ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଖରିୟ

ଯିଖରିୟ ଅଧ୍ୟାୟ 7

1 ପୁଣି, ଦାରୀୟାବସ୍ ରାଜାର ଅଧିକାରର ଚତୁର୍ଥ ବର୍ଷରେ,କିଷ୍ଲେବ ନାମକ ନବମ ମାସର ଚତୁର୍ଥ ଦିନରେ ଯିଖରୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା । 2 ସେସମୟରେ ବୈଥେଲସ୍ଥ ଲୋକମାନେ ଶରେତ୍ସର, ରେଗମ୍ମେଲକ ଓ ସେମାନଙ୍କର ଲୋକମାନଙ୍କୁ ସଦାପ୍ରଭୁଙ୍କ ନିକଟରେ ବିନତି କରିବା ପାଇଁ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହର ଯାଜକମାନଙ୍କୁ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ ଏହି କଥା ପଚାରିବା ପାଇଁ ପ୍ରେରଣ କରିଥିଲେ, 3 ଯଥା, ମୁଁ ଏତେ ବର୍ଷଯାଏ ଯେପରି କରି ଆସିଅଛି, ସେପରି ମୁଁ କି ପଞ୍ଚମ ମାସରେ ଆପଣାକୁ ପୃଥକ୍ କରି ବିଳାପ କରିବି? 4 ସେତେବେଳେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, 5 ଦେଶର ସମଗ୍ର ଲୋକଙ୍କୁ ଓ ଯାଜକମାନଙ୍କୁ ଏହି କଥା କୁହ, ତୁମ୍ଭେମାନେ ଏହି ସତୁରି ବର୍ଷଯାକ, ପଞ୍ଚମ ମାସରେ ଓ ସପ୍ତମ ମାସରେ ଉପବାସ ଓ ବିଳାପ କଲା ବେଳେ ତୁମ୍ଭେମାନେ କି ଆମ୍ଭ ଉଦ୍ଦେଶ୍ୟରେ, ପ୍ରକୃତରେ ଆମ୍ଭ ଉଦ୍ଦେଶ୍ୟରେ ଉପବାସ କଲ? 6 ପୁଣି, ତୁମ୍ଭେମାନେ ଭୋଜନ କଲା ବେଳେ ଓ ପାନ କଲା ବେଳେ କି ଆପଣାମାନଙ୍କ ପାଇଁ ଭୋଜନ କରୁ ନାହଁ ଓ ଆପଣାମାନଙ୍କ ପାଇଁ ପାନ କରୁ ନାହଁ? 7 ଯିରୂଶାଲମ ବସତିବିଶିଷ୍ଟ ଓ ସମୃଦ୍ଧ ଅବସ୍ଥାରେ ଥିବା ବେଳେ, ପୁଣି ତହିଁର ଚତୁର୍ଦ୍ଦିଗସ୍ଥ ନଗରସକଳ, ଆଉ ଦକ୍ଷିଣ ଦେଶ ଓ ନିମ୍ନଭୂମି ବସତିବିଶିଷ୍ଟ ଥିବା ବେଳେ ସଦାପ୍ରଭୁ ପୂର୍ବକାଳର ଭବିଷ୍ୟଦ୍ବକ୍ତାଗଣଙ୍କ ଦ୍ଵାରା ଯେଉଁସକଳ ବାକ୍ୟ ପ୍ରଚାର କରାଇଅଛନ୍ତି, ତାହା କି ତୁମ୍ଭମାନଙ୍କର ଶୁଣିବାର ଉଚିତ ନୁହେଁ? 8 ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ଯିଖରୀୟଙ୍କ ନିକଟରେ ଉପସ୍ଥିତ ହେଲା, 9 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, ଯଥାର୍ଥ ବିଚାର କର, ପ୍ରତ୍ୟେକ ଲୋକ, ଆପଣା ଭ୍ରାତା ପ୍ରତି ଦୟା ଓ କରୁଣା ପ୍ରକାଶ କର; 10 ପୁଣି ବିଧବା, ପିତୃହୀନ, ବିଦେଶୀ ଓ ଦରିଦ୍ରର ପ୍ରତି ଉପଦ୍ରବ କର ନାହିଁ ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି ମନେ ମନେ ଆପଣା ଭ୍ରାତାର ଅନିଷ୍ଟ ଚିନ୍ତା ନ କରୁ । 11 ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ସ୍କନ୍ଧ ଘୁଞ୍ଚାଇ ନେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ । 12 ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ଵାରା ପୂର୍ବକାଳର ଭବିଷ୍ୟଦ୍-ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ । ଏଥି ସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା । 13 ପୁଣି, ସେ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ସୈନ୍ୟାଧିପତି ସଦାପ୍ରଭୁ କହିଲେ, ଆମ୍ଭେ ଶୁଣିବା ନାହିଁ, 14 ମାତ୍ର ଯେଉଁ ଗୋଷ୍ଠୀଗଣକୁ ସେମାନେ ଜାଣି ନାହାନ୍ତି, ସେସମସ୍ତଙ୍କ ମଧ୍ୟରେ ଘୂର୍ଣ୍ଣିବାୟୁ ଦ୍ଵାରା ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା । ଏହି ପ୍ରକାରେ ସେମାନଙ୍କ ଉତ୍ତାରେ ଦେଶ ଧ୍ଵଂସସ୍ଥାନ ହେଲା, ତହିଁରେ କୌଣସି ମନୁଷ୍ୟ ତହିଁର ମଧ୍ୟଦେଇ ଗମନାଗମନ କଲା ନାହିଁ; କାରଣ ସେମାନେ ରମ୍ୟ ଦେଶକୁ ଧ୍ଵଂସସ୍ଥାନ କଲେ ।
1 ପୁଣି, ଦାରୀୟାବସ୍ ରାଜାର ଅଧିକାରର ଚତୁର୍ଥ ବର୍ଷରେ,କିଷ୍ଲେବ ନାମକ ନବମ ମାସର ଚତୁର୍ଥ ଦିନରେ ଯିଖରୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା । .::. 2 ସେସମୟରେ ବୈଥେଲସ୍ଥ ଲୋକମାନେ ଶରେତ୍ସର, ରେଗମ୍ମେଲକ ଓ ସେମାନଙ୍କର ଲୋକମାନଙ୍କୁ ସଦାପ୍ରଭୁଙ୍କ ନିକଟରେ ବିନତି କରିବା ପାଇଁ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହର ଯାଜକମାନଙ୍କୁ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ ଏହି କଥା ପଚାରିବା ପାଇଁ ପ୍ରେରଣ କରିଥିଲେ, .::. 3 ଯଥା, ମୁଁ ଏତେ ବର୍ଷଯାଏ ଯେପରି କରି ଆସିଅଛି, ସେପରି ମୁଁ କି ପଞ୍ଚମ ମାସରେ ଆପଣାକୁ ପୃଥକ୍ କରି ବିଳାପ କରିବି? .::. 4 ସେତେବେଳେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, .::. 5 ଦେଶର ସମଗ୍ର ଲୋକଙ୍କୁ ଓ ଯାଜକମାନଙ୍କୁ ଏହି କଥା କୁହ, ତୁମ୍ଭେମାନେ ଏହି ସତୁରି ବର୍ଷଯାକ, ପଞ୍ଚମ ମାସରେ ଓ ସପ୍ତମ ମାସରେ ଉପବାସ ଓ ବିଳାପ କଲା ବେଳେ ତୁମ୍ଭେମାନେ କି ଆମ୍ଭ ଉଦ୍ଦେଶ୍ୟରେ, ପ୍ରକୃତରେ ଆମ୍ଭ ଉଦ୍ଦେଶ୍ୟରେ ଉପବାସ କଲ? .::. 6 ପୁଣି, ତୁମ୍ଭେମାନେ ଭୋଜନ କଲା ବେଳେ ଓ ପାନ କଲା ବେଳେ କି ଆପଣାମାନଙ୍କ ପାଇଁ ଭୋଜନ କରୁ ନାହଁ ଓ ଆପଣାମାନଙ୍କ ପାଇଁ ପାନ କରୁ ନାହଁ? .::. 