ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ପ୍ରଥମ ବଂଶାବଳୀ

ପ୍ରଥମ ବଂଶାବଳୀ ଅଧ୍ୟାୟ 29

1 ଅନନ୍ତର ଦାଉଦ ରାଜା ସମଗ୍ର ସମାଜକୁ କହିଲେ, ପରମେଶ୍ଵର ଆମ୍ଭ ପୁତ୍ର ଶଲୋମନଙ୍କୁ ଏକା ମନୋନୀତ କରିଅଛନ୍ତି, ସେଣଏବେ ହେଁ ଅଳ୍ପବୟସ୍କ ଓ କୋମଳ, ପୁଣି କାର୍ଯ୍ୟ ଅତି ବଡ଼; କାରଣ ଏହି ପ୍ରାସାଦ ମନୁଷ୍ୟ ପାଇଁ ନୁହେଁ, ମାତ୍ର ସଦାପ୍ରଭୁ ପରମେଶ୍ଵରଙ୍କ ପାଇଁ ଅଟେ । 2 ଏବେ ମୁଁ ଆପଣାର ସମସ୍ତ ଶକ୍ତିରେ ମୋʼ ପରମେଶ୍ଵରଙ୍କ ଗୃହ ନିମନ୍ତେ ପ୍ରଚୁର ରୂପେ ସ୍ଵର୍ଣ୍ଣମୟ ଦ୍ରବ୍ୟ ପାଇଁ ସୁନା ଓ ରୌପ୍ୟମୟ ଦ୍ରବ୍ୟ ପାଇଁ ରୂପା ଓ ପିତ୍ତଳମୟ ଦ୍ରବ୍ୟ ପାଇଁ ପିତ୍ତଳ, ଲୌହମୟ ଦ୍ରବ୍ୟ ପାଇଁ ଲୁହା ଓ କାଷ୍ଠମୟ ଦ୍ରବ୍ୟ ପାଇଁ କାଷ୍ଠ; ଗୋମେଦକ ମଣି ଓ ଖଚନାର୍ଥକ ପ୍ରସ୍ତର, ଜଡ଼ିତ-କର୍ମାର୍ଥକ ପ୍ରସ୍ତର ଓ ନାନା ବର୍ଣ୍ଣର ପ୍ରସ୍ତର ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର ଓ ମର୍ମର ପ୍ରସ୍ତର ଆୟୋଜନ କରିଅଛି । 3 ଆହୁରି ମଧ୍ୟ ମୁଁ ଏହି ପବିତ୍ର ଗୃହ ନିମନ୍ତେ ଯାହାସବୁ ଆୟୋଜନ କରିଅଛି, ତାହା ଛଡ଼ା ଓ ତହିଁ ଉପରେ ମୋʼ ନିଜର ସୁନା ଓ ରୂପାର ଭଣ୍ତାର ଅଛି, ଆଉ ମୁଁ ମୋʼ ପରମେଶ୍ଵରଙ୍କ ଗୃହ ପ୍ରତି ଆପଣା ମନ ଆସକ୍ତ କରି ଥିବାରୁ ମୁଁ ତାହାସବୁ ଆପଣା ପରମେଶ୍ଵରଙ୍କ ଗୃହ ନିମନ୍ତେ ଦେଉଅଛି । 4 ଅର୍ଥାତ୍, ଗୃହର କାନ୍ଥରେ ମଡ଼ାଇବା ପାଇଁ ଓଫୀର୍ର ସ୍ଵର୍ଣ୍ଣରୁ ତିନି ହଜାର ତାଳ; ସ୍ଵର୍ଣ୍ଣ ଓ ସାତ ହଜାର ତାଳ; ନିର୍ମଳ ରୂପାନ୍ତଣ ପ୍ର.ରା.୯:୨୮ 5 ସ୍ଵର୍ଣ୍ଣମୟ ଦ୍ରବ୍ୟ ନିମନ୍ତେ ସୁନା ଓ ରୌପ୍ୟମୟ ଦ୍ରବ୍ୟ ନିମନ୍ତେ ରୂପା ଓ ଶିଳ୍ପକାରମାନଙ୍କ ହସ୍ତରେ ଯାହା ଯାହା କରାଯିବ, ସେହିସବୁ ପ୍ରକାରର କାର୍ଯ୍ୟ ନିମନ୍ତେ ଦେଉଅଛି । ଅତଏବ, ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାକୁ ପ୍ରତିଷ୍ଠା କରିବାକୁ କିଏ ସ୍ଵେଚ୍ଛାରେ ଉଦ୍ୟତ ଅଛି? 6 ତେବେ ପିତୃବଂଶର ଅଧିପତିମାନେ ଓ ଇସ୍ରାଏଲୀୟ ଗୋଷ୍ଠୀସମୂହର ଅଧିପତିମାନେ, ଆଉ ସହସ୍ର ଓ ଶତପତିମାନେ, ପୁଣି ରାଜକାର୍ଯ୍ୟ-ଶାସକମାନେ ସ୍ଵେଚ୍ଛାରେ ଦାନ କଲେ; 7 ଆଉ ସେମାନେ ପରମେଶ୍ଵରଙ୍କ ଗୃହର ସେବା ନିମନ୍ତେ ପାଞ୍ଚ ହଜାର ତାଳ; ସ୍ଵର୍ଣ୍ଣ ଓ ଦଶ ହଜାର ଡାରିକ୍ ମୁଦ୍ରା ଓ ଦଶ ହଜାର ତାଳ; ରୂପା ଓ ଅଠର ହଜାର ତାଳ; ପିତ୍ତଳ ଓ ଏକ ଲକ୍ଷ ତାଳ; ଲୁହା ଦେଲେ । 