ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 16

1 ତତ୍ପରେ ମୁଁ ମନ୍ଦିର ମଧ୍ୟରୁ ଗୋଟିଏ ଉଚ୍ଚ ସ୍ଵର ଶୁଣିଲି, ତାହା ସପ୍ତ ଦୂତଙ୍କୁ କହିଲା, ଯାଅ, ଈଶ୍ଵରଙ୍କ କ୍ରୋଧର ସପ୍ତ ପାତ୍ର ପୃଥିବୀ ଉପରେ ଢାଳ । 2 ସେଥିରେ ପ୍ରଥମ ଦୂତ ଯାଇ ପୃଥିବୀ ଉପରେ ଆପଣା ପାତ୍ର ଢାଳିଲେ; ତହୁଁ ଯେଉଁମାନେ ପଶୁର ଚିହ୍ନ ଗ୍ରହଣ କରିଥିଲେ ଓ ତାହାର ପ୍ରତିମାକୁ ପ୍ରଣାମ କରିଥିଲେ, ସେମାନଙ୍କ ଶରୀରରେ ଅତି କଷ୍ଟଦାୟକ ବିସ୍ପୋଟକ ହେଲା । 3 ଦ୍ଵିତୀୟ ଦୂତ ଆପଣା ପାତ୍ର ସମୁଦ୍ର ଉପରେ ଢାଳିଲେ; ତହୁଁ ତାହା ମୃତ ଲୋକର ରକ୍ତ ପରି ହେଲା, ଆଉ ସମୁଦ୍ରରେ ଥିବା ସମସ୍ତ ଜୀବ ମଲେ । 4 ତୃତୀୟ ଦୂତ ଆପଣା ପାତ୍ର ନଦୀ ଓ ନିର୍ଝରିଣୀଗୁଡ଼ିକ ଉପରେ ଢାଳିଲେ; ତହୁଁ ସେହିସବୁ ରକ୍ତ ହୋଇଗଲା । 5 ସେତେବେଳେ ମୁଁ ଜଳାଧିପତି ଦୂତଙ୍କୁ ଏହା କହିବାର ଶୁଣିଲି, ହେ ବର୍ତ୍ତମାନ ଓ ଭୂତ, ପୁଣି ପବିତ୍ର ଯେ ତୁମ୍ଭେ, ତୁମ୍ଭେ ନ୍ୟାୟକର୍ତ୍ତା ବୋଲି ଏହିପରି ବିଚାର କରିଅଛ; 6 ଯେଣୁ ସେମାନେ ସାଧୁମାନଙ୍କର ଓ ଭାବବାଦୀ-ମାନଙ୍କର ରକ୍ତପାତ କରିଥିଲେ, ଆଉ ତୁମ୍ଭେ ସେମାନଙ୍କୁ ପାନ କରିବା ନିମନ୍ତେ ରକ୍ତ ଦେଇଅଛ, ସେମାନେ ସେଥିର ଯୋଗ୍ୟ । 7 ସେତେବେଳେ ମୁଁ ବେଦି ଏହା କହିବାର ଶୁଣିଲି, ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ଵର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ । 8 ଚତୁର୍ଥ ଦୂତ ଆପଣା ପାତ୍ର ସୂର୍ଯ୍ୟ ଉପରେ ଢାଳିଲେ; ତହୁଁ ତାହାକୁ ମନୁଷ୍ୟମାନଙ୍କୁ ଅଗ୍ନିରେ ଦଗ୍ଧ କରିବାକୁ ଶକ୍ତି ଦିଆଗଲା । 9 ସେତେବେଳେ ମନୁଷ୍ୟମାନେ ମହା ତାପରେ ଦଗ୍ଧ ହେଲେ, ଆଉ ଯେଉଁ ଈଶ୍ଵରଙ୍କର ଏହିସମସ୍ତ କ୍ଳେଶ ଉପରେ ଅଧିକାର ଅଛି, ତାହାଙ୍କ ନାମର ନିନ୍ଦା କଲେ, ତାହାଙ୍କୁ ଗୌରବ ଦେବା ନିମନ୍ତେ ମନ ପରିବର୍ତ୍ତନ କଲେ ନାହିଁ । 10 ପଞ୍ଚମ ଦୂତ ଆପଣା ପାତ୍ର ସେହି ପଶୁର ସିଂହାସନ ଉପରେ ଢାଳିଲେ; ତହୁଁ ତାହାର ରାଜ୍ୟ ଅନ୍ଧକାରମୟ ହେଲା, ଆଉ ଲୋକମାନେ ବେଦନା ହେତୁ ଆପଣା ଆପଣା ଜିଭ କାମୁଡ଼ିବାକୁ ଲାଗିଲେ; 11 ପୁଣି, ସେମାନେ ଆପଣା ଆପଣା ବେଦନା ଓ ବିସ୍ଫୋଟକ ସକାଶେ ସ୍ଵର୍ଗସ୍ଥ ଈଶ୍ଵରଙ୍କର ନିନ୍ଦା କଲେ, ଆଉ ଆପଣା ଆପଣା କର୍ମରୁ ମନ ପରିବର୍ତ୍ତନ କଲେ ନାହିଁ । 12 ଷଷ୍ଠ ଦୂତ ଆପଣା ପାତ୍ର ଫରାତ୍ ମହାନଦୀ ଉପରେ ଢାଳିଲେ; ତହୁଁ ପୂର୍ବଦିଗରୁ ଆଗମନକାରୀ ରାଜାମାନଙ୍କ ନିମନ୍ତେ ପଥ ପ୍ରସ୍ତୁତ ହେବା ପାଇଁ ତାହାର ଜଳ ଶୁଷ୍କ ହୋଇଗଲା । 