ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଉପଦେଶକ

ରେକର୍ଡଗୁଡିକ

ଉପଦେଶକ ଅଧ୍ୟାୟ 1

1 ଦାଉଦଙ୍କର ପୁତ୍ର, ଯିରୂଶାଲମସ୍ଥ ରାଜା, ଉପଦେଶକଙ୍କର ବାକ୍ୟମାଳା । 2 ଉପଦେଶକ କହୁଅଛନ୍ତି, ଅସାରର ଅସାର, ଅସାରର ଅସାର, ସକଳ ହିଁ ଅସାର । 3 ମନୁଷ୍ୟ ସୂର୍ଯ୍ୟ ତଳେ ଯେ ଯେ ପରିଶ୍ରମରେ ପରିଶ୍ରା; ହୁଏ, ତାହାର ସେହିସବୁରୁ କି ଲାଭ? 4 ଏକ ପୁରୁଷ ବହିଯାଏ ଓ ଅନ୍ୟ ପୁରୁଷ ଆସେ; କିନ୍ତୁ ପୃଥିବୀ ସଦାକାଳ ଥାଏ । 5 ମଧ୍ୟ ସୂର୍ଯ୍ୟ ଉଦିତ ହୁଏ ଓ ସୂର୍ଯ୍ୟ ଅସ୍ତ ହୁଏ, ପୁଣି ଆପଣା ଉଦୟ ସ୍ଥାନକୁ ଯିବା ପାଇଁ ସତ୍ଵର ହୁଏ । 6 ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ; ଆପଣା ପଥରେ ନିତ୍ୟ ନିତ୍ୟ ଘୁରେ ଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ । 7 ନଦୀସବୁ ସମୁଦ୍ରକୁ ବହିଯାʼନ୍ତି, ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ; ନଦୀସବୁ ଆପଣା ଆପଣା ଗମନ ସ୍ଥାନକୁ ପୁନର୍ବାର ଗମନ କରନ୍ତି । 8 ସମଗ୍ର ବିଷୟ କ୍ଳାନ୍ତିପୂର୍ଣ୍ଣ; ମନୁଷ୍ୟ ତାହା ବର୍ଣ୍ଣନା କରି ପାରେ ନାହିଁ; ଚକ୍ଷୁ ଦର୍ଶନରେ ତୃପ୍ତ ନୁହେଁ, କିଅବା କର୍ଣ୍ଣ ଶ୍ରବଣରେ ତୃପ୍ତ ନୁହେଁ । 9 ଯାହା ହୋଇଅଛି, ତାହା ହିଁ ହେବ ଓ ଯାହା କରାଯାଇଅଛି, ତାହା ହିଁ କରାଯିବ; ପୁଣି, ସୂର୍ଯ୍ୟ ତଳେ କୌଣସି ନୂତନ ବିଷୟ ନାହିଁ । 10 ଯହିଁ ବିଷୟରେ ମନୁଷ୍ୟମାନେ କହନ୍ତି, ଦେଖ, ଏହା ନୂତନ, ଏପରି କି କୌଣସି ବିଷୟ ଅଛି? ତାହା ତ ଏଥିପୂର୍ବେ ଆମ୍ଭମାନଙ୍କ ପୂର୍ବକାଳୀନ ସମୟରେ ଥିଲା । 11 ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ; କିଅବା ଭବିଷ୍ୟତ କାଳରେ ଯେଉଁମାନେ ଉତ୍ପନ୍ନ ହେବେ, ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ । 12 ମୁଁ ଉପଦେଶକ, ଯିରୂଶାଲମରେ ଇସ୍ରାଏଲ ଉପରେ ରାଜା ଥିଲି । 13 ପୁଣି, ଆକାଶ ତଳେ କୃତ ସମସ୍ତ ବିଷୟ ଜ୍ଞାନ ଦ୍ଵାରା ଆଲୋଚନା ଓ ଅନୁସନ୍ଧାନ କରିବା ପାଇଁ ମନୋଯୋଗ କଲି; ଏତଦ୍ଦ୍ଵାରା ପରମେଶ୍ଵର ଯେ ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବାକୁ ଦେଇଅଛନ୍ତି, ଏହା ଅତ୍ୟ; କ୍ଲେଶଜନକ । 