ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ହିତୋପଦେଶ

ରେକର୍ଡଗୁଡିକ

ହିତୋପଦେଶ ଅଧ୍ୟାୟ 15

1 କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ । 2 ଜ୍ଞାନୀମାନଙ୍କ ଜିହ୍ଵା ପ୍ରକୃତ ରୂପେ ଜ୍ଞାନ ବ୍ୟକ୍ତ କରେ; ମାତ୍ର ମୂର୍ଖମାନଙ୍କର ମୁଖ ଅଜ୍ଞାନତା ଉଦ୍ଗାର କରେ । 3 ସଦାପ୍ରଭୁଙ୍କ ଚକ୍ଷୁ ସର୍ବତ୍ର ଥାଇ ଅଧମ ଓ ଉତ୍ତମ ଲୋକଙ୍କୁ ନିରୀକ୍ଷଣ କରେ । 4 ଶା; ଜିହ୍ଵା ଜୀବନ-ବୃକ୍ଷ ସ୍ଵରୂପ; ପୁଣି, କୁଟିଳ ଜିହ୍ଵା ଆତ୍ମାଭଙ୍ଗ କରେ । 5 ଅଜ୍ଞାନ ଆପଣା ପିତାର ଶାସନ ହେଳା କରେ; ପୁଣି, ଅନୁଯୋଗ ଯେ ଘେନେ, ସେ ବୁଦ୍ଧି ପ୍ରାପ୍ତ ହୁଏ । 6 ଧାର୍ମିକର ଗୃହରେ ବହୁ ସମ୍ପତ୍ତି ଥାଏ; ପୁଣି, ଦୁଷ୍ଟର ଆୟରେ କ୍ଳେଶ ଥାଏ । 7 ଜ୍ଞାନବାନର ଓଷ୍ଠାଧର ବିଦ୍ୟା ବିତରଣ କରେ; ମାତ୍ର ମୂର୍ଖର ମନ ସେପରି କରେ ନାହିଁ । 8 ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣା ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର । 9 ଦୁଷ୍ଟର ଗତି ସଦାପ୍ରଭୁଙ୍କର ଘୃଣା ବିଷୟ; ମାତ୍ର ଧାର୍ମିକତାର ଅନୁଗାମୀକି ସେ ପ୍ରେମ କରନ୍ତି । 10 ବିପଥଗାମୀ ପ୍ରତି ଦୁଃଖଦାୟକ ଶାସ୍ତି ଘଟେ; ପୁଣି, ଯେଉଁ ଲୋକ ଅନୁଯୋଗ ଘୃଣା କରେ, ସେ ମରିବ । 11 ପାତାଳ ଓ ବିନାଶ-ସ୍ଥାନ ସଦାପ୍ରଭୁଙ୍କ ଅଗ୍ରବର୍ତ୍ତୀ ଥାଏ; ତେବେ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ କି ତତୋଧିକ ନୁହେଁ? 12 ନିନ୍ଦକ ଅନୁଯୋଗ ପାଇବାକୁ ଭଲ ପାଏ ନାହିଁ, ସେ ଜ୍ଞାନୀର ନିକଟକୁ ଯାଏ ନାହିଁ । 13 ଆନନ୍ଦିତ ମନ ମୁଖକୁ ପ୍ରଫୁଲ୍ଲ କରେ; ପୁଣି, ମନର ଶୋକରେ ଆତ୍ମା ଭଗ୍ନ ହୁଏ । 14 ବୁଦ୍ଧିମାନର ମନ ଜ୍ଞାନ ଖୋଜେ; ମାତ୍ର ମୂର୍ଖମାନଙ୍କ ମୁଖ ଅଜ୍ଞାନତା ଆହାର କରେ । 