ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 16

1 ସାଧୁମାନଙ୍କ ନିମନ୍ତେ ଦାନ ସଂଗ୍ରହ ସମ୍ଵନ୍ଧରେ ଯେପରି ମୁଁ ଗାଲାତିଆର ମଣ୍ତଳୀ- ସମୂହକୁ ଆଦେଶ ଦେଇଅଛି, ତୁମ୍ଭେମାନେ ମଧ୍ୟ ସେହିପରି କର । 2 ମୁଁ ଗଲେ ଯେପରି ଦାନ ସଂଗ୍ରହ କରିବାକୁ ପଡ଼ିବ ନାହିଁ, ଏଥିନିମନ୍ତେ ସପ୍ତାହର ପ୍ରଥମ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ସୁବିଧା ଅନୁସାରେ ନିଜ ନିଜ ନିକଟରେ କିଛି କିଛି ସଞ୍ଚୟ କରି ରଖ । 3 ଆଉ, ମୁଁ ଉପସ୍ଥିତ ହେଲେ ତୁମ୍ଭେମାନେ ଯେଉଁମାନଙ୍କୁ ଯୋଗ୍ୟ ମନେ କରିବ, ମୁଁ ସେମାନଙ୍କୁ ପତ୍ର ଦେଇ ଯିରୂଶାଲମକୁ ତୁମ୍ଭମାନଙ୍କ ଦାନ ଘେନିଯିବା ନିମନ୍ତେ ପ୍ରେରଣ କରିବି; 4 ପୁଣି, ଯଦି ମୋହର ମଧ୍ୟ ଯିବାର ଉପଯୁକ୍ତ ହୁଏ, ତେବେ ସେମାନେ ମୋʼ ସାଙ୍ଗରେ ଯିବେ । 5 କିନ୍ତୁ ମୁଁ ମାକିଦନିଆ ଦେଇ ଯାତ୍ରା କରିବା ପରେ ତୁମ୍ଭମାନଙ୍କ ନିକଟକୁ ଯିବି; ଯେଣୁ ମୁଁ ମାକିଦନିଆ ଦେଇ ଯିବି, 6 ଆଉ, ହୋଇ ପାରେ ତୁମ୍ଭମାନଙ୍କ ସାଙ୍ଗରେ କିଛି ସମୟ ରହିବି, କିମ୍ଵା ଶୀତକାଳ ମଧ୍ୟ ଯାପନ କରିବି, ଯେପରି ମୁଁ ଯେଉଁ ସ୍ଥାନକୁ ଯିବି, ସେହି ସ୍ଥାନକୁ ଯିବା ପାଇଁ ତୁମ୍ଭେମାନେ ମୋତେ ବାଟ ବଳାଇଦେବ । 7 କାରଣ ଏଥର ବାଟରେ ଯିବା ସମୟରେ ତୁମ୍ଭମାନଙ୍କ ସହିତ ସାକ୍ଷାତ୍ କରିବାକୁ ମୁଁ ଇଚ୍ଛା କରୁ ନାହିଁ, ଯେଣୁ ପ୍ରଭୁ ଅନୁମତି ଦେଲେ ତୁମ୍ଭମାନଙ୍କ ସାଙ୍ଗରେ କିଛି କାଳ ରହିବାକୁ ଆଶା କରୁଅଛି । 8 କିନ୍ତୁ ମୁଁ ପେଣ୍ଟିକଷ୍ଟ ପର୍ଯ୍ୟନ୍ତ ଏଫିସରେ ରହିବି; 9 କାରଣ ଫଳପ୍ରଦ କାର୍ଯ୍ୟ ନିମନ୍ତେ ମୋʼ ପାଇଁ ପ୍ରଶସ୍ତ ଦ୍ଵାର ଉନ୍ମୁକ୍ତ ରହିଅଛି, ବିପକ୍ଷମାନେ ମଧ୍ୟ ଅନେକ ଅଛନ୍ତି । 10 ଯଦି ତୀମଥି ଯାଆନ୍ତି, ତେବେ ଯେପରି ନିର୍ଭୟରେ ତୁମ୍ଭମାନଙ୍କ ମଧ୍ୟରେ ରୁହନ୍ତି, ସେ ବିଷୟରେ ମନୋଯୋଗ କର, କାରଣ ମୁଁ ଯେପରି, ସେ ମଧ୍ୟ ସେହିପରି ପ୍ରଭୁଙ୍କ କାର୍ଯ୍ୟ କରନ୍ତି, 11 ଏଣୁ କେହି ତାଙ୍କୁ ତୁଚ୍ଛଜ୍ଞାନ ନ କରୁ । କିନ୍ତୁ ସେ ଯେପରି ମୋʼ ନିକଟକୁ ଆସି ପାରନ୍ତି, ଏଥିପାଇଁ ତାଙ୍କୁ ଶାନ୍ତିରେ ବାଟ ବଳାଇଦିଅ; କାରଣ ସେ ଭାଇମାନଙ୍କ ସହିତ ଆସିବେ ବୋଲି ମୁଁ ଅପେକ୍ଷାରେ ଅଛି । 12 କିନ୍ତୁ ଭ୍ରାତା ଆପଲ୍ଲଙ୍କ ସମ୍ଵନ୍ଧରେ କହୁଅଛି, ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ତାଙ୍କୁ ବହୁତ ଅନୁରୋଧ କଲି, କିନ୍ତୁ ଏବେ ଯିବାକୁ ତାଙ୍କର ଆଦୌ ଇଚ୍ଛା ନାହିଁ, ମାତ୍ର ସୁଯୋଗ ପାଇଲେ ସେ ଯିବେ । 