍କ ମଧ୍ୟରୁ ବନ୍ଧାଦାସର ଅଭାବ ହେବ ନାହିଁ । .::. 24 ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ । .::. 25 ଏବେ ଦେଖନ୍ତୁ, ଆମ୍ଭେମାନେ ଆପଣଙ୍କ ହସ୍ତରେ ଅଛୁ, ଆମ୍ଭମାନଙ୍କ ପ୍ରତି ଯାହା କରିବା ଆପଣଙ୍କ ଦୃଷ୍ଟିରେ ଉତ୍ତମ ଓ ନ୍ୟାୟ, ତାହା କରନ୍ତୁ । .::. 26 ତହିଁରେ ସେ ସେମାନଙ୍କ ପ୍ରତି ତାହା ହିଁ କରି ଇସ୍ରାଏଲ-ସନ୍ତାନଗଣ ହସ୍ତରୁ ରକ୍ଷା କଲେ, ଏଣୁ ସେମାନେ ସେମାନଙ୍କୁ ବଧ କଲେ ନାହିଁ । .::. 27 ଆଉ ଯିହୋଶୂୟ ସେମାନଙ୍କୁ ସେହି ଦିନରୁ ଆଜିଯାଏ, ସଦାପ୍ରଭୁଙ୍କ ମନୋନୀତ ସ୍ଥାନରେ ମଣ୍ତଳୀର ଓ ସଦାପ୍ରଭୁଙ୍କ ଯଜ୍ଞବେଦିର କାଠକଟାଳୀ ଓ ଜଳକଢ଼ାଳୀ କଲେ । .::.
  • ଯିହୋଶୂୟ ଅଧ୍ୟାୟ 1  
  • ଯିହୋଶୂୟ ଅଧ୍ୟାୟ 2  
  • ଯିହୋଶୂୟ ଅଧ୍ୟାୟ 3  
  • ଯିହୋଶୂୟ ଅଧ୍ୟାୟ 4  
  • ଯିହୋଶୂୟ ଅଧ୍ୟାୟ 5  
  • ଯିହୋଶୂୟ ଅଧ୍ୟାୟ 6  
  • ଯିହୋଶୂୟ ଅଧ୍ୟାୟ 7  
  • ଯିହୋଶୂୟ ଅଧ୍ୟାୟ 8  
  • ଯିହୋଶୂୟ ଅଧ୍ୟାୟ 9  
  • ଯିହୋଶୂୟ ଅଧ୍ୟାୟ 10  
  • ଯିହୋଶୂୟ ଅଧ୍ୟାୟ 11  
  • ଯିହୋଶୂୟ ଅଧ୍ୟାୟ 12  
  • ଯିହୋଶୂୟ ଅଧ୍ୟାୟ 13  
  • ଯିହୋଶୂୟ ଅଧ୍ୟାୟ 14  
  • ଯିହୋଶୂୟ ଅଧ୍ୟାୟ 15  
  • ଯିହୋଶୂୟ ଅଧ୍ୟାୟ 16  
  • ଯିହୋଶୂୟ ଅଧ୍ୟାୟ 17  
  • ଯିହୋଶୂୟ ଅଧ୍ୟାୟ 18  
  • ଯିହୋଶୂୟ ଅଧ୍ୟାୟ 19  
  • ଯିହୋଶୂୟ ଅଧ୍ୟାୟ 20  
  • ଯିହୋଶୂୟ ଅଧ୍ୟାୟ 21  
  • ଯିହୋଶୂୟ ଅଧ୍ୟାୟ 22  
  • ଯିହୋଶୂୟ ଅଧ୍ୟାୟ 23  
  • ଯିହୋଶୂୟ ଅଧ୍ୟାୟ 24  
×

Alert

×

Oriya Letters Keypad References