ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଆଦି ପୁସ୍ତକ

ରେକର୍ଡଗୁଡିକ

ଆଦି ପୁସ୍ତକ ଅଧ୍ୟାୟ 14

1 ଅନନ୍ତର ଶିନୀୟରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରୀୟୋକ ରାଜା ଓ ଏଲମର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜାଙ୍କର ଅଧିକାର ସମୟରେ, 2 ଏମାନେ ସଦୋମର ରାଜା ବିରା ଓ ହମୋରାର ରାଜା ବିର୍ଶା ଓ ଅଦ୍ମାର ରାଜା ଶିନାବ୍ ଓ ସବୋୟିମର ରାଜା ଶିମେବର ଓ ବିଲାର, ଅର୍ଥାତ୍, ସୋୟରର ରାଜା ସହିତ ଯୁଦ୍ଧ କଲେ । 3 ଏସମସ୍ତେ ସୀଦ୍ଦୀମ ପଦାରେ, ଅର୍ଥାତ୍, ଲବଣ ସମୁଦ୍ର ନିକଟରେ ଏକତ୍ର ହୋଇଥିଲେ । 4 ଯେହେତୁ ସେମାନେ ବାର ବର୍ଷ ପର୍ଯ୍ୟନ୍ତ କଦର୍ଲାୟୋମର ରାଜାଙ୍କର ବଶୀଭୂତ ରହି ତ୍ରୟୋଦଶ ବର୍ଷରେ ତାଙ୍କର ବିଦ୍ରୋହୀ ହୋଇଥିଲେ, 5 ଏହେତୁ ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ତାଙ୍କର ସହାୟ ରାଜଗଣ ଆସି ଅସ୍ତରୋତ୍ କର୍ଣ୍ଣୟିମରେ ରଫାୟୀୟ ଲୋକମାନଙ୍କୁ ଓ ହମରେ ସୁଷୀୟ ଲୋକମାନଙ୍କୁ ଓ ଶାବିକିରୀୟାଥୟିମରେ ଏମୀୟ ଲୋକମାନଙ୍କୁ, 6 ଓ ପ୍ରାନ୍ତର ନିକଟସ୍ଥ ଏଲପାରଣ ପର୍ଯ୍ୟନ୍ତ ସେୟୀର ପର୍ବତନିବାସୀ ହୋରୀୟ ଲୋକମାନଙ୍କୁ ଜୟ କଲେ । 7 ପୁଣି ସେମାନେ ସେ ସ୍ଥାନରୁ ବାହୁଡ଼ି ଐଣ୍ମିସ୍ପଟ୍, ଅର୍ଥାତ୍, କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଓ ହତ-ସସୋନ୍-ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ । 8 ଏହେତୁ ସଦୋମର ରାଜା ଓ ହମୋରାର ରାଜା ଓ ଅଦ୍ମାର ରାଜା ଓ ସବୋୟିମର ରାଜା ଓ ବିଲାର, ଅର୍ଥାତ୍, ସୋୟରର ରାଜା, ଏହି ପାଞ୍ଚ ରାଜା ମିଳିତ ହୋଇ, 9 ଏଲମର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ ରାଜା ଓ ଶିନୀୟରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରୀୟୋକ ରାଜା, ଏହି ଚାରି ରାଜାଙ୍କ ସହିତ ସୀଦ୍ଦୀମ ପଦାରେ ଯୁଦ୍ଧ କରିବାକୁ ଲାଗିଲେ । 10 ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ ପଡ଼ିଲେ, ପୁଣି ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇ ଗଲେ । 11 ଏନିମନ୍ତେ ସେମାନେ ସଦୋମ ଓ ହମୋରାର ସମସ୍ତ ସମ୍ପତ୍ତି ଓ ଭକ୍ଷ୍ୟଦ୍ରବ୍ୟ ଲୁଟି ନେଇ ପ୍ରସ୍ଥାନ କଲେ । 12 ପୁଣି ଅବ୍ରାମଙ୍କର ପୁତୁରା ସଦୋମନିବାସୀ ଲୋଟଙ୍କୁ ଓ ତାଙ୍କର ସମସ୍ତ ସମ୍ପତ୍ତି ନେଇ ଚାଲିଗଲେ । 