ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ହିତୋପଦେଶ

ହିତୋପଦେଶ ଅଧ୍ୟାୟ 25

1 ନିମ୍ନଲିଖିତ ହିତୋପଦେଶସକଳ ହିଁ ଶଲୋମନଙ୍କ ରଚିତ ଓ ଯିହୁଦାର ରାଜା ହିଷକୀୟର ଲୋକମାନେ ତାହା ଉତ୍ତାରିଥିଲେ । 2 ବିଷୟ ଗୋପନ କରିବା ପରମେଶ୍ଵରଙ୍କର ଗୌରବ; ମାତ୍ର ବିଷୟର ଅନୁସନ୍ଧାନ କରିବାର ରାଜାଙ୍କର ଗୌରବ । 3 ଉଚ୍ଚତା ହେତୁ ସ୍ଵର୍ଗ ଓ ଗଭୀରତା ହେତୁ ପୃଥିବୀ, ଆଉ ରାଜାମାନଙ୍କ ହୃଦୟ ବୋଧାଗମ୍ୟ । 4 ରୂପାରୁ ଖାଦ କାଢ଼ି ପକାଅ, ତେବେ ସୁନାରି ପାଇଁ ଏକ ପାତ୍ର ବାହାର ହେବ । 5 ରାଜାର ସମ୍ମୁଖରୁ ଦୁଷ୍ଟମାନଙ୍କୁ ଦୂର କରିଦିଅ, ଆଉ, ତାହାର ସିଂହାସନ ଧର୍ମରେ ସୁସ୍ଥିର ହେବ । 6 ରାଜାର ଛାମୁରେ ଆପଣାର ବଡ଼ାଇ କର ନାହିଁ, ପୁଣି ପ୍ରଧାନ ଲୋକଙ୍କ ସ୍ଥାନରେ ଠିଆ ହୁଅ ନାହିଁ । 7 କାରଣ ଯେଉଁ କୁଳୀନକୁ ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ଛାମୁରେ ତୁମ୍ଭର ନୀଚୀକୃତ ହେବା ଅପେକ୍ଷା ବରଂ ଏଠାକୁ ଆସ ବୋଲି ତୁମ୍ଭକୁ କୁହାଯିବା ଭଲ । 8 ବିବାଦ କରିବାକୁ ହଠାତ୍ ବାହାରକୁ ଯାଅ ନାହିଁ, ଗଲେ ତହିଁର ଶେଷରେ ତୁମ୍ଭ ପ୍ରତିବାସୀ ତୁମ୍ଭକୁ ଲଜ୍ଜିତ କଲା ଉତ୍ତାରେ ତୁମ୍ଭେ କଅଣ କରିବ? 9 ଆପଣା ପ୍ରତିବାସୀ ସହିତ ଆପଣା ବିବାଦର ପ୍ରତିବାଦ କର, ପୁଣି ପରର ଗୋପନୀୟ କଥା ପ୍ରକାଶ କର ନାହିଁ । 10 ନୋହିଲେ ଶ୍ରବଣକାରୀ ତୁମ୍ଭକୁ ତିରସ୍କାର କଲେ, ତୁମ୍ଭ ଅଖ୍ୟାତି ଘୁଞ୍ଚା ନୋହିବ । 11 ଯଥୋଚିତମତେ କଥିତ ବାକ୍ୟ ରୂପା-ପାତ୍ରରେ ସୁବର୍ଣ୍ଣ ନାରଙ୍ଗ ତୁଲ୍ୟ । 12 ସୁବର୍ଣ୍ଣ କର୍ଣ୍ଣକୁଣ୍ତଳ ଓ ଶୁଦ୍ଧ ସୁବର୍ଣ୍ଣର ଅଳଙ୍କାର ଯେପରି, ମନୋଯୋଗକାରୀ କର୍ଣ୍ଣ ପ୍ରତି ଜ୍ଞାନବାନ ଭର୍ତ୍ସନାକାରୀ ସେପରି । 