15 ଦୁଃଖୀ ଲୋକର ସବୁ ଦିନ ଅମଙ୍ଗଳ; ମାତ୍ର ଯେ ହୃଷ୍ଟଚିତ୍ତ, ତାହାର ନିତ୍ୟ ଭୋଜ । 16 ଅଶାନ୍ତିଯୁକ୍ତ ବହୁ ସମ୍ପତ୍ତି ଅପେକ୍ଷା ସଦାପ୍ରଭୁଙ୍କ ଭୟଯୁକ୍ତ ଅଳ୍ପତା ଭଲ । 17 ହିଂସା ସହିତ ହୃଷ୍ଟପୁଷ୍ଟ ଗୋମାଂସ ଭୋଜଠୁଁ ପ୍ରେମ ଥିବା ସ୍ଥାନରେ ଶାକାନ୍ନ ଭଲ । 18 କ୍ରୋଧୀ ଲୋକ କଳି ଜନ୍ମାଏ; ପୁଣି, କୋପ କରିବାକୁ ଧୀର ଲୋକ ବିବାଦ କ୍ଷା; କରେ । 19 ଅଳସର ବାଟ କଣ୍ଟାବାଡ଼ ପରି, ମାତ୍ର ସରଳାଚାରୀର ପଥ ରାଜଦାଣ୍ତ ତୁଲ୍ୟ କରାଯାଏ । 20 ଜ୍ଞାନୀ ପୁତ୍ର ପିତାର ଆହ୍ଲାଦ ଜନ୍ମାଏ; ମାତ୍ର ମୂର୍ଖ ପୁତ୍ର ଆପଣା ମାତାକୁ ତୁଚ୍ଛ କରେ । 21 ନିର୍ବୋଧ ପ୍ରତି ଅଜ୍ଞାନତା ଆନନ୍ଦଜନକ; ମାତ୍ର ବୁଦ୍ଧିମାନ ଲୋକ ଆପଣା ଗତି ସରଳ କରେ । 22 ମନ୍ତ୍ରଣା ଅଭାବରେ ସଙ୍କଳ୍ପ ବିଫଳ ହୁଏ; ମାତ୍ର ବହୁତ ମନ୍ତ୍ରୀ ଦ୍ଵାରା ତାହା ସ୍ଥିରୀକୃତ ହୁଏ । 23 ଆପଣା ମୁଖର ଉତ୍ତରରେ ମନୁଷ୍ୟର ଆନନ୍ଦ ହୁଏ, ପୁଣି ଯଥାକାଳର କଥା କିପରି ଉତ୍ତମ! 24 ନୀଚସ୍ଥିତ ପାତାଳକୁ ତ୍ୟାଗ କରିବା ପାଇଁ ବୁଦ୍ଧିମାନ ଲୋକ ନିମନ୍ତେ ଜୀବନର ପଥ ଊର୍ଦ୍ଧ୍ଵଗାମୀ । 25 ଗର୍ବୀ ଲୋକର ଗୃହ ସଦାପ୍ରଭୁ ଓପାଡ଼ି ପକାଇବେ; ମାତ୍ର ବିଧବାର ସୀମା ସେ ସ୍ଥିର କରିବେ; 26 କୁସଙ୍କଳ୍ପ ସଦାପ୍ରଭୁଙ୍କ ନିକଟରେ ଘୃଣାର ବିଷୟ; ମାତ୍ର ମନୋହର କଥା ଶୁଚି । 27 ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ, ମାତ୍ର ଯେଉଁ ଲୋକ ଲାଞ୍ଚ ଘୃଣା କରେ, ସେ ବଞ୍ଚିବ । 28 ଧାର୍ମିକର ମନ ବିବେଚନା କରି ଉତ୍ତର ଦିଏ; ମାତ୍ର ଦୁଷ୍ଟମାନଙ୍କ ମୁଖ ମନ୍ଦ କଥା ଢାଳି ପକାଏ । 29 ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଆନ୍ତି; ପୁଣି ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି। 30 ଚକ୍ଷୁର ଦୀପ୍ତି ମନକୁ ଆନନ୍ଦିତ କରେ; ପୁଣି, ଉତ୍ତମ ସମାଚାର ହାଡ଼ର ପୁଷ୍ଟି କରେ । 