ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 13

1 ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଶଦ୍ଦକାରକ ଘଣ୍ଟା କିମ୍ଵା ଝମ୍ ଝମ୍ ଶଦ୍ଦକାରୀ କରତାଳ ସ୍ଵରୂପ ହୋଇଅଛି । 2 ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ ତତ୍ତ୍ଵ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ଵାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ । 3 ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ଵ ବିତରଣ କରେ, ପୁଣି ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ । 4 ପ୍ରେମ ଦୀର୍ଘସହିଷ୍ଣୁ, ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ, 5 ଅନୁଚିତ ବ୍ୟବହାର କରେ ନାହିଁ, ସ୍ଵାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ, 6 ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ; 7 ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ଵାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ । 8 ପ୍ରେମ କଦାପି ଶେଷ ହୁଏ ନାହିଁ; କିନ୍ତୁ ଯଦି ଭାବବାଣୀ ଥାଏ, ତାହା ଲୋପ ହେବ; ଯଦି ପରଭାଷା ଥାଏ, ସେହିସବୁ ନିବୃତ୍ତ ହେବ; ଯଦି ଜ୍ଞାନ ଥାଏ, ତାହା ଲୋପ ହେବ । 9 କାରଣ ଆମ୍ଭେମାନେ ଆଂଶିକଭାବେ ଜାଣୁ ଓ ଆଂଶିକଭାବେ ଭାବବାଣୀ କହୁ । 10 କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ଆଂଶିକ ବିଷୟର ଲୋପ ହେବ । 11 ଶିଶୁ ଥିବା ସମୟରେ ମୁଁ ଶିଶୁ ପରି କଥା କହୁଥିଲି, ଶିଶୁ ପରି ଭାବୁଥିଲି, ଶିଶୁ ପରି ବିଚାର କରୁଥିଲି; ବୟସପ୍ରାପ୍ତ ହୁଅନ୍ତେ ମୁଁ ଶିଶୁର ବିଷୟସବୁ ପରିତ୍ୟାଗ କଲି । 12 କାରଣ ଏବେ ଆମ୍ଭେମାନେ ନିଗୂଢ଼ ବାକ୍ୟରୂପ ଦର୍ପଣର ସାହାଯ୍ୟରେ ଦେଖୁଅଛୁ, କିନ୍ତୁ ସେତେବେଳେ ମୁଖାମୁଖୀ ହୋଇ ଦେଖିବା; ଏତେବେଳେ ମୁଁ ଆଂଶିକଭାବେ ଜାଣୁଅଛି, କିନ୍ତୁ ସେତେବେଳେ, ମୁଁ ଯେପରି ପରିଚିତ, ସେହିପରି ମଧ୍ୟ ପରିଚୟ ପାଇବି । 13 ଅତଏବ ବିଶ୍ଵାସ, ଭରସା, ପ୍ରେମ, ଏହି ତିନି ସ୍ଥାୟୀ ଅଟେ, ଆଉ ଏମାନଙ୍କ ମଧ୍ୟରେ ପ୍ରେମ ଉତ୍କୃଷ୍ଟ ।
1 ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଶଦ୍ଦକାରକ ଘଣ୍ଟା କିମ୍ଵା ଝମ୍ ଝମ୍ ଶଦ୍ଦକାରୀ କରତାଳ ସ୍ଵରୂପ ହୋଇଅଛି । .::. 2 ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ ତତ୍ତ୍ଵ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ଵାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ । .::. 3 ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ଵ ବିତରଣ କରେ, ପୁଣି ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ । .::. 4 ପ୍ରେମ ଦୀର୍ଘସହିଷ୍ଣୁ, ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ, .::. 5 ଅନୁଚିତ ବ୍ୟବହାର କରେ ନାହିଁ, ସ୍ଵାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ, .::. 6 ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ; .::. 7 ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ଵାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ । .::. 8 ପ୍ରେମ କଦାପି ଶେଷ ହୁଏ ନାହିଁ; କିନ୍ତୁ ଯଦି ଭାବବାଣୀ ଥାଏ, ତାହା ଲୋପ ହେବ; ଯଦି ପରଭାଷା ଥାଏ, ସେହିସବୁ ନିବୃତ୍ତ ହେବ; ଯଦି ଜ୍ଞାନ ଥାଏ, ତାହା ଲୋପ ହେବ । .::. 9 କାରଣ ଆମ୍ଭେମାନେ ଆଂଶିକଭାବେ ଜାଣୁ ଓ ଆଂଶିକଭାବେ ଭାବବାଣୀ କହୁ । .::. 10 କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ଆଂଶିକ ବିଷୟର ଲୋପ ହେବ । .::. 11 ଶିଶୁ ଥିବା ସମୟରେ ମୁଁ ଶିଶୁ ପରି କଥା କହୁଥିଲି, ଶିଶୁ ପରି ଭାବୁଥିଲି, ଶିଶୁ ପରି ବିଚାର କରୁଥିଲି; ବୟସପ୍ରାପ୍ତ ହୁଅନ୍ତେ ମୁଁ ଶିଶୁର ବିଷୟସବୁ ପରିତ୍ୟାଗ କଲି । .::. 12 କାରଣ ଏବେ ଆମ୍ଭେମାନେ ନିଗୂଢ଼ ବାକ୍ୟରୂପ ଦର୍ପଣର ସାହାଯ୍ୟରେ ଦେଖୁଅଛୁ, କିନ୍ତୁ ସେତେବେଳେ ମୁଖାମୁଖୀ ହୋଇ ଦେଖିବା; ଏତେବେଳେ ମୁଁ ଆଂଶିକଭାବେ ଜାଣୁଅଛି, କିନ୍ତୁ ସେତେବେଳେ, ମୁଁ ଯେପରି ପରିଚିତ, ସେହିପରି ମଧ୍ୟ ପରିଚୟ ପାଇବି । .::. 13 ଅତଏବ ବିଶ୍ଵାସ, ଭରସା, ପ୍ରେମ, ଏହି ତିନି ସ୍ଥାୟୀ ଅଟେ, ଆଉ ଏମାନଙ୍କ ମଧ୍ୟରେ ପ୍ରେମ ଉତ୍କୃଷ୍ଟ । .::.
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 1  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 2  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 3  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 4  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 5  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 6  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 7  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 8  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 9  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 10  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 11  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 12  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 13  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 14  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 15  
  • କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 16  
×

Alert

×

Oriya Letters Keypad References