13 ଫସଲ ସମୟରେ ହିମର ଶୀତଳତା ଯେପରି, ପ୍ରେରକଗଣ ପ୍ରତି ବିଶ୍ଵସ୍ତ ଦୂତ ସେପରି; କାରଣ ସେ ଆପଣା କର୍ତ୍ତାମାନଙ୍କ ପ୍ରାଣରେ ଆଶ୍ଵାସ ଦିଏ । 14 ବୃଷ୍ଟିହୀନ ମେଘ ଓ ବାୟୁ ଯେପରି, ଆପଣା ଦାନ ବିଷୟରେ ମିଥ୍ୟା ଦର୍ପକାରୀ ସେପରି । 15 ଦୀର୍ଘସହିଷ୍ଣୁତା ଦ୍ଵାରା ଶାସନକର୍ତ୍ତା ମଣାଯାଏ, ପୁଣି କୋମଳ ଜିହ୍ଵା ଅସ୍ଥି ଭଗ୍ନ କରେ । 16 ତୁମ୍ଭେ କି ମଧୁ ପାଇଅଛ? ତୁମ୍ଭର ଯେତିକି ଯଥେଷ୍ଟ, ସେତିକି ଖାଅ; ବହୁତ ଖାଇଲେ ତୁମ୍ଭେ ତାହା ଉଦ୍ଗାର କରି ପକାଇବ । 17 ତୁମ୍ଭର ପାଦ ତୁମ୍ଭ ପ୍ରତିବାସୀର ଗୃହରେ କ୍ଵଚିତ୍ ପଡ଼ୁ । ନୋହିଲେ ତୁମ୍ଭ ବିଷୟରେ କ୍ଳା; ହୋଇ ସେ ତୁମ୍ଭକୁ ଘୃଣା କରିବ । 18 ପ୍ରତିବାସୀ ବିରୁଦ୍ଧରେ ଯେ ମିଥ୍ୟାସାକ୍ଷ୍ୟଦିଏ, ସେ ଗଦା ଓ ଖଡ଼୍‍ଗ ଓ ତୀକ୍ଷ୍ଣ ତୀର ସ୍ଵରୂପ; 19 ଦୁର୍ଦ୍ଦଶା ସମୟରେ ବିଶ୍ଵାସଘାତକ ଲୋକଠାରେ ବିଶ୍ଵାସ, ଭଗ୍ନ ଦ; ଓ ଖଞ୍ଜଖସା ଚରଣ ତୁଲ୍ୟ । 20 ଶୀତକାଳରେ ବସ୍ତ୍ର କାଢ଼ି ନେବା ଓ ସୋରା ଉପରେ ଅମ୍ଳରସ ମିଶାଇବା ଲୋକ ଯେପରି, ଦୁଃଖିତମନା ନିକଟରେ ଗୀତ ଗାଇବା ଲୋକ ସେପରି । 21 ତୁମ୍ଭର ଶତ୍ରୁ କ୍ଷୁଧିତ ହେଲେ, ତାହାକୁ ଅନ୍ନ ଭୋଜନ କରାଅ; ପୁଣି, ସେ ତୃଷିତ ହେଲେ, ତାହାକୁ ଜଳ ପାନ କରାଅ; 22 ତହିଁରେ ତୁମ୍ଭେ ତାହାର ମସ୍ତକରେ ଜ୍ଵଳ; ଅଙ୍ଗାର ରାଶି କରି ଥୋଇବ, ପୁଣି ସଦାପ୍ରଭୁ ତୁମ୍ଭକୁ ପୁରସ୍କାର ଦେବେ । 23 ଯେପରି ଉତ୍ତରୀୟ ବାୟୁ ବୃଷ୍ଟିର ଉତ୍ପାଦକ, ସେପରି ଖଚୁଆର ଜିହ୍ଵା କ୍ରୋଧଦୃଷ୍ଟିର ଉତ୍ପାଦକ । 24 କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ଏକା ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବାର ଭଲ । 25 ତୃଷିତ ପ୍ରାଣକୁ ଶୀତଳ ଜଳ ଯେରୂପ, ଦୂର ଦେଶରୁ ସୁସମାଚାର ସେରୂପ । 26 ଗୋଳିଆ ଜଳାଶୟ ଓ ମଳିନ ନିର୍ଝର ଯେରୂପ, ଦୁଷ୍ଟ ଲୋକ ଆଗରେ ବିଚଳିତ ଧାର୍ମିକ ସେରୂପ । 27 ବହୁତ ମହୁ ଖାଇବାର ଯେପରି ଭଲ ନୁହେଁ, ସେପରି ମନୁଷ୍ୟମାନେ ଆପଣା ଗୌରବ ଅନୁସନ୍ଧାନ କରିବାର ଗୌରବ ନୁହେଁ । 28 ଯାହାର ଆତ୍ମା ଅଟକ ମାନେ ନାହିଁ, ସେ ଭଗ୍ନ ଓ ପ୍ରାଚୀରହୀନ ନଗର ତୁଲ୍ୟ ।