13 ସେତେବେଳେ ଜଣେ ପଳାତକ ଏବ୍ରୀୟ ଅବ୍ରାମଙ୍କୁ ସମାଚାର ଦେଲା; ସେହି ସମୟରେ ଅବ୍ରାମ ଇଷ୍କୋଲର ଓ ଆନେରର ଭ୍ରାତା ଇମୋରୀୟ ମମ୍ରିର ଅଲୋନ ବୃକ୍ଷ ମୂଳେ ବାସ କରୁଥିଲେ, ପୁଣି ସେମାନେ ଅବ୍ରାମଙ୍କର ସହାୟ ଥିଲେ । 14 ସେତେବେଳେ ଅବ୍ରାମ ଆପଣା ଜ୍ଞାତି ଧରା ହୋଇ ଯିବାର ସମାଚାର ଶୁଣିବା ମାତ୍ରକେ (ଯୁଦ୍ଧ ବିଦ୍ୟାରେ) ଶିକ୍ଷିତ ଆପଣା ଗୃହଜାତ ତିନିଶତ ଅଠର ଜଣ ଲୋକଙ୍କୁ ସଙ୍ଗରେ ଘେନି ଶତ୍ରୁଗଣର ପଛେ ପଛେ ଦୌଡ଼ି ଦାନ ନଗର ପର୍ଯ୍ୟନ୍ତ ଗଲେ । 15 ଅନନ୍ତର ସେ ଆପଣା ଦାସମାନଙ୍କୁ ଦୁଇ ଦଳ କରି ରାତ୍ରି କାଳରେ ଶତ୍ରୁମାନଙ୍କୁ ଆକ୍ରମଣ କଲେ, ପୁଣି ଦମ୍ମେସକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ । 16 ଆଉ, ସବୁ ସମ୍ପତ୍ତି ଓ ଆପଣାର ଜ୍ଞାତି ଲୋଟ ଓ ତାଙ୍କର ସମ୍ପତ୍ତି, ପୁଣି ସ୍ତ୍ରୀଗଣ ଓ ଲୋକସମୂହକୁ ବାହୁଡ଼ାଇ ଆଣିଲେ । 17 ଏହିରୂପେ ଅବ୍ରାମ କଦର୍ଲାୟୋମରକୁ ଓ ତାଙ୍କର ସହାୟ ରାଜଗଣକୁ ଜୟ କରି ବାହୁଡ଼ିଲା ଉତ୍ତାରେ, ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍, ରାଜାର ପଦାକୁ ଗମନ କଲେ । 18 ପୁଣି ଶାଲମର ରାଜା ମଲ୍‍କୀଷେଦକ ରୋଟୀ ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ଵରଙ୍କର ଯାଜକ; 19 ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, ଅବ୍ରାମ ସ୍ଵର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ଵରଙ୍କର ଆଶୀର୍ବାଦପାତ୍ର ହେଉନ୍ତୁ; 20 ସର୍ବୋପରିସ୍ଥ ପରମେଶ୍ଵର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ । ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ । 21 ଅନନ୍ତର ସଦୋମର ରାଜା ଅବ୍ରାମଙ୍କୁ କହିଲେ, ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ, ମାତ୍ର ମନୁଷ୍ୟସକଳ ଆମ୍ଭଙ୍କୁ ଦିଅ । 22 ତହିଁରେ ଅବ୍ରାମ ସଦୋମର ରାଜାକୁ ଉତ୍ତର କଲେ, ମୁଁ ସ୍ଵର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ, 23 ମୁଁ ତୁମ୍ଭର କିଛି ନେବି ନାହିଁ, ଖଣ୍ତିଏ ସୂତା କି ଜୋତାର ବନ୍ଧନୀ ହିଁ ନେବି ନାହିଁ; ପଛେ ଅବା ତୁମ୍ଭେ କହିବ, ଆମ୍ଭେ ଅବ୍ରାମକୁ ଧନବାନ କରିଅଛୁ । 24 କେବଳ ମୋହର ଯୁବା ଲୋକମାନେ ଯାହା ଭୋଜନ କରିଅଛନ୍ତି, ତାହା ନେବି, ପୁଣି ମୋହର ଯେଉଁ ସହାୟଗଣ ସଙ୍ଗରେ ଯାଇଥିଲେ, ସେମାନେ, ଅର୍ଥାତ୍, ଆନେର ଓ ଇଷ୍କୋଲ ଓ ମମ୍ରି ଆପଣା ଆପଣା ପ୍ରାପ୍ତବ୍ୟ ଭାଗ ଗ୍ରହଣ କରନ୍ତୁ ।