31 ଯେଉଁ କର୍ଣ୍ଣ ଜୀବନଦାୟକ ଅନୁଯୋଗ ଶୁଣେ, ତାହା ଜ୍ଞାନୀମାନଙ୍କ ମଧ୍ୟରେ ବାସ କରେ । 32 ଯେଉଁ ଲୋକ ଶାସନ ଅଗ୍ରାହ୍ୟ କରେ, ସେ ଆପଣା ପ୍ରାଣକୁ ତୁଚ୍ଛ କରେ; ମାତ୍ର ଅନୁଯୋଗ ଯେ ଶୁଣେ, ସେ ବୁଦ୍ଧି ପାଏ । 33 ସଦାପ୍ରଭୁ ବିଷୟକ ଭୟ ଜ୍ଞାନଜନକ ଉପଦେଶ; ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖରେ ଥାଏ ।
1. କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ । 2. ଜ୍ଞାନୀମାନଙ୍କ ଜିହ୍ଵା ପ୍ରକୃତ ରୂପେ ଜ୍ଞାନ ବ୍ୟକ୍ତ କରେ; ମାତ୍ର ମୂର୍ଖମାନଙ୍କର ମୁଖ ଅଜ୍ଞାନତା ଉଦ୍ଗାର କରେ । 3. ସଦାପ୍ରଭୁଙ୍କ ଚକ୍ଷୁ ସର୍ବତ୍ର ଥାଇ ଅଧମ ଓ ଉତ୍ତମ ଲୋକଙ୍କୁ ନିରୀକ୍ଷଣ କରେ । 4. ଶା; ଜିହ୍ଵା ଜୀବନ-ବୃକ୍ଷ ସ୍ଵରୂପ; ପୁଣି, କୁଟିଳ ଜିହ୍ଵା ଆତ୍ମାଭଙ୍ଗ କରେ । 5. ଅଜ୍ଞାନ ଆପଣା ପିତାର ଶାସନ ହେଳା କରେ; ପୁଣି, ଅନୁଯୋଗ ଯେ ଘେନେ, ସେ ବୁଦ୍ଧି ପ୍ରାପ୍ତ ହୁଏ । 6. ଧାର୍ମିକର ଗୃହରେ ବହୁ ସମ୍ପତ୍ତି ଥାଏ; ପୁଣି, ଦୁଷ୍ଟର ଆୟରେ କ୍ଳେଶ ଥାଏ । 7. ଜ୍ଞାନବାନର ଓଷ୍ଠାଧର ବିଦ୍ୟା ବିତରଣ କରେ; ମାତ୍ର ମୂର୍ଖର ମନ ସେପରି କରେ ନାହିଁ । 8. ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣା ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର । 9. ଦୁଷ୍ଟର ଗତି ସଦାପ୍ରଭୁଙ୍କର ଘୃଣା ବିଷୟ; ମାତ୍ର ଧାର୍ମିକତାର ଅନୁଗାମୀକି ସେ ପ୍ରେମ କରନ୍ତି । 10. ବିପଥଗାମୀ ପ୍ରତି ଦୁଃଖଦାୟକ ଶାସ୍ତି ଘଟେ; ପୁଣି, ଯେଉଁ ଲୋକ ଅନୁଯୋଗ ଘୃଣା କରେ, ସେ ମରିବ । 11. ପାତାଳ ଓ ବିନାଶ-ସ୍ଥାନ ସଦାପ୍ରଭୁଙ୍କ ଅଗ୍ରବର୍ତ୍ତୀ ଥାଏ; ତେବେ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ କି ତତୋଧିକ ନୁହେଁ? 12. ନିନ୍ଦକ ଅନୁଯୋଗ ପାଇବାକୁ ଭଲ ପାଏ ନାହିଁ, ସେ ଜ୍ଞାନୀର ନିକଟକୁ ଯାଏ ନାହିଁ । 