13 ତୁମ୍ଭେମାନେ ଜାଗ୍ରତ ରହି ବିଶ୍ଵାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ । 14 ତୁମ୍ଭମାନଙ୍କର ସମସ୍ତ କର୍ମ ପ୍ରେମରେ ସାଧିତ ହେଉ । 15 ହେ ଭାଇମାନେ, ସ୍ତିଫାନଙ୍କ ପରିଜନବର୍ଗ ଯେ ଆଖାୟାର ପ୍ରଥମ ଫଳ ସ୍ଵରୂପ; ପୁଣି, ସାଧୁମାନଙ୍କ ସେବାରେ ବ୍ରତୀ ହୋଇଅଛନ୍ତି, ଏହା ତୁମ୍ଭେମାନେ ଜାଣ; 16 ଏହିପ୍ରକାର ଲୋକମାନଙ୍କର, ପୁଣି, ପ୍ରତ୍ୟେକ ସହକର୍ମୀ ଓ ପରିଶ୍ରମୀ ଲୋକଙ୍କର ବଶୀଭୂତ ହୁଅ, ତୁମ୍ଭମାନଙ୍କୁ ଏହି ଅନୁରୋଧ କରୁଅଛି । 17 ସ୍ତିଫାନା, ଫର୍ତ୍ତୂନାତ ଓ ଆଖାୟିକଙ୍କ ଆଗମନରେ ମୁଁ ଆନନ୍ଦ କରୁଅଛି, କାରଣ ତୁମ୍ଭମାନଙ୍କ ଅନୁପସ୍ଥିତ ହେତୁ ମୋହର ଯେଉଁ ଅଭାବ ଥିଲା, ତାହା ସେମାନେ ପୂରଣ କରିଅଛନ୍ତି, 18 ଯେଣୁ ସେମାନେ ମୋହର ଓ ତୁମ୍ଭମାନଙ୍କ ଆତ୍ମାକୁ ସଞ୍ଜୀବିତ କରିଅଛନ୍ତି; ଅତଏବ, ତୁମ୍ଭେମାନେ ଏହିପ୍ରକାର ଲୋକମାନଙ୍କୁ ଯୋଗ୍ୟ ଜାଣି ମାନ୍ୟ କର । 19 ଆସିଆର ମଣ୍ତଳୀସମୂହ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । ଆକ୍ଵିଲା ଓ ପ୍ରୀସ୍କା ସେମାନଙ୍କ ଗୃହସ୍ଥିତ ମଣ୍ତଳୀ ସହିତ ପ୍ରଭୁଙ୍କଠାରେ ତୁମ୍ଭମାନଙ୍କୁ ବହୁତ ବହୁତ ନମସ୍କାର ଜଣାଉଅଛନ୍ତି । 20 ଭାଇମାନେ ସମସ୍ତେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । ପବିତ୍ର ଚୁମ୍ଵନ ଦେଇ ପରସ୍ପରକୁ ନମସ୍କାର କର । 21 ମୁଁ ପାଉଲ ନିଜ ହାତରେ ଲେଖି ନମସ୍କାର ଜଣାଉଅଛି । 22 ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ । 23 ମାରାନାଥା । ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ; 24 ଖ୍ରୀଷ୍ଟ ଯୀଶୁଙ୍କଠାରେ ମୋହର ପ୍ରେମ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ।
1 ସାଧୁମାନଙ୍କ ନିମନ୍ତେ ଦାନ ସଂଗ୍ରହ ସମ୍ଵନ୍ଧରେ ଯେପରି ମୁଁ ଗାଲାତିଆର ମଣ୍ତଳୀ- ସମୂହକୁ ଆଦେଶ ଦେଇଅଛି, ତୁମ୍ଭେମାନେ ମଧ୍ୟ ସେହିପରି କର । .::. 2 ମୁଁ ଗଲେ ଯେପରି ଦାନ ସଂଗ୍ରହ କରିବାକୁ ପଡ଼ିବ ନାହିଁ, ଏଥିନିମନ୍ତେ ସପ୍ତାହର ପ୍ରଥମ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ସୁବିଧା ଅନୁସାରେ ନିଜ ନିଜ ନିକଟରେ କିଛି କିଛି ସଞ୍ଚୟ କରି ରଖ । .::. 3 ଆଉ, ମୁଁ ଉପସ୍ଥିତ ହେଲେ ତୁମ୍ଭେମାନେ ଯେଉଁମାନଙ୍କୁ ଯୋଗ୍ୟ ମନେ କରିବ, ମୁଁ ସେମାନଙ୍କୁ ପତ୍ର ଦେଇ ଯିରୂଶାଲମକୁ ତୁମ୍ଭମାନଙ୍କ ଦାନ ଘେନିଯିବା ନିମନ୍ତେ ପ୍ରେରଣ କରିବି; .::. 4 ପୁଣି, ଯଦି ମୋହର ମଧ୍ୟ ଯିବାର ଉପଯୁକ୍ତ ହୁଏ, ତେବେ ସେମାନେ ମୋʼ ସାଙ୍ଗରେ ଯିବେ । .::. 