ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଯୋୟେଲ

ରେକର୍ଡଗୁଡିକ

ଯୋୟେଲ ଅଧ୍ୟାୟ 3

1 କାରଣ ଦେଖ, ସେହି ଦିନରେ ଓ ସେହି ସମୟରେ ଯେତେବେଳେ ଆମ୍ଭେ ଯିହୁଦା ଓ ଯିରୂଶାଲମର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା, 2 ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି ସେମାନଙ୍କୁ ଯିହୋଶାଫଟ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା; ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା, କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି ଆମ୍ଭର ଦେଶ ବିଭାଗ କରିଅଛନ୍ତି । 3 ପୁଣି, ସେମାନେ ଆମ୍ଭ ଲୋକମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତିଓ ଏକ ବେଶ୍ୟା ପାଇଁ ଏକ ବାଳକ ଦେଇଅଛନ୍ତି ଓ ପାନ କରିବା ନିମନ୍ତେ ଦ୍ରାକ୍ଷାରସ ପାଇଁ ବାଳିକା ବିକ୍ରୟ କରିଅଛନ୍ତି । 4 ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କଅ? ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ? ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ, ଆମ୍ଭେ ଅବିଳମ୍ଵରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା । 5 କାରଣ ତୁମ୍ଭେମାନେ ଆମ୍ଭର ରୂପା ଓ ସୁନା ହରଣ କରିଅଛ, ଆଉ ଆମ୍ଭର ଉତ୍ତମ ମନୋହର ପଦାର୍ଥମାନ ଆପଣାମାନଙ୍କର ମନ୍ଦିରକୁ ବହି ନେଇ ଯାଇଅଛ; 6 ଆହୁରି, ଯିହୁଦାର ସନ୍ତାନଗଣକୁ ଓ ଯିରୂଶାଲମର ସନ୍ତାନଗଣକୁ ସେମାନଙ୍କ ସୀମାରୁ ଦୂର କରିବା ନିମନ୍ତେ ଗ୍ରୀସ୍ର ସନ୍ତାନଗଣ ନିକଟରେ ସେମାନଙ୍କୁ ବିକ୍ରୟ କରିଅଛ । 7 ଦେଖ, ତୁମ୍ଭେମାନେ ଯେଉଁ ସ୍ଥାନରେ ସେମାନଙ୍କୁ ବିକ୍ରୟ କରିଅଛ, ଆମ୍ଭେ ସେମାନଙ୍କର ପ୍ରବୃତ୍ତି ଜନ୍ମାଇ ସେହି ସ୍ଥାନରୁ ବାହାର କରିବା ଓ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ମସ୍ତକରେ ବର୍ତ୍ତାଇବା; 8 ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୁତ୍ରଗଣ ଓ ତୁମ୍ଭମାନଙ୍କର କନ୍ୟାଗଣକୁ ଯିହୁଦାର ସନ୍ତାନଗଣର ହସ୍ତରେ ବିକ୍ରୟ କରିବା, ତହିଁରେ ସେମାନେ ସେମାନଙ୍କୁ ଦୂରଗୋଷ୍ଠୀୟ ଶିବାୟୀୟ ଲୋକମାନଙ୍କ ନିକଟରେ ବିକ୍ରୟ କରିବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି । 9 ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର; ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ; ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ । 10 ତୁମ୍ଭେମାନେ ଆପଣା ଆପଣା ଲଙ୍ଗଳର ଫାଳ ଭାଙ୍ଗି ଖଡ଼୍‍ଗ ଗଢ଼ାଅ ଓ ଆପଣା ଆପଣା ଦା ଭାଙ୍ଗି ବର୍ଚ୍ଛା ଗଢ଼: ଦୁର୍ବଳ ଲୋକ କହୁ, ମୁଁ ବଳବାନ । 11 ହେ ଚତୁର୍ଦ୍ଦିଗସ୍ଥ ଗୋଷ୍ଠୀସକଳ, ତୁମ୍ଭେମାନେ ଚଞ୍ଚଳ ହୋଇ ଆସ ଓ ଆପଣାମାନଙ୍କୁ ଏକତ୍ର କର; ହେ ସଦାପ୍ରଭୁ, ସେହି ସ୍ଥାନକୁ ତୁମ୍ଭେ ଆପଣା ବୀରଗଣକୁ ଓହ୍ଳାଇ ଆଣ । 12 ଗୋଷ୍ଠୀବର୍ଗ ଉଦ୍ଯୋଗୀ ହୋଇ ଉଠନ୍ତୁ ଓ ଯିହୋଶାଫଟର ଉପତ୍ୟକାକୁ ଆସନ୍ତୁ; କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର ବିଚାର କରିବା ପାଇଁ ବସିବା । 13 ତୁମ୍ଭେମାନେ ଦା ଲଗାଅ କାରଣ ଶସ୍ୟ ପାଚିଅଛି; ତୁମ୍ଭେମାନେ ଆସି ଦଳନ କର; କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛିହ, କୁଣ୍ତସବୁ ଉଚ୍ଛୁଳି ପଡ଼ୁଅଛି; କାରଣ ସେମାନଙ୍କର ଦୁଷ୍ଟତା ବଡ଼ । 14 ଦଣ୍ତାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟଣ! କାରଣ ଦଣ୍ତାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି । 15 ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୋଇଅଛନ୍ତି ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରୁଅଛନ୍ତି । 16 ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ଆକାଶମଣ୍ତଳ ଓ ପୃଥିବୀ କମ୍ପିତ ହେବେ; ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟସ୍ଵରୂପ ହେବେ ଓ ଇସ୍ରାଏଲ-ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗସ୍ଵରୂପ ହେବେ । 17 ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ । 18 ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ କ୍ଷରଣ କରିବେ, ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେ ଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେ; ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ, ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ । 19 ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ ମିସର ଧ୍ଵଂସସ୍ଥାନ ହେବ ଓ ଇଦୋମ ଧ୍ଵଂସିତ ପ୍ରାନ୍ତର ହେବ, କାରଣ ସେମାନେ ଆପଣାମାନଙ୍କ ଦେଶରେ ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି । 20 ମାତ୍ର ଯିହୁଦା ଚିରକାଳ ଓ ଯିରୂଶାଲମ ପୁରୁଷାନୁକ୍ରମେ ରହିବ । 21 ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତ ପରିଷ୍କାର କରି ନାହୁଁ, ତାହା ପରିଷ୍କାର କରିବା; କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି ।
1. କାରଣ ଦେଖ, ସେହି ଦିନରେ ଓ ସେହି ସମୟରେ ଯେତେବେଳେ ଆମ୍ଭେ ଯିହୁଦା ଓ ଯିରୂଶାଲମର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା, 2. ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି ସେମାନଙ୍କୁ ଯିହୋଶାଫଟ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା; ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା, କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି ଆମ୍ଭର ଦେଶ ବିଭାଗ କରିଅଛନ୍ତି । 3. ପୁଣି, ସେମାନେ ଆମ୍ଭ ଲୋକମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତିଓ ଏକ ବେଶ୍ୟା ପାଇଁ ଏକ ବାଳକ ଦେଇଅଛନ୍ତି ଓ ପାନ କରିବା ନିମନ୍ତେ ଦ୍ରାକ୍ଷାରସ ପାଇଁ ବାଳିକା ବିକ୍ରୟ କରିଅଛନ୍ତି । 4. ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କଅ? ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ? ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ, ଆମ୍ଭେ ଅବିଳମ୍ଵରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା । 5. କାରଣ ତୁମ୍ଭେମାନେ ଆମ୍ଭର ରୂପା ଓ ସୁନା ହରଣ କରିଅଛ, ଆଉ ଆମ୍ଭର ଉତ୍ତମ ମନୋହର ପଦାର୍ଥମାନ ଆପଣାମାନଙ୍କର ମନ୍ଦିରକୁ ବହି ନେଇ ଯାଇଅଛ; 6. ଆହୁରି, ଯିହୁଦାର ସନ୍ତାନଗଣକୁ ଓ ଯିରୂଶାଲମର ସନ୍ତାନଗଣକୁ ସେମାନଙ୍କ ସୀମାରୁ ଦୂର କରିବା ନିମନ୍ତେ ଗ୍ରୀସ୍ର ସନ୍ତାନଗଣ ନିକଟରେ ସେମାନଙ୍କୁ ବିକ୍ରୟ କରିଅଛ । 7. ଦେଖ, ତୁମ୍ଭେମାନେ ଯେଉଁ ସ୍ଥାନରେ ସେମାନଙ୍କୁ ବିକ୍ରୟ କରିଅଛ, ଆମ୍ଭେ ସେମାନଙ୍କର ପ୍ରବୃତ୍ତି ଜନ୍ମାଇ ସେହି ସ୍ଥାନରୁ ବାହାର କରିବା ଓ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ମସ୍ତକରେ ବର୍ତ୍ତାଇବା; 8. ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୁତ୍ରଗଣ ଓ ତୁମ୍ଭମାନଙ୍କର କନ୍ୟାଗଣକୁ ଯିହୁଦାର ସନ୍ତାନଗଣର ହସ୍ତରେ ବିକ୍ରୟ କରିବା, ତହିଁରେ ସେମାନେ ସେମାନଙ୍କୁ ଦୂରଗୋଷ୍ଠୀୟ ଶିବାୟୀୟ ଲୋକମାନଙ୍କ ନିକଟରେ ବିକ୍ରୟ କରିବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି । 9. ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର; ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ; ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ । 10. ତୁମ୍ଭେମାନେ ଆପଣା ଆପଣା ଲଙ୍ଗଳର ଫାଳ ଭାଙ୍ଗି ଖଡ଼୍‍ଗ ଗଢ଼ାଅ ଓ ଆପଣା ଆପଣା ଦା ଭାଙ୍ଗି ବର୍ଚ୍ଛା ଗଢ଼: ଦୁର୍ବଳ ଲୋକ କହୁ, ମୁଁ ବଳବାନ । 11. ହେ ଚତୁର୍ଦ୍ଦିଗସ୍ଥ ଗୋଷ୍ଠୀସକଳ, ତୁମ୍ଭେମାନେ ଚଞ୍ଚଳ ହୋଇ ଆସ ଓ ଆପଣାମାନଙ୍କୁ ଏକତ୍ର କର; ହେ ସଦାପ୍ରଭୁ, ସେହି ସ୍ଥାନକୁ ତୁମ୍ଭେ ଆପଣା ବୀରଗଣକୁ ଓହ୍ଳାଇ ଆଣ । 12. ଗୋଷ୍ଠୀବର୍ଗ ଉଦ୍ଯୋଗୀ ହୋଇ ଉଠନ୍ତୁ ଓ ଯିହୋଶାଫଟର ଉପତ୍ୟକାକୁ ଆସନ୍ତୁ; କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର ବିଚାର କରିବା ପାଇଁ ବସିବା । 13. ତୁମ୍ଭେମାନେ ଦା ଲଗାଅ କାରଣ ଶସ୍ୟ ପାଚିଅଛି; ତୁମ୍ଭେମାନେ ଆସି ଦଳନ କର; କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛିହ, କୁଣ୍ତସବୁ ଉଚ୍ଛୁଳି ପଡ଼ୁଅଛି; କାରଣ ସେମାନଙ୍କର ଦୁଷ୍ଟତା ବଡ଼ । 14. ଦଣ୍ତାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟଣ! କାରଣ ଦଣ୍ତାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି । 15. ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୋଇଅଛନ୍ତି ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରୁଅଛନ୍ତି । 16. ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ଆକାଶମଣ୍ତଳ ଓ ପୃଥିବୀ କମ୍ପିତ ହେବେ; ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟସ୍ଵରୂପ ହେବେ ଓ ଇସ୍ରାଏଲ-ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗସ୍ଵରୂପ ହେବେ । 17. ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ । 18. ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ କ୍ଷରଣ କରିବେ, ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେ ଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେ; ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ, ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ । 19. ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ ମିସର ଧ୍ଵଂସସ୍ଥାନ ହେବ ଓ ଇଦୋମ ଧ୍ଵଂସିତ ପ୍ରାନ୍ତର ହେବ, କାରଣ ସେମାନେ ଆପଣାମାନଙ୍କ ଦେଶରେ ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି । 20. ମାତ୍ର ଯିହୁଦା ଚିରକାଳ ଓ ଯିରୂଶାଲମ ପୁରୁଷାନୁକ୍ରମେ ରହିବ । 21. ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତ ପରିଷ୍କାର କରି ନାହୁଁ, ତାହା ପରିଷ୍କାର କରିବା; କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି ।
  • ଯୋୟେଲ ଅଧ୍ୟାୟ 1  
  • ଯୋୟେଲ ଅଧ୍ୟାୟ 2  
  • ଯୋୟେଲ ଅଧ୍ୟାୟ 3  
×

Alert

×

Oriya Letters Keypad References