13 ତତ୍ପରେ ମୁଁ ଦେଖିଲି, ସର୍ପର ମୁଖରୁ, ପଶୁର ମୁଖରୁ ଓ ଭଣ୍ତ ଭାବବାଦୀରବ ମୁଖରୁ ବେଙ୍ଗ ପରି ତିନୋଟି ଅପବିତ୍ର ଆତ୍ମା ବାହାରିଲେ; 14 ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଈଶ୍ଵରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରି ଯାଆନ୍ତି । 15 ଦେଖ, ଆମ୍ଭେ ଚୋର ପରି ଆସୁଅଛୁ; ଯେ ଜାଗ୍ରତ ଥାଇ ଆପଣା ବସ୍ତ୍ର ରକ୍ଷା କରେ, ସେ ଧନ୍ୟ, କାରଣ ତାହା କଲେ ସେ ଉଲଙ୍ଗ ହୋଇ ବୁଲିବ ନାହିଁ ଓ ଲୋକେ ତାହାର ଲଜ୍ଜା ଦେଖିବେ ନାହିଁ । 16 ସେହି ଅପବିତ୍ର ଆତ୍ମାମାନେ ରାଜାମାନଙ୍କୁ ଏବ୍ରୀ ଭାଷାରେ ହର୍ମିଗିଦ୍ଦୋନ୍ ନାମକ ସ୍ଥାନରେ ଏକତ୍ର କଲେ । 17 ସପ୍ତମ ଦୂତ ଆପଣା ପାତ୍ର ଆକାଶରେ ଢାଳିଲେ; ତହୁଁ ମନ୍ଦିର ମଧ୍ୟରୁ ସିଂହାସନଠାରୁ ଏହି ଉଚ୍ଚ ସ୍ଵର ହେଲା, ସମାପ୍ତ ହେଲା । 18 ସେତେବେଳେ ବିଦ୍ୟୁତ୍, ବିଭିନ୍ନ ସ୍ଵର ଓ ବଜ୍ରଧ୍ଵନି ହେଲା, ପୁଣି ମହା ଭୂମିକମ୍ପ ହେଲା; ପୃଥିବୀରେ ମନୁଷ୍ୟ ସୃଷ୍ଟ ହେବା ସମୟଠାରୁ ଏପରି ମହା ଭୟଙ୍କର ଭୂମିକମ୍ପ ଆଉ କେବେ ହୋଇ ନ ଥିଲା । 19 ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ବିଜାତିମାନଙ୍କର ନଗରସମୂହ ଭୂମିସାତ୍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ଵର ଆପଣା ପ୍ରଚଣ୍ତ କ୍ରୋଧ-ରୂପ ମଦିରାପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ । 20 ପୁଣି ପ୍ରତ୍ୟେକ ଦ୍ଵୀପ ଦୂରୀଭୂତ ହେଲା ଓ ପର୍ବତଗଣ ଆଉ ଦେଖାଗଲେ ନାହିଁ । 21 ଆକାଶରୁ ମନୁଷ୍ୟମାନଙ୍କ ଉପରେ ମହା ଶିଳାବୃଷ୍ଟି ହେଲା, ଶିଳାଗୁଡ଼ିକ ପ୍ରାୟ ଏକ ଏକ ମହଣ ଓଜନର, ଆଉ ଶିଳାବୃଷ୍ଟିର କ୍ଳେଶ ସକାଶୁ ମନୁଷ୍ୟମାନେ ଈଶ୍ଵରଙ୍କର ନିନ୍ଦା କଲେ, କାରଣ ସେହି କ୍ଳେଶ ଅତି ଭୟଙ୍କର ।
1 ତତ୍ପରେ ମୁଁ ମନ୍ଦିର ମଧ୍ୟରୁ ଗୋଟିଏ ଉଚ୍ଚ ସ୍ଵର ଶୁଣିଲି, ତାହା ସପ୍ତ ଦୂତଙ୍କୁ କହିଲା, ଯାଅ, ଈଶ୍ଵରଙ୍କ କ୍ରୋଧର ସପ୍ତ ପାତ୍ର ପୃଥିବୀ ଉପରେ ଢାଳ । .::. 2 ସେଥିରେ ପ୍ରଥମ ଦୂତ ଯାଇ ପୃଥିବୀ ଉପରେ ଆପଣା ପାତ୍ର ଢାଳିଲେ; ତହୁଁ ଯେଉଁମାନେ ପଶୁର ଚିହ୍ନ ଗ୍ରହଣ କରିଥିଲେ ଓ ତାହାର ପ୍ରତିମାକୁ ପ୍ରଣାମ କରିଥିଲେ, ସେମାନଙ୍କ ଶରୀରରେ ଅତି କଷ୍ଟଦାୟକ ବିସ୍ପୋଟକ ହେଲା । .::. 3 ଦ୍ଵିତୀୟ ଦୂତ ଆପଣା ପାତ୍ର ସମୁଦ୍ର ଉପରେ ଢାଳିଲେ; ତହୁଁ ତାହା ମୃତ ଲୋକର ରକ୍ତ ପରି ହେଲା, ଆଉ ସମୁଦ୍ରରେ ଥିବା ସମସ୍ତ ଜୀବ ମଲେ । .::. 4 ତୃତୀୟ ଦୂତ ଆପଣା ପାତ୍ର ନଦୀ ଓ ନିର୍ଝରିଣୀଗୁଡ଼ିକ ଉପରେ ଢାଳିଲେ; ତହୁଁ ସେହିସବୁ ରକ୍ତ ହୋଇଗଲା । .::. 5 ସେତେବେଳେ ମୁଁ ଜଳାଧିପତି ଦୂତଙ୍କୁ ଏହା କହିବାର ଶୁଣିଲି, ହେ ବର୍ତ୍ତମାନ ଓ ଭୂତ, ପୁଣି ପବିତ୍ର ଯେ ତୁମ୍ଭେ, ତୁମ୍ଭେ ନ୍ୟାୟକର୍ତ୍ତା ବୋଲି ଏହିପରି ବିଚାର କରିଅଛ; .::. 