5 କିନ୍ତୁ ମୁଁ ମାକିଦନିଆ ଦେଇ ଯାତ୍ରା କରିବା ପରେ ତୁମ୍ଭମାନଙ୍କ ନିକଟକୁ ଯିବି; ଯେଣୁ ମୁଁ ମାକିଦନିଆ ଦେଇ ଯିବି, .::. 6 ଆଉ, ହୋଇ ପାରେ ତୁମ୍ଭମାନଙ୍କ ସାଙ୍ଗରେ କିଛି ସମୟ ରହିବି, କିମ୍ଵା ଶୀତକାଳ ମଧ୍ୟ ଯାପନ କରିବି, ଯେପରି ମୁଁ ଯେଉଁ ସ୍ଥାନକୁ ଯିବି, ସେହି ସ୍ଥାନକୁ ଯିବା ପାଇଁ ତୁମ୍ଭେମାନେ ମୋତେ ବାଟ ବଳାଇଦେବ । .::. 7 କାରଣ ଏଥର ବାଟରେ ଯିବା ସମୟରେ ତୁମ୍ଭମାନଙ୍କ ସହିତ ସାକ୍ଷାତ୍ କରିବାକୁ ମୁଁ ଇଚ୍ଛା କରୁ ନାହିଁ, ଯେଣୁ ପ୍ରଭୁ ଅନୁମତି ଦେଲେ ତୁମ୍ଭମାନଙ୍କ ସାଙ୍ଗରେ କିଛି କାଳ ରହିବାକୁ ଆଶା କରୁଅଛି । .::. 8 କିନ୍ତୁ ମୁଁ ପେଣ୍ଟିକଷ୍ଟ ପର୍ଯ୍ୟନ୍ତ ଏଫିସରେ ରହିବି; .::. 9 କାରଣ ଫଳପ୍ରଦ କାର୍ଯ୍ୟ ନିମନ୍ତେ ମୋʼ ପାଇଁ ପ୍ରଶସ୍ତ ଦ୍ଵାର ଉନ୍ମୁକ୍ତ ରହିଅଛି, ବିପକ୍ଷମାନେ ମଧ୍ୟ ଅନେକ ଅଛନ୍ତି । .::. 10 ଯଦି ତୀମଥି ଯାଆନ୍ତି, ତେବେ ଯେପରି ନିର୍ଭୟରେ ତୁମ୍ଭମାନଙ୍କ ମଧ୍ୟରେ ରୁହନ୍ତି, ସେ ବିଷୟରେ ମନୋଯୋଗ କର, କାରଣ ମୁଁ ଯେପରି, ସେ ମଧ୍ୟ ସେହିପରି ପ୍ରଭୁଙ୍କ କାର୍ଯ୍ୟ କରନ୍ତି, .::. 11 ଏଣୁ କେହି ତାଙ୍କୁ ତୁଚ୍ଛଜ୍ଞାନ ନ କରୁ । କିନ୍ତୁ ସେ ଯେପରି ମୋʼ ନିକଟକୁ ଆସି ପାରନ୍ତି, ଏଥିପାଇଁ ତାଙ୍କୁ ଶାନ୍ତିରେ ବାଟ ବଳାଇଦିଅ; କାରଣ ସେ ଭାଇମାନଙ୍କ ସହିତ ଆସିବେ ବୋଲି ମୁଁ ଅପେକ୍ଷାରେ ଅଛି । .::. 12 କିନ୍ତୁ ଭ୍ରାତା ଆପଲ୍ଲଙ୍କ ସମ୍ଵନ୍ଧରେ କହୁଅଛି, ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ତାଙ୍କୁ ବହୁତ ଅନୁରୋଧ କଲି, କିନ୍ତୁ ଏବେ ଯିବାକୁ ତାଙ୍କର ଆଦୌ ଇଚ୍ଛା ନାହିଁ, ମାତ୍ର ସୁଯୋଗ ପାଇଲେ ସେ ଯିବେ । .::. 13 ତୁମ୍ଭେମାନେ ଜାଗ୍ରତ ରହି ବିଶ୍ଵାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ । .::. 14 ତୁମ୍ଭମାନଙ୍କର ସମସ୍ତ କର୍ମ ପ୍ରେମରେ ସାଧିତ ହେଉ । .::. 15 ହେ ଭାଇମାନେ, ସ୍ତିଫାନଙ୍କ ପରିଜନବର୍ଗ ଯେ ଆଖାୟାର ପ୍ରଥମ ଫଳ ସ୍ଵରୂପ; ପୁଣି, ସାଧୁମାନଙ୍କ ସେବାରେ ବ୍ରତୀ ହୋଇଅଛନ୍ତି, ଏହା ତୁମ୍ଭେମାନେ ଜାଣ; .::. 16 ଏହିପ୍ରକାର ଲୋକମାନଙ୍କର, ପୁଣି, ପ୍ରତ୍ୟେକ ସହକର୍ମୀ ଓ ପରିଶ୍ରମୀ ଲୋକଙ୍କର ବଶୀଭୂତ ହୁଅ, ତୁମ୍ଭମାନଙ୍କୁ ଏହି ଅନୁରୋଧ କରୁଅଛି । .::. 17 ସ୍ତିଫାନା, ଫର୍ତ୍ତୂନାତ ଓ ଆଖାୟିକଙ୍କ ଆଗମନରେ ମୁଁ ଆନନ୍ଦ କରୁଅଛି, କାରଣ ତୁମ୍ଭମାନଙ୍କ ଅନୁପସ୍ଥିତ ହେତୁ ମୋହର ଯେଉଁ ଅଭାବ ଥିଲା, ତାହା ସେମାନେ ପୂରଣ କରିଅଛନ୍ତି, .::. 