1. ଅନନ୍ତର ଶିନୀୟରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରୀୟୋକ ରାଜା ଓ ଏଲମର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜାଙ୍କର ଅଧିକାର ସମୟରେ, 2. ଏମାନେ ସଦୋମର ରାଜା ବିରା ଓ ହମୋରାର ରାଜା ବିର୍ଶା ଓ ଅଦ୍ମାର ରାଜା ଶିନାବ୍ ଓ ସବୋୟିମର ରାଜା ଶିମେବର ଓ ବିଲାର, ଅର୍ଥାତ୍, ସୋୟରର ରାଜା ସହିତ ଯୁଦ୍ଧ କଲେ । 3. ଏସମସ୍ତେ ସୀଦ୍ଦୀମ ପଦାରେ, ଅର୍ଥାତ୍, ଲବଣ ସମୁଦ୍ର ନିକଟରେ ଏକତ୍ର ହୋଇଥିଲେ । 4. ଯେହେତୁ ସେମାନେ ବାର ବର୍ଷ ପର୍ଯ୍ୟନ୍ତ କଦର୍ଲାୟୋମର ରାଜାଙ୍କର ବଶୀଭୂତ ରହି ତ୍ରୟୋଦଶ ବର୍ଷରେ ତାଙ୍କର ବିଦ୍ରୋହୀ ହୋଇଥିଲେ, 5. ଏହେତୁ ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ତାଙ୍କର ସହାୟ ରାଜଗଣ ଆସି ଅସ୍ତରୋତ୍ କର୍ଣ୍ଣୟିମରେ ରଫାୟୀୟ ଲୋକମାନଙ୍କୁ ଓ ହମରେ ସୁଷୀୟ ଲୋକମାନଙ୍କୁ ଓ ଶାବିକିରୀୟାଥୟିମରେ ଏମୀୟ ଲୋକମାନଙ୍କୁ, 6. ଓ ପ୍ରାନ୍ତର ନିକଟସ୍ଥ ଏଲପାରଣ ପର୍ଯ୍ୟନ୍ତ ସେୟୀର ପର୍ବତନିବାସୀ ହୋରୀୟ ଲୋକମାନଙ୍କୁ ଜୟ କଲେ । 7. ପୁଣି ସେମାନେ ସେ ସ୍ଥାନରୁ ବାହୁଡ଼ି ଐଣ୍ମିସ୍ପଟ୍, ଅର୍ଥାତ୍, କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଓ ହତ-ସସୋନ୍-ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ । 8. ଏହେତୁ ସଦୋମର ରାଜା ଓ ହମୋରାର ରାଜା ଓ ଅଦ୍ମାର ରାଜା ଓ ସବୋୟିମର ରାଜା ଓ ବିଲାର, ଅର୍ଥାତ୍, ସୋୟରର ରାଜା, ଏହି ପାଞ୍ଚ ରାଜା ମିଳିତ ହୋଇ, 9. ଏଲମର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ ରାଜା ଓ ଶିନୀୟରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରୀୟୋକ ରାଜା, ଏହି ଚାରି ରାଜାଙ୍କ ସହିତ ସୀଦ୍ଦୀମ ପଦାରେ ଯୁଦ୍ଧ କରିବାକୁ ଲାଗିଲେ । 10. ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ ପଡ଼ିଲେ, ପୁଣି ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇ ଗଲେ । 11. ଏନିମନ୍ତେ ସେମାନେ ସଦୋମ ଓ ହମୋରାର ସମସ୍ତ ସମ୍ପତ୍ତି ଓ ଭକ୍ଷ୍ୟଦ୍ରବ୍ୟ ଲୁଟି ନେଇ ପ୍ରସ୍ଥାନ କଲେ । 