8 ପୁଣି ଯେଉଁମାନଙ୍କ ନିକଟରେ ବହୁମୂଲ୍ୟ ପ୍ରସ୍ତରାଦି ମିଳିଲା, ସେମାନେ ଗେର୍ଶୋନୀୟ ଯିହୀୟେଲର ହସ୍ତାଧୀନ ସଦାପ୍ରଭୁଙ୍କ ଭଣ୍ତାର-ଗୃହରେ ତାହାସବୁ ଦେଲେ । 9 ତହିଁରେ ଲୋକମାନେ ସ୍ଵେଚ୍ଛାପୂର୍ବକ ଦାନ କରିବାରୁ ଆନନ୍ଦ କଲେ, କାରଣ ସେମାନେ ସିଦ୍ଧଚିତ୍ତରେ ସ୍ଵେଚ୍ଛାପୂର୍ବକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କଲେ; ପୁଣି ଦାଉଦ ରାଜା ମଧ୍ୟ ମହାନନ୍ଦରେ ଆନନ୍ଦ କଲେ । 10 ଏହେତୁ ଦାଉଦ ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଆଉ ଦାଉଦ କହିଲେ, ହେ ସଦାପ୍ରଭୋ, ଆମ୍ଭମାନଙ୍କ ପିତା ଇସ୍ରାଏଲର ପରମେଶ୍ଵର, ତୁମ୍ଭେ ସଦାକାଳ ଧନ୍ୟ । 11 ହେ ସଦାପ୍ରଭୋ, ମହତ୍ତ୍ଵ ଓ ପରାକ୍ରମ ଓ ଶୋଭା ଓ ଜୟ ଓ ପ୍ରତାପ ତୁମ୍ଭର; କାରଣ ସ୍ଵର୍ଗରେ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୋ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ । 12 ତୁମ୍ଭଠାରୁ ଧନ ଓ ସମ୍ଭ୍ରମ ଆସେ, ଆଉ ତୁମ୍ଭେ ସମସ୍ତଙ୍କ ଉପରେ କର୍ତ୍ତୃତ୍ଵ କରୁଅଛ; ବଳ ଓ ପରାକ୍ରମ ତୁମ୍ଭ ହସ୍ତରେ ଅଛି; ପୁଣି ମହାନ କରିବାର ଓ ସମସ୍ତଙ୍କୁ ବଳ ଦେବାର ତୁମ୍ଭର ହସ୍ତାଧୀନ ଅଟେ । 13 ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ଵର, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ ଓ ତୁମ୍ଭ ଗୌରବାନ୍ଵିତ ନାମରେ ପ୍ରଶଂସା କରୁଅଛୁ । 14 ମାତ୍ର ମୁଁ କିଏ ଓ ମୋହର ଲୋକମାନେ କିଏ ଯେ, ଆମ୍ଭେମାନେ ଏପରି ସ୍ଵେଚ୍ଛାପୂର୍ବକ ଏପ୍ରକାର ଦାନ କରିବାକୁ ସମର୍ଥ ହେବୁ? କାରଣ ସମଗ୍ର ବିଷୟ ତୁମ୍ଭଠାରୁ ଆସେ ଓ ତୁମ୍ଭ ନିଜ ପଦାର୍ଥରୁ ଆମ୍ଭେମାନେ ତୁମ୍ଭକୁ ଦେଇଅଛୁ । 15 କାରଣ ଆମ୍ଭେମାନେ ଆପଣାମାନଙ୍କ ସମସ୍ତ ପୂର୍ବପୁରୁଷ ତୁଲ୍ୟ ତୁମ୍ଭ ସମ୍ମୁଖରେ ବିଦେଶୀ ଓ ପ୍ରବାସୀ; ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ତୁଲ୍ୟ ଓ ସ୍ଥାୟିତ୍ଵ କିଛି ନାହିଁ । 16 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ଵର, ତୁମ୍ଭ ପବିତ୍ର ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ପାଇଁ ଆମ୍ଭେମାନେ ଏହି ଯେଉଁ ସକଳ ପଦାର୍ଥ ସଞ୍ଚୟ କରିଅଛୁ, ତାହା ତୁମ୍ଭ ହସ୍ତରୁ ଆସିଅଛି ଓ ସବୁ ତୁମ୍ଭ ନିଜର ଅଟେ । 17 ଆହୁରି ହେ ମୋହର ପରମେଶ୍ଵର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ । ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ଵେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ଵେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି । 18 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମର, ଇସ୍‍ହାକର ଓ ଇସ୍ରାଏଲର ପରମେଶ୍ଵର, ତୁମ୍ଭେ ଆପଣା ଲୋକମାନଙ୍କ ହୃଦୟସ୍ଥ ଚିନ୍ତାର କଳ୍ପନାରେ ଏହା ସଦାକାଳ ରଖ ଓ ତୁମ୍ଭ ପ୍ରତି ସେମାନଙ୍କ ହୃଦୟ ପ୍ରସ୍ତୁତ କର; 19 ପୁଣି ତୁମ୍ଭର ଆଜ୍ଞା, ତୁମ୍ଭ ପ୍ରମାଣ-ବାକ୍ୟ ଓ ତୁମ୍ଭ ବିଧିସବୁ ପାଳନ କରିବା ପାଇଁ ଓ ଏହିସବୁ କାର୍ଯ୍ୟ କରିବା ପାଇଁ, ଆଉ ମୁଁ ଯେଉଁ ପ୍ରାସାଦ ପାଇଁ ଆୟୋଜନ କରୁଅଛି, ତାହା ନିର୍ମାଣ କରିବା ପାଇଁ ମୋʼ ପୁତ୍ର ଶଲୋମନକୁ ସିଦ୍ଧ ଅନ୍ତଃକରଣ ଦିଅ । 20 ଏଉତ୍ତାରେ ଦାଉଦ ସମଗ୍ର ସମାଜକୁ କହିଲେ, ତୁମ୍ଭେମାନେ ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ଧନ୍ୟବାଦ କର । ତହିଁରେ ସମସ୍ତ ସମାଜ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ଵରଙ୍କର ଧନ୍ୟବାଦ କଲେ ଓ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ପ୍ରଣାମ କଲେ । 21 ତହୁଁ ସେମାନେ ପର ଦିବସ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସହସ୍ର ଗୋରୁ, ଏକ ସହସ୍ର ମେଷ ଓ ଏକ ସହସ୍ର ମେଷଶାବକ ପେୟ-ନୈବେଦ୍ୟ ସହିତ ବଳିଦାନ କଲେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସମଗ୍ର ଇସ୍ରାଏଲ ନିମନ୍ତେ ବିସ୍ତର ବଳି ଉତ୍ସର୍ଗ କଲେ; 22 ଆଉ ସେହିଦିନ ମହାନନ୍ଦରେ ସଦାପ୍ରଭୁଙ୍କ ସାକ୍ଷାତରେ ଭୋଜନ ପାନ କଲେ । ପୁଣି ସେମାନେ ଦାଉଦଙ୍କର ପୁତ୍ର ଶଲୋମନଙ୍କୁ ଦ୍ଵିତୀୟ ଥର ରାଜା କଲେ, ଆଉ ତାଙ୍କୁ ଅଗ୍ରଣୀ ହେବା ପାଇଁ ଓ ସାଦୋକକୁ ଯାଜକ ହେବା ପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଭିଷେକ କଲେ । 23 ସେତେବେଳେ ଶଲୋମନ ଆପଣା ପିତା ଦାଉଦଙ୍କର ପଦରେ ରାଜା ରୂପେ ସଦାପ୍ରଭୁଙ୍କ ସିଂହାସନରେ ଉପବିଷ୍ଟ ହେଲେ ଓ କୁଶଳ ପ୍ରାପ୍ତ ହେଲେ ଓ ସମୁଦାୟ ଇସ୍ରାଏଲ ତାଙ୍କର ଆଜ୍ଞାକାରୀ ହେଲେ । 24 ପୁଣି ସମସ୍ତ ଅଧିପତି ଓ ବୀରଗଣ ଓ ଦାଉଦ ରାଜାଙ୍କର ସମସ୍ତ ପୁତ୍ର ମଧ୍ୟ ଶଲୋମନ ରାଜାଙ୍କର ବଶୀଭୂତ ହେଲେ । 