7 ଯିରୂଶାଲମ ବସତିବିଶିଷ୍ଟ ଓ ସମୃଦ୍ଧ ଅବସ୍ଥାରେ ଥିବା ବେଳେ, ପୁଣି ତହିଁର ଚତୁର୍ଦ୍ଦିଗସ୍ଥ ନଗରସକଳ, ଆଉ ଦକ୍ଷିଣ ଦେଶ ଓ ନିମ୍ନଭୂମି ବସତିବିଶିଷ୍ଟ ଥିବା ବେଳେ ସଦାପ୍ରଭୁ ପୂର୍ବକାଳର ଭବିଷ୍ୟଦ୍ବକ୍ତାଗଣଙ୍କ ଦ୍ଵାରା ଯେଉଁସକଳ ବାକ୍ୟ ପ୍ରଚାର କରାଇଅଛନ୍ତି, ତାହା କି ତୁମ୍ଭମାନଙ୍କର ଶୁଣିବାର ଉଚିତ ନୁହେଁ? .::. 8 ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ଯିଖରୀୟଙ୍କ ନିକଟରେ ଉପସ୍ଥିତ ହେଲା, .::. 9 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, ଯଥାର୍ଥ ବିଚାର କର, ପ୍ରତ୍ୟେକ ଲୋକ, ଆପଣା ଭ୍ରାତା ପ୍ରତି ଦୟା ଓ କରୁଣା ପ୍ରକାଶ କର; .::. 10 ପୁଣି ବିଧବା, ପିତୃହୀନ, ବିଦେଶୀ ଓ ଦରିଦ୍ରର ପ୍ରତି ଉପଦ୍ରବ କର ନାହିଁ ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି ମନେ ମନେ ଆପଣା ଭ୍ରାତାର ଅନିଷ୍ଟ ଚିନ୍ତା ନ କରୁ । .::. 11 ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ସ୍କନ୍ଧ ଘୁଞ୍ଚାଇ ନେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ । .::. 12 ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ଵାରା ପୂର୍ବକାଳର ଭବିଷ୍ୟଦ୍-ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ । ଏଥି ସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା । .::. 13 ପୁଣି, ସେ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ସୈନ୍ୟାଧିପତି ସଦାପ୍ରଭୁ କହିଲେ, ଆମ୍ଭେ ଶୁଣିବା ନାହିଁ, .::. 14 ମାତ୍ର ଯେଉଁ ଗୋଷ୍ଠୀଗଣକୁ ସେମାନେ ଜାଣି ନାହାନ୍ତି, ସେସମସ୍ତଙ୍କ ମଧ୍ୟରେ ଘୂର୍ଣ୍ଣିବାୟୁ ଦ୍ଵାରା ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା । ଏହି ପ୍ରକାରେ ସେମାନଙ୍କ ଉତ୍ତାରେ ଦେଶ ଧ୍ଵଂସସ୍ଥାନ ହେଲା, ତହିଁରେ କୌଣସି ମନୁଷ୍ୟ ତହିଁର ମଧ୍ୟଦେଇ ଗମନାଗମନ କଲା ନାହିଁ; କାରଣ ସେମାନେ ରମ୍ୟ ଦେଶକୁ ଧ୍ଵଂସସ୍ଥାନ କଲେ । .::.
  • ଯିଖରିୟ ଅଧ୍ୟାୟ 1  
  • ଯିଖରିୟ ଅଧ୍ୟାୟ 2  
  • ଯିଖରିୟ ଅଧ୍ୟାୟ 3  
  • ଯିଖରିୟ ଅଧ୍ୟାୟ 4  
  • ଯିଖରିୟ ଅଧ୍ୟାୟ 5  
  • ଯିଖରିୟ ଅଧ୍ୟାୟ 6  
  • ଯିଖରିୟ ଅଧ୍ୟାୟ 7  
  • ଯିଖରିୟ ଅଧ୍ୟାୟ 8  
  • ଯିଖରିୟ ଅଧ୍ୟାୟ 9  
  • ଯିଖରିୟ ଅଧ୍ୟାୟ 10  
  • ଯିଖରିୟ ଅଧ୍ୟାୟ 11  
  • ଯିଖରିୟ ଅଧ୍ୟାୟ 12  
  • ଯିଖରିୟ ଅଧ୍ୟାୟ 13  
  • ଯିଖରିୟ ଅଧ୍ୟାୟ 14  
×

Alert

×

Oriya Letters Keypad References