1 ନିମ୍ନଲିଖିତ ହିତୋପଦେଶସକଳ ହିଁ ଶଲୋମନଙ୍କ ରଚିତ ଓ ଯିହୁଦାର ରାଜା ହିଷକୀୟର ଲୋକମାନେ ତାହା ଉତ୍ତାରିଥିଲେ । .::. 2 ବିଷୟ ଗୋପନ କରିବା ପରମେଶ୍ଵରଙ୍କର ଗୌରବ; ମାତ୍ର ବିଷୟର ଅନୁସନ୍ଧାନ କରିବାର ରାଜାଙ୍କର ଗୌରବ । .::. 3 ଉଚ୍ଚତା ହେତୁ ସ୍ଵର୍ଗ ଓ ଗଭୀରତା ହେତୁ ପୃଥିବୀ, ଆଉ ରାଜାମାନଙ୍କ ହୃଦୟ ବୋଧାଗମ୍ୟ । .::. 4 ରୂପାରୁ ଖାଦ କାଢ଼ି ପକାଅ, ତେବେ ସୁନାରି ପାଇଁ ଏକ ପାତ୍ର ବାହାର ହେବ । .::. 5 ରାଜାର ସମ୍ମୁଖରୁ ଦୁଷ୍ଟମାନଙ୍କୁ ଦୂର କରିଦିଅ, ଆଉ, ତାହାର ସିଂହାସନ ଧର୍ମରେ ସୁସ୍ଥିର ହେବ । .::. 6 ରାଜାର ଛାମୁରେ ଆପଣାର ବଡ଼ାଇ କର ନାହିଁ, ପୁଣି ପ୍ରଧାନ ଲୋକଙ୍କ ସ୍ଥାନରେ ଠିଆ ହୁଅ ନାହିଁ । .::. 7 କାରଣ ଯେଉଁ କୁଳୀନକୁ ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ଛାମୁରେ ତୁମ୍ଭର ନୀଚୀକୃତ ହେବା ଅପେକ୍ଷା ବରଂ ଏଠାକୁ ଆସ ବୋଲି ତୁମ୍ଭକୁ କୁହାଯିବା ଭଲ । .::. 8 ବିବାଦ କରିବାକୁ ହଠାତ୍ ବାହାରକୁ ଯାଅ ନାହିଁ, ଗଲେ ତହିଁର ଶେଷରେ ତୁମ୍ଭ ପ୍ରତିବାସୀ ତୁମ୍ଭକୁ ଲଜ୍ଜିତ କଲା ଉତ୍ତାରେ ତୁମ୍ଭେ କଅଣ କରିବ? .::. 9 ଆପଣା ପ୍ରତିବାସୀ ସହିତ ଆପଣା ବିବାଦର ପ୍ରତିବାଦ କର, ପୁଣି ପରର ଗୋପନୀୟ କଥା ପ୍ରକାଶ କର ନାହିଁ । .::. 10 ନୋହିଲେ ଶ୍ରବଣକାରୀ ତୁମ୍ଭକୁ ତିରସ୍କାର କଲେ, ତୁମ୍ଭ ଅଖ୍ୟାତି ଘୁଞ୍ଚା ନୋହିବ । .::. 11 ଯଥୋଚିତମତେ କଥିତ ବାକ୍ୟ ରୂପା-ପାତ୍ରରେ ସୁବର୍ଣ୍ଣ ନାରଙ୍ଗ ତୁଲ୍ୟ । .::. 