25 ଆଉ ସଦାପ୍ରଭୁ ସମଗ୍ର ଇସ୍ରାଏଲ ଦୃଷ୍ଟିରେ ଶଲୋମନଙ୍କୁ ଅତିଶୟ ମହାନ କଲେ ଓ ତାଙ୍କୁ ଏପରି ରାଜପ୍ରତାପ ଦାନ କଲେ ଯେ, ଇସ୍ରାଏଲ ମଧ୍ୟରେ ତାଙ୍କ ପୂର୍ବବର୍ତ୍ତୀ କୌଣସି ରାଜା ସେପରି ପ୍ରାପ୍ତ ହୋଇ ନ ଥିଲେ । 26 ଯିଶୀର ପୁତ୍ର ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କଲେ । 27 ଇସ୍ରାଏଲ ଉପରେ ତାଙ୍କର ରାଜତ୍ଵର ସମୟ ଚାଳିଶ ବର୍ଷ; ସେ ସାତ ବର୍ଷ ହିବ୍ରୋଣରେ ଓ ତେତିଶ ବର୍ଷ ଯିରୂଶାଲମରେ ରାଜ୍ୟ କଲେ । 28 ତହିଁ ଉତ୍ତାରେ ସେ ଆୟୁଷ, ଧନ ଓ ସମ୍ଭ୍ରମରେ ପରିପୂର୍ଣ୍ଣ ହୋଇ ଉତ୍ତମ ବୃଦ୍ଧାବସ୍ଥାରେ ମଲେ; ପୁଣି ତାଙ୍କ ପୁତ୍ର ଶଲୋମନ ତାଙ୍କ ପଦରେ ରାଜ୍ୟ କଲେ । 29 ଏହି ଦାଉଦ ରାଜାଙ୍କର ପ୍ରଥମ ଓ ଶେଷ କ୍ରିୟାସବୁ, ଦେଖ, ଶାମୁୟେଲ ଦର୍ଶକର ଇତିହାସରେ ଓ ନାଥନ ଭବିଷ୍ୟଦ୍ବକ୍ତାଙ୍କର ଇତିହାସରେ ଓ ଗାଦ୍ ଦର୍ଶକର ଇତିହାସରେ ଲିଖିତ ଅଛି; 30 ତହିଁ ସଙ୍ଗେ ତାଙ୍କର ରାଜ୍ୟଶାସନ ଓ ତାଙ୍କର ପରାକ୍ରମ, ପୁଣି ତାଙ୍କ ଉପରେ ଓ ଇସ୍ରାଏଲ ଉପରେ ଓ ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ଯାହା ଯାହା ଘଟିଲା, ସେସବୁର ବିବରଣ ଲେଖାଅଛି ।
1. ଅନନ୍ତର ଦାଉଦ ରାଜା ସମଗ୍ର ସମାଜକୁ କହିଲେ, ପରମେଶ୍ଵର ଆମ୍ଭ ପୁତ୍ର ଶଲୋମନଙ୍କୁ ଏକା ମନୋନୀତ କରିଅଛନ୍ତି, ସେଣଏବେ ହେଁ ଅଳ୍ପବୟସ୍କ ଓ କୋମଳ, ପୁଣି କାର୍ଯ୍ୟ ଅତି ବଡ଼; କାରଣ ଏହି ପ୍ରାସାଦ ମନୁଷ୍ୟ ପାଇଁ ନୁହେଁ, ମାତ୍ର ସଦାପ୍ରଭୁ ପରମେଶ୍ଵରଙ୍କ ପାଇଁ ଅଟେ । 2. ଏବେ ମୁଁ ଆପଣାର ସମସ୍ତ ଶକ୍ତିରେ ମୋʼ ପରମେଶ୍ଵରଙ୍କ ଗୃହ ନିମନ୍ତେ ପ୍ରଚୁର ରୂପେ ସ୍ଵର୍ଣ୍ଣମୟ ଦ୍ରବ୍ୟ ପାଇଁ ସୁନା ଓ ରୌପ୍ୟମୟ ଦ୍ରବ୍ୟ ପାଇଁ ରୂପା ଓ ପିତ୍ତଳମୟ ଦ୍ରବ୍ୟ ପାଇଁ ପିତ୍ତଳ, ଲୌହମୟ ଦ୍ରବ୍ୟ ପାଇଁ ଲୁହା ଓ କାଷ୍ଠମୟ ଦ୍ରବ୍ୟ ପାଇଁ କାଷ୍ଠ; ଗୋମେଦକ ମଣି ଓ ଖଚନାର୍ଥକ ପ୍ରସ୍ତର, ଜଡ଼ିତ-କର୍ମାର୍ଥକ ପ୍ରସ୍ତର ଓ ନାନା ବର୍ଣ୍ଣର ପ୍ରସ୍ତର ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର ଓ ମର୍ମର ପ୍ରସ୍ତର ଆୟୋଜନ କରିଅଛି । 3. ଆହୁରି ମଧ୍ୟ ମୁଁ ଏହି ପବିତ୍ର ଗୃହ ନିମନ୍ତେ ଯାହାସବୁ ଆୟୋଜନ କରିଅଛି, ତାହା ଛଡ଼ା ଓ ତହିଁ ଉପରେ ମୋʼ ନିଜର ସୁନା ଓ ରୂପାର ଭଣ୍ତାର ଅଛି, ଆଉ ମୁଁ ମୋʼ ପରମେଶ୍ଵରଙ୍କ ଗୃହ ପ୍ରତି ଆପଣା ମନ ଆସକ୍ତ କରି ଥିବାରୁ ମୁଁ ତାହାସବୁ ଆପଣା ପରମେଶ୍ଵରଙ୍କ ଗୃହ ନିମନ୍ତେ ଦେଉଅଛି । 