6 ଯେଣୁ ସେମାନେ ସାଧୁମାନଙ୍କର ଓ ଭାବବାଦୀ-ମାନଙ୍କର ରକ୍ତପାତ କରିଥିଲେ, ଆଉ ତୁମ୍ଭେ ସେମାନଙ୍କୁ ପାନ କରିବା ନିମନ୍ତେ ରକ୍ତ ଦେଇଅଛ, ସେମାନେ ସେଥିର ଯୋଗ୍ୟ । .::. 7 ସେତେବେଳେ ମୁଁ ବେଦି ଏହା କହିବାର ଶୁଣିଲି, ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ଵର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ । .::. 8 ଚତୁର୍ଥ ଦୂତ ଆପଣା ପାତ୍ର ସୂର୍ଯ୍ୟ ଉପରେ ଢାଳିଲେ; ତହୁଁ ତାହାକୁ ମନୁଷ୍ୟମାନଙ୍କୁ ଅଗ୍ନିରେ ଦଗ୍ଧ କରିବାକୁ ଶକ୍ତି ଦିଆଗଲା । .::. 9 ସେତେବେଳେ ମନୁଷ୍ୟମାନେ ମହା ତାପରେ ଦଗ୍ଧ ହେଲେ, ଆଉ ଯେଉଁ ଈଶ୍ଵରଙ୍କର ଏହିସମସ୍ତ କ୍ଳେଶ ଉପରେ ଅଧିକାର ଅଛି, ତାହାଙ୍କ ନାମର ନିନ୍ଦା କଲେ, ତାହାଙ୍କୁ ଗୌରବ ଦେବା ନିମନ୍ତେ ମନ ପରିବର୍ତ୍ତନ କଲେ ନାହିଁ । .::. 10 ପଞ୍ଚମ ଦୂତ ଆପଣା ପାତ୍ର ସେହି ପଶୁର ସିଂହାସନ ଉପରେ ଢାଳିଲେ; ତହୁଁ ତାହାର ରାଜ୍ୟ ଅନ୍ଧକାରମୟ ହେଲା, ଆଉ ଲୋକମାନେ ବେଦନା ହେତୁ ଆପଣା ଆପଣା ଜିଭ କାମୁଡ଼ିବାକୁ ଲାଗିଲେ; .::. 11 ପୁଣି, ସେମାନେ ଆପଣା ଆପଣା ବେଦନା ଓ ବିସ୍ଫୋଟକ ସକାଶେ ସ୍ଵର୍ଗସ୍ଥ ଈଶ୍ଵରଙ୍କର ନିନ୍ଦା କଲେ, ଆଉ ଆପଣା ଆପଣା କର୍ମରୁ ମନ ପରିବର୍ତ୍ତନ କଲେ ନାହିଁ । .::. 12 ଷଷ୍ଠ ଦୂତ ଆପଣା ପାତ୍ର ଫରାତ୍ ମହାନଦୀ ଉପରେ ଢାଳିଲେ; ତହୁଁ ପୂର୍ବଦିଗରୁ ଆଗମନକାରୀ ରାଜାମାନଙ୍କ ନିମନ୍ତେ ପଥ ପ୍ରସ୍ତୁତ ହେବା ପାଇଁ ତାହାର ଜଳ ଶୁଷ୍କ ହୋଇଗଲା । .::. 13 ତତ୍ପରେ ମୁଁ ଦେଖିଲି, ସର୍ପର ମୁଖରୁ, ପଶୁର ମୁଖରୁ ଓ ଭଣ୍ତ ଭାବବାଦୀରବ ମୁଖରୁ ବେଙ୍ଗ ପରି ତିନୋଟି ଅପବିତ୍ର ଆତ୍ମା ବାହାରିଲେ; .::. 14 ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଈଶ୍ଵରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରି ଯାଆନ୍ତି । .::. 15 ଦେଖ, ଆମ୍ଭେ ଚୋର ପରି ଆସୁଅଛୁ; ଯେ ଜାଗ୍ରତ ଥାଇ ଆପଣା ବସ୍ତ୍ର ରକ୍ଷା କରେ, ସେ ଧନ୍ୟ, କାରଣ ତାହା କଲେ ସେ ଉଲଙ୍ଗ ହୋଇ ବୁଲିବ ନାହିଁ ଓ ଲୋକେ ତାହାର ଲଜ୍ଜା ଦେଖିବେ ନାହିଁ । .::. 16 ସେହି ଅପବିତ୍ର ଆତ୍ମାମାନେ ରାଜାମାନଙ୍କୁ ଏବ୍ରୀ ଭାଷାରେ ହର୍ମିଗିଦ୍ଦୋନ୍ ନାମକ ସ୍ଥାନରେ ଏକତ୍ର କଲେ । .::. 17 ସପ୍ତମ ଦୂତ ଆପଣା ପାତ୍ର ଆକାଶରେ ଢାଳିଲେ; ତହୁଁ ମନ୍ଦିର ମଧ୍ୟରୁ ସିଂହାସନଠାରୁ ଏହି ଉଚ୍ଚ ସ୍ଵର ହେଲା, ସମାପ୍ତ ହେଲା । .::. 18 ସେତେବେଳେ ବିଦ୍ୟୁତ୍, ବିଭିନ୍ନ ସ୍ଵର ଓ ବଜ୍ରଧ୍ଵନି ହେଲା, ପୁଣି ମହା ଭୂମିକମ୍ପ ହେଲା; ପୃଥିବୀରେ ମନୁଷ୍ୟ ସୃଷ୍ଟ ହେବା ସମୟଠାରୁ ଏପରି ମହା ଭୟଙ୍କର ଭୂମିକମ୍ପ ଆଉ କେବେ ହୋଇ ନ ଥିଲା । .::. 