14 ସୂର୍ଯ୍ୟ ତଳେ କୃତ ସମସ୍ତ କାର୍ଯ୍ୟ ମୁଁ ନିରୀକ୍ଷଣ କରିଅଛି; ଆଉ ଦେଖ, ସବୁ ଅସାର, ବାୟୁର ପଶ୍ଚାଦ୍-ଧାବନମାତ୍ର । 15 ଯାହା ବଙ୍କା, ତାହା ସଳଖ କରାଯାଇ ନ ପାରେନ୍ତ ପୁଣି, ଯାହା ଅଭାବ, ତାହା ଗଣିତ ହୋଇ ନ ପାରେ । 16 ମୁଁ ଆପଣା ହୃଦୟରେ ଭାବି କହିଲି, ଦେଖ, ଯିରୂଶାଲମରେ ମୋʼ ପୂର୍ବେ ଥିବା ସମସ୍ତ ଲୋକଙ୍କ ଅପେକ୍ଷା ମୁଁ ବହୁତ ଜ୍ଞାନ ପ୍ରାପ୍ତ ହୋଇଅଛି; ଆହୁରି, ମୋହର ହୃଦୟ ଜ୍ଞାନ ଓ ବିଦ୍ୟାରେ ମହାଅନୁଭବୀ ହୋଇଅଛି । 17 ତହୁଁ ମୁଁ ଜ୍ଞାନର ତତ୍ତ୍ଵ, ପୁଣି ବାତୁଳତା ଓ ଅଜ୍ଞାନତାର ତତ୍ତ୍ଵ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି । 18 କାରଣ ବହୁତ ଜ୍ଞାନରେ ବହୁତ କ୍ଳେଶ ଥାଏ; ପୁଣି, ଯେ ବିଦ୍ୟା ବୃଦ୍ଧି କରେ, ସେ ଦୁଃଖ ବୃଦ୍ଧି କରେ ।
1. ଦାଉଦଙ୍କର ପୁତ୍ର, ଯିରୂଶାଲମସ୍ଥ ରାଜା, ଉପଦେଶକଙ୍କର ବାକ୍ୟମାଳା । 2. ଉପଦେଶକ କହୁଅଛନ୍ତି, ଅସାରର ଅସାର, ଅସାରର ଅସାର, ସକଳ ହିଁ ଅସାର । 3. ମନୁଷ୍ୟ ସୂର୍ଯ୍ୟ ତଳେ ଯେ ଯେ ପରିଶ୍ରମରେ ପରିଶ୍ରା; ହୁଏ, ତାହାର ସେହିସବୁରୁ କି ଲାଭ? 4. ଏକ ପୁରୁଷ ବହିଯାଏ ଓ ଅନ୍ୟ ପୁରୁଷ ଆସେ; କିନ୍ତୁ ପୃଥିବୀ ସଦାକାଳ ଥାଏ । 5. ମଧ୍ୟ ସୂର୍ଯ୍ୟ ଉଦିତ ହୁଏ ଓ ସୂର୍ଯ୍ୟ ଅସ୍ତ ହୁଏ, ପୁଣି ଆପଣା ଉଦୟ ସ୍ଥାନକୁ ଯିବା ପାଇଁ ସତ୍ଵର ହୁଏ । 6. ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ; ଆପଣା ପଥରେ ନିତ୍ୟ ନିତ୍ୟ ଘୁରେ ଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ । 7. ନଦୀସବୁ ସମୁଦ୍ରକୁ ବହିଯାʼନ୍ତି, ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ; ନଦୀସବୁ ଆପଣା ଆପଣା ଗମନ ସ୍ଥାନକୁ ପୁନର୍ବାର ଗମନ କରନ୍ତି । 8. ସମଗ୍ର ବିଷୟ କ୍ଳାନ୍ତିପୂର୍ଣ୍ଣ; ମନୁଷ୍ୟ ତାହା ବର୍ଣ୍ଣନା କରି ପାରେ ନାହିଁ; ଚକ୍ଷୁ ଦର୍ଶନରେ ତୃପ୍ତ ନୁହେଁ, କିଅବା କର୍ଣ୍ଣ ଶ୍ରବଣରେ ତୃପ୍ତ ନୁହେଁ । 9. ଯାହା ହୋଇଅଛି, ତାହା ହିଁ ହେବ ଓ ଯାହା କରାଯାଇଅଛି, ତାହା ହିଁ କରାଯିବ; ପୁଣି, ସୂର୍ଯ୍ୟ ତଳେ କୌଣସି ନୂତନ ବିଷୟ ନାହିଁ । 