4. ଅର୍ଥାତ୍, ଗୃହର କାନ୍ଥରେ ମଡ଼ାଇବା ପାଇଁ ଓଫୀର୍ର ସ୍ଵର୍ଣ୍ଣରୁ ତିନି ହଜାର ତାଳ; ସ୍ଵର୍ଣ୍ଣ ଓ ସାତ ହଜାର ତାଳ; ନିର୍ମଳ ରୂପାନ୍ତଣ ପ୍ର.ରା.୯:୨୮ 5. ସ୍ଵର୍ଣ୍ଣମୟ ଦ୍ରବ୍ୟ ନିମନ୍ତେ ସୁନା ଓ ରୌପ୍ୟମୟ ଦ୍ରବ୍ୟ ନିମନ୍ତେ ରୂପା ଓ ଶିଳ୍ପକାରମାନଙ୍କ ହସ୍ତରେ ଯାହା ଯାହା କରାଯିବ, ସେହିସବୁ ପ୍ରକାରର କାର୍ଯ୍ୟ ନିମନ୍ତେ ଦେଉଅଛି । ଅତଏବ, ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାକୁ ପ୍ରତିଷ୍ଠା କରିବାକୁ କିଏ ସ୍ଵେଚ୍ଛାରେ ଉଦ୍ୟତ ଅଛି? 6. ତେବେ ପିତୃବଂଶର ଅଧିପତିମାନେ ଓ ଇସ୍ରାଏଲୀୟ ଗୋଷ୍ଠୀସମୂହର ଅଧିପତିମାନେ, ଆଉ ସହସ୍ର ଓ ଶତପତିମାନେ, ପୁଣି ରାଜକାର୍ଯ୍ୟ-ଶାସକମାନେ ସ୍ଵେଚ୍ଛାରେ ଦାନ କଲେ; 7. ଆଉ ସେମାନେ ପରମେଶ୍ଵରଙ୍କ ଗୃହର ସେବା ନିମନ୍ତେ ପାଞ୍ଚ ହଜାର ତାଳ; ସ୍ଵର୍ଣ୍ଣ ଓ ଦଶ ହଜାର ଡାରିକ୍ ମୁଦ୍ରା ଓ ଦଶ ହଜାର ତାଳ; ରୂପା ଓ ଅଠର ହଜାର ତାଳ; ପିତ୍ତଳ ଓ ଏକ ଲକ୍ଷ ତାଳ; ଲୁହା ଦେଲେ । 8. ପୁଣି ଯେଉଁମାନଙ୍କ ନିକଟରେ ବହୁମୂଲ୍ୟ ପ୍ରସ୍ତରାଦି ମିଳିଲା, ସେମାନେ ଗେର୍ଶୋନୀୟ ଯିହୀୟେଲର ହସ୍ତାଧୀନ ସଦାପ୍ରଭୁଙ୍କ ଭଣ୍ତାର-ଗୃହରେ ତାହାସବୁ ଦେଲେ । 9. ତହିଁରେ ଲୋକମାନେ ସ୍ଵେଚ୍ଛାପୂର୍ବକ ଦାନ କରିବାରୁ ଆନନ୍ଦ କଲେ, କାରଣ ସେମାନେ ସିଦ୍ଧଚିତ୍ତରେ ସ୍ଵେଚ୍ଛାପୂର୍ବକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କଲେ; ପୁଣି ଦାଉଦ ରାଜା ମଧ୍ୟ ମହାନନ୍ଦରେ ଆନନ୍ଦ କଲେ । 10. ଏହେତୁ ଦାଉଦ ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଆଉ ଦାଉଦ କହିଲେ, ହେ ସଦାପ୍ରଭୋ, ଆମ୍ଭମାନଙ୍କ ପିତା ଇସ୍ରାଏଲର ପରମେଶ୍ଵର, ତୁମ୍ଭେ ସଦାକାଳ ଧନ୍ୟ । 11. ହେ ସଦାପ୍ରଭୋ, ମହତ୍ତ୍ଵ ଓ ପରାକ୍ରମ ଓ ଶୋଭା ଓ ଜୟ ଓ ପ୍ରତାପ ତୁମ୍ଭର; କାରଣ ସ୍ଵର୍ଗରେ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୋ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ । 12. ତୁମ୍ଭଠାରୁ ଧନ ଓ ସମ୍ଭ୍ରମ ଆସେ, ଆଉ ତୁମ୍ଭେ ସମସ୍ତଙ୍କ ଉପରେ କର୍ତ୍ତୃତ୍ଵ କରୁଅଛ; ବଳ ଓ ପରାକ୍ରମ ତୁମ୍ଭ ହସ୍ତରେ ଅଛି; ପୁଣି ମହାନ କରିବାର ଓ ସମସ୍ତଙ୍କୁ ବଳ ଦେବାର ତୁମ୍ଭର ହସ୍ତାଧୀନ ଅଟେ । 13. ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ଵର, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ ଓ ତୁମ୍ଭ ଗୌରବାନ୍ଵିତ ନାମରେ ପ୍ରଶଂସା କରୁଅଛୁ । 