18 ଯେଣୁ ସେମାନେ ମୋହର ଓ ତୁମ୍ଭମାନଙ୍କ ଆତ୍ମାକୁ ସଞ୍ଜୀବିତ କରିଅଛନ୍ତି; ଅତଏବ, ତୁମ୍ଭେମାନେ ଏହିପ୍ରକାର ଲୋକମାନଙ୍କୁ ଯୋଗ୍ୟ ଜାଣି ମାନ୍ୟ କର । .::. 19 ଆସିଆର ମଣ୍ତଳୀସମୂହ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । ଆକ୍ଵିଲା ଓ ପ୍ରୀସ୍କା ସେମାନଙ୍କ ଗୃହସ୍ଥିତ ମଣ୍ତଳୀ ସହିତ ପ୍ରଭୁଙ୍କଠାରେ ତୁମ୍ଭମାନଙ୍କୁ ବହୁତ ବହୁତ ନମସ୍କାର ଜଣାଉଅଛନ୍ତି । .::. 20 ଭାଇମାନେ ସମସ୍ତେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । ପବିତ୍ର ଚୁମ୍ଵନ ଦେଇ ପରସ୍ପରକୁ ନମସ୍କାର କର । .::. 21 ମୁଁ ପାଉଲ ନିଜ ହାତରେ ଲେଖି ନମସ୍କାର ଜଣାଉଅଛି । .::. 22 ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ । .::. 23 ମାରାନାଥା । ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ; .::. 24 ଖ୍ରୀଷ୍ଟ ଯୀଶୁଙ୍କଠାରେ ମୋହର ପ୍ରେମ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ । .::.
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 1  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 2  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 3  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 4  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 5  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 6  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 7  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 8  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 9  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 10  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 11  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 12  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 13  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 14  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 15  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 16  
×

Alert

×

Oriya Letters Keypad References