10. ଯହିଁ ବିଷୟରେ ମନୁଷ୍ୟମାନେ କହନ୍ତି, ଦେଖ, ଏହା ନୂତନ, ଏପରି କି କୌଣସି ବିଷୟ ଅଛି? ତାହା ତ ଏଥିପୂର୍ବେ ଆମ୍ଭମାନଙ୍କ ପୂର୍ବକାଳୀନ ସମୟରେ ଥିଲା । 11. ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ; କିଅବା ଭବିଷ୍ୟତ କାଳରେ ଯେଉଁମାନେ ଉତ୍ପନ୍ନ ହେବେ, ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ । 12. ମୁଁ ଉପଦେଶକ, ଯିରୂଶାଲମରେ ଇସ୍ରାଏଲ ଉପରେ ରାଜା ଥିଲି । 13. ପୁଣି, ଆକାଶ ତଳେ କୃତ ସମସ୍ତ ବିଷୟ ଜ୍ଞାନ ଦ୍ଵାରା ଆଲୋଚନା ଓ ଅନୁସନ୍ଧାନ କରିବା ପାଇଁ ମନୋଯୋଗ କଲି; ଏତଦ୍ଦ୍ଵାରା ପରମେଶ୍ଵର ଯେ ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବାକୁ ଦେଇଅଛନ୍ତି, ଏହା ଅତ୍ୟ; କ୍ଲେଶଜନକ । 14. ସୂର୍ଯ୍ୟ ତଳେ କୃତ ସମସ୍ତ କାର୍ଯ୍ୟ ମୁଁ ନିରୀକ୍ଷଣ କରିଅଛି; ଆଉ ଦେଖ, ସବୁ ଅସାର, ବାୟୁର ପଶ୍ଚାଦ୍-ଧାବନମାତ୍ର । 15. ଯାହା ବଙ୍କା, ତାହା ସଳଖ କରାଯାଇ ନ ପାରେନ୍ତ ପୁଣି, ଯାହା ଅଭାବ, ତାହା ଗଣିତ ହୋଇ ନ ପାରେ । 16. ମୁଁ ଆପଣା ହୃଦୟରେ ଭାବି କହିଲି, ଦେଖ, ଯିରୂଶାଲମରେ ମୋʼ ପୂର୍ବେ ଥିବା ସମସ୍ତ ଲୋକଙ୍କ ଅପେକ୍ଷା ମୁଁ ବହୁତ ଜ୍ଞାନ ପ୍ରାପ୍ତ ହୋଇଅଛି; ଆହୁରି, ମୋହର ହୃଦୟ ଜ୍ଞାନ ଓ ବିଦ୍ୟାରେ ମହାଅନୁଭବୀ ହୋଇଅଛି । 17. ତହୁଁ ମୁଁ ଜ୍ଞାନର ତତ୍ତ୍ଵ, ପୁଣି ବାତୁଳତା ଓ ଅଜ୍ଞାନତାର ତତ୍ତ୍ଵ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି । 18. କାରଣ ବହୁତ ଜ୍ଞାନରେ ବହୁତ କ୍ଳେଶ ଥାଏ; ପୁଣି, ଯେ ବିଦ୍ୟା ବୃଦ୍ଧି କରେ, ସେ ଦୁଃଖ ବୃଦ୍ଧି କରେ ।
  • ଉପଦେଶକ ଅଧ୍ୟାୟ 1  
  • ଉପଦେଶକ ଅଧ୍ୟାୟ 2  
  • ଉପଦେଶକ ଅଧ୍ୟାୟ 3  
  • ଉପଦେଶକ ଅଧ୍ୟାୟ 4  
  • ଉପଦେଶକ ଅଧ୍ୟାୟ 5  
  • ଉପଦେଶକ ଅଧ୍ୟାୟ 6  
  • ଉପଦେଶକ ଅଧ୍ୟାୟ 7  
  • ଉପଦେଶକ ଅଧ୍ୟାୟ 8  
  • ଉପଦେଶକ ଅଧ୍ୟାୟ 9  
  • ଉପଦେଶକ ଅଧ୍ୟାୟ 10  
  • ଉପଦେଶକ ଅଧ୍ୟାୟ 11  
  • ଉପଦେଶକ ଅଧ୍ୟାୟ 12  
×

Alert

×

Oriya Letters Keypad References