14. ମାତ୍ର ମୁଁ କିଏ ଓ ମୋହର ଲୋକମାନେ କିଏ ଯେ, ଆମ୍ଭେମାନେ ଏପରି ସ୍ଵେଚ୍ଛାପୂର୍ବକ ଏପ୍ରକାର ଦାନ କରିବାକୁ ସମର୍ଥ ହେବୁ? କାରଣ ସମଗ୍ର ବିଷୟ ତୁମ୍ଭଠାରୁ ଆସେ ଓ ତୁମ୍ଭ ନିଜ ପଦାର୍ଥରୁ ଆମ୍ଭେମାନେ ତୁମ୍ଭକୁ ଦେଇଅଛୁ । 15. କାରଣ ଆମ୍ଭେମାନେ ଆପଣାମାନଙ୍କ ସମସ୍ତ ପୂର୍ବପୁରୁଷ ତୁଲ୍ୟ ତୁମ୍ଭ ସମ୍ମୁଖରେ ବିଦେଶୀ ଓ ପ୍ରବାସୀ; ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ତୁଲ୍ୟ ଓ ସ୍ଥାୟିତ୍ଵ କିଛି ନାହିଁ । 16. ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ଵର, ତୁମ୍ଭ ପବିତ୍ର ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ପାଇଁ ଆମ୍ଭେମାନେ ଏହି ଯେଉଁ ସକଳ ପଦାର୍ଥ ସଞ୍ଚୟ କରିଅଛୁ, ତାହା ତୁମ୍ଭ ହସ୍ତରୁ ଆସିଅଛି ଓ ସବୁ ତୁମ୍ଭ ନିଜର ଅଟେ । 17. ଆହୁରି ହେ ମୋହର ପରମେଶ୍ଵର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ । ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ଵେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ଵେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି । 18. ହେ ସଦାପ୍ରଭୋ, ଆମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମର, ଇସ୍‍ହାକର ଓ ଇସ୍ରାଏଲର ପରମେଶ୍ଵର, ତୁମ୍ଭେ ଆପଣା ଲୋକମାନଙ୍କ ହୃଦୟସ୍ଥ ଚିନ୍ତାର କଳ୍ପନାରେ ଏହା ସଦାକାଳ ରଖ ଓ ତୁମ୍ଭ ପ୍ରତି ସେମାନଙ୍କ ହୃଦୟ ପ୍ରସ୍ତୁତ କର; 19. ପୁଣି ତୁମ୍ଭର ଆଜ୍ଞା, ତୁମ୍ଭ ପ୍ରମାଣ-ବାକ୍ୟ ଓ ତୁମ୍ଭ ବିଧିସବୁ ପାଳନ କରିବା ପାଇଁ ଓ ଏହିସବୁ କାର୍ଯ୍ୟ କରିବା ପାଇଁ, ଆଉ ମୁଁ ଯେଉଁ ପ୍ରାସାଦ ପାଇଁ ଆୟୋଜନ କରୁଅଛି, ତାହା ନିର୍ମାଣ କରିବା ପାଇଁ ମୋʼ ପୁତ୍ର ଶଲୋମନକୁ ସିଦ୍ଧ ଅନ୍ତଃକରଣ ଦିଅ । 20. ଏଉତ୍ତାରେ ଦାଉଦ ସମଗ୍ର ସମାଜକୁ କହିଲେ, ତୁମ୍ଭେମାନେ ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ଧନ୍ୟବାଦ କର । ତହିଁରେ ସମସ୍ତ ସମାଜ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ଵରଙ୍କର ଧନ୍ୟବାଦ କଲେ ଓ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ପ୍ରଣାମ କଲେ । 