19 ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ବିଜାତିମାନଙ୍କର ନଗରସମୂହ ଭୂମିସାତ୍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ଵର ଆପଣା ପ୍ରଚଣ୍ତ କ୍ରୋଧ-ରୂପ ମଦିରାପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ । .::. 20 ପୁଣି ପ୍ରତ୍ୟେକ ଦ୍ଵୀପ ଦୂରୀଭୂତ ହେଲା ଓ ପର୍ବତଗଣ ଆଉ ଦେଖାଗଲେ ନାହିଁ । .::. 21 ଆକାଶରୁ ମନୁଷ୍ୟମାନଙ୍କ ଉପରେ ମହା ଶିଳାବୃଷ୍ଟି ହେଲା, ଶିଳାଗୁଡ଼ିକ ପ୍ରାୟ ଏକ ଏକ ମହଣ ଓଜନର, ଆଉ ଶିଳାବୃଷ୍ଟିର କ୍ଳେଶ ସକାଶୁ ମନୁଷ୍ୟମାନେ ଈଶ୍ଵରଙ୍କର ନିନ୍ଦା କଲେ, କାରଣ ସେହି କ୍ଳେଶ ଅତି ଭୟଙ୍କର । .::.
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 1  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 2  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 3  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 4  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 5  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 6  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 7  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 8  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 9  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 10  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 11  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 12  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 13  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 14  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 15  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 16  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 17  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 18  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 19  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 20  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 21  
  • ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 22  
×

Alert

×

Oriya Letters Keypad References