12. ପୁଣି ଅବ୍ରାମଙ୍କର ପୁତୁରା ସଦୋମନିବାସୀ ଲୋଟଙ୍କୁ ଓ ତାଙ୍କର ସମସ୍ତ ସମ୍ପତ୍ତି ନେଇ ଚାଲିଗଲେ । 13. ସେତେବେଳେ ଜଣେ ପଳାତକ ଏବ୍ରୀୟ ଅବ୍ରାମଙ୍କୁ ସମାଚାର ଦେଲା; ସେହି ସମୟରେ ଅବ୍ରାମ ଇଷ୍କୋଲର ଓ ଆନେରର ଭ୍ରାତା ଇମୋରୀୟ ମମ୍ରିର ଅଲୋନ ବୃକ୍ଷ ମୂଳେ ବାସ କରୁଥିଲେ, ପୁଣି ସେମାନେ ଅବ୍ରାମଙ୍କର ସହାୟ ଥିଲେ । 14. ସେତେବେଳେ ଅବ୍ରାମ ଆପଣା ଜ୍ଞାତି ଧରା ହୋଇ ଯିବାର ସମାଚାର ଶୁଣିବା ମାତ୍ରକେ (ଯୁଦ୍ଧ ବିଦ୍ୟାରେ) ଶିକ୍ଷିତ ଆପଣା ଗୃହଜାତ ତିନିଶତ ଅଠର ଜଣ ଲୋକଙ୍କୁ ସଙ୍ଗରେ ଘେନି ଶତ୍ରୁଗଣର ପଛେ ପଛେ ଦୌଡ଼ି ଦାନ ନଗର ପର୍ଯ୍ୟନ୍ତ ଗଲେ । 15. ଅନନ୍ତର ସେ ଆପଣା ଦାସମାନଙ୍କୁ ଦୁଇ ଦଳ କରି ରାତ୍ରି କାଳରେ ଶତ୍ରୁମାନଙ୍କୁ ଆକ୍ରମଣ କଲେ, ପୁଣି ଦମ୍ମେସକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ । 16. ଆଉ, ସବୁ ସମ୍ପତ୍ତି ଓ ଆପଣାର ଜ୍ଞାତି ଲୋଟ ଓ ତାଙ୍କର ସମ୍ପତ୍ତି, ପୁଣି ସ୍ତ୍ରୀଗଣ ଓ ଲୋକସମୂହକୁ ବାହୁଡ଼ାଇ ଆଣିଲେ । 17. ଏହିରୂପେ ଅବ୍ରାମ କଦର୍ଲାୟୋମରକୁ ଓ ତାଙ୍କର ସହାୟ ରାଜଗଣକୁ ଜୟ କରି ବାହୁଡ଼ିଲା ଉତ୍ତାରେ, ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍, ରାଜାର ପଦାକୁ ଗମନ କଲେ । 18. ପୁଣି ଶାଲମର ରାଜା ମଲ୍‍କୀଷେଦକ ରୋଟୀ ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ଵରଙ୍କର ଯାଜକ; 19. ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, ଅବ୍ରାମ ସ୍ଵର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ଵରଙ୍କର ଆଶୀର୍ବାଦପାତ୍ର ହେଉନ୍ତୁ; 20. ସର୍ବୋପରିସ୍ଥ ପରମେଶ୍ଵର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ । ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ । 21. ଅନନ୍ତର ସଦୋମର ରାଜା ଅବ୍ରାମଙ୍କୁ କହିଲେ, ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ, ମାତ୍ର ମନୁଷ୍ୟସକଳ ଆମ୍ଭଙ୍କୁ ଦିଅ । 22. ତହିଁରେ ଅବ୍ରାମ ସଦୋମର ରାଜାକୁ ଉତ୍ତର କଲେ, ମୁଁ ସ୍ଵର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ, 23. ମୁଁ ତୁମ୍ଭର କିଛି ନେବି ନାହିଁ, ଖଣ୍ତିଏ ସୂତା କି ଜୋତାର ବନ୍ଧନୀ ହିଁ ନେବି ନାହିଁ; ପଛେ ଅବା ତୁମ୍ଭେ କହିବ, ଆମ୍ଭେ ଅବ୍ରାମକୁ ଧନବାନ କରିଅଛୁ । 24. କେବଳ ମୋହର ଯୁବା ଲୋକମାନେ ଯାହା ଭୋଜନ କରିଅଛନ୍ତି, ତାହା ନେବି, ପୁଣି ମୋହର ଯେଉଁ ସହାୟଗଣ ସଙ୍ଗରେ ଯାଇଥିଲେ, ସେମାନେ, ଅର୍ଥାତ୍, ଆନେର ଓ ଇଷ୍କୋଲ ଓ ମମ୍ରି ଆପଣା ଆପଣା ପ୍ରାପ୍ତବ୍ୟ ଭାଗ ଗ୍ରହଣ କରନ୍ତୁ ।