21. ତହୁଁ ସେମାନେ ପର ଦିବସ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସହସ୍ର ଗୋରୁ, ଏକ ସହସ୍ର ମେଷ ଓ ଏକ ସହସ୍ର ମେଷଶାବକ ପେୟ-ନୈବେଦ୍ୟ ସହିତ ବଳିଦାନ କଲେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସମଗ୍ର ଇସ୍ରାଏଲ ନିମନ୍ତେ ବିସ୍ତର ବଳି ଉତ୍ସର୍ଗ କଲେ; 22. ଆଉ ସେହିଦିନ ମହାନନ୍ଦରେ ସଦାପ୍ରଭୁଙ୍କ ସାକ୍ଷାତରେ ଭୋଜନ ପାନ କଲେ । ପୁଣି ସେମାନେ ଦାଉଦଙ୍କର ପୁତ୍ର ଶଲୋମନଙ୍କୁ ଦ୍ଵିତୀୟ ଥର ରାଜା କଲେ, ଆଉ ତାଙ୍କୁ ଅଗ୍ରଣୀ ହେବା ପାଇଁ ଓ ସାଦୋକକୁ ଯାଜକ ହେବା ପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଭିଷେକ କଲେ । 23. ସେତେବେଳେ ଶଲୋମନ ଆପଣା ପିତା ଦାଉଦଙ୍କର ପଦରେ ରାଜା ରୂପେ ସଦାପ୍ରଭୁଙ୍କ ସିଂହାସନରେ ଉପବିଷ୍ଟ ହେଲେ ଓ କୁଶଳ ପ୍ରାପ୍ତ ହେଲେ ଓ ସମୁଦାୟ ଇସ୍ରାଏଲ ତାଙ୍କର ଆଜ୍ଞାକାରୀ ହେଲେ । 24. ପୁଣି ସମସ୍ତ ଅଧିପତି ଓ ବୀରଗଣ ଓ ଦାଉଦ ରାଜାଙ୍କର ସମସ୍ତ ପୁତ୍ର ମଧ୍ୟ ଶଲୋମନ ରାଜାଙ୍କର ବଶୀଭୂତ ହେଲେ । 25. ଆଉ ସଦାପ୍ରଭୁ ସମଗ୍ର ଇସ୍ରାଏଲ ଦୃଷ୍ଟିରେ ଶଲୋମନଙ୍କୁ ଅତିଶୟ ମହାନ କଲେ ଓ ତାଙ୍କୁ ଏପରି ରାଜପ୍ରତାପ ଦାନ କଲେ ଯେ, ଇସ୍ରାଏଲ ମଧ୍ୟରେ ତାଙ୍କ ପୂର୍ବବର୍ତ୍ତୀ କୌଣସି ରାଜା ସେପରି ପ୍ରାପ୍ତ ହୋଇ ନ ଥିଲେ । 26. ଯିଶୀର ପୁତ୍ର ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କଲେ । 27. ଇସ୍ରାଏଲ ଉପରେ ତାଙ୍କର ରାଜତ୍ଵର ସମୟ ଚାଳିଶ ବର୍ଷ; ସେ ସାତ ବର୍ଷ ହିବ୍ରୋଣରେ ଓ ତେତିଶ ବର୍ଷ ଯିରୂଶାଲମରେ ରାଜ୍ୟ କଲେ । 28. ତହିଁ ଉତ୍ତାରେ ସେ ଆୟୁଷ, ଧନ ଓ ସମ୍ଭ୍ରମରେ ପରିପୂର୍ଣ୍ଣ ହୋଇ ଉତ୍ତମ ବୃଦ୍ଧାବସ୍ଥାରେ ମଲେ; ପୁଣି ତାଙ୍କ ପୁତ୍ର ଶଲୋମନ ତାଙ୍କ ପଦରେ ରାଜ୍ୟ କଲେ । 29. ଏହି ଦାଉଦ ରାଜାଙ୍କର ପ୍ରଥମ ଓ ଶେଷ କ୍ରିୟାସବୁ, ଦେଖ, ଶାମୁୟେଲ ଦର୍ଶକର ଇତିହାସରେ ଓ ନାଥନ ଭବିଷ୍ୟଦ୍ବକ୍ତାଙ୍କର ଇତିହାସରେ ଓ ଗାଦ୍ ଦର୍ଶକର ଇତିହାସରେ ଲିଖିତ ଅଛି; 30. ତହିଁ ସଙ୍ଗେ ତାଙ୍କର ରାଜ୍ୟଶାସନ ଓ ତାଙ୍କର ପରାକ୍ରମ, ପୁଣି ତାଙ୍କ ଉପରେ ଓ ଇସ୍ରାଏଲ ଉପରେ ଓ ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ଯାହା ଯାହା ଘଟିଲା, ସେସବୁର ବିବରଣ ଲେଖାଅଛି ।
  • ପ୍ରଥମ ବଂଶାବଳୀ ଅଧ୍ୟାୟ 1  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 2  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 3  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 4  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 5  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 6  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 7  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 8  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 9  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 10  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 11  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 12  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 13  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 14  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 15  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 16  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 17  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 18  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 19  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 20  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 21  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 22  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 23  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 24  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 25  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 26  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 27  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 28  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 29  
×

Alert

×

Oriya Letters Keypad References