12 ସୁବର୍ଣ୍ଣ କର୍ଣ୍ଣକୁଣ୍ତଳ ଓ ଶୁଦ୍ଧ ସୁବର୍ଣ୍ଣର ଅଳଙ୍କାର ଯେପରି, ମନୋଯୋଗକାରୀ କର୍ଣ୍ଣ ପ୍ରତି ଜ୍ଞାନବାନ ଭର୍ତ୍ସନାକାରୀ ସେପରି । .::. 13 ଫସଲ ସମୟରେ ହିମର ଶୀତଳତା ଯେପରି, ପ୍ରେରକଗଣ ପ୍ରତି ବିଶ୍ଵସ୍ତ ଦୂତ ସେପରି; କାରଣ ସେ ଆପଣା କର୍ତ୍ତାମାନଙ୍କ ପ୍ରାଣରେ ଆଶ୍ଵାସ ଦିଏ । .::. 14 ବୃଷ୍ଟିହୀନ ମେଘ ଓ ବାୟୁ ଯେପରି, ଆପଣା ଦାନ ବିଷୟରେ ମିଥ୍ୟା ଦର୍ପକାରୀ ସେପରି । .::. 15 ଦୀର୍ଘସହିଷ୍ଣୁତା ଦ୍ଵାରା ଶାସନକର୍ତ୍ତା ମଣାଯାଏ, ପୁଣି କୋମଳ ଜିହ୍ଵା ଅସ୍ଥି ଭଗ୍ନ କରେ । .::. 16 ତୁମ୍ଭେ କି ମଧୁ ପାଇଅଛ? ତୁମ୍ଭର ଯେତିକି ଯଥେଷ୍ଟ, ସେତିକି ଖାଅ; ବହୁତ ଖାଇଲେ ତୁମ୍ଭେ ତାହା ଉଦ୍ଗାର କରି ପକାଇବ । .::. 17 ତୁମ୍ଭର ପାଦ ତୁମ୍ଭ ପ୍ରତିବାସୀର ଗୃହରେ କ୍ଵଚିତ୍ ପଡ଼ୁ । ନୋହିଲେ ତୁମ୍ଭ ବିଷୟରେ କ୍ଳା; ହୋଇ ସେ ତୁମ୍ଭକୁ ଘୃଣା କରିବ । .::. 18 ପ୍ରତିବାସୀ ବିରୁଦ୍ଧରେ ଯେ ମିଥ୍ୟାସାକ୍ଷ୍ୟଦିଏ, ସେ ଗଦା ଓ ଖଡ଼୍‍ଗ ଓ ତୀକ୍ଷ୍ଣ ତୀର ସ୍ଵରୂପ; .::. 19 ଦୁର୍ଦ୍ଦଶା ସମୟରେ ବିଶ୍ଵାସଘାତକ ଲୋକଠାରେ ବିଶ୍ଵାସ, ଭଗ୍ନ ଦ; ଓ ଖଞ୍ଜଖସା ଚରଣ ତୁଲ୍ୟ । .::. 20 ଶୀତକାଳରେ ବସ୍ତ୍ର କାଢ଼ି ନେବା ଓ ସୋରା ଉପରେ ଅମ୍ଳରସ ମିଶାଇବା ଲୋକ ଯେପରି, ଦୁଃଖିତମନା ନିକଟରେ ଗୀତ ଗାଇବା ଲୋକ ସେପରି । .::. 21 ତୁମ୍ଭର ଶତ୍ରୁ କ୍ଷୁଧିତ ହେଲେ, ତାହାକୁ ଅନ୍ନ ଭୋଜନ କରାଅ; ପୁଣି, ସେ ତୃଷିତ ହେଲେ, ତାହାକୁ ଜଳ ପାନ କରାଅ; .::. 22 ତହିଁରେ ତୁମ୍ଭେ ତାହାର ମସ୍ତକରେ ଜ୍ଵଳ; ଅଙ୍ଗାର ରାଶି କରି ଥୋଇବ, ପୁଣି ସଦାପ୍ରଭୁ ତୁମ୍ଭକୁ ପୁରସ୍କାର ଦେବେ । .::. 23 ଯେପରି ଉତ୍ତରୀୟ ବାୟୁ ବୃଷ୍ଟିର ଉତ୍ପାଦକ, ସେପରି ଖଚୁଆର ଜିହ୍ଵା କ୍ରୋଧଦୃଷ୍ଟିର ଉତ୍ପାଦକ । .::. 