13. ଆନନ୍ଦିତ ମନ ମୁଖକୁ ପ୍ରଫୁଲ୍ଲ କରେ; ପୁଣି, ମନର ଶୋକରେ ଆତ୍ମା ଭଗ୍ନ ହୁଏ । 14. ବୁଦ୍ଧିମାନର ମନ ଜ୍ଞାନ ଖୋଜେ; ମାତ୍ର ମୂର୍ଖମାନଙ୍କ ମୁଖ ଅଜ୍ଞାନତା ଆହାର କରେ । 15. ଦୁଃଖୀ ଲୋକର ସବୁ ଦିନ ଅମଙ୍ଗଳ; ମାତ୍ର ଯେ ହୃଷ୍ଟଚିତ୍ତ, ତାହାର ନିତ୍ୟ ଭୋଜ । 16. ଅଶାନ୍ତିଯୁକ୍ତ ବହୁ ସମ୍ପତ୍ତି ଅପେକ୍ଷା ସଦାପ୍ରଭୁଙ୍କ ଭୟଯୁକ୍ତ ଅଳ୍ପତା ଭଲ । 17. ହିଂସା ସହିତ ହୃଷ୍ଟପୁଷ୍ଟ ଗୋମାଂସ ଭୋଜଠୁଁ ପ୍ରେମ ଥିବା ସ୍ଥାନରେ ଶାକାନ୍ନ ଭଲ । 18. କ୍ରୋଧୀ ଲୋକ କଳି ଜନ୍ମାଏ; ପୁଣି, କୋପ କରିବାକୁ ଧୀର ଲୋକ ବିବାଦ କ୍ଷା; କରେ । 19. ଅଳସର ବାଟ କଣ୍ଟାବାଡ଼ ପରି, ମାତ୍ର ସରଳାଚାରୀର ପଥ ରାଜଦାଣ୍ତ ତୁଲ୍ୟ କରାଯାଏ । 20. ଜ୍ଞାନୀ ପୁତ୍ର ପିତାର ଆହ୍ଲାଦ ଜନ୍ମାଏ; ମାତ୍ର ମୂର୍ଖ ପୁତ୍ର ଆପଣା ମାତାକୁ ତୁଚ୍ଛ କରେ । 21. ନିର୍ବୋଧ ପ୍ରତି ଅଜ୍ଞାନତା ଆନନ୍ଦଜନକ; ମାତ୍ର ବୁଦ୍ଧିମାନ ଲୋକ ଆପଣା ଗତି ସରଳ କରେ । 22. ମନ୍ତ୍ରଣା ଅଭାବରେ ସଙ୍କଳ୍ପ ବିଫଳ ହୁଏ; ମାତ୍ର ବହୁତ ମନ୍ତ୍ରୀ ଦ୍ଵାରା ତାହା ସ୍ଥିରୀକୃତ ହୁଏ । 23. ଆପଣା ମୁଖର ଉତ୍ତରରେ ମନୁଷ୍ୟର ଆନନ୍ଦ ହୁଏ, ପୁଣି ଯଥାକାଳର କଥା କିପରି ଉତ୍ତମ! 24. ନୀଚସ୍ଥିତ ପାତାଳକୁ ତ୍ୟାଗ କରିବା ପାଇଁ ବୁଦ୍ଧିମାନ ଲୋକ ନିମନ୍ତେ ଜୀବନର ପଥ ଊର୍ଦ୍ଧ୍ଵଗାମୀ । 25. ଗର୍ବୀ ଲୋକର ଗୃହ ସଦାପ୍ରଭୁ ଓପାଡ଼ି ପକାଇବେ; ମାତ୍ର ବିଧବାର ସୀମା ସେ ସ୍ଥିର କରିବେ; 26. କୁସଙ୍କଳ୍ପ ସଦାପ୍ରଭୁଙ୍କ ନିକଟରେ ଘୃଣାର ବିଷୟ; ମାତ୍ର ମନୋହର କଥା ଶୁଚି । 27. ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ, ମାତ୍ର ଯେଉଁ ଲୋକ ଲାଞ୍ଚ ଘୃଣା କରେ, ସେ ବଞ୍ଚିବ । 28. ଧାର୍ମିକର ମନ ବିବେଚନା କରି ଉତ୍ତର ଦିଏ; ମାତ୍ର ଦୁଷ୍ଟମାନଙ୍କ ମୁଖ ମନ୍ଦ କଥା ଢାଳି ପକାଏ । 29. ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଆନ୍ତି; ପୁଣି ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି। 30. ଚକ୍ଷୁର ଦୀପ୍ତି ମନକୁ ଆନନ୍ଦିତ କରେ; ପୁଣି, ଉତ୍ତମ ସମାଚାର ହାଡ଼ର ପୁଷ୍ଟି କରେ । 31. ଯେଉଁ କର୍ଣ୍ଣ ଜୀବନଦାୟକ ଅନୁଯୋଗ ଶୁଣେ, ତାହା ଜ୍ଞାନୀମାନଙ୍କ ମଧ୍ୟରେ ବାସ କରେ । 32. ଯେଉଁ ଲୋକ ଶାସନ ଅଗ୍ରାହ୍ୟ କରେ, ସେ ଆପଣା ପ୍ରାଣକୁ ତୁଚ୍ଛ କରେ; ମାତ୍ର ଅନୁଯୋଗ ଯେ ଶୁଣେ, ସେ ବୁଦ୍ଧି ପାଏ । 33. ସଦାପ୍ରଭୁ ବିଷୟକ ଭୟ ଜ୍ଞାନଜନକ ଉପଦେଶ; ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖରେ ଥାଏ ।
  • ହିତୋପଦେଶ ଅଧ୍ୟାୟ 1  
  • ହିତୋପଦେଶ ଅଧ୍ୟାୟ 2  
  • ହିତୋପଦେଶ ଅଧ୍ୟାୟ 3  
  • ହିତୋପଦେଶ ଅଧ୍ୟାୟ 4  
  • ହିତୋପଦେଶ ଅଧ୍ୟାୟ 5  
  • ହିତୋପଦେଶ ଅଧ୍ୟାୟ 6  
  • ହିତୋପଦେଶ ଅଧ୍ୟାୟ 7  
  • ହିତୋପଦେଶ ଅଧ୍ୟାୟ 8  
  • ହିତୋପଦେଶ ଅଧ୍ୟାୟ 9  
  • ହିତୋପଦେଶ ଅଧ୍ୟାୟ 10  
  • ହିତୋପଦେଶ ଅଧ୍ୟାୟ 11  
  • ହିତୋପଦେଶ ଅଧ୍ୟାୟ 12  
  • ହିତୋପଦେଶ ଅଧ୍ୟାୟ 13  
  • ହିତୋପଦେଶ ଅଧ୍ୟାୟ 14  
  • ହିତୋପଦେଶ ଅଧ୍ୟାୟ 15  
  • ହିତୋପଦେଶ ଅଧ୍ୟାୟ 16  
  • ହିତୋପଦେଶ ଅଧ୍ୟାୟ 17  
  • ହିତୋପଦେଶ ଅଧ୍ୟାୟ 18  
  • ହିତୋପଦେଶ ଅଧ୍ୟାୟ 19  
  • ହିତୋପଦେଶ ଅଧ୍ୟାୟ 20  
  • ହିତୋପଦେଶ ଅଧ୍ୟାୟ 21  
  • ହିତୋପଦେଶ ଅଧ୍ୟାୟ 22  
  • ହିତୋପଦେଶ ଅଧ୍ୟାୟ 23  
  • ହିତୋପଦେଶ ଅଧ୍ୟାୟ 24  
  • ହିତୋପଦେଶ ଅଧ୍ୟାୟ 25  
  • ହିତୋପଦେଶ ଅଧ୍ୟାୟ 26  
  • ହିତୋପଦେଶ ଅଧ୍ୟାୟ 27  
  • ହିତୋପଦେଶ ଅଧ୍ୟାୟ 28  
  • ହିତୋପଦେଶ ଅଧ୍ୟାୟ 29  
  • ହିତୋପଦେଶ ଅଧ୍ୟାୟ 30  
  • ହିତୋପଦେଶ ଅଧ୍ୟାୟ 31  
×

Alert

×

Oriya Letters Keypad References