  • ଆଦି ପୁସ୍ତକ ଅଧ୍ୟାୟ 1  
  • ଆଦି ପୁସ୍ତକ ଅଧ୍ୟାୟ 2  
  • ଆଦି ପୁସ୍ତକ ଅଧ୍ୟାୟ 3  
  • ଆଦି ପୁସ୍ତକ ଅଧ୍ୟାୟ 4  
  • ଆଦି ପୁସ୍ତକ ଅଧ୍ୟାୟ 5  
  • ଆଦି ପୁସ୍ତକ ଅଧ୍ୟାୟ 6  
  • ଆଦି ପୁସ୍ତକ ଅଧ୍ୟାୟ 7  
  • ଆଦି ପୁସ୍ତକ ଅଧ୍ୟାୟ 8  
  • ଆଦି ପୁସ୍ତକ ଅଧ୍ୟାୟ 9  
  • ଆଦି ପୁସ୍ତକ ଅଧ୍ୟାୟ 10  
  • ଆଦି ପୁସ୍ତକ ଅଧ୍ୟାୟ 11  
  • ଆଦି ପୁସ୍ତକ ଅଧ୍ୟାୟ 12  
  • ଆଦି ପୁସ୍ତକ ଅଧ୍ୟାୟ 13  
  • ଆଦି ପୁସ୍ତକ ଅଧ୍ୟାୟ 14  
  • ଆଦି ପୁସ୍ତକ ଅଧ୍ୟାୟ 15  
  • ଆଦି ପୁସ୍ତକ ଅଧ୍ୟାୟ 16  
  • ଆଦି ପୁସ୍ତକ ଅଧ୍ୟାୟ 17  
  • ଆଦି ପୁସ୍ତକ ଅଧ୍ୟାୟ 18  
  • ଆଦି ପୁସ୍ତକ ଅଧ୍ୟାୟ 19  
  • ଆଦି ପୁସ୍ତକ ଅଧ୍ୟାୟ 20  
  • ଆଦି ପୁସ୍ତକ ଅଧ୍ୟାୟ 21  
  • ଆଦି ପୁସ୍ତକ ଅଧ୍ୟାୟ 22  
  • ଆଦି ପୁସ୍ତକ ଅଧ୍ୟାୟ 23  
  • ଆଦି ପୁସ୍ତକ ଅଧ୍ୟାୟ 24  
  • ଆଦି ପୁସ୍ତକ ଅଧ୍ୟାୟ 25  
  • ଆଦି ପୁସ୍ତକ ଅଧ୍ୟାୟ 26  
  • ଆଦି ପୁସ୍ତକ ଅଧ୍ୟାୟ 27  
  • ଆଦି ପୁସ୍ତକ ଅଧ୍ୟାୟ 28  
  • ଆଦି ପୁସ୍ତକ ଅଧ୍ୟାୟ 29  
  • ଆଦି ପୁସ୍ତକ ଅଧ୍ୟାୟ 30  
  • ଆଦି ପୁସ୍ତକ ଅଧ୍ୟାୟ 31  
  • ଆଦି ପୁସ୍ତକ ଅଧ୍ୟାୟ 32  
  • ଆଦି ପୁସ୍ତକ ଅଧ୍ୟାୟ 33  
  • ଆଦି ପୁସ୍ତକ ଅଧ୍ୟାୟ 34  
  • ଆଦି ପୁସ୍ତକ ଅଧ୍ୟାୟ 35  
  • ଆଦି ପୁସ୍ତକ ଅଧ୍ୟାୟ 36  
  • ଆଦି ପୁସ୍ତକ ଅଧ୍ୟାୟ 37  
  • ଆଦି ପୁସ୍ତକ ଅଧ୍ୟାୟ 38  
  • ଆଦି ପୁସ୍ତକ ଅଧ୍ୟାୟ 39  
  • ଆଦି ପୁସ୍ତକ ଅଧ୍ୟାୟ 40  
  • ଆଦି ପୁସ୍ତକ ଅଧ୍ୟାୟ 41  
  • ଆଦି ପୁସ୍ତକ ଅଧ୍ୟାୟ 42  
  • ଆଦି ପୁସ୍ତକ ଅଧ୍ୟାୟ 43  
  • ଆଦି ପୁସ୍ତକ ଅଧ୍ୟାୟ 44  
  • ଆଦି ପୁସ୍ତକ ଅଧ୍ୟାୟ 45  
  • ଆଦି ପୁସ୍ତକ ଅଧ୍ୟାୟ 46  
  • ଆଦି ପୁସ୍ତକ ଅଧ୍ୟାୟ 47  
  • ଆଦି ପୁସ୍ତକ ଅଧ୍ୟାୟ 48  
  • ଆଦି ପୁସ୍ତକ ଅଧ୍ୟାୟ 49  
  • ଆଦି ପୁସ୍ତକ ଅଧ୍ୟାୟ 50  
×

Alert

×

Oriya Letters Keypad References