24 କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ଏକା ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବାର ଭଲ । .::. 25 ତୃଷିତ ପ୍ରାଣକୁ ଶୀତଳ ଜଳ ଯେରୂପ, ଦୂର ଦେଶରୁ ସୁସମାଚାର ସେରୂପ । .::. 26 ଗୋଳିଆ ଜଳାଶୟ ଓ ମଳିନ ନିର୍ଝର ଯେରୂପ, ଦୁଷ୍ଟ ଲୋକ ଆଗରେ ବିଚଳିତ ଧାର୍ମିକ ସେରୂପ । .::. 27 ବହୁତ ମହୁ ଖାଇବାର ଯେପରି ଭଲ ନୁହେଁ, ସେପରି ମନୁଷ୍ୟମାନେ ଆପଣା ଗୌରବ ଅନୁସନ୍ଧାନ କରିବାର ଗୌରବ ନୁହେଁ । .::. 28 ଯାହାର ଆତ୍ମା ଅଟକ ମାନେ ନାହିଁ, ସେ ଭଗ୍ନ ଓ ପ୍ରାଚୀରହୀନ ନଗର ତୁଲ୍ୟ । .::.
  • ହିତୋପଦେଶ ଅଧ୍ୟାୟ 1  
  • ହିତୋପଦେଶ ଅଧ୍ୟାୟ 2  
  • ହିତୋପଦେଶ ଅଧ୍ୟାୟ 3  
  • ହିତୋପଦେଶ ଅଧ୍ୟାୟ 4  
  • ହିତୋପଦେଶ ଅଧ୍ୟାୟ 5  
  • ହିତୋପଦେଶ ଅଧ୍ୟାୟ 6  
  • ହିତୋପଦେଶ ଅଧ୍ୟାୟ 7  
  • ହିତୋପଦେଶ ଅଧ୍ୟାୟ 8  
  • ହିତୋପଦେଶ ଅଧ୍ୟାୟ 9  
  • ହିତୋପଦେଶ ଅଧ୍ୟାୟ 10  
  • ହିତୋପଦେଶ ଅଧ୍ୟାୟ 11  
  • ହିତୋପଦେଶ ଅଧ୍ୟାୟ 12  
  • ହିତୋପଦେଶ ଅଧ୍ୟାୟ 13  
  • ହିତୋପଦେଶ ଅଧ୍ୟାୟ 14  
  • ହିତୋପଦେଶ ଅଧ୍ୟାୟ 15  
  • ହିତୋପଦେଶ ଅଧ୍ୟାୟ 16  
  • ହିତୋପଦେଶ ଅଧ୍ୟାୟ 17  
  • ହିତୋପଦେଶ ଅଧ୍ୟାୟ 18  
  • ହିତୋପଦେଶ ଅଧ୍ୟାୟ 19  
  • ହିତୋପଦେଶ ଅଧ୍ୟାୟ 20  
  • ହିତୋପଦେଶ ଅଧ୍ୟାୟ 21  
  • ହିତୋପଦେଶ ଅଧ୍ୟାୟ 22  
  • ହିତୋପଦେଶ ଅଧ୍ୟାୟ 23  
  • ହିତୋପଦେଶ ଅଧ୍ୟାୟ 24  
  • ହିତୋପଦେଶ ଅଧ୍ୟାୟ 25  
  • ହିତୋପଦେଶ ଅଧ୍ୟାୟ 26  
  • ହିତୋପଦେଶ ଅଧ୍ୟାୟ 27  
  • ହିତୋପଦେଶ ଅଧ୍ୟାୟ 28  
  • ହିତୋପଦେଶ ଅଧ୍ୟାୟ 29  
  • ହିତୋପଦେଶ ଅଧ୍ୟାୟ 30  
  • ହିତୋପଦେଶ ଅଧ୍ୟାୟ 31  
×

Alert

×

Oriya Letters Keypad References